Categories
ଆଞ୍ଚଳିକ

ବେଗୁନିଆପଡା ବ୍ଲକ ଗସ୍ତ କଲେ ଜିଲ୍ଲାପାଳ

ପିଣ୍ଟୁ ବିଶୋୟୀ

ବେଗୁନିଆପଡା: ଗଂଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଓ ଉପ ଜିଲ୍ଲାପାଳ ପ୍ରିୟ ରଂଜନ ପୃଷ୍ଟି ଶନିବାର ଦିନ ବେଗୁନିଆପଡା ବ୍ଲକ ଗସ୍ତ କରିଛନ୍ତି। ସାମ୍ପ୍ରତିକ ପରିସ୍ଥିତିରେ କରୋନା ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ଉପରେ ସମୀକ୍ଷା କରିଥିଲେ। ପଜିଟିଭି ଥିବା ଅଞ୍ଚଳକୁ ସତର୍କ ରହିବା ସହ ଉକ୍ତ ଅଞ୍ଚଳ ପ୍ରତି ତୀକ୍ଷ୍ଣ ନଜର ରଖିବା ପାଇଁ କହିଥିଲେ। ଏଥି ସହିତ ଦୋକାନ ବଜାରରେ ଯେପରି ଜନ ଗହଳି ନ ହୁଏ ଏବଂ ସାମାଜିକ ଦୂରତ୍ୱ, ମାସ୍କ ବ୍ୟବହାର କରିବା ଆଦି ପ୍ରତି କଡା ନଜର ରଖିବା ପାଇଁ କହିଥିଲେ। ଏହି ସମୟରେ ବିଡ଼ିଓ ବେଦବର ପ୍ରଧାନ, କୋଦଳା ଥାନା ଅଧିକାରୀ ଦେବାଶିଷ ମହାନ୍ତି, ସି ଡି ପି ଓ ସଂଧ୍ୟାରଣୀ ପାଣିଗ୍ରାହୀ, ବେଗୁନିଆପଡା ଫାଣ୍ଡି ଅଧିକାରୀ ଦୀପ୍ତି ରଂଜନ ବେହେରାଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ଥିଲେ।