Categories
ବିଶେଷ ଖବର ରାଜ୍ୟ ଖବର

ଆଉ ୫ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ: ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଭୁବନେଶ୍ବର: ଦୁର୍ନୀତି ବିରୋଧରେ ରାଜ୍ୟ ସରକାରଙ୍କ ଜିରୋ ଟଲରେନ୍ସ ନୀତି ଜାରି ରହିଛି। ଦୁର୍ନୀତି ଓ ଅପରାଗତା ସରକାରୀ ଅଧିକାରୀଙ୍କ ଉପରେ ରାଜ୍ୟ ସରକାର କଡା ନଜର ଦେଇଛନ୍ତି। ଯେଉଁମାନେ ଦୁର୍ନୀତିଖୋର କିମ୍ବା ନିଜ କାର୍ଯ୍ୟରେ ଅବହେଳା କରନ୍ତି, ରାଜ୍ୟ ସରକାର ତାଙ୍କୁ ତୁରନ୍ତ ବାଧ୍ୟତାମୂଳକ ଅବସର ଦେଉଛନ୍ତି।

ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ଏବଂ ଏଥିରେ ବିଭିନ୍ନ କ୍ଷେତ୍ରରେ ଥିବା ଅଧିକାରୀ, ଯଥା ପୋଲିସ ଡି.ଏସ୍.ପି, ଓଏଏସ୍ ଅଫିସର, ପୋଲିସ ଇନ୍ସପେକ୍ଟର ଓ ୨ ଜଣ ମ୍ୟୁନିସିପାଲଟି ଏକ୍ଜିକ୍ୟୁଟିଭ ଅଫିସର ପ୍ରମୁଖ ଅନ୍ତର୍ଭୁକ୍ତ । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୧ ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଏହି ୫ ଜଣଙ୍କ ମଧ୍ୟରୁ କଳାହାଣ୍ଡି ଜିଲ୍ଲା ମହିଳା ବିରୋଧୀ ଅପରାଧ ତଦନ୍ତ କେନ୍ଦ୍ରରେ (IUCAW) ଡି.ଏସ୍‌.ପି ଭାବରେ ନିଯୁକ୍ତ ଓଡିଶା ପୋଲିସ ସେବା ଅଧିକାରୀ ଶ୍ରୀ ରବିନ୍ଦ୍ର କୁମାର ସେଠୀଙ୍କ ବିରୁଦ୍ଧରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ସେ ଜଣେ ଅଭିଯୋଗକାରୀଙ୍କ ଠାରୁ ୫୦୦୦ ଟଙ୍କା ଲାଞ୍ଚ ନେଇ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ ଏବଂ ତାଙ୍କୁ ଗିରଫ କରାଯାଇ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିଲା। ଦୁର୍ନୀତି ଓ ଅସାଧୁତା ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ସୁନ୍ଦରଗଡ ଜିଲ୍ଲା ବଣାଇର ପୂର୍ବତନ ତହସିଲଦାର ଓଏଏସ୍‌ ଅଧିକାରୀ ଶ୍ରୀ ସୁଶୀଲ କୁମାର କୁଜୁରଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ଅଛି। ଢେଙ୍କାନାଳ ସଦର ବ୍ଲକ୍‌ରେ ବିଡିଓ ଥିବାବେଳେ ସେ ମନରେଗା ପାଣ୍ଠି ଆତ୍ମସାତ କରିଥିଲେ। ବିଭିନ୍ନ ଗାଁରେ ଜାଲ କାଗଜପତ୍ରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଦର୍ଶାଇ ସରକାରଙ୍କର ୨୪ ଲକ୍ଷ ୨୨ ହଜାର ୫୩୮ ଟଙ୍କା କ୍ଷତି ପହଞ୍ଚାଇଥିଲେ। ତାଙ୍କୁ ଗିରଫ କରାଯାଇ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିଲା । ଅପାରଗତା, ଦୁର୍ନୀତି ଓ ଅସାଧୁତା ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ବଲାଙ୍ଗୀର ଜିଲ୍ଲା ବଙ୍ଗମୁଣ୍ଡାର ପୋଲିସ ଇନ୍‌ସପେକ୍ଟର ଶ୍ରୀ ବିନୋଦ ବିହାରୀ ନାୟକଙ୍କ ବିରୁଦ୍ଧରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ସେ ବଙ୍ଗମୁଣ୍ଡାରୁ କୁଚିଣ୍ଡାକୁ ଏକ ମାରୁତି ସିଆଜ୍‌ କାର୍‌ରେ ଯାଉଥିବା ବେଳେ ବରଗଡ ଟୋଲଗେଟ୍‌ ନିକଟରେ ଦୁର୍ନୀତି ନିବାରଣ ବିଭାଗର ଏକ ଟିମ୍‌ ଦ୍ବାରା ଧରା ପଡିଥିଲେ। ତାଙ୍କ ଠାରୁ ୨ ଲକ୍ଷ ୬ ହଜାର ୨୨୦ ଟଙ୍କା ଜବତ କରାଯାଇଥିଲା।

ବଙ୍ଗମୁଣ୍ଡାସ୍ଥିତ ତାଙ୍କ ସରକାରୀ ବାସଭବନରେ ତଲାସୀ ସମୟରେ ୩,୮୦,୯୨୦ ଟଙ୍କା ଜବତ କରାଯାଇଥିଲା । ସମୁଦାୟ ତାଙ୍କ ଠାରୁ ୫,୮୭,୧୪୦ ଟଙ୍କା ଜବତ କରାଯାଇଥିଲା। ୨୦୨୧ ନଭେମ୍ବର ୩୦ ତାରିଖ ଦିନ ସେ ଗିରଫ ହୋଇଥିଲେ। ଅଧିକ ତଦନ୍ତ ପରେ ଜଣାଯାଇଥିଲା ଯେ ସେ ଯେଉଁ ମାରୁତି କାର୍‌ (OD-15K-6111) ରେ ଯାଉଥିଲେ, ତାହା ସମ୍ବଲପୁର ଜିଲ୍ଲା ଧନୁପାଲ୍ଲୀ ପୋଲିସ ଷ୍ଟେସନ ଅନ୍ତର୍ଗତ ଏମ୍. ନାସିର ନାମକ ଜଣେ ବ୍ୟକ୍ତିଙ୍କୁ ପୁଅ ମହମ୍ମଦ ମଲିମ୍ଙ୍କ ନାମରେ ରହିଛି। ସେହି ବ୍ୟକ୍ତିଙ୍କ ନାମରେ ଧନୁପାଲ୍ଲୀ ପୋଲିସ ଷ୍ଟେସନରେ ୪ଟି ମାମଲା ଓ ସମ୍ବଲପୁର ସଦର ପୋଲିସ ଷ୍ଟେସନରେ ଗୋଟିଏ ମାମଲା ରହିଛି। ଦୁର୍ନୀତି, ଅପାରଗତା ଓ ଦୁର୍ବ୍ୟବହାର ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ସେହିପରି ଭଦ୍ରକ ଜିଲ୍ଲା ବାସୁଦେବପୁର ମ୍ୟୁନିସପାଲଟିର ପୂର୍ବତନ ଏକଜିକ୍ୟୁଟିଭ ଅଫିସର ଶ୍ରୀ ତାପସ ରଞ୍ଜନ ଜେନାଙ୍କୁ ତାଙ୍କର ପୌରସେବା କାର୍ଯ୍ୟକାଳ ସମୟରେ ଅପାରଗତା, ଅସାଧୁତା, ଦାୟିତ୍ବରେ ଅବହେଳା, ଆର୍ଥିକ ଅନିୟମିତତା ଆଦି ବିଭିନ୍ନ କାରଣରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ଏନଏସିର ପୂର୍ବତନ ଏକଜିକ୍ୟୁଟିଭ ଅଫିସର ଶ୍ରୀ ବିଜୟକୃଷ୍ଣ ନାୟକଙ୍କୁ ତାଙ୍କର ପୌରସେବା କାର୍ଯ୍ୟକାଳ ସମୟରେ ଅପାରଗତା, ଦାୟିତ୍ବରେ ଅବହେଳା, ନୈତିକ ସ୍ଖଳନ, ମହିଳାଙ୍କ ସହିତ ଅବୈଧ ସଂପର୍କ, ଜନସାଧାରଣଙ୍କୁ ପୌରସେବା ଯୋଗାଇଦେବା କ୍ଷେତ୍ରରେ ଅନାଗ୍ରହ, ସରକାରୀ ନିର୍ଦ୍ଦେଶାବଳୀର ଅବମାନନା ଏବଂ ଓଡିଶା ସରାକାରୀ ସେବା ଆଚରଣ ବିଧି ୧୯୫୫ର ଉଲଙ୍ଘନ ଆଦି ବିଭିନ୍ନ କାରଣରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୧ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ପୁଣିଥରେ ରାଜ୍ୟ ସରକାରଙ୍କ ବଡ କାର୍ଯ୍ୟାନୁଷ୍ଠାନ: ୫ ଅଧିକାରୀଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର

ଭୁବନେଶ୍ଵର: ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧରେ ଆଉ ଏକ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଆଜି ଆଉ ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଦୁର୍ନୀତିଗ୍ରସ୍ତ ଏବଂ ଅପରାଗତ କାରଣରୁ ଏହି ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ବାଲିକୁଦା ବ୍ଲକ ସିଡିପିଓ ସରଳା ଦେଇଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ବେଳେ ଅନୁଗୁଳ ପୋଲିସ ଟ୍ରେନିଂ କଲେଜର ପୋଲିସ ଇନ୍ସପେକ୍ଟର ରାମଚନ୍ଦ୍ର ବେହେରା, କେନ୍ଦୁଝର ଜିଲ୍ଲା ସଦର ତହସିଲଦାରଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ରେଭିନ୍ୟୁ ସୁପରଭାଇଜର ହୃଦାନନ୍ଦ ସାହୁ, ବାରିପଦା ଆଇଟିଡିଏର ଆସିଷ୍ଟାଣ୍ଟ ଇଂଜିନିୟର ସନ୍ତୋଷ କୁମାର ଦାସ, ଜଗତସିଂହପୁର ବାଲିକୁଦାର ଅଙ୍ଗନବାଡି ସୁପରଭାଇଜର ପ୍ରତିମା ସାହୁଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଏହି ୫ ଜଣଙ୍କୁ ମିଶାଇ ରାଜ୍ୟ ସରକାର ଏପର୍ଯ୍ୟନ୍ତ ୧୪୬ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି।

Categories
ଆଜିର ଖବର ଖେଳ ରାଜ୍ୟ ଖବର

କ୍ରୀଡା କ୍ଷେତ୍ର ଉପରେ କଡା କାର୍ଯ୍ୟାନୁଷ୍ଠାନ: ୪ ପ୍ରଶିକ୍ଷକଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର: କ୍ରୀଡା କ୍ଷେତ୍ର ଉପରେ ମଧ୍ୟ ରାଜ୍ୟ ସରକାରଙ୍କ କଡା ନଜର ରହିଛି। କ୍ରିଡା କ୍ଷେତ୍ର ପାଇଁ ନିଯୁକ୍ତ ଅଧିକାରୀମାନେ ଯଦି ତାଙ୍କ କାର୍ଯ୍ୟରେ ଅବହେଳା କରନ୍ତି, ତେବେ ରାଜ୍ୟ ସରକାରଙ୍କ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ। ତେବେ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି। କ୍ରୀଡା କ୍ଷେତ୍ରରେ ୪ ଜଣ ବରିଷ୍ଠ ପ୍ରଶିକ୍ଷକଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି।

ଭଲି ବଲ୍ କୋଚ୍ ପ୍ରଭାକର ତ୍ରିପାଠୀ ଓ ଜ୍ଞାନେନ୍ଦ୍ର ବଢେଇଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ସେହିଭଳି ବକ୍ସିଂ କୋଚ୍ ଶଙ୍କର ପ୍ରସାଦ ଅଧିକାରୀ ଏବଂ ହ୍ୟାଣ୍ଡବଲ୍ ପ୍ରଶିକ୍ଷକ ମନୋଜ କୁମାର ଦାସଙ୍କୁ ମଧ୍ୟ ରାଜ୍ୟ ସରକାର ଅବସର ଘୋଷଣା କରିଛନ୍ତି।

ସଠିକ ଭାବରେ ନିଜର କାର୍ଯ୍ୟ ସମ୍ପାଦନ କରୁନଥିବା ନେଇ ସେମାନଙ୍କ ବିରୋଧରେ ଅଭିଯୋଗ ଆସୁଥିଲା। ଏତଦବ୍ୟତିତ ଜାତୀୟ କିମ୍ବା ଆନ୍ତର୍ଜାତୀୟ ସ୍ତରରେ ଖେଳିବା ପାଇଁ ରାଜ୍ୟରୁ କୌଣସି ଯୁବ ଖେଳାଳିଙ୍କୁ ବାହାର କରିନଥିବା ଅଭିଯୋଗ ହେଉଥିଲା। ସେଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପୂର୍ବରୁ ସତର୍କ ଦିଆଯାଇଥିଲେ ମଧ୍ୟ କିଛି ଫଳପ୍ରଦ ହୋଇନଥିଲା। ଯାହାଫଳରେ ଏହି ସମସ୍ତ ବରିଷ୍ଠ ପ୍ରଶିକ୍ଷକଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେବା ଲାଗି ନିଷ୍ପତ୍ତି ନେଇଛନ୍ତି।

Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନ: ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର

ଭୂବନେଶ୍ବର: ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି। ସବୁ ସମୟରେ ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିଆସିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟ ଅନୁଯାୟୀ ରାଜ୍ୟ ସରକାର ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ଶୂନ୍ୟ ସହିଷ୍ଣୁତା ନୀତି ଅବଲମ୍ବନ କରି କଠୋର ପଦକ୍ଷେପ ଜାରି ରଖିଛନ୍ତି।

ଏହି ପରିପ୍ରେକ୍ଷୀରେ ଆଜି ରାଜ୍ୟ ସରକାର ଓଡିଶା ରାଜ୍ୟ ପୋଲିସ ଗୃହ ନିର୍ମାଣ ଓ କଲ୍ୟାଣ ନିଗମର (Odisha state Police Housing & Welfare Corporation) ପୂର୍ବତନ ଡେପୁଟୀ ମ୍ୟାନେଜର ପ୍ରତାପ କୁମାର ସାମଲଙ୍କୁ ଅପାରଗତା ଓ ଦୁର୍ନୀତି ଯୋଗୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ପୂର୍ବରୁ ବ୍ୟାପକ ଦୁର୍ନୀତି ଅଭିଯୋଗରେ ଶ୍ରୀ ସାମଲ ନିଲମ୍ବିତ ହୋଇଥିଲେ। ନିକଟରେ ତାଙ୍କ ବାସଭବନ ଉପରେ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢଉ କରଯାଇ ବ୍ୟାପକ ପରିମାଣର ଆୟ ବହିର୍ଭୁତ ସମ୍ପତ୍ତି ଜବତ କରାଯାଇଥିଲା। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୩୧ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ବା ଚାକିରୀରୁ ବହିଷ୍କାର କରାଗଲାଣି।

Categories
ବିଶେଷ ଖବର ରାଜ୍ୟ ଖବର

ଦୁର୍ନିତି ପାଇଁ ଆଜି ୮ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର, ଜାଣନ୍ତୁ କିଏ

ଭୁବନେଶ୍ବର: ଆଜି ରାଜ୍ୟ ସରକାର ଆଉ ୮ ଜଣ ସରକାରୀ ଅଧିକାରୀଙ୍କୁ ସେମାନଙ୍କର ଅନୈତିକତା, ଅପାରଗତା ଓ ଦୁର୍ନୀତି ଯୋଗୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଏହି ୮ ଜଣଙ୍କୁ ମିଶାଇ ବର୍ତ୍ତମନ ସୁଦ୍ଧା ମୋଟ ୧୩୦ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ବା ଚାକିରୀରୁ ବହିସ୍କାର କରାଗଲା ।

ଏହି ୮ ଜଣଙ୍କ ମଧ୍ୟରୁ ନିମାପଡାର ପୂର୍ବତନ ତହସିଲଦାର ତଥା ସବ୍‌ ରେଜିଷ୍ଟର ଦାୟିତ୍ବରେ ଥିବା ଓ.ଏ.ଏସ୍‌ ଅଧିକାରୀ ଶ୍ରୀ ରାମଚନ୍ଦ୍ର ଜେନାଙ୍କ ବିରୁଦ୍ଧରେ ୩ଟି ଦୁର୍ନୀତି ଅଭିଯୋଗ ରହିଛି। ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ତଲାସି କରାଯାଇଥିବା ସମୟରେ ତାଙ୍କ ନିକଟରୁ ଏକାଧିକ ପ୍ୟାନ୍‌ କାର୍ଡ ସହିତ ୫ ଲକ୍ଷ ଟଙ୍କା ଜବତ କରାଯାଇଥିଲା । ଏହାପର ଠାରୁ ସେ ଚାକିରୀରୁ ନିଲମ୍ବିତ ହୋଇଥିଲେ ।

ସେହିପରି ଜଗତସିଂହପୁରର ପୂର୍ବତନ ଡ଼େପୁଟି କଲେକ୍ଟର ଓ.ଏ.ଏସ୍‌ ଅଧିକାରୀ ଶ୍ରୀ ଗୌରାଙ୍ଗ ଚରଣ ମହାନ୍ତିଙ୍କ ବିରୁଦ୍ଧରେ ୭ଟି ଦୁର୍ନୀତି ଅଭିଯୋଗ ଥିଲା । ତାଙ୍କ ନାମରେ ସରକାରୀ ପାଣ୍ଠି ଆତ୍ମସାତ ତଥା ସରକାରୀ ଯୋଜନାର ସୁବିଧା ଆବଣ୍ଟନରେ ଅନିୟମିତତାର ଅଭିଯୋଗ ଥିଲା ।

ସୁନ୍ଦରଗଡ ଲାଠିକଟାର ପୂର୍ବତନ ତହସିଲଦାର ଏବଂ ବର୍ତ୍ତମାନ ବରଗଡର ଅମ୍ବାଭୋନାରେ ବି.ଡି.ଓ ଥିବା ଓ.ଏ.ଏସ୍‌ ଅଧିକାରୀ ଶ୍ରୀ ଆଲଫୋନ୍‌ସ ବିଲୁଙ୍ଗଙ୍କ ନାମରେ ୩ଟି ଦୁର୍ନୀତି ଅଭିଯୋଗ ରହିଛି । ସେ ଜମିର କିସମ ପରିବର୍ତ୍ତନ ତଥା ରାଜସ୍ବ ଆଦାୟ କ୍ଷେତ୍ରରେ ଅନୁଚିତ ଅନୁଗ୍ରହ ପ୍ରଦାନ କରି ସରକାରଙ୍କୁ କ୍ଷତି ପହଞ୍ଚାଇଥିଲେ ।

ସେହିପରି କେନ୍ଦୁଝର ଜଳସେଚନ ବିଭାଗ ବୈତରଣୀ ଡିଭିଜନର ପୂର୍ବତନ ସୁପରିଟେଣ୍ଡିଂ ଇଞ୍ଜିନିୟର ଶ୍ରୀ ବିଧାନ ଚନ୍ଦ୍ର ସାହୁଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ୨୦୨୧ ଅକ୍ଟୋବର ମାସରେ ସେ ବହୁ ପରିମାଣର ଟଙ୍କା ଧରି ଯାଉଥିବାର ଖବର ପାଇ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ତାଙ୍କୁ ହଠାତ୍‌ ଯାଞ୍ଚ କରାଯାଇଥିଲା ଏବଂ ତାଙ୍କ ନିକଟରୁ ୧୦ ଲକ୍ଷ ଟଙ୍କା ଜବତ କରିଥିଲା। ଏହାପରେ ତାଙ୍କ ସମ୍ପତ୍ତି ଉପରେ ଚଢଉ କରାଗଲା ବେଳେ ଅନେକ ପରିମାଣର ଆୟ ବହିର୍ଭୂତ ସମ୍ପତ୍ତି ଠାବ କରାଯାଇଥିଲା ।

କଳାହାଣ୍ଡି ଲାଞ୍ଜିଗଡ ବ୍ଲକ୍‌ର ବିଶ୍ବନାଥପୁରଠାରେ ସମନ୍ବିତ ଶିଶୁ ବିକାଶ ଯୋଜନାର ସିଡିପିଓ ଶ୍ରୀମତୀ ମୀନା ପାତ୍ର ୨୦୨୧ ଅକ୍ଟୋବର ୪ ତାରିଖରେ ଦୁଇଟି ସ୍ବୟଂ ସହାୟତା ଗୋଷ୍ଠୀ ଠାରୁ ଛତୁଆ ଯୋଗାଣ ପାଇଁ ୮୦ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ବେଳେ, ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢଉ କରି ତାଙ୍କୁ ଧରା ଯାଇଥିଲା । ଭବାନୀପାଟଣାରେ ତାଙ୍କର ଦୁଇଟି କୋଠାଘର ଓ ୬ଟି ପ୍ଲଟ୍‌ ରହିଛି । ତାଙ୍କର ସମୁଦାୟ ସମ୍ପତ୍ତିର ମୂଲ୍ୟ ପ୍ରାୟ ୧ କୋଟି ୮୦ ଲକ୍ଷ ଟଙ୍କା ହେବ ବୋଲି ଆକଳନ କରାଯାଇଛି।

