Categories
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନକୁ ସାକାର କରିବା ଆମର ଲକ୍ଷ୍ୟ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ସମ୍ବଲପୁର ଜୋନର ୧୨ଟି ଜିଲ୍ଲାର ଶିକ୍ଷା ଅଧିକାରୀ ଓ ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ ଦୁଇଦିନିଆ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ କୃଷି ଭବନ ଅଡିଟୋରିୟମ୍‌ରେ ଅନୁଷ୍ଠିତ ଏହି ପ୍ରଶିକ୍ଷଣ ଶିବିରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଲେ ଯେ ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ଅଧିକ କି୍ରୟାଶୀଳ କରିବା ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ସ୍ୱପ୍ନକୁ ସାକାର କରିବା ହିଁ ଆମର ଲକ୍ଷ୍ୟ। ଚିରାଚରିତ କାର୍ଯ୍ୟପନ୍ଥାରୁ ବାହାରି ଆମକୁ ଶିକ୍ଷାକ୍ଷେତ୍ରରେ ସ୍ୱତନ୍ତ୍ର କାର୍ଯ୍ୟପନ୍ଥା ଗ୍ରହଣ କରିବାକୁ ପଡ଼ିବ।

“୨୦୩୬ରେ ରାଜ୍ୟର ୧୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଶିକ୍ଷାକ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆମର ଲକ୍ଷ୍ୟ’’ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ବୋଲି ମନ୍ତ୍ରୀ ଶ୍ରୀ ଦାଶ ମତବ୍ୟକ୍ତ କରିଛନ୍ତି। ଡି.ଇ.ଓ ଏବଂ ବି.ଇ.ଓମାନେ ଏବଂ ସିଆର୍‌ସିସିମାନେ ବିଦ୍ୟାଳୟ ପର୍ଯ୍ୟବେକ୍ଷଣ କରିବା, ଛାତ୍ରମାନଙ୍କ ନାମଲେଖା, ଶତପ୍ରତିଶତ ପିଲା ଦଶମ ପରୀକ୍ଷା ଦେବା, ଡ୍ରପ୍‌ ଆଉଟ୍‌ କମାଇବା, ପିଲାମାନଙ୍କୁ ପୁନଃ ସ୍କୁଲକୁ ଫେରାଇ ଆଣିବା ଏବଂ ଛୁଟିରେ ଶିକ୍ଷକମାନେ ପିଲାମାନଙ୍କ ଘରକୁ ଯାଇ ସେମାନଙ୍କ ପାଠ୍ୟକ୍ରମ ସଂପର୍କରେ ପଚାରି ବୁଝିବା ବାବଦରେ ମନ୍ତ୍ରୀ ଶ୍ରୀ ଦାଶ ଗୁରୁତ୍ୱ ପ୍ରଦାନ କରିଥିଲେ।

ବିଭାଗୀୟ କମିଶନର ତଥା ଶାସନ ସଚିବ ଆଶ୍ୱଥୀ ଏସ୍‌. ଶିକ୍ଷାର ବିକାଶ ଏବଂ ବିଭାଗର ସମସ୍ତ ସ୍କିମ୍‌ ତଥା ଉଦ୍ୟମର ସଫଳ ରୂପାୟନ ନିମନ୍ତେ ଯଥାସାଧ୍ୟ ପ୍ରୟାସ କରିବାକୁ ଡି.ଇ.ଓ ଏବଂ ବି.ଇ.ଓମାନଙ୍କୁ ପରାମର୍ଶ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ (ଓସେପା) ଅନୁପମ ସାହା, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ସୁଶାନ୍ତ କୁମାର ଦାଶ, ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ଜ୍ୟୋତି ରଞ୍ଜନ ମିଶ୍ର, ଏସ୍‌ସିଇଆର୍‌ଟିର ନିର୍ଦ୍ଦେଶକ ମନୋଜ କୁମାର ପାଢ଼ୀ ପ୍ରମୁଖ ଉପସ୍ଥିତ ରହି ପ୍ରଶିକ୍ଷଣ ଶିବିର କାର୍ଯ୍ୟକ୍ରମର ପରିଚାଳନା କରିଥିଲେ। ସମ୍ବଲପୁର ଜୋନର ୧୨ଟି ଜିଲ୍ଲାରୁ ଆସିଥିବା ସମସ୍ତ ଡି.ଇ.ଓ ଏବଂ ବି.ଇ.ଓଙ୍କ ସମେତ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବରିଷ୍ଠ ପଦାଧିକାରୀବୃନ୍ଦ ଉପସ୍ଥିତ ଥିଲେ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କୁ ଲାପଟପ୍ ବାଣ୍ଟିଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ

ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଶତକଡ଼ା ୯୦ରୁ ଅଧିକ ନମ୍ବର ରଖିଥିବା ୧୫ ଜଣ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ଲ୍ୟାପ୍‌ଟପ୍‌ ପ୍ରଦାନ କରିଛନ୍ତି ।

ଆଜି ପୂର୍ବାହ୍ନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ମନ୍ତ୍ରୀ ଶ୍ରୀ ଦାଶ କହିଲେ ଯେ ପିଲାମାନଙ୍କୁ ଭଲ ପାଠ ପଢ଼ି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବା ପାଇଁ ପରାମର୍ଶ ଦେବା ସହିତ ସେମାନଙ୍କୁ ଉତ୍ସାହିତ କରିବାର ଆବଶ୍ୟକତା ରହିଛି । ଦଶମ ଶ୍ରେଣୀରୁ ୧୩ ଜଣ ଛାତ୍ରଛାତ୍ରୀ ଓ ଦ୍ୱାଦଶ ଶ୍ରେଣୀର ଦୁଇ ଜଣ ବିଦ୍ୟାର୍ଥୀ ମନ୍ତ୍ରୀ ଶ୍ରୀ ଦାଶଙ୍କ ଠାରୁ ଲ୍ୟାପ୍‌ଟପ୍‌ ଗ୍ରହଣ କରିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ଶିକ୍ଷା ଉପଦେଷ୍ଟା ଶ୍ରୀ ଉପେନ୍ଦ୍ର ତି୍ରପାଠୀ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ (ଓସେପା) ଶ୍ରୀ ଅନୁପମ ସାହା ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ସଂଗ୍ରାମ କେଶରୀ ମହାପାତ୍ର, ମାଧ୍ୟମିକ ଶିକ୍ଷା ବୋର୍ଡ, କଟକର ସଭାପତି ରାମାଶିଷ ହାଜରା, ପଞ୍ଜାବ ନ୍ୟାସନାଲ୍‌ ବ୍ୟାଙ୍କର ଅଧିକାରୀଙ୍କ ସମେତ ବିଭାଗୀୟ ବରିଷ୍ଠ ପଦାଧିକାରୀବୃନ୍ଦ ଉପସ୍ଥିତ ଥିଲେ। ଅତିରିକ୍ତ ନିର୍ଦ୍ଦେଶକ (ଓସେପା) ଶ୍ରୀ ସରୋଜ କୁମାର ବେହେରା ଧନ୍ୟବାଦ ପ୍ରଦାନ କରିଥିଲେ।

ଏହି ଅବସରରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ହାତୀଓଟ, ପୋଲସରା, ଗଞ୍ଜାମର ଅଧ୍ୟକ୍ଷ ଶ୍ରୀ ତି୍ରଲୋଚନ ଷଡଙ୍ଗୀ ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ରାଣୀଭୋଲ, ବାରିପଦା, ମୟୂରଭଞ୍ଜର ଅଧ୍ୟକ୍ଷ ଶ୍ରୀ ବିଭୂତି ଭୂଷଣ ମଣ୍ଡଳଙ୍କୁ ସଂପୃକ୍ତ ବିଦ୍ୟାଳୟର ଜାତୀୟ ସ୍ତରରେ ଉନ୍ନତ ର୍ୟାଙ୍କ ପ୍ରଦର୍ଶନ ପାଇଁ ମନ୍ତ୍ରୀ ଶ୍ରୀ ଦାଶ ମାନପତ୍ର ସହ ୨୫ ହଜାର ଟଙ୍କା ପ୍ରଦାନ କରିଥିଲେ। ଏହି ଅର୍ଥ ସଂପୃକ୍ତ ବିଦ୍ୟାଳୟ ଦୁଇଟିର ସାମଗି୍ରକ ବିକାଶରେ ବିନିଯୋଗ କରାଯିବ।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟ ଗଣଶିକ୍ଷା ମନ୍ତ୍ରୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କଲେ ଫ୍ରେଞ୍ଚ୍‌ ପ୍ରତିନିଧିଗଣ

