Categories
ବିଶେଷ ଖବର

ବାଲେଶ୍ବର ଜିଲ୍ଲାର ୧୨୮ ଟି ସ୍କୁଲ ଓ କଲେଜର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀ ମଞ୍ଜୁର କଲେ ୧୨୮ କୋଟି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଭି.କେ. ପାଣ୍ଡିଆନ ଆଜି ଦୁଇ ଦିନିଆ ବାଲେଶ୍ୱର ଗସ୍ତରେ ଯାଇ ଜିଲ୍ଲାର ଅନେକ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବା ସହିତ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି।
 ଆଜି ବାହାନଗା ଯାଇ ସ୍ଥାନୀୟ ହାଇସ୍କୁଲଠାରେ ସାଧାରଣ ଲୋକ, ଅଭିଭାବକ, ଶିକ୍ଷକ ଓ ସ୍କୁଲ କମିଟିର ସଦସ୍ୟମାନଙ୍କୁ ଭେଟିଥିଲେ। ଟ୍ରେନ ଦୂର୍ଘଟଣା ସମୟରେ, ସେଦିନର କାଳ ରାତ୍ରୀ କଥା ମନେ ପକାଇ ଶ୍ରୀ ପାଣ୍ଡିଆନ କହିଲେ ଯେ,  ସେମାନେ ଯେପରି ସ୍ୱତଃସ୍ଫୁର୍ତ୍ତ ଭାବରେ ଯେଭଳି ଲୋକଙ୍କୁ ଉଦ୍ଧାର କରିବା ପାଇଁ ଆଗେଇ ଆସିଥିଲେ, ଜୀବନ ବଞ୍ଚାଇବାକୁ ରକ୍ତଦାନ ପାଇଁ ଲାଇନ୍ ଲଗାଇଥିଲେ, ତା’ର ତୁଳନା ନାହିଁ। ସେମାନେ ମାନବିକତାର ଚରମ ନିଦର୍ଶନ ଦେଖାଇ ସାରା ଦେଶରେ ଓଡିଶା ପାଇଁ ପ୍ରଶଂସା ଆଣିଛନ୍ତି ବୋଲି ପ୍ରକାଶ କରିବା ସହିତ  ସେ କହିଥିଲେ ଯେ ଆପଣମାନଙ୍କ ନିକଟରେ ସାରା ରାଜ୍ୟ ଚୀର ଋଣୀ।
ବାହାନଗା ପଞ୍ଚାୟତକୁ ଦେଶର ଏକ ମଡେଲ ପଞ୍ଚାୟତ ଭାବେ ବିକଶିତ କରାଯିବ ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ। ୫ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମରେ  ବାହାନଗା ହାଇସ୍କୁଲର ରୂପାନ୍ତର କରାଯିବ ବୋଲି ପ୍ରକାଶ କରି ଶ୍ରୀ ପାଣ୍ଡିଆନ ଏଥିପାଇଁ ମୁଖ୍ୟମନ୍ତ୍ରୀ ୨.୪୯ କୋଟି ଟଙ୍କା ମଂଜୁର କରିଛନ୍ତି ବୋଲି କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ମଂଜୁରୀ ପତ୍ରକୁ ସେ ଜିଲ୍ଲାପାଳଙ୍କୁ ପ୍ରଦାନ କରିଥିଲେ। ସେ ଅଞ୍ଚଳର ବିଭିନ୍ନ ଧାର୍ମୀକ ଅନୁଷ୍ଠାନ ପାଇଁ ଲୋକଙ୍କ ନିବେଦନ ଉପରେ ମତ ଦେଇ ସେ କହିଥିଲେ ଯେ ଆସନ୍ତା ସପ୍ତାହ ଭିତରେ ଖୁସି ଖବର ମିଳିବ। ମୁଖ୍ୟମନ୍ତ୍ରୀ ଏ ସମ୍ପର୍କରେ ତୁରନ୍ତ ନିଷ୍ପତ୍ତି ନେବେ ବୋଲି ସେ କହିଥିଲେ।
