Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେଡ଼ିରେ ଯୋଗ ଦେଲେ ସମ୍ବଲପୁର ମ୍ୟୁନିସିପାଲିଟିର ୪ଜଣ ପୂର୍ବତନ ବିଜେପି କାଉନସିଲର

ଭୁବନେଶ୍ୱର: ସମ୍ବଲପୁର ମ୍ୟୁନିସିପାଲିଟିର ୪ଜଣ ପୂର୍ବତନ ବିଜେପି କାଉନସିଲର ରତନ ସୁନା, ଗଙ୍ଗାଧର ଷଣ୍ଢ, ବିରେନ୍ଦ୍ର ରାୟ ଓ ଜୟକିଷୋର ଜାଲ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ଦଳରେ ସାମିଲ୍ ହୋଇଥିବା ୪ଜଣ ବିଜେପି କାଉନସିଲରଙ୍କୁ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଆଜି ଏହି ବିଜେପି ନେତାଙ୍କ ଯୋଗଦାନ ଫଳରେ ବିଶେଷକରି ସମ୍ବଲପୁରରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର, କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ୪ଜଣ କାଉନସିଲର ନିଜ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ।

ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆମକୁ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବୁ। ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ। ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେଡ଼ିରେ ଯୋଗ ଦେଲେ ବିଜେପିର ପୂର୍ବତନ ଉପସଭାପତି

ଭୁବନେଶ୍ୱର: ଗଂଜାମ ଜିଲ୍ଲା ଅନ୍ତର୍ଗତ ସୋରଡା ନିର୍ବାଚନମଣ୍ଡଳୀର ପୂର୍ବତନ ବିଜେପି ଉପସଭାପତି ସନ୍ତୋଷ କୁମାର ଦାସଙ୍କ ସହ ଶତାଧିକ ବିଜେପି କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର, ବିଜେଡି ସାଧାରଣ ସମ୍ପାଦକ ଦେବାନନ୍ଦ ମହାପାତ୍ର, ସୋରଡା ବିଧାୟକ ପ୍ରାର୍ଥୀ ସଂଘମିତ୍ରା ସ୍ୱାଇଁ ଓ ସୋରଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଦଳରେ ସାମିଲ୍ ହୋଇଥିବା ସନ୍ତୋଷ କୁମାର ଦାସଙ୍କ ସହ ଶତାଧିକ ବିଜେପି କର୍ମୀଙ୍କୁ ଡକ୍ଟର ପାତ୍ର, ଶ୍ରୀ ମହାପାତ୍ର, ଶ୍ରୀମତୀ ସ୍ୱାଇଁ ଓ ସ୍ୱାଇଁ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଆଜି ବିଜେପି କର୍ମୀମାନଙ୍କ ଯୋଗଦାନ ଫଳରେ ବିଶେଷକରି ସୋରଡା ନିର୍ବାଚନମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର, ଶ୍ରୀ ମହାପାତ୍ର, ଶ୍ରୀମତୀ ସ୍ୱାଇଁ ଓ ଶ୍ରୀ ସ୍ୱାଇଁ କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ସନ୍ତୋଷ କୁମାର ସ୍ୱାଇଁ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି।

ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି। ଦଳରେ ମୋତେ ଏବଂ ମୋ ସହ ଯୋଗ ଦେଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ।

ଏହି ମିଶ୍ରଣ ପର୍ବରେ ମଦନ ବିଶ୍ୱାଳ, ଦୂତିକୃଷ୍ଣ ପଣ୍ଡା, ଅଜୟ କୁମାର ସାହୁ, ଅଭିରାମ ସେଠୀ, ଅଶୋକ କୁମାର ସ୍ୱାଇଁ, ସନ୍ତୋଷ କୁମାର ପାତ୍ର, ବନମାଳୀ ବିଶୋଇ, ଶ୍ରୀକାନ୍ତ ସ୍ୱାଇଁ, ଅନ୍ତର୍ଯ୍ୟାମୀ ସାହୁ, କୃଷ୍ଣଚନ୍ଦ୍ର ନାୟକ, ଋଷିକେଶନ ନାୟକ, ଭଗବାନ ପଣ୍ଡା, ସାରଦା ଶବର, ସତ୍ୟନାରାୟଣ ପ୍ରଧାନ, ସୀମା ମହାରଣା, କାହ୍ନୁ ଚରଣ ବେହେରା, ମୃତ୍ୟୁଞ୍ଜୟ ପାତ୍ର, ବିଷ୍ଣୁ ଚରଣ ଗନ୍ତାୟତ, ଦେବୀ ପ୍ରସାଦ ପାତ୍ର, ମୁରଲୀ ଗୌଡ, ସୀମାଞ୍ଚଳ ପଣ୍ଡା ସହ ଶତାଧିକ କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ । ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେଡ଼ିରେ ଯୋଗ ଦେଲେ ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀର ବିଜେପି ନେତା ଓ କର୍ମୀ

ଭୁବନେଶ୍ୱର: ଭୁବନେଶ୍ୱର ଉତ୍ତର ନିର୍ବାଚନମଣ୍ଡଳୀର ବିଜେପି ନେତା ଓ କର୍ମୀ ଆଜି ଶଙ୍ଖଭବନ ଠାରେ ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ଭୁବନେଶ୍ୱର ମହାନଗର ନିଗମ ମେୟର ସୁଲୋଚନା ଦାସ, ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର, କର୍ପୋରେଟର ମିହିର କୁମାର ରାଉତ, ନିର୍ମଳ ରାଉତ, ସନ୍ତୋଷ ନାଥ, ଜୟନ୍ତୀ ସାହୁ ଓ ସରପଞ୍ଚ ହେମନ୍ତ ପରିଡାଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଦଳରେ ସାମିଲ୍ ହୋଇଥିବା ସମସ୍ତ ବିଜେପି ନେତା ଓ କର୍ମୀଙ୍କୁ ଶ୍ରୀ ରାଉତ, ଶ୍ରୀମତୀ ଦାସ, ଡକ୍ଟର ପାତ୍ର, ଶ୍ରୀ ମିହିର ରାଉତ, ଶ୍ରୀ ନିର୍ମଳ ରାଉତ, ଶ୍ରୀ ନାଥ, ଶ୍ରୀମତୀ ସାହୁ ଓ ଶ୍ରୀ ପରିଡା ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଆଜି ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ରାଉତ, ଶ୍ରୀମତୀ ଦାସ, ଡକ୍ଟର ପାତ୍ର, ଶ୍ରୀ ମିହିର ରାଉତ, ଶ୍ରୀ ନିର୍ମଳ ରାଉତ, ଶ୍ରୀ ନାଥ, ଶ୍ରୀମତୀ ସାହୁ ଓ ଶ୍ରୀ ପରିଡା କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବିଜେପି ନେତାମାନେ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ। ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆମକୁ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବୁ।ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।

