Categories
ଆଜିର ଖବର ଜାତୀୟ ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେପିରେ ସାମିଲ ହେଲେ ବିଜେଡି ନେତା ବିମ୍ବାଧର କୁଅଁର ଏବଂ ନିବେଦିତା ନାୟକ

ଭୁବନେଶ୍ୱର: ବିଜେଡି ପରିତ୍ୟାଗ କରି ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ଉପସଭାପତି ବିମ୍ବାଧର କୁଅଁର ଏବଂ ବିଜୁ ମହିଳା ଜନତା ଦଳର ବରିଷ୍ଠ ରାଜ୍ୟ ଉପସଭାନେତ୍ରୀ ଶ୍ରୀମତୀ ନିବେଦିତା ନାୟକ।

ଆଜି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ପଶ୍ଚିମଓଡ଼ିଶା କଳାକାର ସାମୁଖ୍ୟର ସଂଯୋଜକ ସରୋଜ କୁମାର ଭୂୟାଁ, ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଶ୍ରୀ ଅନିଲ କୁମାର ଗୁରୁ, କେନ୍ଦୁଝର ଜିଲ୍ଲା ବାସିନ୍ଦା ଯୁବ ସଂଗଠକ ଶ୍ରୀ ପ୍ରଶାନ୍ତ କୁମାର ଦଳାଇ ଆନୁଷ୍ଠାନିକଭାବେ ବିଜେପିରେ ଯୋଗ ଦେଇଛନ୍ତି ।

ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ସାଂସଦ ଜୁଏଲ ଓରାମ, ରାଜ୍ୟ ଉପସଭାପତି ବିରଂଚି ନାରାୟଣ ତ୍ରିପାଠୀ, ରାଜ୍ୟ ସମ୍ପାଦକ ସରୋଜ କର ପ୍ରମୁଖ ନୂତନ ସଦସ୍ୟଙ୍କୁ ଉତରୀୟ ପିନ୍ଧାଇ ସ୍ୱାଗତ ଜଣାଇଥିଲେ ।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେପିରେ ଯୋଗ ଦେଲେ ବିଜେଡିର ପୂର୍ବତନ ବିଧାୟକ ବେଦବ୍ୟାସ ନାୟକ 

ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ କେନ୍ଦୁଝର ଜିଲ୍ଲା ତେଲକୋଇ ନିର୍ବାଚନ ମଣ୍ଡଳୀର ବିଜେଡିର ପୂର୍ବତନ ବିଧାୟକ ତଥା ପୂର୍ବତନ ଚେୟାରମ୍ୟାନ ଶ୍ରୀ ବେଦବ୍ୟାସ ନାୟକ ନିଜ ସମର୍ଥକଙ୍କ ସହ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗଦାନ କରିଛନ୍ତି। ଶ୍ରୀ ନାୟକଙ୍କ ସହ ବିଜେଡି ନେତା ଅକ୍ଷୟ କୁମାର ରାଉଳ, ଶ୍ରୀଧର ନାଏକ, ପୂର୍ବତନ ସରପଂଚ ମନୋଜ କୁମାର ନାଏକ, ଦେବାନନ୍ଦ ନାଏକ ବିଜେପିରେ ଯୋଗ ଦେଇଛନ୍ତି।

ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାଜ୍ୟ ମୁଖ୍ୟ ମୁଖପାତ୍ର ସଜ୍ଜନ ଶର୍ମା ନୂତନ ସଦସ୍ୟଙ୍କୁ ଉତରୀୟ ପ୍ରଦାନ କରି ସ୍ୱାଗତ ଜଣାଇଥିଲେ । ପାର୍ଟୀରେ ସାମିଲ ହୋଇଥିବା ନୂତନ ସଦସ୍ୟଙ୍କୁ ୮୯୮୦୮୦୮୦୮୦ ନମ୍ବରରେ ଡାୟାଲ କରାଇ ଶ୍ରୀ ଶର୍ମା ସଦସ୍ୟତା କରାଇଥିଲେ। ଏହି ମିଶ୍ରଣ ପର୍ବରେ ରାଜ୍ୟ ସମ୍ପାଦକ ଶ୍ରୀ ସରୋଜ କର ଉପସ୍ଥିତ ଥିଲେ।

Categories
ଆଜିର ଖବର ଜାତୀୟ ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେପିରେ ମିଶିଲେ ପୂର୍ବତନ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ

ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ବିଜେଡି ନେତ୍ରୀ ତଥା ପୂର୍ବତନ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶ୍ରୀମତୀ ଜ୍ୟୋତି ପାଣିଗ୍ରାହି ବିଜେପିରେ ସାମିଲ ହୋଇଛନ୍ତି। ତାଙ୍କ ସହିତ ରାଜ୍ୟ କାଜୁ ନିଗମର ପୂର୍ବତନ ଅଧ୍ୟକ୍ଷ ତଥା ବଲାଙ୍ଗୀରର ବରିଷ୍ଠ ଆଇନଜୀବି ଶ୍ରୀ ସରୋଜ କୁମାର ପାଣିଗ୍ରାହୀ ମଧ୍ୟ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗଦାନ କରିଛନ୍ତି ।

ସେହିପରି ବିଜେଡି ରାଜ୍ୟ ସମ୍ପାଦକ ଶ୍ରୀ ସରୋଜ କୁମାର ସାହୁ, ନୂଆପଡା ଜିଲ୍ଲା ଯୁବ ବିଜେଡି ସଭାପତି ହରିଶ୍ଚନ୍ଦ୍ର ପଣ୍ଡା ଆଜି ନିଜ ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଦଳ ଛାଡି ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି । ତାଙ୍କ ସହ ଟେକରାମ ସାହୁ, ଟୁକୁ ସାହୁ, ଡ.ଅଶୋକ ସାହୁ, ଭରତ ପ୍ରଧାନ, ଘନଶ୍ୟାମ ସାହୁ, ଖେଳୱାନ କେଉଟ, ନାରାୟଣ ମାଝୀ, ପିଲାଲାଲ ଜଗତ, କହ୍ନେୟା ଭାଇ, ଶ୍ରୀକାନ୍ତ ପ୍ରଧାନ, ଅନନ୍ତ ସାହୁ, ଦୁଖୁ ଭାଇ, ବୈରାଜ ସାହୁ, ବେଦରାମ ମାଝୀ, ବିଶେଷର ଶବର, ପ୍ରକେଶ ସାହୁ, କୈଳାଶ ପାଣ୍ଡେ,  ପ୍ରମୁଖ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗ ଦେଇଛନ୍ତି ।

ପୁରୀ ବିଧାନସଭାମଣ୍ଡଳୀରେ ବିଜେଡି ବରିଷ୍ଠ ନେତା ତଥା ଆଇନଜୀବୀ ପ୍ରସନ୍ନ ମିଶ୍ର ନିଜ ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗ ଦେଇଛନ୍ତି । ଶ୍ରୀ ମିଶ୍ରଙ୍କ ସହ ସୁଶାନ୍ତ ମହାନ୍ତି, ପୂର୍ଣ୍ଣଚନ୍ଦ୍ର ପାତ୍ର, ସଞ୍ଜୟ ପ୍ରଧାନ, ରଞ୍ଜନ ପ୍ରଧାନ, ଲିପା ପ୍ରଧାନ, ପ୍ରଭାକର ରାଉତ, ବିକ୍ରମ ଜେନା, ଅନନ୍ତ ପ୍ରଧାନ ପ୍ରମୁଖ ଆନୁଷ୍ଠାନିକଭାବେ ବିଜେପିରେ ଯୋଗ ଦେଇଛନ୍ତି ।
ସେହିପରି ମହିଳା ସଶକ୍ତୀକରଣକୁ ସର୍ବାଧିକ ଗୁରୁତ୍ୱ ଦେଉଥିବା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ଭୁବନେଶ୍ୱରର ମହିଳା ଉଦ୍ୟୋଗୀ ଶ୍ରୀମତୀ ନେହା ପାଣିଗ୍ରାହୀ ଓ ରଶ୍ମିତା ଦାସ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗ ଦେଇଛନ୍ତି ।

ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି, ସାଂସଦ ବସନ୍ତ ପଣ୍ଡା, ବିଧାୟକ ଜୟନ୍ତ ଷଡଙ୍ଗୀ, ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର, ରାଜ୍ୟ ସଂପାଦକ ସରୋଜ କର, ବରିଷ୍ଠ ନେତା ମହେଶ ମହାନ୍ତି ପ୍ରମୁଖ ନୂତନ ସଦସ୍ୟଙ୍କୁ ଉତରୀୟ ପ୍ରଦାନ କରି ସ୍ୱାଗତ ଜଣାଇଥିଲେ ।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେପିରେ ଯୋଗ ଦେଲେ ଖୋର୍ଦ୍ଧା ଜିଲ୍ଲା ବିଜେଡି ନେତା କାଳନ୍ଦି ପ୍ରଧାନ

ଭୁବନେଶ୍ୱର: ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଖୋର୍ଦ୍ଧା ଜିଲ୍ଲା ବିଜେଡି ସାଧାରଣ ସଂପାଦକ ତଥା ଉତର ଭୁବନେଶ୍ୱର ନିର୍ବାଚନମଣ୍ଡଳୀର ସୁସଂଗଠକ ଶ୍ରୀ କାଳନ୍ଦି ପ୍ରଧାନ ନିଜ ସମର୍ଥକଙ୍କ ସହ ଆନୁଷ୍ଠାନିକଭାବେ ବିଜେପିରେ ଯୋଗ ଦେଇଛନ୍ତି।

ଶ୍ରୀ ପ୍ରଧାନଙ୍କ ସମେତ ପୁରୁଣା ସାଲିଆ ସାହି ବସ୍ତି ସଭାପତି ରମେଶ ପାତ୍ର, ଶକ୍ତି ବିହାର ଉପଦେଷ୍ଟା ସର୍ବେଶ୍ୱର ବିଶୋଇ, ଶ୍ରୀକୃଷ୍ଣନଗର ଉପଦେଷ୍ଟା ନିରଞ୍ଜନ ସ୍ୱାଇଁ, ବସ୍ତି ବିକାଶ ପରିଷଦ ସଭ୍ୟ ଟୁକୁନା ମହାରଣା, ରମେଶ ମହାରଣା, ଗୌରାଙ୍ଗ ମହାରଣା, ସୁପ୍ରଭା ମହାରଣା, ମନୁ ବିଶୋଇ, ଏକାମ୍ର ବିହାରର ରବି ପାତ୍ର, ଶ୍ରୀକୃଷ୍ଣ ନଗରର ରଞ୍ଜିତା ଜେନା, ସବିତା ସେଠୀ, ମୀନତି ମହାରଣା, ବୀଣାପାଣି ମହାରଣା, ଶ୍ରୀରାମ ନଗର ମଞ୍ଜୁଲତା ମିଶ୍ର, ଝୁନୁ ମହାରଣା, ଶକ୍ତି ବିହାର ମମତା ମଲ୍ଲିକ, ରାଧାମଣି ସାହୁ, କିରଣ ମଲ୍ଲିକ, ଶ୍ରୀରାମ ନଗର ସାକେରୀ ରେଡ୍ଡି, ପ୍ରଭାତୀ ମଲ୍ଲିକ, ସୁଶମା ସାହୁ ଓ ରମେଶ ସାହୁ ପ୍ରମୁଖ ଆନୁଷ୍ଠାନିକଭାବେ ବିଜେପିରେ ଯୋଗ ଦେଇଛନ୍ତି।

ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ପିନ୍ଧାଇ ସ୍ୱାଗତ ଜଣାଇଛନ୍ତି। ଏହି ମିଶ୍ରଣ ପର୍ବରେ ବିଧାୟକ ତଥା ଉତର ବିଧାୟକ ପ୍ରାର୍ଥୀ ଶ୍ରୀ ପ୍ରିୟଦର୍ଶୀ ମିଶ୍ର, ରାଜ୍ୟ ଉପସଭାପତି ବିରଂଚି ନାରାୟଣ ତ୍ରିପାଠୀ, ରାଜ୍ୟ ସାଧାରଣ ସମ୍ପାଦକ ସାରଦା ଶତପଥୀ, ବରିଷ୍ଠ ନେତ୍ରୀ ରଶ୍ମୀ ମହାପାତ୍ର, ଶ୍ରୀକୃଷ୍ଣ ନଗରର ମଣ୍ଡଳ ସଭାପତି ଅଞ୍ଜନ ନାଥ,ଅନଙ୍ଗ ବିକ୍ରମ ବିଶ୍ୱାଳ, ମାନସୀ ମଞ୍ଜରୀ ରାୟ, ଅନୁସୂୟା ସାହୁ, ମାଳତୀ ହେମ୍ରମ, ସୁଚିତ୍ରା ବେହେରା, ସ୍ୱପ୍ନାରାଣୀ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ।

Categories
ଆଜିର ଖବର ଜାତୀୟ ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେପିରେ ସାମିଲ ହେଲେ ଜଗତସିଂହପୁର ବିଜେଡି ନେତା ଅମରେନ୍ଦ୍ର ଦାସ

ଭୁବନେଶ୍ୱର: ଆଜି ବିଜେପି କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଜଗତସିଂହପୁରର ପୂର୍ବତନ ଜିଲ୍ଲା ବିଜେଡି ସଭାପତି ତଥା ରାଜ୍ୟ କାଜୁ ନିଗମର ପୂର୍ବତନ ଚେୟାରମ୍ୟାନ ଶ୍ରୀ ଅମରେନ୍ଦ୍ର ଦାସ ନିଜ ହଜାର ହଜାର ସମର୍ଥକଙ୍କ ସହ ବିଜେଡି ଛାଡି ଆନୁଷ୍ଠାନିକଭାବେ ବିଜେପିରେ ସାମିଲ ହୋଇଛନ୍ତି।

ଶ୍ରୀ ଦାସଙ୍କ ସମେତ ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବୀଦତ ମହାନ୍ତି, ପୂର୍ବତନ ବ୍ଲକ ଅଧ୍ୟକ୍ଷ ପ୍ରସନ୍ନ କୁମାର ସ୍ୱାଇଁ, ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ଲକ୍ଷ୍ମୀକାନ୍ତ ସ୍ୱାଇଁ, ଅଳାସୁସଦା ସରପଂଚ ଭ୍ରମବର ସ୍ୱାଇଁ, କାଉନସିଲର ଦେବାଶିଷ ସ୍ୱାଇଁ, ଗୋଲାବ ଅଲ୍ଲି ଖାଁନ୍‌, ପିତେଇପୁରର ପୂର୍ବତନ ସରପଂଚ ନରେନ୍ଦ୍ର ବେହେରା ବିଜେପିରେ ସାମିଲ ହୋଇଛନ୍ତି।

ଏହି ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଓ ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି, ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାର, ସହପ୍ରଭାରୀ ଲତା ଉସେଣ୍ଡି, ଜଗତସିଂହପୁର ସାଂସଦ ପ୍ରାର୍ଥୀ ଡ.ବିଭୁ ତରାଇ, ସାଂସଦ ଅପରାଜିତା ଷଡଙ୍ଗୀ, ରାଜ୍ୟ ସମ୍ପାଦକ ସରୋଜ କର, ରାଜ୍ୟ ମୁଖପାତ୍ର ମନୋଜ ମହାପାତ୍ର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ରଶ୍ମିରଞ୍ଜନ କାନୁନଗୋ, ଓମ୍ ପ୍ରକାଶ ରାୟ ପ୍ରମୁଖ ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ପିନ୍ଧାଇ ସ୍ୱାଗତ ଜଣାଇଛନ୍ତି।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେପିରେ ସାମିଲ ହେଲେ ବିଜେଡିର ପୂର୍ବତନ ସାଂସଦ ଓ ବିଧାୟକ ଧନେଶ୍ୱର ମାଝୀ

ଭୁବନେଶ୍ୱର: ପୂର୍ବତନ ରାଜ୍ୟସଭା ସାଂସଦ ଏବଂ କେସିଙ୍ଗା ଓ ନର୍ଲା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ୫ଥର ବିଧାୟକ ଥିବା ଶ୍ରୀ ଧନେଶ୍ୱର ମାଝୀ ଆଜି ବିଜୁ ଜନତା ଦଳ ପରିତ୍ୟାଗ କରି ବିଜେପିରେ ସାମିଲ ହୋଇଛନ୍ତି।

ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ପୂର୍ବତନ ମନ୍ତ୍ରୀ ସୁରମା ପାଢ଼ୀ, ରାଜ୍ୟ ଉପସଭାପତି ବିରଂଚି ନାରାୟଣ ତ୍ରିପାଠୀ, ରାଜ୍ୟ ସମ୍ପାଦକ ସରୋଜ କର, ରାଜ୍ୟ ଗଣମାଧ୍ୟମ ସଂଯୋଜକ ସୁଜିତ୍ କୁମାର ଦାସ, ଆଜାଦ୍ ହିନ୍ଦ୍ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ପିନ୍ଧାଇ ସ୍ୱାଗତ କରିଥିଲେ ।

Categories
ଆଜିର ଖବର ଜାତୀୟ ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେପିରେ ସାମିଲ ହେଲେ ଭର୍ତ୍ତୁହରି ମହତାବ, ସିଦ୍ଧାନ୍ତ ମହାପାତ୍ର ଏବଂ ଦମୟନ୍ତି ବିସ୍ରା

ନୂଆଦିଲ୍ଲୀ: ଆଜି ବିଜେପିରେ ସାମିଲ ହୋଇଛନ୍ତି ବିଜେଡିର ଦୁଇ ପ୍ରମୁଖ ନେତା। ସେମାନେ ହେଲେ କଟକ ସାଂସଦ ଭର୍ତ୍ତୁହରି ମହତାବ ଏବଂ ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ର। ଏଥିସହିତ ସମାଜସେବୀ ପଦ୍ମଶ୍ରୀ ଦମୟନ୍ତି ବିସ୍ରା ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି। ସମସ୍ତେ ଦିଲ୍ଲୀର ମୁଖ୍ୟ କାର୍ଯ୍ୟଳୟରେ ବିଧିବଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି।

ଏହି ମିଶ୍ରଣ ପର୍ବରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ଓଡିଶା ପ୍ରଭାରୀ ପ୍ରମୁଖ ଯୋଗଦେଇଥିଲେ।

ଭର୍ତ୍ତୁହରି ଗତ ମାର୍ଚ୍ଚ 22 ତାରିଖରେ ବିଜେଡିରୁ ଇସ୍ତଫା ଦେଇଥିଲେ। ସେତେବେଳେ ଜଣାପଡିଥିଲା ଯେ, ସେ ବିଜେପିରେ ଯୋଗଦେବେ। ସେହିିପରି ସିଦ୍ଧାନ୍ତ ମହାପାତ୍ରଙ୍କୁ ଗତ କିଛି ବର୍ଷ ଧରି ବିଜେଡି କଣଠୋସା କରି ରଖିଥିଲା। ସେ ମଧ୍ୟ ଆଜି ବିଜେପିରେ ଯୋଗଦେଇଛନ୍ତି।

Categories
ଆଜିର ଖବର ଜାତୀୟ ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ସାମିଲ ହେଲେ ଅଭିନେତା ଅରିନ୍ଦମ ରାୟ

ଭୁବନେଶ୍ୱର: ସିନେ ତାରକା ଅରିନ୍ଦମ ରାୟ ଆଜି ବିଜୁ ଜନତା ଦଳ ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି। ଏହାକୁ ନେଇ ରାଜନୀତିକ ମହଲରେ ହଇଚଇ ସୃଷ୍ଟି ହୋଇଛି। କାରଣ ଅରିନ୍ଦମ ବିଜୁ ଜନତା ଦଳର ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଭିଣୋଇ।

ଅରନ୍ଦମ ଯାଜପୁରର କୋରାଇ ଆସନରୁ ବିଜେଡି ପକ୍ଷରୁ ବିଧାୟକ ପ୍ରାର୍ଥୀ ହେବେ ବୋଲି ବହୁ ପୂର୍ବରୁ ଶୁଣାଯାଉଥିଲା। ଗତ କିଛିଦିନ ତଳେ ସେ କେନ୍ଦ୍ରମନ୍ତ୍ରୀ ଅଶ୍ୱନୀ ବୈଷ୍ଣବଙ୍କୁ ଭେଟି ଆଲୋଚନା କରିଥିଲେ। ଏହାକୁ ନେଇ ସେହି ସମୟରେ ରାଜ୍ୟ ରାଜନୀତିରେ ହଇଚଇ ସୃଷ୍ଟି ହୋଇଥିଲା।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେପିରେ ମିଶିଲେ ପୂର୍ବତନ ବିଧାୟକ ନବୀନ ନନ୍ଦ ଏବଂ ଭାଦୋବ ହାଁସଦା

ଭୁବନେଶ୍ୱର : ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଢେଙ୍କାନାଳ ଜିଲ୍ଲାର ପୂର୍ବତନ ବିଧାୟକ ତଥା ବିଜେଡି ନେତା ନବୀନ ନନ୍ଦ, ପୂର୍ବତନ ଗଁଦିଆ ବ୍ଲକ ଅଧ୍ୟକ୍ଷ ସନାତନ ସାହୁ, ନାରାୟଣ ସାହୁ, ପୂର୍ବତନ ବ୍ଲକ ଉପାଧ୍ୟକ୍ଷା ଆର୍ତବନ୍ଧୁ ସାହୁ, ଢେଙ୍କାନାଳ ମ୍ୟୁନିସିପାଲିଟିର ପୂର୍ବତନ ଉପାଧ୍ୟକ୍ଷା ସୁମିତ୍ରା ଭୋଇ, ସଦର ବ୍ଲକ ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟା ଅନ୍ନପୂର୍ଣ୍ଣା ନନ୍ଦଙ୍କ ସମେତ ଗଁଦିଆ ବ୍ଲକର ଅନେକ ବିଜେଡି ନେତା ଓ କର୍ମୀ ନିଜ ନିଜ ସମର୍ଥକଙ୍କ ଗହଣରେ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି ।

ସେହିପରି ମୟୂରଭଞ୍ଜ ଅନ୍ତର୍ଗତ ସାରସକଣାର ପୂର୍ବତନ ବିଧାୟକ ତଥା ବିଜେଡି ନେତା ଭାଦୋବ ହାଁସଦା, ବିଜେଡିର ପୂର୍ବତନ ରାଜ୍ୟ ପରିଷଦ ସଦସ୍ୟ ସମୀର କୁମାର ରାଜ, ଜିଲ୍ଲା ପରିଷଦ ଉପସଭାପତି ଭାଗବତ ପ୍ରସାଦ ସାହୁ, ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ପରମେଶ୍ୱର ବେହେରା, ପୂର୍ବତନ ସମିତି ସଭ୍ୟ ସଂଜୟ ସାହୁ, ସଂଜୟ ମହାନ୍ତି, ରାଜ୍ୟ ପରିଷଦ ସଦସ୍ୟ ସତ୍ୟରଞ୍ଜନ ମଣ୍ଡଳ ପ୍ରମୁଖ ନିଜ ଶତାଧିକ ସମର୍ଥକଙ୍କ ଗହଣରେ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି ।

କଟକ ଜିଲ୍ଲା କଂଗ୍ରେସର ବରିଷ୍ଠ ନେତା ଜିତେନ୍ଦ୍ର ହାତୀ, ପୂର୍ବତନ କର୍ପୋରେଟର ନମିତା ମଞ୍ଜରୀ ସାହୁ, କ୍ଷୀରୋଦ ସାହୁ, ଗଙ୍ଗାଧର ବେହେରା, ହେମନ୍ତ ସାହୁ, ଅମରେନ୍ଦ୍ର ବେହେରା, ସମାଜସେବୀ ଜୟନ୍ତି ସାହା, ଶିବାନୀ ସାହୁ, ମହିଳା ମହାସଂଘର ଅଧ୍ୟକ୍ଷ ବାସନ୍ତି ଧଡା, ପ୍ରମୁଖ ଆନୁଷ୍ଠାନିକଭାବେ ବିଜେପିରେ ସାମିଲ ହୋଇଛନ୍ତି ।

କେନ୍ଦୁଝର ଜିଲ୍ଲାର ଘସିପୁରା ନିର୍ବାଚନ ମଣ୍ଡଳୀର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପୃଥ୍ୱୀରାଜ କୁଅଁରଙ୍କ ନେତୃତ୍ୱରେ ବିଜେଡି ଓ କଂଗ୍ରେସ ଦଳ ପରିତ୍ୟାଗ କରି ଶତାଧିକ ବିଜେଡି ନେତା ଓ କର୍ମୀ ବିଜେପିରେ ଯୋଗଦାନ କରିଛନ୍ତି । ବରିଷ୍ଠ ବିଜେଡି ନେତା ତଥା ତରିମୁଳ ସରପଂଚ କୈଳାଶ ଚନ୍ଦ୍ର ରାଉତ, ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ପ୍ରତାପ ଚନ୍ଦ୍ର ପୁହାଣ, କଂଗ୍ରେସ ନେତା କାଳନ୍ଦୀ ବଳ, ହରେକୃଷ୍ଣ ବଳ, ବିଜେଡି ନେତା ଜୀମୁତ ବାହନ ରାଉତ, ଧନୁର୍ଯ୍ୟୟ ରାଉତ, ବାଂଛାନିଧି ବଳ, ପ୍ରଶାନ୍ତ କୁମାର ପାଢ଼ୀ ପ୍ରମୁଖ ନେତୃବୃନ୍ଦ ନିଜ ନିଜ ସମର୍ଥକଙ୍କ ଗହଣରେ ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଛନ୍ତି ।

