Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ଓଡିଶା ଆଡକୁ ଆସୁଛି ବାତ୍ୟା ୟଶ୍, ମୁକାବିଲା ପାଇଁ ଏସଆରସି ନେଲେ ଜରୁରୀ ବୈଠକ

ଭୁବନେଶ୍ୱର,  ଭାରତୀୟ ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ ଉତ୍ତର ଆଣ୍ଡାମାନ ସାଗର ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି । ଆସନ୍ତା ୨୨ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ୭୨ ଘଣ୍ଟା ମଧ୍ୟରେ ୨୫ ତାରିଖ ସୁଦ୍ଧା ସାମୁଦ୍ରିକ ବାତ୍ୟାର ରୂପ ନେବାର ପୂର୍ବାନୁମାନ କରାଯାଇଛି ।  ଏହା ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେଲେ ଏହା ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହି ବାତ୍ୟାର ନାମ ରଖାଯାଇଛି ୟଶ୍।

ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ସାମନା କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ସ୍ୱତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ କୁମାର ଜେନା ପ୍ରକାଶ କରିଛନ୍ତି । ଏହି ସମ୍ଭାବନାକୁ ଭିତ୍ତିକରି ପ୍ରାକ୍‌ ଆକଳନ ସ୍ୱରୂପ ସମସ୍ତ ଉପକୂଳ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ଓ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି ।

ମତ୍ସ୍ୟଜୀବୀମାନଙ୍କୁ ସତର୍କ ରହିବାକୁ ଏବଂ ୨୨ ତାରିଖ ସନ୍ଧ୍ୟା ସୁଦ୍ଧା ଉପକୂଳକୁ ଫେରି ଆସିବାକୁ କୁହାଯାଇଛି ଏବଂ ଏ ସମୟରେ ଆଉ କେହି ସମୁଦ୍ର ମଧ୍ୟକୁ ନଯିବାକୁ କୁହାଯାଇଛି। ଉପକୂଳବର୍ତ୍ତୀ ଅଞ୍ଚଳରେ ମାଇକ୍‌ ମାଧ୍ୟମରେ ପ୍ରଚାର କରାଯାଇ ଏ ବିଷୟରେ ଜଣାଇ ଦିଆଯିବ ବୋଲି ଏସଆରସି ନିର୍ଦ୍ଦେଶ ଦେଇଛନ୍ତି ।  ଏ ସଂପର୍କରେ ସେ ଓଡ଼ିଶା ପୋଲିସ, ଏନ୍‌ଡିଆର୍‌ଏଫ୍‌, ଅଗ୍ନିଶମ ସେବା, ଓଡ୍ରାଫ, ଭାରତୀୟ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ, ଭାରତୀୟ ପାଣିପାଗ କେନ୍ଦ୍ର, ଭୁବନେଶ୍ୱର ଶାଖାର ନିର୍ଦ୍ଦେଶକ ଏବଂ ଓସ୍‌ଡମାର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକଙ୍କ ସହ ଭର୍ଚୁଆଲ ବୈଠକରେ ଆଲୋଚନା କରିଛନ୍ତି ।

ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ପୁନଶ୍ଚ କହିଛନ୍ତି ଯେ ଲଘୁଚାପର ତୀବ୍ରତା, ବେଗ, ରୂପ ବାବଦରେ ଏ ପର୍ଯ୍ୟନ୍ତ ସଠିକ୍‌ ଆକଳନ କରାଯାଇ ନାହିଁ ଏବଂ ଏହା କେଉଁଠାରେ ସ୍ଥଳଭାଗ ସ୍ପର୍ଶ କରିବ ଜଣାପଡ଼ିନାହିଁ । ଏଣୁ କୌଣସି ପ୍ରକାର ମିଥ୍ୟା ସମ୍ବାଦ ତଥା ଆକଳନ ଉପରେ ଧ୍ୟାନ ନଦେବାକୁ ସେ ସତର୍କ କରାଇ ଦେଇଛନ୍ତି । ରାଜ୍ୟ ସରକାର ଏହି ସମ୍ଭାବ୍ୟ ବାତ୍ୟା ନେଇ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି ଏବଂ ପୂର୍ବ ପ୍ରସ୍ତୁତି କରିବା ନିମନ୍ତେ ସଂପୃକ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇସାରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆସୁଛି ଆଉ ଏକ ବାତ୍ୟା: ଓଡିଶା-ପଶ୍ଚିମବଙ୍ଗ ମଧ୍ୟରେ ଉପକୂଳ ଛୁଇଁବା ଅନୁମାନ

