Categories
ଆଜିର ଖବର ରାଜ୍ୟ ଖବର

ଲଘୁଚାପ ସକ୍ରିୟ: ୮ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା, ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତର ଛତିଶଗଡ଼ ଏବଂ ଉତ୍ତର- ପୂର୍ବ ମଧ୍ୟପ୍ରଦେଶରେ ଲଘୁଚାପ ସକ୍ରିୟ ରହିଛି। ଏହି ଘୂର୍ଣ୍ଣି ବଳୟଟି ବାୟୁମଣ୍ଡଳରେ ୫.୮ କିମି ଯାଏଁ ବ୍ୟାପିଛି। ଫଳରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁକୁ ଅଧିକ ସକ୍ରିୟ କରିଛି। ଏହାର ପ୍ରଭାବରେ ଆଗାମୀ ୪ ଦିନ ଯାଏଁ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ। ସେଥିପାଇଁ ରାଜ୍ୟର ୪ ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ଗଞ୍ଜାମ, ନୟାଗଡ଼, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିଭଳି ୧୧ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନୁଗୁଳ, ଦେବଗଡ଼, ଗଜପତି, କଟକ, କେନ୍ଦୁଝର, ଖୋର୍ଦ୍ଧା, କୋରାପୁଟ, ପୁରୀ, ରାୟଗଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାର ଅନେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ ଏହାର ପ୍ରଭାବରେ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ଲାଗି ରହିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ଆସନ୍ତାକାଲି ପାଇଁ 12ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର : ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆସନ୍ତାକାଲି ପାଇଁ ପାଣିପାଗ ବିଭାଗ 12ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଏହି ସବୁ ଜିଲ୍ଲାମାନଙ୍କରେ ବର୍ଷା ସହିତ ବଜ୍ରାପାତ ହୋଇପାରେ। କିଛି ଅଞ୍ଚଳରେ ହାଲକାରୁ ମଧ୍ୟମ ଧରଣର ବର୍ଷା ମଧ୍ୟ ହୋଇପାରେ। ତେଣୁ ଏହି ସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ପାଇଁ ୟେଲୋ ୱାର୍ଣ୍ଣି ଜାରି ହୋଇଥିବା ଜିଲ୍ଲାଗୁଡ଼ି ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବରଗଡ, ବୌଦ୍ଧ, ଗଞ୍ଜାମ, ପୁରୀ, ସୁବର୍ଣ୍ଣପୁର, ନୟାଗଡ, ରାୟଗଡା, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲା ଆଦି ରହିଛି ରହିଛି । ସେହିପରି ଆସନ୍ତା 5 ତାରିଖ ଯାଏଁ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି ।

Categories
ଆଜିର ଖବର ରାଜ୍ୟ ଖବର

ୟେଲୋ ଓ୍ବାର୍ଣ୍ଣିଂ : କାଲିଠୁ 5 ଦିନ ବର୍ଷିବ

ଭୁବନେଶ୍ବର : ପଶ୍ଚିମ-କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ସେପ୍ଟେମ୍ବର 13 ସୁଦ୍ଧା ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆସନ୍ତାକାଲି ଠାରୁ 5 ଦିନ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ସମ୍ଭାବନା ନେଇ 21ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଏହି ସବୁ ଜିଲ୍ଲାଗୁଡିକ ମଧ୍ୟରେ ରହିଛି –  ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗିର, ସୁବର୍ଣ୍ଣପୁର, ସମ୍ବଲପୁର, ଅନୁଗୁଳ, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ । ଏହି ସମସ୍ତ ଜିଲ୍ଲାଗୁଡ଼ିକରେ ବଜ୍ରପାତ ହେବା ସହ ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ 5  ଦିନ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।

Categories
ଆଜିର ଖବର ରାଜ୍ୟ ଖବର

ଦୁଇ ଦିନ ଯାଏଁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା, ବଜ୍ରପାତ ବି ହୋଇପାରେ

ଭୁବନେଶ୍ୱର : ଆସନ୍ତା ୪୮ ଘଣ୍ଟା ମଧ୍ୟମରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଟ୍ରପ୍ ଲାଇନ୍‌ ପ୍ରଭାବରେ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଗୁଆ ସୂଚନା ଦିଆଯାଇଛି।

ଆସନ୍ତା ୨୪ ଘଣ୍ଟା ଅର୍ଥାତ୍‌ ମଙ୍ଗଳବାର ଅପରାହ୍ନ ସୁଦ୍ଧା ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ,ବୌଦ୍ଧ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ଓ ଢ଼େଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଏହି ସମୟ ମଧ୍ୟରେ ଉପକୂଳ ଓଡିଶା ସମେତ କଳାହାଣ୍ଡି, କନ୍ଧମାଳ, ଅନୁଗୁଳ, ବୌଦ୍ଧ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ ପାଣିପାଗ ବିଭାଗ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି।