Categories
ଆଜିର ଖବର ରାଜ୍ୟ ଖବର

ପୂର୍ବତନ ବିଧାୟକ କାଙ୍ଗାଳି ପଣ୍ଡାଙ୍କ ବିୟୋଗ, ପିସିସି ସଭାପତିଙ୍କ ଶୋକ

ଭୁବନେଶ୍ୱର: ଧର୍ମଶାଳା ନିର୍ବାଚନ ମଣ୍ଡଳୀରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିବା କାଙ୍ଗାଳି ପଣ୍ଡାଙ୍କ ଆଜି ପରଲୋକ ହୋଇଯାଇଛି।  କାଙ୍ଗାଳିବାବୁ ଜଣେ ସ୍ପଷ୍ଟବାଦୀ, ଗାନ୍ଧୀବାଦୀ ନେତାଭାବେ ପରିଚିତ ଥିଲେ । ସେ ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ବହୁ ଜନମଙ୍ଗଳ କାର୍ଯ୍ୟ କରିଛନ୍ତି। ସେ କଂଗ୍ରେସର ଜଣେ ଟାଣୁଆ ନେତା ଭାବେ ସେ ବେଶ ପରିଚିତ ଥିଲେ।

କାଙ୍ଗାଳି ଚରଣ ପଣ୍ଡାଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ । ଶ୍ରୀ ପଟ୍ଟନାୟକ ତାଙ୍କ ଶୋକବାର୍ତାରେ କହିଛନ୍ତି ଯେ କାଙ୍ଗାଳି ବାବୁ ଦୀର୍ଘଦିନ ଧରି କଂଗ୍ରେସ ଦଳରେ ରହି ସଂଗଠନକୁ ସୁଦୃଢ଼ କରିବାପାଇଁ ସଦାସର୍ବଦା ଚେଷ୍ଟା ଜାରି ରଖିଥିଲେ । କାଙ୍ଗାଳି ବାବୁଙ୍କ ବିୟୋଗ ରାଜ୍ୟ ରାଜନୀତିରେ ବିଶେଷ କରି କଂଗ୍ରେସ ଦଳ ପାଇଁ ଅପୂରଣୀୟ କ୍ଷତି । ତାଙ୍କର ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ପିସିସି ସଭାପତି ଶ୍ରୀ ପଟ୍ଟନାୟକ ଗଭୀର ସମବେଦନା ଜଣାଇଛନ୍ତି ।

Categories
PanchayatElection ଆଜିର ଖବର ରାଜ୍ୟ ଖବର

ଭୁବନେଶ୍ୱର ୨୯ ନଂ ଜୋନରେ କଂଗ୍ରେସର ମାରାଥନ ପ୍ରଚାର

ଭୁବନେଶ୍ୱର: ଆଜି ଭୁବନେଶ୍ୱର ଏକାମ୍ର ନିର୍ବାଚନ ମଣ୍ଡଳୀ ଅର୍ନ୍ତଗତ ୨୯ ନଂ ଜିଲ୍ଲା ପରିଷଦ ଜୋନରେ କଂଗ୍ରେସର ମାରାଥନ ପ୍ରଚାର କରାଯାଇଛି । ଉକ୍ତ ଜୋନର କଂଗ୍ରେସ ପ୍ରାର୍ଥୀ ପ୍ରଶନ୍ନ ଦାସ ସପକ୍ଷରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ବିଶ୍ୱଜିତ ଦାଶଙ୍କ ନେତୃତ୍ୱରେ କୋରଡ଼କଂଟା ଗ୍ରାମରେ ପଦଯାତ୍ରା ଅନୁଷ୍ଠିତ ହୋଇଥିଲା । ଏଥିରେ ଶତାଧିକ କଂଗ୍ରେସ କର୍ମୀ ଯୋଗଦେଇ ବିଜେପି ଓ ବିଜେଡ଼ିର କଳା ଶାସନ ବିରୋଧରେ ଘରକୁ ଘର ଯାଇ ଜନସାଧାରଣଙ୍କୁ କହିବା ସହ କଂଗ୍ରେସ ଦଳର ପ୍ରାର୍ଥୀଙ୍କୁ ହାତ ଚିହ୍ନରେ ଭୋଟ ଦେଇ ସ୍ୱଚ୍ଛ ନିର୍ମଳ ଶାସନ ଆଣିବା ପାଇଁ ଅନୁରୋଧ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଏକାମ୍ର ନିର୍ବାଚନ ମଣ୍ଡଳୀର ବିଧାୟୀକା ପ୍ରାର୍ଥିନୀ ରଶ୍ମି ମହାପାତ୍ର, ପିସିସି ମୁଖପାତ୍ର ରଜନୀ ମହାନ୍ତି, ବ୍ଲକ ସଭାପତି ମିହିର ଆଚାର୍ଯ୍ୟ, ସୁବ୍ରତ ମହାପାତ୍ର, ବରିଷ୍ଠ କଂଗ୍ରେସ ନେତା ବେଣୁଧର ପାତ୍ର, ଉପସଭାନେତ୍ରୀ ଶୁଭଦ୍ରା ମିଶ୍ର, ବରିଷ୍ଠ କଂଗ୍ରେସ ନେତା ମୋହନ ଗାନ୍ଧୀ, କ୍ଷୀରୋଦ ବେହେରା, ସରୋଜ ମହାନ୍ତି, ଦେବୀପ୍ରସାଦ ସ୍ୱାଇଁ, ସେକ ତାକୁୱିନ ପ୍ରମୁଖ ଉପସ୍ଥିତ ଥିଲେ ।

Categories
ଆଜିର ଖବର ରାଜ୍ୟ ଖବର

ପଂଚାୟତ ନିର୍ବାଚନରେ ଆଦିବାସୀ ସଂରକ୍ଷଣରେ ସରକାର ଚଞ୍ଚକତା କରିଛନ୍ତି,କଂଗ୍ରେସର ଅଭିଯୋଗ

ଭୁବନେଶ୍ୱର: ରାଜ୍ୟ ସରକାର ଆଗାମୀ ପଂଚାୟତ ନିର୍ବାଚନରେ ଆଦିବାସୀ ମାନଙ୍କ ପାଇଁ ସଂରକ୍ଷଣରେ ଚଂଚକତା କରିଛନ୍ତି। ଏପରିକି ସମ୍ବିଧାନ ଏବଂ ଆଇନ୍‌କୁ ମଧ୍ୟ ଅଣଦେଖା କରିଛନ୍ତି ବୋଲି କଂଗ୍ରେସ ଅଭିଯୋଗ ଆଣିଛି । ରାଜ୍ୟରେ ଆଦିବାସୀମାନଙ୍କ ସଂଖ୍ୟା ମୋଟ ଜନସଂଖ୍ୟାର ୨୨.୫ ଶତାଂଶ ଥିବା ବେଳେ ସେମାନଙ୍କୁ ୨୩ ଟି ଜିଲ୍ଳା ଓ ୧୯୫ଟି ବ୍ଲକରେ ସରପଂଚ ଏବଂ ସମିତି ଅଧ୍ୟକ୍ଷ ପଦରେ ସଂରକ୍ଷଣ ନଦେବା ସରକାରଙ୍କର ଆଦିବାସୀମାନଙ୍କ ପ୍ରତି ବୈମାତୃକ ମନୋଭାବର ପରିଚାୟକ ବୋଲି କଂଗ୍ରେସ କହିଛି।

ଆଦିବାସୀମାନଙ୍କୁ ସଂରକ୍ଷଣ ଦେବା କ୍ଷେତ୍ରରେ ଯେଉଁ ତାଲିକା ବିଭିନ୍ନ ଜିଲ୍ଲାମାନଙ୍କରେ ପ୍ରକାଶ ପାଇଛି ସେଥିରେ ଅସଂଗତି ରହିଛି ଏବଂ ଅନେକ ପଂଚାୟତ ଓ ବ୍ଲକ ଆଦିବାସୀ ଜନସଂଖ୍ୟା ବହୁଳ ଥିବା ବେଳେ ସେମାନଙ୍କୁ ସଂରକ୍ଷଣର ସୁଯୋଗ ଦିଆଯାଇ ନାହିଁ । ଏହାକୁ ନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ଆଦିବାସୀ ମାନଙ୍କର ମେଳି ଓ ଆନ୍ଦୋଳନ ଦେଖାଦେଇଛି ।

କଂଗ୍ରେସ ସେମାନଙ୍କର ଆନ୍ଦୋଳନକୁ ସମର୍ଥନ କରିବା ସହିତ ରାଜ୍ୟ ସରକାର ତୁରନ୍ତ ଆଦିବାସୀ ମାନଙ୍କର ସଂରକ୍ଷଣ କ୍ଷେତ୍ରରେ ସଂଶୋଧିତ ତାଲିକା ପ୍ରକାଶ କରି ନିର୍ବାଚନକୁ ଯାଆନ୍ତୁ ବୋଲି କଂଗ୍ରେସ ଦାବି କରିଛି । ତାହା ନହେଲେ ଆଦିବାସୀ ମାନେ ସେମାନଙ୍କର ସାମ୍ବିଧାନିକ ଓ ଆଇନଗତ ଅଧିକାର ପାଇଁ ରାଜରାସ୍ତାକୁ ଓହ୍ଲାଇବ ବୋଲି ଆଜିର ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ମୁଖପାତ୍ର ସୁଦର୍ଶନ ଦାସ ଓ ପିସିସି ଆଦିବାସୀ ସେଲର ଅଧ୍ୟକ୍ଷ ଭୁଜବଳ ମାଝୀ ଚେତାବନୀ ଦେଇଛନ୍ତି ।

Categories
ଆଜିର ଖବର ରାଜ୍ୟ ଖବର

ବିବାଦୀୟ ମନ୍ତ୍ରୀଙ୍କୁ ତୁରନ୍ତ ବହିଷ୍କାର କରାଯାଉ ବୋଲି ଦାବୀ କଲା ପ୍ରଦେଶ କଂଗ୍ରେସ

ଭୁବନେଶ୍ୱର : ମହିଳାଙ୍କୁ ସମ୍ମାନ ଓ ମୋ ପରିବାର ସ୍ଲୋଗାନ ଦେଉଥିବା ବିଜୁ ଜନତା ଦଳ ଏବଂ ମୁଖ୍ୟମନ୍ତ୍ରୀ ନବୀନ ବାବୁ କିଭଳି ବିବାଦୀୟ ମନ୍ତ୍ରୀମାନଙ୍କୁ ସୁରକ୍ଷା ଦେଉଛନ୍ତି ବୋଲି ପ୍ରଦେଶ କଂଗ୍ରେସ କମିଟି ପ୍ରଶ୍ନ କରିଛି । କଂଗ୍ରେସ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ବରିଷ୍ଠ ନେତା, ଉପସଭାପତି ତଥା ମୁଖପାତ୍ର ଡ. ଦେବାଶିଷ ପଟ୍ଟନାୟକ ଏହି ଦାବୀ କରିଛନ୍ତି।

