Categories
ବିଶେଷ ଖବର

ରୂପାନ୍ତର ଶୃଙ୍ଖଳାର ପ୍ରଥମ ବୈଠକ: ଜଳସଂପଦ ବିଭାଗର ରୂପାନ୍ତର ଉପକ୍ରମ ଉପରେ ଉପସ୍ଥାପନା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ ସରକାରଙ୍କ ରୂପାନ୍ତର ଶୃଙ୍ଖଳାର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଜିର ବୈଠକରେ ଜଳସଂପଦ ବିଭାଗ ପକ୍ଷରୁ ଅତିରିକ୍ତ ମୁଖ୍ୟ ସଚିବ ଅନୁ ଗର୍ଗ ବିଭାଗର Transformational Initiative ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ।

ଏହି ଉପସ୍ଥାପନା ଅନୁଯାୟୀ ୨୦୨୪ ସୁଦ୍ଧା ରାଜ୍ୟରେ ୧୫ଟି ପ୍ରମୁଖ ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହେବାକୁ ଯାଉଛି। ଏଥିମଧ୍ୟରୁ ଚଳିତ ବର୍ଷ ୪ଟି, ୨୦୨୩ରେ ୪ଟି ଏବଂ ୨୦୨୪ରେ ୭ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ। ଏହିସବୁ ପ୍ରକଳ୍ପରେ ପ୍ରଯୁକ୍ତି ବିଦ୍ୟା, ଟିମ୍‌ ୱାର୍କ, ଦାୟିତ୍ବବାନ ପୁନର୍ବାସ ନୀତି, ଶ୍ରମିକ କଲ୍ୟାଣ ଆଦିର ସଫଳ ପ୍ରୟୋଗ କରାଯାଇଛି। ଏହାଦ୍ବାରା ଓଡିଶାର ଜଳସଂପଦ କ୍ଷେତ୍ରରେ ଏକ ରୂପାନ୍ତର ଆସିପାରିବ।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଜଳସେଚନ ପ୍ରକଳ୍ପ ଗୁଡିକର କାର୍ଯ୍ୟକାରିତା କ୍ଷେତ୍ରରେ ୫-ଟି କାର୍ଯ୍ୟକ୍ରମର ସଫଳ ପ୍ରୟୋଗ କରି ବହୁ ଦିନର ପ୍ରକଳ୍ପ ଗୁଡିକୁ ସଂପୂର୍ଣ୍ଣ କରିବା ପାଇଁ ପଦକ୍ଷେପ ନେଇଥିବାରୁ ଜଳସଂପଦ ବିଭାଗ ର ପ୍ରଶଂସା କରିଥିଲେ ଏବଂ ବିଭାଗୀୟ ଇଞ୍ଜିନିଅରମାନଙ୍କୁ ଧନ୍ୟବାଦ ଜଣାଇଥିଲେ .ଅନ୍ୟସବୁ ବିଭାଗ ଏହିପରି ଅଭିନବ ପ୍ରୟୋଗରେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ବଲାଂଗୀର, କେନ୍ଦୁଝର ଓ ମୟୁରଭଂଜ ଆଦି ଜିଲ୍ଲାର ଜିଲ୍ଲାପାଳ ମାନେ ସେଠାରେ ଚାଲିଥିବା ଜଳସେଚନ ପ୍ରକଳ୍ପ ଗୁଡିକରେ ବିସ୍ଥାପନ ପ୍ରକ୍ରିୟାକୁ କିପରି ତ୍ବରାନ୍ବି କରାଯାଇଛି, ସେ ସଂପର୍କରେ ସୂଚନା ଦେଇଥିଲେ। ଆଲୋଚନା ପର୍ଯ୍ୟାଲୋଚନା, ସମ୍ବେଦନଶୀଳ ବ୍ୟବସ୍ଥା ଓ ଲୋକଙ୍କ ଭିତରେ ଭରସା ସୃଷ୍ଟି ଜରିଆରେ ବିସ୍ଥାପନ ପ୍ରକ୍ରିୟା ତ୍ବରାନ୍ବିତ ହୋଇପାରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ।

