Categories
ଆଜିର ଖବର ଜାତୀୟ ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେପିରେ ସାମିଲ ହେଲେ ବିଜେଡି ନେତା ବିମ୍ବାଧର କୁଅଁର ଏବଂ ନିବେଦିତା ନାୟକ

ଭୁବନେଶ୍ୱର: ବିଜେଡି ପରିତ୍ୟାଗ କରି ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ଉପସଭାପତି ବିମ୍ବାଧର କୁଅଁର ଏବଂ ବିଜୁ ମହିଳା ଜନତା ଦଳର ବରିଷ୍ଠ ରାଜ୍ୟ ଉପସଭାନେତ୍ରୀ ଶ୍ରୀମତୀ ନିବେଦିତା ନାୟକ।

ଆଜି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ପଶ୍ଚିମଓଡ଼ିଶା କଳାକାର ସାମୁଖ୍ୟର ସଂଯୋଜକ ସରୋଜ କୁମାର ଭୂୟାଁ, ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଶ୍ରୀ ଅନିଲ କୁମାର ଗୁରୁ, କେନ୍ଦୁଝର ଜିଲ୍ଲା ବାସିନ୍ଦା ଯୁବ ସଂଗଠକ ଶ୍ରୀ ପ୍ରଶାନ୍ତ କୁମାର ଦଳାଇ ଆନୁଷ୍ଠାନିକଭାବେ ବିଜେପିରେ ଯୋଗ ଦେଇଛନ୍ତି ।

ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ସାଂସଦ ଜୁଏଲ ଓରାମ, ରାଜ୍ୟ ଉପସଭାପତି ବିରଂଚି ନାରାୟଣ ତ୍ରିପାଠୀ, ରାଜ୍ୟ ସମ୍ପାଦକ ସରୋଜ କର ପ୍ରମୁଖ ନୂତନ ସଦସ୍ୟଙ୍କୁ ଉତରୀୟ ପିନ୍ଧାଇ ସ୍ୱାଗତ ଜଣାଇଥିଲେ ।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେପିରେ ଯୋଗ ଦେଲେ ଖୋର୍ଦ୍ଧା ଜିଲ୍ଲା ବିଜେଡି ନେତା କାଳନ୍ଦି ପ୍ରଧାନ

ଭୁବନେଶ୍ୱର: ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଖୋର୍ଦ୍ଧା ଜିଲ୍ଲା ବିଜେଡି ସାଧାରଣ ସଂପାଦକ ତଥା ଉତର ଭୁବନେଶ୍ୱର ନିର୍ବାଚନମଣ୍ଡଳୀର ସୁସଂଗଠକ ଶ୍ରୀ କାଳନ୍ଦି ପ୍ରଧାନ ନିଜ ସମର୍ଥକଙ୍କ ସହ ଆନୁଷ୍ଠାନିକଭାବେ ବିଜେପିରେ ଯୋଗ ଦେଇଛନ୍ତି।

ଶ୍ରୀ ପ୍ରଧାନଙ୍କ ସମେତ ପୁରୁଣା ସାଲିଆ ସାହି ବସ୍ତି ସଭାପତି ରମେଶ ପାତ୍ର, ଶକ୍ତି ବିହାର ଉପଦେଷ୍ଟା ସର୍ବେଶ୍ୱର ବିଶୋଇ, ଶ୍ରୀକୃଷ୍ଣନଗର ଉପଦେଷ୍ଟା ନିରଞ୍ଜନ ସ୍ୱାଇଁ, ବସ୍ତି ବିକାଶ ପରିଷଦ ସଭ୍ୟ ଟୁକୁନା ମହାରଣା, ରମେଶ ମହାରଣା, ଗୌରାଙ୍ଗ ମହାରଣା, ସୁପ୍ରଭା ମହାରଣା, ମନୁ ବିଶୋଇ, ଏକାମ୍ର ବିହାରର ରବି ପାତ୍ର, ଶ୍ରୀକୃଷ୍ଣ ନଗରର ରଞ୍ଜିତା ଜେନା, ସବିତା ସେଠୀ, ମୀନତି ମହାରଣା, ବୀଣାପାଣି ମହାରଣା, ଶ୍ରୀରାମ ନଗର ମଞ୍ଜୁଲତା ମିଶ୍ର, ଝୁନୁ ମହାରଣା, ଶକ୍ତି ବିହାର ମମତା ମଲ୍ଲିକ, ରାଧାମଣି ସାହୁ, କିରଣ ମଲ୍ଲିକ, ଶ୍ରୀରାମ ନଗର ସାକେରୀ ରେଡ୍ଡି, ପ୍ରଭାତୀ ମଲ୍ଲିକ, ସୁଶମା ସାହୁ ଓ ରମେଶ ସାହୁ ପ୍ରମୁଖ ଆନୁଷ୍ଠାନିକଭାବେ ବିଜେପିରେ ଯୋଗ ଦେଇଛନ୍ତି।

ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ପିନ୍ଧାଇ ସ୍ୱାଗତ ଜଣାଇଛନ୍ତି। ଏହି ମିଶ୍ରଣ ପର୍ବରେ ବିଧାୟକ ତଥା ଉତର ବିଧାୟକ ପ୍ରାର୍ଥୀ ଶ୍ରୀ ପ୍ରିୟଦର୍ଶୀ ମିଶ୍ର, ରାଜ୍ୟ ଉପସଭାପତି ବିରଂଚି ନାରାୟଣ ତ୍ରିପାଠୀ, ରାଜ୍ୟ ସାଧାରଣ ସମ୍ପାଦକ ସାରଦା ଶତପଥୀ, ବରିଷ୍ଠ ନେତ୍ରୀ ରଶ୍ମୀ ମହାପାତ୍ର, ଶ୍ରୀକୃଷ୍ଣ ନଗରର ମଣ୍ଡଳ ସଭାପତି ଅଞ୍ଜନ ନାଥ,ଅନଙ୍ଗ ବିକ୍ରମ ବିଶ୍ୱାଳ, ମାନସୀ ମଞ୍ଜରୀ ରାୟ, ଅନୁସୂୟା ସାହୁ, ମାଳତୀ ହେମ୍ରମ, ସୁଚିତ୍ରା ବେହେରା, ସ୍ୱପ୍ନାରାଣୀ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେପିରେ ସାମିଲ ହେଲେ ଜି.ଉଦୟଗିରିର ପୂର୍ବତନ ବିଧାୟିକା ଅଜୟନ୍ତୀ ପ୍ରଧାନ ଏବଂ ଶିକ୍ଷାବିତ୍

ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଜି. ଉଦୟଗିରିର ପୂର୍ବତନ ବିଧାୟିକା ଶ୍ରୀମତୀ ଅଜୟନ୍ତୀ ପ୍ରଧାନ ନିଜ ଶତାଧିକ ସମର୍ଥକଙ୍କ ଗହଣରେ କଂଗ୍ରେସ ଦଳ ଛାଡି ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି।
ସେହିପରି ରାଜ୍ୟରେ ଜଣାଶୁଣା ଏବଂ ବିଶିଷ୍ଟ ଶିକ୍ଷାବିତ ତଥା ଓୟୁଏଟି ପ୍ରଫେସର ଡ.ଆଶୁତୋଷ ସାମନ୍ତରାୟ ଏବଂ ବିଜେବି କଲେଜର ପୂର୍ବତନ ପ୍ରିନ୍ସିପାଲ ଶ୍ରୀ ସୁରେନ୍ଦ୍ର ନାଥ ମହାନ୍ତି ମଧ୍ୟ ବିଜେପିରେ ଯୋଗଦାନ କରିଛନ୍ତି।

ରାଜଧାନୀ ଭୁବନେଶ୍ୱରର ଅନେକ ବୁଦ୍ଧିଜୀବି, ବ୍ୟବସାୟୀ ଏବଂ ସମାଜର ପ୍ରତିଷ୍ଠିତ ବ୍ୟକ୍ତିବିଶେଷ ବିଜେପିରେ ଯୋଗଦାନ କରିଛନ୍ତି। ଏହି ଅବସରରେ ଦେବସ୍ମିତା ମହାନ୍ତି, ଡ.ଲିତା ମହାପାତ୍ର, ପ୍ରସନ୍ନ ପାତ୍ର, ନମିତା ଶତପଥୀ, ଜ୍ୟୋର୍ତିବିତ୍ ମଧୁସ୍ମିତା ଦାସ, ଅଭିପ୍ସା ଦାସ, ଚନ୍ଦନ ନାୟକ, ରାଜେଶ କୁମାର ପଟାଙ୍ଗୀ, ରାଜେନ୍ଦ୍ର ଭତିଆ, ଅନିତା ଅଗ୍ରୱାଲ, ରାଜ ସାନ୍ତୁକା, ସାଗରିକା ରାଉତ, ପବିତ୍ର ବାରିକ, ବିଷ୍ଣୁପ୍ରିୟା ମିତ୍ର, ଦୁଷ୍ମନ୍ତ ରାଉତରାୟ ପ୍ରମୁଖ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି।

ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସାଂସଦ ଅପରାଜିତା ଷଡଙ୍ଗୀ ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ପିନ୍ଧାଇ ସ୍ୱାଗତ ଜଣାଇଛନ୍ତି। ଏହି ମିଶ୍ରଣ ପର୍ବରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ରାଜ୍ୟ ଉପସଭାପତି ବିରଂଚି ନାରାୟଣ ତ୍ରିପାଠୀ, ରାଜ୍ୟ ସମ୍ପାଦକ ସରୋଜ କର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମହେଶ ମହାନ୍ତି, ଶ୍ରୀତମ ଦାସ, ନିରଞ୍ଜନ ମିଶ୍ର, ଶ୍ରୀମତୀ ରଶ୍ମୀ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେପିରେ ଯୋଗ ଦେଲେ ବିଜେଡି ନେତ୍ରୀ ସନ୍ଧ୍ୟାବତୀ ପ୍ରଧାନ ଏବଂ ଲିଙ୍କନ ସୁବୁଦ୍ଧି

ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାଜ୍ୟ ଶିଶୁ ସୁରକ୍ଷା ଅଧିକାର କମିଶନ ଅଧ୍ୟକ୍ଷା ତଥା ବିଜୁ ଜନତା ଦଳର ବରିଷ୍ଠ ସଦସ୍ୟା ଶ୍ରୀମତୀ ସନ୍ଧ୍ୟାବତୀ ପ୍ରଧାନ ନିଜ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗ ଦେଇଛନ୍ତି ।

ତାଙ୍କ ସହ ପୂର୍ବତନ ଡେଲାଙ୍ଗ ବ୍ଲକ ଚେୟାରମ୍ୟାନ ସୁଷମା ସେଠୀ, ଭାଇସ ଚେୟାରମ୍ୟାନ ରମାମଣୀ ପ୍ରଧାନ, ପୂର୍ବତନ ସରପଂଚ କେଳୁଚରଣ ସେଠୀ, ଗୋପିନାଥ ବେହେରା, ପୂର୍ବତନ ୱାର୍ଡମେମ୍ବର ହରମୋହନ ପ୍ରଧାନ, ସନ୍ଧ୍ୟାରାଣୀ ମହାପାତ୍ର, ରିଜା କିଶୋର ଶିକ୍ଷା ପ୍ରମୁଖ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗ ଦେଇଛନ୍ତି।