ସେହିପରି କଳାହାଣ୍ଡି ଥୁଆମୂଳ ରାମପୁର ବ୍ଲକ୍‌ର ସମନ୍ବିତ ଶିଶୁ ବିକାଶ ଯୋଜନାର ସିଡିପିଓ ଶ୍ରୀମତୀ ପୁଷ୍ପାଞ୍ଚଳୀ ରଥ ୨୦୨୧ ଅକ୍ଟୋବର ୨୫ ତାରିଖରେ ଗୋଟିଏ କର୍ମୀ ନିଯୁକ୍ତି ପାଇଁ ୧ ଲକ୍ଷ ଟଙ୍କା ଦାବୀ କରି ଲାଞ୍ଚ ଗ୍ରହଣ କରୁଥିବା ବେଳେ, ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ତାଙ୍କୁ ଧରା ଯାଇଥିଲା । ତଲାସୀ ସମୟରେ ତାଙ୍କ ନିକଟରେ ବହୁ ପରିମାଣର ସମ୍ପତ୍ତି ଠାବ କରାଯାଇଥିଲା । ସେଥିମଧ୍ୟରୁ ବଲାଙ୍ଗୀରରେ ଗୋଟିଏ ଦ୍ବିତଳ ପ୍ରାସାଦ, ଗୋଟିଏ ଟାଟା ନେକ୍‌ସନ କାର୍‌, ୩ଟି ପ୍ଲଟ୍‌ ଏବଂ ତାସହିତ ନିଜର ଓ ପରିବାରର ସଦସ୍ୟଙ୍କ ନାମରେ ଅନେକ ପୁଞ୍ଜି ବିନିଯୋଗ କରାଯାଇଛି।

ଓଡିଶା ଅବକାରୀ ସେବା ଅଧିନରେ କାମ କରୁଥିବା ଦେବଗଡର ପୂର୍ବତନ ଡେପୁଟି ଅବକାରୀ ସୁପରିଟେଣ୍ଡେଣ୍ଟ ଶ୍ରୀ ଅଜିତ କୁମାର ମହାପାତ୍ର ୨୦୨୧ ସେପ୍ଟେମ୍ବର ୨୯ ତାରିଖ ଦିନ ଦେଢ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଧରା ଯାଇଥିଲା । ତଳାସୀ ସମୟରେ ବର୍ତ୍ତମାନ ସୁଦ୍ଧା ତାଙ୍କ ନିକଟରୁ ଧରା ଯାଇଥିବା ସଂପତି ଗୁଡିକ ହେଉଛି (୧) ବ୍ରହ୍ମପୁର ସହରରେ ୬୦ ଲକ୍ଷ ଟଙ୍କା ବିଶିଷ୍ଟ ଏକ ମହଲା ବିଶିଷ୍ଟ କୋଠାଘର, (୨) ବ୍ରହ୍ମପୁର ତହସିଲରେ ତାଙ୍କ ପତ୍ନୀଙ୍କ ନାମରେ ଦୁଇଟି ପ୍ଲଟ ଓ ଅନେକ ସୁନା ଅଳଙ୍କାର ।

ଭଦ୍ରକ ଜିଲ୍ଲା ତିହିଡି ବ୍ଲକ୍ରେ କ୍ୟାସିଅର ଭାବରେ କାମ କରୁଥିବା ଶ୍ରୀ ପ୍ରଭାକର ପ୍ରଧାନ ବିଭିନ୍ନ ହିତାଧିକାରୀଙ୍କ ଠାରୁ ୨୦ ଲକ୍ଷ ଟଙ୍କା ଲାଞ୍ଚ ନେଇଥିଲେ । ସେ ସରକାରୀ ଅର୍ଥକୁ ତାଙ୍କ ପତ୍ନୀ ଓ ବନ୍ଧୁବାନ୍ଧବଙ୍କ ଆକାଉଣ୍ଟରେ ଜମା କରିଦେଇଥିଲେ । ତାଙ୍କ ନାମର ଦୁଇଟି ଅଭିଯୋଗ ରହିଛି । ତାଙ୍କ ଗିରଫ କରାଯାଇ ବିଚାର ବିଭାଗୀୟ ହାଜତରେ ରଖାଯାଇଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁ ସମୟରେ ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିଆସିଛନ୍ତି। ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟ ଅନୁଯାୟୀ ରାଜ୍ୟ ସରକାର ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ କଠୋର ପଦକ୍ଷେପ ଜାରି ରଖିଛନ୍ତି।

Categories
ବିଶେଷ ଖବର ରାଜ୍ୟ ଖବର

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ, ଆଉ ୪ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି।

ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ରାଜ୍ୟର ୪ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଏଥିରେ ଦୁଇ ଜଣ ଓଡିଶା ପ୍ରଶାସନିକ ଅଧିକାରୀ ରହିଥିବା ବେଳେ, ଜଣେ ଜିଲ୍ଲା ସବ୍‌ ରେଜିଷ୍ଟ୍ରାର ଓ ଜଣେ ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀସଂପଦ ଅଧିକାରୀ ରହିଛନ୍ତି । ଏ ସମସ୍ତଙ୍କ ନାମରେ ଦୁର୍ନୀତି ଅଭିଯୋଗ ରହିଛି ।

