Categories
ଆଜିର ଖବର ରାଜ୍ୟ ଖବର

ଅବପାତର ରୂପ ନେବ ଲଘୁଚାପ :  ସାତୋଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ବର୍ଷା ସମ୍ଭାବନା ରହିଛି । ଆସନ୍ତା 24 ଘଣ୍ଟାରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ହେବାର ସମ୍ଭାବନା ରହିଛି ।ଆନ୍ଧ୍ର ଉପକୂଳରେ ଘନୀଭୂତ ହୋଇ ଓ୍ବେଲ୍‌ ମାର୍କଡ୍‌ରେ ପରିଣତ ହେବ । ପରବର୍ତ୍ତୀ 24ଘଣ୍ଟାରେ ଉତ୍ତର-ଉତ୍ତର ପୂର୍ବ ଦିଗରେ ଏହା ଗତି କରିବ ।  ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଘନୀଭୂତ ହୋଇ ଅବପାତର ରୂପ ନେବ । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଲଘୁଚାପ ପ୍ରଭାବରେ ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଦକ୍ଷିଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷିବ । ଆଜି ଗଞ୍ଜାମ, ଗଜପତି, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଓଡ଼ିଶାରେ ଆଗାମୀ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି ।  ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

Categories
ଆଜିର ଖବର ରାଜ୍ୟ ଖବର

ତୀବ୍ର ଅବପାତରେ ପରିଣତ ହେଲା ଲଘୁଚାପ  : ପ୍ରବଳ ବର୍ଷିବ

ଭୁବନେଶ୍ବର : ତୀବ୍ର ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଏହା ବିଶାଖାପାଟଣାରୁ ଦକ୍ଷିଣ- ଦକ୍ଷିଣ ପୂର୍ବ 250 କିମି ଦୂରରେ ରହିଛି । କାଲି ସକାଳେ କାକିନାଡା ପାଖରେ ଆନ୍ଧ୍ର ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି । ଅତିକ୍ରମ ବେଳେ ପବନର ବେଗ 55ରୁ 60 କିମି ରହିବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡ଼ିଶାର ଦକ୍ଷିଣ ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମାଲକାନଗିରି, ନବରଙ୍ଗପୁର, ରାୟଗଡା, ଗଜପତି, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ଗଞ୍ଜାମରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । 13 ତାରିଖ ଯାଏଁ ସମୁଦ୍ର ଅଶାନ୍ତ ରହିବ । ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀଙ୍କୁ  ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଲଘୁଚାପ ପ୍ରଭାବରେ କଟକ ଓ ଭୁବନେଶ୍ବରରେ ବି ଆଜି ଓ କାଲି ସ୍ବଳ୍ପରୁ ମଧ୍ୟମ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ରହିଛି ।