Categories
ଆଜିର ଖବର ରାଜ୍ୟ ଖବର

ସୋଆକୁ କ୍ୟାଟେଗୋରୀ ୧ ଡିମ୍‌ଡ ବିଶ୍ୱବିଦ୍ୟାଳୟର ମାନ୍ୟତା: ଶୁଭେଚ୍ଛା ଜଣାଇଲେ ପ୍ରତିଷ୍ଠାତା ସଭାପତି

ଭୁବନେଶ୍ବର: କୌଣସି ସ୍ୱପ୍ନ କେବେ ଯାଦୁବିଦ୍ୟା ଦ୍ୱାରା ସଂପାଦିତ ହୁଏନାହିଁ। ଏଥିପାଇଁ ସ୍ୱେଦ ଲୁହ ଢାଳି ନିଷ୍ଠାର ସହ କଠିନ ପରିଶ୍ରମ କରିବାକୁ ପଡେ। ଆମେରିକାର ପ୍ରାକ୍ତନ ସେକ୍ରେଟାରୀ ଅଫ ଷ୍ଟେଟ, କଲିନ ପାୱେଲଙ୍କର ଏହି ବକ୍ତବ୍ୟ।

ଶିକ୍ଷା ଓ ଅନୁସନ୍ଧାନ ଡିମ୍‌ଡ ବିଶ୍ୱବିଦ୍ୟାଳୟର ୨୫ ବର୍ଷର ଯାତ୍ରାରେ ଆମର ଅଭିଜ୍ଞତା ସହିତ ପାୱେଲଙ୍କ ଉକ୍ତିର ମେଳ ରହିଛି। ବିଗତ ବର୍ଷ ଗୁଡିକରେ ସୋଆ ଅନେକ ସମସ୍ୟା ଓ ପ୍ରତିବନ୍ଧକର ସମ୍ମୁଖୀନ ହୋଇ ମଧ୍ୟ ଉଭୟ ଶିକ୍ଷା ପ୍ରଦାନ ତଥା ଗବେଷଣା କ୍ଷେତ୍ରରେ ନିରନ୍ତର ଉତ୍କର୍ଷ ପ୍ରତିପାଦନ କରିବା ଦିଗରେ ଅଗ୍ରସର ହୋଇଚାଲିଛି  ନିକଟରେ ନ୍ୟାସନାଲ ଇନ୍‌ଷ୍ଟିଚ୍ୟୁସନାଲ୍ ର‌୍ୟାଙ୍କି ଫ୍ରେମ୍‌ୱର୍କ ବା ଏନଆଇଆରଏଫ୍ ର ବିଶ୍ୱବିଦ୍ୟାଳୟ ଉତ୍କର୍ଷ ତାଲିକାରେ ସୋଆ ୧୬ ତମ ସ୍ଥାନରେ ସ୍ଥାନୀତ ହେବା ବିଶ୍ୱବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ, ଗବେଷକ ଓ କର୍ମଚାରୀ ମାନଙ୍କର ନିଷ୍ଠା ଓ କଠିନ ପରିଶ୍ରମର ଫଳ।

ଏଥି ସହିତ ୟୁନିଭର୍ସିଟି ଗ୍ରାଣ୍ଡସ କମିଶନ ଦ୍ୱାରା ସୋଆକୁ କ୍ୟାଟେଗୋରୀ ୧ ଡିମ୍‌ଡ ବିଶ୍ୱବିଦ୍ୟାଳୟ ଭାବେ ମାନ୍ୟତା ମିଳିଥିବାରୁ ଏହା ବିଶ୍ୱବିଦ୍ୟାଳୟର ବିଭିନ୍ନ କାର୍ଯ୍ୟକ୍ରମକୁ ବିକଶିତ କରିବା ନିମନ୍ତେ ସହାୟକ ହେବ।