ସେହିପରି ଆନନ୍ଦପୁର ନିର୍ବାଚନ ମଣ୍ଡଳୀର ଓଡ଼ିଶା ହାଇକୋର୍ଟର ଆଇନଜୀବୀ ଝାନ୍ସିରାଣୀ ଦାସ ତାଙ୍କର ଶତାଧିକ ସମର୍ଥକ ତଥା ବିଜେଡି ନେତା ବିଶ୍ୱରଞ୍ଜନ କର, ବନ୍ଦିତାରାଣୀ ଦାସ, ଭାଗ୍ୟଲକ୍ଷ୍ମୀ ଜେନା, ଦମୟନ୍ତୀ ଜେନା ପ୍ରମୁଖ ଆନୁଷ୍ଠାନିକଭାବେ ବିଜେପିରେ ସାମିଲ ହୋଇଛନ୍ତି ।

ସମ୍ବଲପୁର ଜିଲ୍ଲାର ଜଣାଶୁଣା ବ୍ୟକ୍ତିତ୍ୱ ତଥା ଦୃଢ ସଂଗଠକ ଦୀପକ କୁମାର ଗୌଡ ଏବଂ ସେହେନାଜ୍ ଅଖତର ବିଜେପିରେ ସାମିଲ ହୋଇଛନ୍ତି । ବ୍ରହ୍ମପୁର ସହରର ଜଣାଶୁଣା ଆଇଟି ଇଞ୍ଜିନିୟର ଆଶୁତୋଷ ଦାସ ଓ ଭୁବନେଶ୍ୱରର ସମାଜସେବୀ ସ୍ୱାଗତିକା ରାଉତ, ଡା.ପ୍ରଭାତ ରଥ, ଅବସରରପ୍ରାପ୍ତ ପ୍ରଶାସନିକ ଅଧିକାରୀ ବାଙ୍କନିଧି ମହାରଣା, ସମାଜସେବୀ ସରୋଜିନି ଆଚାର୍ଯ୍ୟ, ସାବିତ୍ରୀ ସାହୁ, ସଞ୍ଜୟ ପଟ୍ଟନାୟକ ପ୍ରମୁଖ ଆନୁଷ୍ଠାନିକଭାବେ ବିଜେପିରେ ସାମିଲ ହୋଇଛନ୍ତି ।

ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଏବଂ ଭାରତୀୟ ଜନତା ପାର୍ଟୀ ପ୍ରତି ଦେଶବାସୀ ତଥା ରାଜ୍ୟବାସୀଙ୍କ ଆସ୍ଥା ବୃଦ୍ଧି ପାଇଚାଲିଛି ଏବଂ ଆଗାମୀ ଦିନରେ ଓଡ଼ିଶାରେ ମଧ୍ୟ ଏହା ନିଶ୍ଚିତ ପ୍ରତିଫଳିତ ହେଉଛି । ଏଥିଲାଗି ପ୍ରତ୍ୟେକ ଦିନ ହଜାର ହଜାର ବିଜେଡି ଓ କଂଗ୍ରେସର ନେତାମାନେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ନୂତନ ଭାବେ ବିଜେପିରେ ସାମିଲ ହେଉଛନ୍ତି । ମୋଦିଜୀଙ୍କ ହାତମୁଠାକୁ ଟାଣ କରିବା ପାଇଁ ସମସ୍ତ ବର୍ଗର ଲୋକେ ବିଜେପି ସାମିଲ ହେଉଛନ୍ତି । ଓଡ଼ିଶାର ଜନତା ସଂକଳ୍ପ ନେଲେଣି ଓଡ଼ିଶାରେ ବିଜେପିର “ଡବଲ ଇଞ୍ଜିନ ସରକାର” ଗଠନ କରିବ । ବିଜେପିରେ ସାମିଲ ହୋଇଥିବା ସମସ୍ତ ନୂତନ ସଦସ୍ୟମାନଙ୍କୁ ଦଳୀୟ ଉତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ କରାଯାଇଥିଲା ।

ରାଜ୍ୟ ସହ ପ୍ରଭାରୀ ଲତା ଉସେଣ୍ଡି, ସାଂସଦ ଜୁଏଲ ଓରାମ, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ସାଂସଦ ଅପରାଜିତା ଷଡଙ୍ଗୀ, ବିଧାୟକ ନବ ମାଝୀ, ଡ.ବୁଦ୍ଧାନ ମୁର୍ମୁ ପ୍ରମୁଖ ନୂତନ କାର୍ଯ୍ୟକର୍ତାଙ୍କୁ ସ୍ୱାଗତ ଜଣାଇଲେ । ଏହି ଅବସରରେ ରାଜ୍ୟ ଉପସଭାପତି ଡ.ଲେଖାଶ୍ରୀ ସାମନ୍ତସିଂହାର, ବିରଂଚି ତ୍ରପାଠୀ, ବରିଷ୍ଠ ନେତା ଓ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ରୁଦ୍ର ପାଣୀ, ଭୃଗୁ ବକ୍ସିପାତ୍ର, ରାଜ୍ୟ ସମ୍ପାଦକ ସରୋଜ କର, ରାଜ୍ୟ ମୁଖପାତ୍ର ଦିଲୀପ ମଲ୍ଲିକ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପୃଥ୍ୱୀରାଜ କହଁର, ସୁନୀଲ ଶର୍ମା, ମୟୂରଭଞ୍ଜ ଜିଲ୍ଲା ସଭାପତି କାନ୍ଦରା ସୋରେନ, କୃପାସିନ୍ଦୁ ମହନ୍ତ, ଯାଜପୁର ଜିଲ୍ଲାର ସଭାପତି ଗୌତମ ରାୟ, ଢେଙ୍କାନାଳ ଜିଲ୍ଲା ସଭାପତି ନରେଶ ମହାପାତ୍ର ଓ ବରିଷ୍ଠ ନେତା ରାମଚନ୍ଦ୍ର ପାତ୍ର, କେନ୍ଦୁଝର ଜିଲ୍ଲା ସଭାପତି ଅଶୁଂମାନ ସବୁଜ ମହନ୍ତବର୍ମା, ଭୁବନେଶ୍ୱର ଜିଲ୍ଲା ସଭାପତି ବାବୁ ସିଂ, କଟକ ଜିଲ୍ଲା ସଭାପତି ଲଲାଟେନ୍ଦୁ ବଡୁ, ପୂର୍ବତନ ମହିଳାମୋର୍ଚ୍ଚା ସଭାନେତ୍ରୀ ସ୍ମୃତି ପଟ୍ଟନାୟକ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ରଶ୍ମିରଞ୍ଜନ କାନୁନଗୋ ପ୍ରମୁଖ ଉପସ୍ଥିତ ଥିଲେ ।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେପିରେ ସାମିଲ ହେଲେ କଂଗ୍ରେସ ନେତା, ଆଇନଜୀବୀ ଏବଂ ସମାଜସେବୀ

ଭୁବନେଶ୍ୱର : ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଉପସ୍ଥିତିରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲାର ପୂର୍ବତନ ଧର୍ମଶାଳା ବିଧାୟକ ସ୍ୱର୍ଗତଃ କାଙ୍ଗାଳିଚରଣ ପଣ୍ଡାଙ୍କ ପୁତୁରା ତଥା କଂଗ୍ରେସ ନେତା ଦେବେନ୍ଦ୍ର କୁମାର ପଣ୍ଡା ନିଜ ସମର୍ଥକଙ୍କ ଗହଣରେ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି।

ଏହି ଅବସରରେ ଜେନାପୁର ପଂଚାୟତର କଂଗ୍ରେସ ନେତା ଦେବଦର୍ଶନ ଦାସ, ଗଡମଧୁପୁରର ପଂଚାୟତର ମନୋଜ କୁମାର ରାଉତ, ମହିସରା ପଂଚାୟତର ନୃସିଂହ ମଲ୍ଲିକ ଓ ଶୁକଦେବ ଦେହୁରୀ ପ୍ରମୁଖ ଆନୁଷ୍ଠିକ ଭାବେ ବିଜେପିରେ ଯୋଗଦାନ କରିଛନ୍ତି।
ସେହିପରି ବଲାଙ୍ଗିର ଜିଲ୍ଲା ଟିଟିଲାଗଡ ନିର୍ବାଚନ ମଣ୍ଡଳୀର ବିଶିଷ୍ଟ ଆଇନଜୀବୀ ମନୋଜ କୁମାର ହାତି, ଗୌର ରାଜପଲିଆ, ଫିରୋଜ ବଗର୍ତୀ, ସମାଜସେବୀ ଜଗନ୍ନାଥ ସାହୁ, ସୁଧୀର ଘଡେଇ ଆନୁଷ୍ଠାନିକଭାବେ ବିଜେପିରେ ସାମିଲ ହୋଇଛନ୍ତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୀତି ଓ ଆଦର୍ଶ ଏବଂ ଭାରତୀୟ ଜନତା ପାର୍ଟିର ସୁଶାସନରେ ଅନୁପ୍ରାଣିତ ହୋଇ ବିଜେପିରେ ସାମିଲ ହୋଇଥିବା ସମସ୍ତ ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ କଲେ ରାଜ୍ୟ ସଭାପତି ଶ୍ରୀ ସାମଲ ।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

