Categories
ଅନ୍ତରାଷ୍ଟ୍ରୀୟ ଆଜିର ଖବର ଜାତୀୟ ଖବର

କରୋନା ପାଇଁ ଆଜିଠାରୁ ଇଂଲଣ୍ଡକୁ ବିମାନ ଚଳାଚଳ ବନ୍ଦ କଲା ଭାରତ

ନୂଆଦିଲ୍ଲୀ : ଆସନ୍ତା ଡିସେମ୍ବର 31 ତାରିଖ ପର୍ଯ୍ୟନ୍ତ ଇଂଲଣ୍ଡକୁ ବିମାନସେବା ବନ୍ଦ କରିଛି ଭାରତ। 22 ତାରିଖ ମଧ୍ୟରାତ୍ରରୁ ବିମାନସବାକୁ ସାମୟିକ ବନ୍ଦ ଘୋଷଣା କଲା ବେସାମରିକ ବିମାନ ଚଳାଚଳ ବିଭାଗ । ଏହି କଟକଣା ଡିସେମ୍ବର 31 ମଧ୍ୟରାତ୍ର ପର୍ଯ୍ୟନ୍ତ ବଳବତ୍ତର ରହିବ। ବ୍ରିଟେନ୍‌ରେ କରୋନାର ନୂଆ ଷ୍ଟ୍ରେନ୍‌ ମିଳିବା ପରେ ଭାରତ ଏହି ପଦକ୍ଷେପ ଗ୍ରହଣ କରିଛି ।

ବ୍ରିଟେନ୍‌ରେ କରୋନାର ନୂଆଷ୍ଟ୍ରେନ୍‌ ଦେଖିବାକୁ ମିଳିବା ପରେ ସେଠାକାରେ ସ୍ଥିତି ଏବେ ସଙ୍ଗୀନ ରହିଛି । ୟୁରୋପୀୟ ଦେଶମାନେ ବ୍ରିଟେନ୍‌କୁ ଉଡାଣ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି । ଏହି କ୍ରମରେ ଭାରତ ସରକାର ମଧ୍ୟ ବ୍ରିଟେନ୍‌ ରୁ ଆସୁଥିବା ବିମାନ ଉପରେ ସାମୟିକ ରୂପେ ବନ୍ଦ କରିଛନ୍ତି।

ସୂଚନାଯୋଗ୍ୟ, ବ୍ରିଟେନ୍‌ରେ କରୋନାର ନୂତନ ସଂକ୍ରମଣ ରୂପକୁ ଦେଖି ୟୁରୋପୀୟ ଦେଶମାନେ ବ୍ରିଟେନରୁ ଆସୁଥିବା ବିମାନ ସେବା ବନ୍ଦ କରିଛନ୍ତି । ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରୀଓ୍ବାଲ ଓ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହେଲଟ ଭାରତ ମଧ୍ୟ ଏନେଇ ପଦକ୍ଷେପ ଗ୍ରହଣ ପୂର୍ବକ ବ୍ରିଟେନ୍‌କୁ ବିମାନ ଉଡାଣ ବନ୍ଦ ରଖିବାକୁ ଦାବି କରିଥିଲେ ।