୫ଟି ରୂପାନ୍ତର କାର୍ଯ୍ୟକ୍ରମରେ ବାହାନଗାରେ ନିର୍ମାଣ ହେଉଥିବା ପ୍ରାଥମିକ ବିଦ୍ୟାଳୟର କାର୍ଯ୍ୟ ସମୀକ୍ଷା କରି ଏହାକୁ ତ୍ୱରାନ୍ୱିତ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ସୂଚନାଯୋଗ୍ୟ ଯେ, ୫ଟି ରୂପାନ୍ତର କାର୍ଯ୍ୟକ୍ରମରେ ଏହା ହେଉଛି ରାଜ୍ୟର ପ୍ରଥମ ପ୍ରାଥମିକ ବିଦ୍ୟାଳୟ। ବାଲେଶ୍ବର ଜିଲ୍ଲାରେ ଥିବା ୧୨୮ ଟି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ କଲେଜର ରୂପାନ୍ତର ପାଇଁ ୫ଟି ଉପକ୍ରମରେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ୧୨୮ କୋଟି ଟଙ୍କା ମଞ୍ଜୁର କରିଛନ୍ତି ବୋଲି ଶ୍ରୀ ପାଣ଼୍ଡିଆନ ସୂଚନା ଦେଇଥିଲେ।
ରେମୁଣାରେ ଫକୀର ମୋହନ ମେଡିକାଲ କଲେଜ ଠାରେ ଶ୍ରୀ ପାଣ୍ଡିଆନ, କଲେଜର କର୍ମଚାରୀ ଓ ଦୂର୍ଘଟଣା ସମୟରେ ରକ୍ତଦାନ କରିଥିବା ଯୁବକମାନଙ୍କୁ ଭେଟି ସେମାନଙ୍କ ନିସ୍ୱାର୍ଥପର ସେବା କାର୍ଯ୍ୟର ଉଚ୍ଚ ପ୍ରଶଂସା କରିଥିଲେ।
ବାଲେଶ୍ୱରର ଓଉପଦା  ବ୍ଲକରେ ଥିବା ପ୍ରସିଦ୍ଧ ପଞ୍ଚଲିଙ୍ଗେଶ୍ୱର ଓ ରେମୁଣା ବ୍ଲକରେ ସ୍ଥିତ କ୍ଷୀରଚୋରା ଗୋପୀନାଥ ମନ୍ଦିର ପରିଦର୍ଶନ କରି ଏହାର ଉନ୍ନତି ଓ ସୌନ୍ଦର୍ଯ୍ୟକରଣ ସମ୍ପର୍କରେ ଶ୍ରୀ ପାଣ୍ଡିଆନ ମନ୍ଦିର କମିଟି, ସ୍ଥାନୀୟ ଲୋକ ଓ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ଏଥିପାଇଁ ଜିଲ୍ଲାପାଳଙ୍କୁ ରିପୋର୍ଟ ପ୍ରସ୍ତୁତ କରି ପ୍ରଦାନ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ।
ଓଉପଦା ବ୍ଲକରେ ଶାଳନ୍ଦି କେନାଲର ନିର୍ମାଣ କାମ ପରିଦର୍ଶନ କରି ଏହି କାମର ବିଭିନ୍ନ ଦିଗ ସମ୍ପର୍କରେ ବିଭାଗୀୟ ଯନ୍ତ୍ରୀ ଓ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ଚଳିତ ବର୍ଷ ଡିସେମ୍ବର ସୁଦ୍ଧା କେନାଲ ନିର୍ମାଣ ସମ୍ପୂର୍ଣ୍ଣ ହେବ ବୋଲି ସମୀକ୍ଷାରୁ ଜଣାଯାଇଛି।
