Categories
ଆଜିର ଖବର ରାଜ୍ୟ ଖବର

ବିଧାନସଭାରେ ବିଜୟରଂଜନ ସିଂ ବରିହାଙ୍କୁ ଶେଷ ସମ୍ମାନ, ଦିଆଗଲା ଗାର୍ଡ ଅଫ ଅନର

ଭୁବନେଶ୍ବର: ଆଜି ପଦ୍ମପୁର ବିଧାୟକ ବିଜୟରଂଜନ ସିଂ ବରିହାଙ୍କ ମରଶରୀର ବିଧାନସଭାକୁ ନିଆଯାଇଥିଲା। ସେଠାରେ ତାଙ୍କୁ ଶେଷ ସମ୍ମାନ ପ୍ରଦାନ କରାଯାଇଥିଲା। ଏଥିସହିତ ତାଙ୍କୁ ବିଧାନସଭା ତରଫରୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। ତାଙ୍କ ବିୟୋଗରେ ବିଚସ୍ପତି ବିକ୍ରମ ଆରୁଖ ଦୁଃଖ ପ୍ରକାଶ କରିଥିଲେ।

ବିଧାନସଭା ପରିସରରେ ମନ୍ତ୍ରୀ ଅଶୋକ ପଣ୍ଡା, ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ସାଂସଦ ସୁଲତା ଦେଓ, ବିଧାୟକ ପ୍ରଣବ ପ୍ରକାଶ ଦାସ, ବିଧାୟକ ଅନନ୍ତ ଜେନା, ସୁଶାନ୍ତ ରାଉତ, ରାଜ୍ୟ ମହିଳା କମିଶନର ମିନତୀ ବେହେରା ପ୍ରମୁଖ ଶେଷ ଶ୍ରଦ୍ଧାଞ୍ଜଳୀ ପ୍ରଦାନ କରିଥିଲେ। ଗତକାଲି ରାତିରେ ବରିହାଙ୍କର ଭ

Categories
ଆଜିର ଖବର ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ପରଲୋକରେ ବରଗଡ ଜିଲ୍ଲା ପଦ୍ମପୁରର ବିଜେଡି ବିଧାୟକ ବିଜୟ ରଂଜନ ସିଂ ବରିହା

ଭୁବନେଶ୍ବର: ପୁଣି ଜଣେ ବିଧାୟକଙ୍କର ବିୟୋଗ ଘଟିଛି। ନିକଟରେ ସ୍ବାସ୍ଥ୍ୟ ଗତ କାରଣ ପାଇଁ ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ ହୋଇଯାଇଛି। ଏବେ ବିଜେଡିର ପଦ୍ମପୁର ବିଧାୟକ ବିଜୟରଂଜନ ସିଂ ବରିହାଙ୍କ ପରଲୋକ ଘଟିଛି। ଗତକାଲି ରାତିରେ ସେ ଭୁବନେଶ୍ବରର ଏକ ହସପିଟାଲରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି।

ବିଜୟରଂଜନ ଗତ କିଛିଦିନ ଧରି ଅସୁସ୍ଥ ହୋଇ ଭୁବନେଶ୍ବରରେ ଚିକିତ୍ସିତ ହେଉଥିଲେ। ହେଲେ ଗତକାଲି ରାତିରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା। ସେ ବରଗଡ଼ ଜିଲ୍ଲା ପଦ୍ମପୁରରୁ ୫ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୧୯୯୦ରୁ୨୦୦୦ ଯାଏଁ ସେ ଜନତା ଦଳ ଟିକେଟରେ ଏହି ଆସନରୁ ବିଧାନସଭାକୁ ପ୍ରଥମ ଥର ନିର୍ବାଚିତ ହୋଇଥିଲେ।

ଏହା ପରେ ସେ ୨୦୦୦ ଏବଂ ୨୦୦୯ରେ ବିଜେଡି ପ୍ରାର୍ଥୀ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୯ରେ ସେ ବିଜେଡି ସରକାରରେ ମନ୍ତ୍ରୀ ହୋଇଥିଲେ। ତେବେ ୨୦୧୪ ବିଧାନସଭା ନିର୍ବାଚନରେ ତାଙ୍କୁ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କଠାରୁ ପରାଜୟ ବରଣ କରିବାକୁ ପଡ଼ିଥିଲା। ୨୦୧୯ ନିର୍ବାଚନରେ ବିଜୟ ରଂଜନ ସିଂହ ବରିହା ପୁଣି ପଦ୍ମପୁର ଆସନରୁ ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।