Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେଡ଼ିରେ ଯୋଗଦେଲେ ରେଙ୍ଗାଲି ନିର୍ବାଚନମଣ୍ଡଳୀର ବିଜେପି ନେତା ଓ କର୍ମୀ

ଭୁବନେଶ୍ୱର: ସମ୍ବଲପୁର ଜିଲ୍ଲା ଅନ୍ତର୍ଗତ ରେଙ୍ଗାଲି ନିର୍ବାଚନମଣ୍ଡଳୀର ବିଜେପି ନେତା ଓ କର୍ମୀ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ସମସ୍ତ ବିଜେପି ନେତା ଓ କର୍ମୀଙ୍କୁ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ରେଙ୍ଗାଲି ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର କହିଥିଲେ ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବିଜେପି ନେତାମାନେ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ। ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆମକୁ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବୁ।ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।

ଏହି ମିଶ୍ରଣ ପର୍ବରେ ପୂର୍ବତନ ଜିଲ୍ଲାପରିଷଦ ସଭ୍ୟ ଉତ୍ପଳା ଧାରୁଆ, ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଦ୍ୟୁତ୍‌ପ୍ରଭା ଜୋଷୀ, ପ୍ରେମାନନ୍ଦ ବ୍ରିହେଡ, ଆଶିଷ କୁମାର ପଣ୍ଡା, ସୁରେଶୀନୀ ଓରାମ, ବିରେନ୍ଦ୍ର ରାଉତ, ଓମପ୍ରକାଶ ସା ଓ ଅନିରୁଦ୍ଧ ମାଝୀଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ। ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଜିର ଖବର ଜାତୀୟ ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେଡ଼ିରେ ଯୋଗଦେଲେ ବନ୍ଧୁଗାଁ ବ୍ଲକ ଉପାଧ୍ୟକ୍ଷା ଗୀତାଞ୍ଚଳି ପିଡିକା

ଭୁବନେଶ୍ୱର: କୋରାପୁଟ ଜିଲ୍ଲା ଅନ୍ତର୍ଗତ ଲକ୍ଷ୍ମୀପୁର ନିର୍ବାଚନମଣ୍ଡଳୀର ବନ୍ଧୁଗାଁ ବ୍ଲକ ଉପାଧ୍ୟକ୍ଷା ଗୀତାଞ୍ଜଳି ପିଡିକାଙ୍କ ସହ ଶତାଧିକ କଂଗ୍ରେସ କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ଲକ୍ଷ୍ମୀପୁର ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଭୁ ଜାନି, ବିଜେଡି ସାଧାରଣ ସମ୍ପାଦକ ତଥା ନବରଙ୍ଗପୁର ଜିଲ୍ଲା ପର୍ଯ୍ୟବେକ୍ଷକ ଇଶ୍ୱର ପାଣିଗ୍ରାହୀ, ପୂର୍ବତନ ସାଂସଦ ଝିନ ହିକ୍କକା ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଦଳରେ ସାମିଲ୍ ହୋଇଥିବା ବନ୍ଧୁଗାଁ ବ୍ଲକ ଉପାଧ୍ୟକ୍ଷା ଗୀତାଞ୍ଜଳି ପିଡିକାଙ୍କ ସହ ଶତାଧିକ କଂଗ୍ରେସ କର୍ମୀଙ୍କୁ ଶ୍ରୀ ଜାନି, ଶ୍ରୀ ପାଣିଗ୍ରାହୀ, ଶ୍ରୀ ହିକ୍କକା ଓ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି କଂଗ୍ରେସ କର୍ମୀମାନଙ୍କ ଯୋଗଦାନ ଫଳରେ ବିଶେଷକରି ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ଜାନି, ଶ୍ରୀ ପାଣିଗ୍ରାହୀ, ଶ୍ରୀ ହିକ୍କକା ଓ ଡକ୍ଟର ପାତ୍ର କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବନ୍ଧୁଗାଁ ବ୍ଲକ ଉପାଧ୍ୟକ୍ଷା ଗୀତାଞ୍ଜଳି ପିଡିକା ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି।

ବିଜେଡିରେ ମହିଳାମାନଙ୍କୁ ଉପଯୁକ୍ତ ସମ୍ମାନ ଦିଆଯାଏ। ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି। ଦଳରେ ମୋତେ ଏବଂ ମୋ ସହ ଯୋଗ ଦେଇଥିବା ସମସ୍ତ କଂଗ୍ରେସ କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ।

ଏହି ମିଶ୍ରଣ ପର୍ବରେ ସମିତିସଭ୍ୟ ନିଦ୍ରାବତୀ ପିଡିକା, ପ୍ରଦୀପ ବେନ୍ତ, ବଳରାମ ମାଣ୍ଡିଗୀ, ବାଙ୍ଗ୍ରୁ ଜାମ୍ବେକା, ଶୁଶୀଲ ଗରଡା, ପଣ୍ଡୁ ମେଲେକା, ମକରା ଗଦାରୀ, ଜଗା କୁଲେଶିକା, ନଗେଶ କଦ୍ରକା, ଲକ୍ଷ୍ମୀ ସୌନ୍ତା, ଜାମା ପିଡିକା, କ୍ରୁମା କନ୍ଦ୍ରକା, ସାମୁଳା କଦ୍ରାକା, କୁମାରା ଜାକକା, ସୁନୀଲ କୁନ୍ତିଶ, ମନୋଜ ମୁଦୁଲି, ସୁଶାନ୍ତ ମୁଦୁଲି, ଲୋକନାଥ ମୁଦୁଲିିଙ୍କ ସହ ଶତାଧିକ କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ। ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେଡ଼ିରେ ଯୋଗଦେଲେ ଦଶପଲ୍ଲା ପୌରପାଳିକାର ଅଧ୍ୟକ୍ଷା ଇଂ ପୁନମ ପ୍ରିୟଦର୍ଶିନୀ

