Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ମହାନ ବିପ୍ଳବୀ ଶହୀଦ ବିର୍ସା ମୁଣ୍ଡାଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ

ଭୁବନେଶ୍ୱର: ଆଜି ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ଜୟଦେବ ଭବନଠାରେ ରାଜ୍ୟସ୍ତରୀୟ ମହାନ ବିପ୍ଳବୀ ଶହୀଦ ବିର୍ସା ମୁଣ୍ଡା ଜୟନ୍ତୀ ଅନୁଷ୍ଠିତ ହୋଇଯାଇଛି।ଏଥିରେ ମୁଖ୍ୟ ଅତିଥି ଭାବେ ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ, ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ଯୋଗଦେଇଥିଲେ।

ଏଥିରେ ମୁଖ୍ୟବକ୍ତା ଭାବେ ବିଶିଷ୍ଟ ଜନଜାତି ଗବେଷକ ତଥା ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ପୂର୍ବତନ ନିର୍ଦ୍ଦେଶକ ଡ. ଅଖିଳ ବିହାରୀ ଓତା ଯୋଗଦେଇ ବିର୍ସା ମୁଣ୍ଡାଙ୍କ ସଂଗ୍ରାମର କାହାଣୀ କହିଥିଲେ। ଆଜି ସକାଳେ ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ଓ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ଏବଂ ବିଶିଷ୍ଠ ବ୍ୟକ୍ତିମାନେ ମୈତ୍ରୀ ବିହାରସ୍ଥିତ ଶହୀଦ ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଆୟୋଜିତ ଏହି ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ବିଭାଗୀୟ ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ର ନାଥ ପରିଡ଼ା, ସ୍ଥାନୀୟ କର୍ପୋରେଟର ଶ୍ରୀମତୀ ଭାରତୀ ସିଂ, ବିଭାଗୀୟ ସହକାରୀ ନିର୍ଦ୍ଦେଶିକା ଶ୍ରୀମତୀ ସୁଚେତା ପି୍ରୟଦର୍ଶିନୀ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ, ଭୁବନେଶ୍ୱର ଶ୍ରୀ ପଠାଣି ରାଉତ, ସୂଚନା ଅଧିକାରୀ ସୁଜିତ ସ୍ୱାଇଁ, ପ୍ରମୋଦିନୀ ଟେଟେ, ସୌରଭ ପ୍ରଧାନ ଓ ଅନ୍ୟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ ।