Categories
ଆଜିର ଖବର ରାଜ୍ୟ ଖବର ସଂସ୍କୃତି

‘ରଜ ମହୋତ୍ସବ’ ଉପଲକ୍ଷେ ‘ବୟନିକା’ ଦ୍ୱାରା ଆୟୋଜିତ ରାଜ୍ୟସ୍ତରୀୟ ହସ୍ତତନ୍ତ ମେଳା ଉଦ୍‌ଘାଟିତ

ଭୁବନେଶ୍ୱର: ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅନ୍ତର୍ଗତ ଓଡିଶା ରାଜ୍ୟ ହସ୍ତତନ୍ତ ବୁଣାକାର ସମବାୟ ସମିତି ଲିଃ (ବୟନିକା), ଓଡିଶା ହସ୍ତତନ୍ତ ଉଦ୍ୟୋଗର ସର୍ବପୁରାତନ ତଥା ଏକମାତ୍ର ଶୀର୍ଷ ବିପଣନ ସଂସ୍ଥା ଯାହାକି ଦୀର୍ଘ ୬୬ ବର୍ଷ ଧରି ଓଡିଶା ହସ୍ତତନ୍ତ କଳାର ପ୍ରଚାର, ପ୍ରସାର ତଥା ସର୍ବାଙ୍ଗୀନ ଉନ୍ନତି ପାଇଁ କାର୍ଯ୍ୟ କରିଆସୁଅଛି। ଓଡିଶାର ହଜାର ହଜାର ବୁଣାକାରଙ୍କ ଜୀବିକା ନିର୍ବାହର ମୁଖ୍ୟ ପାଥେୟ ସେମାନଙ୍କ ଦ୍ୱାରା ଉପିାଦିତ ହସ୍ତତନ୍ତ ବସ୍ତ୍ରର ଉତ୍ତମ ବିପଣନ। ଏହି ବିପଣନକୁ ତ୍ୱରାନ୍ୱିତ କରିବା ପାଇଁ ହସ୍ତତନ୍ତ ଉନ୍ନୟନ ଆୟୋଗ ବସ୍ତ୍ର ମନ୍ତ୍ରଣାଳୟ, ଭାରତ ସରକାର, ବିଭିନ୍ନ ରାଜ୍ୟର ଶୀର୍ଷର୍ ହସ୍ତତନ୍ତ ସମବାୟ ସଂସ୍ଥା ଜରିଆରେ ‘ରାଜ୍ୟ ସ୍ତରୀୟ ହସ୍ତତନ୍ତ ମେଳା’ର ଆୟୋଜନ ପାଇଁ ଆର୍ଥିକ ସହାୟତା ଯୋଗାଇ ଦେଇଥାଆନ୍ତି। ଏହି ଯୋଜନାରେ ‘ବୟନିକା’ ଦ୍ୱାରା ଏକାମ୍ର ହାଟ, ଭୁବନେଶ୍ୱର ଠାରେ ଏକ ରାଜ୍ୟସ୍ତରୀୟ ହସ୍ତତନ୍ତ ମେଳାର ଆୟୋଜନ କରାଯାଉଅଛି। ଏହି ‘ରାଜ୍ୟ ସ୍ତରୀୟ ହସ୍ତତନ୍ତ ମେଳା’ ଜୁନ ୨୫ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବ।

ଆଜି ସନ୍ଧ୍ୟାରେ ଏହି ମେଳାକୁ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ରୀତା ସାହୁ ଉଦ୍‌ଘାଟନ କରିଛନ୍ତି। ଏହି ଉସିବରେ ସମ୍ମାନିତ ଅତିଥି ରୂପେ ବୟନିକାର ସଭାପତି ପ୍ରକାଶ ଚନ୍ଦ୍ର ମେହେର, ବୟନିକାର ପରିଚାଳନା ନିର୍ଦ୍ଦେଶକ ପ୍ରଣତି ଛୋଟରାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ସରୋଜ କୁମାର ପଟେଲ, ବୟନଶିଳ୍ପ ଯୁଗ୍ମ ନିର୍ଦ୍ଦେଶକ ଦେବଜିତ ନନ୍ଦୀ, ସିଡାକ୍‌ର ସଦସ୍ୟ ସଚିବ ଶିଶିର କୁମାର ରଥ, ବୟନିକାର ପରିଚାଳନା ନିର୍ଦ୍ଦେଶକ ମିଲି ସାମନ୍ତରାୟ ଏବଂ ଅନ୍ୟାନ୍ୟ ପଦାଧିକାରୀ ବୃନ୍ଦ ଉପସ୍ଥିତ ଥିଲେ।

ଏହି ମେଳାରେ ସମୁଦାୟ ୬୦ ଗୋଟି ପ୍ରାଥମିକ ସମବାୟ ସମିତି ଯୋଗଦାନ କରିଛନ୍ତି। ଏଥି ମଧ୍ୟରୁ ୪୦ ଗୋଟି ଓଡିଶାର ବିଭିନ୍ନ ହସ୍ତତନ୍ତ ସଂସ୍ଥା ଓ ସମିତିମାନଙ୍କ ପାଇଁ ଉଦ୍ଦିଷ୍ଟ। ଅବଶିଷ୍ଟ ୨୦ ଗୋଟି ସଂସ୍ଥା/ସମିତି ବିଭିନ୍ନ ରାଜ୍ୟରୁ ଯୋଗଦାନ କରିଛନ୍ତି। ଏହି ମେଳାରେ ଉତ୍ତରପ୍ରଦେଶ, ଜାମ୍ମୁକାଶ୍ମୀର, ରାଜସ୍ଥାନ, ମଧ୍ୟପ୍ରଦେଶ, ପଶ୍ଚିମବଙ୍ଗ, ବିହାର, କର୍ଣ୍ଣାଟକ, ହରିୟାନା ଏବଂ ଓଡିଶାର ବିଭିନ୍ନ ସଂସ୍ଥା/ସମିତି ଅଂଶଗ୍ରହଣ କରି ସେମାନଙ୍କର ବିଭିନ୍ନ ହସ୍ତତନ୍ତ ବସ୍ତ୍ର ଓ ପରିଧାନର ପ୍ରଦର୍ଶନ ଓ ବିକ୍ରୟ କରୁଛନ୍ତି । ଏହି ପ୍ରଦର୍ଶନୀରେ ଓଡିଶାର ବାନ୍ଧବସ୍ତ୍ର ସହ ପଶ୍ଚିମବଙ୍ଗର ଜାମଦାନି ଓ ଟାଙ୍ଗାଇଲ୍‌, ଗୁଜୁରାଟର ପଟୋଲା, ଲକ୍ଷ୍ମୋðର ଚିକେନ କାରୀ, ଜାମ୍ମୁ କାଶ୍ମୀରର ପଶ୍ମିନା-ସାଲ, ଦିଲ୍ମୀ, ହରିୟାନାର ଫର୍ନିସିଙ୍ଗ୍‌ ବସ୍ତ୍ର ଓ କର୍ଣ୍ଣାଟକର ସିá ଶାଢି ଆଦି ହସ୍ତତନ୍ତ ବସ୍ତ୍ର ଗ୍ରାହକଙ୍କ ପାଇଁ ଉପଲବ୍ଧ ହେଉଛି।

ଏହି ମେଳା ପ୍ରତ୍ୟହ ଦିବା ୧୧.୦୦ ଘଟିକାଠାରୁ ରାତ୍ର ୯.୦୦ ଘଟିକା ପର୍ଯ୍ୟନ୍ତ ଚାଲିବ। ମେଳାରେ ଓଡିଶାର ପ୍ରତ୍ୟେକ ଷ୍ଟଲରେ ପ୍ରତ୍ୟେକ ବସ୍ତ୍ର ବିକ୍ରି ଉପରେ ସ୍ୱତନ୍ତ୍ର ରିହାତି ଦେବାର ବ୍ୟବସ୍ଥା କରାଯାଇଅଛି। ଏହି ମେଳାରେ ବହୁ ସଂଖ୍ୟାରେ ପଦାର୍ପଣ କରି ସରକାରୀ ରିହାତିର ସୁବିଧା ସହ ହସ୍ତତନ୍ତ ବସ୍ତ୍ର କ୍ରୟ କରି ବୁଣାକାରମାନଙ୍କୁ ଉସିାହିତ କରିବାକୁ ବିଭଗ ପକ୍ଷରୁ ଅନୁରୋଧ କରାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ବୟନିକାର ୬୭ତମ ପ୍ରତିଷ୍ଠା ଦିବସ ସମାରୋହ ପାଳିତ

ଭୁବନେଶ୍ୱର: ଉକିର୍ଷ କଳାର ରାଜ୍ୟ ଓଡିଶା ନିଜର କଳା ସଂସ୍କୃତି ଓ ସ୍ଥାପତ୍ୟ ପାଇଁ ବିଶ୍ୱବିଦିତ। ଉକିଳୀୟ କଳା ସଂସ୍କୃତି ପାଇଁ “ହସ୍ତତନ୍ତ ବସ୍ତ୍ର’’ର ଭୂମିକା ସ୍ୱତନ୍ତ୍ର। ଭାରତର ଐତିହ୍ୟ, ପରମ୍ପରା ଓ ସଂସ୍କୃତିର ସଂରକ୍ଷଣ କ୍ଷେତ୍ରରେ ଯୁଗଯୁଗରୁ ଓଡିଶା ହସ୍ତତନ୍ତ ବସ୍ତ୍ର, ବିଶେଷ ଭାବେ “ବାନ୍ଧବସ୍ତ୍ର’’ର ସ୍ୱତନ୍ତ୍ର ସ୍ଥାନ ରହିଆସିଛି। ଏହି ପ୍ରାଚୀନ କଳାକୁ ଉଜ୍ଜିବିତ ରଖିଛନ୍ତି, ଏହାକୁ ବଂଶାନୁକ୍ରମେ ବୃତ୍ତି ଭାବେ ଆଦରି ନେଇଥିବା ଓଡିଶାର ଅଗଣିତ ବୁଣାକାର। ରାଜ୍ୟର କୋଣ ଅନୁକୋଣରେ ଏହି ହସ୍ତତନ୍ତ ବସ୍ତ୍ର ପ୍ରସ୍ତୁତ କରୁଥିବା ଗ୍ରାମୀଣ କାରିଗର ଓ ସେମାନଙ୍କ ଦ୍ୱାରା ପଞ୍ଜିକୃତ ହୋଇ କାର୍ଯ୍ୟ କରୁଥିବା ପ୍ରାଥମିକ ବୁଣାକାର ସମିତିମାନଙ୍କ ପାଇଁ ବୟନିକା ବ୍ୟାପକ ବଜାର ସୃଷ୍ଟି କରିବାରେ ଦୀର୍ଘ ୬୭ ବର୍ଷଧରି ନିରବଚ୍ଛିନ୍ନ ଭାବେ କାର୍ଯ୍ୟ କରିଆସୁଅଛି।

୧୯୫୬ ମସିହାରେ ପ୍ରତିଷ୍ଠିତ ଓଡିଶା ରାଜ୍ୟ ହସ୍ତତନ୍ତ ବୁଣାକାର ସମବାୟ ସମିତି ଲିଃ, ଯାହାକି ଆଜି “ବୟନିକା’’ ନାମରେ ସୁଖ୍ୟାତି ଅର୍ଜନ କରିଅଛି। ବୟନିକା ଏହାର ୬୭ତମ ପ୍ରତିଷ୍ଠା ଦିବସ ସମାରୋହକୁ ଏହାର ସମସ୍ତ ଶାଖା ଓ ମୁଖ୍ୟ କାର୍ଯ୍ୟାଳୟରେ ପାଳନ କରୁଅଛି। ବିକ୍ରୟ ଶାଖାମାନଙ୍କରେ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳ/ଅତିରିକ୍ତ ଜିଲ୍ଲାପାଳ/ଉପଜିଲ୍ଲାପାଳ ଏବଂ ତହସିଲ୍‌ଦାରମାନେ ଉଦ୍‌ଘାଟନ କରିଅଛନ୍ତି। ବୟନିକାର ୱେଷ୍ଟର୍ଣ୍ଣ ମାର୍କେଟ ବିଲ୍‌ଡିଂ, ଭୁବନେଶ୍ୱରସ୍ଥିତ ବିକ୍ରୟ କେନ୍ଦ୍ରକୁ ଆଜି ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ଡଃ. ଅରବିନ୍ଦ କୁମାର ପାଢୀ ଉଦ୍‌ଘାଟନ କରିଛନ୍ତି। ବୟନିକାର ୬୭ତମ ପ୍ରତିଷ୍ଠାଦିବସ ସମାରୋହ “ବୟନ ଭବନ’’ ପ୍ରାଙ୍ଗଣରେ ଆଜି ସଂଧ୍ୟାରେ ପାଳିତ ହୋଇଯାଇଛି।

ଏହି ସମାରୋହକୁ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ମାନ୍ୟବର ମନ୍ତ୍ରୀ, କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗ, ଓଡିଶା, ସୁଲୋଚନା ଦାସ, ମେୟର, ଭୁବନେଶ୍ୱର ମହାନଗର ନିଗମ, ସୋଭନ କ୍ରିଷ୍ଣ ସାହୁ, ନିର୍ଦ୍ଦେଶକ, ବୟନ ଶିଳ୍ପ ଓ ହସ୍ତତନ୍ତ, ଓଡିଶା, ପ୍ରକାଶ ଚନ୍ଦ୍ର ମେହେର, ସଭାପତି, ବୟନିକା, ପ୍ରଣତି ଛୋଟରାୟ, ପରିଚାଳନା ନିର୍ଦ୍ଦେଶକ ବୟନିକା ଓ ବୟନିକା ପରିଚାଳନା କମିଟିର ସଭ୍ୟା/ସଭ୍ୟ ବୃନ୍ଦଙ୍କ ଉପସ୍ଥିତିରେ ଉଦ୍‌ଘାଟନ କରିଛନ୍ତି।

ବୟନିକା ୨୦୨୨-୨୩ ବର୍ଷରେ ନିଜର ପ୍ରତିଷ୍ଠିତ ବିକ୍ରୟ ଶାଖା ଏବଂ ରାଜ୍ୟ ଓ ରାଜ୍ୟ ବାହାରେ ବିଭିନ୍ନ ପ୍ରଦର୍ଶନୀରେ ଭାଗନେଇ ଓ ପ୍ରଦର୍ଶନୀର ଆୟୋଜନ କରି ଟ.୧୬୨.୦୦ କୋଟିର ବ୍ୟବସାୟ ହାସଲ କରିଅଛି। ୨୦୨୩-୨୪ ବର୍ଷରେ ମୋଟ ଟ.୨୦୦.୦୦ କୋଟିର ବ୍ୟବସାୟ ଲକ୍ଷ୍ୟ ରଖାଯାଇଛି। ଏକ ହସ୍ତତନ୍ତ ସଂସ୍ଥା ହିସାବରେ ଟ.୧୬୨.୦୦ କୋଟିର ବ୍ୟବସାୟ କରିବା, ଓଡିଶା ହସ୍ତତନ୍ତ ଶିଳ୍ପ କ୍ଷେତ୍ରରେ ନିଶ୍ଚିତ ଭାବେ ଏକ ମାଇଲ୍‌ ଖୁଂଟ। ଆଗାମୀ ଦିନରେ ବୟନିକା ଏହାର ବ୍ୟବସାୟିକ ଅଭିବୃଦ୍ଧି ଘଟାଇବା ପାଇଁ ବଦ୍ଧପରିକର ହେବା ସଙ୍ଗେ ସଙ୍ଗେ ଏହି ସଂସ୍ଥା ସହ ଜଡିତ ଅଗଣିତ ବୁଣାକାରଙ୍କ ସାମାଜିକ ଓ ଅର୍ଥନୈତିକ ବିକାଶକୁ ପରିବର୍ଦ୍ଧିତ କରିବାପାଇଁ ଚେଷ୍ଟିତ।

ବୟନିକା ଏହାର ୬୭ତମ ପ୍ରତିଷ୍ଠା ଦିବସରେ, ଓଡିଶାର ଅଗଣିତ ବୁଣାକାର ଭାଇଭଉଣୀ, ଏହାର ସଦିଚ୍ଛୁ ଗ୍ରାହକ ଏବଂ ପୃଷ୍ଠପୋଷକମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି।

Categories
ବିଶେଷ ଖବର ରାଜ୍ୟ ଖବର

ଗତ ଆର୍ଥିକ ବର୍ଷରେ ୧୨୮ କୋଟି ଟଙ୍କାର ବ୍ୟବସାୟ କରିଛି ବୟନିକା, ପାଳନ କଲା ପ୍ରତିଷ୍ଠା ଦିବସ

ଭୁବନେଶ୍ୱର: ଉତ୍କର୍ଷ କଳାର ଦେଶ, ଉତ୍କଳ, ଯାହା ଆଜି ଓଡ଼ିଶା ରାଜ୍ୟ ଭାବେ ବିଶ୍ୱବିଦିତ, ନିଜର କଳା, ସଂସ୍କୃତି ଓ ସ୍ଥାପତ୍ୟ ପାଇଁ। ଉତ୍କଳୀୟ କଳା ସଂସ୍କୃତି ପାଇଁ ‘ହସ୍ତତନ୍ତ ବସ୍ତ୍ର’ର ଭୂମିକା ସ୍ୱତନ୍ତ୍ର। ଭାରତର ଐତିହ୍ୟ, ପରମ୍ପରା ଓ ସଂସ୍କୃତିର ସଂରକ୍ଷଣ କ୍ଷେତ୍ରରେ ଯୁଗଯୁଗରୁ ଓଡ଼ିଶା ହସ୍ତତନ୍ତ ବସ୍ତ୍ର, ବିଶେଷ ଭାବେ ‘ବାନ୍ଧବସ୍ତ୍ର’ର ସ୍ୱତନ୍ତ୍ର ସ୍ଥାନ ରହିଆସିଛି।

