Categories
ଆଜିର ଖବର ରାଜ୍ୟ ଖବର ସିନେମା

ଆଜିଠୁ ବିଧାନସଭା ଆଗରେ ଧାରଣା ଦେଲେ ପ୍ରଥା ଚଳଚ୍ଚିତ୍ରର ପ୍ରଯୋଜିକା ସନଲିଶା

ଭୁବନେଶ୍ଵର: ଆଜିଠୁ ବିଧାନସଭା ଆଗରେ ଓଡ଼ିଆ ଫିଲ୍ମ ‘ପ୍ରଥା’ର ପ୍ରଯୋଜିକା ସନଲିଶା ପଟେଲ ଧାରଣାରେ ବସିଛନ୍ତି। ତାଙ୍କର ଏକମାତ୍ର ଦାବି ଓଡ଼ିଆ ଫିଲ୍ମକୁ ବଞ୍ଚାଅ ଦାବିରେ ସେ ଧାରଣାରେ ବସିଛନ୍ତି।

ଲୋୟର ପିଏମ୍‌ଜିସ୍ଥିତ ଧାରଣା ସ୍ଥଳରେ ଆଜି ସକାଳ ସାଢ଼େ ୧୦ଟାରୁ ସେ ଧାରଣା ଦେବା ଆରମ୍ଭ କରିଛନ୍ତି। ଏହା ଅନିର୍ଦ୍ଧିଷ୍ଠ ଦିନ ପାଇଁ ଚାଲିବ। ଏହି ସମୟରେ ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ (ଓଏଫ୍‌ଡିସି) ଏବଂ ଓଡ଼ିଶା ସରକାରଙ୍କ ଆଗରେ ୫ଟି ଗୁରୁତ୍ବପୂର୍ଣ୍ଣ ଦାବି ରଖିଛନ୍ତି। ସେ ଦାବିଗୁଡିକ ହେଲା

୧) ବ୍ଲକ୍ ମୁଖ୍ୟାଳୟରେ ଗୋଟିଏ ଲେଖାଏଁ ସିନେମା ହଲ୍ ପ୍ରତିଷ୍ଠା କରାଯାଉ। (ସରକାର ୨୦୧୯ ରୁ ପ୍ରତିଶୃତି ଦେଇ ଥିଲେ ବର୍ତ୍ତମାନ ଯାଏ କିଛି ଅଗ୍ରଗତି ହୋଇନାହିଁ)

୨) ଅନ୍ୟ ରାଜ୍ୟମାନଙ୍କ ପରି ମଲ୍ଟିପ୍ଲେକ୍ସ ଏବଂ ହଲମାନେ ଯେପରି ଓଡ଼ିଆ ଫିଲ୍ମକୁ ଚଲାଇବା ପାଇଁ ବାଧ୍ୟ ହେବେ ସେହିପରି କାର୍ଯ୍ୟାନୁଷ୍ଠାନ ନିଆଯାଉ।

୩) ବିତରଣ, ପ୍ରଦର୍ଶନ, ସିନେମା ଚାଲିବା ପରେ ଟଙ୍କା ଫେରି ପାଇବା ଏବଂ ସମସ୍ତଙ୍କ ଭିତରେ ସମନ୍ୱୟ ରକ୍ଷା ପାଇଁ ବ୍ୟବସ୍ଥା କରାଯାଉ।

୪) ଟିକସ ମୁକ୍ତ ସାଙ୍ଗକୁ ସିନେମା ନିର୍ମାଣ ଲାଗି ଆର୍ଥିକ ଓ ଅନ୍ୟାନ୍ୟ ସହାୟତା କରାଯାଉ।

୫) ଏହାସହ ସମସ୍ତଙ୍କର ଫିଲ୍ମ ସୁରକ୍ଷା ପାଇଁ କିଛି ଦୃଢ଼ ପଦକ୍ଷେପ ନିଆଯାଉ। ଯେପରି କେହି ଅନ୍‌ଲାଇନ୍ ହେଉ କି ଅଫ୍‌ଲାଇନ୍‌ କୌଣସି ଖଳ କାର୍ଯ୍ୟ କରିବାକୁ ଭୟ କରିବେ
ଏବଂ ସେଥିରୁ ନିବୃତ୍ତ ରହିବେ। ଓ ଇନଭେଷ୍ଟରମାନଙ୍କୁ ଓଡିଆ ଚଳଚ୍ଚିତ୍ର ନିର୍ମାଣପାଇଁ ସରକାରୀ ସହାୟତା ଦିଆଯାଉ।

ଶିଳ୍ପ ଵିଭାଗର GOSWIFT ଯୋଜନାରେ ଶିଳ୍ପାନୁଷ୍ଠାନ ଏବଂ ଶିଳ୍ପୋଦ୍ୟୋଗୀ ମାନଙ୍କୁ ସହାୟତା ଯୋଗାଇ ଦିଆଯାଉଥିବା ସ୍ଥଳେ ଚଳଚ୍ଚିତ୍ର ଶିଳ୍ପକୁ ଏଥିରୁ ବଞ୍ଚିତ କରାଯାଇଛି କାହିଁକି? ଏକଥା ମଧ୍ୟ ଦ୍ବନ୍ଦ ସୃଷ୍ଟି କରେଯେ ଓଡିଆ ଚଳଚ୍ଚିତ୍ର ଓଡିଶା ସରକାରଙ୍କର କେଉଁ ବିଭାଗ ଅଧିନରେ ରହିଛି?

କିନ୍ତୁ ଫିଲ୍ମ ଇଣ୍ଡଷ୍ଟ୍ରୀ ପାଇଁ କିଛି ପୂର୍ବରୁ ବି ଏହି ସମସ୍ୟା ନେଇ ସରକାରୀ ସ୍ତରରେ ସମସ୍ତଙ୍କୁ ଅବଗତ କରିଥିଲି। କିନ୍ତୁ ମତେ ନ୍ୟାୟ ମିଳିଲାନି। ତେଣୁ ସମସ୍ୟାର ସମାଧାନ ପାଇଁ ଧାରଣାରେ ବସିଲେ ବୋଲି କହିଛନ୍ତି।

ଏହି ଅବସରେ ଅଭିନେତା ବୁଦ୍ଧାଦିତ୍ୟ, ପପୁ ପମ୍ ପମ୍, ଅଖିଳ ପଟ୍ଟନାୟକ, ପ୍ରଯୋଜକ ପ୍ରିତମ ମହାନ୍ତି, ସଂଳାପକାର ଡଃ ରଜନୀ ୟଞ୍ଜନ, ସତୀଶ ମିଶ୍ର ପ୍ରମୁଖ ଯୋଗ ଦେଇ ଥିଲେ।
କାଲିଠାରୁ ପ୍ରଯୋଜକ, କଳାକାର, ଟେକନିସିଆନ, ନିର୍ଦ୍ଦେଶକମାନେ ଯୋଗ ଦେବେ ବୋଲି ପ୍ରଯୋଜିକା ସନଲିଶା ଜଣେଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସିନେମା

ମୁକ୍ତିଲାଭ କଲା ବିଗ ବଜେଟର ଓଡ଼ିଆ ଚଳଚ୍ଚିତ୍ର “ପ୍ରଥା”, ପୂର୍ବ ପଶ୍ଚିମ ସବୁଠି ହାଉସଫୁଲ

ଭୁବନେଶ୍ଵର: ବହୁ ପ୍ରତିକ୍ଷୀତ ବିଗ ବଜେଟର ଓଡ଼ିଆ ଚଳଚ୍ଚିତ୍ର “ପ୍ରଥା” ଓଡ଼ିଶାର ୪୮ ଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଛି। ତେବେ ଭୁବନେଶ୍ୱର ସ୍ଥିତ ସ୍ଵାତି ସିନେପ୍ଲେକ୍ସ ରେ ପ୍ରଦର୍ଶିତ ହୋଇଥିବା ପ୍ରିମିଅର ଶୋ’ ରେ ନିମନ୍ତ୍ରିତ ଅତିଥି ଦର୍ଶକ ତଥା ସିନେ ଜଗତର ନାମୀ କଳାକାର, ନିର୍ଦ୍ଦେଶକ ଓ ପ୍ରଯୋଜକ ମାନେ ଉପସ୍ଥିତ ରହି ସମ୍ପୂର୍ଣ୍ଣ ସିନେମା ଟିକୁ ଦେଖିଥିଲେ।

ମୁମ୍ବାଇ ନାୟିକା ସିମ୍ରନ କୌର ଏବଂ ନାୟକ ସ୍ୱରାଜ ମଧ୍ୟ ପ୍ରିମିଅର ଶୋ’ ରେ ଯୋଗଦେଇଥିଲେ। ପ୍ରଯୋଜିକା ସନଲିଶା ପଟେଲ, ନିର୍ଦ୍ଦେଶକ କେ. ମୁରଲୀକ୍ରିଷ୍ଣା, ଅଭିନେତା କୁନା ତ୍ରିପାଠୀ, ପ୍ରଯୋଜକ ଅକ୍ଷୟ ପରିଜା, ସଚ୍ଚିକାନ୍ତ ଜେନା, ଗଙ୍ଗାଧର ରେଡ୍ଡୀ, ଅରୁଣ ମହାନ୍ତି, ପ୍ରଣୟ ଜେଠୀ, ଜ୍ୟୋତି ମହାନ୍ତି, ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦ, ଅଭିନେତା ପାର୍ଥ ସାରଥୀ ରାୟ, ଡିସ୍କୋ, ରବି ମିଶ୍ର, ନିର୍ଦ୍ଦେଶକ ଅଶୋକ ପତି, ସୁଧାକର ବସନ୍ତ ପ୍ରମୁଖ ପ୍ରିମିଅର ଶୋ’ ଦେଖିଥିଲେ।

ସନଲିଶା ସିଗନେଚର ଫିଲ୍ମସ ବ୍ୟାନର ତଥା ପଶ୍ଚିମ ଓଡିଶାର ଝିଅ ସନଲିଶା ପଟେଲ ଙ୍କ ଦ୍ୱାରା ପ୍ରଯୋଜିତ ହୋଇଥିବା ଚଳଚ୍ଚିତ୍ର “ପ୍ରଥା” ରେ ସ୍ୱରାଜ ବାରିକ ଙ୍କ ଦମଦାର ଆକ୍ସନ ସହିତ ଦୁଇ ନାୟିକା ଙ୍କୁ ନେଇ ହୋଇଥିବା ଡ୍ରାମା, ଗୀତ ଦର୍ଶକଙ୍କୁ ବେଶ ଆନନ୍ଦ ଦେବ।  ଅନେକ ହିଟ ଚଳଚ୍ଚିତ୍ର ର ନିର୍ଦ୍ଦେଶକ କେ.ମୁରଳୀକ୍ରିଷ୍ଣା ଙ୍କ ବଳିଷ୍ଠ ନିର୍ଦ୍ଦେଶନା ପାଇଁ ସିନେ ପ୍ରେମୀ ନିଶ୍ଚିତ ପ୍ରେକ୍ଷାଳୟ ମୁହାଁ ହେବେ। ଯୁବ ସଙ୍ଗୀତ ନିର୍ଦ୍ଦେଶକ ଅସଦ ନିଜାମ ଙ୍କ ଗୀତ ର ସ୍ୱର ଏବଂ ଆଗ ଧାଡି ର କଣ୍ଠଶିଳ୍ପୀ ଙ୍କ ସ୍ୱରର ଯାଦୁ ସବୁ ଦର୍ଶକ ଓ ଶ୍ରୋତା ଗୁଣୁଗୁଣୁ ହେବେ ଏବଂ ନାଚିବେ ଝୁମିବେ ମଧ୍ୟ। ଓଲିଉଡ଼ ସମେତ ମୁମ୍ବାଇ, ଦିଲ୍ଲୀ, ପଞ୍ଜାବ ର ଅଭିନେତା ଓ ଅଭିନେତ୍ରୀ ଙ୍କୁ ନେଇ ତିଆରି ହୋଇଥିବା ପ୍ରଥା ର କାହାଣୀ ଏପରି ଅନ୍ଧାର ଠୁ ଦୂରେଇ ଆଲୋକ ପ୍ରଦାନ କରିବା ଉଦ୍ଦେଶ୍ୟ ରେ ଦିୱାଲୀ ଉପଲକ୍ଷେ ମୁକ୍ତିଲାଭ କରିଛି।

ସୁଦୂର କୋରାପୁଟର ପ୍ରାକୃତିକ ସୌନ୍ଦର୍ଯ୍ୟ ଭରା ବିଭିନ୍ନ ପର୍ଯ୍ୟଟନ ସ୍ଥାନ ତଥା ଦିଲ୍ଲୀ ଏବଂ ପଞ୍ଜାବ ଭଳି ସ୍ଥାନ ମାନଙ୍କରେ ସୁଟିଂ ହୋଇଛି ପ୍ରଥା। ପଲ୍ଲୀ ରୁ ଦିଲ୍ଲୀ ପର୍ଯ୍ୟନ୍ତ ଆମ ଓଡ଼ିଆ ପରମ୍ପରା କୁ ଚିତ୍ରଣ କରି ସମସ୍ତ ଦର୍ଶକଙ୍କୁ ଦେଖାଇବାର ପ୍ରୟାସ କରିଛନ୍ତି ପ୍ରଯୋଜିକା ସନଲିଶା। ମୁଖ୍ୟ ଚରିତ୍ର ରେ ଥିବା ନାୟକ ସ୍ୱରାଜ ବାରିକ, ସୁନ୍ଦରୀ ଶୀତଲ ପାତ୍ର ଏବଂ ମୁମ୍ବାଇ ର ସିମ୍ରନ କୌର ଙ୍କ ସମେତ ଅଭିନେତା ଚୌଧୁରୀ ବିକାଶ ଦାସ, ଜୟ ପ୍ରକାଶ ଦାସ, ବବି ମିଶ୍ର, ରବି ମିଶ୍ର, ବବି ମିଶ୍ର, ଡିସ୍କୋ ରେଡ୍ଡୀ, ଇଲୁ ବାନାର୍ଜୀ ଙ୍କ ବଳିଷ୍ଠ ଅଭିନୟ ସମସ୍ତ ଦର୍ଶକଙ୍କୁ ବେଶ ଆମୋଦ ଯୋଗାଇବ। ଓଡ଼ିଆ ସିନେମା ଶିଳ୍ପକୁ ବଞ୍ଚେଇବାକୁ ଅଭିଯାନ ଚଳାଇଥିବା ମିଡ଼ିଆ ପ୍ଲାନର ର କ୍ରି୍ଏଟିଭ ହେଡ଼ ପ୍ରଣୟ ଜେଠୀ ପ୍ରଥା ସିନେମା କୁ ନେଇ ବେଶ ଚର୍ଚ୍ଚା କରିଛନ୍ତି ଏବଂ ସମସ୍ତ ଓଡ଼ିଆଙ୍କୁ ପ୍ରଥା ଚଳଚ୍ଚିତ୍ର ଦେଖିବାକୁ ଅନୁରୋଧ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସିନେମା

ବ୍ୟୟ ବହୁଳ ଓଡ଼ିଆ ଚଳଚ୍ଚିତ୍ର “ପ୍ରଥା” ର ଗୀତ ରିଲିଜ୍, ଗଣେଶ ପୂଜାରେ ମୁକ୍ତିଲାଭ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଡି. ଏନ୍. ରେଗାଲିଆ ମଲ୍ ଠାରେ ବହୁ ପ୍ରତିକ୍ଷୀତ ବ୍ୟୟ ବହୁଳ ଓଡ଼ିଆ ଚଳଚ୍ଚିତ୍ର “ପ୍ରଥା” ର ଗୀତ ରିଲିଜ୍ ହୋଇଯାଇଛି। ସେଇ ଅବସରରେ ମଲ୍ ରେ ବହୁ ସିନେ ପ୍ରେମୀ ଉପସ୍ଥିତ ଥିଲେ। ତା ସହିତ ସିନେମା ର ନିର୍ଦ୍ଦେଶକ କେ ମୁରଲୀକ୍ରିଷ୍ଣା, ସହ- ପ୍ରଯୋଜକ ସଞ୍ଜୟ କୁମାର ପଟେଲ, ନାୟକ ସ୍ୱରାଜ, ସଙ୍ଗୀତ ନିର୍ଦ୍ଦେଶକ ଅସଦ ନିଜାମ, ସିନେ ପ୍ରଯୋଜକ ସଚ୍ଚିକାନ୍ତ ଜେନା, ବଲିଉଡ କଣ୍ଠଶିଳ୍ପୀ କ୍ରିଷ୍ଣା ବେଉରା, ଅନ୍ତରା ଚକ୍ରବର୍ତ୍ତୀ, କୁଲଦୀପ ପଟ୍ଟନାୟକ, ସତ୍ୟଜିତ ପ୍ରଧାନ, ଅସୀମା ପଣ୍ଡା, ନାଭ୍ୟା, ଅଭିନେତା ଡିସ୍କୋ ରେଡ୍ଡୀ, ମିଡ଼ିଆ ପ୍ଲାନର ମୁଖ୍ୟ ପ୍ରଣୟ ଜେଠୀ ଏବଂ ଏସ ଏସ କେବୁଲ ର ମୁଖ୍ୟ ସୁକାନ୍ତ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ଆର.ଜେ ଗୁଡ୍ଡୀ ଏବଂ କମେଡିଆନ ପୁଷ୍ପକ ଙ୍କ ଯୁଗଳବନ୍ଦୀ ରେ ଗୀତ ରିଲିଜ୍ ପର୍ବ ବେଶ ସୁନ୍ଦର ଭାବରେ ସଂଯୋଜନା ହୋଇଥିଲା।

ଅନେକ ବର୍ଷ ବ୍ୟବଧାନ ରେ ଏକ ନିଛକ ପାରମ୍ପରିକ ମୌଳିକ କାହାଣୀ ସହିତ ବିଗ ବଜେଟ ର ଆକ୍ସନ ଫିଲ୍ମର ଟ୍ରେଲର ଆଗରୁ ଦେଖି ଯେତିକି ଉତ୍ସାହିତ ହେଇଥିଲେ ଦର୍ଶକ ଗୀତ ରିଲିଜ୍ ଉତ୍ସବ ରେ ମଧ୍ୟ ବେଶ ଉତ୍ସାହିତ ଥିଲେ। ଓଡ଼ିଆ ଝିଅ ସନଲିଶା ପଟେଲ ଦିଲ୍ଲୀ ରେ ଅବସ୍ଥାପିତ ହୋଇ ଓଡ଼ିଆ ଦର୍ଶକ ଙ୍କ ପାଇଁ କିଛି ନୂଆ ପ୍ରକାର ମନୋରଞ୍ଜନ ଯୋଗାଇଦେବା ପାଇଁ ମନବଳେଇବା କମ୍ କଥା ନୁହେଁ। ତେବେ ଆଜି ଡି ଏନ୍ ରେଗାଲିଆ ମଲ୍ ରେ ପ୍ରଥା ଚଳଚ୍ଚିତ୍ର ର ଗୀତ ଦେଖିଲା ପରେ ଓଡ଼ିଆ ଚଳଚ୍ଚିତ୍ର ର ନିର୍ମାଣ ଶୈଳୀ କେତେ ଉଚ୍ଚ କୋଟିର ଉପସ୍ଥିତ ଦର୍ଶକ ମାନେ ନିଜ ନିଜ ବକ୍ତବ୍ୟ ରେ ବଖାଣି ଥିଲେ। ଶିଶୁ କଳାକାର ରୁ ନାୟକ ସାଜି ଆଜି ଆକ୍ସନ ହିରୋ ଭାବେ ନିଜର ନିଖୁଣ ଅଭିନୟ ଦେଖାଇଥିବା ସ୍ୱରାଜ ବାରିକ ଙ୍କ ପ୍ରଶଂସା ସବୁରି ମୁହଁ ରୁ ଶୁଣିବାକୁ ମିଳିଥିଲା। ଓଲିଉଡ଼ ଅଭିନେତ୍ରୀ ଶୀତଲ ଙ୍କ ଅଭିନୟ ମଧ୍ୟ ମତୁଆଲା କରିଛି ଦର୍ଶକ ଙ୍କୁ, ହେଲେ ମୁମ୍ବାଇ ର ଅଭିନେତ୍ରୀ ସିମ୍ରନ୍ କୌର ଙ୍କ ଉପରେ ଦର୍ଶକ ଙ୍କ ନଜର ଜୋର ଥିଲା। ନିର୍ଦ୍ଦେଶକ କେ ମୁରଳୀକ୍ରିଷ୍ଣା ଙ୍କ ବଳିଷ୍ଠ ନିର୍ଦ୍ଦେଶନା ରେ ନିର୍ମିତ ପ୍ରଥା ଚଳଚ୍ଚିତ୍ର ନିଶ୍ଚିତ ଲୋକାଦୃତ ହେବ ଏଥିରେ ସନ୍ଦେହ ନାହିଁ ବୋଲି ପ୍ରଶଂସକ ମହଲ ରେ ଗୁଣୁଗୁଣୁ ଶୁଭୁଥିଲା।

‘ପ୍ରଥା’ ହେଉଛି ଆମ ଓଡ଼ିଶାର କାହାଣୀ, ଆମ ଗାଁ’ ର କାହାଣୀ। ଏହି କାହାଣୀ ଆମ ଓଡ଼ିଶାର ପ୍ରଥା ଓ ପରମ୍ପରା ଉପରେ ଆଧାରିତ। ପ୍ରଥମ ଥର ପାଇଁ ସ୍ବରାଜ ଏବଂ ଶୀତଲ ସ୍କ୍ରିନ ସେୟାର କରିଛନ୍ତି। ତାଙ୍କ ସହିତ ମୁଖ୍ୟ ଚରିତ୍ର ରେ ଅଛନ୍ତି ମୁମ୍ବାଇ ଅବସ୍ଥାପିତ ମଡେଲ ଅଭିନେତ୍ରୀ ସିମ୍ରନ୍ କୌର। ସିମ୍ରନ୍ ଲୋକପ୍ରିୟ ଆନିମେସନ୍ ସିରିଜ୍‌ ‘ଡୋରେମନ୍’ର ନୋବିତା ଚରିତ୍ରର ଭଏସ୍ ଆର୍ଟିଷ୍ଟ। ଏମାନଙ୍କ ବ୍ୟତୀତ ଚୌଧୁରୀ ବିକାଶ ଦାସ, ବବି ମିଶ୍ର, ଯଶ ଆଲୱାହଟ୍‌ (ବଲିଉଡ୍ ଅଭିନେତା), ଆଶୁ ବର୍ମା (ପଞ୍ଜାବର ମଡେଲ, ଅଭିନେତା ଓ ନିର୍ଦ୍ଦେଶକ), ରବି ମିଶ୍ର, ସତିଶ୍‌ ପଟେଲ, ଇଲ୍ଲୁ ବାନାର୍ଜୀ, ଚୌଧୁରୀ ଜୟପ୍ରକାଶ ଦାସ, ଡିସ୍କୋ ରେଡ୍ଡୀ ଏବଂ ଅସିତା ଶତପଥୀଙ୍କୁ ମଧ୍ୟ ଅନ୍ୟାନ୍ୟ ଭୂମିକାରେ ଦେଖିବାକୁ ମିଳିବ।
ତେବେ ଫିଲ୍ମ ରିଲିଜ ପାଇଁ ସମସ୍ତ ପ୍ରସ୍ତୁତି ସରିଯାଇଥିବା ବେଳେ ପବିତ୍ର ଗଣେଶ ପୂଜା ଉପଲକ୍ଷେ ଆସନ୍ତା ସେପ୍ଟେମ୍ବର ୧୫ ତାରିଖରେ ସାରା ଓଡ଼ିଶାରେ ମୁକ୍ତିଲାଭ କରିବ।  ଚଳଚ୍ଚିତ୍ର ର ପ୍ରଚାର ଚାରିଆଡେ ବିଭିନ୍ନ ଗଣମାଧ୍ୟମ ତଥା ପୋଷ୍ଟର ମାଧ୍ୟମରେ ଆରମ୍ଭ ହୋଇଯାଇଛି।

ଏହି ଚଳଚ୍ଚିତ୍ରରେ ଡିଓପି ନରେନ୍ଦ୍ର ଗୌଡ଼, ସଙ୍ଗୀତ ନିର୍ଦ୍ଦେଶନା ଅସଦ ନିଜାମ, ସଂଳାପ ବିଜୟ କୁମାର ରାଉଳ, କୋରିଓଗ୍ରାଫର ଆରିୟନ୍‌ ଓ ଲାଇନ୍ ପ୍ରଡ୍ୟୁସର ବିଜୟ ପାତ୍ର ଅଛନ୍ତି। ‘ପ୍ରଥା’ ଚଳଚ୍ଚିତ୍ରଟି କୋରାପୁଟ ସମେତ ସୁଦୂର ଦିଲ୍ଲୀ ଏବଂ ରାଜସ୍ଥାନରେ ସୁଟ୍ ହୋଇଛି। ତେବେ ଆସନ୍ତା ସେପ୍ଟେମ୍ବର ୧୫ ରେ ମୁକ୍ତିଲାଭ କଲେ ଗଣେଶ ପୂଜା ବଜାର ସରଗରମ ହେବ ବୋଲି ଦର୍ଶକ ଙ୍କ ମନରେ ଉତ୍କଣ୍ଠା ରହିଛି। ଏହାର ପ୍ରଚାର ଓ ପ୍ରସାର ଦାୟିତ୍ୱ ରେ ଅଛନ୍ତି ମିଡିଆ ପ୍ଲାନର ମୁଖ୍ୟ ପ୍ରଣୟ ଜେଠୀ।

Categories
ଆଜିର ଖବର ରାଜ୍ୟ ଖବର ସିନେମା

ବ୍ୟୟ ବହୁଳ ଓଡ଼ିଆ ଚଳଚ୍ଚିତ୍ର “ପ୍ରଥା” ର ଟ୍ରେଲର ରିଲିଜ୍, ଗଣେଶ ପୂଜା ଉପଲକ୍ଷେ ଶୁଭମୁକ୍ତି

ଭୁବନେଶ୍ଵର: ବହୁ ପ୍ରତିକ୍ଷୀତ “ପ୍ରଥା” ର ଟ୍ରେଲର ଆଜି ବହୁ ସିନେ ପ୍ରେମୀ, ସିନେ ସମୀକ୍ଷକ ତଥା ନିର୍ଦ୍ଦେଶକ ଓ ପ୍ରଯୋଜକଙ୍କ ଗହଣରେ ଭୁବନେଶ୍ୱର ସ୍ଥିତ ସିନେପଲିସ ଠାରେ ପ୍ରଦର୍ଶନ ହୋଇଯାଇଛି। ଅନେକ ବର୍ଷ ବ୍ୟବଧାନରେ ଏକ ନିଛକ ପାରମ୍ପରିକ ମୌଳିକ କାହାଣୀ ସହିତ ବିଗ ବଜେଟର ଆକ୍ସନ ଫିଲ୍ମର ଟ୍ରେଲର ଦେଖି ଉପସ୍ଥିତ ସମସ୍ତ ଦର୍ଶକ ବେଶ ଉତ୍ସାହିତ ଥିଲେ।

