Categories
ଆଜିର ଖବର ରାଜ୍ୟ ଖବର

ବ୍ରଜରାଜନଗର ଉପ-ନିର୍ବାଚନ: ୧୬ ରାଉଣ୍ଡ ଶେଷ ସୁଦ୍ଧା ବହୁତ ଆଗରେ ବିଜେଡ଼ି, ତୃତୀୟକୁ ଖସିଲା ବିଜେପି

ଭୁବନେଶ୍ଵର: ବ୍ରଜରାଜନଗର ବିଧାନସଭା ଆସନ ପାଇଁ ଉପ-ନିର୍ବାଚନ ସରିଥିବା ବେଳେ ଆଜି ଭୋଟ ଗଣତି ଚାଲିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଏହି ଉପ-ନିର୍ବାଚନର ଭୋଟ ଗଣତି ୧୬ ରାଉଣ୍ଡ ପର୍ଯ୍ୟନ୍ତ ଶେଷ ହୋଇଛି। ୧୬ ରାଉଣ୍ଡ ଶେଷ ସୁଦ୍ଧା ବିଜେଡ଼ି ବହୁତ ଆଗରେ ଥିବା ବେଳେ କଂଗ୍ରେସ ଦ୍ଵିତୀୟ ଓ ବିଜେପି ତୃତୀୟ ସ୍ଥାନରେ ଅଛି। ବିଜେଡ଼ି ପ୍ରାର୍ଥୀ ଅଳକା ମହାନ୍ତି ୭୫ ହଜାର ୩୧୭ ଭୋଟ ପାଇଥିବା ବେଳେ କଂଗ୍ରେସ ପ୍ରାର୍ଥୀ କିଶୋର ପଟେଲ ୨୧ ହଜାର ୨୨୧ ଭୋଟ ପାଇଛନ୍ତି। ସେହିଭଳି ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡା ୧୮ ହଜାର ୮୯୭ ଭୋଟ ପାଇଛନ୍ତି। ତେଣୁ ୧୬ ତମ ରାଉଣ୍ଡ ସୁଦ୍ଧା ବିଜେଡ଼ି ପ୍ରାର୍ଥୀ ଅଳକା ମହାନ୍ତି ତାଙ୍କର ନିକଟତମ କଂଗ୍ରେସ ପ୍ରାର୍ଥୀ କିଶୋର ପଟେଲଙ୍କ ଠାରୁ ୫୪ ହଜାର ୯୬ ଭୋଟରେ ଆଗୁଆ ଅଛନ୍ତି।

Categories
ବିଶେଷ ଖବର ରାଜ୍ୟ ଖବର

ବ୍ରଜରାଜନଗର ଉପନିର୍ବାଚନ ପାଇଁ ସରିଲା ପ୍ରଚାର, ମେ ୩୧ ତାରିଖରେ ହେବ ଭୋଟ ଗ୍ରହଣ

ଭୁବନେଶ୍ବର: ଶେଷ ହେଲା ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରଚାର। ଆସନ୍ତା ୩୧ ତାରିଖରେ ହେବ ଭୋଟ ଗ୍ରହଣ। ଏଥିପାଇଁ ପୁଲିଂ ପାର୍ଟି ବିଭିନ୍ନ ବୁଥକୁ ପଠାସରିଛି ବୋଲି ଆଜି ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ।

ସେ କହିଛନ୍ତି ଯେ, ବ୍ରଜରାଜନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ସମୁଦାୟ ବୁଥ୍‌ ସଂଖ୍ୟା ୨୫୭ ଥିଲା। ହେଲେ କୋଭିଡ୍‌-୧୯ ଦୃଷ୍ଟିକୋଣରୁ ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତି କ୍ରମେ ପ୍ରତ୍ୟେକ ବୁଥ୍‌ରେ ୧୨୫୦ ଜଣ ଭୋଟର ଅଧିକ ନ ହେବା ପାଇଁ କୁହାଯାଇଛି। ସେଥି ଯୋଗୁଁ ଆଉ ଅତିରିକ୍ତ ୨୨ଟି ବୁଥ୍‌ ସେହି ସ୍ଥାନରେ ଖୋଲିବା ପାଇଁ ନିର୍ବାଚନ ଆୟୋଗ ଅନୁମତି ଦେଇଛନ୍ତି । ଫଳରେ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ସର୍ବମୋଟ ବୁଥ୍‌ ସଂଖ୍ୟା ହେଉଛି ୨୭୯ ।