ଭୁବନେଶ୍ବର: ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ସୃଷ୍ଟି ହେଉଛି। ୨୨ ତାରିଖରେ ଉତ୍ତର ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। କ୍ରମେ ଏହା ଘନୀଭୂତ ହୋଇ ୭୨ ଘଣ୍ଟା ପରେ ବାତ୍ୟା ରୂପ ନେବ। ୨୫ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ରରେ ବାତ୍ୟାର ରୂପ ନେବ। ପରେ ଏହା ଉତ୍ତର-ପଶ୍ଚିମ ଦିଗରେ ଆଗେଇବ।

ତେବେ ବର୍ତ୍ତମାନ ଆକାଳନ ଅନୁଯାୟୀ, ୨୬ ତାରିଖ ସକାଳେ ଉପକୂଳ ମୁହାଁଇବ। ଓଡିଶା-ପଶ୍ଚିମବଙ୍ଗ ମଧ୍ୟରେ ଉପକୂଳ ଛୁଇଁବା ଅନୁମାନ କରାଯାଉଛି। ହେଲେ ଏହା ନିର୍ଦ୍ଦିଷ୍ଟ କେଉଁ ସ୍ଥାନରେ ସ୍ଥଳ ଭାଗ ଛୁଇଁବ ସ୍ପଷ୍ଟ ହୋଇପାରିନି। ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏନେଇ ସୂଚନା ଦେଇଛନ୍ତି।

Categories
ଜାତୀୟ ଖବର ବିଶେଷ ଖବର

ବଙ୍ଗୋପ ସାଗରରେ ଆସିଲା ପୁଣି ଏକ ବାତ୍ୟା, ବାୟୁସେନା ନୌସେନାଙ୍କୁ ସଜାଗ ପାଇଁ ନିର୍ଦ୍ଦେଶ

ଭୁବନେଶ୍ବର, ନିଭାର ପରେ ଏବେ ବଙ୍ଗୋପ ସାଗରର ପୁଣି ଏକ ବାତ୍ୟା ଆସୁଛି। ଏହା ଦକ୍ଷିଣପଶ୍ଚିମ ଅଞ୍ଚଳ‌ରେ ସୃଷ୍ଟି ହୋଇଛି ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି। ତେବେ ଏହି ବାତ୍ୟାର ନାମ ‘ବୁରେଭି’ ରଖାଯାଇଛି। ଏହା ଆଜି ରାତି ସୁଦ୍ଧା ଶ୍ରୀଲଙ୍କା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ସେଥିପାଇଁ ତାମିଲନାଡ଼ୁ ଏବଂ କେରଳରେ ହାଇ ଆଲର୍ଟ ଜାରି କରାଯାଇଛି ।

କେରଳର ୪ ଟି ସହର ଥିରୁଅନନ୍ତପୁରମ୍‌, କୋଲ୍ଲାମ୍‌, ପଥନମଥିତ୍ତ ଏବଂ ଆଲାପ୍ପୁଝାରେ ଏହି ରେଡ୍‌ ଆଲର୍ଟ‌୍ ଜାରି କରାଯାଇଛି। ଏଥିସହିତ କେରଳ ସରକାର ବାୟୁସେନା ଏବଂ ନୌସେନା ଉଦ୍ଧାର କାର୍ଯ୍ୟ ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ ୮ ଏନ୍‌ଡିଆରଏଫ୍‌ ଟିମ୍‌ ପହଞ୍ଚି ସାରିଛନ୍ତି।

‘ନିଭାର’ ଠାରୁ ‘ବୁରେଭି’ର ପ୍ରଭାବ ଅଧିକ ରହିବ ବୋଲି ଜଣାପଡିଛି। ଏହାର ପ୍ରଭାବରେ ଉତ୍ତର ତାମିଲନାଡ଼ୁ, ପୁଡ଼ୁଚେରୀ, ଏବଂ ଉତ୍ତର କେରଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ତେବେ ଏହି ବାତ୍ୟାର ପ୍ରଭାବ ଓଡିଶା ଉପରେ ପଡିବ ନାହିଁ ବୋଲି ଭୁବନେଶ୍ବର ପାଣିପାଗ ବିଭାଗ ତରଫରୁ କୁହାଯାଇଛି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ସ୍ଥଳଭାଗ ମୁହାଁ ସାମୁଦ୍ରିକ ଝଡ ’ନିଭାର୍‌’

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ବାତ୍ୟାର ରୂପ ନେଇଛି। ତାମିଲନାଡୁ ଓ ପୁଡୁଚେରୀ ମୁହାଁ ହେଉଛି ବାତ୍ୟା ନିଭାର। 25 ତାରିଖ ଅପରାହ୍ନ ସୁଦ୍ଧା ସ୍ଥଳଭାଗ ଛୁଇଁବ ବାତ୍ୟା ’ନିଭାର୍‌’ । ତେବେ ଏହି ସାମୁଦ୍ରିକ ଝଡର ବିଶେଷ ପ୍ରଭାବ ଓଡ଼ିଶାରେ ପଡିବନି ବୋଲି ସୂଚନା ରହିଛି । 25 ଓ 26 ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।

ସ୍ଥଳ ଭାଗ ଅତିକ୍ରମ କରିବା ବେଳେ ବାତ୍ୟା ନିଭାର ସିଭିୟର ସାଇକ୍ଲୋନିକ ଷ୍ଟର୍ମ ରୂପ ନେଇଥିବ। ତେଣୁ ପବର ବେଗ ଘଣ୍ଟା ପ୍ରତି 120ରୁ 130 କିମି ରହିବ। ପ୍ରବଳରୁ ଅତିପ୍ରବଳ ବର୍ଷାର ଆଶଙ୍କା ମଧ୍ୟ ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆନ୍ଧ୍ର ଏବଂ ଓଡ଼ିଶାରେ ପବନର ସମ୍ଭାବନା କମ ଥିଲେ ହେଁ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଶଙ୍କା ରହିଛି। ବାତ୍ୟା ନିଭାରକୁ ଦୃଷ୍ଟିରେ ରଖି ତାମିଲନାଡୁ ସରକାର 6ଟି ଟ୍ରେନକୁ ସଂପୂର୍ଣ୍ଣ ଭାବେ ବାତିଲ କରିଥିବା ବେଳେ 9ଟି ଟ୍ରେନକୁ ଆଶିଂକ ବାତିଲ କରିଛନ୍ତି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ବାତ୍ୟା ପାଇଁ ଓଡିଶାର ଚାରୋଟି ଜିଲ୍ଲାରେ ପ୍ରବଳ ବର୍ଷା, ସତର୍କ ରହିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ବର, ସାମ୍ଭବ୍ୟ ବାତ୍ୟା ‘ନିଭାର’ ର ଜୋରଦାର ପ୍ରଭାବ ଓଡିଶାରେ ଅନୁଭୂତ ହେବାର ନାହିଁ। ହେଲେ ଦକ୍ଷିଣ ଓଡିଶାରେ ଏହାର ପ୍ରଭାବ ସାମାନ୍ୟ ରହିବ ବୋଲି ଜଣାପଡିଛି। ଏହି ବାତ୍ୟା 24 ତାରିଖରୁ 26 ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଭାରତରେ ତାଣ୍ଡବ ସୃଷ୍ଟି କରୁଥିବାରୁ ଓଡିଶାରେ ମଧ୍ୟ ଏହି ଦିନଗୁଡିକରେ ସାମାନ୍ୟ ପ୍ରଭାବ ରହିବ।