ସେହିପରି ବିଜୁ ମହିଳା ଜନତା ଦଳ ରାଜ୍ୟ ସାଧାରଣ ସମ୍ପାଦିକା ଶ୍ରୀମତୀ ଲିଙ୍କନ ସୁବୁଦ୍ଧିଙ୍କ ନିଜ ସମର୍ଥକଙ୍କ ସହିତ ବିଜେପିରେ ଯୋଗ ଦେଇଛନ୍ତି। ଶ୍ରୀମତୀ ସୁବୁଦ୍ଧି କହିଛନ୍ତି ଯେ, ମୋଦିଜୀଙ୍କ ଶାସନରେ ଅନୁପ୍ରାଣିତ ହୋଇ ବିଜେପିରେ ମିଶିଲି। ମୋଦିଜୀ ସର୍ବଦା ନାରୀଙ୍କ ସମ୍ମାନ ପାଇଁ ଚିନ୍ତା କରିଛନ୍ତି ।

ଏହି ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାର, ରାଷ୍ଟ୍ରୀୟ ମୁଖପାତ୍ର ତଥା ପୁରୀ ଲୋକସଭା ପ୍ରାର୍ଥୀ ଡ.ସମ୍ବିତ ପାତ୍ର ନୂତନ ସଦସ୍ୟଙ୍କୁ ସ୍ୱାଗତ ଜଣାଇଥିଲେ ।

ଏହି ମିଶ୍ରଣ ପର୍ବରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ରାଜ୍ୟ ସମ୍ପାଦକ ସରୋଜ କର, ଜିଲ୍ଲା ସଭାପତି ତଥା ପିପିଲି ବିଧାୟକ ପ୍ରାର୍ଥୀ ଆଶ୍ରୀତ ପଟ୍ଟନାୟକ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶଙ୍କର୍ଷଣ ପରିଡା, ସତ୍ୟବାଦୀ ବିଧାୟକ ପ୍ରାର୍ଥୀ ଓମପ୍ରକାଶ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେପିରେ ସାମିଲ ହେଲେ ବିଜେଡିର ପୂର୍ବତନ ସାଂସଦ ଓ ବିଧାୟକ ଧନେଶ୍ୱର ମାଝୀ

ଭୁବନେଶ୍ୱର: ପୂର୍ବତନ ରାଜ୍ୟସଭା ସାଂସଦ ଏବଂ କେସିଙ୍ଗା ଓ ନର୍ଲା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ୫ଥର ବିଧାୟକ ଥିବା ଶ୍ରୀ ଧନେଶ୍ୱର ମାଝୀ ଆଜି ବିଜୁ ଜନତା ଦଳ ପରିତ୍ୟାଗ କରି ବିଜେପିରେ ସାମିଲ ହୋଇଛନ୍ତି।

ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ପୂର୍ବତନ ମନ୍ତ୍ରୀ ସୁରମା ପାଢ଼ୀ, ରାଜ୍ୟ ଉପସଭାପତି ବିରଂଚି ନାରାୟଣ ତ୍ରିପାଠୀ, ରାଜ୍ୟ ସମ୍ପାଦକ ସରୋଜ କର, ରାଜ୍ୟ ଗଣମାଧ୍ୟମ ସଂଯୋଜକ ସୁଜିତ୍ କୁମାର ଦାସ, ଆଜାଦ୍ ହିନ୍ଦ୍ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ପିନ୍ଧାଇ ସ୍ୱାଗତ କରିଥିଲେ ।

Categories
ଆଜିର ଖବର ଜାତୀୟ ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେପିରେ ସାମିଲ ହେଲେ ମହାକାଳପଡା ଗୋଗୁଆ ପଂଚାୟତର ପଂଚାୟତ ସମିତି ସଦସ୍ୟ

ଭୁବନେଶ୍ବର: ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ମହାକାଳପଡା ଗୋଗୁଆ ପଂଚାୟତର ପଂଚାୟତ ସମିତି ସଦସ୍ୟ ତଥା ବିଜେଡିର ସ୍ଥାନୀୟ ସଂଗଠକ ତଥା ଜିଲ୍ଲା ବାର୍ ଆସୋସିଏନସନ୍ ସମ୍ପାଦକ ଶ୍ରୀ ପ୍ରତାପ ଚନ୍ଦ୍ର ଦାସ ବିଜେପିରେ ଯୋଗ ଦେଇଛନ୍ତି। ଶ୍ରୀ ଦାସଙ୍କ ସହ ପୂର୍ବତନ ପଂଚାୟତ ସମିତି ସଦସ୍ୟ ଅଲେଖ ଜେନା, ପୂର୍ବତନ ସରପଂଚ କୁର୍ଟିଆ ସେଠୀ ଓ ବୀର ବାବୁ, ୱାର୍ଡ ମେମ୍ବର ଶ୍ରୀମତି ଜେନା, ପୂର୍ବତନ ୱାର୍ଡ ମେମ୍ବର ଆଶିଧାରା ମଣ୍ଡଳ, ଛାତ୍ର ନେତା ପ୍ରଦୀପ କୁମାର ସେଠୀ, ସାମାଜିକ ଗଣମାଧ୍ୟମ ନିହାର ରଞ୍ଜନ ମହାନ୍ତି, ରଶ୍ମୀତା ମଲ୍ଲିକ, ରାଜୀବ ଲୋଚନ ସେଠୀ, ମାମିନା ଦାସ ପ୍ରମୁଖ ଆଜି ବିଜେପିରେ ସାମିଲ ହୋଇଛନ୍ତି ।