ଏହି ମିଶ୍ରଣ ପର୍ବରେ ବିଜେପି ଉତ୍ତର ଗ୍ରାମୀଣ ମଣ୍ଡଳ ସଭାପତି ଯତୀନ୍ଦ୍ର ମହାନ୍ତି, ବିଜେପି ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲା ଉପସଭାପତି ଅକ୍ଷୟ କୁମାର ପତି, ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲା କୃଷକ ମୋର୍ଚ୍ଚା ଜେନେରାଲ ସେକ୍ରେଟାରୀ ମନୋଜ ସାସ୍‌ମଲ, ଗ୍ରାମୀଣ ମଣ୍ଡଳ ଜେନେରାଲ ସେକ୍ରେଟାରୀ ପ୍ରିୟରଞ୍ଜନ କରଶର୍ମା, ପୂର୍ଣ୍ଣିମା ମିଶ୍ର, ଲିଲିବାଳା ରାଉତ, ପବିତ୍ର କୁମାର ଦାସ, ପୂର୍ଣ୍ଣଚନ୍ଦ୍ର ଭୋଇ, ଅକ୍ଷୟ କାଣ୍ଡି, ସନ୍ତୋଷ ତ୍ରିପାଠୀ, ବିଭୂତି ମହାନ୍ତି, ରଞ୍ଜିତା ଦାସ, ପଦ୍ମିନ ଗଉଡ଼, ବ୍ରଜ କିଶୋର ସାହୁ, ଦାମୋଦର ବେହେରା, ସୁଶାନ୍ତ କୁମାର ସାବତ, ରମାମଣୀ ସାହୁ, ଶ୍ୟାମ ସୁନ୍ଦର ପାଇକରାୟ, ପ୍ରଫୁଲ୍ଲ ବେହେରା, ମାନସ କୁମାର ମହାନ୍ତି, ଅଞ୍ଜନା ସାହୁ, ସ୍ନେହାଶ୍ରୀ ବେହେରା, ଜିତେନ୍ଦ୍ର କୁମାର ରାଉତ, ରଞ୍ଜିତ ନାୟକ, ଦେବପ୍ରସାଦ ମହାନ୍ତି, ସଞ୍ଜୀବ ବିଶୋଇ, ସଞ୍ଜୟ କୁମାର ଦାସଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ।

ଏହି ମିଶ୍ରଣ ପର୍ବରେ ଅନ୍ୟମାନଙ୍କ ମଧ୍ୟରେ ମତ୍ସ୍ୟ ନିଗମ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ପାତ୍ର, ଉତ୍ତର ନିର୍ବାଚନମଣ୍ଡଳୀ ସଭାପତି ସୂର୍ଯ୍ୟକାନ୍ତୀ ଜେନା, ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲା ସାଧାରଣ ସମ୍ପାଦକ ମନୋଜ ସାହୁ, ୬ନଂ ୱାର୍ଡ଼ କର୍ପୋରେଟର ପ୍ରୀତିନନ୍ଦା ରାଉତରାୟ, ୧୩ନଂ ୱାର୍ଡ଼ କର୍ପୋରେଟର ଇତିଶ୍ରୀ ଦାସ ଉପସ୍ଥିତ ଥିଲେ। ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେଡ଼ିରେ ଯୋଗ ଦେଲେ ଶେମିଳିଗୁଡା ବ୍ଲକର ପୂର୍ବତନ ଅଧ୍ୟକ୍ଷ ରୋବେଲ କଡମ

ଭୁବନେଶ୍ୱର: କୋରାପୁଟ ଜିଲ୍ଲା ଅନ୍ତର୍ଗତ ଶେମିଳିଗୁଡା ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବିଜେପି ନେତା ରୋବେଲ କଡମଙ୍କ ସହ ଶତାଧିକ ବିଜେପି ଓ କଂଗ୍ରେସ କର୍ମକର୍ତ୍ତା ଏବଂ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର ଓ ପଟ୍ଟାଙ୍ଗୀର ପୂର୍ବତନ ବିଧାୟକ ତଥା ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ପାଙ୍ଗୀଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଦଳରେ ସାମିଲ୍ ହୋଇଥିବା ରୋବେଲ କଡମଙ୍କ ସହ ଶତାଧିକ ବିଜେପି ଓ କଂଗ୍ରେସ କର୍ମୀଙ୍କୁ ଡକ୍ଟର ପାତ୍ର ଓ ଶ୍ରୀ ପାଙ୍ଗୀ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଆଜି ବିଜେପି ଓ କଂଗ୍ରେସ କର୍ମୀମାନଙ୍କ ଯୋଗଦାନ ଫଳରେ ବିଶେଷକରି ପଟ୍ଟାଙ୍ଗୀ ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର ଓ ଶ୍ରୀ ପାଙ୍ଗୀ କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ରୋବେଲ କଡମ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ନୂତନ ଓଡ଼ିଶା ଗଠନ ଦିଗରେ ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି ।

ଦଳରେ ମୋତେ ଏବଂ ମୋ ସହ ଯୋଗ ଦେଇଥିବା ସମସ୍ତ ବିଜେପି ଓ କଂଗ୍ରେସ କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।

ଏହି ମିଶ୍ରଣ ପର୍ବରେ ପ୍ରତାପ କୁମାର ଚୌଧୁରୀ, ରଂଜିତ କୁମାର ପାଙ୍ଗୀ, ସୀତାକାନ୍ତ ନାୟକ, ଗୋପାଳ ଚନ୍ଦ୍ର ସାହୁ, ହରି ଗନ୍ଦାରୀ, ପୂର୍ଣ୍ଣ ଗୁନ୍ଥା, ପରମେଶ ପାଙ୍ଗୀ, ରଂଜନ ଖାରା, ଉଧବ ମୁଦୁଲି, ରଂଜୁ ଜାନି, ପୁରବ କୁଲଦୀପ, ସୁକୁମାର ବିଶ୍ୱାଳ, ନରସିଂହ ପଣ୍ଡା, ଟୁଲା ଲୁଲୁରା, ମାମିନା ଖୀନବୁଡି, ମୋହନ ରାୟ ଖୁନବୁଡି, ଦାମୋଦର କିଶାନୀ, ଲାଇଚନ ପାଙ୍ଗୀ, ରବିନ୍ଦ୍ର ପାଙ୍ଗୀ ଓ ଲବ ହନ୍ତାଲଙ୍କ ସହ ଶତାଧିକ କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ ।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେଡ଼ିରେ ଯୋଗ ଦେଲେ କନ୍ଧମାଳର ବିଜେପି ନେତା କମଳାକାନ୍ତ ପାଣ୍ଡେ

ଭୁବନେଶ୍ୱର: କନ୍ଧମାଳର ରାଜ୍ୟ ବିଜେପି କାର୍ଯ୍ୟକାରୀ ସଦସ୍ୟ କମଳାକାନ୍ତ ପାଣ୍ଡେଙ୍କ ସହ ଶତାଧିକ ବିଜେପି କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର, କନ୍ଧମାଳ ଲୋକସଭା ସାଂସଦ ଅଚ୍ୟୁତ ସାମନ୍ତ ଓ କନ୍ଧମାଳ ବିଜେଡି ପର୍ଯ୍ୟବେକ୍ଷକ ବିଜୟ ନାୟକଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା କମଳାକାନ୍ତ ପାଣ୍ଡେଙ୍କ ସହ ଶତାଧିକ ବିଜେପି କର୍ମୀଙ୍କୁ ଡକ୍ଟର ପାତ୍ର, ଶ୍ରୀ ସାମନ୍ତ ଓ ଶ୍ରୀ ନାୟକ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଆଜି ବିଜେପି କର୍ମୀମାନଙ୍କ ଯୋଗଦାନ ଫଳରେ ବିଶେଷକରି କନ୍ଧମାଳ ଜିଲ୍ଲାରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର, ଶ୍ରୀ ସାମନ୍ତ ଓ ଶ୍ରୀ ନାୟକ କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା କମଳାକାନ୍ତ ପାଣ୍ଡେ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି । ଦଳରେ ମୋତେ ଏବଂ ମୋ ସହ ଯୋଗ ଦେଇଥିବା ସମସ୍ତ କଂଗ୍ରେସ କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।

ଏହି ମିଶ୍ରଣ ପର୍ବରେ କଂଗ୍ରେସ ନେତ୍ରୀ ବିଳାସିନୀ ନାୟକ, ରାଧାମୋହନ ମହାପାତ୍ର, ସମିତି ସଭ୍ୟ କାଳିପ୍ରସାଦ ନାୟକ, ରଂଜିତ ପ୍ରଧାନ, ପ୍ରଶାନ୍ତ ପ୍ରଧାନ, ଜେରୁ ନାୟକ, ବୁଲୁ ନାୟକ, ମେରୁ ନାୟକ, ତୁମ୍ମୁ କାର୍ଜୀ ପ୍ରଧାନ, ସୋନାଲି ପ୍ରଧାନ, ଲୁସିମା ପ୍ରଧାନ, ଗୁରୁମଣି ନାୟକ, ସଂଗୀତା ପ୍ରଧାନ, ଲିଲିମା ପ୍ରଧାନ, ମିନତୀ ପ୍ରଧାନ, ନମନ୍ତୀ ପ୍ରଧାନ, ରେବିକା ପ୍ରଧାନ, ରିଙ୍କିନା ପ୍ରଧାନ, ପ୍ରଦୀପ ବେହେରା ଓ ନିରାକାର ବେହେରାଙ୍କ ସହ ଶତାଧିକ କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ । ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେଡ଼ିରେ ଯୋଗଦେଲେ ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେପି ଓ କଂଗ୍ରେସ ନେତା

