Categories
ବିଶେଷ ଖବର ରାଜ୍ୟ ଖବର

ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ୨୦୨୪ ପାଇଁ ତିଆରି ହେଲା ରଣନୀତି

ଭୁବନେଶ୍ବର: ଆଜି ରାଜ୍ୟ ବିଜେପି ତାହାର କାର୍ଯ୍ୟକାରିଣୀ ବୈଠକରେ୨୦୨୪ ସାଧାରଣ ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ କରିଛି । ଏଥିପାଇଁ ଦଳ ଏକ ମାସ ସମୟ ନେଇଛି।  ଏହି ମାସେ ଭିତରେ ପ୍ରତି ବୁଥରେ ୨୦୦ରୁ ୨୫୦ ଲୋକଙ୍କ ପାଖକୁ ଯାଇ ମହାଜନସମ୍ପର୍କ ଅଭିଯାନ କରିବ ବିଜେପି।

ସେହିପରି ମଣ୍ଡଳ ସ୍ତରରେ ୪ଜଣିଆ ଟିମ୍ ଗଠନ କରିବାକୁ ନିଷ୍ପତି କରିଛି ଦଳ। ପ୍ରଦେଶ କାର୍ଯ୍ୟକାରିଣୀ ପରି ପ୍ରତି ଜିଲ୍ଲା ଓ ମଣ୍ଡଳରେ ମଧ୍ୟ ବୈଠକ କରାଯିବ। ଏହି ବୈଠକ ଚଳିତ ମେ ୨୫ ପୂର୍ବରୁ ଶେଷ କରାଯିବ। ସବୁ କାର୍ଯ୍ୟସମିତି ବୈଠକରେ ନିର୍ବାଚିତ ପ୍ରତିନିଧିମାନଙ୍କୁ ସାମିଲ କରାଯିବ।

ବିଜେପି ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଶେଶ୍ବର ଟୁଡୁଙ୍କ ସହିତ ପ୍ରଭାରୀ ସୁନୀଲ ବଂଶଲ, ଡି ପୁରେନ୍ଦରଶ୍ବରୀ ଏବଂ ଦଳର ବିଧାୟକ ଓ ସାଂସଦମାନେ ଯୋଗ ଦେଇଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଆସନ୍ତା ୨୦ରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ୱର: ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ବିଭିନ୍ନ ସାମାଜିକ ପ୍ରସଙ୍ଗକୁ ନେଇ ଆସନ୍ତା ୨୦ତାରିଖରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଭୁବନେଶ୍ୱରସ୍ଥିତ ହୋଟେଲ ନୁ୍ୟ ମ୍ୟାରିୟନଠାରେ ଅନୁଷ୍ଠିତ ହେବ। ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହେବ।

ଏହି ଗୁରୁତ୍ୱପୂର୍ଣ୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ତିନି କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ବିଶ୍ୱେଶର ଟୁଡୁ, କ୍ଷେତ୍ରୀୟ ପ୍ରଭାରୀ ଶ୍ରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ଶ୍ରୀମତୀ ଡି.ପୁରନେ୍ଦଶ୍ୱରୀଙ୍କ ସମେତ ସମସ୍ତ ସାଂସଦ ଓ ବିଧାୟକ, ରାଷ୍ଟ୍ରୀୟ ପଦାଧିକାରୀ, ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି, ଜିଲ୍ଲା ପ୍ରଭାରୀ ଏବଂ ବିଭିନ୍ନ ମୋର୍ଚ୍ଚା ସଭାପତିମାନେ ଯୋଗ ଦେବେ।

କେନ୍ଦ୍ରରେ ମୋଦି ସରକାରଙ୍କ ୯ବର୍ଷ ପୂର୍ତି ଏବଂ ରାଜ୍ୟରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର କାର୍ଯ୍ୟକାରିତାକୁ ନେଇ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଆଲୋଚନା ହେବ ବୋଲି ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ଗୋଲକ ମହାପାତ୍ର ସୁଚନା ଦେଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆସନ୍ତାକାଲି ରାଜ୍ୟ ବିଜେପିର କାର୍ଯ୍ୟକାରିଣୀ, ଆଜି ପଦାଧିକାରୀ ବୈଠକ

ଭୁବନେଶ୍ୱର : ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଆସନ୍ତା ୨୨ତାରିଖରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ପଦାଧିକାରୀ, ଜିଲ୍ଲା ସଭାପତି ଓ ପ୍ରଭାରୀ ବୈଠକ ଆଜି ଅପରାହ୍ନରେ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହେବ।

ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହେବାକୁ ଥିବା ଏହି ଗୁରୁତ୍ୱପୂର୍ଣ୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ସମସ୍ତ କେନ୍ଦ୍ରମନ୍ତ୍ରୀ କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ଶ୍ରୀମତୀ ଡି.ପୁରନ୍ଦେଶ୍ୱରୀ, ସମସ୍ତ ସାଂସଦ ଓ ବିଧାୟକ, ରାଷ୍ଟ୍ରୀୟ ପଦାଧିକାରୀ, ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି, ଜିଲ୍ଲା ପ୍ରଭାରୀ ଏବଂ ବିଭିନ୍ନ ମୋର୍ଚ୍ଚା ସଭାପତିମାନେ ପ୍ରମୁଖ ଯୋଗ ଦେବେ ।

୨୨ତାରିଖରେ ହେବାକୁ ଥିବା ଏହି କାର୍ଯ୍ୟକାରିଣୀ ବୈଠକ ଭୁବନେଶ୍ୱରର ହୋଟେଲ ପଦ୍ମଜା ପ୍ରିମିୟମ, ଚନ୍ଦ୍ରଶେଖରପୁରଠାରେ ଅନୁଷ୍ଠିତ ହେବ ବୋଲି ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।

Categories
ଜାତୀୟ ଖବର ବିଶେଷ ଖବର

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ କାହିଁକି କରିବେ ଶକ୍ତି ପ୍ରଦର୍ଶନ?

ନୂଆଦିଲ୍ଲୀ: ଆଜିଠାରୁ ଭାରତୀୟ ଜନତା ପାର୍ଟିର ଜାତୀୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଆଗାମୀ ନିର୍ବାଚନ ପାଇଁ ଦଳ ତରଫରୁ ଆରମ୍ଭ ହେବ ରଣନୀତି। ସେଥିପାଇଁ ଦଳ ତରଫରୁ ବଡ ପ୍ରସ୍ତୁତି କରାଯାଇଛି। ତେବେ ଏହି ବୈଠକ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜଧାନୀରେ କରିବେ ନିଜର ଶକ୍ତି ପ୍ରଦର୍ଶନ।

ଏହି ବୈଠକରେ ଯୋଗଦେବା ପାଇଁ ମୋଦୀ ନୂଆଦିଲ୍ଲୀରେ ଏକ ରୋଡ ସୋର ଆୟୋଜନ କରିଛନ୍ତି। ସେ ଲୋକମାନଙ୍କୁ ଅଭିନନ୍ଦନ ଜଣାଇ ବୈଠକରେ ଯୋଗଦେବେ। ସେଥିପାଇଁ ଦଳ ତରଫରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଏପରିକି ଏହାକୁ କିପରି ସିଧାପ୍ରସାଣ କରାଯିବ ସେ ନେଇ ମଧ୍ୟ ଦଳ ପ୍ରସ୍ତୁତି କରିଛି।

ଆଜି ଅପରାହ୍ଣ ୩ଟାରେ ପ୍ରାଧାନମନ୍ତ୍ରୀଙ୍କ ଏହି ରୋଡ୍ ଶୋ ଅନୁଷ୍ଠିତ ହେବ। ସେଥିପାଇଁ ଦିଲ୍ଲୀ ପ୍ରଶାସନ ତରଫରୁ ମଧ୍ୟ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଏପରିକି ମୋଦୀ ଯାଉଥିବା ରାସ୍ତାକୁ ସଂପୂର୍ଣ୍ଣ ସିଲ କରିଦିଆଯାଇଛି। କେବଳ ଚାଲିଚାଲି ଯିବା ପାଇଁ ଅନୁମତି ରହିବ। ତେବେ ସେହି ରାସ୍ତାରେ ଯିବା ଥିବା ଗାଡିମୋଟରକୁ ଅନ୍ୟ ରାସ୍ତାକୁ ପରିବର୍ତ୍ତନ କରାଯାଇଛି। ସେଥିପାଇଁ ଦିଲ୍ଲୀ ଟ୍ରାଫିକ ପୋଲିସ ତରଫରୁ ସୂଚନା ଦିଆଯାଇଛି।

ଏପରି ରୋଡ ସୋ’ର କାହିଁକି ହେଲା ଆୟୋଜନ

ନିକଟରେ ଦିଲ୍ଲୀରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ ବିରାଟ ଭାରତ ଯୋଡ ଯାତ୍ରାର ଆୟୋଜନ କରିଥିଲେ। ଯାହାକି ଜାତୀୟ ରାଜନୀତିରେ ବେଶ ହଇଚଇ ସୃଷ୍ଟି କରିଥିଲା। ଏପରିକି ଜାତୀୟ ରାଜନୀତିରେ ଏହା ଚହଳ ସୃଷ୍ଟି କରିଥିଲା। ସେହିପରି ରାହୁଳଙ୍କ ସାରା ଭାରତରେ କରୁଥିବା ପଦଯାତ୍ରା ପ୍ରତି ଲୋକଙ୍କର ଆଗ୍ରହ ବଢିବାରେ ଲାଗିଛି।

ତାହାକୁ ଟକ୍କର ଦେବା ପାଇଁ ମୋଦି କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ ଏପରି ଏକ ବଡ ଆୟୋଜନ କରିବାକୁ ନିଷ୍ପତି କରିଛନ୍ତି। ଅନ୍ୟପକ୍ଷରେ ଚଳିତ ବର୍ଷ ନଅ ଟି ରାଜ୍ୟର ବିଧାନସଭା ନିର୍ବାଚନ ମଧ୍ୟ ହେବାକୁ ଯାଉଛି। ଫଳରେ ଗୋଟିଏ ଗୁଳିରେ ଦୁଇଟି ଶିକାର କରିବା ପାଇଁ ମୋଦୀ ଏହି ରୋଡ ସୋ ର ଆୟୋଜନ କରିଛନ୍ତି।