କଂଗ୍ରେସ ଛାଡି ବିଜେପିରେ ସାମିଲ ହେଲେ ସରପଞ୍ଚ ଓ ଶତାଧିକ କର୍ମି

ଭୁବନେଶ୍ୱର: ଆଜି କଟକ ସଦର ଜିଲ୍ଲା ଚୌଦ୍ୱାର-କଟକ ନିର୍ବାଚନ ମଣ୍ଡଳୀରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଉପସ୍ଥିତିରେ ଶାଳଗାଁ ସରପଂଚ ପବିତ୍ର ମୋହନ ଉପାଧ୍ୟାୟ, ନଖରା ସରପଂଚ ମଧୁଛନ୍ଦା ଉପାଧ୍ୟାୟ ଓ ବରିଷ୍ଠ ନେତା ଜୟନ୍ତ ବେହେରାଙ୍କ ନେତୃତ୍ୱରେ ହଜାର ହଜାର କଂଗ୍ରେସ କାର୍ଯ୍ୟକର୍ତ୍ତା ଆନୁଷ୍ଠାନିକ ଭାବେ ଭାରତୀୟ ଜନତା ପାର୍ଟୀରେ ସାମିଲ ହୋଇଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁଶାସନ, ଗରୀବ କଲ୍ୟାଣ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ପାର୍ଟିରେ ସାମିଲ ହୋଇଥିବା ସମସ୍ତ ସଦସ୍ୟଙ୍କୁ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଦଳୀୟ ଉତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ କରିଥିଲେ।

ଏହି ମିଶ୍ରଣ ପର୍ବ ଅବସରରେ ଜିଲ୍ଲା ସଭାପତି ପ୍ରକାଶ ବେହେରା, ବରିଷ୍ଠ ନେତା ନୟନ କିଶୋର ମହାନ୍ତି, ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଅଭିଳାଷ ପଣ୍ଡା, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶୁଭ୍ରାଂଶୁ ପାଢ଼ୀ, ଯୁବମୋର୍ଜା ରାଜ୍ୟ ସମ୍ପାଦକ ଗଗନ ଓଝା, ଯୁବମୋର୍ଚ୍ଚା ଜିଲ୍ଲା ସଭାପତି ନଳିନୀ ରାୟ, ପୂର୍ବତନ ମହିଳାମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ସ୍ମୃତି ପଟ୍ଟନାୟକ ପ୍ରମୁଖ ନେତୃବୃନ୍ଦ ଉପସ୍ଥିତ ଥିଲେ ।

Categories
ଆଜିର ଖବର ରାଜ୍ୟ ଖବର

ବିଜେପିରେ ମିଶିଲେ ବରିଷ୍ଠ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସ ଏବଂ କଂଗ୍ରେସର ବହୁ ନେତା

ଭୁବନେଶ୍ୱର: ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ବରିଷ୍ଠ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସ ନିଜ ଶତାଧିକ ସମର୍ଥକଙ୍କ ଗହଣରେ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି। ତାଙ୍କ ସହ ଜଟଣୀ ନିର୍ବାଚନମଣ୍ଡଳୀର ବିଶିଷ୍ଟ ସମାଜସେବୀ ଦୀପକ ବିଶ୍ୱାଳ, ସତ୍ୟରଞ୍ଜନ ନାୟକ, କିଶୋର ଚନ୍ଦ୍ର ସାହୁ, ସୁଶାନ୍ତ ବରାଡ, ବଟକୃଷ୍ଣ ବରାଡ, ପ୍ରଦୀପ ସାହୁ, ଅନନ୍ତ ସାହୁ, ଗଗନ ବିଶ୍ୱାଳ, ସୁନୀଲ ବିଶ୍ୱାଳ, ସୂର୍ଯ୍ୟକାନ୍ତ ପରିଡା, ନିରଞ୍ଜନ ବିଶ୍ୱାଳ, ବିକ୍ରମ ସାହୁ, ସତୀଶ ଶର୍ମା, ରମାକାନ୍ତ ପଟ୍ଟନାୟକ, ପୁଲିନ ବରାଳ, ବ୍ରଜବନ୍ଦୂ ସେନାପତି ପ୍ରମୁଖଙ୍କ ସମେତ ଶତାଧିକ ସମର୍ଥକ ବିଜେପିରେ ସାମିଲ ହୋଇଛନ୍ତି ।

ସେହିପରି ଏକାମ୍ର ନିର୍ବାଚନମଣ୍ଡଳୀର ବିଶିଷ୍ଟ ସମାଜସେବୀ ବିଶ୍ୱମୋହନ ମିଶ୍ର, ସୁନୀଲ ସାହୁ, ଦେବ ରାୟ, ପୂର୍ବତନ ସେନାଧିକାରୀ କର୍ଣ୍ଣେଲ ଅରୁଣ ରାଉତରାୟ, ରମାକାନ୍ତ ମିଶ୍ର, ଅମିତ ସିଂହ, ତୁଷାରକାନ୍ତ ଜେନା, ଅସିତ ପାଣିଗ୍ରାହୀ ପ୍ରମୁଖ ବିଜେପିରେ ଯୋଗଦାନ କରିଛନ୍ତି ।

ଉତ୍ତର ଭୁବନେଶ୍ୱର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଇଂଜନ ଗ୍ରାମପଂଚାୟତ ସମିତି ସଭ୍ୟ ଦିବାକର ପରିଡା, କଲ୍ୟାଣପୁର ଗ୍ରାମ ପଂଚାୟତ ସମିତି ସଭ୍ୟ ମୋନାଲିସା ସେନାପତି, ଝିଙ୍କରଡିହା ଯୁବ ନେତା ପିଂଟୁ, ଅବସରପ୍ରାପ୍ତ ଇଂଜିନିୟର ବସନ୍ତ କୁମାର ବେହେରା, ପାରାଦ୍ୱୀପ କଲେଜ ଅବସରପ୍ରାପ୍ତ ଅଧ୍ୟକ୍ଷ ଡ. ସୁରେନ୍ଦ୍ର ମୋହନ ମିଶ୍ର, ଦାଢା ଗ୍ରାମ ପଂଚାୟତ ସମଜସେବୀ ସଭାପତି ତନୁଜା ପ୍ରିୟଦର୍ଶିନୀ, ସମାଜସେବୀ ଅଜୟ କୁମାର ମହାନ୍ତି, ଅନାମ ନାୁକ, କୁନା ମହାନ୍ତି, ଦିବାକର ପରିଡା, ଅବସରପ୍ରାପ୍ତ ଅଫିସର ଉପେନ୍ଦ୍ର ଚାନ୍ଦ, ରମେଶ ଚନ୍ଦ୍ର କୁଣ୍ଡୁ, ପିକେ ପ୍ରଧାନ, ପ୍ରଭାତ ସ୍ୱାଇଁ, ସୁବାଷ ଚଉଧୁରୀ, ସଂଜୟ ରାଉତ, ବିପିନ ପାତ୍ର, ଜୟରାମ ସାମନ୍ତରାୟ ପ୍ରମୁଖ ବିଜେପିରେ ସାମିଲ ହୋଇଛନ୍ତି।

ମଧ୍ୟ ଭୁବନେଶ୍ୱର ନିର୍ବାଚନମଣ୍ଡଳୀରୁ ଖୋର୍ଦ୍ଧା ଜିଲ୍ଲା କଂଗ୍ରେସ ଉପସଭାପତି ପ୍ରଦିପ କୁମାର ସାହୁଙ୍କ ସମେତ ବରିଷ୍ଠ ଆଇନଜିବୀ ଗୋପାଳ ପଟ୍ଟନାୟକ,ନଳିନୀ ନନ୍ଦନ ପଣ୍ଡା, ବିରେନ୍ଦ୍ର କୁମାର ବାରିକ, କଂଗ୍ରେସ ନେତା ସ୍ୱର୍ଣ୍ଣପ୍ରଭା ଦାସ, ସମାଜସେବୀ ଅଜୟ ମହାପାତ୍ର, ଅନୁସୟା ମହାନ୍ତି, ସଂଗୀତା ପ୍ରହରାଜ, ଲକ୍ଷ୍ମୀନାରାୟଣ ରାଉତ, ଅଭିଜିତ ତ୍ରିପାଠୀ, ବିଜେଡି ନେତା ଗୋବିନ୍ଦ ଭୋଇ, ସୁରେଶ ବେହେରା, ଅଭିମନ୍ୟୁ ଦଳାଇ ପ୍ରମୁଖ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି।

