Categories
ବିଶେଷ ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଏ ବର୍ଷ ୨୮ ହଜାର ରୋଗୀ ପାଇଲେ ମାଗଣା ଚିକିତ୍ସା

ଭୁବନେଶ୍ୱର: ସୁସ୍ଥ ଓଡ଼ିଶା-ସୁଖୀ ଓଡ଼ିଶା’’ର ସଫଳ ରୂପାୟନ ଦିଗରେ ଅନ୍ୟଏକ ବଡ଼ ପଦକ୍ଷେପ ସ୍ୱରୂପ ରାଜ୍ୟ ସରକାର ଓଡ଼ିଶା ବାହାରେ ଥିବା ୧୦୩ ଟି ସୁପର ସ୍ପେସାଲିଟି ହସ୍ପିଟାଲ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା(ବି.ଏସ୍.କେ.ୱାଇ) ଅନ୍ତର୍ଭୁକ୍ତ କରିଛନ୍ତି ।

ଓଡ଼ିଶା ହେଲ୍ଥ୍ ଆସୁରାନ୍ସ୍ ସୋସାଇଟି ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡାକ୍ତର ବୃନ୍ଦା ଡ଼ି.ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବି.ଏସ୍.କେ.ୱାଇ ସମ୍ବନ୍ଧିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରୁ ଏହା ଜଣାପଡ଼ିଛି ।

ସୋସାଇଟି ସଭାକକ୍ଷରେ ଆୟୋଜିତ ଏହି ସମୀକ୍ଷା ବୈଠକରେ ଯୁଗ୍ମ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶୁଭାନନ୍ଦ ମହାପାତ୍ର ବି.ଏସ୍.କେ.ୱାଇ କାର୍ଯ୍ୟନ୍ୱୟନ ସମ୍ବନ୍ଧିତ ବିଭିନ୍ନ ଦିଗ ଆଲୋଚନା ପାଇଁ ଉପସ୍ଥାପନ କରିଥିଲେ ।

ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ଅଗ୍ରଗତିର ସମୀକ୍ଷାକରି ଡାକ୍ତର ବୃନ୍ଦା ଡି. ତାଲିକା ଅନ୍ତର୍ଭୁକ୍ତ ହସ୍-ପିଟାଲ୍ମାନେ ଚିକିତ୍ସା ବାବଦରେ ଦେଇଥିବା ବିଲ୍ ଗୁଡ଼ିକର ପୈଠ ନିର୍ଦ୍ଧାରିତ ସମୟ ମଧ୍ୟରେ ନିଶ୍ଚିତ କରାଇବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଅନ ଲାଇନରେ ଆସୁଥିବା ବିଲ୍ଗୁଡ଼ିକୁ ଦୈନନ୍ଦିନ ଭିତ୍ତିରେ ନିରୀକ୍ଷଣ କରି ପୈଠ ପ୍ରକ୍ରିୟା ତ୍ୱରାନ୍ୱିତ କରିବାକୁ ସେ ନୋଡାଲ୍ ଅଫିସର ମାନଙ୍କୁ ପରାମର୍ଶ ଦେଇଥିଲେ ।

୧୦୩ ଟି ସୁପର ସ୍ପେସାଲିଟି ହସ୍ପିଟାଲକୁ ବିଏସକେୱାଇ ରେ ତାଲିକା ଭୁକ୍ତ

ସମୀକ୍ଷାରୁ ଜଣାପଡ଼ିଥିଲା ଯେ ଚଳିତବର୍ଷ ନଭେମ୍ବର ଶେଷ ସୁଦ୍ଧା ରାଜ୍ୟବାହାରେ ଥିବା ଉଚ୍ଚମାନର ୧୦୩ ଟି ସୁପର ସ୍ପେସାଲିଟି ହସ୍ପିଟାଲକୁ ବି.ଏସ୍.କେ.ୱାଇ ତାଲିକା ଅନ୍ତର୍ଭୁକ୍ତ କାଯାଇଛି ।