ରାଜ୍ୟର ଜଣେ ମନ୍ତ୍ରୀ ଯେପରି ମହିଳାମାନଙ୍କ ସମ୍ମୁଖରେ ଓ ମହିଳାମାନଙ୍କ ଉଦ୍ଦେଶ୍ୟରେ ଅଶାଳୀନ ଶବ୍ଦ ପ୍ରୟୋଗ କରୁଥିବାର ଭିଡିଓ ଭାଇରାଲ ହୋଇଛି ସେ ସମ୍ପର୍କରେ ଦଳ କିମ୍ବା ମୁଖ୍ୟମନ୍ତ୍ରୀଙ୍କ ନୀରବତା କାହିଁକି ବୋଲି ପ୍ରଶ୍ନ ପଚାରିଛନ୍ତି । ଏହା ପୂର୍ବରୁ ସଂପୃକ୍ତ ମନ୍ତ୍ରୀ ଯିଏକି ପୂର୍ତ, ପଂଚାୟତରାଜ ଓ ଆଇନ ବିଭାଗ ପରି ଦାୟୀତ୍ୱରେ ରହିଛନ୍ତି । ସିଏ କିପରି ବହୁଚର୍ଚ୍ଚିତ ମାହାଙ୍ଗା ଡର୍ବଲ ମର୍ଡର ଘଟଣାରେ ନିଜ ନାମକୁ ଚାର୍ଜସିଟ୍‌ରୁ ବାଦ ଦେବାପରେ କୋର୍ଟ ଦ୍ୱାରା ଭର୍ତ୍ସିତ ହୋଇଥିଲେ ତାହାର ଉଦାହରଣ ଦେଇ ଏହା କ’ଣ ବହୁ ପ୍ରଚାରିତ ୫-ଟି ର ସ୍ୱଚ୍ଛତା ବୋଲି ଜାଣିବାକୁ ଚାହିଁଥିଲେ।

ସଂପୃକ୍ତ ମନ୍ତ୍ରୀ ନିଜ ଆଡ଼ୁ ଇସ୍ତଫା ଦେବା ଉଚିତ୍ ନଚେତ ମୁଖ୍ୟମନ୍ତ୍ରୀ ତାଙ୍କୁ ମନ୍ତ୍ରୀମଣ୍ଡଳରୁ ବହିଷ୍କାର କରନ୍ତୁ ବୋଲି ସେ ଦାବି କରିଛନ୍ତି। ବାଙ୍କୀର ପୂର୍ବତନ ବିଧାୟକ ମଧ୍ୟ ନୂଆବର୍ଷରେ ନାରୀମାନଙ୍କୁ କିଭଳି ବ୍ୟବହାର କରିଛନ୍ତି ତାହା ଏବେ ସାମାଜିକ ଗଣମାଧ୍ୟମରେ ଘୁରି ବୁଲିଛି। ନବୀନ ବାବୁ ଏସବୁ ଜାଣିପାରୁଛନ୍ତି କି ନାହିଁ, ପଚାରିବା ସହ ଯଦି ଜାଣିମଧ୍ୟ ନୀରବ ରହୁଛନ୍ତି ତାର ଫଳାଫଳ ଭୋଗିବାକୁ ସେ ପ୍ରସ୍ତୁତ ରୁହନ୍ତି ବୋଲି ଚେତାବନୀ ଦେଇଥିଲେ ।

ରାଜ୍ୟପାଳ ମଧ୍ୟ ଏ ଘଟଣାରେ ହସ୍ତକ୍ଷେପ କରିବା ସହ ସରକାରଙ୍କୁ ସ୍ପଷ୍ଟ ନିର୍ଦ୍ଦେଶ ଦିଅନ୍ତୁ ବୋଲି ଡ. ପଟ୍ଟନାୟକ ଦାବିକରିଥିଲେ । ଏହି ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ମନୋରଞ୍ଜନ ଦାଶ, ଅମିୟ ପାଣ୍ଡବ ଏବଂ ସାଧାରଣ ସଂପାଦକ ଚିନ୍ମୟ ସୁନ୍ଦର ଦାସ ପ୍ରମୁଖ ଉପସ୍ଥିତ ଥିଲେ ।

Categories
ଆଜିର ଖବର ରାଜ୍ୟ ଖବର

ପ୍ରଥମେ ସଂରକ୍ଷଣ ଓ ପରେ ନିର୍ବାଚନ ଦାବୀ କଲା ପ୍ରଦେଶ କଂଗ୍ରେସ

ଭୁବନେଶ୍ୱର: ପ୍ରଦେଶ କଂଗ୍ରେସ କମିଟିର ଏକ ପ୍ରତିନିଧି ଦଳ ଶ୍ରୀ ସନ୍ତୋଷ ସିଂ ସାଲୁଜା, ବିଧାୟକ, ଶ୍ରୀ ଜ୍ଞାନଦେବ ବେଉରା, ଅଧ୍ୟକ୍ଷ ପଛୁଆ ବର୍ଗ ବିଭାଗ ପ୍ରଦେଶ କଂଗ୍ରେସ କମିଟି ଓ ଶ୍ରୀ ଚିନ୍ମୟ ସୁନ୍ଦର ଦାସ ଆଜି ଲୋକସଭା ଭବନରେ ପଂଚାୟତରାଜ ବିଭାଗର ପ୍ରମୁଖ ଶାସନ ସଚିବଙ୍କୁ ଭେଟି ଓଡ଼ିଶାରେ ଆଗାମୀ ପଂଚାୟତ ନିର୍ବାଚନରେ ପଛୁଆବର୍ଗମାନଙ୍କ ପାଇଁ ଉଚ୍ଛେଦ କରାଯାଇଥିବା ସଂରକ୍ଷଣ ବ୍ୟବସ୍ଥାକୁ ପୂନଃ କାଏମ କରିବାପାଇଁ ଦାବିପତ୍ର ପ୍ରଦାନ କରିଛନ୍ତି ।

କଂଗ୍ରେସ ଦଳ ତରଫରୁ ପ୍ରଥମେ ସଂରକ୍ଷଣ ଓ ପରେ ନିର୍ବାଚନ ଦାବିକୁ ଗ୍ରହଣ କରିବାକୁ ସରକାରଙ୍କୁ ଅନୁରୋଧ କରାଯାଇଛି । ଏହି ଦାବିପତ୍ର ଗ୍ରହଣ କରି ପ୍ରମୁଖ ଶାସନ ସଚିବ, ଏହାଉପରେ ସରକାର ତର୍ଜମା କରିବା ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । କଂଗ୍ରେସ ଦଳ ତରଫରୁ ପ୍ରଦାନ କରାଯାଇଥିବା ଦାବି ପତ୍ରକୁ ସରକାର ବିଚାରକୁ ନନେଲେ କଂଗ୍ରେସ ଦଳ ଖୁବଶୀଘ୍ର ନ୍ୟାୟଳୟକୁ ଯିବାପାଇଁ ନିଷ୍ପତି ନେଇଥିବା ପ୍ରକାଶ ।

Categories
ଆଞ୍ଚଳିକ

ପ୍ରଦେଶ କଂଗ୍ରେସ ପକ୍ଷରୁ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜୟନ୍ତୀ ଉତ୍ସବ ପାଳିତ

ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜୟନ୍ତୀ ଉତ୍ସବ କଂଗ୍ରେସ ଭବନ ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ସକାଳେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ କଂଗ୍ରେସ ନେତୃବୃନ୍ଦ ମାଷ୍ଟରକ୍ୟାଂଟିନ୍ ଛକ ସ୍ଥିତ ପଣ୍ଡିତ ନେହେରୁଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ। ପରେ କଂଗ୍ରେସ ଭବନ ପରିସରରେ ନେହେରୁଙ୍କ ପ୍ରତିମୂର୍ତିରେ ପିସିସି ପକ୍ଷରୁ ମାଲ୍ୟାର୍ପଣ କରାଯାଇଥିଲା।

ଏହି ସମସ୍ତ କାର୍ଯ୍ୟକ୍ରମରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ, ଯଜେ୍ଞଶ୍ୱର ବାବୁ, ରଶ୍ମି ମହାପାତ୍ର, ମନୋରଞ୍ଜନ ଦାଶ, ପଦ୍ମାକର ଗୁରୁ, ହଳଧର ସେଠୀ, ଜ୍ୟୋତିଷ ସାହୁ, ସ୍ୱାଧୀନବାଳା ଦାସ, ରଜନୀ ମହାନ୍ତି, ଲିଙ୍ଗରାଜ ସାହୁ, ପ୍ରକାଶ ମିଶ୍ର, ଅଭିଶେକ ମହାନନ୍ଦ, ରାଜକିଶୋର ବାରିକ, ଭାସ୍କର ସେଠୀ, ସଂଜୟ ମିଶ୍ର, ସଂକୁନା କହଁର, ମନୋରଞ୍ଜନ ରାଉତରାୟ, ଜୟକୃଷ୍ଣ ସୁବୁଦ୍ଧି, ଖଗେଶ୍ୱର ମଲ୍ଲିକ, ମିହିର ଆଚାର୍ଯ୍ୟ, ରଞ୍ଜିତ ପାତ୍ର, ନଳିନୀକାନ୍ତ ନାୟକ, ଦେବେନ୍ଦ୍ର ପ୍ରସାଦ ଦାସ, ଦେବୀ ପ୍ରସାଦ ସେଠୀ, ସୁବାଷ ପ୍ରଧାନ, ମୁନି ଥାପ୍ପା, ବିଂରଚି ବାରିକ, କୁଳମଣି ସାହୁ, ମିତ୍ରଭାନୁ ମହାପାତ୍ର ପ୍ରମୁଖ ଉପସ୍ଥିତ ରହି ନେହେରୁଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

