Categories
ଆଜିର ଖବର ରାଜ୍ୟ ଖବର

ବାଲୁଗାଁ: କୂପରେ ପଡ଼ି ପ୍ରାଣ ହରାଇଲେ ବୟସ୍କ ବ୍ୟକ୍ତି

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅନ୍ତର୍ଗତ ଚିଲିକା ରୋଡ଼ରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। କୂପରେ ପଡ଼ି ଜଣେ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁବରଣ ହୋଇଥିବା ଖବର ମିଳିଛି।

ଖବର ମୁତାବକ ଚିଲିକା ରୋଡସ୍ଥିତ ପାତ୍ର ଲଜ ନିକଟରେ ବାସ କରୁଥିବା ପ୍ରଶାନ୍ତ ପାତ୍ର ନାମକ ଜଣେ ୬୨ ବର୍ଷୀୟ ବ୍ୟକ୍ତି ଆଜି ଅପରାହ୍ନରେ ନିଜ ଘର କୂପ ନିକଟରେ ବସିଥିଲେ। ତେବେ କିଛି ସମୟ ପରେ ପ୍ରଶାନ୍ତଙ୍କ ପରିବାରବର୍ଗ ଜାଣିବାକୁ ପାଇଥିଲେ ଯେ, ପ୍ରଶାନ୍ତ କୂପ ମଧ୍ୟରେ ପଡ଼ିଯାଇଛନ୍ତି। ସଙ୍ଗେ ସଙ୍ଗେ ପରିବାର ଲୋକେ ଏ ନେଇ ବାଲୁଗାଁ ଅଗ୍ନିଶମ ବିଭାଗକୁ ଖବର ଦେବା ପରେ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ପ୍ରଶାନ୍ତଙ୍କ ଶରୀରକୁ କୂପରୁ ଉଦ୍ଧାର କରି ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲା। ତେବେ ଡାକ୍ତର ସେଠାରେ ପ୍ରଶାନ୍ତଙ୍କୁ ମୃତ ଘୋଷଣା କରିବା ସହ ବାଲୁଗାଁ ପୋଲିସକୁ ସୂଚନା ଦେଇଥିଲେ।

ବର୍ତ୍ତମାନ ବାଲୁଗାଁ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବକୁ ଜବତ କରିବା ସହ ମୃତ ପ୍ରଶାନ୍ତଙ୍କ ପତ୍ନୀ ସୁଲତା ପାତ୍ରଙ୍କ ଅଭିଯୋଗ ଆଧାରରେ କେସ ନମ୍ବର ୩/୨୨ ରେ ଏକ ଅପମୃତ୍ୟୁ ମାମଲା ରୁଜୁକରି ତଦନ୍ତ ଜାରି ରଖିଛି।

Categories
ଆଜିର ଖବର ରାଜ୍ୟ ଖବର

ବାଲୁଗାଁ: ସଡକ ଦୁର୍ଘଟଣାରେ ପ୍ରାଣ ହରାଇଲେ ବାଇକ୍ ଆରୋହୀ

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ୧୬ ନଂ ଜାତୀୟ ରାଜପଥ କୋଚିଲା ଛକ ନିକଟରେ ଗୋଟିଏ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି। ବାଲୁଗାଁ ନିକଟସ୍ଥ ଗୋପୀନାଥ ପୁର ଗ୍ରାମର ସୁଶିଲ କୁମାର ପାଢୀଙ୍କ ଏହି ଦୁର୍ଘଟଣାରେ ମୃତ୍ୟୁ ହୋଇଛି।

ସୂଚନା ଅନୁଯାୟୀ, ସୁଶିଲ କୁମାର ପାଢୀ (୩୪) ଗତ କାଲି ରାତିରେ ନିଜ ବାଇକ୍ ଯୋଗେ ଟାଙ୍ଗୀରୁ ବାଲୁଗାଁ ଫେରୁଥିଲେ। ତେବେ ୧୬ ନଂ ଜାତୀୟ ରାଜପଥର କୋଚିଲା ଛକ ନିକଟରେ ନିୟନ୍ତ୍ରଣ ହରାଇ ଡିଭାଇଡରକୁ ସେ ଧକ୍କା ଦେଇଥିଲେ। ଫଳରେ ସୁଶିଲ ଗୁରୁତର ହୋଇ ପଡିଥିଲେ। କୁହୁଡି ଫାଣ୍ଡି ପୋଲିସ୍ ଖବର ପାଇ ଗୁରୁତର ଅଵସ୍ଥାରେ ସୁଶୀଲଙ୍କୁ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ।