ଏଗୁଡ଼ିକ ମଧ୍ୟରେ ତାମିଲନାଡୁର ଖ୍ରୀଷ୍ଟିଆନ୍ ମେଡ଼ିକାଲ କଲେଜ, ବେଙ୍ଗାଲୁରୁର ଶ୍ରୀ ଶଙ୍କରା କ୍ୟାନ୍ସର ଫାଉଣ୍ଡେସନ୍, କଲିକତାର ଟାଟା ମେଡିକାଲ୍ ସେଣ୍ଟର, ଭାଇଜାକ୍ ଓ ସଙ୍ଗୁରରେ ଥିବା ହୋମି ବାବା କ୍ୟାନ୍ସର ପ୍ରତିଷ୍ଠାନ, ବାରଣାସୀର ଏଚ୍. ବି. କ୍ୟାନ୍ସର ହସ୍ପିଟାଲ୍ ଏବଂ ମହାନାନା ପଣ୍ଡିତ ମଦନ ମୋହନ ମାଲବ୍ୟ କର୍କଟ କେନ୍ଦ୍ର, ମୁମ୍ବାଇ ସ୍ଥିତ ଟାଟା ମେମୋରିଆଲ୍ ହସ୍ପିଟାଲ୍ ଏବଂ କର୍କଟ ଚିକିତ୍ସା ଗବେଷଣଶ ଓ ଶିକ୍ଷାର ଉତ୍କର୍ଷ କେନ୍ଦ୍ର ହସ୍ପିଟାଲ୍ ଆଦି ଅନ୍ତର୍ଭୁକ୍ତ ।

ଚେନ୍ନାଇ, ଦିଲ୍ଲୀ, ଡେହେରାଡୁନ୍, ଭାସୀ, ବେଙ୍ଗାଲୁରୁ, ମୁମ୍ବାଇ, କୋଲକାତା, ଅମ୍ରିତସର, ଫରିଦାବାଦ୍, ଗୁର୍ଗାଁଓ, ଯାଜପୁର, ନଇଡା, ଲୁଧିଆନା, ନୂଆଦିଲ୍ଲୀ, ପଞ୍ଜାବ ଆଦି ସ୍ଥାନରେ ପ୍ରତିଷ୍ଠିତ ଫୋର୍ଟିସ୍ ଗ୍ରୁପ୍ ର ୨୪ଟି ହସ୍ପିଟାଲ୍କୁ ମଧ୍ୟ ତାଲିକା ଅନ୍ତର୍ଭୁକ୍ତ କରାଯାଇଛି ।
ସେହିପରି ବେଙ୍ଗାଲୁରୁ ମୁମ୍ବାଇ, ରାୟପୁର, କୋଲକାତା ଏବଂ ଜାମ୍ସେଦ୍ପୁର ରେ ଥିବା ନାରାୟଣ ହୃଦୟାଳୟର ୭ଟି ସୁପର ସ୍ପେସାଲିଟି ହାର୍ଟ ହସ୍ପିଟାଲ୍ କୁ ଚଳିତବର୍ଷ ତାଲିକା ଅନ୍ତର୍ଭୁକ୍ତ କରାଯାଇଛି ।

ଓ.ଏସ୍.ଟି.ଏଫ୍ ଗ୍ରୁପ୍ ର ୧୩ ଟି ହସ୍ପିଟାଲ୍ ମଧ୍ୟ ବି.ଏସ୍.କେ.ୱାଇ ଅନ୍ତର୍ଭୁକ୍ତ ହୋଇଛନ୍ତି । ସେମଧ୍ୟରୁ ବିଶାଖାପାଟନାମରେ ୭ଟି, ରାୟପୁରରେ ୩ଟି ଏବଂ ସୁରାଟରେ ୩ଟି ହସ୍ପିଟାଲ୍ କାର୍ଯ୍ୟକରୁଛି ।

ଏହାଛଡ଼ା ବିଶାଖାପାଟନମ୍ର ଏ.ଏନ୍.ହସ୍ପିଟାଲ୍, କୁଇନ୍ସ୍ ଆର୍.ଏନ୍.ଆଇ. ହସ୍ପିଟାଲ୍, ସାଗର ଦୁର୍ଗା ହସ୍ପିଟାଲ୍, ବିଜେଥା ହସ୍ପିଟାଲ୍, ଏମ୍.ବି.ମଲ୍ଟି ସ୍ପେସାଲିଟି ହସ୍ପିଟାଲ୍, କିମ୍ସ୍ ଆଇକନ୍ ହସ୍ପିଟାଲ୍, ଜେ.ଜି ହସ୍ପିଟାଲ୍, ଜିଗ୍ଲିସ ଆଣ୍ଡ ଓମନି ମହିଳା ଓ ଶିଶୁ ହସ୍ପିଟାଲ୍, ଗୀତମ୍ ଭେଷଜ ବିଜ୍ଞାନ ପ୍ରତିଷ୍ଠାନ, ଆୟୁଷ୍ମାନ୍ ହସ୍ପିଟାଲ୍ ଏବଂ ମେଡିକଭର ହସ୍ପିଟାଲ୍ ଆଦିକୁ ବି.ଏସ୍.କେ.ୱାଇ ତାଲିକାଭୁକ୍ତ କରାଯାଇଛି ।

ସେହିପରି ରାୟପୁରସ୍ଥିତ ୨୧ ଟି ସୁପର ସ୍ପେସାଲିଟି ହସ୍ପିଟାଲ୍, ସୁରାଟସ୍ଥିତ ୨ ଟି, ଶିରକାକୁଲମର ୨ଟି, କୋଲକାତାର ୧ଟି, ମଦୁରାଇର ୧ ଟି, ହାଇଦ୍ରାବାଦର ୧ଟି, ଛତିଶଗଡ଼ର ୧ଟି, ରାଇଗଡ଼ର ୧ ଟି, ଦ୍ୱାରକାନଗରର ବଟି, ବିଜୟାନଗରମର ୨ ଟି ସୁପର ସ୍ପେସାଲିଟି ହସ୍ପିଟାଲକୁ ତାଲିକା ଭୁକ୍ତ କରାଯାଇଛି ।

ପ୍ରାପ୍ତ ସୂଚନାରୁ ଜଣାପଡ଼ିଛି, ଚଳିତ ବର୍ଷ ନଭେମ୍ବର ମାସରେ ଏହିସବୁ ହସ୍ପିଟାଲ୍ରେ ୪୫୦୦ ଜଣ ଓଡ଼ିଆ ଲୋକ ଦେୟ ମୁକ୍ତ ଚିକିତ୍ସା ପାଇଛନ୍ତି । ଏଥିପାଇଁ ରାଜ୍ୟସରକାର ୧୧.୨୬ କୋଟି ଟଙ୍କାର ବିଲ୍ ପୈଠ କରିଛନ୍ତି । ଜନୁଆରୀ ରୁ ନଭେମ୍ବର ମାସ ମଧ୍ୟରେ ସମୁଦାୟ ୨୮,୦୦୦ ଓଡ଼ିଆଙ୍କର ବାହାର ରାଜ୍ୟର ହସ୍ପିଟାଲ୍ ମାନଙ୍କରେ ମାଗଣା ଚିକିତ୍ସା ବାବଦରେ ରାଜ୍ୟ ସରକାର ପ୍ରାୟ ୩୯ କୋଟି ଟଙ୍କାର ବିଲ୍ ପୈଠ କରିଛନ୍ତି ବୋଲି ସୋସାଇଟିର ଆର୍ଥିକ ଯୁଗ୍ମ କାର୍ଯ୍ୟ ନିର୍ବାହୀ ଅଧିକାରୀ ଅରବିନ୍ଦ ରାଉତରାୟ ଜଣାଇଥିଲେ ।

ରୋଗୀ ଏବଂ ତାଙ୍କର ନିକଟ ସଂପର୍କୀୟ ମାନଙ୍କଠାରୁ ମିଳିଥିବା ମତାମତରୁ ଜଣାପଡ଼ିଛି ଯେ ପ୍ରାୟ ୯୮ % ଭାଗ ରୋଗୀଙ୍କୁ ଏହିସବୁ ହସ୍ପିଟାଲ୍ରେ ନିୟୋଜିତ ସ୍ୱାସ୍ଥ୍ୟ ସହାୟକମାନେ ସିଧାସଳଖ ସାହାଯ୍ୟ କରିଥିଲେ । ପ୍ରାୟ ୯୮% ରୋଗୀ ଏହି ମାଗଣା ଓ ଉତ୍ତମ ମାନର ଚିକିତ୍ସା ପାଇଁ ସନ୍ତୋଷ ପ୍ରକାଶ କରି ରାଜ୍ୟ ସରକାର ଓ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଥିଲେ ।

