Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଯାଜପୁର ବସ ଦୁର୍ଘଟଣା: ଆହତମାନଙ୍କୁ ଭେଟିଲେ 5ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ

ଭୁବନେଶ୍ବର: ଗତକାଲି ରାତିରେ ଘଟିଥିବା ମର୍ମୁନ୍ତୁଦ ବସ ଦୁର୍ଘଟଣାର ଆହତମାନଙ୍କୁ କଟକ ଏସସିବି ଡାକ୍ତରଖାନାରେ ଭେଟିଛନ୍ତି 5ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଆଜି ବଡି ସକାଳୁ ସେ ହସପିଟାଲ ଯାଇ ସେଠାରେ ଚିକିତ୍ସା ସୁବିଧା ପଚାରି ବୁଝିଛନ୍ତି। ସେମାନଙ୍କ ଚିକିତ୍ସାରେ ଯେପରି କୌଣସି ଅସୁବିଧା ନ ହୁଏ ସେଥିପାଇଁ ହସପିଟାଲ କର୍ତ୍ତୁପକ୍ଷଙ୍କ ସହିତ ଆଲୋଚନା କରିଛନ୍ତି।

ବର୍ତ୍ତମାନ ଏହି ଦୁର୍ଘଟଣାରେ ପାଞ୍ଚ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ 46 ଜଣଙ୍କୁ କଟକରେ ଚିକିତ୍ସା କରାଯାଉଛି। ସେମାନଙ୍କ ମଧ୍ୟରୁ 5 ଜଣ ଯାତ୍ରୀଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ବସଟି ଗତକାଲି ପୁରୀରୁ କୋଲକତା ଅଭିମୁଖେ ଯାତ୍ରା କରୁଥିବା ବେଳେ ଯାଜପୁରସ୍ଥିତ ଧର୍ମଶାଳା ନିକଟରେ ଏକ ବ୍ରିଜ ତଳକୁ ଖସିପଡିଥିଲା।

Categories
ଆଜିର ଖବର ରାଜ୍ୟ ଖବର

BusAccident: ଦିଗପହଣ୍ଡି ବସ ଦୁର୍ଘଟଣାରେ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ଭୋରରୁ ଗଞ୍ଜାମ ଦିଗପହଣ୍ଡି ଠାରେ ହୋଇଥିବା ବସ ଦୁର୍ଘଟଣାରେ କିଛି ଲୋକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ସେହିପରି ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।

ଏହି ଦୁର୍ଘଟଣାରେ ଆହତ ମାନଙ୍କୁ ଙ୍କୁ ମାଗଣା ରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।
ଘଟଣାସ୍ଥଳ କୁ ତୁରନ୍ତ ଯାଇ ବିପନ୍ନ ଙ୍କୁ ସହାୟତା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଅର୍ଥ ମନ୍ତ୍ରୀ ଶ୍ରୀ ବିକ୍ରମ ଆରୁଖ ଓ ଗଞ୍ଜାମ DPCC ଅଧ୍ୟକ୍ଷ ବିଧାୟକ ବିକ୍ରମ ପଣ୍ଡାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।