ସିମୁଳିଆ ବ୍ଲକର ଜାମଝଡି ଓ ଓଉପଦା ବ୍ଲକର ବଉଳଗଡିଆ ପଞ୍ଚାୟତ ପରିଦର୍ଶନ କରି ୫ଟି ସଚିବ ସେଠାରେ ‘ଏକ ପଞ୍ଚାୟତ, ଏକ ଉତ୍ପାଦ’ ପ୍ରତ୍ସୋହାନ କାର୍ଯ୍ୟକ୍ରମରେ ସ୍ଥାନୀୟ ଲୋକଙ୍କ ବିଭିନ୍ନ କାର୍ଯ୍ୟ ବୁଲି ଦେଖିଥିଲେ। ଜାମୁଝଡିରେ ମିଶନ ଶକ୍ତି ସଦସ୍ୟା ମାନଙ୍କ ଦ୍ୱାରା ବାଉଁଶରୁ ନିର୍ମିତ ବିଭିନ୍ନ ଉତ୍ପାଦର ଉଚ୍ଚ ପ୍ରଶଂସା କରିଥିଲେ। ବଉଳଗାଡିଆର ବାବା ରଘୁନାଥ ଜିଉ ଷ୍ଟୋନ୍‌ କାର୍‌ଭିଂ କେନ୍ଦ୍ର ପରିଦର୍ଶନ କରି ସେଠାରେ ହସ୍ତଶିଳ୍ପୀ ମାନଙ୍କ ସହ ଆଲୋଚନା କରିଥିଲେ। ସେମାନଙ୍କ କୌଶଳ ଓ କାର୍ଯ୍ୟଦକ୍ଷତା ଓଡିଶାର ଗୌରବ ବୋଲି ପ୍ରକାଶ କରି ଏହାର ମାର୍କେଟିଂ ପାଇଁ ରାଜ୍ୟ ସରକାର ସବୁ ପ୍ରକାର ସୁବିଧା ଯୋଗାଇ ଦେବେ ବୋଲି ସେ କହିଥିଲେ। ଏହି କାର୍ଯ୍ୟକ୍ରମରେ ସାମିଲ ହସ୍ତଶିଳ୍ପୀ ମାନଙ୍କୁ ବଜାର ସୁବିଧା ଯୋଗାଇଦେବା ପାଇଁଁ ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ ସେ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ।
ସୋର ବ୍ଲକର ୟୁ.ଏନ୍ କଲେଜ, ଖଇରା ବ୍ଲକରେ କୁପାରି ପଞ୍ଚାୟତ ପଡିଆ, ପଞ୍ଚଲିଙ୍ଗେଶ୍ୱର ମନ୍ଦିର, ଫକିର ମୋହନ ମେଡିକାର କଲେଜ, ରେମୁଣାର ବାମପଡାସ୍ଥିତ ନୋସି ଠାରେ ସ୍ଥାନୀୟ ଲୋକ, ମିଶନ ଶକ୍ତି ସଦସ୍ୟା ଓ ବିଭିନ୍ନ ସଂଗଠନମାନଙ୍କ ସହ ସେମାନଙ୍କ ସୁବିଧା ଅସୁବିଧା ସମ୍ପର୍କରେ ଶୁଣିଥିଲେ। ଜିଲ୍ଲା ସ୍ତରରେ ଯେଉଁ ସବୁ ସମସ୍ୟାର ସମାଧାନ ହୋଇପାରିବ ତା’ର ତୁରନ୍ତ ସମାଧାନ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେବା ସହିତ ବାକି ସବୁ ବିଷୟଗୁଡିକୁ ରାଜ୍ୟ ସରକାରଙ୍କ ପାଖକୁ ପଠାଇବାକୁ ପରାମର୍ଶ ଦେଇଥିଲେ। ସୋରର ସମସ୍ତ ସ୍କୁଲ ଓ କଲେଜ ୫ଟି ଉପକ୍ରମରେ ରୂପାନ୍ତରିତ ହେବ ବୋଲି ସେ କହିଥିଲେ।
ସୋରର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରି  ୫ଟି ସଚିବ ସେଠାରେ ‘ଆମ ହସ୍୍ପିଟାଲ’ କାର୍ଯ୍ୟକ୍ରମ ବୁଲି ଦେଖିଥିଲେ। ରୋଗୀ ଓ ସେମାନଙ୍କ ପରିବାର ଲୋକଙ୍କ ସହିତ ଆଲୋଚନା କରିଥିଲେ। ଅଧିକାରୀ ମାନଙ୍କୁ ଆମ ହସ୍‌ପିଟାଲ କାର୍ଯ୍ୟକ୍ରମକୁ ତ୍ବରାନ୍ବିତ କରିବା ପାଇଁ ନିର୍ଦ୍ଦେଶ ଦେବା ସହିତ ଲୋକଙ୍କୁ ଆହୁରି ଉନ୍ନତ ସେବା ଯୋଗାଇ ଦେବାକୁ ପରାମର୍ଶ ଦେଇଥିଲେ।
