Categories
ଆଜିର ଖବର ରାଜ୍ୟ ଖବର

ଉଚ୍ଚଶିକ୍ଷା ବିଭାଗକୁ ଆସିଲେ ନୂଆ ନିର୍ଦ୍ଦେଶକ, ଓଏଏସ ସ୍ତରରେ ଅଦଳବଦଳ

ଭୁବନେଶ୍ବର: ଆଜି ରାଜ୍ୟ ସରକାର ଓଏଏସ ସ୍ତରରେ ଛୋଟ ଅଦଳବଦଳ କରିଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ସେହି ଅନୁସାରେ ଯେଉଁ ଅଦଳବଦଳ ହୋଇଛି ତାହା ହେଲା

1- ଅବକାରୀ ବିଭାଗ ଅତିରିକ୍ତ ସଚିବ ପ୍ରମୋଦ କୁମାର ମିଶ୍ରଙ୍କୁ ଓଡିଶା ଲୋକସେବା ଆୟୋଗର ସଚିବ ଭାବେ ବଦଳି କରାଯାଇଛି।

2- ସେହିପରି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ନିବେଦିତା ମିଶ୍ର ହୋଇଛନ୍ତି ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକ।

3- ଯାଜପୁରରର ଅତିରିକ୍ତ ଜିଲ୍ଲା ମାଜିଷ୍ଟ୍ରେଟ ମିହିର ପ୍ରସାଦ ମହାନ୍ତିଙ୍କୁ ଅବକାରୀ ବିଭାଗ ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି।

4- ଅନୁଗୁଳ ଆଠମଲ୍ଲିକର ଉପଜିଲ୍ଲାପାଳ ଲଳିତ ମୋହନ ବେହେରାଙ୍କୁ ଅନୁଗୁଳ ପିଡି ଡିଆରଡିଏ ଭାବେ ନିଯୁକ୍ତି ଦିଆଯାଇଛି।