ଭୁବନେଶ୍ୱର: ଆଜି ପୂର୍ବାହ୍ନରେ କଲିକତାରେ ଥିବା କନସୋଲାଟ୍‌ ଜେନେରାଲ ଡେଡିଅର୍‌ ତାଲ୍‌ପେନ୍‌ଙ୍କ ନେତୃତ୍ୱରେ ଫ୍ରେଞ୍ଚ୍‌ ପ୍ରତିନିଧିମଣ୍ଡଳ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶଙ୍କ ଲୋକସେବା ଭବନ ପ୍ରକୋଷ୍ଠରେ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ।

ଶିକ୍ଷାକ୍ଷେତ୍ରରେ ଓଡ଼ିଶା ଏବଂ ଫ୍ରାନ୍‌ସ ମଧ୍ୟରେ ଫ୍ରେଞ୍ଚ୍‌ ଏବଂ ଓଡ଼ିଆ ଭାଷାର ପ୍ରଚଳନ ଏବଂ ସାଂସ୍କୃତିକ କ୍ଷେତ୍ରରେ ଆଦାନ ପ୍ରଦାନ ଓ ଉନ୍ନତି ପାଇଁ ଆଲୋଚନା ହୋଇଥିଲା। ଓଡ଼ିଶା ଆଦର୍ଶ ବିଦ୍ୟାଳୟ କାର୍ଯ୍ୟକ୍ରମ ଏବଂ ୫-‘ଟି’ ରୂପାନ୍ତରଣ କାର୍ଯ୍ୟକ୍ରମର ସେମାନେ ଭୂୟସୀ ପ୍ରଶଂସା କରିଥିଲେ।

ଏହି ଅବସରରେ ରାଜ୍ୟ ପ୍ରାଥମିକ ଓ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ, ଫ୍ରେଞ୍ଚ୍‌ ଡେଲିଗେସନ୍‌ରେ ଆସିଥିବା ଏମାନୁଏଲ୍‌ ଲେବ୍ରୁନ୍‌-ଡାମିଏନ୍‌ସ, ଫାତିହା କାମୋସି, ଆଲିଶଗନି ଓ ଅଞ୍ଜିତା ରାୟଚୌଧୁରୀ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଏଣିକି ଶ୍ରେଣୀ ଗୃହରେ ପାଠ ପଢିବେ ଷଷ୍ଠ ଓ ସପ୍ତମ ଶ୍ରେଣୀର ପିଲା: ଏହି ତାରିଖରେ ଖୋଲିବ ସ୍କୁଲ

ଭୁବନେଶ୍ୱର: ଆଜି ରାଜ୍ୟ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଷଷ୍ଠ ଓ ସପ୍ତମ ଶ୍ରେଣୀର ପିଲାମାନଙ୍କୁ ଅଫଲାଇନ ପାଠ ପଢାଇବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଏଣିକି ଷଷ୍ଠ ଓ ସପ୍ତମ ଶ୍ରେଣୀର ପିଲାମାନେ ବିଦ୍ୟାଳୟକୁ ଆସି ଶ୍ରେଣୀ ଗୃହରେ ପାଠ ପଢିପାରିବେ। ଆସନ୍ତା ୧୫ ତାରିଖ ତଥା ସୋମବାର ଦିନ ଉଭୟ ଶ୍ରେଣୀର ପିଲାମାନେ ବିଦ୍ୟାଳୟକୁ ଆସି ପାଠ ପଢିବା ପାଇଁ ଅନୁମତି ମିଳିଛି। ସକଳ ୯ ଟା ୩୦ ରୁ ଅପରାହ୍ନ ୧ ଟା ଯାଏଁ ଶ୍ରେଣୀ ଗୃହରେ ପାଠ ପଢାଇବା ପାଇଁ ବିଜ୍ଞପ୍ତି ଜାରି କରାଯାଇଛି। କୋଭିଡ଼ ଗାଇଡ଼ଲାଇନ ଅନୁଯାୟୀ ଶ୍ରେଣୀ ଗୃହରେ ପାଠ ପଢା ଲାଗି ନିର୍ଦ୍ଦେଶ ହୋଇଛି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି। ଏହା ପୂର୍ବରୁ ଅଷ୍ଟମ, ନବମ ଓ ଦଶମ ଶ୍ରେଣୀର ପିଲାମାନଙ୍କୁ ବିଦ୍ୟାଳୟରେ ଶିକ୍ଷାଦାନ ଦିଆଯାଉଛି।

Categories
ବିଶେଷ ଖବର ରାଜ୍ୟ ଖବର

ହାଇସ୍କୁଲ ଛାତ୍ରୀ କ୍ୟାରିଅର ସଚେତନ ପାଇଁ ଆରମ୍ଭ ହେଲା ଆଇବିଏମ୍‌ ଷ୍ଟେମ୍‌ ସୁବିଧା, ଜାଣନ୍ତୁ ଏହା କଣ

ଭୁବନେଶ୍ୱର,  ରାଜ୍ୟରେ ୩୦ଟି ଜିଲ୍ଲାର ୨୫୮ଟି ବିଦ୍ୟାଳୟରେ ଆଇବିଏମ୍‌ ଷ୍ଟେମ୍‌ ସୁବିଧା ଆରମ୍ଭ କରାଯାଇଛି । ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୁବିଧାର ଶୁଭାରମ୍ଭ କରିଛନ୍ତି । ଶୁଭାରମ୍ଭ କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ, ଓସେପାର ରାଜ୍ୟ ପ୍ରକଳ୍ପ ସଂଯୋଜକ ଭୂପେନ୍ଦ୍ର ସିଂ ପୁନିଆ, ଆଇବିଏମ୍‌ ଭାରତ ଓ ଦକ୍ଷିଣ ଏସିଆର ସିଏସ୍‌ଆର୍‌ ମୁଖ୍ୟ ମନୋଜ ବାଳଚନ୍ଦ୍ରନ୍‌ ତଥା ଅନ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ ।

ଏହି ସୁବିଧା ମାଧ୍ୟମରେ ବିଦ୍ୟାଳୟ ଛାତ୍ରୀମାନେ ଡିଜିଟାଲ୍‌ ସାକ୍ଷରତା ଅର୍ଜନ କରିବା ସହିତ ଜୀବନକୌଶଳ ତଥା ଭବିଷ୍ୟତ ଲକ୍ଷ୍ୟ ନିର୍ଦ୍ଧାରଣ କରିପାରିବେ । ଏହି ବିଦ୍ୟାଳୟଗୁଡ଼ିକ ଏକବିଂଶ ଶତାବ୍ଦୀର ଉପଯୋଗୀ ଦକ୍ଷତା ପ୍ରଶିକ୍ଷଣ କ୍ଷେତ୍ରରେ ରାଜ୍ୟର ଅନ୍ୟ ବିଦ୍ୟାଳୟଗୁଡ଼ିକ ପାଇଁ ରୋଲ୍‌ ମଡେଲ୍‌ ହେବେ । ରାଜ୍ୟ ଓ ଜିଲ୍ଲା ସ୍ତରରେ ଏଥିପାଇଁ ଆଇବିଏମ୍‌ ଏବଂ ଏହାର ସହଯୋଗୀ କେ୍ୱଷ୍ଟ ଆଲିଆନ୍ସ ତଥା ଅନ୍ୟମାନେ ମାଷ୍ଟର ଟ୍ରେନରମାନଙ୍କୁ ପ୍ରସ୍ତୁତ କରିବେ । ଏହା ଫଳରେ ଶିକ୍ଷକମାନଙ୍କର ଦକ୍ଷତା ବୃଦ୍ଧି ସହିତ ଜାତୀୟ ଶିକ୍ଷାନୀତି ଅନୁସୃତ ରାଜ୍ୟ ପାଠ୍ୟକ୍ରମ ସହିତ ସମତୁଲ ଭାବରେ ଶିକ୍ଷାର୍ଥୀମାନଙ୍କ ଦକ୍ଷତା ବୃଦ୍ଧି ପାଇବ ।

