Categories
ଆଞ୍ଚଳିକ

ବାଲୁଗାଁରେ ସ୍ୱଚ୍ଛତା ଅଭିଯାନ କାର୍ଯ୍ୟକ୍ରମ

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଆଜି ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ଚିଲିକା ରୋଟାରୀ କ୍ଲବର ମିଳିତ ସହଯୋଗରେ ଏକ ସ୍ୱଚ୍ଛତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକ୍ଷକ ଡା ସଂଗ୍ରାମ କେଶରୀ ସାହୁଙ୍କ ନେତୃତ୍ୱରେ ଆୟୁଷ ଡାକ୍ତର, ଆଶା କର୍ମୀ, ସ୍ୱଚ୍ଛ ପରିମଳ କର୍ମୀ, ଗୋଷ୍ଠୀ କାର୍ଯ୍ୟକ୍ରମ ପରିଚାଳିକା ଓ ଚିଲିକା ରୋଟାରୀ କ୍ଲବର ଏକାଧିକ ସଦସ୍ୟମାନେ ଯୋଗଦେଇଥିଲେ।

ସମସ୍ତ ଉପସ୍ଥିତ ବ୍ୟକ୍ତିମାନେ ବାଲୁଗାଁ ଡାକ୍ତରଖାନା ପରିସର ପରିଷ୍କାର କରିବାସହ ପରିବେଶ ପ୍ରଦୂଷଣ ରୋକିବା ଦିଗରେ ଏକ ରାଲି କରି ସଚେତନତାର ବାର୍ତ୍ତା ବାଣ୍ଟିଥିଲେ।

Categories
ଆଞ୍ଚଳିକ

ବାଣପୁର: ଟିୟୁସନ ସମୟରେ ଭୁଷୁଡିପଡିଲା କାନ୍ଥ, ୪ ଛାତ୍ରଛାତ୍ରୀ ଗୁରୁତର

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ମଠପାଟଣା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଉକ୍ତ ଗ୍ରାମରେ କାନ୍ଥ ଭୁଶୁଡି ୪ ଜଣ ଛାତ୍ରଛାତ୍ରୀ ଗୁରୁତର ଆହତ ହୋଇଛନ୍ତି।

ଖବର ମୁତାବକ ଆଜି ସନ୍ଧ୍ୟାରେ ମଠପାଟଣା ଗ୍ରାମରେ ଏକ ଘରୋଇ ଟ୍ୟୁସନ ଚାଲିଥିବା ବେଳେ ଛାତ ଉପର କାନ୍ଥ ଭୁଶୁଡି ପିଲାମାନଙ୍କ ଉପରେ ମାଡିବସିଥିଲା। ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର କରି ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ଭୁବନେଶ୍ୱର ଏମ୍ସ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିବା ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରିଣୀ ରଶ୍ମି ରେଖା ଜେନା କହିଛନ୍ତି।

ଆହତଙ୍କ ମଧ୍ୟରେ ତିନି ଜଣ ଝିଅ ରହିଥିବା ବେଳେ ଜଣେ ପୁଅ ଅଛନ୍ତି। ସମସ୍ତଙ୍କ ବୟସ ୪ ରୁ ୧୦ ବର୍ଷ ମଧ୍ୟରେ ହେବ। ସମସ୍ତ ଛାତ୍ରଛାତ୍ରୀ ମାନଙ୍କ ଘର ମଠପାଟଣା ବୋଲି ଜଣାପଡିଛି। ଅଚାନକ ଏଭଳି ଅଘଟଣରେ ଅଞ୍ଚଳବାସୀ ମ୍ରିୟମାଣ ହୋଇପଡିଥିବା ବେଳେ ଆହତ ଶିଶୁ ମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Categories
ଆଞ୍ଚଳିକ

ଅଚାନକ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କଲେ ଖୋର୍ଦ୍ଧା ଜିଲ୍ଲାପାଳ

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଆଜି ଅପରାହ୍ନରେ ଖୋର୍ଦ୍ଧା ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅଚାନକ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଗସ୍ତରେ ଆସି ବିଭିନ୍ନ ଉପଲବ୍ଧ ସେବାଗୁଡ଼ିକ ସମ୍ବନ୍ଧରେ ମେଡିକାଲ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଥିଲେ। ମେଡିକାଲର ପୁରୁଷ ଓ ସ୍ତ୍ରୀ ବିଭାଗ ୱାର୍ଡ ବୁଲି ରୋଗୀଙ୍କ ସୁବିଧା ଅସୁବିଧା ସମ୍ପର୍କରେ ପଚାରି ବୁଝିଥିଲେ।

ତେବେ ବାଲୁଗାଁ ଖୋର୍ଦ୍ଧା ଜିଲ୍ଲାର ଏକ ଗୁରୁତ୍ୱପୂର୍ଣ୍ଣ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ହୋଇଥିବା ବେଳେ ମେଡ଼ିକାଲ ପରିସରରେ ପାନୀୟ ଜଳ ଯୋଗାଣ ଅବ୍ୟବସ୍ଥା, ରୋଗୀଙ୍କ ଶଯ୍ୟା ଉପରେ ବେଡ଼ସିଟ ନଥିବା ଦେଖି ବିରକ୍ତି ପ୍ରକାଶ କରିବା ସହ ଏଠାରେ ରୋଗୀଙ୍କୁ ମିଳୁଥିବା ସମସ୍ତ ସେବାଗୁଡ଼ିକରେ ଯେପରି ଅବନତି ନଘଟେ ସେ ନେଇ ମେଡ଼ିକାଲ ଅଧିକାରୀ ଡା ରଶ୍ମି ରେଖା ଜେନାଙ୍କ ସମେତ କର୍ମଚାରୀଙ୍କୁ ତାଗିଦ କରିଥିଲେ।

ଏଥିସହିତ ବାଲୁଗାଁ ଆହାର କେନ୍ଦ୍ର ପରିଦର୍ଶନ କରିଥିଲେ। ପରିଦର୍ଶନ ସମୟରେ ଆହାର କେନ୍ଦ୍ରରେ ଖାଦ୍ୟର ମାନ ଦେଖିବାସହ କିଛିଟା ଅପ୍ରୀତିକର ପରିସ୍ଥିତି ଦେଖି ତାହାକୁ ସୁଧାରିବାକୁ ପରିଚାଳନା ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ତାଗିଦ କରିଥିଲେ।

ଉକ୍ତ ଗସ୍ତରେ ଖୋର୍ଦ୍ଧା ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟାରିଆ, ବାଲୁଗାଁ ଏସଡ଼ିପିଓ ଶୁଭ୍ରାଂଶୁ ଶେଖର ମିଶ୍ର, ବାଲୁଗାଁ ଥାନା ଅଧିକାରୀ ଜୟ ପ୍ରକାଶ ପରିଡା, ନାଚୁଣି ଥାନା ଅଧିକାରୀ ଚନ୍ଦ୍ର ଶେଖର ଜେନା ପ୍ରମୁଖ ଉପସ୍ଥିତ ଥିଲେ।

Categories
ଆଞ୍ଚଳିକ

ଅଚାନକ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନରେ ଆସିଲେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଆର୍ତ୍ତବନ୍ଧୁ ନାୟକ ଆଜି ମଧ୍ୟାହ୍ନରେ ଅଚାନକ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନରେ ଆସି ବିଭିନ୍ନ ବ୍ୟବସ୍ଥା ପରଖିଥିଲେ। ମେଡିକାଲରେ ଉପଲବ୍ଧ ସେବାଗୁଡ଼ିକ ବିଷୟରେ ମେଡିକାଲ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଥିଲେ ଡ଼ା ନାୟକ। ମେଡିକାଲର ଏକାଧିକ ୱାର୍ଡ ବୁଲି ରୋଗୀଙ୍କ ସହ କଥାବାର୍ତ୍ତା ମଧ୍ୟ ହୋଇଥିଲେ ସିଡ଼ିଏମଓ।

ତେବେ ବାଲୁଗାଁ ଖୋର୍ଦ୍ଧା ଜିଲ୍ଲାର ଏକ ଗୁରୁତ୍ୱପୂର୍ଣ୍ଣ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ହୋଇଥିବା ବେଳେ ଏଠାରେ ରୋଗୀଙ୍କୁ ମିଳୁଥିବା ସେବାଗୁଡ଼ିକରେ ଯେପରି ଅବନତି ନଘଟେ ସେ ନେଇ ସମସ୍ତ କର୍ମଚାରୀଙ୍କୁ ତାଗିଦ କରିଥିଲେ ଡ଼ା ନାୟକ। ସିଡ଼ିଏମଓଙ୍କ ଉକ୍ତ ଗସ୍ତ ସମୟରେ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରିଣୀ ଡ଼ା ରଶ୍ମିରେଖା ଜେନା, ବିପିଏମ ଆରତୀ ଦାସ ଏବଂ ଅନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ।

Categories
ଆଜିର ଖବର

ବାଲୁଗାଁ ମେଡିକାଲ ବୈଠକକୁ ନେଇ ବିବାଦ: ଚିଲିକା ବିଧାୟକଙ୍କୁ ବିରୋଧ କଲେ ବ୍ଲକ ଅଧ୍ୟକ୍ଷା

ସୀତାରାମ ଅଗ୍ରୱାଲ

ଚିଲିକା: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ନିଷ୍ପତ୍ତିକୁ ଚିଲିକା ବ୍ଲକ ଅଧ୍ୟକ୍ଷା ବିରୋଧ କରିଛନ୍ତି। ବାଲୁଗାଁ ମେଡିକାଲ ରୋଗୀ କଲ୍ୟାଣ ସମିତି ବୈଠକକୁ ନେଇ ବିରୋଧ କରାଯାଇଛି। ସୂଚନା ମୁତାବକ ଆସନ୍ତାକାଲି ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ରୋଗୀ କଲ୍ୟାଣ ସମିତି ବୈଠକ ବିଧାୟକଙ୍କ ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ହେବାକୁ ସ୍ଥିର ହୋଇଥିବା ବେଳେ ଏହାକୁ ବିରୋଧ କରିଛନ୍ତି ଚିଲିକା ବ୍ଲକ ଅଧ୍ୟକ୍ଷା।

ଅଧ୍ୟକ୍ଷାଙ୍କ କହିବା ମୁତାବକ ବାଲୁଗାଁ ମେଡିକାଲ ପକ୍ଷରୁ ଆଜି ତାଙ୍କ ନିକଟକୁ ଏକ ନିମନ୍ତ୍ରଣ ପତ୍ର ଆସିଥିଲା, ଯେଉଁଥିରେ ଲେଖାଯାଇଥିଲା ରୋଗୀ କଲ୍ୟାଣ ସମିତି ବୈଠକ ଆସନ୍ତାକାଲି ଚିଲିକା ବିଧାୟକଙ୍କ ଭୁବନେଶ୍ୱର ସ୍ଥିତ ବାସଭବନରେ ହେବ। ତେବେ ସେ ଏହା ଜାଣିଲା ପରେ ଚିଠିକୁ ଫେରାଇଦେଇଥିବା ବେଳେ ଏହାକୁ ବିରୋଧ କରିଛନ୍ତି।

ରୋଗୀ କଲ୍ୟାଣ ସମିତି ବୈଠକ ନିୟମ ଅନୁଯାୟୀ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ହେବା କଥା, କିନ୍ତୁ କେଉଁ ଆଇନ ଅନୁଯାୟୀ ବାଲୁଗାଁ ମେଡିକାଲ ଅଧିକାରୀ ଏହାକୁ ବିଧାୟକଙ୍କ ଭୁବନେଶ୍ୱରସ୍ଥିତ ବାସଭବନରେ କରିବେ ବୋଲି ଗଣମାଧ୍ୟମ ଜରିଆରେ ସେ ପ୍ରଶ୍ନ କରିଛନ୍ତି।