ଭୁବନେଶ୍ୱର: କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ ଆଜି ଶଙ୍ଖଭବନ ଠାରେ ଧର୍ମଶାଳା ବିଧାୟକ ତଥା କଳାହାଣ୍ଡି ଜିଲ୍ଲା ପର୍ଯ୍ୟବେକ୍ଷକ ପ୍ରଣବ ବଳବନ୍ତରାୟ ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଦଳରେ ସାମିଲ୍ ହୋଇଥିବା ସମସ୍ତ ବିଜେପି ଓ କଂଗ୍ରେସ କର୍ମୀଙ୍କୁ ଶ୍ରୀ ବଳବନ୍ତରାୟ ଓ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଆଜି ବିଜେପି ଓ କଂଗ୍ରେସ କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ବଳବନ୍ତରାୟ ଓ ଡକ୍ଟର ପାତ୍ର କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ସମସ୍ତ ବିଜେପି ଓ କଂଗ୍ରେସ ନେତାମାନେ ପ୍ରତିକ୍ରିୟାରେ କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ ।

ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆମକୁ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବୁ। ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।

ଏହି ମିଶ୍ରଣ ପର୍ବରେ ବିଜେପିର ବରିଷ୍ଠ ନେତା ଚାଞ୍ଚେର ମାଝୀ, ହରିହର କୁମାର, ରାଜେନ୍ଦ୍ର ମାଳୀ, ଜିଲ୍ଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ତ୍ରିଲୋଚନ ପାଣିଗ୍ରାହୀ, ରାଜ୍ୟ କଂଗ୍ରେସ ସାଧାରଣ ସମ୍ପାଦକ ପରମାନନ୍ଦ ମାଝୀ, ଆଦିବାସୀ ସଂଘ ଉପସଭାପତି ଧନସିଂ ମାଝୀ, ସାଧାରଣ ସମ୍ପାଦକ ଦାଶରଥୀ ମାଝୀ, ଆଦିବାସୀ ସଂଘ ସଦସ୍ୟ ଗୌର ଚନ୍ଦ୍ର ମାଝୀ, ଯୋଗେନ୍ଦ୍ର ମାଝୀଙ୍କ ସହ ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ । ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

Categories
ଆଜିର ଖବର ଜାତୀୟ ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେଡ଼ିରେ ଯୋଗଦେଲେ ବନ୍ଧୁଗାଁ ବ୍ଲକ ଉପାଧ୍ୟକ୍ଷା ଗୀତାଞ୍ଚଳି ପିଡିକା

ଭୁବନେଶ୍ୱର: କୋରାପୁଟ ଜିଲ୍ଲା ଅନ୍ତର୍ଗତ ଲକ୍ଷ୍ମୀପୁର ନିର୍ବାଚନମଣ୍ଡଳୀର ବନ୍ଧୁଗାଁ ବ୍ଲକ ଉପାଧ୍ୟକ୍ଷା ଗୀତାଞ୍ଜଳି ପିଡିକାଙ୍କ ସହ ଶତାଧିକ କଂଗ୍ରେସ କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ଲକ୍ଷ୍ମୀପୁର ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଭୁ ଜାନି, ବିଜେଡି ସାଧାରଣ ସମ୍ପାଦକ ତଥା ନବରଙ୍ଗପୁର ଜିଲ୍ଲା ପର୍ଯ୍ୟବେକ୍ଷକ ଇଶ୍ୱର ପାଣିଗ୍ରାହୀ, ପୂର୍ବତନ ସାଂସଦ ଝିନ ହିକ୍କକା ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଦଳରେ ସାମିଲ୍ ହୋଇଥିବା ବନ୍ଧୁଗାଁ ବ୍ଲକ ଉପାଧ୍ୟକ୍ଷା ଗୀତାଞ୍ଜଳି ପିଡିକାଙ୍କ ସହ ଶତାଧିକ କଂଗ୍ରେସ କର୍ମୀଙ୍କୁ ଶ୍ରୀ ଜାନି, ଶ୍ରୀ ପାଣିଗ୍ରାହୀ, ଶ୍ରୀ ହିକ୍କକା ଓ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି କଂଗ୍ରେସ କର୍ମୀମାନଙ୍କ ଯୋଗଦାନ ଫଳରେ ବିଶେଷକରି ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ଜାନି, ଶ୍ରୀ ପାଣିଗ୍ରାହୀ, ଶ୍ରୀ ହିକ୍କକା ଓ ଡକ୍ଟର ପାତ୍ର କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବନ୍ଧୁଗାଁ ବ୍ଲକ ଉପାଧ୍ୟକ୍ଷା ଗୀତାଞ୍ଜଳି ପିଡିକା ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି।

ବିଜେଡିରେ ମହିଳାମାନଙ୍କୁ ଉପଯୁକ୍ତ ସମ୍ମାନ ଦିଆଯାଏ। ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି। ଦଳରେ ମୋତେ ଏବଂ ମୋ ସହ ଯୋଗ ଦେଇଥିବା ସମସ୍ତ କଂଗ୍ରେସ କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ।

ଏହି ମିଶ୍ରଣ ପର୍ବରେ ସମିତିସଭ୍ୟ ନିଦ୍ରାବତୀ ପିଡିକା, ପ୍ରଦୀପ ବେନ୍ତ, ବଳରାମ ମାଣ୍ଡିଗୀ, ବାଙ୍ଗ୍ରୁ ଜାମ୍ବେକା, ଶୁଶୀଲ ଗରଡା, ପଣ୍ଡୁ ମେଲେକା, ମକରା ଗଦାରୀ, ଜଗା କୁଲେଶିକା, ନଗେଶ କଦ୍ରକା, ଲକ୍ଷ୍ମୀ ସୌନ୍ତା, ଜାମା ପିଡିକା, କ୍ରୁମା କନ୍ଦ୍ରକା, ସାମୁଳା କଦ୍ରାକା, କୁମାରା ଜାକକା, ସୁନୀଲ କୁନ୍ତିଶ, ମନୋଜ ମୁଦୁଲି, ସୁଶାନ୍ତ ମୁଦୁଲି, ଲୋକନାଥ ମୁଦୁଲିିଙ୍କ ସହ ଶତାଧିକ କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ। ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେଡ଼ିରେ ଯୋଗଦେଲେ ଦଶପଲ୍ଲା ପୌରପାଳିକାର ଅଧ୍ୟକ୍ଷା ଇଂ ପୁନମ ପ୍ରିୟଦର୍ଶିନୀ

ଭୁବନେଶ୍ୱର: ଦଶପଲ୍ଲା ପୌରପାଳିକାର ଅଧ୍ୟକ୍ଷା ଇଂ ପୁନମ ପ୍ରିୟଦର୍ଶିନୀ ଆଜି ଶଙ୍ଖଭବନ ଠାରେ ପୂର୍ବତନ ମନ୍ତ୍ରୀ ତଥା ନୟାଗଡ ବିଧାୟକ ଅରୁଣ ସାହୁ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ଏଠାରେ ସୂଚନାଯୋଗ୍ୟ ଯେ ୨୦୨୨ ପୌର ନିର୍ବାଚନରେ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚିତ ହୋଇଥିଲେ ଇଂ ପୁନମ ପ୍ରିୟଦର୍ଶିନୀ।