ସୋଆର ସ୍ଥାପନା ଦିବସ ଅବସରରେ ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡଃ) ମନୋରଞ୍ଜନ ନାୟକ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଯେଉଁମାନଙ୍କ ନିରବିଚ୍ଛନ୍ନ ପରିଶ୍ରମ ଓ ଅବଦାନ ବିଶ୍ୱବିଦ୍ୟାଳୟକୁ ଏହି ଉପଲବ୍ଧି ଆଣି ଦେଇଛି ସେମାନଙ୍କୁ ଅନ୍ତରର କୃତଜ୍ଞତା ଜଣାଇଛନ୍ତି। ଏହି ସମୟରେ ସେ କହିଛନ୍ତି ଯେ, ଆମର ଯାତ୍ରା କେବଳ ଆରମ୍ଭ ହୋଇଛି ଓ ଆଗକୁ ଅନେକ ପଥ ବାକି ରହିଛି। ମୋର ବିଶ୍ୱାସ ସୋଆର ସମସ୍ତ ଶୁଭାକାଂକ୍ଷୀ ମାନଙ୍କ ସହଯୋଗରେ ବିଶ୍ୱବିଦ୍ୟାଳୟ ତାର ଲକ୍ଷ୍ୟ ସ୍ଥଳରେ ପହଂଚି ପାରିବ।

Categories
ଆଜିର ଖବର ରାଜ୍ୟ ଖବର

ସୋଆର ପ୍ରତିଷ୍ଠାତା ସଭାପତିଙ୍କ ସହ ମରକ୍କୋ ରାଷ୍ଟ୍ରଦୂତଙ୍କ ସୌଜନ୍ୟମୂଳକ ଆଲୋଚନା

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର ମନୋଜରଞ୍ଜନ ନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ଭାରତରେ ଅବସ୍ଥାପିତ ମରକ୍କୋର ରାଷ୍ଟ୍ରଦୂତ ମହମ୍ମଦ ମଲିକି। ଅଧିନା ଓଡ଼ିଶା ଗସ୍ତରେ ଆସିଥିବା ଶ୍ରୀ ମଲିକି ସୋଆ ପରିଦର୍ଶନରେ ଆସି ପ୍ରଫେସର ନାୟକଙ୍କୁ ସାକ୍ଷାତ କରିବା ସମୟରେ ବିଶ୍ୱବିଦ୍ୟାଳୟ ତଥା ଦୁଇ ଦେଶ ସମ୍ପର୍କରେ ଆଲୋଚନା କରିଥିଲେ।

ଶ୍ରୀ ମଲିକି ବିଶ୍ୱବିଦ୍ୟାଳୟର ବରିଷ୍ଠ ଅଧିକାରୀଙ୍କ ସହିତ ବିସ୍ତୃତ ଆଲୋଚନା ମଧ୍ୟ କରିଥିଲେ। ନିଜ ଦେଶ ମରକ୍କୋ ସମ୍ପର୍କରେ ତଥ୍ୟ ଉପସ୍ଥାପନ କରି ମରକ୍କୋରେ ୭୨ ପ୍ରତିଶତ ସାର ଉତ୍ପାଦନ ହେଉଥିବା ବେଳେ ଔଷଧ ପ୍ରସ୍ତୁତି ଏବଂ ପର୍ଯ୍ୟଟନ ଶିଳ୍ପରେ ମଧ୍ୟ ତାଙ୍କ ଦେଶ ଖୁବ୍ ଆଗରେ ବୋଲି ସେ କହିଥିଲେ।