ମନ୍ତ୍ରୀ ଦାଶ ରାଜ୍ୟରେ ଶିକ୍ଷା ପ୍ରଦର୍ଶନ ଗ୍ରେଡିଂ ସୂଚକାଙ୍କରେ ଅଭିବୃଦ୍ଧି ଘଟିଥିବା ଦର୍ଶାଇ ସନ୍ତୋଷ ପ୍ରକାଶ କରିଥିଲେ । ସେ କହିଥିଲେ ଯେ ୨୦୧୮-୧୯ ଶିକ୍ଷାବର୍ଷରେ ଉପରୋକ୍ତ ସୂଚକାଙ୍କରେ ଓଡ଼ିଶାର ସ୍କୋର ୭୪୯ ଥିବାବେଳେ ତାହା ୨୦୧୯-୨୦ ଶିକ୍ଷାବର୍ଷରେ ୮୩୮କୁ ବୃଦ୍ଧି ପାଇଛି ଓ ରାଜ୍ୟର ମାନ୍ୟତାକୁ ସମୃଦ୍ଧ କରିଛି । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ୱ ବଳରେ ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ଭିତ୍ତିଭୂମି, ପରିଚାଳନା ଓ ସମତା ପ୍ରଦର୍ଶନରେ ଉଲ୍ଲେଖନୀୟ ଉନ୍ନତି ଘଟିଛି ବୋଲି ମନ୍ତ୍ରୀ ଉଲ୍ଲେଖ କରିଥିଲେ ।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ଏହି ଯୋଜନା ଅଧୀନରେ ଚାଲିଥିବା କାର୍ଯ୍ୟକ୍ରମଗୁଡ଼ିକୁ ପ୍ରଶଂସା କରିଥିଲେ ଏବଂ ଗୁଣାତ୍ମକ ଶିକ୍ଷାରେ ବୈପ୍ଳବିକ ପରିବର୍ତ୍ତନ ଆଣିବା ଧାରାରେ ଏହି ସୁବିଧାକୁ ପରବର୍ତ୍ତୀ ସମୟରେ ହଜାରଟି ହାଇସ୍କୁଲକୁ ସଂପ୍ରସାରିତ କରାଯିବା ଉପରେ ଗୁରୁତ୍ୱ ଦେଇଥିଲେ ।

ଆଜିର ଆଇବିଏମ୍‌ ଷ୍ଟେମ୍‌ ଶୁଭାରମ୍ଭ କାର୍ଯ୍ୟକ୍ରମ ପରେ ପରେ ଚାରିଦିନିଆ ତାଲିମ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଭର୍ଚୁଆଲ ମାଧ୍ୟମରେ ଅନୁଷ୍ଠିତ ହେବାକୁ ଥିବା ଏହି ତାଲିମ କାର୍ଯ୍ୟକ୍ରମରେ ୩୦ଟି ଯାକ ଜିଲ୍ଲାର ୫୧୬ ଜଣ ଶିକ୍ଷକ, ୨୫୮ ଜଣ ପ୍ରଧାନଶିକ୍ଷକ ଏବଂ ଜିଲ୍ଲା ଶିକ୍ଷା ଅଧିକାରୀବୃନ୍ଦ ଅଂଶଗ୍ରହଣ କରୁଛନ୍ତି । ସେମାନଙ୍କୁ ଭର୍ଚୁଆଲ ସୁବିଧା ପ୍ରଦାନ ନିମନ୍ତେ ଆବଶ୍ୟକୀୟ ଦକ୍ଷତା, ଏକବିଂଶ ଶତାବ୍ଦୀର ଶିକ୍ଷଣ ପାରଦର୍ଶିତା ଉପରେ ତାଲିମ ପ୍ରଦାନ କରାଯିବ ।