ଏହି ୪ ଜଣଙ୍କ ମଧ୍ୟରୁ ଅନୁଗୁଳର ଡେପୁଟି କଲେକ୍ଟର ଶ୍ରୀ ଜାନକୀନାଥ ମିଶ୍ରଙ୍କ ବିରୋଧରେ ଦୁଇଟି ଦୁର୍ନୀତି ମାମଲା ରହିଥିବା ବେଳେ, ୯ଟି ବିଭାଗୀୟ ପ୍ରୋସିଡିଙ୍ଗ୍‌ସ କରାଯାଇଛି। ଦୁର୍ନୀତିଗ୍ରସ୍ତ ହେବା ସହିତ କାର୍ଯ୍ୟ କ୍ଷେତ୍ରରେ ତାଙ୍କର ଅପାରଗତା ପ୍ରମାଣିତ ହୋଇଛି। ଏଥିପାଇଁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ସେହିପରି ଗଜପତି ଜିଲ୍ଲାର ନୂଆଗଡ ତହସିଲଦାର ଶ୍ରୀ ଆକୁଳ ମଲ୍ଲିକଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଥିବା ବେଳେ ତାଙ୍କ ବିରୋଧରେ ଦୁଇଟି ବିଭାଗୀୟ ପ୍ରୋସିଡିଙ୍ଗ୍‌ସ କରାଯାଇଛି। କାର୍ଯ୍ୟ କ୍ଷେତ୍ରରେ ଅପାରଗ ଥିବା ସହିତ ସେ ସରକାରୀ ପାଣ୍ଠି ଆତ୍ମସାତ କରିଥିଲେ। ଏହି କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଢେଙ୍କାନାଳର ଜିଲ୍ଲା ସବ୍‌ ରେଜିଷ୍ଟ୍ରାର ଶ୍ରୀ ଲଲାଟେନ୍ଦୁ ଶତପଥୀଙ୍କ ବିରୋଧରେ ଦୁଇଟି ଦୁର୍ନୀତି ମାମଲ ରହିଛି । ତା ସହିତ ଦୁଇଟି ବିଭାଗୀୟ ପ୍ରୋସିଡିଙ୍ଗ୍‌ସ ମଧ୍ୟ ରହିଛି । ତାଙ୍କର ସାଧୁତା ସନ୍ଦେହଜନକ ରହିଥିଲା ଏବଂ କାର୍ଯ୍ୟ କ୍ଷେତ୍ରରେ ତାଙ୍କର ଅପାରଗତା ପ୍ରତିପାଦିତ ହୋଇଥିବାରୁ, ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ପରିଶେଷରେ ନୂଆପଡାର ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀସଂପଦ ଅଧିକାରୀ ଡଃ ତ୍ରିଲୋଚନ ଧଳଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି । ତାଙ୍କ ନିକଟରେ ବହୁ ପରିମାଣରେ ହିସାବ ବହିର୍ଭୁତ ଟଙ୍କା ମିଳିଥିଲା ଏବଂ ସେଥିପାଇଁ ତାଙ୍କ ବିରୋଧରେ ଦୁର୍ନୀତି ମାମଲା କରାଯାଇଥିଲା । ଅସାଧୁତା ଓ ଅପାରଗତା କାରଣ ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଉପରୋକ୍ତ ୪ ଜଣ ଅଧିକାରୀଙ୍କ ସମେତ ଏପର୍ଯ୍ୟନ୍ତ ୧୨୨ ଜଣଙ୍କୁ ଦୁର୍ନୀତି ଓ ଅପାରଗତା ଅଭିଯୋଗରେ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି।

Categories
ବିଶେଷ ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ଶୂନ୍ୟ ସହିଷ୍ଣୁତା ଉପରେ ଜୋର: ୯ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର, ମୋଟ୍ ସଂଖ୍ୟା ୧୧୩

ଭୁବନେଶ୍ବର: ଦୁର୍ନୀତି ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ରାଜ୍ୟ ସରକାରଙ୍କର କଠୋର ଆଭିମୁଖ୍ୟ ଜାରି ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଉପରେ ଜୋର ଦେଇଆସିଛନ୍ତି। ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି।

ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ଖଣି ବିଭାଗର ଜଣେ ଉପନିର୍ଦ୍ଦେଶକ ଓ ଶ୍ରମ ବିଭାଗର ଯୁଗ୍ମ କମିଶନରଙ୍କ ସମେତ ଜଙ୍ଗଲ, ଜନସ୍ବାସ୍ଥ୍ୟ, ଶ୍ରମ ବିଭାଗର ୯ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ବିରୁଦ୍ଧରେ ଦୁର୍ନୀତି ମାମଲା ଥିବାବେଳେ, ୨ ଜଣଙ୍କୁ ଅପାରଗତା ଯୋଗୁଁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଖଣି ବିଭାଗର ୨ ଜଣ ଅଧିକାରୀ ତଥା ବଲାଙ୍ଗୀର ମୂରିବାହଲ ଫରେଷ୍ଟ ରେଞ୍ଜ ଅଫିସର ଏବଂ ସୁନ୍ଦରଗଡ ଜିଲ୍ଲା ସାଧାରଣ ଜନସ୍ବାସ୍ଥ୍ୟ ବିଭାଗର ଆସିଷ୍ଟାଣ୍ଟ ଇଂଜିନିୟରଙ୍କୁ ଆଜି ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଅନ୍ୟ ୫ ଜଣଙ୍କୁ କିଛି ଦିନ ତଳେ ବାଧ୍ୟତାମୂଳକ ଅବସର ଦିଆଯାଇଥିଲା।

ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଅଧିକାରୀମାନେ ହେଲେ ଖଣି ବିଭାଗର ଉପନିର୍ଦ୍ଦେଶକ ମଦନ ମୋହନ ବିଶ୍ବାଳ। ବିଶ୍ବାଳଙ୍କ ବିରୁଦ୍ଧରେ ୯ଟି ଭିଜିଲାନ୍‌ସ କେସ୍‌ ରହିଛି। ତାଙ୍କର ସାଧୁତା ଅତ୍ୟନ୍ତ ସନ୍ଦେହଜନକ ଥିଲା। ସେହିପରି ସରକାରୀ କାର୍ଯ୍ୟରେ ତାଙ୍କର ଆନ୍ତରିକତା ଅଭାବ ରହିଥିଲା ଏବଂ ଜଣେ ସରକାରୀ ଅଧିକାରୀ ଭାବରେ ଆବଶ୍ୟକ ସୌଜନ୍ୟ ମଧ୍ୟ ସେ ରକ୍ଷା କରୁ ନଥିଲେ।

ରମେଶ ଚନ୍ଦ୍ର ମହାଲିକ, ଖଣି ଅଧିକାରୀ ଗ୍ରୁପ-କ ପାହ୍ୟାର ଅଧିକାରୀ ଶ୍ରୀ ମହାଲିକଙ୍କ ବିରୁଦ୍ଧରେ ୪ଟି ଭିଜିଲାନ୍‌ସ କେସ୍ ଥିବାବେଳେ ତାଙ୍କର ସାଧୁତା ମଧ୍ୟ ସନ୍ଦେହଜନକ ଥିଲା। ଜଣେ ସରକାରୀ ଅଧିକାରୀ ଭାବରେ ଆବଶ୍ୟକ ଆନ୍ତରିକତା ଓ ସୌଜନ୍ୟର ଅଭାବ ତାଙ୍କ ଠାରେ ଥିଲା।

ବଲାଙ୍ଗୀର ମୂରିବାହାଲ ଫରେଷ୍ଟ ରେଞ୍ଜ ଅଫିସର ପ୍ରଶାନ୍ତ କୁମାର ନାୟକ ୧ କୋଟି ୪୦ ଲକ୍ଷ ଟଙ୍କାର ଆୟବହିର୍ଭୁତ ସଂପତ୍ତି ସହିତ ବଲାଙ୍ଗୀର ଜିଲ୍ଲାରେ ତାଙ୍କର ୧୦ଟି ପ୍ଲଟ ଓ ୨ଟି କୋଠା ମଧ୍ୟ ଠାବ କରାଯାଇଥିଲା। ସେଥିପାଇଁ ତାଙ୍କ ନାମରେ ଭିଜିଲାନ୍‌ସ ମାମଲା ରହିଛି।

ସେହିପରି ସୁନ୍ଦରଗଡ ଜିଲ୍ଲା ସାଧାରଣ ଜନସ୍ବାସ୍ଥ୍ୟ ବିଭାଗର ଆସିଷ୍ଟାଣ୍ଟ ଇଂଜିନିୟର ନାରାୟଣ ପ୍ରଧାନଙ୍କ ବିରୁଦ୍ଧରେ ଭିଜିଲାନ୍‌ସ ମାମଲା ରହିଛି। ତାଙ୍କର ଆୟ ବହିର୍ଭୂତ ୨ କୋଟି ୨୦ ଲକ୍ଷ ଟଙ୍କାର ସଂପତ୍ତି ସହିତ ଦେଓଗଡ ଜିଲ୍ଲାରେ ୪ଟି କୋଠା, ସମ୍ବଲପୁର, ଦେଓଗଡ, ଅନୁଗୁଳ ଓ ଖୋର୍ଦ୍ଧା ଜିଲ୍ଲାରେ ୩୧ଟି ଜମି ମଧ୍ୟ ରହିଛି।