ଏହି ଉପସ୍ଥାପନରେ ଦେଓ ପ୍ରକଳ୍ପ, ଲୋୟର ସୁକତେଲ ପ୍ରକଳ୍ପ, ସୁବର୍ଣ୍ଣରେଖା, କାନୁପୁର, ଛେଳିଗଡ, ରେଙ୍ଗାଲି ଦକ୍ଷିଣ କେନାଲ, ରେଙ୍ଗାଲି ବାମ କେନାଲ ଏବଂ ଆହୁରି ଅନେକ ପ୍ରକଳ୍ପର ଅଗ୍ରଗତି ସଂପର୍କରେ ସୂଚନା ଦିଆଯାଇଥିଲା। ପ୍ରଯୁକ୍ତି ବିଦ୍ୟାର ବ୍ୟାପକ ପ୍ରୟୋଗ ଯଥା – ଭୂତଳ ପାଇପ ଲାଇନ ବ୍ୟବସ୍ଥାର ପ୍ରୟୋଗ, Geo Synthetic Mattress Lining, ସ୍କାଡା, ସ୍ବୟଂକ୍ରିୟ ଜଳପରିଚାଳନା ଆଦି ବିଭିନ୍ନ ବୈଷୟିକ ଜ୍ଞାନକୌଶଳର ପ୍ରୟୋଗ ସଂପର୍କରେ ସୂଚନା ଦିଆଯାଇଥିଲା। ଇଂଜିନିୟରିଂ ଜ୍ଞାନକୌଶଳ ବ୍ୟତୀତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଠାରୁ ଆରମ୍ଭ କରି ସର୍ବନିମ୍ନ ସ୍ତର ପର୍ଯ୍ୟନ୍ତ ତୁରନ୍ତ ନିଷ୍ପତ୍ତି ଓ ଟିମ୍‌ ୱାର୍କ, ଦାୟିତ୍ବବାନ ପୁନର୍ବାସ, ସମ୍ବେଦନଶୀଳ ଯୋଗାଯୋଗ ସଂପର୍କରେ ଉପସ୍ଥାପନା ରଖାଯାଇଥିଲା।

ପ୍ରାରମ୍ଭିକ ସୂଚନା ଦେଇ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କହିଲେ ଯେ, ମୁଖ୍ୟମନ୍ତ୍ରୀ ସାଧାରଣ ଜୀବନରେ ସବୁବେଳେ ସ୍ବଚ୍ଛତା ଉପରେ ଗୁରୁତ୍ବ ଦେଇଆସିଛନ୍ତି। ସ୍ବଚ୍ଛତାର ସହ ବିଭିନ୍ନ ଅଭିନବ ଉପାୟରେ ରାଜ୍ୟର ବିକାଶ ପାଇଁ ପଦକ୍ଷେପ ନେଲେ, ମୁଖ୍ୟମନ୍ତ୍ରୀ ସବୁବେଳେ ତାଙ୍କର ସହଯୋଗ ଓ ସହାୟତା ଯୋଗାଇବାକୁ ପ୍ରସ୍ତୁତ ବୋଲି ସେ କହିଥିଲେ।

ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ଜଳସେଚନ ପ୍ରକଳ୍ପଗୁଡିକ ଯେଭଳି ଭାବରେ ଅଗ୍ରଗତି କରୁଛି, ଆଗାମୀ ୨-୩ ବର୍ଷ ମଧ୍ୟରେ ଏହା ଏକ ଶସ୍ୟଶ୍ୟାମଳା ଜିଲ୍ଲା ଭାବରେ ପ୍ରସିଦ୍ଧି ଅର୍ଜନ କରିବ ବୋଲି ସେ କହିଥିଲେ।

ଯାଜପୁର ଜିଲ୍ଲାରେ ୫-ଟି ସ୍କୁଲ ରୂପାନ୍ତରର ସହଯୋଗ ନେଇ ସ୍କୁଲ ଗୁଡିକରେ ମିଶନ ଶକ୍ତିର ମହିଳା ମାନଙ୍କୁ ଅଭିନବ ଉପାୟରେ କଂପ୍ୟୁଟର ଶିକ୍ଷା ପ୍ରଦାନ ସଂପର୍କରେ ଏକ ଭିଡିଓ ଚିତ୍ର ପ୍ରଦର୍ଶନ କରାଯାଇଥିଲା। ଏହାଦ୍ବାରା ମିଶନ ଶକ୍ତିର ମହିଳା ମାନେ ଡିଜିଟାଲ ଶିକ୍ଷା ପାଇପାରୁଛନ୍ତି । ବୈଠକରେ ଏହି ଅଭିନବ କାର୍ଯ୍ୟକ୍ରମର ପ୍ରଶଂସା କରାଯାଇଥିଲା।