ବନ୍ଦ ଡାକରାକୁ ବିଜେଡିର ବିରୋଧ, ବିଜେପିର ଇସାରରେ କଂଗ୍ରେସ ନାଚୁଛି ବୋଲି କଲେ ସମାଲୋଚନା

ଭୁବନେଶ୍ୱର : ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଇସ୍ତଫା ଦାବୀ କରି ଓଡିଶା ବନ୍ଦ ଡାକରା ଦେଇଥିବା ପ୍ରଦେଶ କଂଗ୍ରେସକୁ କଡା ସମାଲୋଚନା କରିଛି ବିଜେଡି। କଂଗ୍ରେସ ବିଜେପିର ବି ଟିମ ଭାବେ କାର୍ଯ୍ୟ କରୁଛି ଏବଂ ତାଙ୍କ ଇସାରାରେ ନାଚୁଛି ବୋଲି ବିଜେଡି ଅଭିଯୋଗ କରିଛି। ଆଜି ବିଜେଡି ରାଷ୍ଟ୍ରୀୟ ମୁଖପାତ୍ର ତଥା ସାଂସଦ ଡକ୍ଟର ସସ୍ମିତ ପାତ୍ର ଏକ ସାମ୍ବାଦିକ ସମ୍ମିଳନୀରେ ଏହା କହିଛନ୍ତି।

ସେ କହିଛନ୍ତି ଯେ, ବିଗତ ଦୁଇ ବର୍ଷ ମଧ୍ୟରେ କୋଭିଡ ମହାମାରୀ ଲୋକଙ୍କ ଜୀବନ ଏବଂ ଜୀବିକାକୁ ନଷ୍ଟ କରିଦେଲା । କୋଟି କୋଟି ଚାକିରୀ ଚାଲିଗଲା ଏବଂ ଅର୍ଥନୀତି ପଛେଇ ଗଲା । ଲକଡାଉନ ପରେ ଗତ କିଛି ମାସ ହେଲା ଓଡିଶାର ଲୋକମାନେ ନିଜ ପାଦରେ ଛିଡାହୋଇଛନ୍ତି ଓ କାମକୁ ଫେରିଛନ୍ତି । ସେମାନେ କାମ ଚାହୁଁଛନ୍ତି ଏବଂ କୋଭିଡ କାରଣରୁ ହରାଇଥିବା ଜୀବିକାର ପୁନରୁଦ୍ଧାର କରିବାକୁ ଚାହୁଁଛନ୍ତି । ଏଭଳି ସ୍ଥିତିରେ ବନ୍ଦ ଡାକରା ଯୋଗୁଁ ରୋଜଗାର ହରାଉଥିବା ଲୋକେ କଂଗ୍ରେସକୁ କ୍ଷମା କରିବେ ନାହିଁ ବୋଲି ସସ୍ମିତ କହିଛନ୍ତି।

ଏହି ଗୁରୁତ୍ୱପୂର୍ଣ୍ଣ ସମୟରେ ଆସନ୍ତାକାଲି ଓଡିଶା କଂଗ୍ରେସ ଏକ ବନ୍ଦ ଡାକରା ଦେଇଛି ଯାହା ଦ୍ୱାରା ଓଡିଶାର ୪.୫ କୋଟି ଲୋକଙ୍କ ଜୀବନ ଓ ଜୀବିକା ଉପରେ ଗୁରୁତର ପ୍ରଭାବ ପଡିଛି। ପରିବାର ଏକ ରୋଜଗାରିଆ ବଢିଲା ଝିଅକୁ ହରାଇଛି ଏବଂ ଏହି ଘଟଣାରେ ଆମେ ସମସ୍ତେ ଅତ୍ୟନ୍ତ ଦୁଃଖିତ । ଏହି ମାମଲାକୁ ରାଜନୀତିକରଣ ନ କରିବାକୁ ପରିବାର ଲୋକେ ସମସ୍ତଙ୍କୁ ଅନୁରୋଧ କରିଛନ୍ତି ଏବଂ ତଦନ୍ତରେ ସେମାନେ ସନ୍ତୁଷ୍ଟ ଅଛନ୍ତି ।

ତଥାପି କଂଗ୍ରେସ ଏହି ମାମଲାରେ ହୀନ ରାଜନୀତି କରିବାକୁ ଓଡିଶା ବିଜେପି ସହ ହାତ ମିଳାଇଥିବା ଜଣାପଡିଛି । ଏହି ପ୍ରସଙ୍ଗରେ ଯଦି ଓଡିଶା କଂଗ୍ରେସ ନିକଟରେ କୌଣସି ପ୍ରମାଣ ଅଛି, ସେମାନେ କୋର୍ଟ ଯାଇ ନ୍ୟାୟ ଲୋଡିପାରିବେ, କିନ୍ତୁ ଏହା ବଦଳରେ ବନ୍ଦ ଡାକରା ଦେବା ଅତ୍ୟନ୍ତ ନିଷ୍ଠୁର ଆଚରଣ ।

ଏଥିରୁ ସ୍ପଷ୍ଟ ହୋଇଛି ଯେ ଓଡିଶା କଂଗ୍ରେସ ବର୍ତ୍ତମାନ ଓଡିଶା ବିଜେପିର ବି-ଟିମ୍ ଭାବେ କାର୍ଯ୍ୟ କରୁଛି । ଏହାର ଦୁର୍ବଳ ଆର୍ଥିକ ସ୍ଥିତି ହେତୁ ଓଡିଶା କଂଗ୍ରେସର କାର୍ଯ୍ୟକଳାପ ଓଡିଶା ବିଜେପିରୁ ଆର୍ଥିକ ସହାୟତା ପାଉଥିବା ଭଳି ଜଣାପଡୁଛି । ଯେକୌଣସି ପୃଷ୍ଠପୋଷକତା ବିନା ସର୍ତ୍ତରେ ଯେ ନୁହେଁ ତାହା ଆମେ ସମସ୍ତେ ଜାଣିଛେ । ତେବେ ଏଥିରୁ ସ୍ପଷ୍ଟ ଜଣାପଡୁଛି ଯେ ଓଡିଶା କଂଗ୍ରେସ ଓଡ଼ିଶା ବିଜେପିର ଇସାରାରେ ନାଚୁଛି ।

ଓଡ଼ିଶା କଂଗ୍ରେସ ଆଉ ଲୋକଙ୍କ ପ୍ରସଙ୍ଗ ଯେପରିକି ମୂଲ୍ୟ ବୃଦ୍ଧି, ବେକାରୀ, କୃଷକ ଆନ୍ଦୋଳନ ଇତ୍ୟାଦି ଉଠାଇବାକୁ ଚାହୁଁନାହିଁ । ଓଡିଶା ବିଜେପି ଯାହା କରିବାକୁ କହୁଛି ତାହା ଏମାନେ କରୁଛନ୍ତି । ସେମାନଙ୍କର ଉଦ୍ଦେଶ୍ୟ ପୀଡିତାଙ୍କ ପାଇଁ ନ୍ୟାୟ ନୁହେଁ ବରଂ ସେମାନଙ୍କ ଦଳ ପ୍ରାସଙ୍ଗିକ ରହିବା ସହିତ ଓଡିଶା ବିଜେପିର ଭଲ ନଜରରେ ରହିବ ଯାହା ଦ୍ୱାରା ଏହା ଓଡିଶା କଂଗ୍ରେସକୁ ସହାୟତା ମିଳିପାରିବ ବୋଲି ଡକ୍ଟର ପାତ୍ର କହିଛନ୍ତି ।

ଆମେ ଓଡିଶା କଂଗ୍ରେସକୁ ଅନୁରୋଧ କରୁଛୁ ଯେ ଓଡିଶା ବିଜେପିର ଏକ ବି-ଟିମ୍ ଭାବରେ ନ ରୁହନ୍ତୁ ଏବଂ ଆସନ୍ତାକାଲି ଦେଇଥିବା ବନ୍ଦ ଡାକରାକୁ ପ୍ରତ୍ୟାହାର କରନ୍ତୁ । ଓଡ଼ିଶାର ଲୋକମାନେ ବନ୍ଦ ଚାହାନ୍ତି ନାହିଁ । ସେମାନେ କାମକୁ ଯାଇ ନିଜର ରୋଜଗାର କରିବାକୁ ଚାହୁଁଛନ୍ତି । ଓଡ଼ିଶା କଂଗ୍ରେସ ଓଡ଼ିଶାର ଲୋକଙ୍କୁ ରୋଜଗାର କରିବାର ଅଧିକାରରୁ ବଞ୍ଚିତ କରିବା ଉଚିତ ନୁହେଁ । ରୋଜଗାର ହରାଇବା ଦ୍ୱାରା ଓଡିଶାବାସୀଙ୍କ ଜୀବନ ଦୁର୍ବିସହ ହେବ ଯେଉଁଥିପାଇଁ ରାଜ୍ୟବାସୀ କଦାପି ଓଡିଶା କଂଗ୍ରେସକୁ କ୍ଷମା କରିବେ ନାହିଁ ଏବଂ ବନ୍ଦର ପ୍ରାୟୋଜକ ସାଜିଥିବା କଂଗ୍ରେସର ଏ-ଟିମ୍‍ ଓଡିଶା ବିଜେପିକୁ ଲୋକେ ଠିକଣା ସମୟରେ ଉଚିତ୍‍ ଜବାବ ଦେବେ ।

ଓଡ଼ିଶାର ଲୋକମାନେ ଉଭୟ ଓଡ଼ିଶା କଂଗ୍ରେସ ଓ ଓଡିଶା ବିଜେପିର କଳୁଷିତ ରାଜନୀତିକୁ ଦେଖିଛନ୍ତି । ତଥାପି ଓଡ଼ିଶା କଂଗ୍ରେସ ଏଥିରୁ କିଛି ଶିଖିଲା ନାହିଁ, ଯେଉଁଥିପାଇଁ ଓଡିଶା ରାଜନୀତିରେ ନିଜର ପ୍ରାସଙ୍ଗିକତା ହରାଇଛି । ଆମେ ଓଡିଶା କଂଗ୍ରେସକୁ ଅନୁରୋଧ କରୁଛୁ ଯେ ଯଦି ଆପଣଙ୍କ ନିକଟରେ କୌଣସି ପ୍ରମାଣ ଅଛି ତେବେ ଆପଣ କୋର୍ଟକୁ ଯାଆନ୍ତୁ ବୋଲି ସସ୍ମିତ ଆହ୍ବାନ ଦେଇଛନ୍ତି।

