Categories
ଆଜିର ଖବର ଧର୍ମ ରାଜ୍ୟ ଖବର

ରଥାଋଢ ହେଲେ ତିନିଠାକୁର, ଚାରିଘଣ୍ଟା ପୂର୍ବରୁ ସରିଗଲା ପହଣ୍ଡି ନୀତି

ପୁରୀ: ନିଜ ଘରକୁ ଯିବା ପାଇଁ ତିନିଠାକୁର ଆକୁଳ। ସେଥିପାଇଁ ନିର୍ଦ୍ଧାରିତ ସମୟର ପ୍ରାୟ ଚାରି ଘଣ୍ଟା ପୂର୍ବରୁ ଶେଷ ହୋଇଗଲା ପ୍ରଭୃଙ୍କ ପହଣ୍ଡି ନୀତି। ଆଜି ସକାଳୁ ପ୍ରଭୃଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ଏହି ପହଣ୍ଡି ଦିନ 12ଟା ବେଳକୁ ଆରମ୍ଭ ହେବ ବୋଲି ନିର୍ଦ୍ଧାରିତ ହୋଇଥିଲା। ହେଲେ ପ୍ରଭୃଙ୍କ ଲୀଳାରେ କେହି କିଛି କରିପାରିବେ ନାହିଁ।

ବର୍ତ୍ତମାନ ତିନିଠାକୁର ତିନି ରଥରେ ବିଜେ କରିସାରିଛନ୍ତି। ଏହାପରେ ଆରମ୍ଭ ହେବ ଛେରା ପହଁରା ନୀତି। ସେଥିପାଇଁ ଗଜପତି ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ତିନି ରଥରେ ଗଜପତି ଦିବ୍ୟସିଂହ ଦେବ ଛେରା ପହଁରା ଦେବାପରେ ଆରମ୍ଭ ହେବ ରଥଟଣା।

Categories
RathJatra ଆଜିର ଖବର ଧର୍ମ ରାଜ୍ୟ ଖବର

ଆଗୁଆ ଆରମ୍ଭ ହେଲା ବାହୁଡା ପହଣ୍ଡି, ଆଉ କିଛି ସମୟ ପରେ ଛେରା ପହଁରା

ପୁରୀ: ଆରମ୍ଭ ହେଲା ବାହୁଡା ପହଁଣ୍ଡି। ନଅ ଦିନର ଲୀଳା ଶେଷ କରି ତିନିଠାକୁର ଫେରିବେ ଶ୍ରମନ୍ଦିର। ସେଥିପାଇଁ ଆଜି ସେବକମାନେ ପୂର୍ବନିର୍ଦ୍ଧାରିତ ସମୟର ବହୁ ପୂର୍ବରୁ ଆରମ୍ଭ କରିଛନ୍ତି ପହଁଣ୍ଡି। ପ୍ରଥମେ ସୁଦର୍ଶନଙ୍କୁ ରଥ ବିଜେ କରାଯାଇଥିଲା। ଏହାପରେ ପ୍ରଭୃ ବଡଠାକୁର ହଲି ଦୋହଳି ରଥରେ ପ୍ରବେଶ କରୁଛନ୍ତି।

ତିନିଠାକୁର ରଥରେ ବିଜେ କରିବା ପରେ ଆରମ୍ଭ ହେବ ଛେରା ପହଁରା। ତେବେ ପୂର୍ବ ନିର୍ଦ୍ଧାରିତ ସମୟର ବହୁ ପୂର୍ବରୁ ଛେରା ପହଁରା ମଧ୍ୟ ଆରମ୍ଭ ହୋଇଯିବ। ବାହୁଡା ଦେଖିବା ପାଇଁ ପୁରୀ ବଡ ଦାଣ୍ଡରେ ଲକ୍ଷ ଲକ୍ଷ ଭକ୍ତଙ୍କର ସମାଗମ ହେବାରେ ଲାଗିଛି। ଆଜି ପାଗ ଠିକ ଥିବାରୁ ଭକ୍ତଙ୍କ ମଧ୍ୟରେ ଉତ୍ସାହ ବୃଦ୍ଧି ପାଇଛି।

Categories
ଧର୍ମ ବିଶେଷ ଖବର ରାଜ୍ୟ ଖବର

ଶ୍ରୀମନ୍ଦିରକୁ ବାହୁଡିବେ ତିନିଠାକୁର, ଦିନ ୧୨ଟାରେ ପହଣ୍ଡି ବିଜେ

ପୁରୀ: ଆସନ୍ତ।କାଲି ବୁଧବ।ରରେ ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହୁଡିବେ ତିନିଠାକୁର। ସେଥିପ।ଇଁ ପ୍ରଶାସନ ତରଫରୁ ସମସ୍ତ ବନ୍ଦୋବସ୍ତ କରାଯାଇଛି। ନଅ ଦିନର ଯାତ୍ରା ଶେଷ କରି ପ୍ରଭୃ ରତ୍ନବେଦୀରେ ଦର୍ଶନ ଦେବେ। ଗୁଣ୍ଡିଚା ମନ୍ଦିରରୁ ତିନି ରଥକୁ ଟାଣିବା ପ।ଇଁ ପୁରୀରେ ଜନସମାଗମ ଆରମ୍ଭ ହୋଇଗଲାଣି।

ମନ୍ଦିର ପ୍ରଶାସନ ନିଷ୍ପତି ଅନୁସାରେ ଆସନ୍ତାକ।ଲି ଦିନ ୧୨ଟାରେ ବେଳେ ପହଣ୍ଡି ଆରମ୍ଭ ହେବ। ପ୍ରଥମେ ବଡଠ।କୁର, ପରେ ମା ସୁଭଦ୍ରା ଏବଂ ଶେଷରେ ଶ୍ରୀଜଗନ୍ନାଥ ପହଣ୍ଡିରେ ଆସି ରଥାଋଢ ହେବେ। ଏହି କାର୍ଯ୍ୟ ୨ଟ। ୩୦ ମଧ୍ୟରେ ସମାପନ କରାଯିବ।

ସେହିପରି ଛେରା ପହଁରା ନୀତି ୨ଟ। ୩୦ରୁ ଆରମ୍ଭ ହୋଇ ୩ ଟ। ୩୦ ମଧ୍ୟରେ ଶେଷ ହେବ। ଅପରାହ୍ନ ୪ଟ। ବେଳକୁ ରଥଟଣା ଆରମ୍ଭ ହେବ ବୋଲି ଜଣାପଡିଛି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ରଥଯାତ୍ରା ଅବଧି ମଧ୍ୟରେ ସନ୍ଧ୍ୟା ଦର୍ଶନ, ବାହୁଡା ଏବଂ ସୁନା ବେଶ ପାଇଁ ସ୍ୱତନ୍ତ୍ର ଟ୍ରେନ୍

ଭୁବନେଶ୍ୱର: ତୀର୍ଥଯାତ୍ରୀମାନଙ୍କ ସୁବିଧାଜନକ ଯାତ୍ରା ପାଇଁ ରେଳ ମନ୍ତ୍ରଣାଳୟ ରଥ ଯାତ୍ରା (କାର୍ ଫେଷ୍ଟିଭାଲ୍) ଅବଧି ସମୟରେ ପୁରୀକୁ ଏବଂ ପୁରୀ ଠାରୁ 205 ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳର ବ୍ୟବସ୍ଥା କରିଛି। ଗୁଣ୍ଡିଚା ଯାତ୍ରା ଶେଷ ହୋଇସାରିଥିବାରୁ ସାନ୍ଧ୍ୟା ଦର୍ଶନ, ବାହୁଡା ଯାତ୍ରା ଏବଂ ସୁନା ବେଶ ପାଇଁ ମଧ୍ୟ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବ। ଅଧିକ ଭକ୍ତଙ୍କୁ ଦୃଷ୍ଟିରେ ରଖି ରେଳବାଇ ମଧ୍ୟ ସୁନା ବେଶ ପରଦିନ ଅଧିକ ସ୍ୱତନ୍ତ୍ର ଟ୍ରେନ୍ ଚଳାଇବାକୁ ମଧ୍ୟ ଯୋଜନା କରିଛି।

