ଭୁବନେଶ୍ୱର: ବଲାଙ୍ଗୀର-ସୋନପୁର ରୋଡ଼ର ବଡ଼ବାହାଲୀ ଛକ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୩ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଏଥିସହିତ ଆଉ ବେଳେ ଆଉ ୩ ଜଣ ମଧ୍ୟ ଆହତ ହୋଇଛନ୍ତି।
ଏହି ଘଟଣା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଏହା ସହିତ ପ୍ରତ୍ୟେକ ମୃତକଙ୍କ ନିକଟତମ ଆତ୍ମୀୟଙ୍କୁ ୨ଲକ୍ଷ ଟଙ୍କା ଲେଖାଏ ସହାୟତା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କ ପରିବାରର ସଦସ୍ୟମାନଙ୍କ ପ୍ରତି ଗଭୀର ସମବେଦନା ପ୍ରକାଶ କରିଛନ୍ତି। ସେହିପରି ଆହତମାନଙ୍କୁ ତୁରନ୍ତ ମାଗଣାରେ ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।