Categories
ଆଜିର ଖବର ରାଜ୍ୟ ଖବର

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ

ପୁରୀ : ବରିଷ୍ଠ ସେବାୟତ ତଥା ଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ ଘଟିଛି । ପୁରୀ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁହୋଇଥିବା ସୂଚନା ମିଳିଛି । ମୃତ୍ୟୁ ବେଳକୁ ତାଙ୍କୁ 65ବର୍ଷ ହୋଇଥିଲା।ମିଳିଥିବା ସୂଚନା ଅନୁସାରେ ଗତକାଲି ରାତିରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ତାଙ୍କୁ ପୁରୀ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା ।

ଶ୍ରୀ ଦାସମହାପାତ୍ର ପୂର୍ବରୁ ଦୀର୍ଘ ଦିନ ଧରି ଦଇତାପତି ନିଯୋଗର ସଂପାଦକ ଥିଲେ। ଉଲ୍ଲେଖଯୋଗ୍ୟ, ଶ୍ରୀ ଦାସମହାପାତ୍ର କରୋନା ଆକ୍ରାନ୍ତ ହେବା ପରେ ଚିକିତ୍ସିତ ହୋଇ ଡାକ୍ତରଖାନାରୁ ତିନି ଦିନ ତଳେ ଡିସଚାର୍ଜ ହୋଇଥିଲେ। ଏହାପରେ ସେ ଘରେ ସଙ୍ଗରୋଧରେ ଥିଲେ।