ସେହିପରି ଅବସରପ୍ରାପ୍ତ ଆଇଆରଏସ୍ ଅଧିକାରୀ ତଥା କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ଲାଞ୍ଜିଗଡର ଶ୍ରୀଯୁକ୍ତ ଗଙ୍ଗାଧର ମାଝୀ ନିଜ ସମର୍ଥକଙ୍କ ଗହଣରେ ବିଜେପିରେ ସାମିଲ ହୋଇଛନ୍ତି । ଶ୍ରୀ ମାଝୀଙ୍କ ସହ ବିକ୍ରମ ଯୋଶୀ, ଅଙ୍ଗଦ ମାଝୀ, ଭାରତ ମୁଣ୍ଡା ବିଜେପିରେ ସାମିଲ ହୋଇଛନ୍ତି ।

ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ଓ ରାଜ୍ୟ ଉପସଭାପତି ବିରଂଚି ତ୍ରିପାଠୀ ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ପିନ୍ଧାଇ ସ୍ୱାଗତ କରିଥିଲେ । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଏବଂ ଭାରତୀୟ ଜନତା ପାର୍ଟି ପ୍ରତି ଦେଶବାସୀ ତଥା ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇ ଚାଲିଛି । ମୋଦି ସରକାର ଏବଂ ମୋଦି ଗ୍ୟାରେଂଟି ଉପରେ ଓଡିଶାବାସୀଙ୍କ ଆସ୍ଥା ବୃଦ୍ଧି ପାଇଚାଲିଛି । ଆଜିର ଏହି ମିଶ୍ରଣ ପର୍ବ ପାର୍ଟିର ସଂଗଠନକୁ ଆହୁରି ସୁଦୃଢ କରିବ । ଏହି ମିଶ୍ରଣ ପର୍ବରେ ରାଜ୍ୟ ସମ୍ପାଦକ ସରୋଜ କର, କେନ୍ଦ୍ରାପଡା ଜିଲ୍ଲା ସଭାପତି କିଶୋର ପଣ୍ଡା, କେନ୍ଦ୍ରାପଡା ପୂର୍ବତନ ସାଂସଦ ଅର୍ଚ୍ଚନା ନାୟକ, ଦୁର୍ଗା ନାୟକ, ଶେଷଦେବ ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେପିରେ ସାମିଲ ହେଲେ ରାଜଗାଙ୍ଗପୁର ବିଜେଡି ନେତା ପୂର୍ଣ୍ଣଚନ୍ଦ୍ର ରାଉତ

ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସାଂସଦ ଜୁଏଲ ଓରାମ ଓ ପୂର୍ବତନ ରାଜ୍ୟ ସଭାପତି କେଭି ସିଂହଦେଓଙ୍କ ଉପସ୍ଥିତିରେ ବିଜେଡି ନେତା ତଥା ରାଜଗାଙ୍ଗପୁର ମ୍ୟୁନିସିପାଲଟି ପୂର୍ବତନ ଚେୟାରମ୍ୟାନ ପୂର୍ଣ୍ଣଚନ୍ଦ୍ର ରାଉତ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି। ଶ୍ରୀ ରାଉତଙ୍କୁ ସାଂସଦ ଜୁଏଲ ଓରାମ ଓ ପୂର୍ବତନ ରାଜ୍ୟ ସଭାପତି କେଭି ସିଂହଦେଓ ଦଳୀୟ ଉତରୀୟ ପିନ୍ଧାଇ ସ୍ୱାଗତ କରିଥିଲେ।

ଭ୍ରଷ୍ଟାଚାର, ବ୍ୟଭୀଚାର ଓ ଦୁର୍ନୀତି ରାଜ୍ୟ ବିକାଶରେ ବାଧକ ସାଜିଛି। ରାଜ୍ୟରେ ଶାସନ ବ୍ୟବସ୍ଥାର ପରିବର୍ତନ ନିହାତି ଜରୁରୀ। ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁଶାସନ, ଗରୀବ କଲ୍ୟାଣ କାର୍ଯ୍ୟକ୍ରମ ଓ ବିଜେପିର ନୀତି ଆଦର୍ଶ ଅନୁପ୍ରାଣିତ କରିଛି ବୋଲି ଶ୍ରୀ ରାଉତ କହିଛନ୍ତି।

ଏହି ମିଶ୍ରଣ ପର୍ବରେ ରାଜ୍ୟ ଉପସଭାନେତ୍ରୀ ସୁଶ୍ରୀ ସୁକେଶୀ ଓରାମ, ରାଜ୍ୟ ସମ୍ପାଦକ ସରୋଜ କର ପ୍ରମୁଖ ଉପସ୍ଥିତ ଥିଲେ।

Categories
ଆଜିର ଖବର ଜାତୀୟ ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେପିରେ ସାମିଲ ହେଲେ ମାହାଙ୍ଗାର ଯୁବ ସମାଜସେବୀ ସୁମନ୍ତ ଘଡେଇ ଏବଂ ବହୁ ସମର୍ଥକ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ଦେଶପ୍ରତି ଉତ୍ସର୍ଗୀକୃତ ଏବଂ ଭାରତୀୟ ଜନତା ପାର୍ଟିର ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ମାହାଙ୍ଗା ନିର୍ବାଚନମଣ୍ଡଳୀର ବିଶିଷ୍ଟ ଯୁବ ସମାଜସେବୀ ଶ୍ରୀ ସୁମନ୍ତ ଘଡେଇ ନିଜ ଶତାଧିକ ସମର୍ଥକଙ୍କ ଗହଣରେ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି।

ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ, ପୂର୍ବତନ ରାଜ୍ୟ ସଭାପତି କେଭି ସିଂହଦେଓ ଓ ସମୀର ମହାନ୍ତି ପ୍ରମୁଖ ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ କରିଥିଲେ।

