Categories
ଆଜିର ଖବର ରାଜ୍ୟ ଖବର

୧୪ ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ବଜ୍ରପାତ ଓ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତାକାଲି ତଥା ୧୯ ତାରିଖ ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ୧୪ ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ୧୪ ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବ ନେଇ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ବଜ୍ରପାତ ସମୟରେ ଲୋକଙ୍କୁ ଖୋଲାସ୍ଥାନକୁ ବାହାରିବା ପାଇଁ ବାରଣ କରାଯାଇଛି।