ଯାତ୍ରୀମାନଙ୍କ ସୁବିଧା ପାଇଁ ପୂର୍ବ ତଟ ରେଳପଥ କେତେକ ଦୂରଗାମୀ ସ୍ୱତନ୍ତ୍ର ଟ୍ରେନରେ ସଂରକ୍ଷିତ ଶ୍ରେଣୀ ଯାତ୍ରା ଉପଲବ୍ଧ କରାଇବାପାଇଁ ଆବଶ୍ୟକ ପଦକ୍ଷେପ ନେଇଛି।

ରଥଯାତ୍ରା ଅବଧି ସମୟରେ ଭୁବନେଶ୍ୱର ଓ ପୁରୀ ମଧ୍ୟରେ ଦୈନିକ ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରୁଅଛି। 02891/02810 ଭୁବନେଶ୍ୱର-ପୁରୀ-ଭୁବନେଶ୍ୱର ବିଶେଷ ଟ୍ରେନ ଜୁଲାଇ ମାସ ପହିଲା ଠାରୁ 11 ତାରିଖ ମଧ୍ୟରେ ଭୁବନେଶ୍ୱର ଠାରୁ ପୂର୍ବାହ୍ନ 10 ଘ.05ମି.ରେ ପୁରୀକୁ ଯାତ୍ରା କରୁଥିବାବେଳେ ଏହା ପୁରୀ ଠାରୁ ଅପରାହ୍ନ ୩ଘ.୧୦ମି.ରେ ଛାଡି ଭୁବନେଶ୍ୱର ଯାତ୍ରା କରୁଛି।

ସେହିଭଳି, ତୀର୍ଥଯାତ୍ରୀ ମାନଙ୍କ ସୁବିଧା ପାଇଁ ତିନି ଯୋଡା ଦୈନିକ ବିଶେଷ ଟ୍ରେନ ଖୋର୍ଦ୍ଧା ରୋଡ଼ ଓ ପୁରୀ ମଧ୍ୟରେ ଏବଂ ଦୁଇ ଯୋଡ଼ା ମହୀପୁର ଓ ପୁରୀ ମଧ୍ୟରେ 2 ଜୁଲାଇରୁ 7 ଜୁଲାଇ, 2022 ପର୍ଯ୍ୟନ୍ତ ଚଳାଚଳ କରୁଅଛି। ଏହା ବ୍ୟତୀତ, ଯାତ୍ରୀ ମାନଙ୍କ ଚାହିଦାକୁ ଦୃଷ୍ଟିରେ ରଖି ଆହୁରି ବିଶେଷ ଟ୍ରେନ ଚଳାଚଳ ପାଇଁ ମଧ୍ୟ ଯୋଜନା କରାଯାଇଅଛି।

ସନ୍ଧ୍ୟା ଦର୍ଶନ ଦିନ ଅର୍ଥାତ 8 ଜୁଲାଇ, 2022 ରେ 7 ଯୋଡି ସ୍ପେଶାଲ ଟ୍ରେନ (ମହିପୁରରୁ 3 ଯୋଡି ଏବଂ ଖୋର୍ଦ୍ଧା ରୋଡରୁ 4 ଯୋଡି) ପୁରୀ ଏବଂ ଖୋର୍ଦ୍ଧା ରୋଡ଼/ମହୀପୁର ମଧ୍ୟରେ ଚଳାଚଳ କରିବ।

ଏହା ବ୍ୟତୀତ, 08933/08934 ବିଶାଖାପାଟନମ୍-ପୁରୀ-ବିଶାଖାପାଟନମ୍ ସ୍ପେଶାଲ୍ ବିଶାଖାପାଟନମ୍ ଠାରୁ 08.07.2022 ଅପରାହ୍ନ 2 ଘ.30ମି.ରେ ଛାଡି ପୁରୀ ଆଡକୁ ଯିବ।  ଫେରିବା ମାର୍ଗରେ, ଏହି ଟ୍ରେନ୍ ପୁରୀଠାରୁ 09.07.2022 ରାତ୍ରି 8 ଘ.25 ମି.ରେ ଛାଡି ବିଶାଖାପାଟନମ୍ ଅଭିମୁଖେ ଯାତ୍ରା କରିବ।