ଭୁବନେଶ୍ୱର: ଦଶପଲ୍ଲା ପୌରପାଳିକାର ଅଧ୍ୟକ୍ଷା ଇଂ ପୁନମ ପ୍ରିୟଦର୍ଶିନୀ ଆଜି ଶଙ୍ଖଭବନ ଠାରେ ପୂର୍ବତନ ମନ୍ତ୍ରୀ ତଥା ନୟାଗଡ ବିଧାୟକ ଅରୁଣ ସାହୁ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ଏଠାରେ ସୂଚନାଯୋଗ୍ୟ ଯେ ୨୦୨୨ ପୌର ନିର୍ବାଚନରେ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚିତ ହୋଇଥିଲେ ଇଂ ପୁନମ ପ୍ରିୟଦର୍ଶିନୀ।

ଦଳରେ ସାମିଲ୍ ହୋଇଥିବା ଇଂ ପୁନମ ପ୍ରିୟଦର୍ଶିନୀଙ୍କୁ ଶ୍ରୀ ସାହୁ, ଶ୍ରୀ ବେହେରା ଓ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଆଜି ଇଂ ପୁନମ ପ୍ରିୟଦର୍ଶୀନୀଙ୍କ ଯୋଗଦାନ ଫଳରେ ବିଶେଷକରି ଦଶପଲ୍ଲା ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ସାହୁ, ଶ୍ରୀ ବେହେରା ଓ ଡକ୍ଟର ପାତ୍ର କହିଥିଲେ। ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ଇଂ ପୁନମ ପ୍ରିୟଦର୍ଶିନୀ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ସ୍ୱାଧୀନ ଭାବେ ଲଢ଼ି ମଧ୍ୟ ବିଜେଡ଼ିକୁ କେବେ ବିରୋଧୀ କରି ନାହିଁ।

ନବୀନ ପଟ୍ଟନାୟକ ଓ ବିଜୁ ବାବୁଙ୍କୁ ଆଦର୍ଶ ଭାବି ନିର୍ବାଚନ ଲଢ଼ିଛି। ନବୀନ ବାବୁଙ୍କ ହାତମୁଠା ଟାଣ କରିବି। ଷଷ୍ଠଥର ମୁଖ୍ୟମନ୍ତ୍ରୀ କରିବାକୁ ପ୍ରୟାସ କରିବି। ଦଶପଲ୍ଲା ପୌରପାଳିକାକୁ ଆହୁରି ଆଗକୁ ନେବାକୁ ପ୍ରୟାସ କରିବି। ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି।

ନୂତନ ଓଡ଼ିଶା ଗଠନ ଦିଗରେ ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି। ଦଳରେ ମୋତେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି ବୋଲି ସେ କହିଥିଲେ।

Categories
ନିର୍ବାଚନ ଖବର ବିଶେଷ ଖବର ରାଜ୍ୟ ଖବର

ବିଜେଡିରେ ସାମିଲ ହେଲେ ବିଜେପି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର

ଭୁବନେଶ୍ବର: ଆଜି ବିଜେଡିରେ ସାମିଲ ହୋଇଛନ୍ତି ବିଜେପି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର। ଶଙ୍ଖ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସେ ବିଜେଡିର ପ୍ରାଥମିକ ସଦସ୍ୟ ଭାବେ ଯୋଗ ଦେଇଛନ୍ତି। ଏହି ମିଶ୍ରଣ ପର୍ବରେ ସାଂସଦ ମାନସ ମଙ୍ଗରାଜ, ସାଂସଦ ସସ୍ମିତ ପାତ୍ର, ପୂର୍ବତନ ସାଂସଦ ରବିନ୍ଦ୍ର ଜେନା ପ୍ରମୁଖ ଉପସ୍ଥିତ ଥିଲେ।

ଲେଖାଶ୍ରୀ ଯୋଗ ଦେବା ପରେ କହିଛନ୍ତି ଯେ, ମୁଁ ବିଜେପିରେ ଥିବା ବେଳେ ଲୋକସେବା କରିବା ପାଇଁ ଇଚ୍ଛା ଥିଲା। ହେଲେ ସେହି ଦଳରେ ତାହା ସମ୍ଭବ ହେଲା ନାହିଁ। ହେଲେ ବିଜେଡିର ଯେଉଁ ବିକାଶ ପର୍ବ ଚାଲିଛି ସେଥିରେ ମୁଁ ସାମିଲ ହେବାକୁ ନିଷ୍ପତି କରି ଦଳରେ ସାମିଲ ହେଲି। ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାତମୁଠାକୁ ଟାଣ କରିବା ପାଇଁ ନିଷ୍ପତି କଲି।

ଆଜି ସକାଳେ ଲେଖାଶ୍ରୀ ବିଜେପିରୁ ଇସ୍ତଫା ଦେଇଥିଲେ। ସେ ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ମୁଁ ଦୀର୍ଘ ଦଶ ବର୍ଷ ଧରି ବିଜେପିରେ ରହି କାର୍ଯ୍ୟକରିଛି। ଦଳର ବିକାଶ ପାଇଁ ଯଥାସାଧ୍ୟ ଉଦ୍ୟମ କରିଛି। ହେଲେ ମୁଁ ଅନୁଭବ କଲି ଯେ ଦଳ ମୋର କୌଣସି ସହଯୋଗର ଆବଶ୍ୟକତା ମନେ କରୁ ନାହିଁ। ଶୀର୍ଷ ନେତୃତ୍ବଙ୍କର ମୁଁ ପ୍ରିୟଭାଜନ ହୋଇପାରିଲି ନାହିଁ। ସେଥିପାଇଁ ମୁଁ ଦଳରୁ ଇସ୍ତଫା ପ୍ରଦାନ କଲି ବୋଲି ସେ ଲେଖିଛନ୍ତି।