ଜଂଗଲ ବିଭାଗର ସହକାରୀ ବନ ସଂରକ୍ଷକ ଲକ୍ଷ୍ଣଣ କୁମାର ପ୍ରଧାନଙ୍କ ବିରୁଦ୍ଧରେ ୨ଟି ଭିଜିଲାନ୍‌ସ କେସ ରହିଛି। ଭରତ କୁମାର ଘଡେଇ ଜଙ୍ଗଲ ବିଭାଗର ରେଞ୍ଜ ଅଫିସରଙ୍କ ବିରୁଦ୍ଧରେ ୩ଟି ଭିଜିଲାନ୍‌ସ କେସ୍ ରହିଛି। ପ୍ରଦୀପ କୁମାର ଭୋଇ, ରାୟଗଡା ଜିଲ୍ଲା ଶ୍ରମ ଅଧିକାରୀଙ୍କ ବିରୁଦ୍ଧରେ ଗୋଟିଏ ଭିଜିଲାନ୍‌ସ କେସ ରହିଛି। ଏମାନଙ୍କୁ ସମସ୍ତଙ୍କୁ ଦୁର୍ନୀତି ଅଭିଯୋଗରେ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ଭୁବନେଶ୍ବରର ଯୁଗ୍ମ ଶ୍ରମ କମିଶନର ଶରତ କୁମାର ଚୌଧୁରୀ ଏବଂ ଗଜପତି ଜିଲ୍ଲାର ଡିଭିଜିନାଲ ଶ୍ରମ କମିଶନର ନମିତା ଦାସଙ୍କୁ ଅପାରଗତା ଯୋଗୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।
ଉପରୋକ୍ତ ୯ ଜଣ ଅଧିକାରୀଙ୍କ ସମେତ ଏପର୍ଯ୍ୟନ୍ତ ୧୧୩ଜଣଙ୍କୁ ଦୁର୍ନୀତି ଓ ଅପାରଗତା ଅଭିଯୋଗରେ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ନୂଆ ବର୍ଷ ଆରମ୍ଭରୁ ବାଜିଲା ସତର୍କ ଘଣ୍ଟି, ଡି.ଆଇ.ଜି.ଙ୍କ ସମେତ ୭ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର, ଦୁର୍ନୀତି ଓ ଅପାରଗତା ଯୋଗୁ ରାଜ୍ୟ ସରକାର ଆଜି ୭ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ଜେଲ ଡି.ଆଇ.ଜି., ଜଣେ କମାଣ୍ଡାଣ୍ଟ, ଜଣେ ଡି.ଏସ୍‌.ପି., ଜଣେ ଡେପୁଟି କମାଣ୍ଡାଣ୍ଟ ଥିବା ବେଳେ ୨ ଜଣ ଖଣି ଅଧିକାରୀ ଓ ଜଣେ ସି.ଡି.ପି.ଓ. ଅନ୍ତର୍ଭୁକ୍ତ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ସାଧାରଣ ଜୀବନରେ ସାଧୁତା ଓ ନୈତିକତା ଉପରେ ଗୁରୁତ୍ବ ଦେଇ ଆସିଛନ୍ତି। ଅପାରଗ ତଥା ଅସାଧୁ ଅଧିକାରୀଙ୍କ ବିରୁଦ୍ଧରେ ଶୂନ୍ୟ ସହିଷ୍ଣୁତା ଉପରେ ସବୁବେଳେ ଜୋର ଦେଇ ଆସିଛନ୍ତି ଏବଂ ପ୍ରଶାସନରୁ ଦୁର୍ନୀତି ଓ ଅପାରଗତା ଦୂର କରିବାପାଇଁ ସବୁବେଳେ କଠୋର ପଦକ୍ଷେପ ନେଇଛନ୍ତି।

ଏହି ପରିପ୍ରେକ୍ଷୀରେ ଆଜି ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଅଧିକାରୀମାନେ ହେଲେ

1-ଜେଲ ବିଭାଗର ଡି.ଆଇ.ଜି. ଗୋପବନ୍ଧୁ ମଲ୍ଲିକ। ସେ ଜେଲ ୱାର୍ଡର ଚୟନ ନିମନ୍ତେ ଥିବା କମିଟିର ମୁଖ୍ୟ ଭାବରେ ତାଙ୍କ ପଦବୀର ଅପବ୍ୟବହାର କରି ଚୟନ ପ୍ରକ୍ରିୟାରେ ଅହେତୁକ ଅନୁକମ୍ପା ପ୍ରଦର୍ଶନ କରିଥିବାର ଅଭିଯୋଗ ରହିଥିଲା। ଜେଲ ବିଭାଗରେ ତାଙ୍କର କାର୍ଯ୍ୟକଳାପ ସନ୍ତୋଷଜନକ ନ ଥିଲା ଏବଂ ତାଙ୍କର ସାଧୁତା ସନ୍ଦେହମୁକ୍ତ ନ ଥିଲା।

2-ସ୍ନିଗ୍ଧାରାଣୀ ମିଶ୍ର, କୋରାପୁଟ ନନ୍ଦପୁରର ସି.ଡି.ପି.ଓ. ଭାବରେ କାର୍ଯ୍ୟ କରୁଥିବା ବେଳେ ତାଙ୍କ ନାମରେ ଦୁଇଟି ଭିଜିଲାନ୍ସ କେସ୍‌ କରାଯାଇଛି। ୨୦୧୬ ରେ ୮୦ ଲକ୍ଷ ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମକଦ୍ଦମା ଦାୟର କରାଯାଇଥିବା ବେଳେ ଅକ୍ଟୋବର ୨୦୨୦ ରେ ଛତୁଆ ବିଲ୍‌ ପାଇଁ ସ୍ବୟଂ ସହାୟକ ଗୋଷ୍ଠୀର ଜଣେ ସଦସ୍ୟଙ୍କ ଠାରୁ ୧ ଲକ୍ଷ ୭୫ ହଜାର ଟଙ୍କା ଲାଞ୍ଚ ନେଉଥିଲା ବେଳେ ଧରା ପଡିଥିଲେ। ସେ ବର୍ତ୍ତମାନ ନିଲମ୍ବିତ ଅଛନ୍ତି ।