ସେ କହିଛନ୍ତି ଯେ, ଆମେ ଜାଣୁ ଆପଣ କୋର୍ଟକୁ ଯିବେ ନାହିଁ କାରଣ ଆପଣଙ୍କ ନିକଟରେ କୌଣସି ପ୍ରମାଣ ନାହିଁ, କିନ୍ତୁ ଆପଣ ଏହି ହୀନ ରାଜନୀତିରେ ଲିପ୍ତ ରହିବେ । ବିଗତ ଦେଢ ବର୍ଷଧରି କୋଭିଡ ମହାମାରୀ ଯୋଗୁଁ ଆର୍ଥିକ କ୍ଷତିର ସମ୍ମୁଖୀନ ହୋଇଥିବା ସାଧାରଣ ଲୋକଙ୍କ ପାଇଁ କିଛି ସହାନୁଭୂତି ଦେଖାନ୍ତୁ, ନଚେତ ଓଡିଶାବାସୀ ଆପଣଙ୍କୁ ଭୁଲିବେ ନାହିଁ କି କ୍ଷମା ବି କରିବେ ନାହିଁ ବୋଲି ବିଜେଡି ମୁଖପାତ୍ର ଡକ୍ଟର ପାତ୍ର କହିଛନ୍ତି ।

Categories
ଆଜିର ଖବର ରାଜ୍ୟ ଖବର

ପିସିସି ପକ୍ଷରୁ ଉତ୍କଳମଣି ଗୋପବନ୍ଧୁଙ୍କ ଜୟନ୍ତୀ ଉତ୍ସବ ପାଳିତ

ଭୁବନେଶ୍ୱର: ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୫୪ତମ ଜୟନ୍ତୀ ଉତ୍ସବ ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । ସକାଳେ ଭୁବେନଶ୍ୱର ଗୋପବନ୍ଧୁ ଛକ ସ୍ଥିତ ଗୋପବନ୍ଧୁଙ୍କ ପ୍ରତିମୂର୍ତିରେ ପିସିସି ସଭାପତି ଶ୍ରୀ ପଟ୍ଟନାୟକଙ୍କ ସମେତ କଂଗ୍ରେସ ନେତୃବୃନ୍ଦ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ପରେ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଗୋପବନ୍ଧୁଙ୍କ ପ୍ରତିମୂର୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା ।

ଏହି ଅବସରରେ ପିସିସି ସଭାପତି ଶ୍ରୀ ପଟ୍ଟନାୟକ ଏକ ବାର୍ତାରେ କହିଥିଲେ ଯେ ଗୋପବନ୍ଧୁ ତ୍ୟାଗ, ଜନସେବା ଓ ଆଦର୍ଶର ମୂର୍ତିମନ୍ତ ପ୍ରତୀକଥିଲେ । ଆଜିର ଏହି ପବିତ୍ର ଦିବସରେ ଆମ୍ଭେମାନେ ଗୋପବନ୍ଧୁଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇପାରିଲେ ତାହାହିଁ ଗୋପବନ୍ଧୁଙ୍କ ପ୍ରତି ଶ୍ରେଷ୍ଠ ସମ୍ମାନ ହେବ ।

ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ, ମନୋରଞ୍ଜନ ଦାଶ, ଚିନ୍ମୟ ସୁନ୍ଦର ଦାଶ, ଅମୀୟ କୁମାର ପଟ୍ଟନାୟକ, ବିଶ୍ୱଜିତ ଦାଶ, ପଦ୍ମାକର ଗୁରୁ, ଦୀପକ ମହାପାତ୍ର, ଜ୍ୟୋତିଷ ସାହୁ, ରଜନୀ ମହାନ୍ତି, ଲିଙ୍ଗରାଜ ସାହୁ, ସୁବ୍ରତ ମହାପାତ୍ର, ମନୋରଞ୍ଜନ ରାଉତରାୟ, ସଂକୁନା କହଁର, ଭାସ୍କର ସେଠୀ, ଜୟକୃଷ୍ଣ ସୁବୁଦ୍ଧି, ମିହିର ଆଚାର୍ଯ୍ୟ, ସାଗର ପରିଡ଼ା, ଖଗେଶ୍ୱର ମଲ୍ଲିକ, ରଞ୍ଜିତ ପାତ୍ର, ମନୋଜ ସାହୁ, ଦେବରାଜ ମିଶ୍ର, ଶ୍ରୀଧର ବଳିଆର ସିଂ, ଶୁଭ୍ରଜ୍ୟୋତି ଲେଙ୍କା, ଅକ୍ଷୟ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

ଘୋଷଣା ହେଲା ପ୍ରଦେଶ କଂଗ୍ରେସର ନୂଆ କର୍ମକର୍ତ୍ତାଙ୍କ ନାମ, ରହିଲେ ବାର ଜଣ ଉପସଭାପତି

ଭୁବନେଶ୍ବର: ଶେଷରେ ରାଜ୍ୟ କଂଗ୍ରେସର ନୂଆ କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି। ରାଜ୍ୟ କମିଟର ସୁପାରିଶ ପରେ ଏଆଇସିସି ଏହି ବିଜ୍ଞପ୍ତି ଜାରୀ କରିଛି। ସେହି ଅନୁସାରେ ସଭାପତି ଭାବେ ନିରଂଜନ ପଟ୍ଟନାୟକ ରହିଥିବା ବେଳେ ଉପସଭାପତି 12 ଜଣ ଅଛନ୍ତି।

ତେବେ ଜଣାନ୍ତୁ କାହାକୁ କେଉଁ ପଦବୀ ମିଳିଛି।

Categories
ବିଶେଷ ଖବର ରାଜ୍ୟ ଖବର

ସଂଗ୍ରାମ ଜେନାଙ୍କ ପାର୍ଥିବ ଶରୀରକୁ କଂଗ୍ରେସ ଭବନରେ ଶେଷ ଦର୍ଶନ, ପିସିସି ପକ୍ଷରୁ ଶୋକସଭା

ଭୁବନେଶ୍ୱର, ପୂର୍ବତନ ଯୁବ କଂଗ୍ରେସ ସଭାପତି ତଥା ଟାଣୁଆ ସଂଗଠକ ସଂଗ୍ରାମ କେଶରୀ ଜେନା (ବାପି) ଙ୍କ ମରଶରୀର କଂଗ୍ରେସ ଭବନରେ ଶେଷ ଦର୍ଶନ ପାଇଁ ଅଣାଯାଇଥିଲା। ଭୁବନେଶ୍ବରର ବିମାନ ବନ୍ଦରରେ ତାଙ୍କ ପାର୍ଥିବ ଶରୀରକୁ ଏକ ଶୋଭାଯାତ୍ରାରେ କଂଗ୍ରେସ ଭବନ ଅଣାଯାଇଥିଲା।

ସେଠାରେ ସଭାପତି ନିରଂଜନ ପଟ୍ଟନାୟକ, ବିଧାୟକ ସୁରେଶ ରାଉତରାୟ ପ୍ରମୁଖ ବହୁ ନେତା ଶେଷ ଦର୍ଶନ କରିଥିଲେ। ଏହାପରେ ତାଙ୍କ ମର ଶରୀରକୁ ତାଙ୍କର ଭୁବନେଶ୍ବରସ୍ଥିତ ସୂର୍ଯ୍ୟନଗରରେ ଶେଷ ଦର୍ଶନ ପାଇଁ ରଖାଯିବ। ଏହାପରେ ଆସନ୍ତାକାଲି ତାଙ୍କର ଗାଁ ଆନନ୍ଦପୁରକୁ ନିଆଯାଇ ସେଠାରେ ଶେଷକୃତ୍ୟ ସଂପର୍ଣ୍ଣ କରାଯିବ।

ତାଙ୍କ ବିୟୋଗରେ ଆଜି ପ୍ରଦେଶ କଂଗ୍ରେସ ପକ୍ଷରୁ ଏକ ଶୋକ ସଭାରେ ଆୟୋଜନ କରାଯାଇଥିଲା। ଅଧ୍ୟକ୍ଷତା କରି ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ କହିଲେ ଯେ ବାପି ବାବୁଙ୍କର କାର୍ଯ୍ୟ ସରିନଥିଲା । ସେ ଆଗକୁ ଆହୁରି ବଢ଼ିଥାନ୍ତେ । ଜଣେ ଦୃଢ଼ ସଂଗଠକ ଭାବରେ ତାଙ୍କର ସ୍ୱତନ୍ତ୍ର ସ୍ଥାନ ଥିଲା । ଈଶ୍ୱର ତାଙ୍କର ଅମର ଆତ୍ମାର ସଦ୍‌ଗତି ପ୍ରଦାନ କରନ୍ତୁ ଓ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଧୈର୍ଯ୍ୟ ଓ ଶକ୍ତି ପ୍ରଦାନ କରନ୍ତୁ ବୋଲି ପ୍ରାର୍ଥନା କରିଥିଲେ । ଅମର ଆତ୍ମାର ସଦଗତି ନିମନ୍ତେ ସଭାରେ ଦୁଇମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା ।

ସେହିପରି ଏଆଇସିସି ସାଧାରଣ ସଂପାଦକ ତଥା ଓଡ଼ିଶା ପ୍ରଭାରୀ ସାଂସଦ ଡ. ଏ ଚେଲା କୁମାର ଏବଂ ଏଆଇସିସି ସଂପାଦକ ତଥା ଓଡ଼ିଶା ସହ ପ୍ରଭାରୀ ଜି. ରୁଦ୍ର ରାଜୁ ସଂଗ୍ରାମ ଜେନାଙ୍କ ବିୟୋଗରେ ଶୋକ ବାର୍ତାରେ ପ୍ରକାଶ କରି କହିଛନ୍ତି ସଂଗ୍ରାମ ଜଣେ କଂଗ୍ରେସର ସଚ୍ଚା ଯୋଦ୍ଧା ଥିଲେ ତାଙ୍କ ବିୟୋଗ କଂଗ୍ରେସ ପରିବାର ପାଇଁ ଅପୁରଣୀୟ କ୍ଷତି । ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

Categories
ଆଜିର ଖବର ରାଜ୍ୟ ଖବର

ଇନଡୋର ଷ୍ଟାଣ୍ଡିୟମ ପ୍ରକଳ୍ପକୁ ନେଇ ରାଜ୍ୟ କଂଗ୍ରେସର ସରକାରଙ୍କୁ ସମାଲୋଚନା

ଭୁବନେଶ୍ବର, ଓଡିଶାବାସୀଙ୍କ ବ୍ୟବହାର ପାଇଁ ଯାହା ବେଶୀ ଆବଶ୍ୟକ ରାଜ୍ୟ ସରକାର ତାହା ନ କରି ଅଯଥା କାମ କରୁଛନ୍ତି। ଏହିପରି ଏକ ଅଭିଯୋଗ କରିଛି ରାଜ୍ୟ କଂଗ୍ରେସ। ଆଜି କଂଗ୍ରେସ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଏହାର ମିଡିଆ ଆବାହକ ସତ୍ୟ ପ୍ରକାଶ ନାୟକ ରାଜ୍ୟ ସରକାରଙ୍କୁ ତୀବ୍ର ସମାଲୋଚନା କରିଥିଲେ।