ସୋଆର ଭିତିଭୂମି ଏବଂ ଅଧ୍ୟାପକ ଓ ଅଧ୍ୟାପିକାମାନଙ୍କୁ ନେଇ ସେ ଖୁବ୍ ଉତ୍ସାହିତହୋଇଛନ୍ତି ବୋଲି କହି ସେ ଶିକ୍ଷା ଓ ସ୍ୱାସ୍ଥ୍ୟ କ୍ଷେତ୍ରରେ ସୋଆର ଅବଦାନକୁ ପ୍ରଶଂସା କରିଥିଲେ। ଆଗାମୀ ଦିନରେ ତାଙ୍କ ଦେଶର ଛାତ୍ରଛାତ୍ରୀମାନେ କିଭଳି ସୋଆରେ ଶିକ୍ଷା ଗ୍ରହଣ କରିପାରିବେ ତଥା ମରକ୍କୋ ଓ ସୋଆ ମଧ୍ୟରେ ସମ୍ପର୍କ ସୁଦୃଢ଼ ହୋଇପାରିବ ସେ ବିଷୟରେ ସେ ଚେଷ୍ଟା କରିବେ ବୋଲି କହିଥିଲେ।

ଶ୍ରୀ ମଲିକିଙ୍କ ସହ ଆଲୋଚନା ସମୟରେ ସୋଆର ଉପକୂଳପତି ତଥା ରେଜିଷ୍ଟ୍ରାର ପ୍ରଫେସର ବିଭୁତି ଭୂଷଣ ପ୍ରଧାନ, କଂଟ୍ରୋଲର ଅଫ ଏକ୍‌ଜାମିନେସନ ପ୍ରଫେସର ମଞ୍ଜୁଳା ଦାସ, ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ଆଡିସ୍‌ନାଲ୍ ଡିନ୍ (ରିସର୍ଚ୍ଚ) ପ୍ରଫେସର ପ୍ରିୟବ୍ରତ ପଟ୍ଟନାୟକ ଏବଂ ସୋଆର ସମସ୍ତ ଶିକ୍ଷାନୁଷ୍ଠାନର ଡିନ୍ ମାନେ ଉପସ୍ଥିତ ଥିଲେ।

ୟୁନିଭର୍ସିଟି ଆଉଟରିଚ୍ ପ୍ରୋଗ୍ରାମ୍ ଡାଇରେକ୍ଟର ପ୍ରଫେସର ନଚିକେତା ଶର୍ମା ସୋଆ ସମ୍ପର୍କରେ ବିସ୍ତୃତ ତଥ୍ୟ ପ୍ରଦାନ କରିଥିବା ବେଳେ ପ୍ରଫେସର ଜ୍ୟୋତିରଞ୍ଜନ ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଜିର ଖବର ଆଞ୍ଚଳିକ

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ମାତୃ ବିୟୋଗ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡ଼ଃ ) ମନୋଜରଞ୍ଜନ ନାୟକଙ୍କ ମାତା ସତ୍ୟଭାମା ନାୟକଙ୍କ ଆଜି ଅପରାହ୍ନରେ ୧୨.୧୦ ମିନିଟ ସମୟରେ ବିୟୋଗ ଘଟିଛି। ଭୁବନେଶ୍ୱର ସ୍ଥିତ କଳିଙ୍ଗ ବିହାର ବାସଭବନରେ ସତ୍ୟଭାମା ହୃଦଘାତରେ ମୃତ୍ୟୁବରଣ କରିଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା।

ଦୀର୍ଘଦିନ ଧରି ସେ ବାର୍ଦ୍ଧକ୍ୟ ଜନିତ ବ୍ୟାଧିରେ ପୀଡିତ ଥିଲେ। ସେ କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଫୁଲପାଟଣା (ବଲୁରିଆ ) ଗ୍ରାମର ସ୍ୱର୍ଗତଃ ଦୈତାରୀ ନାୟକଙ୍କ ପତ୍ନୀ। ତାଙ୍କର ଛଅ ପୁଅ ଓ ତିନି ଝିଅ ଅଛନ୍ତି। ପ୍ରଫେସର ନାୟକ ତାଙ୍କର ଦ୍ୱିତୀୟ ପୁତ୍ର।ମୃତ୍ୟୁସଜ୍ଜ୍ୟା ନିକଟରେ ପରିବାରର ସଦସ୍ୟାମାନେ ଉପସ୍ଥିତ ଥିଲେ।