ନଭେମ୍ବର 25 ତାରିଖରୁ 26 ତାରିଖ ପର୍ଯ୍ୟନ୍ତ ଓଡିଶାରେ ଏହାର ସ୍ବଳ୍ପ ପ୍ରଭାବ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ କହିଛି। ସେଥିପାଇଁ 25 ତାରିଖରେ ରାଜ୍ୟର ଛଅଟି ଜିଲ୍ଲାର କେତେକ ସ୍ଥାନରେ ସାଧାରଣ ବର୍ଷା ହେବ ବୋଲି କୁହାଯାଇଛି। ସେଗୁଡିକ ହେଲା ମାଲକାନାଗିରି, ରାୟଗଡା, ଗଜପତି, କୋରାପୁଟ, ଗଂଜାମ ଏବଂ କନ୍ଧମାଳ ଜିଲ୍ଲା।

ହେଲେ 26 ତାରିଖରେ ଚାରୋଟି ଜିଲ୍ଲାକୁ ୱେଲୋ ୱାର୍ଣ୍ଣି ଜାରୀ କରିଛି ଭୁବନେଶ୍ବର ପାଣିପାଗ ବିଭାଗ । ସେହି ଜିଲ୍ଲାଗୁଡିକ ହେଲା ମାଲକାନାଗିରି, କୋରାପୁଟ, ରାୟଗଡା, ଗଜପତି ଜିଲ୍ଲା। ଏହି ସମୟରେ ଏସବୁ ଜିଲ୍ଲାରେ ଘଣ୍ଟାକୁ 45 ରୁ 55 କିଲୋମିଟର ବେଗରେ ପବନ ବହିବ ବୋଲି ଜଣାପଡିଛି। ଏସବୁ ଜିଲ୍ଲାରେ ଜିଲ୍ଲାପାଳମାନେ ସତର୍କ ରହିବା ପାଇଁ ସ୍ବତନ୍ତ୍ର ରିଲିଫ କମିଶନର ନିର୍ଦ୍ଦେଶ ଦେଇଛନ୍ତି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଆସୁଛି ବାତ୍ୟା, 24 ଘଣ୍ଟା ମଧ୍ୟରେ ବଙ୍ଗୋପ ସାଗରରେ ହୋଇପାରେ ସୃଷ୍ଟି, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ବର, ଆସନ୍ତା 24 ଘଣ୍ଟା ମଧ୍ୟରେ ବଙ୍ଗୋପ ସାଗରରେ ସୃଷ୍ଟି ହୋଇପାରେ ବାତ୍ୟା। ଏ ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରୀ କରିଛି। ବିଭାଗର କହିବା ଅନୁସାରେ ବଙ୍ଗୋବ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିଲା। ବର୍ତ୍ତମାନ ତାହା ଲଘୁଚାପରେ ପରିଣତ ହୋଇ ଆହୁରି ଘନିଭୂତ ହେବାରେ ଲାଗିଛି। ଫଳରେ ଆସନ୍ତା 24 ଘଣ୍ଟା ମଧ୍ୟରେ ଏହା ବାତ୍ୟା ରୂପ ନେବାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ତାମିଲନାଡୁ ଏବଂ ପୁଡୁଚେରୀ ସରକାରଙ୍କୁ ସତର୍କ ରହିବା ପାଇଁ ସୂଚନା ଜାରୀ କରିଛି। ନାଭାଲ ସାମୁଦ୍ରିକ ବିଭାଗ ମଧ୍ୟ ଏ ନେଇ ସୂଚନା ଜାରୀ କରିଛି।