Categories
ବିଶେଷ ଖବର ରାଜ୍ୟ ଖବର

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନା ସାମିଲ ହେଲା ସୋନପୁର ଓ ବୌଦ୍ଧ ଜିଲ୍ଲା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭର୍ଚୁଆଲ ମାଧ୍ୟମରେ ସୋନପୁର ଓ ବୌଦ୍ଧ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ସୋନପୁରର ଏକ ଲକ୍ଷ ପଚାଶ ହଜାର ଲୋକ ଏହି ସୁବିଧା ପାଇବା ବେଳେ ବୌଦ୍ଧର ତିନି ଲକ୍ଷ ବାସ୍ତରି ହଜାର ଲୋକ ସ୍ମାର୍ଟ କାର୍ଡ ପାଇବେ। ଏହାସହିତ ରାଜ୍ୟର ୧୯ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି। କାର୍ଡ ଖଣ୍ଡିଏ ଧରି ସେମାନେ ପୁରା ପରିବାର ପାଇଁ ସବୁଠାରୁ ଭଲ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ। ଏହା ବାସ୍ତବରେ ସେମାନଙ୍କୁ ସଶକ୍ତ କରିଛି। ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ। ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ। ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ। ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ।

ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି।

ଏହି କାର୍ଯ୍ୟକ୍ରମରେ ସୋନପୁରରେ ଯୋଜନା ଓ ସଂଯୋଜନ ମନ୍ତ୍ରୀ ପଦ୍ମନାଭ ବେହେରା, ଅର୍ଥ ମନ୍ତ୍ରୀ ନିରଞ୍ଜନ ପୁଜାରୀ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଷାନ୍ତ ସିଂହ ଏବଂ ବୌଦ୍ଧରେ ଯୋଜନା ଓ ସଂଯୋଜନ ମନ୍ତ୍ରୀ ପଦ୍ମନାଭ ବେହେରା, ଅର୍ଥ ମନ୍ତ୍ରୀ ନିରଞ୍ଜନ ପୁଜାରୀ, ସାଂସଦ ଅଚ୍ୟୁତାନନ୍ଦ ସାମନ୍ତ, ବିଧାୟକ ପ୍ରଦୀପ କୁମାର ଅମାତ ଓ ବିଧାୟକ ମହିଧର ରଣା ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ କାର୍ଯ୍ୟକ୍ରମ ଦ୍ବାରା ଆଜି ରାଜ୍ୟର ଗରିବ ଜନସାଧାରଣ ଟଙ୍କା ଚିନ୍ତାରୁ ମୁକ୍ତ ହୋଇ ଶାନ୍ତିରେ ନିଜ ପରିବାରର ବିକାଶ ପାଇଁ କାମ କରିବାର ସୁଯୋଗ ପାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଆଜି ଓଡିଶାକୁ ସାରା ଦେଶରେ ଏକ ଆଦର୍ଶ ରାଜ୍ୟ ଭାବରେ ପରିଣତ କରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

“ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ” ଯୋଜନାରେ ସାମିଲ ହେଲା କନ୍ଧମାଳ ଜିଲ୍ଲା

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କନ୍ଧମାଳ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ୬ ଲକ୍ଷ ୫୦ ହଜାର ଲୋକ ଏହି ସୁବିଧା ପାଇବେ। ଏହାସହିତ ରାଜ୍ୟର ୧୬ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେ।