ଶ୍ରୀ ଘଡେଇଙ୍କ ସମେତ ଗୋକନ ପଂଚାୟତର ପୂର୍ବତନ ସରପଂଚ ପଦ୍ମନାଭ ସେଠୀ, ଯୁବନେତା ସ୍ନେହାଂଶୁ ପରିଡା, ବିକାଶ କୁମାର ଗୋଚ୍ଛାୟତ, ଜନ୍ମେଜୟ ବେହେରା, ସତ୍ୟରଂଜନ ମିଶ୍ର, ସ୍ମୃତିରଂଜନ ମହାନ୍ତି, ସିପୁନା ମଲ୍ଲିକ ପ୍ରମୁଖ ବିଜେପିରେ ସାମିଲ ହୋଇଛନ୍ତି।

ରାଜ୍ୟରେ ଗଣତନ୍ତ୍ର ବ୍ୟବସ୍ଥା ସବୁ ଭୁଷୁଡି ଯାଇଛି। ଭ୍ରଷ୍ଟାଚାର, ବ୍ୟଭୀଚାର ଓ ଦୁର୍ନୀତି ରାଜ୍ୟ ବିକାଶରେ ବାଧକ ସାଜିଛି । ରାଜ୍ୟରେ ଶାସନ ବ୍ୟବସ୍ଥାର ପରିବର୍ତନ ନିହାତି ଜରୁରୀ। ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁଶାସନ, ଗରୀବ କଲ୍ୟାଣ କାର୍ଯ୍ୟକ୍ରମ ଓ ବିଜେପିର ନୀତି ଆଦର୍ଶ ଅନୁପ୍ରାଣିତ କରିଛି ବୋଲି ଶ୍ରୀ ଘଡେଇ କହିଛନ୍ତି।

ଏହି ମିଶ୍ରଣ ପର୍ବରେ ବିଧାୟକ ପ୍ରଦୀପ ପାଣିଗ୍ରାହୀ, ଅରବିନ୍ଦ ଢାଲି, ରାଜ୍ୟ ସାଧାରଣ ସମ୍ପାଦକ ଯତୀନ ମହାନ୍ତି, ରାଜ୍ୟ ସମ୍ପାଦକ ସରୋଜ କର, ମହିଳାମୋର୍ଚ୍ଚା ସଭାନେତ୍ରୀ ଐଶ୍ୱର୍ଯ୍ୟା ବିଶ୍ୱାଳ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିନୋଦ ଦାସ, ବିଷ୍ଣୁ ଦାସ, କେନ୍ଦ୍ରାପଡା ଜିଲ୍ଲା ସଭାପତି କିଶୋର ପଣ୍ଡା, ଅରିନ୍ଦମ ରାୟ ପ୍ରମୁଖ ଉପସ୍ଥିତ ଥିଲେ।

Categories
ଆଜିର ଖବର ଜାତୀୟ ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ସାମିଲ ହେଲେ ଅଭିନେତା ଅରିନ୍ଦମ ରାୟ

ଭୁବନେଶ୍ୱର: ସିନେ ତାରକା ଅରିନ୍ଦମ ରାୟ ଆଜି ବିଜୁ ଜନତା ଦଳ ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି। ଏହାକୁ ନେଇ ରାଜନୀତିକ ମହଲରେ ହଇଚଇ ସୃଷ୍ଟି ହୋଇଛି। କାରଣ ଅରିନ୍ଦମ ବିଜୁ ଜନତା ଦଳର ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଭିଣୋଇ।

ଅରନ୍ଦମ ଯାଜପୁରର କୋରାଇ ଆସନରୁ ବିଜେଡି ପକ୍ଷରୁ ବିଧାୟକ ପ୍ରାର୍ଥୀ ହେବେ ବୋଲି ବହୁ ପୂର୍ବରୁ ଶୁଣାଯାଉଥିଲା। ଗତ କିଛିଦିନ ତଳେ ସେ କେନ୍ଦ୍ରମନ୍ତ୍ରୀ ଅଶ୍ୱନୀ ବୈଷ୍ଣବଙ୍କୁ ଭେଟି ଆଲୋଚନା କରିଥିଲେ। ଏହାକୁ ନେଇ ସେହି ସମୟରେ ରାଜ୍ୟ ରାଜନୀତିରେ ହଇଚଇ ସୃଷ୍ଟି ହୋଇଥିଲା।

Categories
ଆଜିର ଖବର ଜାତୀୟ ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେପିରେ ସାମିଲ ହେଲେ ନାଲକୋର ପୂର୍ବତନ ସିଏମଡି ତପନ ଚାନ୍ଦ ସହ ଅନ୍ୟମାନେ

ଭୁବନେଶ୍ବର: ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଉପସ୍ଥିତିରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ନାଲକୋର ପୂର୍ବତନ ସିଏମ୍‌ଡି ଡ. ତପନ କୁମାର ଚାନ୍ଦ, ସେବାନିବୃତ ନୌସେନା ଅଧିକାରୀଗଣ ଡ.ବିପିନ ମିଶ୍ର, ଦିନବନ୍ଧୁ ଷଡଙ୍ଗୀ, ଅଶୋକ ପଟ୍ଟନାୟକ, ରମେଶ ଲେଙ୍କା, ବାୟୁସେନା ଅଧିକାରୀ କୃତିବାସ ମିଶ୍ର ଓ ଏନ୍‌.କେ ମିଶ୍ର ଯୋଗଦେଇଛନ୍ତି।