ଏହି ପ୍ରାଚୀନ କଳାକୁ ଉଜ୍ଜୀବିତ ରଖିଛନ୍ତି, ଏହାକୁ ବଂଶାନୁକ୍ରମେ ବୃତ୍ତି ଭାବେ ଆଦରି ନେଇଥିବା ଓଡ଼ିଶାର ଅଗଣିତ ବୁଣାକାର। ରାଜ୍ୟର କୋଣ ଅନୁକୋଣରେ ଏହି ହସ୍ତତନ୍ତ ବସ୍ତ୍ର ପ୍ରସ୍ତୁତ କରିଥିବା ଗ୍ରାମୀଣ କାରିଗର ଓ ସେମାନଙ୍କ ଦ୍ୱାରା ପଂଜୀକୃତ ହୋଇ କାର୍ଯ୍ୟ କରୁଥିବା ପ୍ରାଥମିକ ବୁଣାକାର ସମିତିମାନଙ୍କ ପାଇଁ ବୟନିକା ବ୍ୟାପକ ବଜାର ସୃଷ୍ଟି କରିବାରେ ଦୀର୍ଘ ୬୬ ବର୍ଷ ଧରି ନିରବଚ୍ଛିନ୍ନ ଭାବେ କାର୍ଯ୍ୟ କରିଆସୁଛି ।

୧୯୫୬ ମସିହାରେ ପ୍ରତିଷ୍ଠିତ ଓଡ଼ିଶା ରାଜ୍ୟ ହସ୍ତତନ୍ତ ବୁଣାକାର ସମବାୟ ସମିତି ଲିଃ, ଯାହାକି ଆଜି ‘ବୟନିକା’ ନାମରେ ସୁଖ୍ୟାତି ଅର୍ଜନ କରିଛି । ବୟନିକାର ୬୬ତମ ପ୍ରତିଷ୍ଠା ଦିବସ ସମାରୋହ ‘ବୟନ ଭବନ’ ପ୍ରାଙ୍ଗଣରେ ଆଜି ସନ୍ଧ୍ୟା ୬ ଘଟିକା ସମୟରେ ପାଳିତ ହୋଇଯାଇଛି ।

ଏହି ସମାରୋହକୁ ବୟନିକାର ପରିଚାଳନା ନିର୍ଦ୍ଦେଶକ, ଶ୍ରୀ ଶ୍ୟାମଭକ୍ତ ମିଶ୍ର ଏବଂ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ସମେତ ନିର୍ଦ୍ଦେଶାଳୟର ଅଧିକାରୀମାନେ ଉଦ୍‌ଘାଟନ କରିଛନ୍ତି। ଉପରୋକ୍ତ ସମାରୋହ ବ୍ୟତୀତ ବୟନିକାର ସମସ୍ତ ବିକ୍ରୟ ଶାଖାରେ ଏହି ସମାରୋହକୁ ପାଳନ କରାଯାଇଛି, ଯାହାକୁ କି ସଂପୃକ୍ତ ଜିଲ୍ଲାର ପ୍ରମୁଖ ଅଧିକାରୀଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଛି।

ବୟନିକା ୨୦୨୧-୨୨ ବର୍ଷରେ ନିଜର ପ୍ରତିଷ୍ଠିତ ବିକ୍ରୟ ଶାଖା ଏବଂ ରାଜ୍ୟ ଓ ରାଜ୍ୟ ବାହାରେ ବିଭିନ୍ନ ପ୍ରଦର୍ଶନୀରେ ଭାଗନେଇ ଓ ପ୍ରଦର୍ଶନୀର ଆୟୋଜନ କରି ୧୨୮.୮୫ କୋଟି ଟଙ୍କାର ବ୍ୟବସାୟ ହାସଲ କରିଛି। ୨୦୨୨-୨୩ ବର୍ଷରେ ମୋଟ ୧୬୩.୯୦ କୋଟିର ବ୍ୟବସାୟ ଲକ୍ଷ୍ୟ ରଖାଯାଇଛି।