ଲେଖାଶ୍ରୀ ବିଜେପିର ଜଣେ ଟାଣୁଆ ନେତ୍ରୀ ତଥା ସେ ଉପସଭାପତି ଥିଲେ। ବିଜେପି ପାଇଁ ସେ ବିଜେଡିକୁ କଟୁ ସମାଲୋଚନା କରିଆସୁଥିଲେ।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେଡ଼ିରେ ଯୋଗଦେଲେ ପ୍ରଫେସର ଡାକ୍ତର ଦେବାନନ୍ଦ ମହାପାତ୍ର

ଭୁବନେଶ୍ୱର: କଟକ ଜିଲ୍ଲା ଅନ୍ତର୍ଗତ ଚୌଦ୍ୱାର-କଟକ ନିର୍ବାଚନମଣ୍ଡଳୀର ଲୋକପ୍ରିୟ ପ୍ରଫେସର ଡାକ୍ତର ଦେବାନନ୍ଦ ମହାପାତ୍ର ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ଦଳରେ ସାମିଲ୍ ହୋଇଥିବା ଡାକ୍ତର ପ୍ରଫେସର ଦେବାନନ୍ଦଙ୍କୁ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ।

ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜିଷ୍ଟ ଓ ହେପାଟୋଲୋଜିଷ୍ଟର ବିଶେଷଜ୍ଞ ଭାବେ ଡାକ୍ତର ମହାପାତ୍ର ଦୀର୍ଘ ୨୯ ବର୍ଷ କାଳ ପ୍ରଫେସର ଭାବେ କାର୍ଯ୍ୟ କରି ବହୁ ଲୋକପ୍ରିୟତା ହାସଲ କରିଛନ୍ତି । ତାଛଡା ସେ ବିଭିନ୍ନ ଡାକ୍ତର ସଂଘ ଓ ସାମାଜିକ ଅନୁଷ୍ଠାନ ସହ ଜଡିତ ଥିଲେ । ଆଜି ପ୍ରଫେସର ଡାକ୍ତର ଦେବାନନ୍ଦ ମହାପାତ୍ରଙ୍କ ଯୋଗଦାନ ଫଳରେ ବିଶେଷକରି ଚୌଦ୍ୱାର-କଟକ ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ଲୋକପ୍ରିୟ ପ୍ରଫେସର ଡାକ୍ତର ଦେବାନନ୍ଦ ମହାପାତ୍ର ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି। ନୂତନ ଓଡ଼ିଶା ଗଠନ ଦିଗରେ ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି। ଦଳରେ ମୋତେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି ।

ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ନିର୍ବାଚନ ଖବର ବିଶେଷ ଖବର ରାଜ୍ୟ ଖବର

ବିଜେଡ଼ିରେ ଯୋଗଦେଲେ ବିଜେପି ନେତା ରାମଚନ୍ଦ୍ର ପାଙ୍ଗୀ ଓ କଂଗ୍ରେସ ନେତା ଅଭିରାମ ହନ୍ତାଳ

ଭୁବନେଶ୍ୱର: କୋରାପୁଟ ଜିଲ୍ଲା ଅନ୍ତର୍ଗତ ପଟ୍ଟାଙ୍ଗୀ ନିର୍ବାଚନମଣ୍ଡଳୀର ୨୦୧୯ ସାଧାରଣ ନିର୍ବାଚନର ବିଜେପି ବିଧାୟକ ପ୍ରାର୍ଥୀ ରାମଚନ୍ଦ୍ର ପାଙ୍ଗୀ ଓ କଂଗ୍ରେସ ନେତା ଅଭିରାମ ହନ୍ତାଳଙ୍କ ସମେତ ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର, ନବରଙ୍ଗପୁର ଜିଲ୍ଲା ପର୍ଯ୍ୟବେକ୍ଷକ ଈଶ୍ୱର ପାଣିଗ୍ରାହୀ, ପୂର୍ବତନ ବିଧାୟକ ତଥା ୨୦୨୪ ସାଧାରଣ ନିର୍ବାଚନର ପଟ୍ଟାଙ୍ଗୀ ବିଧାୟକ ପ୍ରାର୍ଥୀ ପ୍ରଫୁଲ୍ଲ ପାଙ୍ଗୀଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି ।

ଦଳରେ ସାମିଲ୍ ହୋଇଥିବା ବିଜେପି ନେତା ରାମଚନ୍ଦ୍ର ପାଙ୍ଗୀ ଓ କଂଗ୍ରେସ ନେତା ଅଭିରାମ ହନ୍ତାଳଙ୍କ ସହ ଶତାଧିକ ବିଜେପି ଓ କଂଗ୍ରେସ କର୍ମୀଙ୍କୁ ଡକ୍ଟର ପାତ୍ର, ଶ୍ରୀ ପାଣିଗ୍ରାହୀ ଓ ଶ୍ରୀ ପାଙ୍ଗୀ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି ବିଜେପି ଓ କଂଗ୍ରେସ କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ପଟ୍ଟାଙ୍ଗୀ ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର, ଶ୍ରୀ ପାଣିଗ୍ରାହୀ ଓ ଶ୍ରୀ ପାଙ୍ଗୀ କହିଥିଲେ ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବିଜେପି ନେତା ରାମଚନ୍ଦ୍ର ପାଙ୍ଗୀ ଓ କଂଗ୍ରେସ ନେତା ଅଭିରାମ ହନ୍ତାଳ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ ।

ନୂତନ ଓଡ଼ିଶା ଗଠନ ଦିଗରେ ମୁଖ୍ୟମନ୍ତ୍ରୀ ଆମକୁ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବୁ । ଦଳରେ ଆମକୁ ଓ ଆମ ସହ ଯୋଗ ଦେଇଥିବା ସମସ୍ତ ବିଜେପି ଓ କଂଗ୍ରେସ କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।