ତେବେ ଏ ନେଇ ବାଲୁଗାଁ ମେଡିକାଲ ଅଧିକାରୀ ଡ଼ା ସୌମ୍ୟକାନ୍ତ ଦାସ ପଟ୍ଟନାୟକଙ୍କୁ ଯୋଗାଯୋଗ କରାଯାଇଥିଲା। ବିଧାୟକ ରୋଗୀ କଲ୍ୟାଣ ସମିତି ଅଧ୍ୟକ୍ଷ ହୋଇଥିବାରୁ ତାଙ୍କ ନିର୍ଦ୍ଦେଶକ୍ରମେ ବୈଠକ ଉକ୍ତ ସ୍ଥାନରେ ସ୍ଥିର ହୋଇଥିବାର ସେ କହିଛନ୍ତି।

ତେବେ ଏ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ଵୀରାଜ ହରିଚନ୍ଦନ। ସେ ମୁଖ୍ୟମନ୍ତ୍ରୀ ଏବଂ ସ୍ୱାସ୍ଥ୍ୟ ବିଭାଗକୁ ଟ୍ୱିଟ କରି ପ୍ରଶ୍ନ କରିଛନ୍ତି ଯେ, କିପରି ବିଧାୟକଙ୍କ ବାସଭବନରେ ଆରକେଏସ ବୈଠକ କରାଯାଉଛି ଏବଂ କିଏ ଏହାପାଇଁ ଅନୁମତି ଦେଇଛନ୍ତି। ଓଡ଼ିଶାର ସମସ୍ତ ବିଧାୟକଙ୍କୁ ଏ ପ୍ରକାର ସୁବିଧା ଦିଆଯାଇଛି ନା କେବଳ ଚିଲିକା ବିଧାୟକଙ୍କୁ ଦିଆଯାଇଛି?

ତେବେ ଏ ନେଇ ଖୋର୍ଦ୍ଧା ସିଡ଼ିଏମଓଙ୍କୁ ଯୋଗାଯୋଗ କରିବାରୁ ସେ ଉକ୍ତ ବୈଠକ ବିଷୟରେ ଅବଗତ ନଥିବା କହିଛନ୍ତି। ସେହିଭଳି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଆମ ପ୍ରତିନିଧି ଏ ବିଷୟ ନେଇ ଯୋଗାଯୋଗ କରିବା ପରେ ତାଙ୍କ ପ୍ରତିକ୍ରିୟା ମିଳିପାରିଛି।

ବିଧାୟକ କହିଛନ୍ତି ଯେ, ଯେହେତୁ ନିର୍ବାଚନମଣ୍ଡଳୀ ଯିବା ପାଇଁ ତାଙ୍କୁ ସୁପ୍ରିମକୋର୍ଟ ମନା କରିଛନ୍ତି, ତେଣୁ ସେ ତାଙ୍କ ସରକାରୀ ବାସଭବନରେ ବୈଠକ ଡକାଇଛନ୍ତି। ଆରକେଏସ ଅଧ୍ୟକ୍ଷ ହିସାବରେ ସେ ଯେଉଁଠାରେ ଚାହିଁବେ ସେଠାରେ ବୈଠକ କରିପାରିବେ। ପୂର୍ବରୁ ମଧ୍ୟ ଏକାଧିକ ଥର ସରକାରୀ ବୈଠକ ସରକାରୀ ଡାକବଙ୍ଗଳାରେ ହୋଇଥିବାର ବିଧାୟକ କହିଛନ୍ତି। ତଥାପି ଯଦି ଉକ୍ତ ସ୍ଥାନକୁ ନେଇ ବିବାଦ ଉପୁଜୁଛି, ତେବେ ଅନ୍ୟ ସ୍ଥାନରେ ବୈଠକ କରାଯାଇପାରେ ବୋଲି ବିଧାୟକ କହିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

୮ ଦଫା ଦାବିନେଇ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଘେରିଲେ ଶତାଧିକ ଆଶାକର୍ମୀ

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଆଜି ପୂର୍ବାହ୍ନରେ ଶତାଧିକ ଆଶାକର୍ମୀ ୮ ଦଫା ଦାବି ନେଇ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଧାରଣା ଦେଇଛନ୍ତି। ଓଡ଼ିଶା ଆଶକର୍ମୀ ଆସୋସିଏସନ, ସିଆଇଟିୟୁ ରାଜ୍ୟ ଉପସଭାପତି ସୁରେଶ ସ୍ୱାଇଁଙ୍କ ନେତୃତ୍ୱରେ ସିଟୁ ଖୋର୍ଦ୍ଧା ଜିଲ୍ଲା ସଭାପତି ଗିରିଶ ମହାରଣା, ନୟାଗଡ଼ ଜିଲ୍ଲା ଆଶାକର୍ମୀ ସଭାନେତ୍ରୀ ସଂଯୁକ୍ତା ସେଠୀ, ଚିଲିକା ବ୍ଲକ ଆଶାକର୍ମୀ ସଭାନେତ୍ରୀ ମିନା ବେହେରା, ସମ୍ପାଦିକା ବିଳାସିନି ଦେଇଙ୍କ ସମେତ ଶତାଧିକ ଆଶାକର୍ମୀ ଏନେଇ ବାଲୁଗାଁ ଗାନ୍ଧୀଛକ ଠାରୁ ବିଶାଳ ପଦଯାତ୍ରାରେ ବାହାରି ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଧାରଣା ଦେଇଛନ୍ତି। ଏହାସହ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।