ଓଡ଼ିଆ ଝିଅ ସନଲିଶା ପଟେଲ ଦିଲ୍ଲୀରେ ଅବସ୍ଥାପିତ ହୋଇ ଓଡ଼ିଆ ଦର୍ଶକଙ୍କ ପାଇଁ କିଛି ନୂଆ ପ୍ରକାର ମନୋରଞ୍ଜନ ଯୋଗାଇଦେବା ପାଇଁ ମନବଳେଇବା କମ୍ କଥା ନୁହେଁ। ତେବେ ଆଜି ସିନେପଲିସ ପ୍ରେକ୍ଷାଳୟରେ ପ୍ରଥା ଚଳଚ୍ଚିତ୍ରର ଟ୍ରେଲର ଦେଖିଲା ପରେ ଓଡ଼ିଆ ଚଳଚ୍ଚିତ୍ରର ନିର୍ମାଣ ଶୈଳୀ କେତେ ଉଚ୍ଚରେ ଆମନ୍ତ୍ରିତ ଅତିଥିମାନେ ନିଜ ନିଜ ବକ୍ତବ୍ୟରେ ବଖାଣି ଥିଲେ।

ଶିଶୁ କଳାକାରରୁ ନାୟକ ସାଜି ଆଜି ଆକ୍ସନ ହିରୋ ଭାବେ ନିଜର ନିଖୁଣ ଅଭିନୟ ଦେଖାଇଥିବା ସ୍ୱରାଜ ବାରିକଙ୍କ ପ୍ରଶଂସା ସବୁରି ମୁହଁ ରୁ ଶୁଣିବାକୁ ମିଳିଥିଲା। ଓଲିଉଡ଼ ଅଭିନେତ୍ରୀ ଶୀତଲଙ୍କ ଅଭିନୟ ମଧ୍ୟ ମତୁଆଲା କରିଛି ଦର୍ଶକଙ୍କୁ, ହେଲେ ମୁମ୍ବାଇର ଅଭିନେତ୍ରୀ ସିମ୍ରନ୍ କୌରଙ୍କ ଉପରେ ଦର୍ଶକଙ୍କ ନଜର ଜୋର ଥିଲା।

ନିର୍ଦ୍ଦେଶକ କେ ମୁରଳୀକ୍ରିଷ୍ଣାଙ୍କ ବଳିଷ୍ଠ ନିର୍ଦ୍ଦେଶନାରେ ନିର୍ମିତ ପ୍ରଥା ଚଳଚ୍ଚିତ୍ର ନିଶ୍ଚିତ ଲୋକାଦୃତ ହେବ ଏଥିରେ ସନ୍ଦେହ ନାହିଁ ବୋଲି ପ୍ରଶଂସକ ମହଲରେ ଗୁଣୁଗୁଣୁ ଶୁଭୁଥିଲା।  ପ୍ରଥା ଚଳଚ୍ଚିତ୍ରର ଟ୍ରେଲର ପ୍ରଦର୍ଶନରେ ଅତିଥି ଭାବେ ବରିଷ୍ଠ ଅଭିନେତ୍ରୀ ତନ୍ଦ୍ରା ରାୟ, କୁନା ତ୍ରିପାଠୀ ପ୍ରମୁଖ ଯୋଗଦେଇଥିଲେ।

‘ପ୍ରଥା’ ହେଉଛି ଆମ ଓଡ଼ିଶାର କାହାଣୀ, ଆମ ଗାଁ’ ର କାହାଣୀ। ଏହି କାହାଣୀ ଆମ ଓଡ଼ିଶାର ପ୍ରଥା ଓ ପରମ୍ପରା ଉପରେ ଆଧାରିତ। ପ୍ରଥମ ଥର ପାଇଁ ସ୍ବରାଜ ଏବଂ ଶୀତଲ ସ୍କ୍ରିନ ସେୟାର କରିଛନ୍ତି l ତାଙ୍କ ସହିତ ମୁଖ୍ୟ ଚରିତ୍ର ରେ ଅଛନ୍ତି ମୁମ୍ବାଇ ଅବସ୍ଥାପିତ ମଡେଲ ଅଭିନେତ୍ରୀ ସିମ୍ରନ୍ କୌର। ସିମ୍ରନ୍ ଲୋକପ୍ରିୟ ଆନିମେସନ୍ ସିରିଜ୍‌ ‘ଡୋରେମନ୍’ର ନୋବିତା ଚରିତ୍ରର ଭଏସ୍ ଆର୍ଟିଷ୍ଟ। ଏମାନଙ୍କ ବ୍ୟତୀତ ଚୌଧୁରୀ ବିକାଶ ଦାସ, ବବି ମିଶ୍ର, ଯଶ ଆଲୱାହଟ୍‌ (ବଲିଉଡ୍ ଅଭିନେତା), ଆଶୁ ବର୍ମା (ପଞ୍ଜାବର ମଡେଲ, ଅଭିନେତା ଓ ନିର୍ଦ୍ଦେଶକ), ରବି ମିଶ୍ର, ସତିଶ୍‌ ପଟେଲ, ଇଲ୍ଲୁ ବାନାର୍ଜୀ, ଚୌଧୁରୀ ଜୟପ୍ରକାଶ ଦାସ, ଡିସ୍କୋ ରେଡ୍ଡୀ ଏବଂ ଅସିତା ଶତପଥୀଙ୍କୁ ମଧ୍ୟ ଅନ୍ୟାନ୍ୟ ଭୂମିକାରେ ଦେଖିବାକୁ ମିଳିବ।
ତେବେ ଫିଲ୍ମ ରିଲିଜ ପାଇଁ ସମସ୍ତ ପ୍ରସ୍ତୁତି ସରିଯାଇଥିବା ବେଳେ ଅଗଷ୍ଟ ୨୧ ତାରିଖ ରେ ପ୍ରଥା ର ପ୍ରଥମ ଗ୍ଲିମ୍ପସେସ୍ ରିଲିଜ ହେଇଯାଇଛି ଏବଂ ପବିତ୍ର ଗଣେଶ ପୂଜା ଉପଲକ୍ଷେ ଆସନ୍ତା ସେପ୍ଟେମ୍ବର ୧୫ ତାରିଖରେ ସାରା ଓଡ଼ିଶାରେ ମୁକ୍ତିଲାଭ କରିବ। ଚଳଚ୍ଚିତ୍ର ର ପ୍ରଚାର ଚାରିଆଡେ ବିଭିନ୍ନ ଗଣମାଧ୍ୟମ ତଥା ପୋଷ୍ଟର ମାଧ୍ୟମରେ ଆରମ୍ଭ ହୋଇଯାଇଛି।