କିନ୍ତୁ ମେଡିକାଲରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ସୁଶୀଲଙ୍କ ମୃତ ଦେହ ଜବତ କରି ପୋଲିସ୍ ତଦନ୍ତ ଜାରି ରଖିଛି। ସୁଶୀଲଙ୍କ ପକେଟ୍ ରୁ ପୋଲିସ୍ ୨୬ ହଜାର ଟଙ୍କା ଉଦ୍ଧାର କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିବା ଜଣାପଡିଛି।

ଉଲ୍ଲେଖ ଯୋଗ୍ୟ ଯେ, ସୁଶୀଲ ଜଣେ ଯୁବ ସମାଜସେବୀ ଥିଲେ। ସେ ଉକ୍ତ ଅଞ୍ଚଳରେ ଅନେକ ସମାଜସେବା କାର୍ଯ୍ୟରେ ଅଂଶଗ୍ରହଣ କରି ଲୋକଙ୍କୁ ସେବା ଯୋଗାଉଥିଲେ। ଗତ କିଛି ଦିନ ତଳେ ବାଲୁଗାଁ ହସ୍ପିଟାଲର ଖରାପ ସ୍ୱାସ୍ଥ୍ୟବସ୍ଥା ବିଷୟରେ ସୋସିଆଲ ମିଡିଆରେ ଭାଇରାଲ କରି ସେ ଚର୍ଚ୍ଚାକୁ ଆସିଥିଲେ। କମ ବୟସରୁ ସେ ଜନପ୍ରିୟତା ଲାଭ କରିଥିଲେ। ତାଙ୍କର ଏହି ଅକାଳ ବିୟୋଗ ଯୋଗୁଁ ଉକ୍ତ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ବାଣପୁର: କେରଳରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ସୀତାରାମ ଅଗ୍ରୱାଲ

ବାଣପୁର: କେରଳରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ଶ୍ରମିକ ଜଣକ ହେଉଛନ୍ତି ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ରାଣୀପଡ଼ା ଗ୍ରାମର ଶେଷଦେବ ବେହେରା। ସୂଚନା ମୁତାବକ ଶେଷଦେବ ଦୀର୍ଘ ୧୦ ବର୍ଷ ହେବ କେରଳର ଥ୍ରୀଶୁର ସହରରେ ଶ୍ରୀ ମେନନ ନାମକ ଏକ ଘରୋଇ କମ୍ପାନୀରେ ଇଲେକ୍ଟ୍ରିସିଆନ ଭାବେ କାର୍ଯ୍ୟ କରୁଥିଲେ।

ତେବେ କରୋନା ଲାଗି ଦୀର୍ଘ ମାସ ହେବ ଘରେ ବସିଲା ପରେ ଗତ ବର୍ଷ ଜାନୁଆରୀ ମାସରେ ପୁନଶ୍ଚ ସେ କାମକୁ କେରଳ ଯାଇଥିଲେ। ଆଜି ସକାଳେ କମ୍ପାନୀ ଗାଡ଼ି ତାଙ୍କୁ କାମ ନିମନ୍ତେ ନେବାକୁ ଆସିଥିବା ବେଳେ ସେ ଏକ ଚା’ ଦୋକାନରେ ଚା’ ପିଇ ବାହାରିଲା ବେଳକୁ ଅଚେତ ହୋଇ ତଳେ ପଡିଯାଇଥିଲେ। କମ୍ପାନୀ ପକ୍ଷରୁ ତାଙ୍କୁ ମେଡିକାଲକୁ ନିଆଯାଇଥିବା ବେଳେ ତାଙ୍କର ସେଠାରେ ମୃତ୍ୟୁ ହୋଇଯାଇଥିବାର ତାଙ୍କ ପତ୍ନୀ ସସ୍ମିତା ବେହେରାକୁ କମ୍ପାନୀ ସୂଚନା ଦେଇଥିଲା।