ସୂଚନା ଅନୁସାରେ ସ୍ୱାସ୍ଥ୍ୟ କେନ୍ଦ୍ରରେ ଆଶାକର୍ମୀମାନଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହୋଇଥିବାବେଳେ ବିଭିନ୍ନ ସମସ୍ୟା ନେଇ ବାରମ୍ବାର ମେଡିକାଲ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଉଥିଲେ ମଧ୍ୟ ଅଣଦେଖା କରିବାନେଇ ଆଜି ୮ଦଫା ଦାବିପତ୍ର ପ୍ରଦାନ କରାଯାଇଛି।ଉକ୍ତ ଦାବିପତ୍ରରେ ଆଶାକର୍ମୀ ମାନଙ୍କୁ ସ୍ଥାୟୀ କର୍ମଚାରୀର ମାନ୍ୟତା ସହ ମାସିକ ୨୧ ହଜାର ଟଙ୍କା ଦରମା,ଏନଏଚଏମରେ କାର୍ଯ୍ୟରତ କର୍ମଚାରୀଙ୍କୁ ଅଧିକ ଅନୁଦାନ ଦେବାସହ ସ୍ଥାୟୀକରଣ, ମାସିକ ପ୍ରୋତ୍ସାହନ ପରିବର୍ତ୍ତେ ନିୟମିତ ଦରମା, ମାସିକ ପାଉଣାର ସବିଶେଷ ତଥ୍ୟ ସହ ଠିକ ସମୟରେ ଦେୟ, ବକେୟା ଥିବା ବିଭିନ୍ନ କାର୍ଯ୍ୟ ତ୍ୱରାନ୍ୱିତ ଓ ଉନ୍ନତମାନର ତାଲିମ, ସମସ୍ତ ଆଶାକର୍ମୀଙ୍କୁ ସ୍ମାର୍ଟ ଫୋନ, କୋଭିଡ ସହାୟତା ବୃଦ୍ଧି ଏବଂ ଆଶାକର୍ମୀଙ୍କ ଉପରେ ମେଡିକାଲ କର୍ମଚାରୀଙ୍କ ଦାଦାଗିରି ବନ୍ଦ କରିବାନେଇ ଦାବି ଉଲ୍ଲେଖ ଅଛି। ଉକ୍ତ କାର୍ଯ୍ୟକ୍ରମକୁ ସଂଗଠନର ଚିଲିକାବ୍ଲକ ସଭାନେତ୍ରୀ ମିନା ବେହେରା, ସମ୍ପାଦିକା ବିଳାସିନୀ ପ୍ରମୁଖ ପରିଚାଳନା କରିଥିଲେ।

Categories
ଆଞ୍ଚଳିକ

ଆସନ୍ତାକାଲି ଚିଲିକାରେ ୧ ହଜାର ୩୦ ଜଣ ନାଗରିକ ନେବେ ଟୀକା: ଜାଣନ୍ତୁ କେଉଁଠି ମିଳିବ କେତେ ଡୋଜ

ସୀତାରାମ ଅଗ୍ରୱାଲ

ଚିଲିକା: ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀରେ ୧ ହଜାର ୩୦ ଜଣ ନାଗରିକଙ୍କୁ ଉଭୟ ଡୋଜ ଟୀକା ଦିଆଯିବ। ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧିକାରୀ ଏନେଇ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରରେ କେଉଁ କେନ୍ଦ୍ରରେ କେତେ ଡୋଜ ଦିଆଯିବ ଟୀକା:

ବାଣପୁର: ସବୁ ବର୍ଗର ନାଗରିକ (ଉଭୟ ଡୋଜ)
୧- ସହିଦ କୃତ୍ତିବାସ ଭବନ, ପଲଟନ ପଡିଆ- ୪୩୦ ଡୋଜ ରୁ ପ୍ରଥମ ଡୋଜ ୩୫୦, ଦ୍ଵିତୀୟ ଡୋଜ ୫୦ ଏବଂ ଗର୍ଭବତୀ ମହିଳା ୩୦

୨- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜରୁ ପ୍ରଥମ ଡୋଜ ୭୦, ଦ୍ଵିତୀୟ ଡୋଜ ୨୦ ଏବଂ ଗର୍ଭବତୀ ମହିଳା ୧୦

୩- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜରୁ ପ୍ରଥମ ଡୋଜ ୭୦, ଦ୍ଵିତୀୟ ଡୋଜ ୨୦ ଏବଂ ଗର୍ଭବତୀ ମହିଳା ୧୦

୪- ନୀଳାଦ୍ରିପ୍ରସାଦ ଉପସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜରୁ ପ୍ରଥମ ଡୋଜ ୭୦, ଦ୍ଵିତୀୟ ଡୋଜ ୨୦ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୫- ହଳନ୍ଦା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜରୁ ପ୍ରଥମ ଡୋଜ ୭୦ ଏବଂ ଗର୍ଭବତୀ ମହିଳା ପାଇଁ ୩୦ ଡୋଜ

ବାଣପୁରର ସବୁ ଟିକାକେନ୍ଦ୍ରରେ ସକାଳ ୬.୩୦ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

ଚିଲିକା: ସବୁ ବର୍ଗର ନାଗରିକ (ଉଭୟ ଡୋଜ)

୧- ରାମପୁର ପ୍ରାଥମିକ ବିଦ୍ୟାଳୟ(ବାଲୁଗାଁ ଏନଏସି )- ୧୦୦ ଡୋଜ

– କୁମାଣ୍ଡଳ ୟୁଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (କୁମାଣ୍ଡଳ ଗ୍ରା.ପ )- ୫୦ ଡୋଜ

୩- ନିମିକ୍ଷେତା ପ୍ରାଥମିକ ବିଦ୍ୟାଳୟ (ନିମିକ୍ଷେତା ଗ୍ରା.ପ)- ୫୦ ଡୋଜ

ଚିଲିକାର ସବୁ ଟିକାକେନ୍ଦ୍ରରେ ଟୀକାକରଣ ସମୟ- ସକାଳ ୯ ଘଟିକାରୁ ଅପରାହ୍ନ ୧ ଘଟିକା (ପ୍ରଥମ ଡୋଜ)

