Categories
ଆଜିର ଖବର ଜାତୀୟ ଖବର

ଆଜି ବିହାରର 541 କୋଟି ଟଙ୍କାର 7ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ଆଜି ସହରାଞ୍ଚଳ ଭିତ୍ତିଭୂମି ସହ ଜଡ଼ିତ ବିହାରର 7ଟି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି  ଉଦଘାଟନ କରିବେ। ଏଥିରେ ଚାରିଟି ଜଳଯୋଗାଣ ପ୍ରକଳ୍ପ, ଦୁଇଟି ସ୍ୱେରେଜ ଟ୍ରିଟମେଣ୍ଟ ପ୍ରକଳ୍ପ ଓ ଗୋଟିଏ ରିଭରଫ୍ରଣ୍ଟ ବିକାଶ ପ୍ରକଳ୍ପ ସାମିଲ ରହିଛି । ପ୍ରକଳ୍ପଗୁଡ଼ିକରେ 541 କୋଟି ଟଙ୍କା ବିନିଯୋଗ ହେବ। ବିହାରର ନଗର ଉନ୍ନୟନ ଓ ନିର୍ମାଣ ବିଭାଗ ଅଧୀନ ବିଡକୋ ଏସବୁ ପ୍ରକଳ୍ପର କାର୍ଯ୍ୟାନ୍ୱୟନ କରିବ । ଉଦଘାଟନ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଅବସରରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମଧ୍ୟ ଉପସ୍ଥିତ ରହିବେ ।