 ସେହିପରି ଅନ୍ୟ କେତେକ ବିଜେଡି ଦଳ ପରିତ୍ୟାଗ କରି ବିଜେପିରେ ସାମିଲ ହୋଇଛନ୍ତି  ବିଜୁ ଜନତା ଦଳ କୃଷକ ମୋର୍ଚ୍ଚାର ରାଜ୍ୟ ଉପସଭାପତି ଋଷି କୁମାର ପଟେଲ। ସେ ତାଙ୍କ ନିଜ ସମର୍ଥକଙ୍କ ସହ ବିଜେପିରେ ଯୋଗ ଦେଇଛନ୍ତି।

Categories
ଆଜିର ଖବର ଜାତୀୟ ଖବର ନିର୍ବାଚନ ଖବର ରାଜ୍ୟ ଖବର

ଶେଷରେ ପଦ୍ମ ଧରିଲେ ପାଞ୍ଚ ଥର ବିଧାୟକ ଥିବା ଅରବିନ୍ଦ ଢାଲି

ଭୁବନେଶ୍ବର: ଆଜି ବିଜେପିରେ ସାମିଲ ହୋଇଛନ୍ତି ଜୟଦେବ ନିର୍ବାଚନ ମଣ୍ଡଳିର ବିଜେଡି ବିଧାୟକ ଅରବିନ୍ଦ ଢାଲି। ସେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଦଳରେ ସାମିଲ ହୋଇଛନ୍ତି। ଏହି ମିଶ୍ରଣ ପର୍ବରେ ପୂର୍ବତନ ସଭାପତି ସମୀର ମହାନ୍ତି, ଓଡିଶା ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସାଂସଦ ଅପରାଜିତା ଷଡଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ।

ବିଜେପିରେ ଯୋଗଦେବା ପରେ ଅରବିନ୍ଦ ଢାଲି କହିଥିଲେ ଯେ ବିଜେଡିରେ ମୋତେ ଅଣନିଃସ୍ବାସୀ ଲାଗୁଥିଲା। କେମିତି ଦଳ ଛାଡିବି ସେହି ଚିନ୍ତାରେ ଥିଲା। ବିଜେପିକୁ ମୋର ଘରବାହୁଡା, ପୁରୁଣା ବନ୍ଧୁଙ୍କୁ ଏକାଠି ଦେଖି ମୁଁ ବହୁତ ଖୁସି ବୋଲି ଅରବିନ୍ଦ କହିଥିଲେ। ଗତକାଲି ସେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେପିରେ ସାମିଲ ହେଲେ ରାୟଗଡା ଜିଲ୍ଲା ବିଜେଡି ନେତା ଓ କର୍ମି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଏବଂ ଭାରତୀୟ ଜନତା ପାର୍ଟି ପ୍ରତି ଦେଶବାସୀ ତଥା ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇ ଚାଲିଛି। ରାଜ୍ୟରେ ଭାରତୀୟ ଜନତା ପାର୍ଟି ହିଁ ଓଡ଼ିଶାରେ ଏକମାତ୍ର ବିକଳ୍ପ। ମୋଦି ସରକାର ଏବଂ ମୋଦି ଗ୍ୟାରେଂଟି ଉପରେ ଓଡିଶାବାସୀଙ୍କ ଆସ୍ଥା ବୃଦ୍ଧି ପାଇଚାଲିଛି। ଆଜିର ଏହି ମିଶ୍ରଣ ପର୍ବ ପାର୍ଟିର ସଂଗଠନକୁ ଆହୁରି ସୁଦୃଢ କରିବ। ଓଡିଶାର ବିକାଶ ପାଇଁ ଆମେ କାର୍ଯ୍ୟ କରିବା ବୋଲି ସଂକଳ୍ପ ନେବା। ମୋଦିଜୀଙ୍କ ହାତମୁଠାକୁ ସୁଦୃଢ଼ କରିବା ପାଇଁ ପ୍ରତ୍ୟେକ ଦିନ ବିଭିନ୍ନ ଦଳ ତଥା ବିଭିନ୍ନ ଅନୁଷ୍ଠାନର ଲୋକ ବିଜେପିରେ ମିଶୁଛନ୍ତି।

ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାୟଗଡା ଜିଲ୍ଲା ବିଜେଡି ଉପସଭାପତି ତଥା ପୂର୍ବତନ ଏସଡିସି ଅଧ୍ୟକ୍ଷ ଜଗନ୍ନାଥ ନୁଣ୍ଡୁକା, ପୂର୍ବତନ ସମିତି ସଭ୍ୟ ରବି ନୁଣ୍ଡୁକା, ସୁକଦେବ ବେହେରା, ପୂର୍ବତନ ସରପଂଚ ତଥା ବିଜେଡି ନେତା ବେଣୁଧର ଗାଡକା ପ୍ରମୁଖ ଆନୁଷ୍ଠାନିକଭାବେ ବିଜେପିରେ ସାମିଲ ହୋଇଛନ୍ତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁଶାସନ, ଗରୀବ କଲ୍ୟାଣ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାଜ୍ୟ ପ୍ରଭାରୀ ଶ୍ରୀ ବିଜୟପାଲ ସିଂହ ତୋମାର, ରାଜ୍ୟ ଉପସଭାପତି ଡ.ଲେଖାଶ୍ରୀ ସାମନ୍ତସିଂହାର, ବିରଂଚି ନାରାୟଣ ତ୍ରିପାଠୀ ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ପିନ୍ଧାଇ ସ୍ୱାଗତ କରିଥିଲେ ।