ଏହି ଅବସରରେ କନ୍ଧମାଳରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ୬ ଲକ୍ଷ ୫୦ ହଜାରେ ଲୋକ ସ୍ମାର୍ଟ କାର୍ଡ ପାଇବେ ବୋଲି ପ୍ରକାଶ କରି ଏହାଦ୍ବାରା ସେମାନଙ୍କର ଏକ ବଡ ସମସ୍ୟା ଦୂର ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ। ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ। ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ। ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ। ଚିକିତ୍ସା ସୁବିଧା ଏବେ ସମସ୍ତଙ୍କ ହାତ ପାଆନ୍ତାରେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାକୁ ସ୍ମାର୍ଟ ହେଲ୍‌ଥ କାର୍ଡ ସମ୍ଭବ କରିପାରିଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ। ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ।

ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି।

ଏହି କାର୍ଯ୍ୟକ୍ରମରେ ପଞ୍ଚାୟତି ରାଜ ମନ୍ତ୍ରୀ ପ୍ରତାପ ଜେନା, ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ, ସାଂସଦ ଡ. ଅଚ୍ୟୁତାନନ୍ଦ ସାମନ୍ତ ଓ ବିଧାୟକ ଅଙ୍ଗଦ କହଁର ପ୍ରମୁଖ ଯୋଗଦେଇ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ରାଜ୍ୟବାସୀଙ୍କ ପାଇଁ ଆଶୀର୍ବାଦ ସାବ୍ୟସ୍ତ ହୋଇଛି ବୋଲି କହିଥିଲେ। ନମ୍ର ସ୍ବଭାବ ଓ ଦୂରଦୃଷ୍ଟି ଯୋଗୁଁ ମୁଖ୍ୟମନ୍ତ୍ରୀ ଆଜି ବିକାଶ ଇତିହାସରେ ଓଡିଶାକୁ ଏକ ନୂତନ ଶିଖରରେ ପହଞ୍ଚାଇପାରିଛନ୍ତି ବୋଲି ସେମାନେ କହିଥିଲେ।

ମୁଖ୍ୟମନ୍ତ୍ରୀ ପଟ୍ଟନାୟକ କେତେକ ହିତାଧିକାରୀଙ୍କୁ BSKY ସ୍ମାର୍ଟ ହେଲ୍‌ଥ କାର୍ଡ ପ୍ରଦାନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

ବରଗଡ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୩.୬୪ ଲକ୍ଷ ଲୋକ ଏହି ସୁବିଧା ପାଇବେ । ବରଗଡ ସହିତ ରାଜ୍ୟର ୧୧ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ବରଗଡ ହେଉଛି ମା ଲକ୍ଷ୍ମୀଙ୍କ ପବିତ୍ର ଭୂମି । ଓଡିଶାର ଭାତ ହାଣ୍ଡି । ବରଗଡର ବୁଣାକାର ମାନଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ପ୍ରଶଂସା କରି କହିଲେ ଯେ ଚାଷୀଙ୍କ ପରି ବରଗଡର ବୁଣାକାର ମଧ୍ୟ ସାରା ବିଶ୍ବକୁ ସମ୍ବଲପୁରୀ ଶାଢୀ ଉପହାର ଦେଇଛନ୍ତି । ବରଗଡର ଚାଷୀ ଓ ବୁଣାକାରମାନଙ୍କ ଦକ୍ଷତାକୁ ମୋର ପ୍ରଣାମ ବୋଲି ସେ କହିଥିଲେ । ବରଗଡ ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ଜିଲ୍ଲାର ୩ ଲକ୍ଷ ୬୪ ହଜାର ଲୋକ ଉପକାର ପାଇବେ ।

ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ। ଆମ ପାଇ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।

ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, ଏମ୍ ପି.ଶ୍ରୀ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟିକା
ଶ୍ରୀମତୀ ରୀତା ସାହୁ,ଶ୍ରୀମତ ସ୍ନେହାଙ୍ଗୀନୀ ଛୁରିଆ ପ୍ରମୁଖ ଉଦ୍ ବୋଧନ ଦେଇ ବିଭିନ୍ନ କ୍ଷେତ୍ରରେ ବିଜେପୁରର ବିକାଶ ଉପରେ ଆଲୋକପାତ କରିଥିଲେ। ଯେଉଁଭଳି ଦୂରଦର୍ଶିତାର ପରିଚୟ ଦେଇ ମୁଖ୍ୟମନ୍ତ୍ରୀ ଓଡିଶାରେ ଏହି ସ୍ମାର୍ଟ କାର୍ଡ ବ୍ୟବସ୍ଥା ଆରମ୍ଭ କରିଛନ୍ତି, ସେଭଳି ବ୍ୟବସ୍ଥା ଭାରତବର୍ଷରେ ଆଉ କେଉଁ ଠାରେ ନାହିଁ ବୋଲି ସେମାନେ କହିଥିଲେ । ଏହି ଯୋଜନା ଗରିବ ଲୋକଙ୍କର, ବିଶେଷ କରି ମହିଳା ମାନଙ୍କର ଏକ ବଡ ଚିନ୍ତା ଦୂର କରିପାରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ ।

ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂହ ସ୍ବାଗତ ଭାଷଣ ଦେଇଥିଲେ । ମନ୍ତ୍ରୀ ଶ୍ରୀ ନିରଞନ ପୂଜାରୀ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଆଜି ମୟୁରଭଂଜରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ମୟୂରଭଞ୍ଜ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେଠାରେ ସେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ।  ଏଥିସହିତ ୪୦୫ଟି ପ୍ରକଳ୍ପର ଶିଳାନ୍ୟାସ ସହିତ ୧୩୪ଟି ପ୍ରକଳ୍ପ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। ଏହି ପ୍ରକଳ୍ପ ପାଇଁ ୨ ହଜାର କୋଟିରୁ ଅଧିକ ଟଙ୍କାର ବ୍ୟୟ ବରାଦ ରହିଛି।

ମୁଖ୍ୟମନ୍ତ୍ରୀ ଭୁବନେଶ୍ବରରୁ ହେଲିକପ୍ଟର ଯୋଗେ ଯାଇ ବାରିପଦାର କଲେଜ ପଡିଆରେ ପହଞ୍ଚିବେ। ସେଠାରେ ଶହୀଦ ସ୍ମୃତିଭବନରେ ଆୟୋଜିତ ଏକ ସଭାରେ ହିତାଧିକାରୀଙ୍କୁ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ବଣ୍ଟନ କରିବେ । ମୟୂରଭଞ୍ଜ ଜିଲ୍ଲାରେ ପ୍ରାୟ ୬ ଲକ୍ଷ ହିତାଧିକାରୀ ଏହି ସ୍ମାର୍ଟକାର୍ଡର ଲାଭ ପାଇବେ।

Categories
ଆଜିର ଖବର ରାଜ୍ୟ ଖବର

ଆସନ୍ତାକାଲି ମୟୁରଭଂଜ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆସନ୍ତାକାଲି ମୟୂରଭଞ୍ଜ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେଠାରେ ସେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ।  ଏଥିସହିତ  ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି।

ମୁଖ୍ୟମନ୍ତ୍ରୀ ଭୁବନେଶ୍ବରରୁ ହେଲିକପ୍ଟର ଯୋଗେ ଯାଇ ବାରିପଦାର କଲେଜ ପଡିଆରେ ପହଞ୍ଚିବେ। ସେଠାରେ ଶହୀଦ ସ୍ମୃତିଭବନରେ ଆୟୋଜିତ ଏକ ସଭାରେ ହିତାଧିକାରୀଙ୍କୁ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ବଣ୍ଟନ କରିବେ । ମୟୂରଭଞ୍ଜ ଜିଲ୍ଲାରେ ପ୍ରାୟ ୬ ଲକ୍ଷ ହିତାଧିକାରୀ ଏହି ସ୍ମାର୍ଟକାର୍ଡର ଲାଭ ପାଇବେ।

ସେହିପରି ଜିଲ୍ଲାବାସୀଙ୍କ ଉଦ୍ଦେଶ୍ୟରେ ୨ ହଜାର କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଭେଟିଦେବେ ନବୀନ। ୪୦୫ଟି ପ୍ରକଳ୍ପର ଶିଳାନ୍ୟାସ ସହିତ ୧୩୪ଟି ପ୍ରକଳ୍ପ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି।  ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ବିଜେଡିର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ  ସେଠାରେ ଉପସ୍ଥିତ ଅଛନ୍ତି।