ଜୟଦେବ ନିର୍ବାଚନମଣ୍ଡଳୀର ବିଶିଷ୍ଟ ସମାଜସେବୀ ସସ୍ମିତା ସାମନ୍ତରାୟ, ତୃପ୍ତିବାଲା ବସ୍ତିଆ, ଦୈତାରୀ ପ୍ରଧାନ, ଇସ୍ରାଇଲ ମହମ୍ମଦ, ୱାର୍ଡ ମେମ୍ବର ଲୁଚି ସାହୁ, ସଂଯୁକ୍ତା ନାୟକ, କବିତା ନାୟକ, ବିଜେଡି ନେତା ନିର୍ମଲ ବିଶ୍ୱାଳ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସଭାପତି ମମତା ଦାସ, ସୁମିତ୍ରା ବେହେରା, ସେଲିନା ମୁଦୁଲି, ପୁଷ୍ପା ଦେଇ, ଅବସରପ୍ରାପ୍ତ ଶିକ୍ଷକ ରମେଶ ମୁଦୁଲି ପ୍ରମୁଖ ବିଜେପିରେ ଯୋଗଦାନ କରିଛନ୍ତି।

ଖୋର୍ଦ୍ଧା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ରାମେଶ୍ୱର ଗ୍ରାମ ପଂଚାୟତର ପୂର୍ବତନ ସମିତି ସଭ୍ୟ ଚନ୍ଦ୍ରମା ସାହୁ, ଓ୍‌ôାର୍ଡ ମେମ୍ବର ସଂଯୁକ୍ତା ସାହୁ, କୈାଶଲ୍ୟ ପ୍ରଧାନ, ବିଜେଡି ନେତା ନକୁଳ ବଳିୟାରସିଂହ, ପ୍ରଶାନ୍ତ ସିଂ, ତପନ ମହାପାତ୍ର, ସୁଶାନ୍ତ ମଧିଆଳି, ଲକ୍ଷ୍ମୀପ୍ରିୟା ବଳିୟାରସିଂହ ପ୍ରମୁଖ ବିଜେପିରେ ଯୋଗଦାନ କରିଛନ୍ତି।

ବେଗୁନିଆ ନିର୍ବାଚନମଣ୍ଡଳୀର ବରିଷ୍ଠ ବିଜେଡି ନେତା ସୁଶାନ୍ତ ନାଥ, ରବିନ୍ଦ୍ର ପ୍ରଧାନ, ସୁଦର୍ଶନ ବରାଳ, ଗଗନ ବିହାରୀ ଶ୍ରୀଚନ୍ଦନ, ଦୟାନିଧି ଭୋଳ, ବିନୋଦ ଚନ୍ଦ୍ର ସ୍ୱାଇଁ, ଲକ୍ଷବଚ୍ଚ ରଣବିଜୁଳି, ସନ୍ତୋଷ ପଣ୍ଡା, ସୁଧାଂଶୁ ମୋହନ ସେଠୀ, ଭାଗିରଥୀ ଚଂପତି, ମାନସ ପଣ୍ଡା, ଦେବରାଜ ଜେନା ପ୍ରମୁଖ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗଦାନ କରିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁଶାସନ, ଗରୀବ କଲ୍ୟାଣ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ପୂର୍ବତନ ରାଜ୍ୟ ସଭାପତି ତଥା ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ସମୀର ମହାନ୍ତି, ଭୂବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ଉପସ୍ଥିତ ଥିଲେ।

ସେହିପରି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର, ବିରଂଚି ନାରାୟଣ ତ୍ରିପାଠୀ, ରାଜ୍ୟ ସାଧାରଣ ସଂପାଦକ ଡ.ଯତୀନ ମହାନ୍ତି, ଭୁବନେଶ୍ୱର ଜିଲ୍ଲା ସଭାପତି ବାବୁ ସିଂ, ଖୋର୍ଦ୍ଧା ଜିଲ୍ଲା ସଭାପତି ରଶ୍ମୀରଞ୍ଜନ ମହାପାତ୍ର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜଗନ୍ନାଥ ପ୍ରଧାନ, କାଳୁ ଖଣ୍ଡାଇତରାୟ, ବିଶ୍ୱରଞ୍ଜନ ବଡଜେନା, ବସନ୍ତ ନାୟକ ପ୍ରମୁଖ ନେତୃବୃନ୍ଦ ସମସ୍ତ ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ କରିଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

ହିନ୍ଦୋଳର ପୂର୍ବତନ ବିଧାୟକଙ୍କ ସମେତ ବହୁ ନେତା ଓ ଖେଳାଳୀ ବିଜେପିରେ ସାମିଲ

ଭୁବନେଶ୍ୱର:  ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଉପସ୍ଥିତିରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ହିନ୍ଦୋଳର ପୂର୍ବତନ ବିଧାୟକ ରବି ନାଏକ ଆଜି କଂଗ୍ରେସ ଦଳ ପରିତ୍ୟାଗ କରି ନିଜ ଶତାଧିକ ସମର୍ଥକଙ୍କ ଗହଣରେ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି । ଏହି ଅବସରରେ ବିଜେଡି ନେତା ସତ୍ୟବାଦୀ ନାୟକ, ମାଧବାନନ୍ଦ ବେହେରା, ମୁରଲୀଧର ବେହେରା, ଗଣେଶ୍ୱର ସାହୁ, ବାବା ବେହେରା, ସତ୍ୟାନନ୍ଦ ବେହେରା, ବିଜୟ ବେହେରା, ଭାଗବତ ଜେନାମଣି ପ୍ରମୁଖ ଅନେକ ନେତୃବୃନ୍ଦ ବିଜେପିରେ ଯୋଗଦାନ କରିଛନ୍ତି ।

ସେହିପରି ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନ ମଣ୍ଡଳୀର ଯୁବ ବିଜେଡି ନେତା ତଥା ସୁସଂଗଠକ ଶ୍ରୀ ହିମାଂଶୁ ଶେଖର ସାହୁ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି । ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ତଥା ବରିଷ୍ଠ ବିଜେଡି ନେତା ଶ୍ରୀ ନରେଶ ଚନ୍ଦ୍ର ମହାନ୍ତି ମଧ୍ୟ ବିଜେପିରେ ଯୋଗଦାନ କରିଛନ୍ତି । ଏହି ଅବସରରେ ପୂର୍ବତନ ପଂଚାୟତ ସମିତି ଅଧ୍ୟକ୍ଷ ତଥା ବିଜେଡି ନେତା ସାରଥୀ ଜେନା, ପୂର୍ବତନ ରସୁଲପୁର ବ୍ଲକ ଅଧ୍ୟକ୍ଷ ପ୍ରକାଶ କୁମାର ସାମଲ, ପୂର୍ବତନ ସରପଂଚ ରବିନ୍ଦ୍ର ଦାସ, ସଂଗ୍ରାମ କେଶରୀ ଜେନା ସାମିଲ ହୋଇଛନ୍ତି।

ସେହିପରି ବିଷ୍ଣ ବାରିକ, କୁଳମଣି ପଣ୍ଡା, ପୂର୍ବତନ ସମିତି ସଭ୍ୟ ମାଗୁଣି ବେହେରା, ଧରିତ୍ରୀ ସାମଲ, ବୈରାଗୀ ମଲ୍ଲିକଙ୍କ ସମେତ ଅନୁକର ପ୍ରଧାନ, ମନୋରଂଜନ ବେହେରା, ଶରତ ଚନ୍ଦ୍ର ଧଳ, ନିରଂଜନ ମଲ୍ଲିକ, ପ୍ରମୋଦ ସାହୁ, ବିକ୍ରମ ସାହୁ, ନିଗମ ଲେଙ୍କା, ନକୁଳ ମଲ୍ଲିକ, ନିରଞ୍ଜନ ମଲ୍ଲିକ, ଚରଣ ଦେହୁରୀ, ସୁବାଷ ମଲ୍ଲିକ, କ୍ଷୀରୋଦ ସାହୁ, ଦଳଗୋବିନ୍ଦ ମଲ୍ଲିକ ପ୍ରମୁଖଙ୍କ ସମେତ ବହୁ ସଂଖ୍ୟାରେ ବିଜେଡି ନେତା ଓ କର୍ମୀ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ଅନ୍ତର୍ଗତ କାମାକ୍ଷାନଗର ନିର୍ବାଚନମଣ୍ଡଳୀର ବିଶିଷ୍ଟ ସମାଜସେବୀ ଶ୍ରୀ ବିଶ୍ୱରଞ୍ଜନ ଦାସ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହେଲେ । ତାଙ୍କ ସହ ସନ୍ତୋଷ କୁମାର ନାୟକ, ଅଶୋକ କୁମାର ବିଶ୍ୱାଳ, ଚିଂଟୁ ଖୁଂଟିଆ, ପ୍ରଭାକର ପଣ୍ଡା ପ୍ରମୁଖଙ୍କ ସମେତ ଶତାଧିକ ବିଜେଡି ଓ କଂଗ୍ରେସ କର୍ମୀ ବିଜେପିରେ ସାମିଲ ହୋଇଛନ୍ତି ।