ଏହି ଚଳଚ୍ଚିତ୍ରରେ ଡିଓପି ନରେନ୍ଦ୍ର ଗୌଡ଼, ସଙ୍ଗୀତ ନିର୍ଦ୍ଦେଶନା ଅସଦ ନିଜାମ, ସଂଳାପ ବିଜୟ କୁମାର ରାଉଳ, କୋରିଓଗ୍ରାଫର ଆରିୟନ୍‌ ଓ ଲାଇନ୍ ପ୍ରଡ୍ୟୁସର ବିଜୟ ପାତ୍ର ଅଛନ୍ତି। ‘ପ୍ରଥା’ ଚଳଚ୍ଚିତ୍ରଟି କୋରାପୁଟ ସମେତ ସୁଦୂର ଦିଲ୍ଲୀ ଏବଂ ରାଜସ୍ଥାନରେ ସୁଟ୍ ହୋଇଛି। ତେବେ ଆସନ୍ତା ସେପ୍ଟେମ୍ବର ୧୫ ରେ ମୁକ୍ତିଲାଭ କଲେ ଗଣେଶ ପୂଜା ବଜାର ସରଗରମ ହେବ ବୋଲି ଦର୍ଶକଙ୍କ ମନରେ ଉତ୍କଣ୍ଠା ରହିଛି। ଏହାର ପ୍ରଚାର ଓ ପ୍ରସାର ଦାୟିତ୍ୱ ରେ ଅଛନ୍ତି ମିଡିଆ ପ୍ଲାନର ମୁଖ୍ୟ ପ୍ରଣୟ ଜେଠୀ।

Categories
ଆଜିର ଖବର ରାଜ୍ୟ ଖବର ସିନେମା

ଓଡିଆ ଚଳଚ୍ଚିତ୍ର ‘ପ୍ରଥା’ ଶୁଟିଂ ସେଟ୍ ର ଫଟୋ ଭାଇରାଲ୍

ଭୁବନେଶ୍ଵର: ଓଡିଆ ଚଳଚ୍ଚିତ୍ର ଜଗତ ପୁଣି ଚଳଚଞ୍ଚଳ ହେଉଛି। ଏଇ କିଛିଦିନ ତଳେ ଏକ ନିଛକ ଓଡିଆ କାହାଣୀକୁ ନେଇ ସାନଲିସା ସିଗ୍ନେଚର ଫିଲ୍ମ୍ସର ପ୍ରଥମ ଅବଦାନ ‘ପ୍ରଥା’ର ମହୁରତ ଭୁବନେଶ୍ବରର ଏକ ଘରୋଇ ପଞ୍ଚତରକା ହୋଟେଲରେ ହୋଇଥିଲା ଓ ପରେ ‘ପ୍ରଥା’ର ଶୁଟିଂ ଓଡ଼ିଶାର ଭିନ୍ନ ଭିନ୍ନ ଜାଗାରେ ସବୁଜ ବନାନୀ ମଧ୍ୟରେ ଜୋରସୋର ରେ ଚାଲିଛି।

ଆଜିର ଏଇ ଡିଜିଟାଲ ମିଡିଆ ଯୁଗରେ ଆଉ ଲୁଚିକି ରହୁନି ଶୁଟିଂ ସେଟ୍ ର ଫଟୋ। ସେମିତି ଏକ ଫଟୋ ଭାଇରାଲ୍ ହେଇଛି ‘ପ୍ରଥା’ ର କୋରାପୁଟ ଶୁଟିଂ ସେଟ୍ ରୁ, ଯେଉଁଥିରେ ଶୀତଲ ଓ ଲଭରବୟ ସ୍ଵରାଜ ଏକ ନୂତନ ଅବତାରରେ ଅଛନ୍ତି। ଲମ୍ବା କେଶ ଓ ଦାଢି ସହ ସ୍ଵରାଜଙ୍କୁ ଏକ ସାଧାରଣ ଆଦିବାସୀ ଅବତାରରେ ଓ ଶୀତଲଙ୍କୁ ଏକ ସହରୀ ଝିଅ ଅବତାରରେ ଏହି ଫଟୋରେ ଦେଖିବାକୁ ମିଳିଛି। ସ୍ଵରାଜଙ୍କ ଏହି ନୂଆ ଚରିତ୍ର ନିଶ୍ଚତ ଫିଲ୍ମକୁ ସଫଳତା ଦେବ ବୋଲି ସୋସିଆଲ ମିଡିଆ ରେ ଚର୍ଚା ଚାଲିଛି।

ସାନଲିସା ପଟେଲଙ୍କ ପ୍ରଯୋଜିତ ‘ପ୍ରଥା’ର ନିର୍ଦେଶକ ହେଉଛନ୍ତି କେ. ମୂରଲୀ କ୍ରୀଷ୍ଣା। ସେ କହିଛନ୍ତି, ‘ପ୍ରଥା’ ହେଉଛି ଆମ ଓଡ଼ିଶାର କାହାଣୀ, ଆମ ଗାଁ’ର କାହାଣୀ। ଯେପରି ଏଇ କାହାଣୀର ନା’ କହୁଚି,ଏହି କାହାଣୀ ଆମ ଓଡ଼ିଶାର ପ୍ରଥା ଓ ପରମ୍ପରା ଉପରେ ଆଧାରିତ। ଗ୍ରାମାଞ୍ଚଳର ଜୀବନ ବଞ୍ଚିବା ଶୈଳୀ ଏବଂ ସହରାଞ୍ଚଳର ଜୀବନ ବଞ୍ଚିବା ଶୈଳୀ କେତେ ଅଲଗା,ସେଇଟା ଆମେ ଏହି ଚଳଚିତ୍ର ମାଧ୍ୟମରେ ଦେଖିବାକୁ ପାଇବା। ଏକାଭଳି ପରିସ୍ଥିତିରେ ଥିଲେବି ଦୁଇଟା ଲୋକଙ୍କର ଜୀବନ କେତେ ଅଲଗା ହେଇପାରେ ତାହା ଏଇ ଚଳଚିତ୍ର ମାଧ୍ୟମରେ ଆମେ ଆପଣଙ୍କୁ ଦେଖାଇବାର ପ୍ରୟାସଃ କରିଛୁ।

‘ପ୍ରଥା’ର ମୁଖ୍ୟ ଭୂମିକାରେ ଅଛନ୍ତି ସ୍ବରାଜ ବାରିକ, ଶୀତଲ ପାତ୍ର ଓ ସିମ୍ରନ କୌର। ସିମ୍ରନ କୌର ହେଉଛନ୍ତି ଜଣେ ବଲିଉଡ୍ ଅଭିନେତ୍ରୀ ଓ ମଡେଲ। ଏହାଛଡା ସେ ମଧ୍ୟ ଲୋକପ୍ରିୟ ଏନିମେସନ୍ ସିରୀଜ ଡୋରେମନ୍ ର ଭଏସ୍ ଆର୍ଟିଷ୍ଟ ଯିଏ ନୋବିତା ପାଇଁ ଭଏସ୍ ଦିଅନ୍ତି। ଏମାନଙ୍କ ଛଡା ଚୌଧୁରୀ ବିକାଶ ଦାସ, ବବି ମିଶ୍ର, ଯଶଃ ଆଲୱାହଟ (ବଲିଉଡ୍ ଅଭିନେତା), ଆଶୁ ବର୍ମା (ପଞ୍ଜାବର ମଡେଲ, ଅଭିନେତା ଏବଂ ନିର୍ଦ୍ଦେଶକ), ରବି ମିଶ୍ର, ସତିଶ ପଟେଲ ଓ ଇଲ୍ଲୁ ବାନର୍ଜୀଙ୍କୁ ମଧ୍ୟ ଅନ୍ୟାନ୍ୟ ଭୂମିକାରେ ଦେଖିବାକୁ ମିଳିବ।

