Categories
ବିଶେଷ ଖବର ରାଜ୍ୟ ଖବର

ଏଣିକି ସରକାରୀ ଜମିରୁ ହଟିବ ଜବରଦଖଲ: ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସାରା ରାଜ୍ୟରେ ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ ଜବର ଦଖଲ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସରକାରୀ ଜମି ଗୁଡିକ ମୁଖ୍ୟତଃ ବିକାଶ ଓ ସର୍ବସାଧାରଣ କଲ୍ୟାଣ କାର୍ଯ୍ୟ ନିମନ୍ତେ ବ୍ୟବହାର ହୁଏ। ଜବର ଦଖଲ ଯୋଗୁ ବିକାଶ ବାଧାପ୍ରାପ୍ତ ହେଉଛି। ତେଣୁ ଏସବୁ ବେଆଇନ ଦଖଲ ତୁରନ୍ତ ହଟାଯିବା ଆବଶ୍ୟକ।

ପ୍ରଚଳିତ ନିୟମ ଅନୁଯାୟୀ ଜବର ଦଖଲ ହଟିବା ପରେ ଏହାକୁ ବାଡ଼ ବସାଇ ଓ ଏଥିରେ ସମସ୍ତଙ୍କ ଦୃଷ୍ଟି ଗୋଚର ହେବା ଭଳି ସାଇନ୍ ବୋର୍ଡ ଲଗାଇବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆ ଯାଇଛି।