ଅପରାହ୍ନ ୨ ଘଟିକାରୁ ଅପରାହ୍ନ ୪ ଘଟିକା ପର୍ଯ୍ୟନ୍ତ ଦ୍ଵିତୀୟ ଡୋଜ ଟୀକା ଦେବା ପାଇଁ ସମୟ ନିର୍ଦ୍ଧାରଣ କରଯାଇଛି।

Categories
ଆଞ୍ଚଳିକ ସ୍ବାସ୍ଥ୍ୟ

ଆସନ୍ତାକାଲି ଚିଲିକାରେ ମାତ୍ର ୩ ଶହ ୫୦ ଜଣ ନେବେ ଟୀକା: ଜାଣନ୍ତୁ କେଉଁ କେନ୍ଦ୍ରରେ କେତେ ଡୋଜ

ସୀତାରାମ ଅଗ୍ରୱାଲ

ଚିଲିକା: ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀରେ ୩ ଶହ ୫୦ ଜଣ ନାଗରିକଙ୍କୁ ଦ୍ଵିତୀୟ ଡୋଜ ଟୀକା ଦିଆଯିବ ଯେଉଁଥିରେ ବାଣପୁର ବ୍ଲକ ଓ ଏନଏସି ର ୫୦ ଜଣ ଗର୍ଭବତୀ ମହିଳା ପ୍ରଥମ ଡୋଜ ଟୀକା ନେବେ। ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧିକାରୀ ଏନେଇ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରରେ କେଉଁ କେନ୍ଦ୍ରରେ କେତେ ଡୋଜ ଦିଆଯିବ ଟୀକା:

ବାଣପୁର: ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ (ଦ୍ଵିତୀୟ ଡୋଜ)

୧- ବାଣପୁର ମାଇନର ସ୍କୁଲ- ୧୦୦ ଡୋଜ ( ତନ୍ମଧ୍ୟରୁ ଗର୍ଭବତୀ ମହିଳାଙ୍କୁ ୫୦ ଡୋଜ)

ବାଣପୁରର ଟିକାକେନ୍ଦ୍ରରେ ସକାଳ ୬.୩୦ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

ଚିଲିକା: ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ (ଦ୍ଵିତୀୟ ଡୋଜ)

୧- ବାଲୁଗାଁ ଉଚ୍ଚ ବିଦ୍ୟାଳୟ (ବାଲୁଗାଁ ଏନଏସି)- ୧୦୦ ଡୋଜ

୨- ବଡ଼କୁଳ ଉଚ୍ଚ ବିଦ୍ୟାଳୟ (ବଡ଼କୁଳ ଗ୍ରା.ପ)- ୫୦ ଡୋଜ

୩- ଲିଙ୍ଗରାଜ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ସାନ ନଈରୀ ଗ୍ରା.ପ)- ୫୦ ଡୋଜ

୪- ଚଣ୍ଡେଶ୍ୱର ପ୍ରାଥମିକ ବିଦ୍ୟାଳୟ (ଚଣ୍ଡେଶ୍ୱର ଗ୍ରା.ପ)- ୫୦ ଡୋଜ

ଚିଲିକାର ସବୁ ଟିକାକେନ୍ଦ୍ରରେ ସକାଳ ୯ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

Categories
ଆଞ୍ଚଳିକ ସ୍ବାସ୍ଥ୍ୟ

ଆସନ୍ତାକାଲି ଚିଲିକାରେ ୭ ଶହ ଲୋକକୁ ଦିଆଯିବ ଟୀକା: ଜାଣନ୍ତୁ କେଉଁ କେନ୍ଦ୍ର ପାଇଁ କେତେ ଡୋଜ

ସୀତାରାମ ଅଗ୍ରୱାଲ

ଚିଲିକା: ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀରେ ୭ ଶହ ଲୋକଙ୍କୁ ଦ୍ଵିତୀୟ ଡୋଜ ଟୀକା ଦିଆଯିବ ଯେଉଁଥିରେ ବାଣପୁର ବ୍ଲକ ଓ ଏନଏସିର ୪୦ ଜଣ ଗର୍ଭବତୀ ମହିଳା ପ୍ରଥମ ଡୋଜ ଟୀକା ନେବେ। ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧିକାରୀ ଏନେଇ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରରେ କେଉଁ କେନ୍ଦ୍ରରେ କେତେ ଡୋଜ ଦିଆଯିବ ଟୀକା:

ବାଣପୁର: ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ (ଦ୍ଵିତୀୟ ଡୋଜ)

୧- ବାଣପୁର ମାଇନର ସ୍କୁଲ- ୧୮୦ ଡୋଜ ( ଗର୍ଭବତୀ ମହିଳାଙ୍କୁ ୨୦ଡୋଜ)

୨- ସହିଦ କୃତ୍ତିବାସ ଭବନ, ପଲଟନ ପଡିଆ- ୧୮୦ ଡୋଜ ( ଗର୍ଭବତୀ ମହିଳାଙ୍କୁ ୨୦ଡୋଜ)

ବାଣପୁରର ସବୁ ଟିକାକେନ୍ଦ୍ରରେ ସକାଳ ୬.୩୦ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

ଚିଲିକା: ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ (ଦ୍ଵିତୀୟ ଡୋଜ)

୧- ବାଲୁଗାଁ ଉଚ୍ଚ ବିଦ୍ୟାଳୟ (ବାଲୁଗାଁ ଏନଏସି)- ୧୦୦ ଡୋଜ

୨- ସୀଙ୍ଗେଶ୍ୱର ପ୍ରାଥମିକ ବିଦ୍ୟାଳୟ (ସୀଙ୍ଗେଶ୍ୱର ଗ୍ରା.ପ)- ୫୦ ଡୋଜ

୩- ବ୍ରାହ୍ମଣକୁଶଡିହ ବାତ୍ୟା ଆଶ୍ରୟସ୍ଥଳୀ (ଆଙ୍କୁଲା ଗ୍ରା.ପ)- ୫୦ ଡୋଜ

୪- କାଳିଜାଇ ୟୁଜି ଏମଇ ବିଦ୍ୟାଳୟ (ମାନସିଂହପୁର ଗ୍ରା.ପ)- ୫୦ ଡୋଜ

୫- ଚିଲିକା ଉଚ୍ଚ ବିଦ୍ୟାପୀଠ (ହାଟବରଡ଼ି ଗ୍ରା.ପ)- ୫୦ ଡୋଜ

ଚିଲିକାର ସବୁ ଟିକାକେନ୍ଦ୍ରରେ ସକାଳ ୯ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