ଦଳରେ ସାମିଲ୍ ହୋଇଥିବା ଇଂ ପୁନମ ପ୍ରିୟଦର୍ଶିନୀଙ୍କୁ ଶ୍ରୀ ସାହୁ, ଶ୍ରୀ ବେହେରା ଓ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଆଜି ଇଂ ପୁନମ ପ୍ରିୟଦର୍ଶୀନୀଙ୍କ ଯୋଗଦାନ ଫଳରେ ବିଶେଷକରି ଦଶପଲ୍ଲା ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ସାହୁ, ଶ୍ରୀ ବେହେରା ଓ ଡକ୍ଟର ପାତ୍ର କହିଥିଲେ। ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ଇଂ ପୁନମ ପ୍ରିୟଦର୍ଶିନୀ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ସ୍ୱାଧୀନ ଭାବେ ଲଢ଼ି ମଧ୍ୟ ବିଜେଡ଼ିକୁ କେବେ ବିରୋଧୀ କରି ନାହିଁ।

ନବୀନ ପଟ୍ଟନାୟକ ଓ ବିଜୁ ବାବୁଙ୍କୁ ଆଦର୍ଶ ଭାବି ନିର୍ବାଚନ ଲଢ଼ିଛି। ନବୀନ ବାବୁଙ୍କ ହାତମୁଠା ଟାଣ କରିବି। ଷଷ୍ଠଥର ମୁଖ୍ୟମନ୍ତ୍ରୀ କରିବାକୁ ପ୍ରୟାସ କରିବି। ଦଶପଲ୍ଲା ପୌରପାଳିକାକୁ ଆହୁରି ଆଗକୁ ନେବାକୁ ପ୍ରୟାସ କରିବି। ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି।

ନୂତନ ଓଡ଼ିଶା ଗଠନ ଦିଗରେ ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି। ଦଳରେ ମୋତେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି ବୋଲି ସେ କହିଥିଲେ।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେଡିରେ ଯୋଗଦେଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା

ଭୁବନେଶ୍ବର: ଆଜି ନିଜ ସମର୍ଥକଙ୍କ ଗହଣରେ ଆସି ବିଜେଡିରେ ସାମିଲ ହୋଇଛନ୍ତି ସାଲେପୁରର ପୂର୍ବତନ ବିଜେପି ବିଧାୟକ ପ୍ରକାଶ ବେହେରା। ସେ କିଛିଦିନ ତଳେ ବିଜେପିରୁ ଇସ୍ତଫା ପ୍ରଦାନ କରିଥିଲେ। ସେତେବେଳେ ସେ ବିଜେଡିରେ ମିଶିବେ ବୋଲି ଜଣାପଡିଥିଲା।

ଏହି ମିଶ୍ରଣ ପର୍ବରେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା, ସାଂସଦ ମାନସ ମଙ୍ଗରାଜ, ସାଂସଦ ସସ୍ମିତ ପାତ୍ର, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା, କେନ୍ଦ୍ରାପଡା ବିଜେଡି ସାଂସଦ ପ୍ରାର୍ଥୀ ଅଂଶୁମାନ ମହାନ୍ତି ଉପସ୍ଥିତ ଥିଲେ।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେଡ଼ିରେ ଯୋଗଦେଲେ ମୋହନା ନିର୍ବାଚନମଣ୍ଡଳୀର କଂଗ୍ରେସ ଓ ବିଜେପି ନେତା

ଭୁବନେଶ୍ୱର: ଗଜପତି ଜିଲ୍ଲା ଅନ୍ତର୍ଗତ ମୋହନା ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ ଏବଂ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ମାନ୍ୟବର ମନ୍ତ୍ରୀ ତଥା ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚୀ ନାୟକ ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଦଳରେ ସାମିଲ୍ ହୋଇଥିବା ସମସ୍ତ ବିଜେପି ଓ କଂଗ୍ରେସ କର୍ମୀ ଏବଂ ନିର୍ବାଚିତ ପ୍ରତିନିଧିଙ୍କୁ ଶ୍ରୀ ନାୟକ ଓ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଆଜି ବିଜେପି ଓ କଂଗ୍ରେସ କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ମୋହନା ନିର୍ବାଚନମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ନାୟକ ଓ ଡକ୍ଟର ପାତ୍ର କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବିଜେପି ଓ କଂଗ୍ରେସ ନେତାମାନେ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ। ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆମକୁ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବୁ।ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।

ଏହି ମିଶ୍ରଣ ପର୍ବରେ ଜିଲ୍ଲା ସଭାପତି ଜଗବନ୍ଧୁ ଦାସ, ରୁତୁରାଜ ସାହୁ, ନୂଆଗଡ଼ ବ୍ଲକ କଂଗ୍ରେସ ଜିଲ୍ଲାପରିଷଦ ସଦସ୍ୟ ରାଜୀବ ଦୋରା, ନୂଆଗଡ଼ ବ୍ଲକ ଉପାଧ୍ୟକ୍ଷ ନିହିମିଆ ରାଇତା, ପୂର୍ବତନ ସରପଞ୍ଚ ଜୟସେନ ଦୋରା, ନାଏବ ସରପଞ୍ଚ ଯୋଶେଫ ଗମାଙ୍ଗ, ୱାର୍ଡ଼ ମେମ୍ବର ଅସୀମା ଗମାଙ୍ଗ, ପ୍ରଶାତ ମଣ୍ଡଳ, ସୁରତା ରାଇତା, ପିତାମ୍ବର ନାୟକ, ରାଜେନ୍ଦ୍ର ଦଳବେହେରା, ରାଜେଶ ମଣ୍ଡଳ, ମଧୁ ମଣ୍ଡଳ, ସରପଞ୍ଚ ଉଦୀପା ମଣ୍ଡଳ, ର୍ପୂବତନ ବିଜେପି ଜିଲ୍ଲାପରିଷଦ ସଦସ୍ୟା ନନ୍ଦିନୀ ସାମଲ, ବିଜେପି ନେତା ହରି ଚନ୍ଦ୍ର ବୁମଲା, ପ୍ରଫୁଲ୍ଲ କୁମାର ରାଇତା, ଲବାଗୋ ଦଳାଇ, ଆୟୁଷ୍ମାନ ପରିଛା, ପୂର୍ବତନ ସରପଞ୍ଚ ତାରଣୀ ନାୟକ, ବିଜେପି କର୍ମୀ ମୋହନା ଗୌଡ଼ଙ୍କ ସହ ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ । ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେଡିରେ ସାମିଲ ହେଲେ ନୀଳଗିରିର ବିଜେପି ବିଧାୟକ ସୁକାନ୍ତ ନାୟକ

ଭୁବନେଶ୍ବର: ନୀଳଗିରି ବିଧାୟକ ସୁକାନ୍ତ ନାୟକ ଆଜି ବିଜେଡିରେ ସାମିଲ ହୋଇଛନ୍ତି। ଦୁଇ ଦିନ ତଳେ ସେ ବିଜେପିରୁ ଇସ୍ତଫା ଦେଇଥିଲେ। ଆଜି ତାଙ୍କ ଶତାଧିକ ସମର୍ଥକଙ୍କ ସହ ସେ ଶଙ୍ଖଭବନରେ ତାଙ୍କର ପୁରୁଣା ଘରକୁ ଫେରିଛନ୍ତି।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ପକ୍ଷରୁ ତାଙ୍କୁ ସ୍ୱାଗତ କରିଛନ୍ତି ସାଂସଦ ସସ୍ମିତ ପାତ୍ର।

