Categories
ଆଞ୍ଚଳିକ

ଚିଲିକା: ମଣ୍ଡଳସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଉଦଘାଟନ

ଚିଲିକା (ସୀତାରାମ ଅଗ୍ରୱାଲ): କେନ୍ଦ୍ର ସରକାରଙ୍କ ନିର୍ଦ୍ଧେଶ କ୍ରମେ ରାଜ୍ୟ ସରକାର ତତ୍ୱାବଧାନରେ ପ୍ରତ୍ୟେକ ବ୍ଲକରେ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କର ବିଜ୍ଞାନ ସମ୍ବଦ୍ଧରେ ବିକାଶ ସହ ଆଗ୍ରହ ସୃଷ୍ଟି କରିବା ଲକ୍ଷରେ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଆୟୋଜିତ କରାଯାଉଛି।  ଏହି ପରିପ୍ରେକ୍ଷୀରେ ଶୁକ୍ରବାର ବାଣପୁର ଗୋଦାବରୀଶ ବିଦ୍ୟାଳୟରେ ଉକ୍ତ କାର୍ଯ୍ୟକ୍ରମ ଦୁଇଟି ଅଧିବେଶନରେ ଆୟୋଜିତ ହୋଇଥିଲା। ପ୍ରଥମ ଅଧିବେଶନକୁ ବ୍ଲକ ଶିକ୍ଷାଧିକାରୀ ସନାତନ ଜାଲି ଉଦଘାଟନ କରି କାର୍ଯ୍ୟକ୍ରମକୁ ଆଗକୁ ନେବାକୁ ସୁଚିନ୍ତିତ ପରାମର୍ଶ ଦେଇଥିଲେ।

ସେହିଭଳି ଦ୍ଵିତୀୟ ଅଧିବେଶନର ମୁଖ୍ୟ ଅତିଥି ବାଣପୁର ବ୍ଲକ ଅଧକ୍ଷ ମିଟୁ ନାୟକ ଉଦଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେଅତିରିକ୍ତ ଶିକ୍ଷାଧିକାରୀ ସନ୍ଧ୍ୟାରାଣୀ ହରିଚନ୍ଦନ ଓ ଲକ୍ଷ୍ମୀ ନାରାୟଣ ପ୍ରସାଦ ନାୟକ, ମୁଖ୍ୟ ବକ୍ତା ଭାବେ ଗୋଦାବରୀଶ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ରାମଚନ୍ଦ୍ର ବେହେରା, ବୈଜ୍ଞାନିକ ପ୍ରଦର୍ଶନୀରେ ଯୋଗ ଦେଇଥିଲେ। ବ୍ଲକ ସ୍ତରରୁ ଜିଲ୍ଲା ସ୍ତରକୁ ୫ଜଣ କୃତୀ ଛାତ୍ରଛାତ୍ରୀ ୫ଟି ବିଭାଗକୁ ଉତ୍ତୀର୍ଣ୍ଣ ହୋଇଥିଲେ।

ଗୋଦାବରୀଶ ଉଚ୍ଚ ବିଦ୍ୟାଳୟର ସୁମନ୍ତ ଜେନା ଭେଟିନାଥ ଦେବ ଉଚ୍ଚ ବିଦ୍ୟାଳୟରୁ ରଚିତା ସାସମଲ, ନୀଳକଣ୍ଠେଶ୍ଵର ବିଦ୍ୟାପୀଠରୁ ଶୁଭମ ସାହୁ, ନାଚୁଣୀ ଗୋଦାବରୀଶ ଉଚ୍ଚ ବିଦ୍ୟାଳୟରୁ ସର୍ବେଶ୍ୱର ବରାଳ ଏବଂ ବାନାମ୍ବର ସରକାରୀ ଉଚ୍ଚ ବିଦ୍ୟାଳୟରୁ ବଳରାମ ସ୍ୱାଇଁ ଜିଲ୍ଲା ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀକୁ ମନୋନୀତ ହୋଇଥିଲେ।

ଉକ୍ତ ପ୍ରଦର୍ଶନୀରେ ବିଭିନ୍ନ ବିଭାଗରୁ ବିଜ୍ଞାନ ପ୍ରକଳ୍ପ ଆସିଥିଲା। ଉଚ୍ଚ ବିଦ୍ୟାଳୟ ସ୍ତରରୁ ୨୪ଟି, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ତରରୁ ୫୪ଟି ପ୍ରକଳ୍ପ ପ୍ରଦର୍ଶନୀରେ ଅଂଶ ଗ୍ରହଣ କରିଥିଲେ। ଆୟୋଜିତ କାର୍ଯ୍ୟକ୍ରମକୁ ବ୍ଲକର ସମସ୍ତ ସିଆରସିସି, ପ୍ରଧାନ ଶିକ୍ଷକ, ଓ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ମାନେ ପରିଚାଳନା କରିଥିଲେ।