ଜାନୁଆରୀ ୨୦୨୨ରେ ପ୍ରକାଶିତ ଚୂଡ଼ାନ୍ତ ଭୋଟର ତାଲିକା ଅନୁଯାୟୀ ବ୍ରଜରାଜନଗର ବିଧାନସଭା ନିର୍ବାଚନ ମଣ୍ଡଳୀର ସମୁଦାୟ ଭୋଟରଙ୍କ ସଂଖ୍ୟା ହେଉଛି ୨୧୪୭୪୫। ତନ୍ମଧ୍ୟରୁ ୧୦୯୯୮୯ ଜଣ ପୁରୁଷ ଓ ୧୦୪୭୩୯ ଜଣ ମହିଳା ଭୋଟର ଏବଂ ୧୭ ଜଣ ତୃତୀୟଲିଙ୍ଗ ଭୋଟର ଅଛନ୍ତି। ସେହିପରି ସମୁଦାୟ ଦିବ୍ୟାଙ୍ଗ ଭୋଟରଙ୍କ ସଂଖ୍ୟା ହେଉଛି ୩୫୦୯ ଜଣ, ତନ୍ମଧ୍ୟରୁ ୧୯୪୩ ଜଣ ପୁରୁଷ ଓ ୧୫୭୬ ଜଣ ଦିବ୍ୟାଙ୍ଗ ଭୋଟର ଅଟନ୍ତି। ଏତଦ୍‌ବ୍ୟତୀତ ୮୦ ବର୍ଷରୁ ଊଦ୍ଧ୍ୱର୍ ବୟସର ଭୋଟରଙ୍କ ସଂଖ୍ୟା ୩୧୨୭ ଓ ତନ୍ମଧ୍ୟରୁ ୧୪୩୨ ଜଣ ପୁରୁଷ ଓ ୧୬୯୫ ଜଣ ମହିଳା ଭୋଟର ଅଛନ୍ତି ।

Categories
ଆଜିର ଖବର ରାଜ୍ୟ ଖବର

ବ୍ରଜରାଜନଗର ଉପ ନିର୍ବାଚନ ପାଇଁ ଘୁଞ୍ଚିଲା ଯୁକ୍ତ ୨ ପରୀକ୍ଷା

ଭୁବନେଶ୍ଵର: ଚଳିତ ବର୍ଷ ପାଇଁ ଚାଲିଥିବା ଯୁକ୍ତ ୨ ପରୀକ୍ଷାକୁ ଘୁଞ୍ଚାଇଦିଆଯାଇଛି। ବ୍ରଜରାଜନଗର ଉପ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଥିବାରୁ ଏହି ପରୀକ୍ଷାକୁ ଘୁଞ୍ଚାଇଦିଆଯାଇଛି। ମେ’ ୩୧ ତାରିଖରେ ହେବାକୁ ଥିବା ପରୀକ୍ଷାକୁ ଜୁନ ୪ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇଦିଆଯାଇଛି। କଳା ବିଭାଗର ଗଣିତ ଓ ଗୃହ ବିଜ୍ଞାନ ପରୀକ୍ଷାକୁ ଘୁଞ୍ଚାଇଦିଆଯାଇଥିବା ବେଳେ ବିଜ୍ଞାନ ବିଭାଗର ଗଣିତ ପରୀକ୍ଷାକୁ ୪ ତାରିଖରେ ଧାର୍ଯ୍ୟ କରାଯାଇଛି। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ଦିଆଯାଇଛି।