ତାଙ୍କ ସହିତ ସରପଞ୍ଚ ତାରିଣୀ ସିଂ, କୁଲମନି ନାୟକ, ଚନ୍ଦ୍ରମଣି ମୁର୍ମୁ, ଅନ୍ନପୂର୍ଣ୍ଣା ସିଂ, ବସନ୍ତ ସିଂ, ବାବାମଣି ମାର୍ଣ୍ଡି, ଭାଗବତ ଖିଲାର, ବିନିତା ମଢେଇ, ରଜନୀ ଗିରି, ଅହଲ୍ୟା ନାୟକ, ରାଜୀବ ଦାସ, ସାବିତ୍ରୀ ସିଂ, ଲକ୍ଷ୍ମୀପ୍ରିୟା ସିଂ, ଗଙ୍ଗାଧର ମିଶ୍ର, ଅକ୍ଷୟ ବେହେରା, ଉପେନ୍ଦ୍ର ବେହେରା, ଚିତ୍ତରଞ୍ଜନ ମହାନ୍ତି, ଅଶୋକା ନାୟକ ବିଜେପି ଛାଡି ବିଜେଡି ଆସିଛନ୍ତି।

2014 ରେ ବିଜେଡି ପ୍ରାର୍ଥୀ ହୋଇ ସେ ନୀଳଗିରିରୁ ବିଧାୟକ ହୋଇଥିଲେ। ହେଲେ ଦଳ 2019 ରେ ଟିକେଟ ନ ଦେବାରୁ ବିଜେପି ଟିକେଟରୁ ନୀଳଗିରି ବିଧାୟକ ଭାବେ ଜିତିଥିଲେ।

Categories
ଆଜିର ଖବର ଜାତୀୟ ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେଡିରେ ଯୋଗ ଦେଲେ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର

ଭୁବନେଶ୍ବର: ଆଜି ବିଧିବଧ ଭାବେ ବିଜୁ ଜନତା ଦଳରେ ସାମିଲ ହେଲେ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର। ଆଜି ସେ ନିଜ ସମର୍ଥକଙ୍କୁ ଧରି ଶଙ୍ଖ ଭବନରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ଦଳ ତରଫରୁ ସ୍ବାଗତ କରାଯାଇ ମିଶ୍ରଣ ପର୍ବରେ ସାମିଲ କରାଯାଇଥିଲା। ଏଥିରେ ମହାଙ୍ଗା ବିଧାୟକ ପ୍ରତାପ ଜେନା, ଅଂଶମାନ ମହାନ୍ତି, ପ୍ରଣବ ବଳବନ୍ତରାୟ ଏବଂ ସୁଶାନ୍ତ ରାଉତ ପ୍ରମୁଖ ଅରବିନ୍ଦଙ୍କୁ ଦଳରେ ସାମିଲ କରାଇଥିଲେ।

ମିଶ୍ରଣ ପରେ ସେ ମିଡିଆଙ୍କୁ କହିଛନ୍ତି ଯେ, ଆଜି ମୋ ପାଇଁ ଏକ ଖୁସିର କଥା। ଆଜି ମୁଁ ବିଜେଡିରେ ଯୋଗ ଦେଇଛି। ବହୁଦିନ ଧରି ପାଟକୁରା ଅଞ୍ଚଳରେ କାମ କରୁଛି। ବିଜେଡିରେ ଯୋଗଦେବା ପୂର୍ବରୁ ମୁଁ ପାଟକୁରା ଲୋକଙ୍କ ସହିତ କଥା ହୋଇଛି। ସେମାନଙ୍କ ମତରେ ମୁଁ ବିଜେଡିରେ ଯୋଗ ଦେଲି। ଏହି ଉପଲକ୍ଷେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କାର୍ତ୍ତିକ ପାଣ୍ଡିଆନଙ୍କୁ ମଧ୍ୟ ଧନ୍ୟବାଦ ଦେଇଛନ୍ତି।

ତେବେ ତାଙ୍କର ବାପା ବିଜୟ ମହାପାତ୍ର ମଧ୍ୟ ବିଜେଡିରେ ସାମିଲ ହେବେ ବୋଲି ଚର୍ଚ୍ଚା ଚାଲିଥିଲା। ସେ ପୂର୍ବତନ ମନ୍ତ୍ରୀ ଦିଲ୍ଲୀପ ରାୟଙ୍କ ସହିତ ବିଜେଡିରେ ସାମିଲ ହେବେ ବୋଲି କୁହାଯାଉଥିଲା। ହେଲେ ତାହା ଶେଷ ମୂହୁର୍ତ୍ତରେ ବାତିଲ ହୋଇଥିବାର ଜଣାପଡିଛି।

Categories
ଆଜିର ଖବର ଜାତୀୟ ଖବର ନିର୍ବାଚନ ଖବର ରାଜ୍ୟ ଖବର

ଆଜି ବିଜେଡିରେ ସାମିଲ ହେବେ ବିଜୟ ମହାପାତ୍ର ଏବଂ ତାଙ୍କ ପୁଅ ଅରବିନ୍ଦ

ଭୁବନେଶ୍ବର: ଶେଷରେ ସମସ୍ତ କଥାବାର୍ତ୍ତା ସରିଲା। ଆଜି ବିଜେଡିରେ ସାମିଲ ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର ଏବଂ ତାଙ୍କ ପୁଅ ଅରବିନ୍ଦ ମହାପାତ୍ର। ବହୁଦିନ ଧରି ଏ ନେଇ ଚର୍ଚ୍ଚା ଚାଲିଥିଲା। ହେଲେ ତାହା ସମ୍ଭବ ହୋଇପାରି ନ ଥିଲା। ତେବେ ଏହି ମିଶ୍ରଣ ପରେ ଏଥ ବିଜୟ କିନ୍ତୁ ଆଉ ନିର୍ବାଚନରେ ଲଢେଇ କରିବା ନାହିଁ। ତାଙ୍କ ପୁଅ କେନ୍ଦ୍ରାପଡାର କେଉଁଠାରୁ ଛିଡା ହେବେ ବୋଲି ଜଣାପଡିଛି।

ବିଜୟ ମହାପାତ୍ର ହେଉଛନ୍ତି ବିଜେଡିର ମୁଖ୍ୟ ପୁରୋଧା ଥିଲେ। ସେ ହିଁ ବିଜେଡି ଗଠନର ମୁଖ୍ୟ ନେତା ଥିଲେ। ପରବର୍ତ୍ତି ସମୟରେ ସେ ବିଜେଡିରୁ ବହିସ୍କୃତ ହୋଇଥିଲେ। ହେଲେ ଆଜି ସେ ବିଜେଡିରେ ସାମିଲ ହେବା ନିଶ୍ଚିତ ଏକ ଭିନ୍ନ ଘଟଣା ବୋଲି କୁହାଯାଉଛି।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେଡ଼ିରେ ଯୋଗ ଦେଲେ ବିଜେପି ବ୍ଲକ ଅଧ୍ୟକ୍ଷ, ଉପାଧ୍ୟକ୍ଷା ଓ ୧୬ ସମିତି ସଭ୍ୟ, ଜାଣନ୍ତୁ କାରଣ

ଭୁବନେଶ୍ୱର: କଳାହାଣ୍ଡି ଜିଲ୍ଲା ଅର୍ନ୍ତଗତ ଭବାନୀପାଟଣା ବ୍ଲକ ଅଧ୍ୟକ୍ଷ, ଉପାଧ୍ୟକ୍ଷା ଓ ୧୬ ସମିତି ସଭ୍ୟଙ୍କ ସହ ଶତାଧିକ ବିଜେପି କର୍ମୀ ଆଜି ଶଙ୍ଖ ଭବନ ଠାରେ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର, ଧର୍ମଶାଳା ବିଧାୟକ ତଥା କଳାହାଣ୍ଡି ପର୍ଯ୍ୟବେକ୍ଷକ ପ୍ରଣବ ବଳବନ୍ତରାୟ, ପୂର୍ବତନ ବିଧାୟକ ତଥା କଳାହାଣ୍ଡି ଜିଲ୍ଲା ସଭାପତି ପୁଷ୍ପେନ୍ଦ୍ର ସିଂହଦେଓଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଦଳରେ ସାମିଲ୍‌ ହୋଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଶ୍ରୀ ପାତ୍ର, ଶ୍ରୀ ବଳବନ୍ତରାୟ ଓ ଶ୍ରୀ ସିଂହଦେଓ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷ କରି କଳାହାଣ୍ଡି ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀପାତ୍ର, ଶ୍ରୀ ବଳବନ୍ତରାୟ ଓ ଶ୍ରୀ ସିଂହଦେଓ କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍‌ ହୋଇଥିବା ବିଜେପି ନେତାମାନେ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ,ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ। ଦଳ ଆଗକୁ ଯାହା ଦାୟିତ୍ୱ ଦେବ ତାହାକୁ ସୂଚାରୁ ରୂପେ ତୁଲାଇବୁ। ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ।

