Categories
ଆଜିର ଖବର ରାଜ୍ୟ ଖବର

ଆସନ୍ତାକାଲି ଗ୍ରୀଡ଼କୋ କାର୍ଯ୍ୟାଳୟ ଘେରାଉ କରିବ ପ୍ରଦେଶ କଂଗ୍ରେସ

ଭୁବନେଶ୍ୱର: ରାଜ୍ୟବାସୀଙ୍କୁ ବିଜୁଳିକାଟ ଜନିତ ଯନ୍ତ୍ରଣାରୁ ମୁକ୍ତ କରିବା ଓ ଅବିଚାରିତ ବିଦ୍ୟୁତ ଦେୟର ପରିଣାମ ହ୍ରାସ କରିବା ଦାବିରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ଆସନ୍ତାକାଲି ସୋମବାର ଦିନ ୧୧ ଘଟିକା ସମୟରେ ଭୁବନେଶ୍ଵରସ୍ଥ ଗ୍ରୀଡ଼କୋ କାର୍ଯ୍ୟାଳୟ ସମ୍ମୁଖରେ ପ୍ରଦେଶ କଂଗ୍ରେସ ତରଫରୁ ଗଣ ବିକ୍ଷୋଭ ପ୍ରଦର୍ଶନ କରାଯିବାର ନିଷ୍ପତି ନିଆଯାଇଛି ।

ଜନସାଧାରଣଙ୍କ ସ୍ଵାର୍ଥ ଦୃଷ୍ଟିରୁ ଆସନ୍ତା ୧୯ ତାରିଖ ଗ୍ରୀଡ଼କୋ କାର୍ଯ୍ୟାଳୟ ଘେରାଉ କାଯ୍ୟକ୍ରମକୁ ସଫଳ କରିବା ପାଇଁ ରାଜ୍ୟ କଂଗ୍ରେସର ବରିଷ୍ଠ ନେତୃବୃନ୍ଦ,ଦଳର ସମସ୍ତ ଛାମୁଆ ସଂଗଠନ ଏବଂ ପ୍ରକୋଷ୍ଠ ଓ ବିଭାଗର ସମସ୍ତ କର୍ମକର୍ତ୍ତାଙ୍କୁ ଯୋଗଦେବା ପାଇଁ ପିସିସି ସଭାପତି ଶ୍ରୀଯୁକ୍ତ ପଟ୍ଟନାୟକ ନିବେଦନ କରିଛନ୍ତି। ଏହି ଅବସରରେ ଶ୍ରୀଯୁକ୍ତ ପଟ୍ଟନାୟକ ଜନସାଧାରଣଙ୍କ ସହଯୋଗ ମଧ୍ୟ କାମନା କରିଛନ୍ତି ବୋଲି ପିସିସି ଗଣମାଧ୍ୟମ ବିଭାଗ ଅଧ୍ୟକ୍ଷ ଶ୍ରୀ ଗଣେଶ୍ୱର ବେହେରା ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ବିଦ୍ୟୁତ ବିଭ୍ରାଟ ନେଇ ଶକ୍ତିମନ୍ତ୍ରୀଙ୍କ ବାସଭବନ ଘେରିଲା ଛାତ୍ର କଂଗ୍ରେସ

ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ପ୍ରଦେଶ ଛାତ୍ର କଂଗ୍ରେସ ତରଫରୁ ଶକ୍ତିମନ୍ତ୍ରୀ ଶ୍ରୀ ପ୍ରତାପ ଦେବଙ୍କ ସରକାରୀ ବାସଭବନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ଛାତ୍ର କଂଗ୍ରେସର କର୍ମକର୍ତାମାନେ ହାତରେ ଲଣ୍ଠନ ଓ ବିଂଚଣା ଧରି ଅଭିନବ ଉପାୟରେ ସେଠାରେ ପ୍ରତିବାଦ ଜଣାଇଥିଲେ।

ଛାତ୍ରକଂଗ୍ରେସର କର୍ମକର୍ତମାନେ ଶକ୍ତିମନ୍ତ୍ରୀଙ୍କୁ ଏ ସଂକ୍ରାନ୍ତରେ ପ୍ରଶ୍ନ କରିବା ପାଇଁ ତାଙ୍କ ବାସଗୃହ ଆଡକୁ ଧସେଇ ପଶୁଥିବା ବେଳେ ପୋଲିସ ସେମାନଙ୍କୁ ଅଟକାଇଥିଲା। ପ୍ରାୟ ଏକ ଘଣ୍ଟା କାଳ ଛାତ୍ରକଂଗ୍ରେସର କର୍ମକର୍ତାମାନଙ୍କ ସହ ପୋଲିସର ଧସ୍ତାଧସ୍ତି ଚାଲିଥିଲା ।

ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଶ୍ରୀ ୟାସିର ନୱାଜ ନେତୃତ୍ବରେ  ଏଥିରେ ରଜତ ଚୌଧୁରୀ, ପ୍ରକାଶ ମିଶ୍ର, ରଣଜିତ ପାତ୍ର, ଅଜୟ ସାହୁ, ସ୍ୱାଗତ କର, ସୁରଜ ରାଉତ, ସାଗର ପଟ୍ଟନାୟକ, ବିଶ୍ୱଭୂଷଣ ମହାପାତ୍ର, କାର୍ତିକ କାଣ୍ଡି, ଉଦିତ୍ ପ୍ରଧାନ, ଶ୍ରୀ ମହାନ୍ତି, ଦୀପିକା ପାତ୍ର, ସାହାରୁଖ ଖାନ, ଆର୍ଯ୍ୟନ ସାସମଲ, ଅଭିନାଷ ନନ୍ଦ, ସୌମ୍ୟ ବରାଳ, ରାଜଦୀପ ବେହେରା, ଅହମଦ ଖାନ, ମହମ୍ମଦ ମନୱାର ଓ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ ।