Categories
ଆଜିର ଖବର ରାଜ୍ୟ ଖବର

ଅରିନ୍ଦମ ଡାକୁଆ ହେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ, ଅତିରିକ୍ତ ସଚିବ ଭାବେ ନିଯୁକ୍ତ ହେଲେ ଅନୁପମ ଶାହା

ଭୁବନେଶ୍ୱର: କଟକ ଜିଲ୍ଲାପାଳ ଅରିନ୍ଦମ ଡାକୁଆ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ସେହିପରି ଜଗତସିଂହପୁର ଜିଲ୍ଲାପାଳ  ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି.କେ ପାଣ୍ଡିଆନ୍ ଙ୍କ ସ୍ୱେଚ୍ଛାକୃତ ଅବସର

ଭୁବନେଶ୍ୱର: ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି.କେ ପାଣ୍ଡିଆନ୍ ସ୍ୱେଚ୍ଛାକୃତ ଅବସର ଗ୍ରହଣ କରିଛନ୍ତି। ସ୍ୱେଚ୍ଛାକୃତ ଅବସର ପାଇଁ କେନ୍ଦ୍ର ସରକାରଙ୍କ ପାଖରେ ରାଜ୍ୟ ସରକାର ଆବେଦନ କରିଥିଲେ। କେନ୍ଦ୍ର ସରକାର ଏହି ଆବେଦନକୁ ମଂଜୁର କରିଛନ୍ତି।

ରାଜ୍ୟ ସରକାର ଅକ୍ଟୋବର ୨୦ରେ ଚିଠି ପଠାଇଥିବା ବେଳେ ଆବେଦନ ପତ୍ରକୁ ମଂଜୁରି ମିଳିଛି। ସର୍ବଭାରତୀୟ ସେବା ଆଇନ ୧୬ (୨ଏ) ଅନୁସାରେ ମଂଜୁର ହୋଇଥିବା ସୂଚନା ମିଳିଛି।