Categories
ଆଜିର ଖବର ରାଜ୍ୟ ଖବର

ବିଧାନସଭା ପରିସରରେ ବିଜୁବାବୁଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର: ଭାରତବର୍ଷର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ରାଷ୍ଟ୍ରନିତିଜ୍ଞ, ନବ ଉତ୍କଳର ନିର୍ମାତା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ ବିଧାନସଭା ପରିସରରେ ପାଳିତ ହୋଇଯାଇଛି।

ଏହି ଉପଲକ୍ଷେ ଅନୁଷ୍ଠିତ ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବାଚସ୍ପତି ଡଃ. ସୂର୍ଯ୍ୟ ନାରାୟଣ ପାତ୍ର, ଉପବାଚସ୍ପତି ରଜନୀକାନ୍ତ ସିଂ, ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଜଳ ସମ୍ପଦ ଏବଂ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ପ୍ରମୁଖ ଯୋଗ ଦେଇ ବିଜୁବାବୁଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ଏବଂ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ଅରବିନ୍ଦ ଢ଼ାଲି, ବିଧାନସଭା ସଚିବ ଦାଶରଥି ଶତପଥୀ, ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର, ଉତ୍କଳ ସମ୍ମିଳନୀ ସଭାପତି ଅଦ୍ୱୈତ କୁମାର ପାତ୍ର, ସାଧାରର ସମ୍ପାଦକ ଅନନ୍ତ ପ୍ରସାଦ ଜେନା, ଉପସଭାପତି ଉଷାରାଣୀ ମହାନ୍ତି, ଶାନ୍ତିଲତା ସାହୁ ପ୍ରମୁଖ ଯୋଗ ଦେଇଥିଲେ। ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ଶାଶ୍ୱତ ର କଣ୍ଠଶିଳ୍ପୀମାନେ ଦେଶାତ୍ମବୋଧକ ସଂଗୀତ ପରିବେଷଣ କରିଥିଲେ।