Categories
ଆଜିର ଖବର ରାଜ୍ୟ ଖବର

ବିଜେଡି ସରକାର ବିରୋଧରେ ଆଜିଠାରୁ ବିଜେପି କରିବ ଆନ୍ଦୋଳନ

ଭୁବନେଶ୍ୱର: ବିଜେଡି ସରକାରକୁ ଗାଦିଚ୍ୟୁତ କରିବା ପାଇଁ ବିଜେପି ଆଜିଠାରୁ ଆରମ୍ଭ କରିବ ଆନ୍ଦୋଳନ। ମୁଖ୍ୟତଃ ବିଜେଡି ସରକାର ଦୁର୍ନିତିରେ ଲିପ୍ତ ଥିବା ଅଭିଯୋଗ ନେଇ ଏହି ଆନ୍ଦୋଳନ ଡାକରା ଦେଇଛି ବିଜେପି।

ଆଜି କ୍ରାନ୍ତି ଦିବସରୁ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ଗ୍ରାମ ପଂଚାୟତ ସମେତ ପୈାରାଂଚଳ ଓ ମହାନଗର ନିଗମର ସମସ୍ତ ୱାର୍ଡର ପ୍ରମୁଖ ସ୍ଥାନମାନଙ୍କରେ ଆନ୍ଦୋଳନାତ୍ମକ କାର୍ଯ୍ୟକ୍ରମ ହେବ ବୋଲି ରାଜ୍ୟ ଗଣମାଧ୍ୟମ ମୁଖ୍ୟ ଶ୍ରୀ ଦିଲୀପ ମଲ୍ଲିକ ସୁଚନା ଦେଇଛନ୍ତି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଓ ଅର୍ଚ୍ଚନାନାଗଙ୍କ ପ୍ରସଙ୍ଗରେ ବିକ୍ଷୋଭ କଲା ବିଜେପି

ଭୁବନେଶ୍ୱର : ପୁରୀ ଜିଲ୍ଲା ଗୋପ ବ୍ଲକ ୧୧ନଂ ଜିଲ୍ଲା ପରିଷଦ ସଭ୍ୟ ସ୍ୱର୍ଗତଃ ଧର୍ମେନ୍ଦ୍ର ସାହୁ ମୃତ୍ୟୁ ସହିତ ଗଣଶିକ୍ଷାମନ୍ତ୍ରୀ ସମୀର ଦାଶଙ୍କ ସମ୍ପୃକ୍ତି ଓ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ପ୍ରସଙ୍ଗରେ ଆଜି ନବୀନ ନିବାସ ଘେରାଉ କରିଛି ଭାରତୀୟ ଜନତା ପାର୍ଟି। ଏହି ଘଟଣାରେ ଏକ ନିରପେକ୍ଷ ତଦନ୍ତ ଦାବୀ କରି ଏହି ଆନ୍ଦୋଳନ କରିଛି ବିଜେପି।

ଏହି ବିକ୍ଷୋଭ କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ ମୁଖପାତ୍ର ଡ.ସମ୍ବିତ ପାତ୍ର, ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ, ଡ. ଲେଖାଶ୍ରୀ ସାମନ୍ତସିଂହାର, ଉପସଭାନେତ୍ରୀ ପ୍ରଭାତୀ ପରିଡା, ଅନିତା ଶୁଭଦର୍ଶୀନି ପଟ୍ଟନାୟକ, ରାଜ୍ୟ ମୁଖପାତ୍ର ଦିଲୀପ ମହାନ୍ତି, ସୋନାଲୀ ସାହୁ, ଗଣମାଧ୍ୟମ ମୁଖ୍ୟ ଦିଲୀପ ମଲ୍ଲିକ, ରାଜ୍ୟ ସଂପାଦିକା ପିଙ୍କି ପ୍ରଧାନ, ମହିଳା ମୋର୍ଚ୍ଚା ଉପସଭାନେତ୍ରୀ କସ୍ତୁରୀ ମିଶ୍ର, ଭୁବନେଶ୍ୱର ଜିଲ୍ଲା ସଭାପତି ବାବୁ ସିଂ, ପୁରୀ ଜିଲ୍ଲା ସଭାପତି ଆର୍ଶ୍ରିତ ପଟ୍ଟନାୟକ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶାରଦା ପ୍ରଧାନ ପ୍ରମୁଖ ନେତୃତ୍ୱ ନେଇଥିଲେ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଧର୍ମେନ୍ଦ୍ର ସାହୁ ମୃତ୍ୟୁ ଓ ଅର୍ଚ୍ଚନା ନାଗ ସ୍କାଣ୍ଡାଲର ନିରପେକ୍ଷ ତଦନ୍ତ ଦାବୀ କରି ବିଜେପିର ଧାରଣା