କୋଭିଡ୍‌ ସ୍ଥିତିରେ ଲକ୍‌ଡାଉନ୍‌ ପରିପ୍ରେକ୍ଷୀରେ ଶିକ୍ଷକମାନେ ଭର୍ଚୁଆଲ ମୋଡ୍‌ରେ ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷା ପ୍ରଦାନ କରିବାର ବିଭିନ୍ନ ଯୋଜନା ବାବଦରେ ଏହି ତାଲିମରେ ଅବଗତ ହେବେ । ଏହା ବ୍ୟତୀତ ଅଧିକ ସଂଖ୍ୟାରେ ଛାତ୍ରୀମାନଙ୍କୁ ଷ୍ଟେମ୍‌ ମାଧ୍ୟମରେ କ୍ୟାରିୟର ପସନ୍ଦ ପାଇଁ ପଥ ପ୍ରଶସ୍ତ ହେବ । ମହାମାରୀ ସମୟରେ ଡିଜିଟାଲ ସାକ୍ଷରତା ଏବଂ ଆଧୁନିକ ଅନ୍‌ଲାଇନ୍‌ ଶିକ୍ଷଣର ଗୁରୁତ୍ୱ ରହିଥିବାବେଳେ ଶିକ୍ଷକମାନଙ୍କୁ ଏ ବାବଦରେ ଅଧିକ ସଶକ୍ତ କରାଯାଇପାରିବ ।

Categories
ଆଜିର ଖବର ରାଜ୍ୟ ଖବର

ଜୁନ ୩୦ ଭିତରେ ପ୍ରକାଶ ପାଇବ ଦଶମ ପରୀକ୍ଷା ଫଳ: ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ

ଭୁବନେଶ୍ବର: ଜୁନ ୩୦ ତାରିଖ ଭିତରେ ଦଶମ ପରୀକ୍ଷା ଫଳ ପ୍ରକାଶ ପାଇବ। ପରୀକ୍ଷା ଫଳକୁ ନେଇ ଛାତ୍ରଛାତ୍ରୀ ସନ୍ତୁଷ୍ଟ ହେବେ ବୋଲି ଆଶା କରାଯାଉଛି। ଯେଉଁମାନେ ଏହି ପରୀକ୍ଷା ଫଳରେ ସନ୍ତୁଷ୍ଟ ନ ହୁଅନ୍ତି, ସେମାନେ ସ୍ଥିତି ସୁଧୁରିଲେ ପରୀକ୍ଷା ଦେଇପାରିବେ। ମହାମାରୀ ସମୟରେ ଅଧିକ ବିକଳ୍ପ ନଥିବାରୁ ବୋର୍ଡ ଏଭଳି ବ୍ୟବସ୍ଥା ଗ୍ରହଣ କରିଛି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।

Categories
ବିଶେଷ ଖବର ରାଜ୍ୟ ଖବର

ରାଇଟ୍‌ ଟୁ ଏଜୁକେସନ୍‌ ର ଅନ୍‌ଲାଇନ୍‌ ପୋର୍ଟାଲ୍‌ର ଶୁଭାରମ୍ଭ, ଜାଣନ୍ତୁ ଏହାଦ୍ବାରା ଆପଣ କଣ ପାଇବେ ସୁବିଧା