ତେବେ ମୃତ୍ୟୁ କିପରି ହେଲା ସେ ବିଷୟରେ ତାଙ୍କ ପତ୍ନୀ ଅବଗତ ନଥିବାର କହିଛନ୍ତି। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ମୃତ୍ୟୁର ପ୍ରକୃତ ରହସ୍ୟ ଜଣାପଡିବ ବୋଲି ପତ୍ନୀ ସସ୍ମିତା କହିଛନ୍ତି। ଅପରପକ୍ଷେ ସସ୍ମିତା ଅତି ଗରିବ ହୋଇଥିବା ବେଳେ ତାଙ୍କର ବୟସ୍କ ଶାଶୁ ଏବଂ ଦୁଇ ପୁଅ ଝିଅଙ୍କୁ ନେଇ ଏକ ଭଡ଼ାଘରେ ରହୁଥିବାର କୋହଭରା କଣ୍ଠରେ ଗଣମାଧ୍ୟମକୁ କହିଛନ୍ତି। ତାଙ୍କ ପରିବାରର ଏକ ମାତ୍ର ରୋଜଗାରକ୍ଷମ ସ୍ୱାମୀ ଶେଷଦେବଙ୍କ ଅକାଳ ବିୟୋଗ ପରେ ସସ୍ମିତା ଭାଙ୍ଗିପଡିଛନ୍ତି। ବର୍ତ୍ତମାନ ଚଳିବା ପାଇଁ ଏବଂ ପିଲାଙ୍କ ଭବିଷ୍ୟତ ଗଢିବାରେ ଜନୈକ କମ୍ପାନୀ ସହଯୋଗ କରୁ ବୋଲି ସସ୍ମିତା ଦାବି କରିଛନ୍ତି। ଶେଷଦେବଙ୍କ ମର ଶରୀର ଆଜି ତାଙ୍କ ଗ୍ରାମକୁ ଆସିବ ବୋଲି ଜଣାପଡିଛି।

Categories
ଆଜିର ଖବର ରାଜ୍ୟ ଖବର

ଟାଙ୍ଗୀ: ହାତୀ ଆକ୍ରମଣରେ ପ୍ରାଣ ହରାଇଲେ ଆଉ ଜଣେ ଚାଷୀ

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ସମ୍ଭାବ୍ୟ ଲଘୁଚାପଜନିତ ବର୍ଷାକୁ ଦେଖି ଚାଷୀ ବର୍ତ୍ତମାନ ଚିନ୍ତାରେ ଅଛି। ସେଥିପାଇଁ ଧାନ ଫସଲକୁ ସୁରକ୍ଷିତ ସ୍ଥାନରେ ରଖିବା ପାଇଁ ଚାଷୀମାନେ ବ୍ୟସ୍ତ ଅଛନ୍ତି। ହେଲେ ଚାଷ ଜମିକୁ ଯାଇଥିବା ଜଣେ ଚାଷୀର ହାତୀ ଆକ୍ରମଣରେ ମୃତ୍ୟୁ ହୋଇଛି। ଖୋର୍ଦ୍ଧା ଜିଲ୍ଲା ଟାଙ୍ଗି ଅଞ୍ଚଳରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ବର୍ଷା ଦାୟୁରୁ ଧାନ ଫସଲକୁ ସୁରକ୍ଷିତ ରଖିବା ପାଇଁ ଟାଙ୍ଗୀ ଥାନା ଉଦୟ ଗିରି ଗ୍ରାମର ଧ୍ୱଜ ପାତ୍ର (୬୫) ନିଜ ଜମିକୁ ଯାଇଥିଲେ। ବର୍ଷା ଓ ହାତୀ ଉପଦ୍ରବ ଭୟରେ ଟାଙ୍ଗୀ ବ୍ଲକର ଉଦୟ ଗିରି ଗାଁର ଚାଷୀ ମାନେ ଅଧା କଂଚା ଧାନ ଫସଲକୁ ଅମଳ କରିବାକୁ ବ୍ୟଗ୍ର ହୋଇ ପଡିଥିଲେ। ଆଜି କେତେ ଜଣ ଚାଷୀ ନିଜ ଚାଷ ଜମିରୁ ଧାନ ଅମଳ କରି ନିଜ ଘରକୁ ଆଣୁଥିଲେ। ସେହିଭଳି ଧ୍ୱଜ ପାତ୍ର ନିଜ ଚାଷ ଜମିରେ ଧାନ କାଟି ଟ୍ରାକ୍ଟରରେ ଫସଲକୁ ଖଳା ବାଡିକୁ ଆଣିବା ପାଇଁ ନିଜ ଚାଷ ଜମିରେ ଅପେକ୍ଷା କରିଥିଲେ। ଏହି ସମୟରେ ଏକ ୧୯ ଟିକିଆ ହାତୀ ପଲ ତାଙ୍କ ଚାଷ ଜମି ଦେଇ ଯାଉଥିଲେ। ସେହି ହାତୀ ପଲ ମଧ୍ୟରୁ ଏକ ଦନ୍ତା ହାତୀ ବାହାରି ଆସି ଚାଷୀ ଧ୍ୱଜ ପାତ୍ରଙ୍କୁ ଆକ୍ରମଣ କରିଥିଲା। ଫଳରେ ତାଙ୍କର ଗୋଡ ଓ ଅଣ୍ଟାରେ ଗୁରୁତର କ୍ଷତ ହୋଇଥିଲା। ଖବର ପାଇ ବନ ବିଭାଗ କର୍ମଚାରୀ ଗାଁ ଲୋକଙ୍କ ସହ ଘଟଣା ସ୍ଥଳରେ ପହଂଚି ଗୁରତର ବୃଦ୍ଧଙ୍କୁ ଉଦ୍ଧାର କରି ଭୁବନେଶ୍ୱର ସ୍ଥାନାନ୍ତର କରିଥିଲେ।

ତେବେ ଭୁବନେଶ୍ୱର ଯାଉଥିବା ବେଳେ ଧ୍ଵଜଙ୍କର ମୃତ୍ୟୁ ହୋଇଥିବା ଟାଙ୍ଗୀ ବନ ବିଭାଗ ରେଂଜର ରବିନ୍ଦ୍ର ନାଥ ପଣ୍ଡା ପ୍ରକାଶ କରିଛନ୍ତି। ଏହା ସହ ଶବ ବ୍ୟବଚ୍ଛେଦ ପରେ ମୃତକଙ୍କ ପରିବାରକୁ ସରକାରୀ କ୍ଷତି ପୂରଣ ଦିଆଯିଵ ବୋଲି ଶ୍ରୀ ପଣ୍ଡା କହିଛନ୍ତି।

Categories
ଅନ୍ତରାଷ୍ଟ୍ରୀୟ ଆଜିର ଖବର ସ୍ବାସ୍ଥ୍ୟ

ଋଷରେ ଚିହ୍ନଟ ହେଲେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ, ପ୍ରାଣ ହରାଇଲେ ପ୍ରାୟ ଏକ ହଜାର ଲୋକ

ନୂଆଦିଲ୍ଲୀ: ରୁଷିଆରେ କୋଭିଡ-୧୯ ମହାମାରୀର ସର୍ବାଧିକ ୩୪ ହଜାର ୩୦୩ ନୂତନ ମାମଲା ଚିହ୍ନଟ ହୋଇଛି। ଯାହାକି ଏକ ମାସ ପୂର୍ବରୁ ଦୈନିକ ମାମଲା ତୁଳନାରେ ୭୦ ପ୍ରତିଶତ ଅଧିକ। ଦେଶରେ କରୋନା ମହାମାରୀ ମାମଲା କ୍ରମାଗତ ଭାବେ ବୃଦ୍ଧି ପାଉଛି। ନ୍ୟାସନାଲ କରୋନା ଭାଇରସ ଟାସ୍କ ଫୋର୍ସ ରବିବାର ଦିନ କହିଛି ଯେ, ପୂର୍ବ ଦିନ କୋଭିଡ-୧୯ ର ୩୪ ହଜାର ୩୦୩ ଟି ନୂଆ ମାମଲା ଚିହ୍ନଟ ହୋଇଥିଲା, ଯାହାକି ସେପ୍ଟେମ୍ବର ୧୯ ତାରିଖରେ ଏକ ମାସ ପୂର୍ବରୁ ୨୦ ହଜାର ୧୭୪ ଟି ନୂଆ ମାମଲା ଥିଲା। ରବିବାର ଦିନ ଦେଶରେ ୯୯୯ କୋଭିଡ-୧୯ ରୋଗୀଙ୍କ ମୃତ୍ୟୁ ଘଟିଛି, ଯାହା ଶନିବାର ଦିନ ୧୦୦୨ ମୃତ୍ୟୁଠାରୁ ସାମାନ୍ୟ କମ୍ ଅଟେ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୫ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୭୮ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୭୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ନବରଙ୍ଗପୁର ଜିଲ୍ଲାରୁ ସର୍ବାଧିକ ୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଭୁବନେଶ୍ଵରରୁ ୨ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୪ ହଜାର ୨୭୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨୦ ହଜାର ୬୪୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୨୯୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୭୮ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୭୩ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୭୩ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଭଦ୍ରକ, କଟକ ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୩ ହଜାର ୮୦୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨୦ ହଜାର ୧୬୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୩୧୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୭୩ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୭ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୬୭ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୭ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୬୭ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଓ କଟକ ଜିଲ୍ଲାରୁ ସର୍ବାଧିକ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଜଗତସିଂହପୁର, ଯାଜପୁର ଓ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୩ ହଜାର ୨୮୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୯ ହଜାର ୭୬୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୨୦୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୬୭ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୬୦ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୬୦ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ଵର, ଭଦ୍ରକ, ଜଗତସିଂହପୁର ଏବଂ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୨ ହଜାର ୬୭୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୯ ହଜାର ୨୧୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୧୪୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୬୦ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୫୫ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୫୫ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି କଟକ, ଖୋର୍ଦ୍ଧା ଓ କେନ୍ଦ୍ରାପଡା ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୨ ହଜାର ୧୪୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୮ ହଜାର ୭୪୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୮୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୫୫ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

 ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୪୨ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୪୨ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ନବରଙ୍ଗପୁର ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବଲାଙ୍ଗୀରି ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୧ ହଜାର ୪୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୭ ହଜାର ୭୧୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୩୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୪୨ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

 ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୩୮ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୩୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି କଟକ, କନ୍ଧମାଳ, ନୟାଗଡ ଓ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୦ ହଜାର ୫୧୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୭ ହଜାର ୧୧୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୧୧୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୩୮ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୩ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୨୩ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୩ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୨୩ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୮ ହଜାର ୮୧୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୫ ହଜାର ୬୦୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୯୩୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୨୩ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୨୦ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୨୦ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୮ ହଜାର ୩୬୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୫ ହଜାର ୧୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୭୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୨୦ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୫ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୧୪ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୧୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକ, ଗଞ୍ଜାମ ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୭ ହଜାର ୯୫୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୪ ହଜାର ୪୧୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୨୮୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୧୪ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୭ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୦୯ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୭ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୦୯ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଓ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଜଗତସିଂହପୁର, ଯାଜପୁର ଓ କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୭ ହଜାର ୪୩୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୩ ହଜାର ୮୩୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୩୩୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୦୯ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୦୨ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୦୨ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି କଟକ, ମୟୂରଭଞ୍ଜ, ନୟାଗଡ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ  ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୬ ହଜାର ୯୫୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୩ ହଜାର ୧୪୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୫୫୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୦୨ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୧୯୮ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୯୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଓ କେନ୍ଦ୍ରାପଡା ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ  ଆକ୍ରାନ୍ତ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୬ ହଜାର ୪୭୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୨ ହଜାର ୫୮୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୬୪୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୯୮ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୫ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୧୯୨ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୯୨ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଭଦ୍ରକ, ଜଗତସିଂହପୁର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ  ଆକ୍ରାନ୍ତ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୫ ହଜାର ୮୭୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୨ ହଜାର ୧୧୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୫୧୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୯୨ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୫ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୧୭୫ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୭୫ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କେନ୍ଦୁଝର, କୋରାପୁଟ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ  ଆକ୍ରାନ୍ତ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୪ ହଜାର ୩୨୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୦ ହଜାର ୧୮୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୯୦୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୭୫ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୭ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୧୭୦ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୭ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୭୦ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨ ଜଣ, ଅନୁଗୁଳ, ବାଲେଶ୍ୱର, ଭଦ୍ରକ, କଟକ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ  ଆକ୍ରାନ୍ତ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୩ ହଜାର ୭୩୫ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୯ ହଜାର ୫୮୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୯୩୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୭୦ କୁ ବୃଦ୍ଧି ହୋଇଛି।