08937/08938 ଜୁନାଗଡ ରୋଡ୍-ପୁରୀ-ଜୁନାଗଡ ରୋଡ୍ ସ୍ପେଶାଲ୍ ଜୁନାଗଡ ରୋଡ଼ ଠାରୁ 08.07.2022 ପୂର୍ବାହ୍ନ 11 ଘଟିକାରେ ଛାଡି ପୁରୀ ଯିବ। ଫେରିବା ମାର୍ଗରେ ଏହି ଟ୍ରେନ୍ ପୁରୀ ଠାରୁ 09.07.2022 ସନ୍ଧ୍ୟା 7 ଘଟିକାରେ ଛାଡି ଜୁନାଗଡ ରୋଡ୍ ଯାତ୍ରା କରିବ।

08945/08946 ସମ୍ବଲପୁର-ପୁରୀ- ସମ୍ବଲପୁର ସ୍ପେଶାଲ ସମ୍ବଲପୁର ଠାରୁ 08.07.2022 ରାତ୍ରି 9 ଘ.30 ମିରେ ଛାଡି ପୁରୀ ଯିବ। ଫେରିବା ମାର୍ଗରେ ଏହା 09.07.2022 ରାତ୍ରି 11 ଘ.15 ମିରେ ପୁରୀ ଠାରୁ ଛାଡି ସମ୍ବଲପୁର ଅଭିମୁଖେ ଯାତ୍ରା କରିବ।

08941/08942 ଗୁଣୁପୁର-ପୁରୀ-ଗୁଣୁପୁର ସ୍ପେଶାଲ୍ ଗୁଣୁପୁର ଠାରୁ 09.07.2022 ଭୋର 3 ଘ.15 ମିରେ ଛାଡି ପୁରୀ ଆଡକୁ ଯିବ। ଫେରିବା ମାର୍ଗରେ ଏହା ପୁରୀକୁଠାରୁ 09.07.2022 ରାତ୍ରି 8 ଘ.40 ମି.ରେ ଛାଡି ଗୁଣୁପୁର ଅଭିମୁଖେ ଯାତ୍ରା କରିବ।

ବାହୁଡା ଯାତ୍ରା ତଥା 9 ଜୁଲାଇ, 2022 ରେ ପାରାଦୀପ, ମହିପୁର, କଟକ, ବ୍ରହ୍ମପୁର, ଭଦ୍ରକ, ଖୋର୍ଦ୍ଧା ରୋଡ୍, କେନ୍ଦୁଝରଗଡ଼ ଠାରୁ 10 ଯୋଡି ସ୍ୱତନ୍ତ୍ର ଟ୍ରେନ୍ ପୁରୀ ଯାତ୍ରା କରି ପୁଣି ଫେରିବ।

ସୁନାବେଶ ଦିବସରେ, 10 ଜୁଲାଇ, 2022 ରେ ପାରାଦୀପ, ମହିପୁର, କଟକ, ବ୍ରହ୍ମପୁର, ଭଦ୍ରକ, ଖୋର୍ଦ୍ଧା ରୋଡ୍, କେନ୍ଦୁଝରଗଡ଼ ଠାରୁ 11 ଯୋଡି ସ୍ୱତନ୍ତ୍ର ଟ୍ରେନ୍ ପୁରୀ ଯାତ୍ରା କରି ପୁଣି ଫେରିବ।