ଭୁବନେଶ୍ୱର, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଆର୍‌ଟିଇ (ରାଇଟ୍‌ ଟୁ ଏଜୁକେସନ୍‌) ଅନ୍‌ଲାଇନ୍‌ ପୋର୍ଟାଲ୍‌ର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ସେ କହିଲେ ଯେ ସମସ୍ତ ବେସରକାରୀ ବିଦ୍ୟାଳୟଗୁଡ଼ିକ ଅନଗ୍ରସର ବର୍ଗର ପିଲାମାନଙ୍କୁ ଏବଂ ଆର୍ଥିକ ସ୍ତରର ଦୁର୍ବଳ ଶ୍ରେଣୀର ପିଲାମାନଙ୍କୁ ପ୍ରବେଶ ସ୍ତର ଶ୍ରେଣୀରେ ମୋଟ୍‌ ସିଟ୍‌ର ୨୫ ପ୍ରତିଶତ ସଂରକ୍ଷିତ ସିଟ୍‌ରେ ଆଡ୍‌ମିଶନ୍‌ କରିବା ବାଧ୍ୟତାମୂଳକ ।

ବର୍ତ୍ତମାନ ପର୍ଯ୍ୟନ୍ତ ଗଣଶିକ୍ଷା ବିଭାଗ ଅଫ୍‌ଲାଇନ୍‌ ମୋଡ୍‌ରେ ଏହି ପ୍ରକ୍ରିୟା କରୁଥିଲେ, କିନ୍ତୁ ୨୦୨୧-୨୨ ଶିକ୍ଷାବର୍ଷରୁ ଏହା ଓଡ଼ିଶା ସରକାରଙ୍କ ୫ ‘ଟି’ ପଦକ୍ଷେପର ଏକ ଅଂଶ ଭାବରେ ସ୍ୱଚ୍ଛତା ଏବଂ ଉତ୍ତରଦାୟିତ୍ୱ ସୁନିଶ୍ଚିତ କରିବା ପାଇଁ ଏକ ଦକ୍ଷ ଅନ୍‌ଲାଇନ୍‌ ପ୍ରକ୍ରିୟାକୁ ସ୍ଥାନାନ୍ତରିତ ହୋଇଛି । ବର୍ତ୍ତମାନଠାରୁ ୨୫ ପ୍ରତିଶତ ସଂରକ୍ଷିତ ସିଟ୍‌ ଆଡ୍‌ମିଶନ୍‌ ପ୍ରକ୍ରିୟା ଅନ୍‌ଲାଇନ୍‌ ଆର୍‌ଟିଇ ପାରଦର୍ଶୀ ପୋର୍ଟାଲ www.rteparadarshi.odisha.gov.in ମାଧ୍ୟମରେ କାର୍ଯ୍ୟକାରୀ ହେବ ।

ଏହି ନୂତନ ଉନ୍ମୋଚିତ ପ୍ରକ୍ରିୟାରେ ସମସ୍ତ ବେସରକାରୀ ବିଦ୍ୟାଳୟ (ଯେଉଁମାନେ ଓଡ଼ିଶା ସରକାରଙ୍କଠାରୁ ସ୍ୱୀକୃତି ସାର୍ଟିଫିକେଟ୍‌ ପାଇଛନ୍ତି)ଗୁଡ଼ିକ ନିଜକୁ ଏହି ପୋର୍ଟାଲ୍‌ରେ ପଂଜୀକୃତ କରିବାକୁ ପଡ଼ିବ ଏବଂ ଏହା ପରେ ଯୋଗ୍ୟ ଛାତ୍ରଛାତ୍ରୀମାନେ ସମାନ ପୋର୍ଟାଲରେ ଥିବା ନିକଟ ବିଦ୍ୟାଳୟରେ ଆବେଦନ କରିବାର ସୁଯୋଗ ପାଇବେ । ଛାତ୍ରମାନଙ୍କ ଦ୍ୱାରା ଅନ୍‌ଲାଇନ୍‌ ଆବେଦନ ପରେ ସଂପୃକ୍ତ ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ହାର୍ଡ କପି ଡକୁ୍ୟମେଣ୍ଟ ଯାଞ୍ଚ,ଯୋଗ୍ୟତା ଯାଞ୍ଚ ଆରମ୍ଭ କରିବେ ଏବଂ ସେହି ଯୋଗ୍ୟ ପିଲାମାନଙ୍କୁ ରାଜ୍ୟ ସ୍ତରରେ ଅନ୍‌ଲାଇନ୍‌ କେନ୍ଦ୍ରୀଭୂତ ଲଟେରୀ ପାଇଁ ଅନୁମୋଦନ କରିବେ ।