ସ୍ଵରାଜ ଲଭରବୟ ଭୂମିକାରୁ ବାହାରି ଏକ ନୂତନ ଧରଣର ଚରିତ୍ରରେ ଅଭିନୟ କରିବା ପ୍ରଥମ। ସିତଲଙ୍କୁ ଜଣେ ଗାଁ ଝିଅର ଭୂମିକାରେ ଆମେ ଦେଖିବାକୁ ପାଇବା। ଏହା ଛଡା ବଲିଉଡ୍ ଅଭିନେତ୍ରୀ ସିମ୍ରନ କୌର ଜଣେ ଆଧୁନିକ, ସ୍ବାଧୀନ ନାରୀର ଚରିତ୍ରରେ ଆସିବେ।
ଉଭୟ ଶିତଲ ଏବଂ ସିମ୍ରନ ଭିନ୍ନ ଭିନ୍ନ ପରିବେଶରେ ରହି ମଧ୍ୟ କିପରି ଏକା ଭଳି ପରିସ୍ଥିତିର ସମ୍ମୁଖୀନ ହେଉଛନ୍ତି ଏବଂ ଦୁହେଁ ସେହି ପରିସ୍ଥିତି ସମନ୍ନା କିପରି କରୁଛନ୍ତି, ତାହା ‘ପ୍ରଥା’ କାହାଣୀର ଏକ ମୁଖ୍ୟ ଅଂଶ। ଏହା ଆଜିକା ସମୟରେ ଗ୍ରାମାଞ୍ଚଳର ନାରୀ ଏବଂ ସହରାଞ୍ଚଳର ନାରୀ ମଧ୍ୟରେ ଥିବା ଅନ୍ତରକୁ ପରିବେଷିତ କରିବା। ଚଳଚିତ୍ରଟି କୋରାପୁଟ, ଦିଲ୍ଲୀ ଏବଂ ରାଜସ୍ଥାନରେ ଶୂଟ୍ ହେବ।

Categories
ଆଜିର ଖବର ରାଜ୍ୟ ଖବର ସିନେମା

ପୁଣି ଏକ ନିଛକ ଓଡିଆ କାହାଣୀକୁ ନେଇ ମହୁରତ୍ ହେଲା ଚଳଚ୍ଚିତ୍ର ‘’ପ୍ରଥା’’

ଭୁବନେଶ୍ବର: ଓଡିଆ ଚଳଚ୍ଚିତ୍ର ଜଗତ ପୁଣି ଚଳଚଞ୍ଚଳ ହେଉଛି। ଦର୍ଶକ ମାନେ ନିଜ ମନ ମୁତାବକ ଚଳଚ୍ଚିତ୍ର ଦେଖିବାକୁ ପାଉଥିବାରୁ ପୁଣି ଫେରିଛନ୍ତି ଫିଲ୍ମ ହଲ କୁ ନିଜର ମନପସନ୍ଦ ର ଚଳଚ୍ଚିତ୍ର ଦେଖିବା ପାଇଁ, କାରଣ ଓଡିଆ ଦର୍ଶକ ଖୋଜୁଥିବା ଆମ ରାଜ୍ୟର ପରମ୍ପରା ଓ ରୀତିନୀତିକୁ ନେଇ ହେଉଥିବା କାହାଣୀ ପୁଣି ଦେଖିବାକୁ ପାଇଛନ୍ତି। ନିକଟରେ ସୁପରହିଟ ହୋଇଥିବା ଚଳଚ୍ଚିତ୍ର ‘ଦମନ’ ଓ ‘ପ୍ରତୀକ୍ଷା’ ତା’ର ଉଦାହରଣ। ସେହିପରି ଏକ ନିଛକ ଓଡିଆ କାହାଣୀ କୁ ନେଇ ଆସୁଛି ସାନ୍ଲିସା ସିଗ୍ନେଚର ଫିଲ୍ମ୍ସର ପ୍ରଥମ ଅବଦାନ ‘ପ୍ରଥା’।

ଭୁବନେଶ୍ବରର ଏକ ଘରୋଇ ପଞ୍ଚତରକା ହୋଟେଲରେ ଏହି ଚଳଚ୍ଚିତ୍ରର ମହୁରତ୍ ହୋଇଯାଇଛି। ଏହି ଅବସରରେ ଓଡିଆ ଚଳଚ୍ଚିତ୍ର ଜଗତର ଭେଟେରାନ୍ ଅଭିନେତା ଉତ୍ତମ ମହାନ୍ତିଙ୍କ ସହ ‘ପ୍ରଥା’ ର ନିର୍ଦ୍ଦେଶକ କେ ମୂରଲୀକ୍ରିଷ୍ନା , ପ୍ରଯୋଜିକା ସାନଲିଶା ପଟେଲ୍, ଅଭିନେତା ଓ ଅଭିନେତ୍ରୀଙ୍କ ଛଡା ଅନ୍ୟାନ୍ୟ କ୍ରୁ ସଦସ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ।

‘ପ୍ରଥା’ ହେଉଛି ଆମ ଓଡ଼ିଶାର କାହାଣୀ, ଆମ ଗାଁ’ର କାହାଣୀ। ଯେପରି ଏଇ କାହାଣୀର ନାଁ ସେହିପରି ଏହି କାହାଣୀ ଆମ ଓଡ଼ିଶାର ପ୍ରଥା ଓ ପରମ୍ପରା ଉପରେ ଆଧାରିତ। ଏଥିରେ ମୁଖ୍ୟ ଭୂମିକାରେ ଅଛନ୍ତି ସ୍ବରାଜ ବାରିକ, ଶୀତଲ ପାତ୍ର ଓ ମୁମ୍ବାଇ ର ଜଣେ ଅଭିନେତ୍ରୀ ତଥା ମଡେଲ ସିମ୍ରନ କୌର। ସିମ୍ରନ ଲୋକପ୍ରିୟ ଏନିମେସନ୍ ସିରିଜ ଡୋରେମନ୍ ର ଭଏସ୍ ଆର୍ଟିଷ୍ଟ ଯିଏ ନୋବିତା ପାଇଁ ଭଏସ୍ ଦିଅନ୍ତି। ଏମାନଙ୍କ ଛଡା ଚୌଧୁରୀ ବିକାଶ ଦାସ, ବବି ମିଶ୍ର, ଯଶଃ ଆଲୱାହଟ (ବଲିଉଡ୍ ଅଭିନେତା), ଆଶୁ ବର୍ମା (ପଞ୍ଜାବର ମଡେଲ, ଅଭିନେତା ଏବଂ ନିର୍ଦ୍ଦେଶକ), ରବି ମିଶ୍ର, ସତିଶ ପଟେଲ ଓ ଇଲ୍ଲୁ ବାନର୍ଜୀ, ଚୌଧୁରୀ ଜୟପ୍ରକାଶ ଦାସ ଏବଂ ଅସିତା ଶତପଥି ଙ୍କୁ ମଧ୍ୟ ଅନ୍ୟାନ୍ୟ ଭୂମିକାରେ ଦେଖିବାକୁ ମିଳିବ।

