Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ଜଟଣୀ: ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

ଜଟଣୀ: ଆଜି ଖୋର୍ଦ୍ଧା ଜିଲ୍ଲା ଜଟଣୀ ଥାନା ଅଞ୍ଚଳରେ ଅବକାରୀ ବିଭାଗ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ବ୍ରାଉନ ସୁଗାର ଜବତ କରିଛି। ସୂଚନା ମୁତାବକ ଜଟଣୀ ଥାନା ଲୋକୋ କଲୋନୀ ଅଞ୍ଚଳରେ ବ୍ରାଉନ ସୁଗାର କାରବାର ଚାଲିଥିବା ଖବର ପାଇ ଜଟଣୀ ଅବକାରୀ ଅଧିକାରିଣୀ ଗୀତାଞ୍ଜଳି ବେହେରା ସଦଳବଳେ ଚଢ଼ାଉ କରି ଉକ୍ତ ସ୍ଥାନରୁ ମନୋଜ ନାୟକ (୩୨) ନାମକ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ୨୨ ଗ୍ରାମ ବ୍ରାଉନ ସୁଗାର ଜବତ କରିଛନ୍ତି, ଯାହାର ଆନୁମାନିକ ମୂଲ୍ୟ ୨ ଲକ୍ଷ ୨୨ ହଜାର ଟଙ୍କା ହେବ ବୋଲି ଜଣାପଡିଛି।

ଏହି ପରିପ୍ରେକ୍ଷୀରେ ଜଟଣୀ ଅବକାରୀ ବିଭାଗ ଗିରଫ ଅଭିଯୁକ୍ତଙ୍କ ବିରୁଦ୍ଧରେ ଏନଡ଼ିପିଏସ ଅଧିନିୟମ ଅନୁଯାୟୀ ଏକ ମାମଲା ରୁଜୁ କରି କୋର୍ଟଚାଲାଣ କରିଥିବାର ଜଣାପଡ଼ିଛି।

Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ଖୋର୍ଦ୍ଧା: ବ୍ରାଉନସୁଗାର ଜବତ, ୩ ଗିରଫ

ଖୋର୍ଦ୍ଧା: କିଛି ଦିନର ବିରତି ପରେ ପୁଣି ଖୋର୍ଦ୍ଧା ଟାଉନ ଥାନା ଅଞ୍ଚଳରୁ ବ୍ରାଉନ ସୁଗାର ଠାବ ହେବା ସହ ୩ ଅଭିଯୁକ୍ତ ଗିରଫ ହୋଇଛନ୍ତି। ସୂଚନା ମୁତାବକ ଆଜି ମଧ୍ୟାହ୍ନରେ ଟାଉନ ଥାନା ସାମନ୍ତରାୟପୁର ବୋଧ ପୋଖରୀ ନିକଟରେ ବ୍ରାଉନ ସୁଗାର ବେପାର ଚାଲିଥିବାର ଏସପି ସିଦ୍ଧାର୍ଥ କଟାରିଆ ଖବର ପାଇଥିଲେ। ଏସପି ଙ୍କ ନିର୍ଦ୍ଦେଶକ୍ରମେ ଏବଂ ଏସଡିପିଓ ଦିଲ୍ଲୀପ କୁମାର ଦାସ ଓ ଆଇଆଇସି ତାରିକ ଅହମଦଙ୍କ ତତ୍ୱାବଧାନରେ ଏସଆଇ ପଦ୍ମଲୋଚନ ବେହେରାଙ୍କ ନେତୃତ୍ୱରେ ଏକ ଟିମ ଗଠନ କରାଯାଇ ସମ୍ପୃକ୍ତ ଅଞ୍ଚଳରେ ଚଢ଼ାଉ କରାଯାଇଥିଲା।

ଚଢ଼ାଉ ବେଳେ ଟାଉନ ଥାନା ଅଞ୍ଚଳର ଆଦିତ୍ୟ ବିଶ୍ୱାଳ (୨୪), ସୋମନାଥ ସାହୁ (୩୦) ଏବଂ ପୁରି ଜିଲ୍ଲା ପିପିଲି ଥାନା କାକୁଡ଼ିଆ ଗ୍ରାମର ହେମନ୍ତ କୁମାର ସ୍ୱାଇଁ (୩୨) ଗିରଫ ହୋଇଥିବା ବେଳେ ସେମାନଙ୍କ ନିକଟରୁ ୧୦ ଗ୍ରାମ ବ୍ରାଉନ ସୁଗାର (ଆନୁମାନିକ ମୂଲ୍ୟ ୧ ଲକ୍ଷ ଟଙ୍କା) ଏବଂ ଏକ ବାଇକ ଜବତ କରିଛି ପୋଲିସ।

ଗିରଫ ଅଭିଯୁକ୍ତଙ୍କ ବିରୋଧରେ ଟାଉନ ଥାନାରେ ଏନଡ଼ିପିଏସ ଅଧିନିୟମ ଅନୁଯାୟୀ କେସ ନମ୍ବର ୪୩୫/୨୨ ରେ ମାମଲା ରୁଜୁ କରାଯାଇ କୋର୍ଟଚାଲାଣ କରାଯାଇଥିବାର ସୂଚନା ମିଳିଛି।

Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ଜଙ୍କିଆ ଥାନା ଅଞ୍ଚଳରେ ଟାଙ୍ଗୀ ଅବକାରୀ ବିଭାଗର ଚଢ଼ାଉ: ବ୍ରାଉନସୁଗାର ଜବତ, ମହିଳା ଗିରଫ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ଛଣଗିରି ଗ୍ରାମରେ ଆଜି ଟାଙ୍ଗୀ ଅବକାରୀ ବିଭାଗ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ଜବତ କରିବା ସହ ଜଣେ ମହିଳା ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଲିଲି ନନ୍ଦି। ତାଙ୍କ ନିକଟରୁ ୧୪ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି, ଯାହାର ଆନୁମାନିକ ମୂଲ୍ୟ ୧ ଲକ୍ଷ ୪୦ ହଜାର ଟଙ୍କା ହେବ ବୋଲି ଜଣାପଡିଛି।

ଏହି ପରିପ୍ରେକ୍ଷୀରେ ଅବକାରୀ ବିଭାଗ ପିଆର ନମ୍ବର ୭୨/୨୨-୨୩ ରେ ଏନଡ଼ିପିଏସ ଅଧିନିୟମ ଅନୁଯାୟୀ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ କୋର୍ଟଚଲାଣ କରିଛି।

Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ଖୋର୍ଦ୍ଧା: ବାଘମାରି ଥାନା ଅଞ୍ଚଳରୁ ୭ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବାଘମାରି ଥାନା ଅଞ୍ଚଳରୁ ଆଜି ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ପୋଲିସ ଜବତ କରିଛି। ସୂଚନା ମୁତାବକ ବାଘମାରି ଥାନା ଅନ୍ତର୍ଗତ ପୋଡ଼ାଡିହ ଗ୍ରାମ ମହିଷାସୁଣି ମନ୍ଦିର ପାଖେ ଥିବା ଏକ ଆଜବେଷ୍ଟସ ଘରେ ବ୍ରାଉନସୁଗାର କାରବାର ଚାଲିଥିବାର ଖବର ଏସପି ସିଦ୍ଧାର୍ଥ କାଟାରିଆ ପାଇଥିଲେ। ସଙ୍ଗେସଙ୍ଗେ ଏସପିଙ୍କ ନିର୍ଦ୍ଦେଶକ୍ରମେ ଏବଂ ଏସଡିପିଓ ସୁଶୀଲ ମିଶ୍ରଙ୍କ ତତ୍ୱାବଧାନରେ ଇନ୍ସପେକ୍ଟର ରଶ୍ମିରଞ୍ଜନ ଦାସ ସ୍ୱତନ୍ତ୍ର ସ୍କ୍ୱାର୍ଡର ସହଯୋଗରେଙ୍କ ଏକ ଟିମ ଗଠନ କରି ଆଜି ଅପରାହ୍ନରେ ସମ୍ପୃକ୍ତ ଅଞ୍ଚଳରେ ଚଢ଼ାଉ କରିଥିଲେ।

ଚଢ଼ାଉ ବେଳେ ପୋଡ଼ାଡିହ ଗ୍ରାମର ବ୍ରାଉନସୁଗାର ବେପାରି ଭରତ ସେଠି (୬୧) ଗିରଫ ହୋଇଥିବାବେଳେ ଅନ୍ୟ ଜଣେ ବେପାରି ପ୍ରଭାତ ସେଠି ଘଟଣାସ୍ଥଳରୁ ଖସି ପଳାଇବାକୁ ସକ୍ଷମ ହୋଇଥିଲେ। ଭାରତଙ୍କ ନିକଟରୁ ପୋଲିସ ୬୧.୮୩ ଗ୍ରାମ ବ୍ରାଉନସୁଗାର ଏବଂ ଏକ ବାଇକ ଜବତ କରିଛି। ଜବତ ବ୍ରାଉନସୁଗାରର ମୂଲ୍ୟ ପାଖାପାଖି ୭ ଲକ୍ଷ ଟଙ୍କା ହେବ ବୋଲି ପୋଲିସ କହିଛି।

ଏହି ପରିପ୍ରେକ୍ଷୀରେ ବାଘମାରି ଥାନା ପୋଲିସ ଏନଡ଼ିପିଏସ ଅଧିନିୟମ ଅନୁଯାୟୀ କେଶ ନମ୍ବର ୯୨/୨୨ ରେ ଏକ ମାମଲା ରୁଜୁ କରି ଗିରଫ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରିଛି।  ଉକ୍ତ ଚଢ଼ାଉରେ ଏସଆଇ ବ୍ରହ୍ମାନନ୍ଦ ସ୍ୱାଇଁ, ଏଏସଆଇ ରମାକାନ୍ତ ପୁହାଣ ଏବଂ ସ୍ୱତନ୍ତ୍ର ସ୍କ୍ୱାର୍ଡର ପୋଲିସ କର୍ମଚାରୀମାନେ ସାମିଲ ଥିବା ବେଳେ ଉକ୍ତ ମାମଲାର ତଦନ୍ତ କରିବେ ବାଘମାରି ଥାନାଧିକାରିଣୀ ପ୍ରଜ୍ଞା ରିତମ୍ଭରା କର।