Categories
ଆଜିର ଖବର ରାଜ୍ୟ ଖବର

ବିଜେପିର ପ୍ରଥମ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ, ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ବର: କାମାକ୍ଷାନଗର ପୂର୍ବତନ ବିଧାୟକ ତଥା ବିଜେପିର ପ୍ରଥମ ବିଧାୟକ ପ୍ରସନ୍ନ କୁମାର ପଟ୍ଟନାୟକଙ୍କ ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କପ  ୭୪ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘଦିନ ହେବ ଅସୁସ୍ଥ ଥିବାରୁ ଭୁବନେଶ୍ବରର ଏକ ଘରୋଇ ହସପିଟାସଲରେ ଚିକିତ୍ସା ଚାଲିଥିଲା। ଚିକିତ୍ସାଧିନ ଅବସ୍ଥାରେ ଗତକାଲି ବିଳମ୍ବିତ ରାତିରେ ତାଙ୍କର ପରଲୋକ ହୋଇଛି।

ପ୍ରସନ୍ନ କୁମାର ପଟ୍ଟନାୟକ ତିନି ଥର କାମାକ୍ଷାନଗରରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଜନତା ଦଳରୁ ଦୁଇଥର ଓ ଓଡିଶାରୁ ପ୍ରଥମ ବିଜେପି ବିଧାୟକ ଭାବେ ବିଜୟୀ ହୋଇଥିଲେ । କାମାକ୍ଷାନଗର ନିର୍ବାଚନ ମଣ୍ଡଳୀରେ ଶିକ୍ଷାକ୍ଷେତ୍ରରେ ଅନେକ କାର୍ଯ୍ୟ କରିଥିଲେ ପ୍ରସନ୍ନ ପଟ୍ଟନାୟକ। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦୁଃଖ ପ୍ରକାଶ କରିଛନ୍ତି।