Categories
ଆଞ୍ଚଳିକ

ଆସନ୍ତାକାଲି ଚିଲିକାରେ ମୋଟ ୧ ହଜାର ୩୫୦ ଲୋକଙ୍କୁ ଦିଆଯିବ ଟୀକା: ଗର୍ଭବତୀ ମହିଳା ନେବେ ପ୍ରଥମ ଡୋଜ

ସୀତାରାମ ଅଗ୍ରୱାଲ

ଚିଲିକା: ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀରେ ୧୧ ଶହ ଲୋକଙ୍କୁ ଦ୍ଵିତୀୟ ଡୋଜ ଟୀକା ଦିଆଯିବାକୁ ଥିବାବେଳେ କେବଳ ଚିଲିକାରେ ୨୫୦ ଜଣ ଗର୍ଭବତୀ ମହିଳାଙ୍କୁ ପ୍ରଥମ ଡୋଜ ଟୀକା ଦିଆଯିବ। ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧିକାରୀ ଏନେଇ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରରେ କେଉଁ କେନ୍ଦ୍ରରେ କେତେ ଡୋଜ ଦିଆଯିବ ଟୀକା:

ବାଣପୁର: ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ (ଦ୍ଵିତୀୟ ଡୋଜ)

୧- ବାଣପୁର ମାଇନର ସ୍କୁଲ- ୨୦୦ ଡୋଜ

୨- ସହିଦ କୃତିବାସ ଭବନ, ପଲଟନ ପଡିଆ- ୨୦୦ ଡୋଜ

୩- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର- ୨୦୦ ଡୋଜ

୪- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜ

– ନୀଳାଦ୍ରିପ୍ରସାଦ ଉପସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ଡୋଜ

ବାଣପୁରର ସବୁ ଟିକାକେନ୍ଦ୍ରରେ ସକାଳ ୬.୩୦ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

ଚିଲିକା: ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ (ଦ୍ଵିତୀୟ ଡୋଜ)

୧- ବାଲୁଗାଁ ଉଚ୍ଚ ବିଦ୍ୟାଳୟ(ବାଲୁଗାଁ ଏନଏସି)- ୧୦୦ ଡୋଜ
୨- ଇଂଜନପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ଅଠରବାଟିଆ ଗ୍ରା.ପ)- ୫୦ ଡୋଜ
୩- ପରବଳ ବାତ୍ୟା ଆଶ୍ରୟ ସ୍ଥଳୀ (ହରିପୁର ଗ୍ରା.ପ)- ୫୦ ଡୋଜ
୪- ଦାଶରଥୀ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ (ଜରିପଡ଼ା ଗ୍ରା.ପ)- ୫୦ ଡୋଜ
୫- ସୋରଣ ପ୍ରାଥମିକ ବିଦ୍ୟାଳୟ (ସୋରଣ ଗ୍ରା.ପ)- ୫୦ ଡୋଜ

ଚିଲିକାର ସବୁ ଟିକାକେନ୍ଦ୍ରରେ ସକାଳ ୯ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

ଗର୍ଭବତୀ ମହିଳାମାନଙ୍କ ନିମନ୍ତେ (ଗର୍ଭବତୀ ହେବାର ୧୨ ସପ୍ତାହରୁ ଅଧିକା ସମୟ ) ପ୍ରଥମ ଡୋଜ (ଚିଲିକା ବ୍ଲକ ଓ ବାଲୁଗାଁ ଏନଏସି)

୧- ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର- ୯୦ ଡୋଜ
୨- ନଈରୀ ଉପସ୍ୱାସ୍ଥ୍ୟ କେନ୍ଦ୍ର- ୬୦ ଡୋଜ
୩- ଜରିପଡ଼ା ଉପସ୍ୱାସ୍ଥ୍ୟ କେନ୍ଦ୍ର- ୫୦ ଡୋଜ
୪- ସୋରଣ ଉପସ୍ୱାସ୍ଥ୍ୟ କେନ୍ଦ୍ର- ୫୦ ଡୋଜ

ସବୁ ଟିକାକେନ୍ଦ୍ରରେ ସକାଳ ୯ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

Categories
ଆଞ୍ଚଳିକ

ଆସନ୍ତାକାଲି ଚିଲିକାରେ ୭୦୦ ଲୋକଙ୍କୁ ଦିଆଯିବ ଟୀକା: ଜାଣନ୍ତୁ କେଉଁ କେନ୍ଦ୍ର ପାଇଁ କେତେ ଡୋଜ

ସୀତାରାମ ଅଗ୍ରୱାଲ

ଚିଲିକା: ଆସନ୍ତାକାଲି ଚିଲିକା ନିର୍ବାଚନମଣ୍ଡଳୀରେ ୭୦୦ ଲୋକଙ୍କୁ କେବଳ ଦ୍ଵିତୀୟ ଡୋଜ ଟୀକା ଦିଆଯିବ। ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧିକାରୀ ଏନେଇ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରରେ କେଉଁ କେନ୍ଦ୍ରରେ କେତେ ଡୋଜ ଦିଆଯିବ ଟୀକା:

ବାଣପୁର: ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ (ଦ୍ଵିତୀୟ ଡୋଜ)