ଏହି ମିଶ୍ରଣ ପର୍ବରେ ଭବାନୀପାଟଣା ବ୍ଲକ ଅଧ୍ୟକ୍ଷ ପ୍ରଫୁଲ କୁମାର ସାହୁ, ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ସାହୁ, ସମିତି ସଭ୍ୟ ସନ୍ତୋଷ ଦାଶ, ନଳିନୀ ମାଝୀ, ଗୀତା ସାହୁ, ଦାମ ଧରୁଆ, ତିଳୋତ୍ତମା ଜାଲ, ବଲବୀ ନାୟକ, ବିଦ୍ୟାଧର ହଞ୍ଜା, ସାଧବୀ ମାଝୀ, ଶୁକ୍ରୁ ମାଝୀ, ଜଗମୋହନ ମାଝୀ, ଗୋପାଳ ରଣା, ଟେକରାଜ ସାହୁ, ନୀଳେନ୍ଦ୍ରି ଝଙ୍କାର, ଜନନୀ ବେମଳ, ସୁମନ୍ତ ପାଢ଼ୀ, ଜଗଦୀଶ, ପୁର୍ବତନ ସରପଞ୍ଚ ରବୀନ୍ଦ୍ର ନାଥ ସାହୁ, ମେମ୍ବର ଜଗଦୀଶ ଭୋଇ, ବେଲାସେନ ଜାନୀ, ମନୋଜ ଜାନ, ପରମେଶ୍ୱର ଝଙ୍କାର, ବିଶ୍ୱନାଥ ମାଝୀ, ଘାସୀ ମାଝୀ, ଦୟା ବେମଲ, ଜନନୀ ବେମଲଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ୍‌ ହୋଇ ଥିଲ। ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟ ବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ନିର୍ବାଚନ ଖବର ବିଶେଷ ଖବର ରାଜ୍ୟ ଖବର

ଓଡିଶାରେ ଭାଙ୍ଗୁଛି କଂଗ୍ରେସ, ବିଜେଡ଼ିରେ ଯୋଗ ଦେଲେ ଅନୁଗୁଳ ଜିଲ୍ଲା ସଭାପତି ବିପ୍ଲବ ଜେନା

ଭୁବନେଶ୍ୱର: ଅନୁଗୁଳ ଜିଲ୍ଲା କଂଗ୍ରେସ ସଭାପତି ତଥା ୨୦୧୯ ଅନୁଗୁଳ ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ବିପ୍ଲବ ଜେନା ଓ ତାଙ୍କର ହଜାରରୁ ଉର୍ଦ୍ଧ୍ୱ ସମର୍ଥକ ଆଜି ଶଙ୍ଖଭବନ ଠାରେ ବିଜେଡି ସାଂଗଠନିକ ସମ୍ପାଦକ ଶ୍ରୀ ପ୍ରଣବ ପ୍ରକାଶ ଦାସ ଓ ପୂର୍ବତନ ଉପବାଚସ୍ପତି ତଥା ଅନୁଗୁଳ ବିଧାୟକ ରଜନୀ କାନ୍ତ ସିଂଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଦଳରେ ସାମିଲ୍‌ ହୋଇଥିବା ବିପ୍ଲବ ଜେନାଙ୍କୁ ଉପଢୌକନ ଦେଇ ଶ୍ରୀ ଦାସ ଓ ଶ୍ରୀ ସିଂଦଳକୁ ସ୍ୱାଗତ କରିଥିଲେ। ଏହି ଅବସରରେ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କହିଛନ୍ତି ଯେ, ବିପ୍ଲବ ଜେନାଙ୍କ ଯୋଗଦାନ ଫଳରେ ଅନୁଗୁଳ ଜିଲ୍ଲାରେ ବିଜେଡି ଆହୁରି ମଜଭୁତ ହେବା ସହ ସମସ୍ତେ ଏକତ୍ରିତ ହୋଇ ଆଗାମୀ ଦିନରେ କାମ କରିବାକୁ ଆହ୍ୱାନ ଦେଇଥିଲେ।

ବିଜେଡ଼ିରେ ସାମିଲ୍‌ ହୋଇଥିବା ବିପ୍ଲବ ଜେନା ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ଯେଉଁମାନେ ଆଜି ମୋ ସହ ଦଳରେ ଯୋଗ ଦେଉଛନ୍ତି, ସେମାନଙ୍କୁ ଆନ୍ତରିକ କୃତଜ୍ଞତା ଜଣାଉଛି। ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପ, ନୀତି ଆଦର୍ଶ ଓ ରାଜ୍ୟରେ ଚାଲିଥିବା ରୂପାନ୍ତରଣ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି ବୋଲି କହିଛନ୍ତି।

ଦଳକୁ କୌଣସି ପଦପଦବୀ କିମ୍ବା ଉଦ୍ଦେଶ୍ୟ ନେଇ ଆସି ନାହିଁ। ମୁଖ୍ୟମନ୍ତ୍ରୀ ଯେଉଁ ଦାୟିତ୍ୱ ଦେବେ ତାହାକୁ ମୁଁ ନିଷ୍ଠାର ସହ ତୁଲାଇବି। ଦଳରେ ମୋତେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି।

ଏହି ମିଶ୍ରଣ ପର୍ବରେ ଅନୁଗୁଳ ଜିଲ୍ଲା ସଭାପତି ମହେନ୍ଦ୍ର ବସ୍ତିଆ, ଅନୁଗୁଳ ଜିଲ୍ଲା ସହ ପର୍ଯ୍ୟବେକ୍ଷକ କୁନ ବିହାରୀ ଦାସ ଏବଂ ଅନୁଗୁଳ ନିର୍ବାଚନ ମଣ୍ଡଳୀ ପର୍ଯ୍ୟବେକ୍ଷକ ଚିନ୍ମୟ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

ଅନୁଗୁଳ ଜିଲ୍ଲା ମହିଳା କଂଗ୍ରେସ ସଭାପତି ତପସ୍ୱିନୀ ବିଶ୍ୱାଳ, ଜିଲ୍ଲା ଯୁବ କଂଗ୍ରେସ ଉପସଭାପତି ବାପୁନ କୁମାର ଦେହୁରୀ, ପୂର୍ବତନ କଂଗ୍ରେସ ଜିଲ୍ଲା କମିଟି ଉପସଭାପତି ବାପୁଜୀ ପ୍ରଧାନ, ଅନୁଗୁଳ ବିଧାନସଭା ଯୁବ କଂଗ୍ରେସ ସଭାପତି ରାକେଶ କୁମାର ସାହୁ, ପୂର୍ବତନ ଜିଲ୍ଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ଅନ୍ନଦା ସାହୁ, ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାସଭାପତି ସୋସିଆଲ ମିଡିଆ ଆଲୋକ ଦାସ ପ୍ରମୁଖ ଯୋଗ ଦେଇଥିଲେ।ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେଡିରେ ମିଶିଲେ ପୂର୍ବତନ କଂଗ୍ରେସ ବିଧାୟକ ଅଂଶୁମାନ ମହାନ୍ତି