ଏହି ମିଶ୍ରଣ ପର୍ବରେ ରାଜ୍ୟ ଉପସଭାପତି ସୁକେଶୀ ଓରାମ, ରାଜ୍ୟ ସମ୍ପାଦିକା କସ୍ତୁରୀ ମିଶ୍ର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶିବଶଙ୍କର ଉଲାକା, ରାମଚନ୍ଦ୍ର ବେହେରା, କୋରାପୁଟ ଜିଲ୍ଲା ସଭାପତି ସୁମନ୍ତ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେପିରେ ସାମିଲ ହେଲେ କଂଗ୍ରେସ ନେତା, ଆଇନଜୀବୀ ଏବଂ ସମାଜସେବୀ

ଭୁବନେଶ୍ୱର : ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଉପସ୍ଥିତିରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲାର ପୂର୍ବତନ ଧର୍ମଶାଳା ବିଧାୟକ ସ୍ୱର୍ଗତଃ କାଙ୍ଗାଳିଚରଣ ପଣ୍ଡାଙ୍କ ପୁତୁରା ତଥା କଂଗ୍ରେସ ନେତା ଦେବେନ୍ଦ୍ର କୁମାର ପଣ୍ଡା ନିଜ ସମର୍ଥକଙ୍କ ଗହଣରେ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି।

ଏହି ଅବସରରେ ଜେନାପୁର ପଂଚାୟତର କଂଗ୍ରେସ ନେତା ଦେବଦର୍ଶନ ଦାସ, ଗଡମଧୁପୁରର ପଂଚାୟତର ମନୋଜ କୁମାର ରାଉତ, ମହିସରା ପଂଚାୟତର ନୃସିଂହ ମଲ୍ଲିକ ଓ ଶୁକଦେବ ଦେହୁରୀ ପ୍ରମୁଖ ଆନୁଷ୍ଠିକ ଭାବେ ବିଜେପିରେ ଯୋଗଦାନ କରିଛନ୍ତି।
ସେହିପରି ବଲାଙ୍ଗିର ଜିଲ୍ଲା ଟିଟିଲାଗଡ ନିର୍ବାଚନ ମଣ୍ଡଳୀର ବିଶିଷ୍ଟ ଆଇନଜୀବୀ ମନୋଜ କୁମାର ହାତି, ଗୌର ରାଜପଲିଆ, ଫିରୋଜ ବଗର୍ତୀ, ସମାଜସେବୀ ଜଗନ୍ନାଥ ସାହୁ, ସୁଧୀର ଘଡେଇ ଆନୁଷ୍ଠାନିକଭାବେ ବିଜେପିରେ ସାମିଲ ହୋଇଛନ୍ତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୀତି ଓ ଆଦର୍ଶ ଏବଂ ଭାରତୀୟ ଜନତା ପାର୍ଟିର ସୁଶାସନରେ ଅନୁପ୍ରାଣିତ ହୋଇ ବିଜେପିରେ ସାମିଲ ହୋଇଥିବା ସମସ୍ତ ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ କଲେ ରାଜ୍ୟ ସଭାପତି ଶ୍ରୀ ସାମଲ ।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

କଂଗ୍ରେସ ଛାଡି ବିଜେପିରେ ସାମିଲ ହେଲେ ସରପଞ୍ଚ ଓ ଶତାଧିକ କର୍ମି

ଭୁବନେଶ୍ୱର: ଆଜି କଟକ ସଦର ଜିଲ୍ଲା ଚୌଦ୍ୱାର-କଟକ ନିର୍ବାଚନ ମଣ୍ଡଳୀରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଉପସ୍ଥିତିରେ ଶାଳଗାଁ ସରପଂଚ ପବିତ୍ର ମୋହନ ଉପାଧ୍ୟାୟ, ନଖରା ସରପଂଚ ମଧୁଛନ୍ଦା ଉପାଧ୍ୟାୟ ଓ ବରିଷ୍ଠ ନେତା ଜୟନ୍ତ ବେହେରାଙ୍କ ନେତୃତ୍ୱରେ ହଜାର ହଜାର କଂଗ୍ରେସ କାର୍ଯ୍ୟକର୍ତ୍ତା ଆନୁଷ୍ଠାନିକ ଭାବେ ଭାରତୀୟ ଜନତା ପାର୍ଟୀରେ ସାମିଲ ହୋଇଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁଶାସନ, ଗରୀବ କଲ୍ୟାଣ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ପାର୍ଟିରେ ସାମିଲ ହୋଇଥିବା ସମସ୍ତ ସଦସ୍ୟଙ୍କୁ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଦଳୀୟ ଉତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ କରିଥିଲେ।

ଏହି ମିଶ୍ରଣ ପର୍ବ ଅବସରରେ ଜିଲ୍ଲା ସଭାପତି ପ୍ରକାଶ ବେହେରା, ବରିଷ୍ଠ ନେତା ନୟନ କିଶୋର ମହାନ୍ତି, ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଅଭିଳାଷ ପଣ୍ଡା, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶୁଭ୍ରାଂଶୁ ପାଢ଼ୀ, ଯୁବମୋର୍ଜା ରାଜ୍ୟ ସମ୍ପାଦକ ଗଗନ ଓଝା, ଯୁବମୋର୍ଚ୍ଚା ଜିଲ୍ଲା ସଭାପତି ନଳିନୀ ରାୟ, ପୂର୍ବତନ ମହିଳାମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ସ୍ମୃତି ପଟ୍ଟନାୟକ ପ୍ରମୁଖ ନେତୃବୃନ୍ଦ ଉପସ୍ଥିତ ଥିଲେ ।

Categories
ଆଜିର ଖବର ରାଜ୍ୟ ଖବର

ଆଜି ବିଜେପିରେ ମିଶିବେ ପ୍ରଦୀପ ପାଣିଗ୍ରାହୀଙ୍କ ସହ ଜଣେ ସାମ୍ବାଦିକ !!