୧- ବାଣପୁର ମାଇନର ସ୍କୁଲ- ୨୦୦ ଡୋଜ

୨- ସହିଦ କୃତିବାସ ଭବନ, ପଲଟନ ପଡିଆ- ୧୦୦ ଡୋଜ

ବାଣପୁରର ସବୁ ଟିକାକେନ୍ଦ୍ରରେ ସକାଳ ୬.୩୦ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

ଚିଲିକା: ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ (ଦ୍ଵିତୀୟ ଡୋଜ)

୧- ବାଲୁଗାଁ ଉଚ୍ଚ ବିଦ୍ୟାଳୟ- ୨୦୦ ଡୋଜ
୨ – ନଈରୀ ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜ
୩- ଜରିପଡ଼ା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜ

ଚିଲିକାର ସବୁ ଟିକାକେନ୍ଦ୍ରରେ ସକାଳ ୯ ଘଟିକାରୁ ଅପରାହ୍ନ ୪ ଘଟିକା ଯାଏଁ ଟୀକାକରଣ କାର୍ଯ୍ୟକ୍ରମ ଚାଲୁ ରହିବ।

Categories
ଆଞ୍ଚଳିକ ସ୍ବାସ୍ଥ୍ୟ

ଆସନ୍ତାକାଲି ଚିଲିକାରେ ଆଉ ୨ ହଜାର ଟୀକା: ଜାଣନ୍ତୁ କେଉଁ କେନ୍ଦ୍ର ପାଇଁ କେତେ ରହିଛି ଡୋଜ

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀରେ ଆସନ୍ତାକାଲି ପାଖାପାଖି ୨ ହଜାର ଲୋକଙ୍କୁ ଟୀକା ଦିଆଯିବ। ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧିକାରୀ ଏନେଇ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରରେ କେଉଁ କେନ୍ଦ୍ରରେ କେତେ ଡୋଜ ଦିଆଯିବ ଟୀକା:

ବାଣପୁର- ୧୮ରୁ ୪୪ ବର୍ଷ ବର୍ଗର ନାଗରିକ(ପ୍ରଥମ ଡୋଜ) ଏବଂ ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ(ଦ୍ଵିତୀୟ ଡୋଜ)

୧- ବାଣପୁର ମାଇନର ସ୍କୁଲ- ୧୫୦ ଡୋଜ (କେବଳ ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକଙ୍କ ପାଇଁ ଉଭୟ ପ୍ରଥମ ଏବଂ ଦ୍ଵିତୀୟ ଡୋଜ )

୨- ସହିଦ କୃତିବାସ ଭବନ, ପଲଟନ ପଡିଆ- ୨୦୦ ଡୋଜ (୧୮ରୁ ୪୪ ବର୍ଷ ବର୍ଗର ନାଗରିକ, ପ୍ରଥମ ଡୋଜ)

୩- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର- ୧୫୦ ଡୋଜ

୪- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୧୫୦ ଡୋଜ

୫- ନୀଳାଦ୍ରିପ୍ରସାଦ ଉପସ୍ୱାସ୍ଥ୍ୟ କେନ୍ଦ୍ର- ୧୫୦ ଡୋଜ

୬- ହଳନ୍ଦା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜ

ବାଣପୁରର ସବୁ ଟିକାକେନ୍ଦ୍ରରେ ସକାଳ ୬.୩୦ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

ଚିଲିକା:

୧- ବାଲୁଗାଁ ଉଚ୍ଚ ବିଦ୍ୟାଳୟ- ୩୦୦ ଡୋଜ
୨- ନଈରି ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୨୦୦ ଡୋଜ
୩- ଜରିପଡ଼ା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୨୦୦ ଡୋଜ
୪- ଭାଲେରି ଉଚ୍ଚ ବିଦ୍ୟାଳୟ, ଚାଷଙ୍ଗରା- ୨୦୦ ଡୋଜ
୫- ସୋରଣ ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୨୦୦ ଡୋଜ

ପ୍ରଥମ ପର୍ଯ୍ୟାୟ- ୧୮ରୁ ୪୪ ବର୍ଷ ନାଗରିକ ମାନଙ୍କ ଟୀକାକରଣ, ସମୟ– ସକାଳ ୯ ରୁ ମଧ୍ୟାହ୍ନ ୧୨ ଘଟିକା

ଦ୍ଵିତୀୟ ପର୍ଯ୍ୟାୟ- ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ ମାନଙ୍କ ଟୀକାକରଣ (ଉଭୟ ଡୋଜ), ସମୟ- ଅପରାହ୍ନ ୩ ରୁ ସନ୍ଧ୍ୟା ୬ ଘଟିକା

କିପରି ନେବେ:

ଟୀକାକେନ୍ଦ୍ରରେ ସିଧାସଳଖ ନିଜର ଆଧାର କାର୍ଡ ନମ୍ବର ଏବଂ ପଞ୍ଜିକୃତ ମୋବାଇଲ ନମ୍ବର ଦେଇ ଟୀକା ନେଇପାରିବେ।

Categories
ଆଞ୍ଚଳିକ

ଟୀକା ଉତ୍ସବର ଦ୍ଵିତୀୟ ଦିବସ: ଚିଲିକାରେ ଟୀକା ନେଲେ ୧ ହଜାର ୭୭୪ ଜଣ ନାଗରିକ

ସୀତାରାମ ଅଗ୍ରୱାଲ

ବାଣପୁର: ସୋମବାର ଦିନ ଟୀକା ଉତ୍ସବର ଦ୍ଵିତୀୟ ଦିବସ ଥିଲା। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ ଏହା ଅଧୀନରେ ଥିବା ସମସ୍ତ ସ୍ୱାସ୍ଥ୍ୟ କେନ୍ଦ୍ର ଗୁଡିକରେ ଟୀକା ନେବା ପାଇଁ ନାଗରିକମାନଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା। ସମସ୍ତ ସ୍ୱାସ୍ଥ୍ୟକେନ୍ଦ୍ର ଗୁଡିକରେ ୪୫ ବର୍ଷରୁ ଉର୍ଦ୍ଧ ବହୁ ନାଗରିକମାନେ ଉତ୍ଫୁଲିତ ହୋଇ ଟୀକା ନେଉଥିବାର ଲକ୍ଷ୍ୟ କରାଯାଇଥିଲା।