ଭୁବନେଶ୍ବର: ଯାହା ଆଶା କରାଯାଉଥିଲା ତାହା ହିଁ ହେଲା। ଶେଷରେ କଂଗ୍ରେସ ଛାଡି ବିଜେଡିରେ ମିଶିଲେ ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି। ସେ ରାଜ୍ୟ କାର୍ଯ୍ୟାଳୟ ଶଙ୍ଖ ଭବନରେ ତାଙ୍କୁ ସାଂଗଠନିକ ସଂପାଦକ ପ୍ରଣବ ଦାସ ଉତ୍ତରୀୟ ପିନ୍ଧାଇ ସ୍ବାଗତ କରିଥିଲେ। ଏହି ମିଶ୍ରଣ ପର୍ବରେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ସାଂସଦ ମାନସ ମଙ୍ଗରାଜ, ବିଧାୟକ ପ୍ରତାପ ଜେନା, ବିଧାୟକ ଧ୍ରବ ସାହୁ ପ୍ରମୁଖ ଯୋଗ ଦେଇଥିଲେ।

ଦଳକୁ ସ୍ବାଗତ କରି ପ୍ରଣବ ପ୍ରକାଶ ଦାସ କହିଥିଲେ ଯେ, ‘ଅଂଶୁମାନଙ୍କ ପରିବାର ସହ ସମସ୍ତଙ୍କ ପୁରୁଣା ସମ୍ପର୍କ ଥିଲା । ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଏହା କହିଥିଲେ। ମୁଖ୍ୟମନ୍ତ୍ରୀ ଏହାକୁ ଗ୍ରହଣ କଲେ । ଓଡ଼ିଶା ଯେପରି ସମୃଦ୍ଧ ହେଉଛି ଓ ରାଜନଗରର ଯେଉଁ ବିକାଶ ହୋଇଛି ତାହା ବିଧାୟକ ଧ୍ରବ ସାହୁ ଏବଂ ଅଂଶୁମାନ ଆଗକୁ ବଢ଼ାଇବେ ।

ଅଂଶୁମାନଙ୍କ ବାପା ନଳିନୀ ମହାନ୍ତି ବିଜୁ ପଟ୍ଟନାୟକଙ୍କ ସହ ସମ୍ପର୍କ ନିବିଡ଼ ଥିଲା। ସେ ୭ ଥର ବିଧାୟକ ଥିଲେ। ବିଜେଡି ଉପରେ ଯେଉଁମାନେ ଆସ୍ଥା ରଖି ଆସିଛନ୍ତି, ସମସ୍ତଙ୍କ ସମ୍ମାନ ଅତୁଟ ରହିବ ବୋଲି ମୁଖ୍ୟମନ୍ତ୍ରୀ ବାର୍ତ୍ତା ଦେଇଛନ୍ତି।’

ବିଜେଡିରେ ସାମିଲ ହେବା ପରେ ଅଂଶୁମାନ କହିଛନ୍ତି, ‘ଆଜି ମୋ ପାଇଁ ଏକ ସୌଭାଗ୍ୟର ଦିନ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆଜି ମୁଁ ବିଜେଡିରେ ମିଶିଲେ । ତାଙ୍କ ସ୍ୱଚ୍ଛ, ନିର୍ମଳ ଓ ବିକାଶ ଧାରାରେ ମୁଁ ଅନୁପ୍ରାଣିତ ହୋଇ ରାଜନଗର ପରିବାର ସହ ବିଜେଡିରେ ସାମିଲ ହୋଇଛି । ରାଜନଗରର ବିକାଶ ଧାରାକୁ ଆଗେଇ ନେବା ସହ ବିଜେଡିକୁ ଆହୁରି ଶକ୍ତିଶାଳୀ କରିବାକୁ କାମ କରିବି ।’

ତେବେ ଅଂଶୁମାନ ଶଙ୍ଖ ଭବନ ଏକ ବିରାଟ ପଟୁଆର ମଧ୍ୟରେ ଆସିଥିଲେ। ତାଙ୍କର ଶହଶହ ସମର୍ଥକ ଗହଣରେ ଆସି ବିଜେଡିରେ ସାମିଲ ହୋଇଥିଲେ।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେଡିରେ ମିଶିଲେ ଭୁବନେଶ୍ବରର ଶତାଧିକ ବିଜେପି କର୍ମୀ

ଭୁବନେଶ୍ୱର: ଏକାମ୍ର ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେପି କର୍ମୀ ଆଜି ଶଙ୍ଖ ଭବନ ଠାରେ ବିଜେଡ଼ି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ମନ୍ତ୍ରୀ ତଥା ଏକାମ୍ର ବିଧାୟକ ଅଶୋକ ଚନ୍ଦ୍ର ପଣ୍ଡାଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଦଳରେ ସାମିଲ୍‌ ହୋଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଶ୍ରୀ ଦାସ ଓ ଶ୍ରୀ ପଣ୍ଡା ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷ କରି ଏକାମ୍ର ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ଦାସ ଓ ଶ୍ରୀ ପଣ୍ଡା କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍‌ ହୋଇଥିବା ବିଜେପି ନେତାମାନେ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ,ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦେଲୁ। ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ।

ଏହି ମିଶ୍ରଣ ପର୍ବରେ ବିଜେପି ମହିଳା ମୋର୍ଚ୍ଚାର ରାଜ୍ୟ ଉପସଭାପତି ଛବି ସ୍ୱାଇଁ, ଲିଙ୍ଗରାଜ ମଣ୍ଡଳର ପୂର୍ବତନ ବିଜେପି ଯୁବ ମୋର୍ଚ୍ଚା ସଭାପତି ଗୋପାଳ ମକଦମ, ବିଜେପି ଖଣ୍ଡଗିରି ମଣ୍ଡଳ ସମ୍ପାଦକ ମନୋଜ ଦୋରା, ବିଜେପି ଲିଙ୍ଗରାଜ ମଣ୍ଡଳର ପୂର୍ବତନ ସମ୍ପାଦକ ଓ ପୂର୍ବତନ ଉପସଭାପତି ଅମରେନ୍ଦ୍ର ଗରାବଡୁ, ସସ୍ମିତା ସାହୁ, ଭାରତୀ ସେଠୀ, ପ୍ରତାପ ସ୍ୱାଇଁ, ସନ୍ତୋଷ କୁମାର ମହାନ୍ତି, ରଞ୍ଜିତା ବାଲିଆ, ଆରତୀ ମହାରଣା, ଉର୍ମିଳା ମାଝୀ, ସତ୍ୟଭାମା ସ୍ୱାଇଁ, ଶାନ୍ତି ବାରିକ, ଗାୟତ୍ରୀ ରାୟ, ଦେବରାଜ କବିଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ୍‌ ହୋଇଥିଲୋ ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ବିଜେଡିରେ ମିଶିଲେ ଅଭିନେତା ଦଇତାରୀ ପଣ୍ଡାଙ୍କ ସହ ବହୁ ଯାତ୍ରା କଳାକାର

ଭୁବନେଶ୍ୱର : ଯାତ୍ରା ଜଗତର ଖ୍ୟାତନାମା କଳାକାରମାନେ ଆଜି ଶଙ୍ଖଭବନ ଠାରେ ବରିଷ୍ଠ ବିଜେଡ଼ି ଉପସଭାପତି ତଥା ବଡ଼ମ୍ବା ବିଧାୟକ ଶ୍ରୀ ଦେବୀ ପ୍ରସାଦ ମିଶ୍ର, ସାଂସଦ ଶ୍ରୀ ମାନସ ମଙ୍ଗରାଜ ଓ ଶ୍ରୀ ଅମର ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଦଳରେ ସାମିଲ୍‌ ହୋଇଥିବା ସମସ୍ତ ଯାତ୍ରା କଳାକାରମାନଙ୍କୁ ଶ୍ରୀ ମିଶ୍ର, ଶ୍ରୀ ମଙ୍ଗରାଜ ଓ ଶ୍ରୀ ପଟ୍ଟନାୟକ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ବିଜେଡ଼ିରେ ଯାତ୍ରା କଳାକାରଙ୍କ ଯୋଗଦାନ ଫଳରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ସାଂସଦ ମାନସ ମଙ୍ଗରାଜ ଓ ଅନ୍ୟ ନେତୃବୃନ୍ଦ କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍‌ ହୋଇଥିବା ଯାତ୍ରା କଳାକାରମାନେ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁା କଳାକାରମାନଙ୍କ ବିକାଶ ଓ ସ୍ୱପ୍ନକୁ ସାକାର କରିବା ପାଇଁ ସର୍ବଦା କାର୍ଯ୍ୟ କରିଥାନ୍ତି ମୁଖ୍ୟମନ୍ତ୍ରୀଏବଂ ଆମେ ଆଗାମୀ ଦିନରେ ବିଜେଡ଼ି କିପରି ଆହୁରି ମଜଭୁତ ହେବ, ସେ ନେଇ ଆମ ସ୍ତରରେ କାର୍ଯ୍ୟଜାରି ରଖିବୁ ।

ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସାଂସଦ ମାନସ ମଙ୍ଗରାଜ ଓ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।

ଏହି ମିଶ୍ରଣ ପର୍ବରେ ଯାତ୍ରା କଳାକାର ବାପି ପଣ୍ଡା, ଦୈତାରୀ ପଣ୍ଡା, ଚୈତନ୍ୟ ପାଇକ, ରମେଶ ଚନ୍ଦ୍ର ନାୟକ, ଶିବରାମ ପ୍ରଧାନ, ସୁବାସ ବେହେରା ଏବଂ ବିଭିନ୍ନ ଜିଲ୍ଲାର ଯାତ୍ରା କଳାକାରମାନଙ୍କ ମଧ୍ୟରେ ରତିକାନ୍ତ ପରିଡ଼ା, ଆଦିକନ୍ଦ ନାୟକ, ଶୁଭେନ୍ଦୁ ଲେଙ୍କା, ସଞ୍ଜୟ କୁମାର ଦାସ, ହୃଷିକେଶ ମିଶ୍ର, ଅସିତ୍ କୁମାର ଜେନା, ମନୋଜ ବାରିକ, ହିରନ୍ୟା ବେହେରା, ବିଜୟ କୁମାର ବିଶ୍ୱାଳ, ପ୍ରତାପ ରୁଦ୍ର ପାତ୍ର, ରାଜେନ୍ଦ୍ର କୁମାର ପତି, ତପନ ମଲ୍ଲିକ, ବ୍ରଜ ସୁନ୍ଦର ମଲ୍ଲିକ, ଶରତ ଚନ୍ଦ୍ର ସାହୁ, ଲିଙ୍ଗରାଜ ପାଣିଗ୍ରାହୀ, ପଲାରାଜୁ ପବନ, ଅନିରୁଦ୍ଧ ପାଇକ, ଶଙ୍କରପୋଢ଼, ସୌଭାଗ୍ୟହରିପାଲ, ପୁରଷୋତ୍ତମ ସଗରିଆ, ପୂର୍ଣିର୍ମା ଚତ୍ରିଆ, ତ୍ରିଶୂଳିଆ ବେହେରା, ଡେଜିରାଣୀ ସ୍ୱାଇଁ। ଏହିସବୁ ନେତୃବୃନ୍ଦଙ୍କ ସହ ସାରା ରାଜ୍ୟରୁ ୩୫୦ରୁ ଊର୍ଦ୍ଧ୍ୱ ଯାତ୍ରା କଳାକାର ଆଜି ଏହି ଅବସରରେ ବିଜେଡ଼ିରେ ସାମିଲ୍‌ ହୋଇଥିଲୋ ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ନିଜ ସମର୍ଥକଙ୍କ ସହ ବିଜେଡିରେ ମିଶିଲେ ବିଜେପି ବିଧାୟକ ପ୍ରାର୍ଥୀ ତ୍ରିପୁରାରୀ ଗରଡ଼ା

ଭୁବନେଶ୍ୱର: କୋରାପୁଟ ନିର୍ବାଚନ ମଣ୍ଡଳୀର ୨୦୧୯ର ବିଜେପି ବିଧାୟକ ପ୍ରାର୍ଥୀ ତ୍ରିପୁରାରୀ ଗରଡ଼ା ଆଜି ଶତାଧିକ ବିଜେପି କର୍ମୀ ଓ ସମର୍ଥକଙ୍କ ସହ ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଶ୍ରୀ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଦଳରେ ସାମିଲ୍‌ ହୋଇଥିବାଶ୍ ରୀଗରଡ଼ା ଏବଂ ଅନ୍ୟ ସମସ୍ତ ବିଜେପି କର୍ମୀଙ୍କୁ ଉପଢୌକନ ଦେଇ ଶ୍ରୀ ମଙ୍ଗରାଜ ଦଳକୁ ସ୍ୱାଗତ କରିଥିଲେ। ଶ୍ରୀ ଗରଡ଼ାଙ୍କ ଏହା ହେଉଛି ଘରବାହୁଡ଼ା ଏବଂ ବିଜୁ ଜନତା ଦଳରେ ତାଙ୍କ ଯୋଗଦାନ ଫଳରେ ବିଶେଷ କରି କୋରାପୁଟ ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ସାଂସଦ ଶ୍ରୀ ମଙ୍ଗରାଜ କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍‌ ହୋଇଥିବା ବିଜେପି ନେତା ତ୍ରିପୁରାରୀ ଗରଡ଼ା ନିଜ ପ୍ରତିକ୍ରିୟାରେ କହିଥିଲେ ଯେ ବିଜେପିର କାର୍ଯ୍ୟଶୈଳୀ, ନୀତି ନୈତିକାରେ ଅତିଷ୍ଠ ହୋଇ ମୁଁ ବିଜେପି ଦଳରେ ଏକ ପ୍ରକାର କୋଣଠେସା ହୋଇ ରହିଥିଲି। ତେଣୁ ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ସମର୍ଥକଙ୍କ ସହ ବିଜେଡିରେ ଯୋଗ ଦେଲିା

ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସାଂସଦ ମାନସ ମଙ୍ଗରାଜ ଓ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ବୋଲି ସେ କହିଥିଲେ।

ଏହି ମିଶ୍ରଣ ପର୍ବରେ ପୂର୍ବତନ ବିଜେପି ମଣ୍ଡଳ ସଭାପତି ବିଜୟ କୁମାର ଦଳାଇ, କୋରାପୁଟ ନଗର ବିଜେପି ସାଧାରଣ ସମ୍ପାଦକ ଅମରେନ୍ଦ୍ର ସେଠୀ, କୋରାପୁଟ ନଗର ବିଜେପି ଯୁଗ୍ମ ସମ୍ପାଦକ ଅଖିଳ ପ୍ରସାଦ ମଲ୍ଲିକଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ୍‌ ହୋଇଥିଲେ।

ଏହି ମିଶ୍ରଣ ପର୍ବରେ ପୂର୍ବତନ ମନ୍ତ୍ରୀ ତଥା ଜୁନାଗଡ଼ ବିଧାୟକ, କୋରାପୁଟ ଜିଲ୍ଲା ପର୍ଯ୍ୟବେକ୍ଷକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର, କୋଟପାଡ଼ ବିଧାୟିକା ପଦ୍ମିନୀ ଦିଆନ, କୋରାପୁଟ ବିଧାୟକ ରଘୁରାମ ପଡ଼ାଲ, ଲକ୍ଷ୍ମୀପୁର ବିଧାୟକ ପ୍ରଭୁଜାନୀ, ପଟାଙ୍ଗୀ ବିଧାୟକ ପ୍ରୀତମ ପାଢ଼ୀ, ପୂର୍ବତନ ସାଂସଦ ତଥା କୋରାପୁଟ ଜିଲ୍ଲା ସଭାପତି ଝୀନ ହିକକା, ପୂର୍ବତନ କୋରାପୁଟ ଜିଲ୍ଲା ସଭାପତି ଈଶ୍ୱରଚନ୍ଦ୍ର ପାଣିଗ୍ରାହୀ, କୋରାପୁଟ ମହିଳା ବିଜେଡ଼ି ପ୍ରଭାରୀ ମୀରା ପରିଡ଼ା ପ୍ରମୁଖ ଉପସ୍ଥିତ ଥିଲେ। ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।