ଓଡିଶା ହାଇକୋର୍ଟର ଓକିଲ ଶ୍ରୀମତୀ ଚିନୁ ରାଣୀ ପଣ୍ଡା ଓ ଶ୍ରୀମତୀ ଜିନୁ ରାଣୀ; ମାର୍ଶଲ ଆର୍ଟ, ତାଇକୋଣ୍ଡ, କରାଟେ ଏବଂ କିକ୍ ବକ୍ସିଂ ଆନ୍ତର୍ଜାତୀୟ ଓ ଜାତୀୟସ୍ତରର ସୁନାମଧନ୍ୟ ଖେଳାଳୀ ଡ. ଅର୍ଚ୍ଚନା କାନୁନଗୋ, ସମାଜସେବୀ ତଥା ବିଶିଷ୍ଟ ଗୀତିକାର ଏବଂ ଲେଖକ ଶ୍ରୀମତୀ ନିହାରୀକା ପଟ୍ଟନାୟକ; ବରଗଡର ସୁନାମଧନ୍ୟ ଚିକିତ୍ସକ ଡ. ରାମକୃଷ୍ଣ ପୁରୋହିତ ଏବଂ ଜଟଣୀବାସିନ୍ଦା ଅବସରପ୍ରାପ୍ତ ଓଏଏସ୍ ଅଧିକାରୀ ଶ୍ରୀ ଅଯୋଧ୍ୟା ଶତପଥୀ ମଧ୍ୟ ଅନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି ।

ଯଶ୍ୱସୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୀତି ଓ ଆଦର୍ଶ ଏବଂ ଭାରତୀୟ ଜନତା ପାର୍ଟିର ସୁଶାସନରେ ଅନୁପ୍ରାଣିତ ହୋଇ ବିଜେପିରେ ସାମିଲ ହୋଇଥିବାର ସମସ୍ତ ନୂତନ ସଦସ୍ୟ କହିଛନ୍ତି ।

ନୂତନ ସଦସ୍ୟମାନେ ୮୯୮୦୮୦୮୦୮୦ ନମ୍ବରରେ ଡାଏଲ କରି ବିଜେପିର ସଦସ୍ୟ ହୋଇଥିଲେ । ସମସ୍ତ ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ କରାଯାଇଥିଲା । ଏହି ମିଶ୍ରଣ ପର୍ବ ଅବସରରେ ପୂର୍ବତନ ରାଜ୍ୟ ସଭାପତି ଶ୍ରୀ କେ.ଭି.ସିଂହଦେଓ, ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ପୂର୍ବତନ ସାଂସଦ ରୁଦ୍ର ନାରାୟଣ ପାଣି, ପୂର୍ବତନ ମନ୍ତ୍ରୀ ଅଂଜଳୀ ବେହେରା, ବରିଷ୍ଠ ନେତା ଭୃଗୁ ବକ୍ସିପାତ୍ର ଓ ପ୍ରଭାତୀ ପରିଡା, ରାଜ୍ୟ ଉପସଭାପତି ବିରଂଚି ନାରାୟଣ ତ୍ରିପାଠୀ, ରାଜ୍ୟ ସମ୍ପାଦିକ କସ୍ତୁରୀ ମିଶ୍ର, ରାଜ୍ୟ ମୁଖପାତ୍ର ମନୋଜ ମହାପାତ୍ର, ମହିଳାମୋର୍ଚ୍ଚା ସଭାନେତ୍ରୀ ଐଶ୍ୱର୍ଯ୍ୟା ବିଶ୍ୱାଳ, ରାଜ୍ୟ ସାମାଜିକ ଗଣମାଧ୍ୟମ ସଂଯୋଜକ ଉମାକାନ୍ତ ପଟ୍ଟନାୟକ, ସମବାୟ ପ୍ରକୋଷ୍ଠ ରାଜ୍ୟ ସଂଯୋଜକ ପବିତ୍ର ମୋହନ ଦାସ, ଢେଙ୍କାନାଳ ଜିଲ୍ଲା ସଭାପତି ନରେଶ ମହାପାତ୍ର, ବିଭୂତି ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ବିଜେପିରେ ଯୋଗ ଦେଲେ ପୂର୍ବତନ ପ୍ରଶାସନିକ ଅଧିକାରୀ, ବିଜେଡି ନେତା ରଘୁରାମଙ୍କ ସହ ବହୁ କର୍ମୀ

ଭୁବନେଶ୍ୱର: ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ କୋରାପୁଟ, କେନ୍ଦୁଝର, କଟକ, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲାର ବିଜେଡି ଓ କଂଗ୍ରେସର ଶତାଧିକ କାର୍ଯ୍ୟକର୍ତ୍ତାମାନେ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି।

ତେବେ ସେମାନଙ୍କ ମଧ୍ୟରେ ଯେ ମୁଖ୍ୟ କେନ୍ଦ୍ରବିନ୍ଦୁ ସେ ହେଉଛନ୍ତି କଟକ ଜିଲ୍ଲା ବଡମ୍ବା ବିଧାନସଭା ନିର୍ବାଚନମଣ୍ଡଳୀରୁ ପୂର୍ବତନ ସର୍ବଭାରତୀୟ ପ୍ରଶାସନିକ ଅଧିକାରୀ ବା ଆଇଆରଏସ୍‌ ଶ୍ରୀ ସମ୍ବିତ ତ୍ରିପାଠୀ। ସେ ମଧ୍ୟ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ଏକଦା ସେ ଚାକିରୀରେ ଥିବା ବେଳେ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ ହୋଇଥିଲେ। ଏହାପରେ ସେ ଚାକିରୀ ଛାଡି ଧର୍ମେନ୍ଦ୍ରଙ୍କ ରାଜନୈତିକ ବ୍ୟାପାର ପରୋକ୍ଷରେ ବୁଝାବୁଝି କରୁଛନ୍ତି।

ସେହିପରି କୋରାପୁଟ ଜିଲ୍ଲା ବିଜୁ ଜନତା ଦଳର ବରିଷ୍ଠ ନେତା ଓ ସୁସଂଗଠକ ଏବଂ ଗତ ସାଧାରଣ ନିର୍ବାଚନରେ କୋରାପୁଟ ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜେଡି ପ୍ରାର୍ଥୀ ଶ୍ରୀ ରଘୁରାମ ମାଛ, ଜୟପୁର ନିର୍ବାଚନମଣ୍ଡଳୀର ବରିଷ୍ଠ ବିଜେଡି ନେତା ହିମାଂଶୁ ମହାପାତ୍ର ଆଜି ନିଜ ନିଜ ଶତାଧିକ ସମର୍ଥକଙ୍କ ଗହଣରେ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି।

ଏହି ଅବସରରେ କୋରାପୁଟ ବ୍ଲକର ପୂର୍ବତନ ଅଧ୍ୟକ୍ଷ ନାଗେଶ୍ୱର ପାଞ୍ଜିଆ ଓ ରମା କୁମାରୀ ସିଂହ; ସରପଂଚ ସବିତା ଡାମି ଓ କୈାଶଲ୍ୟା ଜାନୀ; ସମିତି ସଦସ୍ୟ ପ୍ରତିମା ଜାନୀଙ୍କ ସମେତ ନାରାୟଣ ନାୟକ, ଚନ୍ଦ୍ରଶେଖର ଖରା, ସୋମନାଥ ତୁରୁକ; ସମନାଥ ମାଝୀ, ପଡୁ ମୁଦୁଲୀ, ଧର୍ମ ପୂଜାରୀ, ହରି ଖେମୁଣ୍ଡୁ ପ୍ରମୁଖ ଶତାଧିକ ସମର୍ଥକ ବିଜେଡି ପରିତ୍ୟାଗ କରି ବିଜେପିରେ ସାମିଲ ହୋଇଛନ୍ତି।