ସେହିଭଳି ଶନିବାର ପୂର୍ବାହ୍ନରେ ଚିଲିକା ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଆନୁକୂଲ୍ୟରେ ବିରିବାଡି ସ୍ଥିତ ଶ୍ରୀ ଲୋକନାଥ ଦେବ ମାନସିଂହ ବିଦ୍ୟାପୀଠରେ ମଣ୍ଡଳସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୫୦ରୁ ଉର୍ଦ୍ଧ୍ବ ବିଦ୍ୟାଳୟରୁ ୧୨୪ ଟି ବିଜ୍ଞାନ, କୃଷି, ପରିବେଶ, ଘଟଣା ଦୁର୍ଘଟଣା ଓ ସ୍ୱାସ୍ଥ୍ୟ ଭିତ୍ତିକ ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା।

ଉଦଘାଟନୀ ଉତ୍ସବରେ ଚିଲିକା ଗୋଷ୍ଠୀ ଶିକ୍ଷା ଅଧିକାରୀ କିଶୋର ଚନ୍ଦ୍ର ଦାଶଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥି ଭାବେ ଚିଲିକା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ବିକାଶ ଗୋଏଲ,ବିଶିଷ୍ଟ ଅତିଥି ଭାବେ ବିରିବାଡି ସରପଞ୍ଚ ବିଷ୍ଣୁପ୍ରିୟା ସେଣ, ସମ୍ମାନିତ ଅତିଥି ଭାବେ ସମିତି ସଭ୍ୟ ଚରଣ ସେଣ,ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ନିଳାଦ୍ରୀ ଭୂଷଣ ଦାଶ, ମିନତୀ ଶତପଥୀ, ଗୀତାଞ୍ଜଳୀ ନାୟକ, ବିଜ୍ଞାନ ମେଳା କମିଟି ସମ୍ପାଦକ କୁନା ମହତ୍ୱ,ସାଧନ କେନ୍ଦ୍ର ସଂଯୋଜକ ଦେବରାଜ ପରିଡା ପ୍ରମୁଖ ଯୋଗ ଦେଇ ପ୍ରକଳ୍ପ ପରିଦର୍ଶନ କରିବାସହ ତୃଣମୂଳ ସ୍ତରରେ ଥିବା ସୁପ୍ତ ପ୍ରତିଭାଙ୍କୁ ବିକଶିତ କରିବା ଏବଂ ଆଗାମୀ ଦିନରେ ଏଭଳି କାର୍ଯ୍ୟକ୍ରମ ଫଳରେ ଅନେକ କୁନି ବୈଜ୍ଞାନିକ ସୃଷ୍ଟି ହୋଇପାରିବେ ବୋଲି ମତ ଦେଇଥିଲେ।

ଅପରାହ୍ନରେ ଆୟୋଜିତ ଉଦଯାପନୀ ସଭାରେ ମୁଖ୍ୟ ଅତିଥି ଭାବେ ବାଲୁଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷା ଡ଼ କଳ୍ପନା ଦାଶ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟା ମମତା ପାଇକରାୟ, ସରପଞ୍ଚ ବିଷ୍ଣୁପ୍ରିୟା ସେଣ, ପୂର୍ବତନ ଚିକିତ୍ସା ଅଧିକାରୀ ମଧୁସୂଦନ ସେନାପତି, ଶିଶୁ ନାଟ୍ୟକାର ଭିକାରୀ ଚରଣ ପ୍ରଧାନ, ଜିଲ୍ଲା ମାଧ୍ୟମିକ ଶିକ୍ଷକ ସଂଘ ସଦସ୍ୟ ପ୍ରମୋଦ କୁମାର ସ୍ୱାଇଁ ପ୍ରମୁଖ ଯୋଗଦେଇ ଶୃଙ୍ଖଳା ଓ ସମାୟାନୁବର୍ତ୍ତୀ ହେବାସହ ସାଧନାରେ ଏକାଗ୍ରତା ରଖିବାପାଇଁ ଦିଗଦର୍ଶନ ଦେଇଥିଲେ।

ବାଲ ବୈଜ୍ଞାନିକ ପ୍ରଦର୍ଶନୀରେ ଉତ୍କୃଷ୍ଟ ପ୍ରକଳ୍ପ ପ୍ରଦର୍ଶନ ନେଇ ଅତିଥି ଗହଣରେ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଚିଲିକା ବିଜ୍ଞାନ ମେଳା କମିଟିର ସମସ୍ତ ସଦସ୍ୟ ଓ ଶିକ୍ଷକ ଶିକ୍ଷୟିତ୍ରୀମାନେ ପୂର୍ଣ୍ଣ ସହଯୋଗ କରିଥିଲେ।

Categories
ଆଞ୍ଚଳିକ

୨୯ତମ ମଣ୍ଡଳ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦାର୍ଶନି ଉଦଯାପିତ

ରଣପୁର: ଆଜି ନୟାଗଡ ଜିଲ୍ଲା ରଣପୁର ବ୍ଲକରେ ୨୯ତମ ମଣ୍ଡଳ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଉଦଯାପିତ ହୋଇ ଯାଇଛି। ଏଥିରେ ବ୍ଲକରୁ ମୋଟ ୨୫୭ଟି ପ୍ରକଳ୍ପ ଧରି କୁନି କୁନି ବୈଜ୍ଞାନିକମାନେ ଏହି ବାଲ ବୈଜ୍ଞାନିକ ପ୍ରଦାର୍ଶନିରେ ଅଂଶ ଗ୍ରହଣ କରି ନିଜ ନିଜର ବୈଜ୍ଞାନିକ ଚିନ୍ତାଧାରା କୁ ପ୍ରଦର୍ଶିତ କରିଥିଲେ।