08971/08972 ଜୁନାଗଡ ରୋଡ୍-ପୁରୀ-ଜୁନାଗଡ ରୋଡ୍ ସ୍ପେସିଆଲ୍ 10.07.2022 ଦିନ ଜୁନାଗଡ ରୋଡ୍ ଠାରୁ ଭୋର 5 ଘ.30ମି.ରେ ଛାଡି ପୁରୀ ଯାତ୍ରା କରିବ। ଫେରିବ ମାର୍ଗରେ ଏହା 11.07.2022 ଦିନ ପୁରୀ ଠାରୁ 0015 ଘଣ୍ଟା ରେ (10.07.2022 ମଧ୍ୟରାତ୍ରି) ଜୁନାଗଡ ରୋଡ୍ ଅଭିମୁଖେ ଯାତ୍ରା କରିବ।

08957/08958 ଗୁଣୁପୁର-ପୁରୀ-ଗୁଣୁପୁର ସ୍ପେଶାଲ 10.07.2022 ଭୋର 4 ଘ.30 ମି.ରେ ଗୁଣୁପୁର ଠାରୁ ଛାଡି ପୁରୀ ଆଡକୁ ଯିବ। ଫେରିବ ମାର୍ଗରେ ଏହି ଟ୍ରେନ୍ ପୁରୀ ଠାରୁ 10.07.2022 ରାତ୍ରି 8 ଘଟିକାରେ ଛାଡି ଗୁଣୁପୁର ଅଭିମୁଖେ ଯାତ୍ରା କରିବ।

08979/08980 ସମ୍ବଲପୁର-ପୁରୀ- ସମ୍ବଲପୁର ସ୍ପେଶାଲ ସମ୍ବଲପୁର ଠାରୁ 10.07.2022 ସକାଳ 8 ଘଟିକାରେ ଛାଡି ପୁରୀ ଯାତ୍ରା କରିବ। ଫେରିବ ମାର୍ଗରେ ଏହି ଟ୍ରେନ ପୁରୀ ଠାରୁ 11.07.2022 ରାତ୍ରି 2 ଘଟିକାରେ (10.07.2022 ମଧ୍ୟ ରାତ୍ରି) ରେ ସମ୍ବଲପୁର ଅଭିମୁଖେ ଯାତ୍ରା କରିବ।

08975/08976 ବିଶାଖାପାଟନମ୍-ପୁରୀ-ବିଶାଖାପାଟନମ୍ ସ୍ପେଶାଲ୍ ବିଶାଖାପାଟନମ୍ ଠାରୁ 10.07.2022 ସକାଳ 6 ଘ.30 ମି.ରେ ଛାଡି ପୁରୀ ଅଭିମୁଖେ ଯାତ୍ରା କରିବ। ଫେରିବ ଦିଗରେ ଏହି ଟ୍ରେନ୍ ପୁରୀ ଠାରୁ 11.07.2022 ରାତ୍ରି 1 ଘଟିକାରେ (10.07.2022 ମଧ୍ୟ ରାତ୍ରି) ଛାଡି ବିଶାଖାପାଟନମ୍ ଅଭିମୁଖେ ଯାତ୍ରା କରିବ।

ସୁନାବେଶ ପରଦିନ ଅର୍ଥାତ 11 ଜୁଲାଇ, 2022 ରେ 6 ଟି ସ୍ୱତନ୍ତ୍ର ଟ୍ରେନ୍ ପୁରୀରୁ ଗୁଣୁପୁର, ରାୟାଗଡା, ଭଦ୍ରକ, ବିଶାଖାପାଟନମ୍, କେନ୍ଦୁଝରଗଡ ଏବଂ ମହିପୁର ଅଭିମୁଖେ ଯାତ୍ରା କରିବ ଏବଂ ଏକ ସ୍ୱତନ୍ତ୍ର ଟ୍ରେନ୍ କେନ୍ଦୁଝରଗଡରୁ ପୁରୀ ପର୍ଯ୍ୟନ୍ତ ଚାଲିବ। 08983 ପୁରୀ-ସମ୍ବଲପୁର ସ୍ପେଶାଲ ପୁରୀ ଠାରୁ 11.07.2022 ମଧ୍ୟାହ୍ନ 12 ଘଟିକା ସମୟରେ ପୁରୀ ଛାଡି ସମ୍ବଲପୁର ଅଭିମୁଖେ ଯାତ୍ରା କରିବ।