ଲଟେରୀ ବିଜେତା ପିଲାମାନେ ବିଦ୍ୟାଳୟରେ ସିଧାସଳଖ ଆଡ୍‌ମିଶନ୍‌ ପାଇଁ ଏକ ସୁଯୋଗ ପାଇବେ, ଯାହାକି ଅଷ୍ଟମ ଶ୍ରେଣୀ ଶିକ୍ଷା ସମାପ୍ତ କରିବା ପର୍ଯ୍ୟନ୍ତ । ଏହି ୨୫ ପ୍ରତିଶତ ବର୍ଗର ଛାତ୍ରଛାତ୍ରୀମାନଙ୍କ ପାଇଁ କୌଣସି ଶୁଳ୍କ ଲାଗୁ କରିବାକୁ କୌଣସି ଘରୋଇ ବିଦ୍ୟାଳୟ ଯୋଗ୍ୟ ହେବେ ନାହିଁ ।

ଶିକ୍ଷାମନ୍ତ୍ରୀ କହିଛନ୍ତି ଯେ ଏହା ଘରୋଇ ବିଦ୍ୟାଳୟରୁ ବଞ୍ଚିତ ପିଲାମାନଙ୍କ ପାଇଁ ୨୫ ପ୍ରତିଶତ ସଂରକ୍ଷଣ କୋଟା ଅଧୀନରେ ସଂପୂର୍ଣ୍ଣ ଆଡ୍‌ମିଶନ୍‌ ପ୍ରକ୍ରିୟାକୁ ସରଳ କରିବ ଏବଂ ଏହି ପ୍ରକ୍ରିୟାରେ ସ୍ୱଚ୍ଛତା ମଧ୍ୟ ବୃଦ୍ଧି କରିବ । ସେ ଆହୁରି ମଧ୍ୟ ଉଲ୍ଲେଖ କରିଛନ୍ତି ଯେ ଏହି ଅନ୍‌ଲାଇନ୍‌ ସିଷ୍ଟମ ଗଣଶିକ୍ଷା ବିଭାଗ, ବେସରକାରୀ ବିଦ୍ୟାଳୟ ସମେତ ସମସ୍ତ ହିତାଧିକାରୀଙ୍କ ପାଇଁ ଲାଭଦାୟକ ହେବ ।

ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ବଞ୍ଚିତ ପିଲାମାନଙ୍କ ପାଇଁ ମଧ୍ୟ ଲାଭଦାୟକ ହେବ । ମାନ୍ୟବର ମନ୍ତ୍ରୀ ୦୮୦-୪୫୬୮୩୩୫୫ ହେଲ¬ଲାଇନ୍‌ ନମ୍ବର ମଧ୍ୟ ସେୟାର କରିଛନ୍ତି, ଯେଉଁଥିରେ କୌଣସି ସାହାଯ୍ୟ ଆବଶ୍ୟକ ହେଲେ ମିସ୍‌କଲ୍‌ ଦେଇପାରିବେ ।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ, ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଭୂପିନ୍ଦର ସିଂ ପୁନିଆ, ଅତିରିକ୍ତ ଶାସନ ସଚିବ ଶ୍ରୀ ରଘୁରାମ ଆୟାର, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଶ୍ରୀ ପ୍ରଦୀପ ଦାସ, ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ଶ୍ରୀ ବିରଞ୍ଚିନାରାୟଣ ମହାନ୍ତି ଏବଂ ଯୁଗ୍ମ ନିର୍ଦ୍ଦେଶକ ଶ୍ରୀମତୀ ପ୍ରୀତି ପ୍ରତିମା ଭୋଳ ପ୍ରମୁଖ ଏହି କାର୍ଯ୍ୟକ୍ରମ ଅବସରରେ ଉପସ୍ଥିତ ଥିଲେ।