କେନ୍ଦୁଝର ଜିଲ୍ଲା ତେଲକୋଇ ନିର୍ବାଚନ ମଣ୍ଡଳୀର ଡା.ଫକୀର ନାୟକ ନିଜ ନିଜ ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ସାମିଲ ହୋଇଛନ୍ତି। ସ୍ଥାନୀୟ ଅଂଚଳର ବିଶିଷ୍ଟ ଶିକ୍ଷାବିତ୍ ପ୍ରସନ୍ନ ମହନ୍ତ, ଅକ୍ଷୟ ସାହୁ, ହେମନ୍ତ ସାହୁ, ଗୋପବନ୍ଧୁ ବାଗ, ରାଧାକାନ୍ତ ମହନ୍ତ, ବିଜେଡି ନେତା ଆଦିକାନ୍ତ ବାଗ, ଟୁନୁ ସାହୁ, ସତ୍ୟାନନ୍ଦ ସାହୁ, କଂଗ୍ରେସ ନେତା ନିହାର ମହନ୍ତ, ଅବସରପ୍ରାପ୍ତ ସେନାଧିକାରୀ ବାଲିଆ ହାଁସଦା, ସମାଜସେବୀ ବଢିଆ ମୁଣ୍ଡା ପ୍ରମୁଖ ଶତାଧିକ ସମର୍ଥକ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି।

କେନ୍ଦ୍ରାପଡା କନିକା ରାଜପରିବାରର ସଦସ୍ୟା ଶ୍ରୀମତୀ ଦୁର୍ଗାଦେବୀ ଆଜି ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି। ଜଗତସିଂହପୁର ଜିଲ୍ଲା ତିର୍ତୋଲ ନିର୍ବାଚନମଣ୍ଡଳୀରୁ ସୟଦ ମୁକ୍ତାର ଅଲ୍ଲୀଙ୍କ ନେତୃତ୍ୱରେ ହାଜି ଲିୟାତ୍ ଅଲ୍ଲୀ, ମୈାଲାନା ହାଜି ଅବଦୁଲ ରହେମାନ ଖାନ୍‌, ମୁକ୍ତାର ଖାନ, ତରକୁନ୍ଦ ବ୍ଲକ ପୂର୍ବତନ ନାଏବ ସରପଂଚ ଆଜାଦ୍ ବେଗମ୍‌, କଂଗ୍ରେସ ସଂଖ୍ୟାଲଘୁ ପ୍ରକୋଷ୍ଠର ପୂର୍ବତନ ଜିଲ୍ଲା ସାଧାରଣ ସଂପାଦକ ୟସ୍ମିନ ଖାତୁନ, ୱାର୍ଡ ମେମ୍ବର ଅଜୟ କୁମାର ପ୍ରଧାନ, ଯୁବ କଂଗ୍ରେସ ପୂର୍ବତନ ଜିଲ୍ଲା ସଭାପତି ସୈାମ୍ୟରଞ୍ଜନ ଖୁଂଟିଆ, ପୂର୍ବତନ ଜିଲ୍ଲା ସାଧାରଣ ସଂପାଦକ ସାମସୁନ ନିଶା ବିବି ପ୍ରମୁଖଙ୍କ ସମେତ କଂଗ୍ରେସ ଓ ବିଜେଡିର ଶତାଧିକ କାର୍ଯ୍ୟକର୍ତା ବିଜେପିରେ ଯୋଗଦାନ କରିଛନ୍ତି।

ପୂର୍ବତନ ବ୍ୟାଂକ ପଦାଧିକାରୀ ତଥା ଆଇଟି ବିଶେଷଜ୍ଞ ଶ୍ରୀମତୀ ରାଜେଶ୍ୱରୀ ଦାସ ବିଜେପିରେ ସାମିଲ ହୋଇଛନ୍ତି। ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁଶାସନ, ଗରୀବ କଲ୍ୟାଣ କାର୍ଯ୍ୟକ୍ରମ ଓ ବିଜେପିର ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ସାମିଲ ହୋଇଥିବା ସମସ୍ତ ସଦସ୍ୟଙ୍କୁ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଦଳୀୟ ଉତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ କରିଥିଲେ।

ଏହି ଅବସରରେ ରାଜ୍ୟ ସାଧାରଣ ସଂପାଦକ ଡ.ଯତୀନ ମହାନ୍ତି, ରାଜ୍ୟ ସଂପାଦକ ସରୋଜ କର, କସ୍ତୁରୀ ମିଶ୍ର, କଟକ ସଦର ଜିଲ୍ଲା ସଭାପତି ତଥା ପୂର୍ବତନ ବିଧାୟକ ପ୍ରକାଶ ବେହେରା, କୋରାପୁଟ ଜିଲ୍ଲା ସଭାପତି ସୁମନ୍ତ ପ୍ରଧାନ, ପୂର୍ବତନ ମହିଳାମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ସ୍ମୃତି ପଟ୍ଟନାୟକ, ରାଜ୍ୟ ଗଣମାଧ୍ୟମ ସହମୁଖ୍ୟ ସୁଜିତ୍ କୁମାର ଦାସ, ସାମାଜିକ ସଂଗଠନର ରାଜ୍ୟ ସଂଯୋଜକ ରଶ୍ମିରଞ୍ଜନ କାନୁନଗୋ, ପୂର୍ବତନ ସଂଖ୍ୟାଲଘୁ ମୋର୍ଚ୍ଚା ରାଜ୍ୟ ସଭାପତି ସିକନ୍ଦର ଅଲ୍ଲୀ, ସୁକାନ୍ତ ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ।

ରାଜ୍ୟରେ ଗଣତନ୍ତ୍ର ବ୍ୟବସ୍ଥା ସଂପୂର୍ଣ୍ଣ ଭୁଷୁଡି ପଡିଛି। ବ୍ୟାପକ ଦୁର୍ନୀତି ଓ ଭ୍ରଷ୍ଟାଚାର ରାଜ୍ୟର ବିକାଶରେ ବଡ ବାଧକ ସାଜିଛି। ମୋଦି ସରକାରଙ୍କ ଉପରେ ସାଧାରଣ ଜନତାଙ୍କ ଆସ୍ଥା ବୃଦ୍ଧି ପାଇଚାଲିଛି। ଓଡିଶାବାସୀଙ୍କ ବିଶ୍ୱାସର କେନ୍ଦ୍ରବିନ୍ଦୁ ପାଲଟିଛି ବିଜେପି। ଶାସନକୁ ଆସିଲେ ରାଜ୍ୟରେ ଭୁଷୁଡି ପଡିଥିବା ରାଜନୈତିକ ବ୍ୟବସ୍ଥାର ପୁନଃସ୍ଥାପିତ କରାଯିବ। ଆଜିର ଏହି ମିଶ୍ରଣ ପର୍ବ ପାର୍ଟିର ସଂଗଠନକୁ ଆହୁରି ସୁଦୃଢ କରିବ। ଓଡ଼ିଶାବାସୀ ୨୦୨୪ ନିର୍ବାଚନରେ ବିକଳ୍ପ ଚାହୁଛନ୍ତି ବୋଲି ରାଜ୍ୟ ସଭାପତି ଶ୍ରୀ ସାମଲ କହିଛନ୍ତି।

ଦେଶ ତଥା ରାଜ୍ୟର ସାମୁହିକ ବିକାଶ ପାଇଁ ପ୍ରକୃତ ରାଜନୈତିକ ଦଳ ହେଉଛି ଭାରତୀୟ ଜନତା ପାର୍ଟି। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧିନ ବିଜେପି ସରକାର ଗତ ୯ ବର୍ଷର ଶାସନ କାଳରେ ବହୁ ଗରୀବକଲ୍ୟାଣକାରୀ ଯୋଜନାର ସଫଳ କାର୍ଯ୍ୟାନ୍ୱୟନ ହୋଇଛି। ଆଗାମୀ ସାଧାରଣ ନିର୍ବାଚନରେ କେନ୍ଦ୍ରରେ ମୋଦିଜୀଙ୍କ ନେତୃତ୍ୱରେ ସରକାର ଗଠନ ହେବା ସହିତ ରାଜ୍ୟରେ ମଧ୍ୟ ବିଜେପିର ଡବଲ୍ ଇଞ୍ଜିନ ସରକାର ନିଶ୍ଚିତ ହେବ ବୋଲି ନୂତନ ଭାବେ ସାମିଲ ହୋଇଥିବା ସମସ୍ତ ନେତୃବୃନ୍ଦ କହିଛନ୍ତି।