Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ଖୋର୍ଦ୍ଧା ଅବକାରୀ ବିଭାଗକୁ ବଡ଼ ସଫଳତା: ୧୫ ଲକ୍ଷରୁ ଉର୍ଦ୍ଧ୍ଵ ମୂଲ୍ୟର ବ୍ରାଉନ ସୁଗାର ଜବତ

ଖୋର୍ଦ୍ଧା: ଖୋର୍ଦ୍ଧା ଅବକାରୀ ବିଭାଗକୁ ବଡ଼ ସଫଳତା ମିଳିଛି। ଆଜି ବୋଲଗଡ଼ ଥାନା ମାଣିକଗୋଡ଼ା (ଦଳେଇ ସାହି) ଠାରେ ଚଢ଼ାଉ କରି ଅବକାରୀ ବିଭାଗ ୧୫ ଲକ୍ଷରୁ ଉର୍ଦ୍ଧ୍ଵ ମୂଲ୍ୟର ବ୍ରାଉନ ସୁଗାର ଜବତ କରିଛି।

ଏହି ପରିପ୍ରେକ୍ଷୀରେ ଅଭିଯୁକ୍ତ ମିର ଅବଦୁଲା (୨୨) ଗିରଫ ହୋଇଛନ୍ତି। ତାଙ୍କ ନିକଟରୁ ସମୁଦାୟ ୧୫୮ ଗ୍ରାମ ବ୍ରାଉନ ସୁଗାର ଜବତ ହୋଇଛି ଯାହାର ଆନୁମାନିକ ମୂଲ୍ୟ ୧୫ ଲକ୍ଷ ୮୦ ହଜାର ହଜାର ଟଙ୍କା ହେବ। ତେବେ ଜେରା ବେଳେ ଉକ୍ତ ବ୍ରାଉନ ସୁଗାର ପଶ୍ଚିମବଙ୍ଗରୁ ଜଳେଶ୍ୱର ଓ ଖୋର୍ଦ୍ଧା ଦେଇ ମାଣିକଗୋଡ଼ାକୁ ଆସିଥିବାର ଅଭିଯୁକ୍ତ ସ୍ୱୀକାର କରିଥିବା ଟାଙ୍ଗୀ ରେଞ୍ଜ ଅବକାରୀ ଇନ୍ସପେକ୍ଟର ଆଲୋକ ପ୍ରଧାନ ସୂଚନା ଦେଇଛନ୍ତି।  ଅଭିଯୁକ୍ତ ଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି।

Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ବୋଲଗଡ଼ରେ ଅବକାରୀ ବିଭାଗର ଚଢାଉ: ବିପୁଳ ପରିମାଣର ମହୁଲି ପୋଚ ଓ ଦେଶୀ ମଦ ଜବତ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ଥାନା ଅନ୍ତର୍ଗତ କୋଟସିଂ ଗ୍ରାମର ଏକାଧିକ ସ୍ଥାନରେ ଆଜି ଅବକାରୀ ବିଭାଗ ପକ୍ଷରୁ ଦେଶୀ ମଦ ଭାଟି ଉପରେ ଚଢ଼ାଉ କରାଯାଇଛି। ଚଢାଉ ସମୟରେ ମୋଟ ୩ ହଜାର ୪୦୦ ଲିଟର ଗୁଡ ମିଶ୍ରିତ ମହୁଲି ପୋଚ ଓ ୧୨୦୦ ଲିଟର ଦେଶୀ ମଦ ଜବତ କରି ନଷ୍ଟ କରିଦିଆଯାଇଛି।

ଉକ୍ତ ଚଢାଉରେ ବେଗୁନିଆ ଅବକାରୀ ଅଧିକାରୀ ରାଜେନ୍ଦ୍ର ଖେସ ଏବଂ ଖୋର୍ଦ୍ଧା ଓ ବେଗୁନିଆ ଅବକାରୀ ଥାନାର ସମସ୍ତ କର୍ମଚାରୀ ମାନେ ସାମିଲ ଥିଲେ। ଏହି ପରିପ୍ରେକ୍ଷୀରେ ବେଗୁନିଆ ଅବକାରୀ ଥାନା ଏକ ମାମଲା ରୁଜୁ କରି ତଦନ୍ତ ଜାରିରଖିଛି l