ବୈଠକରେ ଅର୍ଥମନ୍ତ୍ରୀ, ରାଜସ୍ବ ମନ୍ତ୍ରୀ, ନଗର ଉନ୍ନୟନ ଓ ଗୃହନିର୍ମାଣ ମନ୍ତ୍ରୀ, ଶକ୍ତି ମନ୍ତ୍ରୀ, ଜଳସଂପଦ ମନ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ। ଉନ୍ନୟନ କମିଶନର ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ।

Categories
EngExam ଆଜିର ଖବର ରାଜ୍ୟ ଖବର

ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ବିଜ୍ଞାନ ପରିଭାଷା ପ୍ରସ୍ତୁତି ବୈଠକ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଆଉଟରିଚ ପ୍ରୋଗ୍ରାମ ଅନ୍ତର୍ଗତ ନୂତନ ଭାବେ ଗଠିତ ସୋଆ ଅନୁବାଦ କେନ୍ଦ୍ରର ପ୍ରଥମ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି।

ଇଞ୍ଜିନିଅରିଂ ପାଠ୍ୟ ପୁସ୍ତକର ଓଡ଼ିଆ ଅନୁବାଦ ନିମନ୍ତେ ଏକ ସୁସଂଗଠିତ ପରିଭାଷା ଆବଶ୍ୟକ ଯେଉଁଥିରେ ବିଜ୍ଞାନ ଓ ବୈଷୟିକ ଶିକ୍ଷା ନିମନ୍ତେ ଉପଯୋଗୀ ଓଡ଼ିଆ ପ୍ରତିଶବ୍ଦ ବ୍ୟବହୃତ ହୋଇପାରିବ। ଏହି ବୈଠକରେ ଓଡ଼ିଆରେ ବିଜ୍ଞାନ ଲେଖୁଥିବା ବିଶିଷ୍ଟ ବ୍ୟକ୍ତିମାନେ ଯୋଗଦେଇ ସେମାନଙ୍କର ସୁଚିନ୍ତିତ ମତାମତ ବ୍ୟକ୍ତ କରିଥିଲେ।

ଗ୍ଲୋଶ।ରିର ପୃଷ୍ଠଭୂମି, ଏହାକୁ ପ୍ରସ୍ତୁତ କରିବାରେ ସମସ୍ୟା ଓ ଏହାର ଇତିହାସ ସମ୍ବନ୍ଧରେ ସ୍ଲାଇଡ଼ ମାଧ୍ୟମରେ ବକ୍ତବ୍ୟ ରଖିଥିଲେ ଡ଼ଃ ନିଖିଳ ମୋହନ ପଟନାୟକ।

ଏହି ବୈଠକରେ ମୃଦୁଳା ମିଶ୍ର, ବିଜୟ କେତନ ପଟନାୟକ, ବିଜୟ କୁମାର ପରିଡା, ମାନସୀ ଗୋସ୍ୱାମୀ, ବ୍ରହ୍ମାନନ୍ଦ ସ୍ୱାଇଁ ଓ ମାୟାଧର ସ୍ୱାଇଁ ପ୍ରମୁଖ ଉପସ୍ଥିତ ଥିଲେ। ଏକ ଇ- ଗ୍ଲୋଶ।ରି ଆରମ୍ଭ କରାଯିବା ସହ ପ୍ରକାଶିତ ପରିଭାଷା ପୁସ୍ତକର ଶବ୍ଦ ସମ୍ଭାର ସୃଷ୍ଟି କରିବା ନିମନ୍ତେ ନିଷ୍ପତି ନିଆଯାଇଥିଲା।

ସୋଆ ଆଉଟରିଚ ପ୍ରୋଗ୍ରାମ ର ନିର୍ଦେଶକ ପ୍ରଫେସର ନଚିକେତା ଖମାରି ଶର୍ମା ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଆଉଟରିଚ ପ୍ରୋଗ୍ରାମର ମ୍ୟାନେଜର ସୁଜାତା ପାଢ଼ୀ ଧନ୍ୟବାଦ ଅର୍ପଣ କରିଥିଲେ।