ସେ କହିଥିଲେ ଯେ, ନିକଟରେ ରାଜ୍ୟ ସରକାର ଇନଡୋର ଷ୍ଟାଡିୟମ କରିବେ ବୋଲି ଘୋଷଣା କରିଛନ୍ତି। ହେଲେ ଓଡିଶାବାସୀଙ୍କର ଯାହା ଦରକାର ତାହା କରିବାରେ ରାଜ୍ୟ ସରକାରଙ୍କ ମୁଣ୍ଡକୁ ବୁଦ୍ଧି ଦିଶୁ ନାହିଁ ବୋଲି କହିଛନ୍ତି। ସେ ଅଭିଯୋଗ କରିଛନ୍ତି। ରାଜ୍ୟବାସୀ ଯାତାୟତା ପାଇଁ ବେସୀ ବସ ଉପରେ ନିର୍ଭରଶୀଳ। ହେଲେ ରାଜ୍ୟ ସରକାର 21 ବର୍ଷ ଭିତରେ ଗୋଟିଏ ବି ନୂଆ ବସଷ୍ଟାଣ୍ଡ ନିର୍ମାଣ କରିନାହିଁନ୍ତି। ତୁରନ୍ତ ରାଜ୍ୟବାସୀଙ୍କର ଏହି ଦାବୀକୁ ନବୀନ ସରକାର ପୁରଣ କରନ୍ତୁ ବୋଲି କଂଗ୍ରେସ ଦାବୀ କରିଛି।

Categories
ବିଶେଷ ଖବର ରାଜ୍ୟ ଖବର

ସରକାରଙ୍କ କୋଭିଡ ମୃତ୍ୟୁ ରିପୋର୍ଟକୁ ଉଚ୍ଚ ନ୍ୟାୟଳୟ ଗ୍ରହଣ କରୁନାହାନ୍ତି; ପ୍ରଦେଶ କଂଗ୍ରେସ

ଭୁବନେଶ୍ୱର, ରାଜ୍ୟରେ ବର୍ତମାନ ସ୍ଥିତିରେ କୋଭିଡ ସଂକ୍ରମଣ ଧିରେ ଧିରେ କମୁଥିବା ବେଳେ ଆଶ୍ଚର୍ଯ୍ୟଜନକ ଭାବେ ପ୍ରତ୍ୟେକ ଦିନ ମୃତ୍ୟୁହାର ବଢ଼ିବଢ଼ି ଚାଲିଛି। ରାଜ୍ୟ ସରକାର କୋଭିଡରେ ମୃତ୍ୟୁବରଣ କରିଥିବା ବ୍ୟକ୍ତି ବିଶେଷଙ୍କ ପ୍ରକୃତ ତଥ୍ୟ ପ୍ରଦାନ କରିବାରେ ଆରମ୍ଭରୁ ଅନିୟମିତତାକୁ ପ୍ରୋତ୍ସାହନ ଦେଇଛନ୍ତି ଏବଂ ଜାଣିଶୁଣି କୋଭିଡ ମୃତ୍ୟୁର ସତ୍ୟକୁ ଚାପିଦେବାପାଇଁ ଅପଚେଷ୍ଟା କରୁଛନ୍ତି। ଆଜି ପ୍ରଦେଶ କଂଗ୍ରେସ ପକ୍ଷରୁ ମୁଖପାତ୍ର ନିଶିକାନ୍ତ ମିଶ୍ର ଏହି ଅଭିଯୋଗ କରିଛନ୍ତି।

ସେ କହିଛନ୍ତି ଯେ, ପୂର୍ବରୁ ରାଜ୍ୟସରକାରଙ୍କ ଅଫିସିଆଲ ପୋର୍ଟାଲ ଏବଂ ନୟାଗଡ଼ ସିଡିଏମଓ ଙ୍କ ତଥ୍ୟ ଆଧାରରେ ମିଛ କୋଭିଡ ମୃତ୍ୟୁର ପ୍ରଦେଶ କଂଗ୍ରେସ ତରଫରୁ ପର୍ଦାଫାସ କରାଯାଇଥିଲା। ଆଶ୍ଚର୍ଯ୍ୟର କଥା ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗ ମଧ୍ୟରେ କୋଭିଡ ମୃତ୍ୟୁର ତଥ୍ୟକୁ ନେଇ ଭିନ୍ନ ଭିନ୍ନ ତଥ୍ୟ ରଖାଯାଇଥିବା କଥା ସାମନାକୁ ଆସିବା ପରେ ବର୍ତମାନ ରାଜ୍ୟ ସରକାର ଦାଖଲ କରିଥିବା ସତ୍ୟପାଠକୁ ନେଇ ଉଚ୍ଚନ୍ୟାୟଳ ଅସନ୍ତୋଷ ପ୍ରକାଶ କରିଛନ୍ତି ବୋଲି ନିଶିକାନ୍ତ କହିଛନ୍ତି।

ସେ କହିଛନ୍ତି ଯେ, ରାଜ୍ୟ ସରକାର ଗତ ଜୁଲାଇ ୫ ତାରିଖରେ ସମୟ ନେଇଥିଲେ ରିପୋର୍ଟ ଦାଖଲ କରିବା ପାଇଁ ଏବଂ ଜୁଲାଇ ୨୦ ତାରିଖରେ ସତ୍ୟପାଠ ଜରିଆରେ ରିପୋର୍ଟ ଦାଖଲ କରିଥିଲେ। ଜୁଲାଇ ୨୮ ତାରିଖରେ ହାଇକୋର୍ଟ ରିପୋର୍ଟକୁ ତର୍ଜମା କଲାପରେ ଏହା ସଂପୂର୍ଣ୍ଣ ନୁହେଁ ବୋଲି କହିବା ସହିତ ଜିଲ୍ଲା ସ୍ତରରେ କୋଭିଡ ମୃତ୍ୟୁର ସରକାର ଯେଉଁ ଅଡିଟ କରୁଛନ୍ତି ତାହାର ପ୍ରକାରଭିତି (ମୋଡାଲିଟି) ସଂପର୍କରେ କାହିଁକି ନୀରବ, ସେ ସମ୍ପର୍କରେ ପ୍ରଶ୍ନ କରିଥିଲେ।

ଗତ ଦୁଇମାସ ଭିତରେ ଗୋଟିଏ ଜିଲ୍ଲା ନୟାଗଡ଼ରେ ୧୧୭ କୋଭିଡ ମୃତ୍ୟୁ ସମ୍ପର୍କରେ ରାଜ୍ୟ ସରକାର ହାଇକୋର୍ଟଙ୍କ ପାଖରେ ଦାଖଲ କରିଥିବା ରିପୋର୍ଟରେ କିଛିବି ତଥ୍ୟ ଉପସ୍ଥାପନ କରିନାହାନ୍ତି। ଏଥିରୁ ସ୍ପଷ୍ଟ ପ୍ରତିୟମାନ ହେଉଛି ଯେ ରାଜ୍ୟ ସରକାର କୋଭିଡ ମୃତ୍ୟୁର ସଂଖ୍ୟାକୁ ନେଇ ରାଜ୍ୟବାସୀଙ୍କୁ ମିଛତଥ୍ୟ ପ୍ରଦାନ କରିବା ପରେ ବର୍ତମାନ ହାଇକୋର୍ଟଙ୍କୁ ମଧ୍ୟ ଭୁଲ ତଥ୍ୟ ପ୍ରଦାନ କରି ଭ୍ରମିତ କରିବାକୁ ଚେଷ୍ଟା କରୁଛନ୍ତି ବୋଲି ନିଶିକାନ୍ତ କହିଛନ୍ତି।

କୋଭିଡ ମୃତ୍ୟୁ ଏକ ସମ୍ବେଦନଶୀଳ ପ୍ରସଙ୍ଗ ଏବଂ କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଥିବା ବ୍ୟକ୍ତିବିଶେଷଙ୍କ ପରିବାର ବର୍ଗଙ୍କୁ ସରକାରଙ୍କ ତରଫରୁ ମିଳିବାକୁ ଥିବା କ୍ଷତିପୂରଣ ରାଶି ଏହା ଦ୍ୱାରା ପ୍ରଭାବିତ ହେବ ଏବଂ କ୍ଷତିପୂରଣ ରାଶି ପାଇବା ପାଇଁ ହକଦାର ଥିବା ଆଇନଗତ ଉତରାଧିକାରୀମାନଙ୍କ ପ୍ରତି ଏହା ନବୀନ ବାବୁଙ୍କ ଚରମ ଉପହାସ ବୋଲି କଂଗ୍ରେସ କହିଛି।

ସମଗ୍ର ଓଡ଼ିଶାବାସୀ ମୋ ପରିବାର ର ନାରା ଦେଉଥିବା ମୁଖ୍ୟମନ୍ତ୍ରୀ ଏହାଦ୍ୱାରା ତାଙ୍କ ନିଜ ପରିବାର ସଦସ୍ୟଙ୍କ ପ୍ରତି ଅନ୍ୟାୟ କରୁନାହାନ୍ତିକି? ଏହାର ଜବାବ ଦେବାକୁ ସେ ସରକାରଙ୍କୁ ଆହ୍ୱାନ ଦେବା ସହିତ କୋଭିଡ ମୃତୁର ସ୍ୱତନ୍ତ୍ର ଅଡିଟ ପାଇଁ ଦାବି ଦୋହରାଇଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ମୁଖପାତ୍ର ମନୋରଞ୍ଜନ ଦାଶ, ପ୍ରଶାନ୍ତ ଶତପଥି ଓ ଗଣମାଧ୍ୟମ ସଂଯୋଜକ ଦୀପକ କୁମାର ମହାପାତ୍ର ଉପସ୍ଥିତଥିଲେ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ତୈଳ ଦର ବୃଦ୍ଧି ପ୍ରତିବାଦରେ ଥାଳି ଘଣ୍ଟ ବାଡେଇ କଂଗ୍ରେସ କରିବ ପ୍ରତିବାଦ

ଭୁବନେଶ୍ବର, ତୈଳ ଦର ଏବଂ ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧି ଓ ଉଭୟ ସରକାରଙ୍କ କୃଷକ ମାରଣ ନୀତି କୁ ବିରୋଧ କରି ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀଯୁକ୍ତ ବିଶ୍ୱଜିତ ଦାଶ ଓ ପ୍ରଦେଶ ଛାତ୍ର କଂଗ୍ରେସର ମିଳିତ ସହଯୋଗରେ କଂଗ୍ରେସ ନେତୃବୃନ୍ଦ ଆସନ୍ତାକାଲି ୭ ତାରିଖ ସକାଳ ୧୦ ଘଣ୍ଟା ୩୦ ମିନିଟ ସମୟରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅଭିନବ ଉପାୟରେ ଥାଳି ଓ ଘଣ୍ଟ ବାଡେଇ ପ୍ରତିବାଦ କରିବେ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ତୈଳଦର ବୃଦ୍ଧି ପ୍ରତିବାଦରେ ଥାଳି ଖଞ୍ଜଣି ବଜାଇ ପ୍ରତିବାଦ କରିବ ପ୍ରଦେଶ କଂଗ୍ରେସ

ଭୁବନେଶ୍ୱର, କେନ୍ଦ୍ରର ବିଜେପି ନେତୃତ୍ୱ ମୋଦି ସରକାରଙ୍କ ଦୂରଦର୍ଶିତାର ଅଭାବ ଯୋଗୁଁ ସାରା ଦେଶରେ କରୋନା ମହାମାରୀ ଥମିବାର ନାଁ ନେଉ ନାହିଁ। ଏପରି ସମୟରେ କେନ୍ଦ୍ର ସରକାର କ୍ରମାଗତ ଭାବେ ୨ ମାସ ମଧ୍ୟରେ ୨୯ ଥର ତୈଳଦର ଆଶାତୀତ ବୃଦ୍ଧି କରିଛନ୍ତି। ଫଳରେ ଦେଶରେ ପ୍ରାୟ ୧୫୦ ସହରରେ ପେଟ୍ରୋଲ ଓ ଡିଜେଲ ଦର ଲିଟର ପ୍ରତି ୧୦୦ ଟଙ୍କା ପାର ହୋଇଛି । ଏହାର ପ୍ରତିବାଦରେ କଂଗ୍ରେସ ଆସନ୍ତା  ଜୁଲାଇ ୭ ତାରିଖ ବୁଧବାର ୧୦ଟାରେ ରାଜ୍ୟର ସମସ୍ତ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଥାଳି,ଖଞ୍ଜଣି ବଜେଇ, ପ୍ଲାକାର୍ଡ଼, ବ୍ୟାନର ଓ ପତାକା ସହ ଦିବା ୧ ଘଟିକା ପର୍ଯ୍ୟନ୍ତ ପେଟ୍ରୋଲ ବିକ୍ଷୋଭ କରିବ।

ଏଆଇସିସି ନିର୍ଦେଶ ମୁତାବକ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆସନ୍ତା ମାସ ୭ ଜୁଲାଇ ବୁଧବାର ଠାରୁ ୧୭ ଜୁଲାଇ ଶନିବାର ପର‌୍ୟ୍ୟନ୍ତ ରାଜ୍ୟ ବ୍ୟାପି ବିଭିନ୍ନ କାର‌୍ୟ୍ୟକ୍ରମ ଜରିଆରେ ଆନ୍ଦୋଳନ କରିବାପାଇଁ ନିଷ୍ପତି କରାଯାଇଛି ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଏକ ପ୍ରେସ ବିଜ୍ଞପ୍ତିରେ ପ୍ରକାଶ କରିଛନ୍ତି ।

୯ ତାରିଖ ଶୁକ୍ରବାର ଦିନ ୧୦ଟାରେ ଜିଲ୍ଲା ସଦର ମହକୁମା ସମେତ ଜିଲ୍ଲା ଅନ୍ତର୍ଗତ ପୌରପରିଷଦ, ଏନ୍‌.ଏ.ସିରେ ସମସ୍ତ ବିଧାୟକ, ସାଂସଦ, ବିଧାୟକ ଓ ସାଂସଦ ପ୍ରାର୍ଥୀ, ପିସିସି, ଏଆଇସିସି ସଭ୍ୟଗଣ, ପ୍ରାକ୍ତନ ମନ୍ତ୍ରୀ, ସାଂସଦ, ବିଧାୟକ, କଂଗ୍ରେସ ନେତୃମଣ୍ଡଳୀ ଓ କର୍ମକର୍ତା ମାନେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଦୁରଦର୍ଶୀ ନିଷ୍ପତିକୁ କଡ଼ା ବିରୋଧ କରି ସରକାରଙ୍କ ଜନମାରଣ ନୀତିକୁ ଜନସାଧାରଣଙ୍କୁ ଅବଗତ କରାଇବା ନିମେନ୍ତ ସାଇକେଲରେ ପ୍ଲାକାର୍ଡ଼ ଓ ପତକା ଲଗାଇ ଅନ୍ୟୁନ ୫ କିଲୋମିଟର ସମୁହ ଯାତ୍ରା କରିବାକୁ ପଟ୍ଟନାୟକ ନିବେଦନ କରିଛନ୍ତି ।

ସେହିପରି ପିସିସି ପକ୍ଷରୁ ଜୁଲାଇ ୧୪ ତାରିଖ ବୁଧବାର ଦିବା ୧୦ ଘଟିକାରୁ ଏକ ସାଇକେଲ ଯାତ୍ରା ଭୁବନେଶ୍ୱରସ୍ଥ କଂଗ୍ରେସ ଭବନରୁ ଆରମ୍ଭ ହୋଇ ମାଷ୍ଟର କ୍ୟାଂଟିନ, ରାମମନ୍ଦିର, ବିଗ୍‌ବଜାର, ପାନ୍ଥ ନିବାସ, କଳ୍ପନା ଛକ, ରାଜମହଲ, ବିମାନ ବନ୍ଦର ଟ୍ରାଫିକ ଦେଇ କ୍ୟାପିଟାଲ ହସପିଟାଲ ପର‌୍ୟ୍ୟନ୍ତ ଯିବ । ଏହି ଅବସରରେ ଦଳର କାର‌୍ୟ୍ୟକାରୀ ସଭାପତିଗଣ, ସମସ୍ତ ବିଧାୟକ, ସାଂସଦ, ବରିଷ୍ଠ ନେତୃମଣ୍ଡଳୀ, ପିସିସି ଓ ଏଆଇସିସି ସଭ୍ୟଗଣ, ପିସିସିର ପ୍ରାକ୍ତନ ପଦାଧିକାରୀଗଣ, ପ୍ରାକ୍ତନ ମନ୍ତ୍ରୀ, ସାଂସଦ ଓ ବିଧାୟକଗଣ, ରାଜ୍ୟ ଛାମୁଆ ସଂଗଠନ, ବିଭାଗ ଓ ପ୍ରକେଷ୍ଠାର ମୁଖ୍ୟ ଓ କର୍ମକର୍ତାମାନଙ୍କୁ ସାଇକେଲ ଯାତ୍ରାରେ ନିଜକୁ ସାମିଲ ହୋଇ ଉଭୟ ସରକାରଙ୍କର ଜନମାରଣ ନୀତିକୁ ପର୍ଦ୍ଦାଫାଶ କରିବାକୁ ପଟ୍ଟନାୟକ ବିଶେଷ ଅନୁରୋଧ କରିଛନ୍ତି ।

ସେହିପରି କେନ୍ଦ୍ର ସରକାରଙ୍କ ତୈଳ ଦରର ଅହେତୁକ ମୂଲ୍ୟବୃଦ୍ଧିର ପ୍ରତିବାଦରେ ଆସନ୍ତା ଜୁଲାଇ ୧୭ ତାରିଖ ଶନିବାର ତୃଣମୂଳ ସ୍ତରର କାର‌୍ୟ୍ୟକର୍ତାଙ୍କ ଠାରୁ ଆରମ୍ଭ କରି ରାଜ୍ୟର ବରିଷ୍ଠ ନେତୃମଣ୍ଡଳୀଙ୍କ ପର‌୍ୟ୍ୟନ୍ତ ଦଳର ସମସ୍ତ ଛାମୁଆ ସଂଗଠନ, ବିଭାଗ, ପ୍ରକୋଷ୍ଠର ନେତା ଓ କର୍ମୀମାନେ ରାଜ୍ୟର ସମସ୍ତ ପେଟ୍ରୋଲ ପମ୍ପରେ ପ୍ରାତଃ ୯ ଘଟିକାରୁ ଦିବା ୧୧ଟା ୩୦ ମି. ପର‌୍ୟ୍ୟନ୍ତ ଗ୍ରାହକ ମାନଙ୍କର ପ୍ରତିକ୍ରିୟା ଓ ଦସ୍ତଖତ ସଂଗ୍ରହ କରିବାକୁ ସଭାପତି ଅନୁରୋଧ କରିଛନ୍ତି । ଉପରୋକ୍ତ ସମସ୍ତ କାର‌୍ୟ୍ୟକ୍ରମକୁ କୋଭିଡ-୧୯ର ନୀତିନିୟମକୁ ପାଳନ କରି ସମସ୍ତ କାର‌୍ୟ୍ୟକ୍ରମକୁ ସଫଳ କରିବାକୁ ସଭାପତି ବିଶେଷ ଅନୁରୋଧ କରିଛନ୍ତି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ତୈଳ ଦରବୃଦ୍ଧି ପ୍ରତିବାଦ କରି ରାଜ୍ୟର ସମସ୍ତ ପେଟ୍ରୋଲ ଟାଙ୍କି ଆଗରେ ବିକ୍ଷୋଭ କଲା କଂଗ୍ରେସ

ଭୁବନେଶ୍ୱର, ପେଟ୍ରୋଲ ଓ ଡିଜେଲ ଏବଂ ରନ୍ଧନଗ୍ୟାସର ଦରବୃଦ୍ଧି  ପ୍ରତିବାଦର ଆଜି ପ୍ରଦେଶ କଂଗ୍ରେସ ଦଳ ତରଫରୁ ରାଜ୍ୟର ବିଭିନ୍ନ ପେଟ୍ରୋଲ ଟାଙ୍କି ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଆଜି  ସକାଳ ୭ ଟା ଠାରୁ ୧୧ ଟା ପର୍ଯ୍ୟନ୍ତ ପେଟ୍ରୋଲ ଟାଙ୍କି ଆଗରେ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।