ଏହି ମିଶ୍ରଣ ପର୍ବରେ କଂଗ୍ରେସର ଶ୍ୟାମ ହନ୍ତାଳ, ହରିରାମ ଖୋରା, ସୋମୁ ଶିଶା, ପିଟୁ ଖୋରା, ଧୋନୁ ଘୁଣ୍ଠା, ବୀରେନ୍ଦ୍ର ଘୁଣ୍ଠା, ବିଜୟ ହନ୍ତାଳ, ନୋନା ମୋଣ୍ଡ, ମନୋଜ ଦୁରିଆ, ବିଜେପି ନେତା ଦାମୋଦର ସେଠୀ, ନାଗେଶ୍ୱର ପୂଜାରୀ, ନକୁଳ ନାୟକ, ଉପେନ୍ଦ୍ର ହନ୍ତାଳ, ଶ୍ୟାମସୁନ୍ଦର ଘୁଣ୍ଠା, ଉଗ୍ରେସେନ ପେଟିଆ, ମୁକୁନ୍ଦ ଘୁଙ୍ଗୋ, ପର୍ଶୁରାମ ପାଙ୍ଗୀ, ଜଗତରାୟ ଖିଲୋ, ରାମ ଦାସ ଖମୁନ୍ଦୁ, ଦାଶରଥୀ ଖିଲୋ, ପର୍ଶୁରାମ ପାଙ୍ଗୀ, ରାଜେନ୍ଦ୍ର ପ୍ରଧାନ, ଗୁନା ପାଙ୍ଗୀଙ୍କ ସହ ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ । ଏହି ମିଶ୍ରଣ ପର୍ବରେ ଅନ୍ୟମାନଙ୍କ ମଧ୍ୟରେ ପଟ୍ଟାଙ୍ଗୀ ନିର୍ବାଚନମଣ୍ଡଳୀ ପର୍ଯ୍ୟବେକ୍ଷକ ବାଲା ରାୟ ଉପସ୍ଥିତ ଥିଲେ । ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

Categories
ନିର୍ବାଚନ ଖବର ବିଶେଷ ଖବର ରାଜ୍ୟ ଖବର

ବିଜେଡ଼ିରେ ମିଶିଲେ ଜର୍ଜ ତିର୍କୀଙ୍କ ପୁଅ ରୋହିତ ଯୋଶେଫ ତିର୍କୀ, ଗତଥର ଥିଲେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର: ୨୦୧୯ ସାଧାରଣ ନିର୍ବାଚନର ବୀରମିତ୍ରପୁର ନିର୍ବାଚନମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ଜର୍ଜ ତିର୍କୀଙ୍କ ପୁଅ ରୋହିତ ଯୋଶେଫ ତିର୍କୀ ଆଜି ଶଙ୍ଖଭବନ ଠାରେ  ମନ୍ତ୍ରୀ ସାରଦା ନାୟକ ଓ ପ୍ରୀତିରଞ୍ଜନ ଘଡ଼ାଇ, ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି ।

ଦଳରେ ସାମିଲ୍ ହୋଇଥିବା ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ରୋହିତ ଯୋଶେଫ ତିର୍କୀଙ୍କୁ ଶ୍ରୀ ନାୟକ, ଶ୍ରୀ ଘଡ଼ାଇ ଓ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଆଜି ଯୋଶେଫ ତିର୍କୀଙ୍କ ଯୋଗଦାନ ଫଳରେ ବିଶେଷକରି ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ନାୟକ, ଶ୍ରୀ ଘଡ଼ାଇ ଓ ଡକ୍ଟର ପାତ୍ର କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ପୂର୍ବତନ କଂଗ୍ରେସ ବିଧାୟକ ପ୍ରାଥୀଁ ରୋହିତ ଯୋଶେଫ ତିର୍କୀ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ବିକାଶମୂଳକ କାର୍ଯ୍ୟକୁ ଲୋକଙ୍କ ପାଖରେ ପହଞ୍ଚାଇବି।

ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି। ଦଳରେ ମୋତେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି। ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେଡ଼ିରେ ଯୋଗଦେଲେ ମୋହନା ନିର୍ବାଚନମଣ୍ଡଳୀର କଂଗ୍ରେସ ଓ ବିଜେପି ନେତା

ଭୁବନେଶ୍ୱର: ଗଜପତି ଜିଲ୍ଲା ଅନ୍ତର୍ଗତ ମୋହନା ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ ଏବଂ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ମାନ୍ୟବର ମନ୍ତ୍ରୀ ତଥା ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚୀ ନାୟକ ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଦଳରେ ସାମିଲ୍ ହୋଇଥିବା ସମସ୍ତ ବିଜେପି ଓ କଂଗ୍ରେସ କର୍ମୀ ଏବଂ ନିର୍ବାଚିତ ପ୍ରତିନିଧିଙ୍କୁ ଶ୍ରୀ ନାୟକ ଓ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଆଜି ବିଜେପି ଓ କଂଗ୍ରେସ କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ମୋହନା ନିର୍ବାଚନମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ନାୟକ ଓ ଡକ୍ଟର ପାତ୍ର କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବିଜେପି ଓ କଂଗ୍ରେସ ନେତାମାନେ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ। ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆମକୁ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବୁ।ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।