ଭୁବନେଶ୍ବର: ଆଜି ବିଜେପିରେ ମିଶିବେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଏ ନେଇ ରାଜ୍ୟ ବିଜେପି ତରଫରୁ ପ୍ରସ୍ତୁତି କରାଯାଇଛି। ଯଦି ସବୁକିଛି ଠିକଠାକ ଚାଲେ ତେବେ ଆଜି ଅପରାହ୍ନରେ ସେ ବିଜେପିରେ ସାମିଲ ହେବେ। ପ୍ରଦୀପ ବିଜେପିରେ ମିଶିବେ ବୋଲି ବହୁ ପୂର୍ବରୁ ଚର୍ଚ୍ଚା ଚାଲିଥିଲା। ସେ ବିଜେଡିରୁ ବହିସ୍କୃତ ହେବା ପରେ ବର୍ତ୍ତମାନ ସୁଦ୍ଧା କୌଣସି ଦଳରେ ସାମିଲ ହୋଇ ନାହାଁନ୍ତି।

ସେହିପରି ଆଜି ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସ ମଧ୍ୟ ବିଜେପିରେ ମିଶିବାର ସମ୍ଭାବନା ରହିଛି। ବଡ ଖବର ନ୍ୟୁଜ ଚାନେଲର ସଂପାଦକ ଭାବେ ସେ କାର୍ଯ୍ୟ କରୁଛନ୍ତି। ସେ ବହୁ ପୂର୍ବରୁ କୌଣସି ଦଳରେ ମିଶିବା ପାଇଁ ଚାହୁଥିଲେ ମଧ୍ୟ ତାହା ସମ୍ଭବ ହୋଇପାରି ନ ଥିଲା। ସେ ଜଟଣୀ ନିର୍ବାଚନ ମଣ୍ଡଳିରେ ହୋଇଥିବାରୁ ସେଠାରୁ ଲଢେଇ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ବିଜେପିରେ ସାମିଲ ହେଲେ ଶତାଧିକ ବିଜେଡି ଓ କଂଗ୍ରେସ କର୍ମି

ଭୁବନେଶ୍ୱର: ଭଦ୍ରକ ଜିଲ୍ଲା ଚାନ୍ଦବାଲି ନିର୍ବାଚନ ମଣ୍ଡଳୀ ବଡଓସ୍ତିଆ ପଂଚାୟତରେ ରାଜ କିଶୋର ନାୟକଙ୍କ ନେତୃତ୍ୱରେ ୨୦ରୁ ଊର୍ଦ୍ଧ୍ୱ ପରିବାର ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଉପସ୍ଥିତିରେ ବିଜେଡି ଓ କଂଗ୍ରେସ ଦଳ ଛାଡି ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗ ଦେଇଛନ୍ତି।

ସେହିପରି ଗୋବିନ୍ଦପୁର ପଂଚାୟତରେ କାଳନ୍ଦୀ ନାୟକଙ୍କ ନେତୃତ୍ୱରେ ଶତାଧିକ କର୍ମୀ ବିଜେଡି ଓ କଂଗ୍ରେସ ଛାଡି ବିଜେପିରେ ଯୋଗ ଦେଲେ। ଏହି ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ କରିଥିଲେ ରାଜ୍ୟ ସଭାପତି ଶ୍ରୀ ସାମଲ ।

ରାଜ୍ୟରେ ଭାରତୀୟ ଜନତା ପାର୍ଟିର ସଂଗଠନ ସୁଦୃଢ଼ ହେଉଛି। ଆଜିର ଏହି ମିଶ୍ରଣ ପର୍ବ ପାର୍ଟିର ସଂଗଠନକୁ ଆହୁରି ସୁଦୃଢ କରିବ। ଓଡ଼ିଶାରେ ଯେଉଁ ଅଗଣତାନ୍ତ୍ରିକ ସରକାର ଚାଲିଛି ତାକୁ ହଟାଇବା ପାଇଁ ଓଡ଼ିଶାର ବିଭିନ୍ନ ବର୍ଗର ଲୋକମାନେ ଭାରତୀୟ ଜନତା ପାର୍ଟି ଉପରେ ଆସ୍ଥା ପ୍ରକଟ କରି ଯୋଗଦାନ ଦେଉଛନ୍ତି । ଓଡ଼ିଶାର ବିକାଶ ଦୁଇ ଦଶନ୍ଧୀ ପଛକୁ ପଳାଇ ଯାଇଛି।

ମୋଦିଙ୍କ ଗ୍ୟାରେଂଟି ଓଡ଼ିଶାବାସୀଙ୍କ ବିଶ୍ୱାସଭାଜନ ହୋଇଛି। ଆଗାମୀ ଦିନରେ ଭାରତୀୟ ଜନତା ପାର୍ଟି ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଠନ କରିବ ଓ ଯଶ୍ୱସୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିକାଶ ଯାତ୍ରାକୁ ଓଡ଼ିଶାରେ ଆଗେଇ ନେବ ବୋଲି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି।

ଏହି ମିଶ୍ରଣ ପର୍ବ ଅବସରରେ ଜିଲ୍ଲା ସଭାପତି ହେମନ୍ତ ପାଢ଼ୀ, ରାଜ୍ୟ ସମ୍ପାଦକ ଅଭିମନ୍ୟୁ ସେଠୀ, ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ସୁରଥ ବିଶ୍ୱାଳ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମନସ୍ମିତା ଖୁଂଟିଆ, ମଣ୍ଡଳ ସଭାପତି ରାଜାରାମ ମହାକୁଡ ପ୍ରମୁଖ ଉପସ୍ଥିତ ଥିଲେ।