ଏହି କାର୍ଯ୍ୟକ୍ରମର ଉଦଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ରାଜଶ୍ରୀ ପଟ୍ଟନାୟକ, ମୁଖ୍ୟ ବକ୍ତା ଭାବେ ବ୍ଲକ ଚେୟାରମ୍ୟାନ ନିର୍ମଳା ବେହେରା, ସମ୍ମାନିତ ଅତିଥି ଭାବେ ରାଜସୁନାଖଳା ସରପଞ୍ଚ ଚିତ୍ତରଞ୍ଜନ ପ୍ରଧାନ, ସମିତିସଭ୍ୟ ତପନ କୁମାର ପ୍ରଧାନ, ମଣ୍ଡଳ ସାଧନ କେନ୍ଦ୍ର ସଂଯୋଜକ ଶାନ୍ତିଲତା ଦେଇ ପ୍ରମୁଖ ଯୋଗ ଦେଇଥିଲେ।  ଏହି କାର୍ଯ୍ୟକ୍ରମକୁ ରଣପୁର ବରିଷ୍ଠ ମଣ୍ଡଳ ଶିକ୍ଷା ଅଧିକାରୀ ବନଲତା ବେହେରା ପରିଚାଳନା କରିଥିବା ବେଳେ ଆବାହକ ତଥା ସୁନାଖଳା ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରକାଶ କୁମାର ସାହୁ ସହଯୋଗ କରିଥିଲେ।

ସେହିପରି ଉଦଯାପନୀ ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ମୁଖ୍ୟ ବକ୍ତା ଭାବେ ରଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି, ସମ୍ମାନିତ ଅତିଥି ଭାବେ ସହକାରୀ ମଣ୍ଡଳ ଶିକ୍ଷା ଅଧିକାରୀ ରସାନନ୍ଦ ପ୍ରଧାନ, ବସନ୍ତ କୁମାର ରାଉତ ପ୍ରମୁଖ ଯୋଗ ଦେଇଥିଲେ। ପ୍ରଭାତ କୁମାର ପଣ୍ଡା ଓ ମାନସ ପଟ୍ଟନାୟକ ମଞ୍ଚ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଚଳିତ ବର୍ଷ ପଞ୍ଜିକରଣକୁ ଅନଲାଇନ ମାଧ୍ୟମରେ କରାଯାଇଥିଲା, ଯାହାକି ନାମ ପଞ୍ଜିକରଣକୁ ସହଜ କରିବା ସହିତ ସମୟ ସାପେକ୍ଷ ହୋଇଥିଲା। ଏଥିରେ ୭୨ଟି ଉପକନିଷ୍ଠ, ୧୧୨ଟି କନିଷ୍ଠ ଓ ୭୩ଟି ବରିଷ୍ଠ ବିଭାଗରେ ପ୍ରକଳ୍ପ ଧରି କୁନି ବୈଜ୍ଞାନିକ ଅଂଶ ଗ୍ରହଣ କରିଥିଲେ। ସେଥିରୁ ୫ଟି ପ୍ରକଳ୍ପ ଜିଲ୍ଲା ସ୍ତରକୁ ମନୋନୀତ ହୋଇଥିବା ଜଣା ପଡିଛି। ଏହି ପ୍ରଦର୍ଶନୀ କାର୍ଯ୍ୟକ୍ରମରେ ୪୯୫ରୁ ଉର୍ଦ୍ଧ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ।

ଶେଷରେ ଅତିଥିମାନେ ଛାତ୍ରଛାତ୍ରୀମାନଙ୍କୁ ଟ୍ରଫି ଓ ସାର୍ଟିଫିକେଟ ପ୍ରଦାନ କରି ପୁରସ୍କୃତ କରି ସେମାନଙ୍କୁ ଉତ୍ସାହିତ କରିଥିଲେ। ସେହିପରି ୩୦୦ରୁ ଉର୍ଦ୍ଧ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ସମସ୍ତ ସି.ଆର.ସିସି, ପ୍ରାଥମିକ ଓ ମାଧ୍ୟମିକ ଶିକ୍ଷକ ସଙ୍ଘର ନେତୃବୃନ୍ଦ, ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀଙ୍କ ସମେତ ରାଜସୁନାଖଳା ଉଚ୍ଚ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, ସ୍କାଉଟ, ଏନ.ସି.ସି.ଛାତ୍ରଛାତ୍ରୀ କାର୍ଯ୍ୟକ୍ରମ ପରିଚାଳନା ସମ୍ପୂର୍ଣ ସହଯୋଗ କରିଥିଲେ।