ଏହି ମିଶ୍ରଣ ପର୍ବରେ ଜିଲ୍ଲା ସଭାପତି ଜଗବନ୍ଧୁ ଦାସ, ରୁତୁରାଜ ସାହୁ, ନୂଆଗଡ଼ ବ୍ଲକ କଂଗ୍ରେସ ଜିଲ୍ଲାପରିଷଦ ସଦସ୍ୟ ରାଜୀବ ଦୋରା, ନୂଆଗଡ଼ ବ୍ଲକ ଉପାଧ୍ୟକ୍ଷ ନିହିମିଆ ରାଇତା, ପୂର୍ବତନ ସରପଞ୍ଚ ଜୟସେନ ଦୋରା, ନାଏବ ସରପଞ୍ଚ ଯୋଶେଫ ଗମାଙ୍ଗ, ୱାର୍ଡ଼ ମେମ୍ବର ଅସୀମା ଗମାଙ୍ଗ, ପ୍ରଶାତ ମଣ୍ଡଳ, ସୁରତା ରାଇତା, ପିତାମ୍ବର ନାୟକ, ରାଜେନ୍ଦ୍ର ଦଳବେହେରା, ରାଜେଶ ମଣ୍ଡଳ, ମଧୁ ମଣ୍ଡଳ, ସରପଞ୍ଚ ଉଦୀପା ମଣ୍ଡଳ, ର୍ପୂବତନ ବିଜେପି ଜିଲ୍ଲାପରିଷଦ ସଦସ୍ୟା ନନ୍ଦିନୀ ସାମଲ, ବିଜେପି ନେତା ହରି ଚନ୍ଦ୍ର ବୁମଲା, ପ୍ରଫୁଲ୍ଲ କୁମାର ରାଇତା, ଲବାଗୋ ଦଳାଇ, ଆୟୁଷ୍ମାନ ପରିଛା, ପୂର୍ବତନ ସରପଞ୍ଚ ତାରଣୀ ନାୟକ, ବିଜେପି କର୍ମୀ ମୋହନା ଗୌଡ଼ଙ୍କ ସହ ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ । ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

Categories
ଆଜିର ଖବର ଜାତୀୟ ଖବର ନିର୍ବାଚନ ଖବର ରାଜ୍ୟ ଖବର

ଆଜି ବିଜେଡିରେ ସାମିଲ ହେବେ ବିଜୟ ମହାପାତ୍ର ଏବଂ ତାଙ୍କ ପୁଅ ଅରବିନ୍ଦ

ଭୁବନେଶ୍ବର: ଶେଷରେ ସମସ୍ତ କଥାବାର୍ତ୍ତା ସରିଲା। ଆଜି ବିଜେଡିରେ ସାମିଲ ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର ଏବଂ ତାଙ୍କ ପୁଅ ଅରବିନ୍ଦ ମହାପାତ୍ର। ବହୁଦିନ ଧରି ଏ ନେଇ ଚର୍ଚ୍ଚା ଚାଲିଥିଲା। ହେଲେ ତାହା ସମ୍ଭବ ହୋଇପାରି ନ ଥିଲା। ତେବେ ଏହି ମିଶ୍ରଣ ପରେ ଏଥ ବିଜୟ କିନ୍ତୁ ଆଉ ନିର୍ବାଚନରେ ଲଢେଇ କରିବା ନାହିଁ। ତାଙ୍କ ପୁଅ କେନ୍ଦ୍ରାପଡାର କେଉଁଠାରୁ ଛିଡା ହେବେ ବୋଲି ଜଣାପଡିଛି।

ବିଜୟ ମହାପାତ୍ର ହେଉଛନ୍ତି ବିଜେଡିର ମୁଖ୍ୟ ପୁରୋଧା ଥିଲେ। ସେ ହିଁ ବିଜେଡି ଗଠନର ମୁଖ୍ୟ ନେତା ଥିଲେ। ପରବର୍ତ୍ତି ସମୟରେ ସେ ବିଜେଡିରୁ ବହିସ୍କୃତ ହୋଇଥିଲେ। ହେଲେ ଆଜି ସେ ବିଜେଡିରେ ସାମିଲ ହେବା ନିଶ୍ଚିତ ଏକ ଭିନ୍ନ ଘଟଣା ବୋଲି କୁହାଯାଉଛି।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେଡିରେ ମିଶିଲେ ଭୁବନେଶ୍ବରର ଶତାଧିକ ବିଜେପି କର୍ମୀ

ଭୁବନେଶ୍ୱର: ଏକାମ୍ର ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେପି କର୍ମୀ ଆଜି ଶଙ୍ଖ ଭବନ ଠାରେ ବିଜେଡ଼ି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ମନ୍ତ୍ରୀ ତଥା ଏକାମ୍ର ବିଧାୟକ ଅଶୋକ ଚନ୍ଦ୍ର ପଣ୍ଡାଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଦଳରେ ସାମିଲ୍‌ ହୋଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଶ୍ରୀ ଦାସ ଓ ଶ୍ରୀ ପଣ୍ଡା ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷ କରି ଏକାମ୍ର ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ଦାସ ଓ ଶ୍ରୀ ପଣ୍ଡା କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍‌ ହୋଇଥିବା ବିଜେପି ନେତାମାନେ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ,ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦେଲୁ। ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ।

ଏହି ମିଶ୍ରଣ ପର୍ବରେ ବିଜେପି ମହିଳା ମୋର୍ଚ୍ଚାର ରାଜ୍ୟ ଉପସଭାପତି ଛବି ସ୍ୱାଇଁ, ଲିଙ୍ଗରାଜ ମଣ୍ଡଳର ପୂର୍ବତନ ବିଜେପି ଯୁବ ମୋର୍ଚ୍ଚା ସଭାପତି ଗୋପାଳ ମକଦମ, ବିଜେପି ଖଣ୍ଡଗିରି ମଣ୍ଡଳ ସମ୍ପାଦକ ମନୋଜ ଦୋରା, ବିଜେପି ଲିଙ୍ଗରାଜ ମଣ୍ଡଳର ପୂର୍ବତନ ସମ୍ପାଦକ ଓ ପୂର୍ବତନ ଉପସଭାପତି ଅମରେନ୍ଦ୍ର ଗରାବଡୁ, ସସ୍ମିତା ସାହୁ, ଭାରତୀ ସେଠୀ, ପ୍ରତାପ ସ୍ୱାଇଁ, ସନ୍ତୋଷ କୁମାର ମହାନ୍ତି, ରଞ୍ଜିତା ବାଲିଆ, ଆରତୀ ମହାରଣା, ଉର୍ମିଳା ମାଝୀ, ସତ୍ୟଭାମା ସ୍ୱାଇଁ, ଶାନ୍ତି ବାରିକ, ଗାୟତ୍ରୀ ରାୟ, ଦେବରାଜ କବିଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ୍‌ ହୋଇଥିଲୋ ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ବିଜେଡିରେ ମିଶିଲେ ଅଭିନେତା ଦଇତାରୀ ପଣ୍ଡାଙ୍କ ସହ ବହୁ ଯାତ୍ରା କଳାକାର

ଭୁବନେଶ୍ୱର : ଯାତ୍ରା ଜଗତର ଖ୍ୟାତନାମା କଳାକାରମାନେ ଆଜି ଶଙ୍ଖଭବନ ଠାରେ ବରିଷ୍ଠ ବିଜେଡ଼ି ଉପସଭାପତି ତଥା ବଡ଼ମ୍ବା ବିଧାୟକ ଶ୍ରୀ ଦେବୀ ପ୍ରସାଦ ମିଶ୍ର, ସାଂସଦ ଶ୍ରୀ ମାନସ ମଙ୍ଗରାଜ ଓ ଶ୍ରୀ ଅମର ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଦଳରେ ସାମିଲ୍‌ ହୋଇଥିବା ସମସ୍ତ ଯାତ୍ରା କଳାକାରମାନଙ୍କୁ ଶ୍ରୀ ମିଶ୍ର, ଶ୍ରୀ ମଙ୍ଗରାଜ ଓ ଶ୍ରୀ ପଟ୍ଟନାୟକ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ବିଜେଡ଼ିରେ ଯାତ୍ରା କଳାକାରଙ୍କ ଯୋଗଦାନ ଫଳରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ସାଂସଦ ମାନସ ମଙ୍ଗରାଜ ଓ ଅନ୍ୟ ନେତୃବୃନ୍ଦ କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍‌ ହୋଇଥିବା ଯାତ୍ରା କଳାକାରମାନେ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁା କଳାକାରମାନଙ୍କ ବିକାଶ ଓ ସ୍ୱପ୍ନକୁ ସାକାର କରିବା ପାଇଁ ସର୍ବଦା କାର୍ଯ୍ୟ କରିଥାନ୍ତି ମୁଖ୍ୟମନ୍ତ୍ରୀଏବଂ ଆମେ ଆଗାମୀ ଦିନରେ ବିଜେଡ଼ି କିପରି ଆହୁରି ମଜଭୁତ ହେବ, ସେ ନେଇ ଆମ ସ୍ତରରେ କାର୍ଯ୍ୟଜାରି ରଖିବୁ ।

ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସାଂସଦ ମାନସ ମଙ୍ଗରାଜ ଓ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।

ଏହି ମିଶ୍ରଣ ପର୍ବରେ ଯାତ୍ରା କଳାକାର ବାପି ପଣ୍ଡା, ଦୈତାରୀ ପଣ୍ଡା, ଚୈତନ୍ୟ ପାଇକ, ରମେଶ ଚନ୍ଦ୍ର ନାୟକ, ଶିବରାମ ପ୍ରଧାନ, ସୁବାସ ବେହେରା ଏବଂ ବିଭିନ୍ନ ଜିଲ୍ଲାର ଯାତ୍ରା କଳାକାରମାନଙ୍କ ମଧ୍ୟରେ ରତିକାନ୍ତ ପରିଡ଼ା, ଆଦିକନ୍ଦ ନାୟକ, ଶୁଭେନ୍ଦୁ ଲେଙ୍କା, ସଞ୍ଜୟ କୁମାର ଦାସ, ହୃଷିକେଶ ମିଶ୍ର, ଅସିତ୍ କୁମାର ଜେନା, ମନୋଜ ବାରିକ, ହିରନ୍ୟା ବେହେରା, ବିଜୟ କୁମାର ବିଶ୍ୱାଳ, ପ୍ରତାପ ରୁଦ୍ର ପାତ୍ର, ରାଜେନ୍ଦ୍ର କୁମାର ପତି, ତପନ ମଲ୍ଲିକ, ବ୍ରଜ ସୁନ୍ଦର ମଲ୍ଲିକ, ଶରତ ଚନ୍ଦ୍ର ସାହୁ, ଲିଙ୍ଗରାଜ ପାଣିଗ୍ରାହୀ, ପଲାରାଜୁ ପବନ, ଅନିରୁଦ୍ଧ ପାଇକ, ଶଙ୍କରପୋଢ଼, ସୌଭାଗ୍ୟହରିପାଲ, ପୁରଷୋତ୍ତମ ସଗରିଆ, ପୂର୍ଣିର୍ମା ଚତ୍ରିଆ, ତ୍ରିଶୂଳିଆ ବେହେରା, ଡେଜିରାଣୀ ସ୍ୱାଇଁ। ଏହିସବୁ ନେତୃବୃନ୍ଦଙ୍କ ସହ ସାରା ରାଜ୍ୟରୁ ୩୫୦ରୁ ଊର୍ଦ୍ଧ୍ୱ ଯାତ୍ରା କଳାକାର ଆଜି ଏହି ଅବସରରେ ବିଜେଡ଼ିରେ ସାମିଲ୍‌ ହୋଇଥିଲୋ ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ବିଜେଡିରେ ଯୋଗଦେଲେ ବାଲେଶ୍ବରର ବହୁ କଂଗ୍ରେସ ନେତା

ଭୁବନେଶ୍ୱର: ବସ୍ତା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଲିଆପାଳ ବ୍ଲକର ଶ୍ରୀରାମପୁର ଗ୍ରାମ ପଞ୍ଚାୟତର ସରପଞ୍ଚ ଦେବ କୁମାର ଦେ ଆଜି ଶଙ୍ଖ ଭବନ ଠାରେ ମନ୍ତ୍ରୀ ତଥା ବାଲେଶ୍ୱର ଜିଲ୍ଲା ପର୍ଯ୍ୟବେକ୍ଷକ ଶ୍ରୀ ପ୍ରତାପ କେଶରୀ ଦେବ ଓ ରାଜ୍ୟସଭା ସାଂସଦ ଶ୍ରୀ ମାନସ ରଞ୍ଜନ ମଙ୍ଗରାଜଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି ।

ଦଳରେ ସାମିଲ୍‌ ହୋଇଥିବା ଶ୍ରୀ ଦେଙ୍କୁ ଉପଢୌକନ ଦେଇ ଶ୍ରୀ ଦେବ ଓ ଶ୍ରୀ ମଙ୍ଗରାଜ ଦଳକୁ ସ୍ୱାଗତ କରିଥିଲେ। ଦେବ କୁମାର ଦେଙ୍କ ଯୋଗଦାନ ଫଳରେ ବିଶେଷ କରି ବାଲିଆପାଳ ବ୍ଲକ ଏବଂ ବସ୍ତା ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ମନ୍ତ୍ରୀ ଶ୍ରୀ ଦେବ ଓ ସାଂସଦ ଶ୍ରୀ ମଙ୍ଗରାଜ କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍‌ ହୋଇଥିବା କଂଗ୍ରେସ ନେତା ଦେବ କୁମାର ଦେ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ ମୁଁ ଦୀର୍ଘ ଦିନ ଧରି କଂଗ୍ରେସରେ ଥିଲିା କଂଗ୍ରେସର କାର୍ଯ୍ୟଶୈଳୀ ଓ ନୀତି ନୈତିକତାରେ ଅତିଷ୍ଠ ହୋଇ ପଡ଼ିଥିଲି। ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି।

ଆଗାମୀ ଦିନରେ ବାଲିଆପାଳ ବ୍ଲକରେ ବିଜେଡ଼ି ସଂଗଠନ କିପରି ସୁଦୃଢ଼ ହେବ ସେ ନେଇ କାର୍ଯ୍ୟ କରିବା ସହ ଦଳ ଯେଉଁ ଦାୟିତ୍ୱ ଦେବ ତାକୁ ସୂଚାରୁ ରୂପେ ତୁଲାଇବି। ଦଳରେ ମୋତେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି।

ଏହି ମିଶ୍ରଣ ପର୍ବରେ ନେପୂରା ବୋର୍ଡ଼ ସେବା ସମବାୟ ସମିତିର ଡାଇରେକ୍ଟର ତଥା ବରିଷ୍ଠ କଂଗ୍ରେସ ନେତା ଝାଡ଼େଶ୍ୱର ବେହେରା, ନିତ୍ୟାନନ୍ଦ ପାତ୍ର, ଶ୍ରୀ ରାମପୁର ଗ୍ରାମ ପଞ୍ଚାୟତର ପୂର୍ଣ୍ଣଚନ୍ଦ୍ର ଦେ, ଗଙ୍ଗାଧର ପାତ୍ର, ଗୌରମୋହନ ଜେନା, ଗଦାଧର ଜେନା, ମିହିର ମିଶ୍ର, ବୈକୁଣ୍ଠ ବିଶ୍ୱା, ରଘୁନାଥ ବିଶ୍ୱାଳଙ୍କ ସହ ଶତାଧିକ କଂଗ୍ରେସ କର୍ମୀ ସାମିଲ ହୋଇଥିଲେ।

ଏହି ମିଶ୍ରଣ ପର୍ବରେ ପୂର୍ବତନ ସାଂସଦ ତଥା ଖୋର୍ଦ୍ଧା ଜିଲ୍ଲା ପର୍ଯ୍ୟବେକ୍ଷକ ରବୀନ୍ଦ୍ର କୁମାର ଜେନା,ରାଜ୍ୟ ସମ୍ପାଦକ ତଥା ବାଲେଶ୍ୱର ଓ ଜଳେଶ୍ୱର ନିର୍ବାଚନ ମଣ୍ଡଳୀର ସହ ପର୍ଯ୍ୟବେକ୍ଷକ ରଞ୍ଜିତ ମହାପାତ୍ର ଏବଂ ରାଜ୍ୟ ବିଜୁ ମହିଳା ଜନତା ଦଳର କାର୍ଯ୍ୟକାରୀ ସଭାପତି ସୁବାସିନୀ ଜେନା ପ୍ରମୁଖ ଉପସ୍ଥିତ ଥିଲେ। ଏହି ମିଶ୍ରଣ ପର୍ବରେ ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

ବିଜେଡିରେ ମିଶିଲେ ବିଜେପି ଜିଲ୍ଲା ପରିଷଦ ପ୍ରାର୍ଥୀ, କହିଲେ ଘରକୁ ବାହୁଡିଲି

ଭୁବନେଶ୍ୱର: ଅନୁଗୁଳ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅନୁଗୁଳ ବ୍ଲକର ୨୦୨୨ ର ବିଜେପି ଜିଲ୍ଲା ପରିଷଦ ପ୍ରାର୍ଥୀ ଦୁର୍ଗା ଚରଣ ପ୍ରଧାନ ଆଜି ଶଙ୍ଖ ଭବନ ଠାରେ ପୂର୍ବତନ ମନ୍ତ୍ରୀ ତଥା ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଦଳରେ ସାମିଲ୍‌ ହୋଇଥିବା ଶ୍ରୀ ପ୍ରଧାନଙ୍କୁ ଉପଢୌକନ ଦେଇ ଶ୍ରୀ ଜେନା ଦଳକୁ ସ୍ୱାଗତ କରିଥିଲେ। ଶ୍ରୀ ପ୍ରଧାନଙ୍କ ଏହା ହେଉଛି ଘରବାହୁଡ଼ା ଏବଂ ବିଜୁ ଜନତା ଦଳରେ ତାଙ୍କ ଯୋଗଦାନ ଫଳରେ ବିଶେଷ କରି ଅନୁଗଳ ବ୍ଲକ ଏବଂ ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ବିଧାୟକ ଶ୍ରୀଜେନା କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍‌ ହୋଇଥିବା ବିଜେପି ନେତା ଦୁର୍ଗା ଚରଣ ପ୍ରଧାନ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ ମୁଁ ଦୀର୍ଘଦିନ ଧରି ବିଜେଡ଼ିରେ ଥିଲି, କିଛିଦିନ ପାଇଁ ବିଜେପିରେ ସାମିଲ୍‌ ହୋଇଥିଲି । ବିଜେପିର କାର୍ଯ୍ୟଶୈଳୀ ମୋତେ ଭଲ ନ ଲାଗିବାରୁ ମୁଁ ପୁନର୍ବାର ବିଜେଡ଼ିକୁ ଫେରିବାକୁ ମନସ୍ଥକଲି।

ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲିା ଦଳରେ ମୋତେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛିା

ଏହି ମିଶ୍ରଣ ପର୍ବରେ ପୂର୍ବତନ ଉପବାଚସ୍ପତି ତଥା ଅନୁଗୁଳ ବିଧାୟକ ରଜନୀକାନ୍ତ ସିଂ, ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ, ଅନୁଗୁଳ ଜିଲ୍ଲା ସହ ପର୍ଯ୍ୟବେକ୍ଷକ କୁନବିହାରୀ ଦାସ, ଅନୁଗୁଳ ଜିଲ୍ଲା ସଭାପତି ମହେନ୍ଦ୍ ରବସ୍ତିଆ ପ୍ରମୁଖ ଉପସ୍ଥିତ ଥିଲେ। ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଶତାଧିକ ସମର୍ଥକଙ୍କ ସହ କଂଗ୍ରେସ ନେତା ନାରାୟଣ ଜେନା ବିଜେଡିରେ ସାମିଲ

ଭୁବନେଶ୍ୱର: ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀର କଂଗ୍ରେସ ନେତା ନାରାୟଣ ପ୍ରସାଦ ଜେନାଙ୍କ ସହ ଶତାଧିକ କଂଗ୍ରେସ କର୍ମୀ ଆଜି ଶଙ୍ଖ ଭବନଠାରେ ଦଳର ଉପସଭାପତି ତଥା ବିଧାୟକଶ୍ରୀ ଦେବୀ ପ୍ରସାଦ ମିଶ୍ର ଓ ରାଜ୍ୟସଭା ସାଂସଦ ଶ୍ରୀ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଦଳରେ ସାମିଲ୍‌ ହୋଇଥିବା ଶତାଧିକ କଂଗ୍ରେସ କର୍ମୀଙ୍କୁ ଉପଢୌକନ ଦେଇ ଶ୍ରୀ ମଙ୍ଗରାଜ ଦଳକୁ ସ୍ୱାଗତ କରିଥିଲେ । ବିଜୁ ଜନତା ଦଳରେ କଂଗ୍ରେସକର୍ମୀଙ୍କ ଯୋଗଦାନ ଫଳରେ ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ସାଂସଦ ଶ୍ରୀ ମଙ୍ଗରାଜ କହିଥିଲେ ।

ଏହି ଅବସରରେ ବିଜେଡ଼ିରେ ସାମିଲ୍‌ ହୋଇଥିବା କଂଗ୍ରେସ ନେତା ନାରାୟଣ ପ୍ରସାଦ ଜେନା ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗଦେଲୁ ବୋଲି କହିଥିଲେ। ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ,ସାଂସଦ ମାନସ ମଙ୍ଗରାଜ ଓ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ବୋଲି ପ୍ରକାଶ କରିଥିଲେ ।

ଏହି ମିଶ୍ରଣ ପର୍ବରେ କନକପୁର ଗ୍ରାମପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ତଥା କନକପୁର ସମବାୟ ସମିତି ସଭାପତି ଅଜୟ କୁମାର ରାଉଳ, କନକପୁର ଗ୍ରାମ ପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ପର୍ଶୁରାମ ଭଟ୍ଟ, କନକପୁର ଗ୍ରାମପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ସତ୍ୟଭୂଷଣ ଦାସ, ପୂର୍ବତନ ନାଏବ ସରପଞ୍ଚ କ୍ଷୀରୋଦ ଚନ୍ଦ୍ରସେଠୀ ଯୋଗଦେଇଛନ୍ତି।

ସେହିପରି ଗୋବିନ୍ଦପୁର ପାଣି ପଞ୍ଚାୟତର ସଭାପତି ରଶ୍ମି ରଞ୍ଜନ ପରିଜା, ତିର୍ତ୍ତୋଲ ବ୍ଲକ କଂଗ୍ରେସ କମିଟି ଉପସଭାପତି ସଞ୍ଜୟ ମହାନ୍ତି, ତିର୍ତ୍ତୋଲ ବ୍ଲକର ବରିଷ୍ଠ କଂଗ୍ରେସ ନେତା ନୃସିଂହ ଚରଣ ଲେଙ୍କା, ଅଶୋକ କୁମାର ସାହୁ, ପ୍ରଫୁଲ୍ଲ ଚନ୍ଦ୍ର ଭଟ୍ଟ, ଜଗତସିଂହପୁର ଜିଲ୍ଲା ଛାତ୍ର କଂଗ୍ରେସ ସମ୍ପାଦକ ଶୁଭ୍ରଜିତ ଲେଙ୍କା, ତିର୍ତ୍ତୋଲ ବ୍ଲକ ଯୁବ କଂଗ୍ରେସ ସମ୍ପାଦକ ଦେବୀ ପ୍ରସାଦ ରାଉଳ ଓ ଦୀନେଶ ମହାନ୍ତିଙ୍କ ସମେତ ଶତାଧିକ କଂଗ୍ରେସ କର୍ମୀ ବିଜେଡ଼ିରେ ସାମିଲ୍‌ ହୋଇଥିଲେ। ଏହି ମିଶ୍ରଣ ପର୍ବରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।