ଦଳ ତରଫରୁ ରାଜଧାନୀରେ ୟୁନିଟ-୨ ମାର୍କେଟ ବିଲିଂଡି ପାଖ, ରାମମନ୍ଦିର , କଳ୍ପନା, ବାଣୀବିହାର, ରସୁଲଗଡ଼, ନଖରା, ସାମନ୍ତରାପୁର , ରବିଟକିଜ, ଚନ୍ଦ୍ରଶେଖରପୁର, ପଟିଆ, ସିଆରପି, ଆଇଗିଣିଆ, ୟୁନିଟ-୮ ଡେଲଟା ଛକ ପାଖ ଏବଂ କଳିଙ୍ଗ ଷ୍ଟାଡିମ ଛକ ପାଖ ପେଟ୍ରୋଲ ପମ୍ପ ସମ୍ମୁଖରେ ବିଧାୟକ ସୁରେଶ କୁମାର ରାଉତରାୟ ଏବଂ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ବିଶ୍ୱଜିତ ଦାଶ ଓ ୧୦ଜଣ ବ୍ଲକ ସଭାପତିଙ୍କ ନେତୃତ୍ୱରେ ଧାରଣା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ପ୍ରଦେଶ କଂଗ୍ରେସ ୫ଜଣ ନେତାଙ୍କୁ କୋଭିଡ ସେବକ ଭାବେ ଦେଲା ନିଯୁକ୍ତି

ଭୁବନେଶ୍ୱର, ଭାରତୀୟ ଜାତୀୟ କଂଗ୍ରେସର ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟରେ ଜାତୀୟ କଂଗ୍ରେସ ସାମାଜିକ ଗଣମାଧ୍ୟମ ଓଡ଼ିଶାର ୫ ଜଣଙ୍କୁ “କଂଗ୍ରେସ କୋଭିଡ ସେବକ” ଭାବେ ଦାୟିତ୍ୱ ଦେଇଛନ୍ତି। ଏ ନେଇ ଓଡ଼ିଶା କଂଗ୍ରେସ ସାମଜିକ ଗଣମାଧ୍ୟମ ର ଅଧ୍ୟକ୍ଷ ଅଭିଷେକ ମହାନନ୍ଦ ସୂଚନା ଦେଇଛନ୍ତି ।

ସେ କହିଛନ୍ତି ଓଡ଼ିଶାରୁ “କଂଗ୍ରେସ କୋଭିଡ ସେବକ” ଭାବେ ମନୋନୀତ ହୋଇଥିବା ଚେତନ ମିଶ୍ର, ଚନ୍ଦନ ରାୟ, ମୁରଲୀଧର ନାୟକ, ମିହିର ରାୟ ଓ ସୁବାଷ ନାୟକ ପାଂଚଜଣ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାର କଂଗ୍ରେସ ଜିଲ୍ଲା ସଭାପତି ଏବଂ ନେତୃବୃନ୍ଦଙ୍କ ସହ ଆଲୋଚନା କରି ଜିଲ୍ଲାସ୍ତର, ବ୍ଲକସ୍ତର ଓ ପଂଚାୟତ ସ୍ତରର କୋଭିଡ ସେବକ ମାନଙ୍କୁ ନିଯୁକ୍ତି ପ୍ରଦାନ କରିବା ସହିତ ଏହି କାର୍ଯ୍ୟକୁ ଆଗେଇ ନେବାରେ ସାହାଯ୍ୟ କରିବେ ।

Categories
ବିଶେଷ ଖବର ରାଜ୍ୟ ଖବର

ବିଦ୍ୟୁତ ଶୁଳ୍କ ବୃଦ୍ଧି ପ୍ରତିବାଦରେ ଆଜି ସଂଧ୍ୟାରେ ଲାଇନ ବନ୍ଦ କରିବାକୁ କଂଗ୍ରେସ କଲା ଅନୁରୋଧ

ଭୁବନେଶ୍ୱର, ରାଜ୍ୟ ସରକାର ବିଦ୍ୟୁତ ଉପଭୋକ୍ତା ମାନଙ୍କ ଉପରେ ଅହେତୁକ ବିଜୁଳିଦର ୟୁନିଟ୍ ପ୍ରତି ୭ମାସ ମଧ୍ୟରେ ୫୦ ପଇସା ବୃଦ୍ଧି କରିବା ଅତ୍ୟନ୍ତ ଉଦ୍‌ବେଗଜନକ ଅଟେ ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରକାଶ କରିଛନ୍ତି ।

କୋଭିଡ୍ ୧୯ ମହାମାରୀ ସମୟରେ ଲୋକମାନଙ୍କର ଆର୍ଥିକ ଅବସ୍ଥା ଦୟନୀୟ ହୋଇଥିବା ବେଳେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କର ପେଟ୍ରୋଲ ଡିଜେଲ ଓ ଗ୍ୟାସର ଦରବୃଦ୍ଧି ସାଙ୍ଗକୁ ଅତ୍ୟାବଶୀକୀୟ ସାମଗ୍ରୀର ଦରବୃଦ୍ଧି ହୋଇଥିବା ବେଳେ ବିଦ୍ୟୁତ ଦର ବୃଦ୍ଧି ସାଧାରଣ ଜନତାଙ୍କ ଉପରେ ବୋଝ ଉପରେ ନଳିତା ବିଡ଼ା ସଦୃଶ ହୋଇଛି ।

ଏହି ବିଜୁଳି ଦର ବୃଦ୍ଧି ରାଜ୍ୟ ସରକାରଙ୍କ ଜନବିରୋଧି ନିଷ୍ପତି ଚିନ୍ତାଜନକ ଅଟେ । ସେଥିପାଇଁ ଏହି ବିଦ୍ୟୁତ ଦର ବୃଦ୍ଧିକୁ ବିରୋଧ କରି କଂଗ୍ରେସ ଦଳ ଏପ୍ରିଲ ୪ ତାରିଖ, ରବିବାର ସନ୍ଧ୍ୟା ୬ ଘଟିକା ୩୦ ମିନିଟ୍‌ରୁ ୭ ଘଟିକା ପର‌୍ୟ୍ୟନ୍ତ (୩୦ ମିନିଟ୍‌) ବିଦ୍ୟୁତ ସରବରାହ ବନ୍ଦ କରିବାକୁ ନିଷ୍ପତି ନେଇଛି ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି ।

ଏଣୁ ଦଳମତ ନିର୍ବିଶେଷରେ ରାଜ୍ୟ ସରକାରଙ୍କ ଜନବିରୋଧି ନିଷ୍ପତିକୁ ପ୍ରତ୍ୟାହାର ଲାଗି ଚାପ ପ୍ରୟୋଗ କରିବା ପାଇଁ ସମସ୍ତ ବିଦ୍ୟୁତ୍ ଉପଭୋକ୍ତା ଏବଂ କଂଗ୍ରେସ କର୍ମୀ ଓ ଜନସାଧାରଣଙ୍କ ସାହାଯ୍ୟ ସହଯୋଗ କାମନା କରି ଶ୍ରୀ ପଟ୍ଟନାୟକ ଅନୁରୋଧ କରିଛନ୍ତି ।

Categories
ଆଜିର ଖବର ରାଜ୍ୟ ଖବର

ଓଡିଶା ପ୍ରଦେଶ କଂଗ୍ରେସର ଜିଲ୍ଲା ପର୍ଯ୍ୟବେକ୍ଷକ ନିଯୁକ୍ତ: ଜାଣନ୍ତୁ କେଉଁ ଜିଲ୍ଲା ପାଇଁ କିଏ ଦାୟିତ୍ଵ ନେଲେ

ଭୁବନେଶ୍ୱର: ତୃଣମୂଳ ସ୍ତରରୁ ଦଳକୁ ମଜବୁତ କରିବା ପାଇଁ ଓଡିଶା ପ୍ରଦେଶ କଂଗ୍ରେସ ପ୍ରୟାସ ଆରମ୍ଭ କରିଛି। କଂଗ୍ରେସ ସଂଗଠନକୁ ସୁଦୃଢ଼ କରିବା ପାଇଁ ଜିଲ୍ଲା ସ୍ତରରେ ଜିଲ୍ଲା କଂଗ୍ରେସ କମିଟି ଏବଂ ବ୍ଲକ କଂଗ୍ରେସ କମିଟି ଗଠନ କରି ସମସ୍ତ ସାଂଗଠନିକ ଜିଲ୍ଲା ନିମନ୍ତେ ପିସିସି ପର୍ଯ୍ୟବେକ୍ଷକମାନଙ୍କୁ ଦାୟିତ୍ଵ ଦିଆଯାଇଛି। ଏନେଇ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ସେମାନଙ୍କର ଚୂଡ଼ାନ୍ତ ନାମ ତାଲିକା ଘୋଷଣା କରିଛନ୍ତି। ଏହି ପର୍ଯ୍ୟବେକ୍ଷକମାନେ ଖୁବ୍ ଶୀଘ୍ର ନିଜ ଦାୟିତ୍ୱରେ ଥିବା ଜିଲ୍ଲାର ପ୍ରତ୍ୟେକ ବ୍ଲକ ଓ ପୌରାଚଂଳ ଗ୍ରସ୍ତ କରିବେ। ଜିଲ୍ଲା କଂଗ୍ରେସ ସଭାପତି ନିଜ ଜିଲ୍ଲାର ପର୍ଯ୍ୟବେକ୍ଷକଙ୍କ ସହିତ ଆଲୋଚନା କରି ସ୍ଥାନ, ତାରିଖ ଓ ସମୟ ସ୍ଥିର କରିବେ।  ଏବଂ ବୈଠକ ସମ୍ପର୍କରେ ନିଜ ଜିଲ୍ଳାର ନେତୃବୃନ୍ଦମାନଙ୍କୁ ବୈଠକରେ ଯୋଗଦେବା ପାଇଁ ନିମନ୍ତ୍ରଣ କରିବେ। ବ୍ଲକ କମିଟି ଏବଂ ଜିଲ୍ଲା କମିଟିର ପ୍ରସ୍ତାବ ଆଧାରରେ ସମସ୍ତ ପର୍ଯ୍ୟବେକ୍ଷକ ଡିସେମ୍ବର ୩୦ ତାରିଖ ସୁଦ୍ଧା ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଦାଖଲ କରିବା ପାଇଁ ଶ୍ରୀ ପଟ୍ଟନାୟକ ସମୟ ଧାର୍ଯ୍ୟ କରିଛନ୍ତି।

ଜିଲ୍ଲା ପର୍ଯ୍ୟବେକ୍ଷକମାନେ ହେଲେ:

-ଅନୁଗୋଳ-  ପ୍ରକାଶ ଚନ୍ଦ୍ର ଦେବତା

୨-ବାଲେଶ୍ୱର- ବିଧାୟକ ତାରା ପ୍ରସାଦ ବାହିନୀପତି

୩-ବରଗଡ଼ – ରାଜକିଶୋର ଶଡ଼ଙ୍ଗୀ

-ଭଦ୍ରକ-  ଉମାବଲ୍ଲଭ ରଥ

-ଭୁବନେଶ୍ୱର- ଗଣେଶ୍ୱର ବେହେରା

-ବଲାଙ୍ଗୀର-  ସତ୍ୟଭୂଷଣ ସାହୁ

୭-ବୌଦ୍ଧ- ଡ. ହମିଦ ହୁସେନ

-କଟକ- ସଂଗ୍ରାମ କେଶରୀ ଜେନା

-କଟକ ନଗର- ଡ.ଦେବାଶିଷ ପଟ୍ଟନାୟକ

୧୦-ଦେଓଗଡ଼- ସସ୍ମିତା ବେହେରା

୧୧-ଢ଼େଙ୍କାନାଳ- ରଜତ ଚୌଧୁରୀ

୧୨-ଆସ୍କା ସଂସଦୀୟ କ୍ଷେତ୍ର -ସପ୍ତଗିରୀ ଉଲ୍ଲାକା

୧୩-ଗଞ୍ଜାମ ଜିଲ୍ଲାର ଅବଶିଷ୍ଟ ୬ଗୋଟି ବିଧାନସଭା କ୍ଷେତ୍ର- ଅକ୍ଷୟ କୁମାର ଆଚାର୍ଯ୍ୟ

୧୪-ଗଜପତି- ଶୁଭେନ୍ଦୁ ମହାନ୍ତି

୧୫-ଜଗତସିଂହପୁର- ଭୁଜବଳ ମାଝୀ

୧୬-ଯାଜପୁର- ଜ୍ଞାନଦେବ ବେଉରା

୧୭-ଝାରସୁଗୁଡ଼ା- ଦୁଲାଲ ପ୍ରଧାନ

୧୮-କଳାହାଣ୍ଡି ସମରେନ୍ଦ୍ର ମିଶ୍ର

୧୯-କନ୍ଧମାଳ- ବିସ୍ମୟ ମହାପାତ୍ର

୨୦-କେନ୍ଦ୍ରାପଡ଼ା- ପଂଚାନନ କାନୁନଗୋ

୨୧-କେନ୍ଦୁଝର- ଡ. ପ୍ରଫୁଲ ମାଝୀ

୨୨-ଖୋର୍ଦ୍ଧା- ସୁରେଶ ମହାପାତ୍ର

୨୩-କୋରାପୁଟ- ଅଧିରାଜ ମୋହନ ପାଣିଗ୍ରାହୀ

୨୪-ମୟୁରଭଞ୍ଜ ଜିଲ୍ଲାର ସଦର ଓ ଉଦଳା ସବ୍‌-ଡିଭିଜନ- ସୁଦର୍ଶନ ଦାସ

୨୫-ମୟୁରଭଞ୍ଜ ଜିଲ୍ଲାର କରଞ୍ଜିଆ ଓ ରାଇରଙ୍ଗପୁର ସବ୍‌- ଡିଭିଜନ- ବିଷ୍ଣୁଚରଣ ବାରିକ

୨୬– ମାଲକାନଗିରି- ଚନ୍ଦ୍ରଶେଖର ମାଝୀ

୨୭-ନବରଙ୍ଗପୁର ପିତବାସ ପଣ୍ଡା

୨୮-ନୂଆପଡ଼ା- ଚିନ୍ମୟ ସୁନ୍ଦର ଦାସ

୨୯-ନୟାଗଡ଼- ନିଶିକାନ୍ତ ମିଶ୍ର

୩୦-ପୁରୀ- ବିଜୟଲକ୍ଷ୍ମୀ ସାହୁ

୩୧-ରାୟଗଡ଼ା- ବିଧାୟକ ସନ୍ତୋଷ ସିଂ ସାଲୁଜା

୩୨-ରାଉରକେଲା- ପଦ୍ମାକର ଗୁରୁ

୩୩-ସମ୍ବଲପୁର- ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ର

୩୪-ସୁବର୍ଣ୍ଣପୁର- ମନୋରଞ୍ଜନ ଦାଶ

୩୫-ସୁନ୍ଦରଗଡ଼- ଯଜ୍ଞେଶ୍ୱର ବାବୁ ପ୍ରମୁଖଙ୍କୁ ପିସିସି ସଭାପତି ଶ୍ରୀ ପଟ୍ଟନାୟକ ଦାୟିତ୍ୱ ଦେଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

କୃଷି ବିଲ ବିରୋଧରେ ପ୍ରଦେଶ କଂଗ୍ରେସର ଶୋଭାଯାତ୍ରା

ଭୁବନେଶ୍ୱର, ଆଜି ପ୍ରଦେଶ କଂଗ୍ରେସ ପକ୍ଷରୁୁ କୃଷି ବିଲ ବିରୋଧରେ ଏକ ବିରାଟ ଶୋଭାଯାତ୍ରା କରାଯାଇତିଲା। ଏହି ଶୋଭାଯାତ୍ରା ଗୋପବନ୍ଧୁ ଛକଠାରୁ ବାହାରି ରାଜଭବନ ପର୍ଯ୍ୟନ୍ତ ଯାଇଥିଲା। ସେଠାରୁ ବିଧାୟକ ତାରାବାହିନୀ ପତିଙ୍କ ନେତୃତ୍ୱରେ ଏକ ୫ଜଣିଆ ପ୍ରତିନିଧି ମଣ୍ଡଳୀ ରାଜ୍ୟପାଳଙ୍କ ପ୍ରତିନିଧିଙ୍କୁ ସ୍ମାରକ ପତ୍ର ପ୍ରଦାନ କରିଥିଲେ। ପିସିସିର କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀଙ୍କ ନେତୃତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ବରିଷ୍ଠ କଂଗ୍ରେସ ନେତା ଡ. ରାମଚନ୍ଦ୍ର ଖୁଂଟିଆ, ଏଆଇସିସି ସଂପାଦକ ଶରତ ରାଉତ, ପୂର୍ବତନ ପିସିସି ସଭାପତି ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ବିଧାୟକ ସୁରେଶ କୁମାର ରାଉତରାୟ, ରମେଶ ଜେନା, ଅଧିରାଜ ମୋହନ ପାଣିଗ୍ରାହୀ, ମହମ୍ମଦ ମୋକିମ ପ୍ରମୁଖ ଯୋଗ ଦେଇଥିଲେ।

Categories
ଆଜିର ଖବର ଆଞ୍ଚଳିକ ରାଜ୍ୟ ଖବର

ମୟୁରଭଞ୍ଜ ବନ୍ୟାଂଚଳ ପରିଦର୍ଶନ କଲେ ଏଆଇସିିସି ଦ୍ୱାରା ଗଠିତ ପ୍ରଦେଶ କଂଗ୍ରେସର ଏକ ଟିମ

ବାରିପଦା, ଏଆଇସିିସି ଦ୍ୱାରା ଗଠିତ ଟିମ ଆଜି ମୟୁରଭଞ୍ଜ ବନ୍ୟାଂଚଳ ପରିଦର୍ଶନ କରିବା ସହିତ କ୍ଷୟକ୍ଷତିର ଆକଳନ କରିବା ପାଇଁ ଗ୍ରସ୍ତ କରିଥିଲେ । ଏହି ଟିମ୍‌ରେ ପୂର୍ବତନ ପ୍ରଦେଶ କଂଗ୍ରେସ କମିଟି ସଭାପତି ଜୟଦେବ ଜେନା ଓ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ଜିଲ୍ଲା ସଭାପତି ହେମନ୍ତ ଦାସ ଓ କଂଗ୍ରେସ କମିଟିର କର୍ମକତା ନେତୃମଣ୍ଡଳୀଙ୍କ ସହ ବଡ଼ସାହି ନିର୍ବାଚନ ମଣ୍ଡଳୀର ବେତନଟି ଓ ବୈଶାଙ୍ଗୀ ବ୍ଲକର ବନ୍ୟାଂଚଳ ବୁଲି ଦେଖିଥିଲେ।

ପ୍ରଭାବିତ ଲୋକମାନଙ୍କ ସହିତ ସିଧାସଳଖ ଆଲୋଚନା କରିବା ସହିତ ଚାଷ ଜମିର କ୍ଷୟକ୍ଷତି ବିଷୟରେ ଅନୁଧ୍ୟାନ କରିଥିଲେ। ତାପରେ ଦିନ ୧୨ଘଂଟା ସମରେ ଜିଲ୍ଲାପାଳ କାର‌୍ୟ୍ୟାଳୟରେ ଜିଲ୍ଲାପାଳ ନିତିକା ଭରଦ୍ୱାଜଙ୍କ ସାକ୍ଷାତ ଆଲୋଚନା କରିଥିଲେ । ଏହି ସମୟରେ ସହିତ ପ୍ରାକ୍ତନ ସାଂସଦ ସୁଶ୍ରୀ ସୁଶିଳା ତିରିଆ ମଧ୍ୟ ଆଲୋଚାନରେ ଭାଗନେଇଥିଲେ।

ତାପରେ ବାରିପଦା ସହର ତଳି ଅଂଚଳ ୱାଡ଼ ନଂ ୭,୮ ଓ ୯ ନମ୍ବର କେତେ ଅଂଚଳ ବୁଲି ଦେଖିବା ସହିତ ଲୋକମାନଙ୍କ ସହ ଆଲୋଚନା କରିଥିଲେ । ଅପରାହ୍ନରେ ଜିଲ୍ଳା କଂଗ୍ରେସ କାର‌୍ୟ୍ୟାଳୟ ଠାରେ ଏକ ସାମ୍ବାଦିକ ସମ୍ମିଳନୀର ଆୟୋଜନ କରାଯାଇଥିଲା ଉକ୍ତ ସମ୍ମିଳନୀରେ ଜୟଦେବ ଜେନା ମୟୁରଭଞ୍ଜ ଜିଲ୍ଳାରେ ବନ୍ୟାପ୍ରଭାବିତ ଲୋକଙ୍କୁ ରାଜ୍ୟ ସରକାର ଘୋଷଣା କରିଥିବା ୫୦ କେଜି ଚାଉଳ ଓ ୫୦୦ ଟଙ୍କା ଅନୁଦାର ବଂଚିତ ହୋଇଥିବାରୁ କ୍ଷୋଭ ପ୍ରକାଶ କରିଥିଲେ।