3-ଏକାନ୍ତ ପ୍ରିୟ ନାୟକ, କମାଣ୍ଡାଣ୍ଟ ଭାବରେ ଓଡିଶା ସଶସ୍ତ୍ର ପୋଲିସ ସେବାରେ କାର୍ଯ୍ୟରତ ଥିଲେ। ଦୁର୍ବ୍ୟବହାର ତଥା ତାଙ୍କର ଅଧସ୍ତନ କର୍ମଚାରୀଙ୍କୁ ମାରଧର କରିବା ଅଭିଯୋଗରେ ତାଙ୍କ ବିରୁଦ୍ଧରେ ଗୋଟିଏ ବିଭାଗୀୟ କାର୍ଯ୍ୟାନୁଷ୍ଠାନ କରାଯାଇଛି ଏବଂ ତାଙ୍କୁ ଚାକିରୀରୁ ନିଲମ୍ବିତ କରାଯାଇଥିଲା। ଜଣେ ମଦ୍ୟପ ତଥା ଅଯୋଗ୍ୟ ଅଫିସର ଭାବରେ ତାଙ୍କ ନାମରେ ଅନେକ ଅଭିଯୋଗ ରହିଥିଲା ।

4-ଗୌତମ ମଲ୍ଲିକ, ଡି.ଏସ୍‌.ପିଙ୍କ ବିରୁଦ୍ଧରେ ଦୁଇଟି ଫୌଜଦାରୀ ମାମଲା ରୁଜୁ କରାଯାଇଥିବା ବେଳେ ତାଙ୍କୁ ମଧ୍ୟ ଚାକିରୀରୁ ନିଲମ୍ବିତ କରାଯାଇଥିଲା। ତାଙ୍କର ସାଧୁତା ଅତ୍ୟନ୍ତ ସନ୍ଦେହଜନକ ହୋଇଥିବାରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

5-ଦେବେନ୍ଦ୍ର ନାଥ ବେହେରା, ଓଡିଶା ସଶସ୍ତ୍ର ପୋଲିସ ସେବାର ଡେପୁଟୀ କମାଣ୍ଡାଣ୍ଟ ଭାବରେ କାର୍ଯ୍ୟ କରୁଛନ୍ତି। ତାଙ୍କ ନାମରେ ଜଙ୍ଗଲରୁ କାଠ ଚୋରୀ ଅଭିଯୋଗରେ ଏକ ଫୌଜଦାରୀ ମୋକଦ୍ଦମା ରୁଜୁ କରାଯାଇଛି। ସେହିପରି ବିନା ଅନୁମତିରେ ସରକାରୀ ଗାଡିରେ ଅଧସ୍ତନ କର୍ମଚାରୀଙ୍କୁ ବ୍ୟବହାର କରି କାଠର ଚୋରା ଚାଲାଣ ଅଭିଯୋଗରେ ତାଙ୍କ ନାମରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରାଯାଇଛି।

6-ସତ୍ୟବ୍ରତ ରାଉତ, କନିଷ୍ଠ ଖଣି ଅଧିକାରୀଙ୍କ ବିରୁଦ୍ଧରେ ୫ ଗୋଟି ଭିଜିଲାନ୍ସ କେସ୍‌ ରହିଛି। ତାଙ୍କର ସାଧୁତା ସନ୍ଦେହ ଜନକ। ଦାୟୀତ୍ବରେ ଅବହେଳା ଏବଂ ଦୁର୍ବ୍ୟବହାର ଆଦି ଗୁରୁତର ଅଭିଯୋଗରେ ତାଙ୍କ ବିରୁଦ୍ଧରେ ୩ ଗୋଟି ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବର୍ତ୍ତମାନ ସେ ନିଲମ୍ବିତ ଅଛନ୍ତି।

7-ରମେଶ ଚନ୍ଦ୍ର ପଣ୍ଡା, କନିଷ୍ଠ ଖଣି ଅଧିକାରୀଙ୍କ ବିରୁଦ୍ଧରେ ୩ ଗୋଟି ଭିଜିଲାନ୍ସ କେସ୍‌ ଥିଲାବେଳେ ତାଙ୍କର ସାଧୁତା ମଧ୍ୟ ସନ୍ଦେହ ଜନକ।  ଦାୟୀତ୍ବରେ ଅବହେଳା ଏବଂ ଦୁର୍ବ୍ୟବହାର ଆଦି ଗୁରୁତର ଅଭିଯୋଗରେ ତାଙ୍କ ବିରୁଦ୍ଧରେ ୩ ଗୋଟି ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବର୍ତ୍ତମାନ ସେ ନିଲମ୍ବିତ ଅଛନ୍ତି ।

ଏହି ବାଧ୍ୟତାମୂଳକ ଅବସର ଆଦେଶ ତୁରନ୍ତ କାର୍ଯ୍ୟକାରୀ କରାଯିବ ବୋଲି ନିର୍ଦ୍ଦେଶ ଦିଆଯାଇଛି।  ଗତ ଡିସେମ୍ବର ୩୦ ତାରିଖରେ ରାଜ୍ୟ ସରକାର ୬ ଜଣ ଅଧିକାରୀଙ୍କୁ ଚାକିରୀରୁ ବାଧ୍ୟତାମୂଳକ ଅବସର ଦେଇଥିଲେ। ଏକ ବର୍ଷ ମଧ୍ୟରେ ରାଜ୍ୟ ସରକାର ୧୧୦ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ପ୍ରଶାସନରେ ସ୍ବଚ୍ଛତା, ଉତ୍ତରଦାୟୀତ୍ବ ଓ ସେବା ମନୋଭାବର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ଗୁରୁତ୍ବ ଦେଇ ଆସିଛନ୍ତି। ତେଣୁ ଦୁର୍ନୀତି ତଥା ଲୋକଙ୍କୁ ସେବା ଯୋଗାଇବାରେ ଅବହେଳା କରୁଥିବା କର୍ମଚାରୀମାନଙ୍କ ପାଇଁ ଏହି ପଦକ୍ଷେପ ଏକ ସତର୍କ ଘଣ୍ଟି।

Categories
ଆଜିର ଖବର

ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର ପାଇଁ ସୁପାରିସ

ଭୁବନେଶ୍ବର: ଦୁର୍ନୀତି ଅଭିଯୋଗରେ ନିଲମ୍ବିତ ଆଇଏଫଏସ ଅଧିକାରୀ ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର ପାଇଁ କେନ୍ଦ୍ରକୁ ସୁପାରିସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଥମ ଥର ପାଇଁ ଦୁର୍ନୀତି ଅଭିଯୋଗରେ ଜଣେ ସର୍ବଭାରତୀୟ ସେବା ଅଧିକାରୀଙ୍କୁ ଅବସର ଦେବାକୁ ଓଡ଼ିଶା ସରକାର ସୁପାରିସ କରିଛନ୍ତି। ଆୟ ବହିର୍ଭୁତ ସଂପତ୍ତି ଠୁଳ କରିଥିବା ଅଭିଯୋଗ ହେବା ପରେ ଭିଜିଲାନ୍ସ ଓ କ୍ରାଇମବ୍ରାଞ୍ଚ ପକ୍ଷରୁ ବିଭିନ୍ନ ସ୍ଥାନରେ ରେଡ୍ କରାଯାଇଥିଲା। 20କୋଟି ଟଙ୍କାରୁ ଅଧିକ ମୂଲ୍ୟର ସମ୍ପତ୍ତି ଜମା କରିବାର ପ୍ରମାଣ ପାଇବା ପରେ ରାଜ୍ୟ ଭିଜିଲାନ୍ସ ବିଭାଗ ଅଭୟକାନ୍ତ ପାଠକ ଏବଂ ତାଙ୍କ ପୁଅ ଆକାଶ ପାଠକଙ୍କୁ ଗିରଫ କରିଛି। ଉଭୟ ଅଭୟ ଓ ଆକାଶ ଜେଲ୍‌ରେ ରହିଛନ୍ତି ।