ଭୁବନେଶ୍ୱର :  ପୁରୀ ଜିଲ୍ଲା ନିମାପଡା ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣା ଓ ଭୁବନେଶ୍ୱରର ଅର୍ଚ୍ଚନା ନାଗ କେଳେଙ୍କାରୀ ଘଟଣାର ନିରପେକ୍ଷ ତଦନ୍ତ ଦାବୀ କରି ଆଜି ବିଜେପି ତରଫରୁ ଧାରଣା ଦିଆଯାଇଛି। ଆଜିଠାରୁ ୫୮ଟି ସବଡିଭିଜନରେ ଏହି ଆନ୍ଦୋଳନ କରାଯାଉଛି। ଯଥାଶୀର୍ଘ ରାଜ୍ୟ ସରକାର ଶ୍ରୀ ସାହୁଙ୍କୁ ଓ ଅର୍ଚ୍ଚନା କଳାକାରନାର ପର୍ଦ୍ଦାଫାସ କରନ୍ତୁ ବୋଲି ଦାବୀ କରାଯାଇଛି।

ଏହି ଅବସରରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସଜ୍ଜନ ଶର୍ମା, ଜୟପ୍ରକାଶ ମିଶ୍ର, କର୍ଣ୍ଣଲ ବିରେନ୍ଦ୍ର ବସ୍ତିୟା, ପଦ୍ମନାଭ ଦାସ, କିଶୋର ମଙ୍ଗରାଜ, ଶ୍ୟାମସୁନ୍ଦର ପାଇକରାୟ, ହିମାଂଶୁ ମହାନ୍ତି, ଭଗବାନ ପାଢ଼ୀ, ପୂର୍ଣ୍ଣଚନ୍ଦ୍ର ସେନାପତି, ବିବେକ ନାୟକ, ଗୋପାଳ କୁଣ୍ଡୁ, ନାରାୟଣ ବେହେରା, ସନତ ଭୋଇ ଓ କାହ୍ନୁ ଚରଣ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।

Categories
ଆଜିର ଖବର ରାଜ୍ୟ ଖବର

ଧର୍ମେନ୍ଦ୍ର ଆତ୍ମହତ୍ୟା, ଅର୍ଚ୍ଚନା ବ୍ଲାକମେଲିଂର ନିରପକ୍ଷ ତଦନ୍ତ ଦାବୀ କରି ସବ୍‌ଡିଭିଜନ ଘେରିବ ବିଜେପି

ଭୁବନେଶ୍ୱର : ନିମାପଡା ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣା, ଭୁବନେଶ୍ୱରର ଅର୍ଚ୍ଚନା ନାଗ କେଳେଙ୍କାରୀ ସମେତ ରାଜ୍ୟରେ ଘଟିଥିବା ଯୌନ କେଳେଙ୍କାରୀ, ଦୁର୍ନୀତି ବିରୋଧରେ ସବଜିଭିଜନ ଘେରିବ ବିଜେପି। ଆଦି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ

ଆଜି ସାମ୍ବାଦିକ ସମ୍ମିଳନୀରେ ବିଜେପି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି, ସମୀର ଦାଶ ସ୍ୱର୍ଗତଃ ସାହୁଙ୍କ ପତ୍ନୀଙ୍କୁ ଡ୍ରଗ୍ସ ଦେଇ ଅନୈତିକ ସମ୍ପର୍କ ରଖିବା, ସ୍ୱର୍ଗତଃ ସାହୁ ଓ ଗଣଶିକ୍ଷାମନ୍ତ୍ରୀ ଶ୍ରୀ ଦାଶଙ୍କ ମଧ୍ୟରେ ଲକ୍ଷ ଲକ୍ଷ ଟଙ୍କା କାରବାର ଓ ବିନ୍ଦାସ ଚିନୁ ସେହି ଭିଡିଓ ଦେଖାଇ ସ୍ୱର୍ଗତଃ ସାହୁଙ୍କୁ ବ୍ଲାକମେଲିଂ କରି ପ୍ରତିମାସ ହଜାର ହଜାର ଟଙ୍କା ନେଉଥିବା ଅନ୍‌ଲାଇନ ଟ୍ରାଜେକ୍ସନ୍ ଓ ଅଡିଓ ଭାଇରାଲ ହେଉଛି ।

