Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ବିଷ୍ଣୁ ସେଠୀଙ୍କ ପରଲୋକରେ ଧାମନଗର ବିଧାନସଭା ଆସନ ଖାଲି, ଜାରୀ ହେଲା ବିଜ୍ଞପ୍ତି

ଭୁବନେଶ୍ୱର: ରାଜ୍ୟ ବିଧାନସଭାର ଭଦ୍ରକ ଜିଲ୍ଲାର ୪୬-ଧାମନଗର (ଏସ୍‌ସି) ବିଧାନସଭା ନିର୍ବାଚନ ମଣ୍ଡଳୀ ଆସନରୁ ଷୋଡ଼ଶ ବିଧାନସଭାକୁ ନିର୍ବାଚିତ ଆସୀନ ସଦସ୍ୟ ବିଷ୍ଣୁ ଚରଣ ସେଠୀଙ୍କ ବିୟୋଗରେ ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏହି ମର୍ମରେ ତାଙ୍କ ବିୟୋଗରେ ଓଡ଼ିଶା ବିଧାନସଭାରେ ଏକ ଶୂନ୍ୟସ୍ଥାନ ସୃଷ୍ଟି ହେବା ସଂକ୍ରାନ୍ତରେ ବିଧାନସଭାର ସ୍ୱତନ୍ତ୍ର କାର୍ଯ୍ୟରତ ଅଧିକାରୀ ତଥା ସଚିବ ଶ୍ରୀ ଦାଶରଥି ଶତପଥୀ ଏକ ବିଜ୍ଞପ୍ତି ଜାରି କରିଛନ୍ତି ।

ଏହା ଓଡ଼ିଶା ଗେଜେଟ୍‌ର ଅସାଧାରଣ ପ୍ରସଙ୍ଗରେ ସ୍ଥାନିତ କରିବା ପାଇଁ ପତ୍ର ପଠାଯିବା ସହ ଏହାର ନକଲ ମୁଖ୍ୟ ନିର୍ବାଚନ ଆୟୁକ୍ତ, ନୂଆଦିଲ୍ଲୀ, ମୁଖ୍ୟ ନିର୍ବାଚନ ଅଧିକାରୀ, ଓଡ଼ିଶା, ସମସ୍ତ ମାନ୍ୟବର ବିଧାୟକ/ସାଂସଦ, ଲୋକସଭା ଏବଂ ରାଜ୍ୟସଭାର ମହାସଚିବ, ମାନ୍ୟବର ରାଜ୍ୟପାଳଙ୍କ ପ୍ରମୁଖ ଶାସନ ସଚିବ, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ଶାସନ ସଚିବ ଏବଂ ଏଥି ସଂପୃକ୍ତ ସମସ୍ତଙ୍କ ଅବଗତି ନିମନ୍ତେ ପ୍ରେରଣ କରାଯାଇଛି ।

Categories
ଆଜିର ଖବର ରାଜ୍ୟ ଖବର

ଦଳର ସଂଗଠନକୁ ମଜଭୂତ୍ କରିବାରେ ବିଷ୍ଣୁ ଭାଇଙ୍କ ଭୂମିକା ଅତୁଳନୀୟ- ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ବିରୋଧୀ ଦଳର ଉପନେତା, ବିଜେପିର ବରିଷ୍ଠ ନେତା ତଥା ଧାମନଗର ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ବଡ଼ ଭାଇ ବିଷ୍ଣୁ ଚରଣ ସେଠୀଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ବିଷ୍ଣୁ ଭାଇଙ୍କ ସହ ମୋର ପାରିବାରିକ ସମ୍ପର୍କ ଥିଲା। ଜଣେ ବଡ଼ ଭାଇ ଭାବରେ ସେ ମୋତେ ସ୍ନେହ ଆଦର କରନ୍ତି। ଜଣେ ସ୍ନେହୀ, ଅମାୟିକ ବ୍ୟକ୍ତିତ୍ୱ ଭାବେ ବିଷ୍ଣୁ ଭାଇ ସମସ୍ତଙ୍କ ପ୍ରିୟ ପାତ୍ର ହୋଇ ପାରିଥିଲେ। ବିଧାନସଭାରେ ଶାଣିତ ସ୍ୱରରେ ଜନସାଧାରଣଙ୍କ ସମସ୍ୟା ଉପସ୍ଥାପନ କରିବାରେ ତାଙ୍କର ଶୈଳି ଥିଲା ନିଆରା। ଜଣେ ଲେଖକ ଓ ସୁବକ୍ତା ଭାବେ ସେ ନିଜର ଅନ୍ୟ ଏକ ପରିଚୟ ତିଆରି କରିଥିଲେ। ଦକ୍ଷ ସଂଗଠକ ଭାବରେ ଆମ ଦଳର ସଂଗଠନକୁ ମଜଭୂତ୍ କରିବାରେ ତାଙ୍କର ଭୂମିକା ଅତୁଳନୀୟ। ତାଙ୍କ ବିୟୋଗ କେବଳ ଆମ ଦଳ ପାଇଁ ନୁହେଁ ବରଂ ରାଜ୍ୟ ରାଜନୀତି ପାଇଁ ଅପୂରଣୀୟ କ୍ଷତି।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପୁଣ୍ୟ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜ୍ଞାପନ କରିଛନ୍ତି। ଏହି କଠିନ ସମୟରେ ମହାପ୍ରଭୁ ଜଗନ୍ନାଥ ତାଙ୍କ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ କରିଛନ୍ତି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ବିଷ୍ଣୁ ସେଠୀଙ୍କ ପରଲୋକରେ ବିଜେଡିର ସାଙ୍ଗଠନିକ ସଂପାଦକ ତଥା ବିଧାୟକ ପ୍ରଣବ ଦାସଙ୍କ ଶୋକ

ଭୁବନେଶ୍ବର: ଆଜି ବିରୋଧୀ ଦଳର ଉପନେତା ତଥା ବିଜେପିର ବରିଷ୍ଠ ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ପରଲୋକ ଘଟିଛି। ସେ ମାତ୍ର ୬୧ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି। ତାଙ୍କ ପରଲୋକରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। ରାଜ୍ୟପାଳ, ବିଧାନସଭା ବାଚସ୍ପତି, ମୁଖ୍ୟମନ୍ତ୍ରୀ ସମେତ ସମସ୍ତେ ଶୋକ ବ୍ୟକ୍ତ କରିଛନ୍ତି।

ସେହିପରି ବିଜେଡି ସାଂଗଠନକ ସଂପାଦକ ତଥା ବିଧାୟକ ପ୍ରଣବ ପ୍ରକାଶ ଦାସ ମଧ୍ୟ ଶୋକ କରିଛନ୍ତି। ଏକ ଟୁଇଟ କରି ସେ କହିଛନ୍ତି ଯେ, ” ଧାମନଗର ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଗଭୀର ମର୍ମାହତ। ଜଣେ ଦକ୍ଷ ଓ ଲୋକପ୍ରିୟ ବିଧାୟକଭାବେ ଲୋକଙ୍କ କଲ୍ୟାଣ ପାଇଁ ସେ କରିଥିବା କାର୍ଯ୍ୟ ସବୁବେଳେ ମନେରହିବ। ଏଭଳି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।”