Categories
ଆଜିର ଖବର ରାଜ୍ୟ ଖବର

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ପକ୍ଷରୁ ବକ୍ତୃତା ପ୍ରତିଯୋଗିତା ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର: ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମର ଅଂଶବିଶେଷ ସ୍ୱରୂପ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ- ଆରଆଇଇ, ଏନସିଇଆରଟି ପକ୍ଷରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଜନସଚେତନତା କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଆଜି ପ୍ରତିଷ୍ଠାନ ପରିସରରେ ଥିବା ଡିଏମ ସ୍କୁଲ ପରିସରରେ ଏକ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

ଏଥିରେ ୨୦୦ରୁ ଅଧିକ ଛାତ୍ରଛାତ୍ରୀ ଓ କର୍ମଚାରୀମାନେ ଅଂଶଗ୍ରହଣ କରିଥିଲେ। ପ୍ରତିଷ୍ଠାନର ଅଧ୍ୟକ୍ଷ ପ୍ରଫେସର ପି.ସି ଅଗ୍ରୱାଲ, ଡିଏମ ସ୍କୁଲର ଅଧ୍ୟକ୍ଷ ଏ ପ୍ରଧାନ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ। ଏଥିରେ ନୋଡାଲ ଅଧିକାରୀ ପ୍ରଫେସର ଲକ୍ଷ୍ମୀଧର ବେହେରା, ଶ୍ରୀ ପି.କେ ରାୟ ପ୍ରମୁଖ ଉପସ୍ଥିତ ଥିଲେ।

ଅନ୍ୟପଟେ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଆନୁକୂଲ୍ୟରେ ଜଗତସିଂହପୁର କେନ୍ଦ୍ରୀୟ ବିଦ୍ୟାଳୟ ଠାରେ ଜି୨୦ ବିଷୟବସ୍ତୁକୁ ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏଥିରେ ୨୦୦ରୁ ଅଧିକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

ଜି-୨୦ ଜନଭାଗିଦାରୀ: କିଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ବକ୍ତୃତା ପ୍ରତିଯୋଗିତା

ଭୁବନେଶ୍ୱର: ଭୁବନେଶ୍ୱରରେ ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟ ଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ କିଟ୍ ବିଶ୍ୱ ବିଦ୍ୟାଳୟ, ଭୁବନେଶ୍ୱର ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଏହି କ୍ରମରେ ଆଜି ‘‘ନୂଆ ପ୍ରଯୁକ୍ତି ଦ୍ୱାରା ସୃଷ୍ଟି ସମସ୍ୟାର ମୁକାବିଲା କରିବା ଓ ଅନୁକୂଳନ ହେବା ଲାଗି ଯୁବବର୍ଗଙ୍କ ସଶକ୍ତିକରଣ’’ ବିଷୟବସ୍ତକୁ ନେଇ କିଟ୍‌ ପକ୍ଷରୁ ଏକ ବୌଦ୍ଧିକ ବକ୍ତୃତା ପ୍ରତିଯୋଗିତା  ଅନୁଷ୍ଠିତ ହୋଇଥିଲା।

ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବାକୁ ଥିବା ଏହି ପ୍ରତିଯୋଗିତାର ଚୁଡ଼ାନ୍ତ ପର୍ଯ୍ୟାୟକୁ ୩୦ ଜଣ ଛାତ୍ରଛାତ୍ରୀ ମନୋନିତ ହୋଇଥିଲେ। ଶେଷରେ ଶ୍ରେଷ୍ଠ ପ୍ରତିଯୋଗୀଙ୍କୁ ସମ୍ମାନିତ କରାଯାଇଥିଲା।

Categories
ଆଜିର ଖବର ଜାତୀୟ ଖବର

ଜି-୨୦ ଜନଭାଗିଦାରୀ: ଦେବଗଡ଼ କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ନେଇ ଅନୁଷ୍ଠିତ ହେଲା ବକ୍ତୃତା ପ୍ରତିଯୋଗିତା

ଭୁବନେଶ୍ୱର: ଭୁବନେଶ୍ୱରରେ ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟ ଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ସଚେତନତା ସୃଷ୍ଟି ଲାଗି ରାଜ୍ୟବ୍ୟାପୀ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଏହି କ୍ରମରେ ଗୁରୁବାର ଦିନ ଆଇଆଇଏମ ସମ୍ବଲପୁର ସହଯୋଗରେ କେନ୍ଦ୍ରୀୟ ବିଦ୍ୟାଳୟ ଦେବଗଡ଼ ଠାରେ ଛାତ୍ରଛାତ୍ରୀଙ୍କୁ ନେଇ ଏକ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

ପ୍ରତିଯୋଗିତାରେ ବିଦ୍ୟାଳୟର ମେଧାବୀ ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରି ଭାରତର ଜି-୨୦ ଅଧ୍ୟକ୍ଷତା ଏବଂ ଜି-୨୦ ରାଷ୍ଟ୍ରଗୋଷ୍ଠୀର ପ୍ରାସଙ୍ଗିକତା ଉପରେ ବକ୍ତବ୍ୟ ରଖିଥିଲେ।