Categories
ଆଜିର ଖବର ଆଞ୍ଚଳିକ ରାଜ୍ୟ ଖବର

ବୈତରଣୀ, ବୁଢାବଳଙ୍ଗ ଓ ତେଲ ନଦୀରେ ବନ୍ୟା ଆଶଙ୍କା, ୧୦ଟି ଓଡ୍ରାଫ ଟିମ୍ ଏବେଠୁ ହେଲେ ନିୟୋଜିତ

ଭୁବନେଶ୍ବର, ରାଜ୍ୟରେ ବର୍ଷା ଓ ସମ୍ଭାବିତ ବନ୍ୟା ସଂପର୍କରେ ଆଜି ମୁଖ୍ୟମନ୍ତ୍ରୀ ଭିସି ମାଧ୍ୟମରେ ଏକ ଉଚ୍ଚସ୍ତରୀୟ ବୈଠକ କରିତିଲେ। ଏଥିରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ସୂଚନା ଦେଇ କହିଥିଲେ ଗତ ଦୁଇ ଦିନ ଭିତରେ ରାଜ୍ୟର ୯ଟି ଜିଲ୍ଲାରେ ହାରାହାରି ୧୦୦ ମିଲିମିଟର ବର୍ଷା ହୋଇଛି। ବୈତରଣୀ, ବୁଢାବଳଙ୍ଗ ଓ ସାଳନ୍ଦୀ ନଦୀରେ ଅଧିକ ପାଣି ଆସିଛି।

ଆଜି ରାତି ଠାରୁ ଆସନ୍ତା କାଲି ମଧ୍ୟରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ବୈତରଣୀ, ବୁଢାବଳଙ୍ଗ ଓ ତେଲ ଆଦି ନଦୀରେ ମଧ୍ୟମ ଧରଣର ବନ୍ୟା ଆସିବାର ସମ୍ଭାବନା ରହିଛି। ଲୋକଙ୍କୁ ବନ୍ୟା ସମୟରେ ଉଦ୍ଧାର କରିବା ପାଇଁ ୧୦ଟି ODRAF team ଓ ଅଗ୍ନିଶମ ସେବା ୟୁନିଟ୍‌ ନିୟୋଜିତ ହୋଇଛନ୍ତି।

ନଦୀବଂଧ ଗୁଡିକରେ patrolling କରାଯାଉଛି । ଜଳପ୍ଲାବିତ ଅଞ୍ଚଳ ଗୁଡିକରେ ଜଳ ନିଷ୍କାସନର ବ୍ୟବସ୍ଥା କରାଯାଉଛି। ମୁଖ୍ୟ ଶାସନ ସଚିବ ବିଭିନ୍ନ ବିଭାଗୀୟ ସଚିବ ମାନଙ୍କ ସହିତ ଆଲୋଚନା କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଗୃହ ବିଭାଗର ପ୍ରମୁଖ ସଚିବ ଆଦି ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ବୈଠକ ସଞ୍ଚାଳନ କରିଥିଲେ।