ସେହିପରି ଭାରତୀୟ ଜନତା ପାର୍ଟିର କାର୍ଯ୍ୟକର୍ତା ଏସିପି, ଡିସିପି ଓ ପୋଲିସ କମିଶନରଙ୍କୁ ବାରମ୍ବାର ଭେଟି ଅଭିଯୋଗ ଦେବା ସତ୍ୱେ କାହିଁକି କେସ୍‌ର ତଦନ୍ତ ଆଗଉ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ତଥା ଓଡ଼ିଶା ପୋଲିସ ଡିଜି ଏହାର ଉତର ରଖନ୍ତୁ । ଓଡ଼ିଶା ପୋଲିସ ସମ୍ବିଧାନକୁ ମାନିବା ସହ ନିଜର ବିବେକାନୁମୋଦିତ କାର୍ଯ୍ୟ କରିବା ଲାଗି ଲେଖାଶ୍ରୀ ଆହ୍ୱାନ ଦେଇଛନ୍ତି ।

ଯଦି ରାଜ୍ୟ ସରକାର ଏସବୁ ନିରପେକ୍ଷ ତଦନ୍ତ ନ କରନ୍ତି ତାହାଲେ ଆଗାମୀ ୭ଦିନ ଭିତରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ରାଜ୍ୟର ସମସ୍ତ ୫୮ଟି ସବଡିଭିଜନରେ ଆନ୍ଦୋଳନ ପ୍ରତିବାଦ କରାଯିବ ବୋଲି ଲେଖାଶ୍ରୀ ଚେତାବନୀ ଦେଇଛନ୍ତି । ଏହି ଅବସରରେ ରାଜ୍ୟ ଉପସଭାନେତ୍ରୀ ଶ୍ରୀମତୀ ପ୍ରଭାତି ପରିଡା, ଅନିତା ଶୁଭଦର୍ଶୀନି ପଟ୍ଟନାୟକ, ବରିଷ୍ଠ ନେତା ତଥା କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀ ସଜ୍ଜନ ଶର୍ମା, ବରିଷ୍ଠ ନେତା ଶ୍ରୀ ସୁଦର୍ଶନ ନାୟକ, ଗଣମାଧ୍ୟମ ମୁଖ୍ୟ ଶ୍ରୀ ଦିଲୀପ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ ।

Categories
ବିଶେଷ ଖବର ରାଜ୍ୟ ଖବର

ବିଜେପିର ଆନ୍ଦୋଳନକୁ ନାଟକ କହି ଏମିତି ସମାଲୋଚନା କଲା ବିଜେଡି, ଜାଣନ୍ତୁ କଣ

ଭୁବନେଶ୍ୱର: ରନ୍ଧନ ଗ୍ୟାସ ସମେତ ପେଟ୍ରୋଲ ଓ ଡିଜେଲର ଅହେତୁକ ଦର ବୃଦ୍ଧିରୁ ନଜର ହଟାଇବା ଲାଗି ବିଜେପି ହଙ୍ଗାମା କରି ଯେଭଳି ବିଧାନସଭାକୁ ଅଚଳ କଲେ, ତାହା ରାଜ୍ୟବାସୀ ଦେଖିଲେ। ବିଧାନସଭା ଭିତରେ ଲୋକଙ୍କ ଏହି ମୌଳିକ ସମସ୍ୟା ଉଠାଇବା ବଦଳରେ ହଙ୍ଗାମା କରିବା ପରେ ବିଜେପି ବିଧାୟକଦଳ ରାଜ୍ୟପାଳଙ୍କୁ ଭେଟି ଏଥିପାଇଁ ବିଜେଡିକୁ ଦାୟୀ କରି ଯେଉଁଭଳି ପାଲଟା ଅଭିଯୋଗ କଲେ, ତାହା ଅତ୍ୟନ୍ତ ହାସ୍ୟାସ୍ପଦ ଓ ଲଜ୍ଜାଜନକ। ବିଜେପିର ଏହି ଦୋମୁହାଁ ନୀତିକୁ ବିଜେଡି ପକ୍ଷରୁ ଦୃଢ ନିନ୍ଦା କରାଯାଇଥିବା କହିଛନ୍ତି ବିଜେଡି ମୁଖପାତ୍ର ଲେନିନ୍ ମହାନ୍ତି।

ମହାନ୍ତି ଏକ ପ୍ରେସ୍ ବିବୃତିରେ କହିଛନ୍ତି ଯେ ଓଡିଶାର ସାଧାରଣ ଲୋକେ ରନ୍ଧନ ଗ୍ୟାସ ଠାରୁ ଆରମ୍ଭ କରି ପେଟ୍ରୋଲ ଓ ଡିଜେଲର ଆକାଶଛୁଆ ଦରବୃଦ୍ଧିରେ ନୟାନ୍ତ ହୋଇ ପଡିଲେଣି। କେନ୍ଦ୍ର ସରକାର ଏହିସବୁ ସାମଗ୍ରୀର ଦର ନିୟନ୍ତ୍ରଣ କରିପାରୁ ନାହାନ୍ତି । ଏଥିରୁ ନଜର ହଟାଇବାପାଇଁ ବିଜେପି ବିଧାୟକମାନେ ଓଡିଶା ବିଧାନସଭାକୁ ଅଚଳ କରି ରଖିଲେ। ବାଚସ୍ପତି ବାରମ୍ବାର ସର୍ବଦଳୀୟ ବୈଠକ ଡାକି ବିଧାନସଭାରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିବାକୁ ଅନୁରୋଧ କଲେ।

ମାତ୍ର ବିଧାନସଭା ଚଳାଇ ନଦେବା ଲାଗି ବିଜେପି ବିଧାୟକମାନେ କେତେବେଳେ ଘଣ୍ଟ ବଜାଇଲେ ତ ଆଉ କେତେବେଳେ ହୋହଲ୍ଲା କଲେ ଏବଂ ବିଧାନସଭାକୁ ନିର୍ଦ୍ଧାରିତ ଅବଧି ପୂର୍ବରୁ ବନ୍ଦ କରିବାକୁ ବାଚସ୍ପତିଙ୍କୁ ବାଧ୍ୟ କଲେ । ବିଜେପିର ଏହି ନାଟକବାଜିକୁ ରାଜ୍ୟବାସୀ ଟିଭି ମାଧ୍ୟମରେ ଦେଖିବା ପରେ ବି ବିଜେପି କେଉଁ ମୁହଁରେ ରାଜ୍ୟପାଳଙ୍କୁ ବାଚସ୍ପତି ଓ ଶାସକ ଦଳ ବିରୋଧରେ ଫେରାଦ ଦେବାକୁ ଗଲା, ତାହା ବିସ୍ମୟ ସୃଷ୍ଟି କରିଛି । ରାଜ୍ୟବାସୀଙ୍କ ମୌଳିକ ସ୍ୱାର୍ଥକୁ ଉପେକ୍ଷା କରିବା ବିଜେପି ପାଇଁ ମହଙ୍ଗା ପଡ଼ିବ ବୋଲି ଶ୍ରୀ ମହାନ୍ତି କହିଛନ୍ତି ।

ରାଜ୍ୟ ବିଜେପିର ଏଭଳି ଆଚରଣ ଯୋଗୁଁ ଲୋକେ ଏହି ଦଳକୁ ଓଡିଶାରେ ବାରମ୍ବାର ପ୍ରତ୍ୟାଖାନ କରୁଛନ୍ତି । ଯେଉଁଥିପାଇଁ ବିଜେପିର ଆଗଧାଡିର ନେତାମାନେ ଜଣଙ୍କ ପରେ ଜଣେ ଦଳ ଛାଡୁଛନ୍ତି । ଆଗାମୀ ଦିନରେ ଏହା ଆହୁରି ବଢିବ । ରାଜ୍ୟ ବିଜେପିର ୮ଜଣ ଯାକ ସାଂସଦ ଦିଲ୍ଲୀରେ ଓଡିଶାବାସୀଙ୍କ ସ୍ୱାର୍ଥର ସୁରକ୍ଷା ଲାଗି ଲଢେଇ କରିବା ଲାଗି ଜଗନ୍ନାଥ ସେମାନଙ୍କୁ ସଦ୍‍ବୁଦ୍ଧି ଦେବାକୁ ବିଜେଡି ପ୍ରାର୍ଥନା କରୁଛି । କିନ୍ତୁ ବଜେପି ତାହା ନକରି ଦଳ ପକ୍ଷରୁ ଯେଭଳି ଲୋକଙ୍କ ମୌଳିକ ସମସ୍ୟାକୁ ଅଣଦେଖା କରି ରାଜ୍ୟ ବିଧାନସଭାକୁ ଅଚଳ କରାଗଲା ତାହାକୁ ଓଡିଶାବାସୀ ଦେଖିଛନ୍ତି ଓ ଆଗାମୀ ଦିନରେ ରାଜ୍ୟର ସଚେତନ ଲୋକେ ଏଭଳି ଦଳକୁ ଉଚିତ ଜବାବ ଦେବେ ବୋଲି ବିଜେଡି ମୁଖପାତ୍ର ଶ୍ରୀ ମହାନ୍ତି କହିଛନ୍ତି ।