ଦ୍ଵିତୀୟ ଦିବସରେ ସୁନାଖେଳାରେ ୨୧୨ ଜଣ, ଗମ୍ଭାରୀମୁଣ୍ଡାରେ ୨୫୩ ଜଣ, ନୀଳାଦ୍ରିପ୍ରସାଦରେ ୧୮୭ ଜଣ ଏବଂ ବାଣପୁରରେ ୩୯୦ ଜଣ ନାଗରିକ ଟୀକା ନେଇଥିବାର ସୂଚନା ଦେଇଛନ୍ତି ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଜନ ସ୍ୱାସ୍ଥ୍ୟ ଅଧିକାରୀ ପ୍ରଦୀପ କୁମାର ପାତ୍ର। ତେବେ ଉକ୍ତ ଟୀକା ଉତ୍ସବ କୁ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ଼ା ଧୂର୍ଜଟି ପ୍ରସାଦ ମହାପାତ୍ର ପରିଚାଳନା କରିଥିବା ବେଳେ ବାଣପୁର ମେଡିକାଲର କର୍ମଚାରୀମାନେ ଯଥା ହୃଦାନନ୍ଦ ବିଷୋୟୀ, ପ୍ରଶାନ୍ତ ପ୍ରଧାନ, ରାମଚନ୍ଦ୍ର ପ୍ରଧାନ, ଅନିଲ ନାୟକ, ସତ୍ୟବ୍ରତ ସାହୁ, ଅଭିମନ୍ୟୁ ଭୋପା ଏବଂ ଶିବାନୀ ହୋତା ଆଦି ସହଯୋଗ କରିଥିଲେ।

ସେହିପରି ଆଜି ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧୀନରେ ଥିବା ସମସ୍ତ ସ୍ୱାସ୍ଥ୍ୟ କେନ୍ଦ୍ରରେ ୭୩୨ ଜଣ ନାଗରିକ ଟୀକା ନେଇଥିବାର ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ଼ା ସୌମ୍ୟକାନ୍ତ ଦାସ ପଟ୍ଟନାୟକ ସୂଚନା ଦେଇଛନ୍ତି। ତନ୍ମଧ୍ୟରୁ ବାଲୁଗାଁରେ ୩୫୬ ଜଣ, ନଈରୀରେ ୧୮୮ ଜଣ ଏବଂ ଜରିପଡାରେ ୧୮୮ ଜଣ ନାଗରିକ ଟୀକା ନେଇଛନ୍ତି।

Categories
ଆଜିର ଖବର ଆଞ୍ଚଳିକ ସ୍ବାସ୍ଥ୍ୟ

ଆଜିଠାରୁ ଦେଶରେ ଆରମ୍ଭ ହେଲା ଟୀକା ଉତ୍ସବ: ଜାଣନ୍ତୁ ଚିଲିକାରେ ପ୍ରଥମ ଦିନରେ କେତେଜଣ ନେଲେ ଟୀକା

ସୀତାରାମ ଅଗ୍ରୱାଲ

ଚିଲିକା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ଵାନ କ୍ରମେ ଆଜିଠାରୁ ସାରା ଦେଶରେ ଟୀକା ଉତ୍ସବ ପାଳନ କରାଯାଉଛି। ଏହା ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ।

ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଚିଲିକା ନିର୍ବାଚନମଣ୍ଡଳୀରେ ମଧ୍ୟ ଆଜିଠାରୁ ଟୀକା ଉତ୍ସବ ଆରମ୍ଭ ହୋଇଯାଇଅଛି। ବାଣପୁର ଓ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ ଏହା ଅଧୀନରେ ଥିବା ବିଭିନ୍ନ ସ୍ୱାସ୍ଥ୍ୟ କେନ୍ଦ୍ର ଗୁଡିକରେ ଉକ୍ତ ଉତ୍ସବ ଆଜିଠାରୁ ଆରମ୍ଭ ହୋଇଛି। ଉଭୟ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଆଜିଏହି ଉତ୍ସବକୁ ଉଦଘାଟିତ କରି ଟୀକାକରଣ ପ୍ରକ୍ରିୟାକୁ ଆରମ୍ଭ କରିଛନ୍ତି।

ତେବେ ଆଜି ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକମାନେ ବହୁ ସଂଖ୍ୟାରେ କରୋନା ଟୀକା ନେଇଛନ୍ତି। ପ୍ରଥମ ଦିନରେ ଚିଲିକା ନିର୍ବାଚନ ମଣ୍ଡଳୀରେ ୧୩୩୦ ଜଣ ବ୍ୟକ୍ତି ଟୀକା ନେଇଥିବା ଉଭୟ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି। ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ଼ା ଧୂର୍ଜଟି ପ୍ରସାଦ ମହାପାତ୍ରଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଆଜି ବାଣପୁରରେ ୨୮୭ ଜଣ, ଗମ୍ଭାରୀମୁଣ୍ଡାରେ ୧୭୬ ଜଣ  ଏବଂ ସୁନାଖେଳାରେ ୧୯୪ ଜଣ ବ୍ୟକ୍ତି ଟୀକା ନେଇଛନ୍ତି।

ଅନୁରୂପ ଭାବେ ଆଜି ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ଼ା ସୌମ୍ୟକାନ୍ତ ଦାସ ପଟ୍ଟନାୟକଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ବାଲୁଗାଁରେ ୩୭୭ ଜଣ ଟୀକା ନେଇଥିବା ବେଳେ ନଈରୀରେ ୮୮ ଜଣ ଏବଂ ଜରିପଡାରେ ୨୦୮ ଜଣ ବ୍ୟକ୍ତି ଟୀକା ନେଇଛନ୍ତି।