ରଣପୁର: ଆଜି ଆନ୍ତର୍ଜାତିକ ଯୋଗ ଦିବସ ଅବସରରେ ନୟାଗଡ ଜିଲ୍ଲା ରଣପୁର ବ୍ଲକ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଯୋଗ ଦିବସ ପାଳିତ ହୋଇ ଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ ଯୋଗ ଦିବସ ପାଳିତ ହୋଇଥିଲା। ସହକାରୀ ଶିକ୍ଷକ ଦିଲ୍ଲୀପ କୁମାର ସାହୁ ପିଲାମାନଙ୍କୁ ଯୋଗ ଶିକ୍ଷା ଦେଇଥିଲେ। ପିଲାମାନଙ୍କୁ ନେଇ ବିଭିନ୍ନ ଆସନ ଓ ବ୍ୟାୟାମ ମଧ୍ୟ କରାଯାଇଥିଲା।
ଏହି ଅବସରରେ ବିଶେଷ ଆକର୍ଷଣ ଭାବେ ପିଲାମମାନଙ୍କୁ ନେଇ IYD ଆକୃତି କରି ଆନ୍ତର୍ଜାତିକ ଯୋଗ ଦିବସର ବାର୍ତ୍ତା ସମ୍ବନ୍ଧରେ ସମସ୍ତଙ୍କୁ ଅବଗତ କରାଯାଇଥିଲା। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ରଣା ପିଲାମାନଙ୍କୁ କହିଥିଲେ ଯେ ଯୋଗ କରିବା ସ୍ୱାସ୍ଥ୍ୟ ପାଇଁ ଭଲ, ଏହା ମନ ଓ ମସ୍ତିଷ୍କକୁ ସୁସ୍ଥ ରଖେ। ବିଦ୍ୟାଳୟର ସହକାରୀ ଶିକ୍ଷୟତ୍ରୀ ପଦ୍ମାବତୀ ବେହେରା, ଅଙ୍ଗନବାଡି କର୍ମୀ ପୁଷ୍ପମଞ୍ଜରୀ ଦେଇ ଏବଂ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟସଦସ୍ୟାମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।
ସେହିପରି ମନ୍ଦାକିନୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ବିଲଗାଡ଼ିଆ ପ୍ରାଥମିକ ବିଦ୍ୟାଳୟ, ଗୌରାଙ୍ଗପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଗୌରାଙ୍ଗପୁର ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ, ବରମୂଳ, ପିମ୍ପଲ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଯଦୁପୁର ବିଦ୍ୟାଳୟ ସହ ବିଭିନ୍ନ ବିଦ୍ୟାଳୟରେ ମଧ୍ୟ ଯୋଗ ଦିବସ ପାଳିତ ହୋଇ ଯାଇଛି।