ପଞ୍ଚଲିଙ୍ଗେଶ୍ୱରଠାରେ ଏକ ମିଶନ ଶକ୍ତି କେଫ୍ ପରିଦର୍ଶନ କରି ଏହାର ପରିଚାଳନା, ଖାଦ୍ୟ ଓ ଅନ୍ୟାନ୍ୟ ବିଷୟ ସମ୍ପର୍କରେ ୫ଟି ସଚିବ ବୁଝି ଥିଲେ। ଲୋକଙ୍କ ଚାହିଦା ଅନୁଯାୟୀ ଖାଦ୍ୟ ପ୍ରସ୍ତୁତ କରି ବିଜିନେସ୍ କୁ ଆଗକୁ ନେବା ପାଇଁ ସେ ପରାମର୍ଶ ଦେଇଥିଲେ।
Categories
ବିଶେଷ ଖବର

୫ଟି ଉପକ୍ରମରେ ବାହାନଗା ହାଇସ୍କୁଲର ହେବ ପୁନଃନିର୍ମାଣ: ୨.୪୯ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ବାଲେଶ୍ବର ଜିଲ୍ଲାର ବାହାନଗା ହାଇସ୍କୁଲର ୫ଟି ଉପକ୍ରମରେ ପୁନଃନିର୍ମାଣ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇ କୋଟି ୪୯ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅର୍ଥ ମଞ୍ଜୁର କରାଯାଇଛି।
ସୂଚନାଯୋଗ୍ୟ ଯେ ଗତ ୨ ତାରିଖରେ ବାହାନଗା ରେଳଷ୍ଟେସନଠାରେ ସଂଗଠିତ ଭୟାବହ ରେଳ ଦୁର୍ଘଟଣା ପରବର୍ତ୍ତୀ ସମୟରେ ସ୍ଥାନୀୟ ଅଞ୍ଚଳର ଜନସାଧାରଣ ଓ ବାହାନଗା ହାଇସ୍କୁଲର ଶିକ୍ଷକ ଶିକ୍ଷୟତ୍ରୀମାନେ ଉଦ୍ଧାର ଓ ସେବା କାର୍ଯ୍ୟରେ ସ୍ବତସ୍ଫୁର୍ତ୍ତ ଭାବରେ ଯୋଗ ଦେଇଥିଲେ। ସେମାନଙ୍କ ମହତ୍ ଯୋଗଦାନକୁ ଉତ୍ସାହିତ କରିବା ପାଇଁ ବାହାନଗା ହାଇସ୍କୁଲକୁ ୫-ଟି କାର୍ଯ୍ୟକ୍ରମରେ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଥିଲେ।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ଟି ସଚିବ ଭି.କେ. ପାଣ୍ଡିଆନ ମଧ୍ୟ ବାହାନଗା ହାଇସ୍କୁଲର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ, ଲୋକପ୍ରତିନିଧି, ସ୍କୁଲ ପରିଚାଳନା କମିଟି ତଥା ଜିଲ୍ଲାପାଳଙ୍କ ସହିତ ବିସ୍ତୃତ ଆଲୋଚନା କରି ମତାମତ ନେଇଥିଲେ।
Categories
ବିଶେଷ ଖବର ରାଜ୍ୟ ଖବର

ବାଲେଶ୍ବର ଜିଲ୍ଲା ପାଇଁ ୧୫୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ବର ଜିଲ୍ଲାର ସ୍ମାର୍ଟ କାର୍ଡର ଶୁଭାରମ୍ଭ ଅବସରରେ  ୧୫୦୦ କୋଟି ଟଙ୍କାର ପ୍ରକଳ୍ପର ମଧ୍ୟ ଶୁଭାରମ୍ଭ କରିଥିଲେ। ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମସ୍ତଙ୍କ ପାଖରେ ଭଲ ପିଇବା ପାଣି ପହଞ୍ଚାଇବା ଆମର ଏକ ମୁଖ୍ୟ ଲକ୍ଷ୍ୟ । ବାଲେଶ୍ବରର ୬ଟି ବ୍ଲକ୍‌ରେ ୯୦୦ କୋଟିରୁ ଅଧିକ ଟଙ୍କାର ବିନିଯୋଗରେ ମେଗା ପାଇପ ପାଣି ଯୋଜନା କାର୍ଯ୍ୟକାରୀ ହେବାକୁ ଯାଉଛି । ଏହାଦ୍ବାରା ୬୬୦ଟି ଗାଁର ୬.୫୦ ଲକ୍ଷ ଲୋକ ଭଲ ପିଇବା ପାଣି ପାଇପାରିବେ ।

ମାଛ ଉତ୍ପାଦନରେ ବାଲେଶ୍ବର ଏକ ଆଗୁଆ ଜିଲ୍ଲା ବୋଲି ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜିଲ୍ଲାର ମତ୍ସ୍ୟଜୀବୀ ମାନଙ୍କ ସୁବିଧା ପାଇଁ ବସ୍ତା ଠାରେ ୨୦ ଏକର ଜମିରେ ୫୦ କୋଟି ଟଙ୍କା ଖର୍ଚ୍ଚ କରାଯାଇ ଏକ ବଡ Whosesale Fish Market କରାଯିବ। ଏହାଦ୍ବାରା ବାଲେଶ୍ବର ସହିତ କେନ୍ଦ୍ରାପଡା ଓ ଜଗତସିଂହପୁରର ମତ୍ସ୍ୟଜୀବୀମାନେ ଉପକାର ପାଇବେ । ଏହାପରେ ମାଛ ବିକିବା ପାଇଁ ସ୍ଥାନୀୟ ମତ୍ସ୍ୟଜୀବୀ ମାନଙ୍କୁ ଆଉ ଦିଘା ମାଛ ମାର୍କେଟ ଉପରେ ନିର୍ଭର ହେବାକୁ ପଡିବ ନାହିଁ ।

ପ୍ରଥମେ ମୁଖ୍ୟମନ୍ତ୍ରୀ ବ୍ୟାସକବି ଫକୀରମୋହନ ଓ କବିବର ରାଧାନାଥ ରାୟଙ୍କୁ ଶ୍ରଦ୍ଧାଞ୍ଜଳି ଦେଇ ଓଡିଶାର ଭାଷା ଓ ସାହିତ୍ୟର ଗୌରବ ବୃଦ୍ଧି କ୍ଷେତ୍ରରେ ଏହି ଦୁଇ ମହାରଥୀଙ୍କ ଅବଦାନ ବିଷୟରେ ଆଲୋକପାତ କରିଥିଲେ । ସେହିପରି ସ୍ବାଧୀନତା ସଂଗ୍ରାମରେ ବାଲେଶ୍ବରର ସ୍ବତନ୍ତ୍ର ଅବଦାନ ବିଷୟରେ ସ୍ମରଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବାଲେଶ୍ବର ଜିଲ୍ଲା କୃଷି, ଶିଳ୍ପ, ପର୍ଯ୍ୟଟନ ସବୁ କ୍ଷେତ୍ରରେ ଆଗୁଆ ।

ଆମର ୮୦ କିଲୋମିଟର ବେଳାଭୂମି କେବଳ ବାଲେଶ୍ବରରେ ଅଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଧାନ, ପାନ, ମୀନ ପାଇଁ ବାଲେଶ୍ବର ଜଣାଶୁଣା। ବାଲେଶ୍ବରରେ ୬୦୦ ମିଶନ ଶକ୍ତିର ମା ମାନେ ମାଛ ଚାଷରେ ସାମିଲ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଥିଲେ । ଏହାସହିତ ବିଭିନ୍ନ ସରକାରୀ ଯୋଜନାରେ ମଧ୍ୟ ସେମାନେ ସହଭାଗୀ ହୋଇଛନ୍ତି ଏବଂ ସେମାନଙ୍କୁ ଅଧିକ କାମ ଦେବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।