Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଲୋକସଭା ବାଚସ୍ପତିଙ୍କୁ ଭେଟିଲେ ଓଡ଼ିଶା ବିଧାନସଭାର ବାଚସ୍ପତି ବିକ୍ରମ ଆରୁଖ

ଭୁବନେଶ୍ୱର : ଆଜି ନୂଆଦିଲ୍ଲୀସ୍ଥିତ ଲୋକସଭା ସଚିବାଳୟଠାରେ ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖ ଲୋକସଭା ବାଚସ୍ପତି ଶ୍ରୀ ଓମ୍‌ ବିର୍ଲାଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।

ଓଡ଼ିଶା ବିଧାନସଭାର ଅଧିକାରୀ ଓ କର୍ମଚାରୀମାନଙ୍କୁ ବୈଷୟିକ ଜ୍ଞାନକୌଶଳରେ ଅଧିକ ପ୍ରଶିକ୍ଷିତ କରି ଆଗାମୀ ଦିନରେ ଓଡ଼ିଶା ବିଧାନସଭାକୁ ଦେଶର ଏକ ଆଦର୍ଶ ବିଧାନସଭାରେ ପରିଣତ କରିବା ପାଇଁ କାର୍ଯ୍ୟ ଜାରି ରହିଛି ବୋଲି ବାଚସ୍ପତି ଶ୍ରୀ ଆରୁଖ ଲୋକସଭା ବାଚସ୍ପତିଙ୍କୁ ଅବଗତ କରାଇଥିଲେ।

ଲୋକସଭା ବାଚସ୍ପତି ଶ୍ରୀ ବିର୍ଲା ଓଡ଼ିଶା ବିଧାନସଭାର ବିଭିନ୍ନ କାର୍ଯ୍ୟ ଓ ପରିଚାଳନା ବାବଦରେ ଶ୍ରୀ ଆରୁଖଙ୍କୁ ପଚାରି ବୁଝିଥିଲେ। ନିକଟରେ ଶେଷ ହୋଇଥିବା ବଜେଟ ଅଧିବେଶନର ଶାନ୍ତିପୂର୍ଣ୍ଣ ଓ ସୁଚାରୁ ପରିଚାଳନା ନେଇ ଶ୍ରୀ ବିର୍ଲା ଖୁସି ବ୍ୟକ୍ତ କରିବା ସହ ଆଗାମୀ ଦିନରେ ଏପରି କାର୍ଯ୍ୟଧାରା ଜାରି ରଖିବା ପାଇଁ ପରାମର୍ଶ ଦେଇଥିଲେ। ଓଡ଼ିଶାର ବିଭିନ୍ନ କ୍ଷେତ୍ରରେ ଜାରି ରହିଥିବା ବିକାଶଧାରା ନେଇ ଶ୍ରୀ ବିର୍ଲା ଓ ଶ୍ରୀ ଆରୁଖଙ୍କ ମଧ୍ୟରେ ଆଲୋଚନା ହୋଇଥିଲା।

ବାଚସ୍ପତି ଶ୍ରୀ ଆରୁଖ ଉପଢୌକନ ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତିକୃତି ପ୍ରଦାନପୂର୍ବକ ଶ୍ରୀ ବିର୍ଲାଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଏହି ଆଲୋଚନା ବେଶ୍‌ ସୌହାର୍ଦ୍ଦ୍ୟପୂର୍ଣ୍ଣ ଥିଲା ବୋଲି ବାଚସ୍ପତି ଶ୍ରୀ ଆରୁଖ ପ୍ରକାଶ କରିଛନ୍ତି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ନୂଆ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହେଲା ବିଧାନସଭା, ଆସିଲା ଶୋକ ପ୍ରସ୍ତାବ

ଭୁବନେଶ୍ବର: ନୂଆ ବାଚସ୍ପତି ଭାବେ ନିର୍ବାଚତ ହେବ ପରେ ଆଜି ପ୍ରଥମ ଥର ପାଇଁ ଗୃହ ପରିଚାଳନା କରିଛନ୍ତି ବିକ୍ରମ ଆରୁଖ। ଆଜି ପୂର୍ବ ନିର୍ଦ୍ଧାରିତ ସମୟରେ ବାଚସ୍ପତି ଗୃହ କାର୍ଯ୍ୟ ଆରମ୍ଭ କରିଥିଲେ। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ଭିଡିଓ କନଫ୍ରେସିଂ ଜରିଆରେ ସାମିଲ ହୋଇ ଶୋକ ପ୍ରସ୍ତାବ ଆଗତ କରିଥିଲେ।

ସେ ଗୃହର ସଦସ୍ୟ ଥିବା ସୁରେନ୍ଦ୍ର କଅଁରଙ୍କ ପରଲୋକରେ ଶୋକ ପ୍ରସ୍ତାବ ଆଗତ କରିଥିଲେ। ଏଥିରେ ବିରୋଧୀ ଦଳର ଉପନେତା ବିଷ୍ଣୁ ସେଠୀ, କଂଗ୍ରେସ ବିଧାୟକ ଦଳ ନେତା, କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ ଲକ୍ଷ୍ମଣ ମୁଣ୍ଡା ଶୋକ ପ୍ରସ୍ତାବକୁ ସମର୍ଥନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଏହାପରେ ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା।