Categories
ଆଜିର ଖବର ରାଜ୍ୟ ଖବର

ଜାତୀୟ ରାଜପଥରେ ଦୁର୍ଘଟଣା, ବାଇକ୍ ଚାଳକଙ୍କ ମୃତ୍ୟୁ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଗ୍ରାମ ନିକଟସ୍ଥ ଜାତୀୟ ରାଜପଥ ମଧ୍ୟରେ ଥିବା ଏକ ଡିଭାଇଡର୍ କୁ ପିଟି ହୋଇ ଜଣେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତକଜଣଙ୍କ ହେଉଛନ୍ତି ଗୋଳନ୍ଥରା ଥାନା ଅନ୍ତର୍ଗତ ରାମଚନ୍ଦ୍ରପଲୀ ଗ୍ରାମର ଏନ୍ ନରେନ୍ଦ୍ର ବୋଲି ଜଣାପଡିଛି।

ନରେନ୍ଦ୍ର କୌଣସି କାମରେ କନିଷି ଆସି ନିଜ ଗ୍ରାମକୁ ଫେରୁଥିବା ବେଳେ ଗୋଳନ୍ଥରା ଚଟି ସ୍ଥିତ ଷ୍ଟେଟ ବ୍ୟାଙ୍କ ସାମ୍ନାରେ ଭାରସାମ୍ୟ ହରାଇ ଡିଭାଇଡର୍ କୁ ପିଟି ହୋଇଯାଇଥିଲେ। ଯାହାଫଳରେ ସେ ଗୁରୁତର ଆହତ ହୋଇ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇଛି। ଏହା ସହିତ କେଶ୍ ନଂ ୪୫୨/୨୦୨୩ ଅନୁଯାୟୀ ମାମଲା ରୁଜୁ ଘଟଣାର ତଦନ୍ତ ଆରମ୍ଭ କରିଛି।