Categories
ଆଞ୍ଚଳିକ

ଚିଲିକା: ସିଦ୍ଧେଶ୍ବରୀ ମଣ୍ଡଳର ବିଜେପି କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

ସୀତାରାମ ଅଗ୍ରୱାଲ

ଚିଲିକା: ଆଜି ଚିଲିକା ବିଧାନସଭା କ୍ଷେତ୍ର ଅନ୍ତର୍ଗତ ସିଦ୍ଧେଶ୍ବରୀ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ମଣ୍ଡଳ ସଭାପତି ସୌମ୍ୟ ରଂଜନ ସାମନ୍ତରାୟଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଗମ୍ଭାରିମୁଣ୍ଡା ସ୍ଥିତ ପତିତପାବନ କଲ୍ୟାଣ ମଣ୍ଡପରେ ଏହି ବୈଠକ ଅନୁଷ୍ଠିତ ହୋଇଯାଇଅଛି।

ଉକ୍ତ ବୈଠକରେ ଦଳର ରାଷ୍ଟ୍ରୀୟ ପ୍ରବକ୍ତା ତଥା ପୁରୀ ଲୋକସଭା ପ୍ରାର୍ଥୀ ଡଃ ସମ୍ବିତ ପାତ୍ର, ଦଳର ପ୍ରଦେଶ ସାଧାରଣ ସଂପାଦକ ତଥା ଚିଲିକା ବିଧାନସଭା କ୍ଷେତ୍ର ବିଧାୟକ ପ୍ରାର୍ଥୀ ପୃଥ୍ୱୀରାଜ ହରିଚନ୍ଦନ, ଖୋର୍ଦ୍ଧା ଜିଲ୍ଲା ସଭାପତି ରଶ୍ମି ରଂଜନ ମହାପାତ୍ର, ଖୋର୍ଦ୍ଧା ଜିଲ୍ଲା ପୂର୍ବତନ ଜିଲ୍ଲା ସଭାପତି ନିକୁଞ୍ଜ କିଶୋର ପଟ୍ଟନାୟକ, ଜିଲ୍ଲା ସାଧାରଣ ସଂପାଦକ ଦୁଷ୍ମନ୍ତ ହରିଚନ୍ଦନ, ପୁରୀ ଲୋକସଭା ପ୍ରବାସ ଯୋଜନା ପ୍ରଭାରୀ ଅମୀୟ ଦାସ, ସହ-ପ୍ରଭାରୀ ଶଙ୍କର ପରିଡା, ଚିଲିକା ବିଧାନସଭା ପ୍ରଭାରୀ ରତିକାନ୍ତ ଦାସ, ଦଳର ମାର୍ଗଦର୍ଶକ ତଥା ବରିଷ୍ଠ ଡ଼ାକ୍ତର ସୁରେନ୍ଦ୍ର ନାଥ ଦାସ,୧୩ ନଂ ଜୋନ ଜିଲ୍ଲା ପରିଷଦ ସଦସ୍ୟା ରୋଜିତା ପ୍ରଧାନ, ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷ ମାଧବ ଚନ୍ଦ୍ର ଦଳାଇ, ବାଣପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ ବ୍ଲକ ଉପାଧ୍ୟକ୍ଷା ରିନା ଦେଇ, ଦଳ ବରିଷ୍ଠ ନେତା ଗୋଲଖ ବିହାରୀ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହିଥିଲେ। ଆଗାମୀ ଦିନରେ ପୁରୀ ଲୋକସଭା କ୍ଷେତ୍ର ଓ ଚିଲିକା ବିଧାନସଭା କ୍ଷେତ୍ରରେ ଭାରତୀୟ ଜନତା ପାର୍ଟିର କିପରି ବିଜୟ ହେବ ଏବଂ ବୁଥ୍ ସ୍ତର ଠାରୁ ଆରମ୍ଭ କରି ତ୍ରିଦେବ ଶକ୍ତି କେନ୍ଦ୍ର ପର୍ଯ୍ୟନ୍ତ କାର୍ଯ୍ୟକର୍ତ୍ତା ଯୋଡ଼ି ହୋଇ କିପରି ସୁଚାର ରୂପେ କାର୍ଯ୍ୟ କରିବେ ସେ ବିଷୟରେ ନେତାମାନେ ମାର୍ଗଦର୍ଶନ କରିଥିଲେ।

ପରିଶେଷରେ ଦକ୍ଷ ସଂଗଠକ ତଥା ୧୩ ନଂ ଜୋନ୍ ଯୁବ ନେତା ତପନ କୁମାର ପ୍ରଧାନ ଧନ୍ୟବାଦ୍ ଅର୍ପଣ କରିଥିଲେ।