Categories
ଆଜିର ଖବର ରାଜ୍ୟ ଖବର

ଆଉ ଜଣେ ବରିଷ୍ଠ ପ୍ରଶାସକଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର :  ଦୁର୍ନୀତି ବିରୋଧରେ ରାଜ୍ୟ ସରକାର ଜିରୋ ଟରଲେନ୍ସ ନୀତି ଆପଣାଇଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ଆଉ ଜଣେ ବରିଷ୍ଠ ପ୍ରଶାସକଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସୋମବାର ରାଜ୍ୟ ସରକାର ପୁଣି ଜଣେ ବରିଷ୍ଠ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ।

ସମ୍ପୃକ୍ତ ଅଧିକାରୀ ଜଣକ ହେଉଛନ୍ତି ବରିଷ୍ଠ କୃଷି ଅଧିକାରୀ ପ୍ରଦୀପ ମହାନ୍ତି । ଶ୍ରୀ ମହାନ୍ତି କୋରାପୁଟର ଜିଲ୍ଲା କୃଷି ଅଧିକାରୀ ଥିଲେ । ଜୁଲାଇ 2 ତାରିଖରେ ମହାନ୍ତିଙ୍କ ଗାଡ଼ିରୁ ଭିଜିଲାନ୍ସ ପକ୍ଷରୁ 11 ଲକ୍ଷ ଟଙ୍କା ଜବତ କରାଯାଇଥିଲା । ସେହି ଦିନ ତାଙ୍କୁ ଭିଜିଲାନ୍ସ ଗିରଫ କରି ଜେଲ ପଠାଇଥିଲା । ତାଙ୍କୁ ନିଲମ୍ବନ କରାଯିବା ସହ ରିମାଣ୍ଡରେ ଆଣି ଜେରା କରାଯାଇଥିଲା । ତାଙ୍କ ଘରେ ଚଢଉ କରାଯାଇ 3.5 କୋଟିର ସମ୍ପତ୍ତି ଠାବ କରାଯାଇଥିଲା । ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦୀପ ମହାନ୍ତିଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ନିକଟରେ ଆୟୁଷ ନିର୍ଦ୍ଦେଶକଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିଲା ।

Categories
ଆଜିର ଖବର ବିଶେଷ ଖବର ରାଜ୍ୟ ଖବର

ଦୁର୍ନୀତି ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ: ଦୁଇଜଣଙ୍କୁ ବାଧ୍ୟତାମୂଳକ ଅବସର, ଛଅଜଣଙ୍କ ପେନ୍‌ସନ୍‌ ସୁବିଧାକୁ ସ୍ଥାୟୀ ବନ୍ଦ

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସରକାରର ପଞ୍ଚମ କାର୍ଯ୍ୟକାଳରେ ଦୁର୍ନୀତି ବିରୋଧରେ କଡା ଆଭିମୁଖ୍ୟ ପୋଷଣ କରିଛନ୍ତି। ନବୀନ ପଟ୍ଟନାୟକ ଦୁର୍ନୀତି କ୍ଷେତ୍ରରେ ଶୂନ୍ୟ ସହିଷ୍ଣୁତା ନୀତି ଉପରେ ଗୁରୁତ୍ବ ଦେଇ ଆସୁଛନ୍ତି। ଦୁର୍ନୀତି ବିରୁଦ୍ଧରେ ତାଙ୍କ କଡା କାର୍ଯ୍ୟନୁଷ୍ଠାନ ଅଂଶ ସ୍ବରୂପ ମୁଖ୍ୟମନ୍ତ୍ରୀ ଆଜି 6ଜଣ ଅଧିକାରୀଙ୍କ ପେନସନ୍‌ ସୁବିଧା ସ୍ଥାୟୀ ଭାବରେ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏତଦ୍‌ବ୍ୟତୀତ ୨ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଗତ ଅଗଷ୍ଟ ମାସରୁ ଏ ପର୍ଯ୍ୟନ୍ତ ୭୪ ଜଣ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କରାଯାଇଥିବାବେଳେ ୧୫ ଜଣଙ୍କ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ଆଜି ଦୁର୍ନୀତି ବିରୋଧୀ କାର୍ଯ୍ୟାନୁଷ୍ଠାନର ସମ୍ମୁଖୀନ ହୋଇଥିବା ଲାଞ୍ଚୁଆ ଅଧିକାରୀମାନଙ୍କ ମଧ୍ୟରେ ରହିଛନ୍ତି ଓବିସିସିର ପୂର୍ବତନ ଯନ୍ତ୍ରୀ ମୁଖ୍ୟ ତଥା ପରିଚାଳନା ନିର୍ଦ୍ଦେଶକ ସୁଧୀର କୁମାର ବଜେନ୍ଦ୍ର ନାରାୟଣ, ଅବସରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ଓବିସିସିର ବରିଷ୍ଠ ପ୍ରୋଜେକ୍ଟ ମ୍ୟାନେଜର୍‌ ଅରୁଣ ଚରଣ ପରିଡା, ଅବସରପ୍ରାପ୍ତ ସହକାରୀ ଯନ୍ତ୍ରୀ ଗ୍ରାମ୍ୟ ଉନ୍ନୟନ ସବ୍‌ ଡିଭିଜନ୍‌ କାମାକ୍ଷାନଗରର ପ୍ରମୋଦ କୁମାର ବେହେରା, ପୁରୀ ଗ୍ରାମ୍ୟ ଉନ୍ନୟନ ବିଭାଗର ଅବସରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ବ୍ରଜସୁନ୍ଦର ପଟ୍ଟନାୟକ, କଟକ ମହାନଗର ନିଗମର ଅବସରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ଖଗେଶ୍ବର ସ୍ବାଇଁ ଏବଂ ସମ୍ବଲପୁର ରାସ୍ତା ଓ କୋଠାବାଡି ଡିଭିଜନର ଅବସରପ୍ରାପ୍ତ ଅଧୀକ୍ଷଣ ବିବେକାନନ୍ଦ ମହାନ୍ତି।

ସେହିପରି ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଦୁଇଜଣ ଅଧିକାରୀ ହେଉଛନ୍ତି କଳାହାଣ୍ଡି ଜିଲ୍ଲା କୋକସରା ତହସିଲର ରେଭେନ୍ୟୁ ଇନ୍ସିପେକ୍ଟର ଈଶ୍ବରୀ ପ୍ରସାଦ ପୁରୋହିତ ଏବଂ ସୋନପୁର ଜିଲ୍ଲା ବୀରମହାରାଜପୁର ତହସିଲର ରେଭେନ୍ୟୁ ଇନ୍ସପେକ୍ଟର ଅରୁଣ କୁମାର ପୁରୋହିତ। ଏହି ଦୁଇ ରାଜସ୍ବ ବିଭାଗ ଅଧିକାରୀ ଏକାଧିକବାର ଭିଜିଲାନ୍ସ ଦ୍ବାରା ଧରା ପଡି ଜେଲ୍‌ ମଧ୍ୟ ଯାଇଥିଲେ।