ଆମେ ଯୁଗ ଯୁଗନ୍ତାରୁ ବହୁତ କିଛି ପ୍ରଥା, ପରମ୍ପରା ଓ ରୀତିନୀତି ବିନା ପ୍ରଶ୍ନରେ ମାନି ଆସୁଛେ। ଏଗୁଡିକ ମଧ୍ୟରୁ କିଛି ଭଲ ଆଉ କିଛି କ୍ଷତିକାରକ। ଏମିତି ବି କିଛି ପ୍ରଥା ଓ ରୀତିନୀତି ଅଛି ଯାହା ପୂର୍ବ କାଳରେ ଉପଯୁକ୍ତ ଥିଲା ହେଲେ ଆଜିର ସମୟରେ ମୂଲ୍ୟହୀନ। ଏସବୁ ଜାଣି ମଧ୍ୟ ଆମେ ସେ ସବୁକୁ ଅନୁକରଣ କରି ଅସୁଛେ। କାହାଣୀଟି ସେହିପରି କିଛି ପ୍ରଥା, ପରମ୍ପରା, ରୀତିନୀତି ଏବଂ ଏଥିରେ ଥିବା କିଛି ବିଶ୍ବାସ, ଅବିଶ୍ବାସ ଓ ଏଥିରେ ଆସିଥିବା ପରିବର୍ତ୍ତନକୁ ଆମ ସାଧାରଣ ଲୋକ କିପରି ଅପଣାଇବାକୁ ସକ୍ଷମ ଏବଂ ଅକ୍ଷମ ହେଉଛନ୍ତି, ତାକୁ ହିଁ ବ୍ୟାକ୍ଷା କରୁଛି।

ଗ୍ରାମାଞ୍ଚଳର ଜୀବନ ବଞ୍ଚିବା ଶୈଳୀ ଏବଂ ସହରାଞ୍ଚଳର ଜୀବନ ବଞ୍ଚିବା ଶୈଳୀ କେତେ ଅଲଗା, ସେଇଟା ଆମେ ଏହି ଚଳଚ୍ଚିତ୍ର ମାଧ୍ୟମରେ ଦେଖିବାକୁ ପାଇବା। ଏକା ଭଳି ପରିସ୍ଥିତିରେ ଥିଲେ ବି ଦୁଇଟା ଲୋକଙ୍କର ଜୀବନ କେତେ ଅଲଗା ହେଇପାରେ ତାହା ଏଇ ଚଳଚ୍ଚିତ୍ର ମାଧ୍ୟମରେ ନିର୍ଦ୍ଦେଶକ କେ. ମୂରଲୀ କ୍ରୀଷ୍ଣା ଆପଣଙ୍କୁ ଦେଖାଇବାର ପ୍ରୟାସ କରିବେ।

ସ୍ଵରାଜ ଲଭରବୟ ଭୂମିକାରୁ ବାହାରି ଏକ ନୂତନ ଧରଣର ଚରିତ୍ରରେ ଅଭିନୟ କରିବା ପ୍ରଥମ। ଶୀତଲଙ୍କୁ ଜଣେ ଗାଁ ଝିଅର ଭୂମିକାରେ ଆମେ ଦେଖିବାକୁ ପାଇବା। ଏହା ଛଡା ବଲିଉଡ୍ ଅଭିନେତ୍ରୀ ସିମ୍ରନ କୌର ଜଣେ ଆଧୁନିକ, ସ୍ବାଧୀନ ନାରୀର ଚରିତ୍ରରେ ଆସିବେ।
ଉଭୟ ଶିତଲ ଏବଂ ସିମ୍ରନ ଭିନ୍ନ ଭିନ୍ନ ପରିବେଶରେ ରହି ମଧ୍ୟ କିପରି ଏକା ଭଳି ପରିସ୍ଥିତିର ସମ୍ମୁଖୀନ ହେଉଛନ୍ତି ଏବଂ ଦୁହେଁ ସେହି ପରିସ୍ଥିତି ସାମ୍ନା କିପରି କରୁଛନ୍ତି, ତାହା ‘ପ୍ରଥା’ କାହାଣୀର ଏକ ମୁଖ୍ୟ ଅଂଶ। ଏହା ଆଜିକା ସମୟରେ ଗ୍ରାମାଞ୍ଚଳର ନାରୀ ଏବଂ ସହରାଞ୍ଚଳର ନାରୀ ମଧ୍ୟରେ ଥିବା ଅନ୍ତରକୁ ପରିବେଷିତ କରିବା। ଚଳଚ୍ଚିତ୍ର ଟି କୋରାପୁଟ, ଦିଲ୍ଲୀ ଏବଂ ରାଜସ୍ଥାନରେ ଶୂଟ୍ ହେବ ବୋଲି ପ୍ରଯୋଜନା ସଂସ୍ଥା ତରଫରୁ ସୂଚନା ଅଛି।

ଚଳଚ୍ଚିତ୍ର ପ୍ରଥା ର ଅନ୍ୟାନ୍ୟ ଦାୟିତ୍ୱ ରେ ଯେମିତି କି ଡିଓପି ନରେନ୍ଦ୍ର ଗୌଡ଼, ସଙ୍ଗୀତ ନିର୍ଦ୍ଦେଶନା ଅସଦ ନିଜାମ, ସଂଳାପ ବିଜୟ କୁମାର ରାଉଳ, କୋରିଓଗ୍ରାଫର ଆରିୟନ ଓ ଲାଇନ୍ ପ୍ରଡୁସର ବିଜୟ ପାତ୍ର ଅଛନ୍ତି। ମହୁରତ ଉତ୍ସବର ମଞ୍ଚ ପରିଚାଳନା ଦାୟିତ୍ୱରେ ଥିଲେ ଲୋକପ୍ରିୟ ଆଙ୍କର ଆର.ଜେ ଗୁଡ୍ଡୀ। ଚଳଚ୍ଚିତ୍ର ପ୍ରଥା ର ପ୍ରଚାର ପ୍ରସାର ଦାୟିତ୍ୱ ରେ ଅଛନ୍ତି ମିଡ଼ିଆ ପ୍ଲାନର ମୁଖ୍ୟ ପ୍ରଣୟ ଜେଠୀ।