ଏକ ହସ୍ତତନ୍ତ ସଂସ୍ଥା ହିସାବରେ ୧୨୮.୮୫ କୋଟିର ବ୍ୟବସାୟ କରିବା, ଓଡ଼ିଶା ହସ୍ତତନ୍ତ ଶିଳ୍ପ କ୍ଷେତ୍ରରେ ନିଶ୍ଚିତ ଭାବେ ଏକ ମାଇଲ୍‌ ଖୁଣ୍ଟ । ଆଗାମୀ ଦିନରେ ବୟନିକା ଏହାର ବ୍ୟବସାୟିକ ଅଭିବୃଦ୍ଧି ଘଟାଇବା ପାଇଁ ବଦ୍ଧପରିକର ହେବା ସଙ୍ଗେ ସଙ୍ଗେ ଏହି ସଂସ୍ଥା ସହ ଜଡ଼ିତ ଅଗଣିତ ବୁଣାକାରଙ୍କ ସାମାଜିକ ଓ ଅର୍ଥନୈତିକ ବିକାଶକୁ ପରିବର୍ଦ୍ଧିତ କରିବା ପାଇଁ ଚେଷ୍ଟିତ।

Categories
ବିଶେଷ ଖବର ରାଜ୍ୟ ଖବର

ଭୁବନେଶ୍ବରରେ ଚାଲିଛି ହସ୍ତତନ୍ତ ବଜାର, କରୋନା ସମୟରେ ମଧ୍ୟ ଗ୍ରାହକଙ୍କ ବଢୁଛି ଆଗ୍ରହ

ଭୁବନେଶ୍ୱର: ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ସହାୟତାରେ ଭୁବନେଶ୍ୱରସ୍ଥିତ ଏକାମ୍ର ହାଟରେ ‘ବୟନିକା’ ଦ୍ୱାରା ହସ୍ତତନ୍ତ ବଜାର ଗତ ୨୫ ତାରିଖରୁ ଚଳିତ ଡିସେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଛି । ଏହି ବଜାରକୁ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ପଦ୍ମିନୀ ଦିଆନ ଆଜି ପରିଦର୍ଶନ କରିଥିଲେ । ତାଙ୍କ ସହିତ ବିଭାଗୀୟ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା, ବୟନଶିଳ୍ପ ନିର୍ଦ୍ଦେଶକ ସୁଶାନ୍ତ କୁମାର ଦାସ, ‘ବୟନିକା’ର ପରିଚାଳନା ନିର୍ଦ୍ଦେଶକ ଶ୍ୟାମଭକ୍ତ ମିଶ୍ର ଓ ଅନ୍ୟାନ୍ୟ ପଦାଧିକାରୀମାନେ ମଧ୍ୟ ପରିଦର୍ଶନ କରିଥିଲେ ।

ବଜାରରେ ‘ବୟନିକା’ ବ୍ୟତୀତ ୧୪ଟି ବୟନମଣ୍ଡଳର ୩୩ଟି ପ୍ରାଥମିକ ତନ୍ତୁବାୟ ସହଯୋଗ ସମିତି ପ୍ରସ୍ତୁତ ହସ୍ତତନ୍ତ ବସ୍ତ୍ର ପ୍ରଦର୍ଶିତ ଓ ବିକ୍ରୟ ହେଉଛି । ବୌଦ୍ଧ ଓ ସୁବର୍ଣ୍ଣପୁର ଜିଲ୍ଲାର ବାନ୍ଧ ଶାଢ଼ି, ବମକେଇ ଶାଢ଼ି, ବରଗଡ଼ ଜିଲ୍ଲାର କଟନ୍‌ ବାନ୍ଧ ଶାଢ଼ି, ବେଡ୍‌ସିଟ୍‌, ଆଠଗଡ଼ର ଖଣ୍ଡୁଆ ଓ ମାଣିଆବନ୍ଧ ଶାଢ଼ି, କଟକ ଗୋପାଳପୁରର ଟସର ବସ୍ତ୍ର, ବ୍ରହ୍ମପୁର ସୂତା ଶାଢ଼ି ଏବଂ କୋରାପୁଟ ଜିଲ୍ଲାର କୋଟପାଡ଼ ବସ୍ତ୍ର ଇତ୍ୟାଦି ଉପଲବ୍ଧ ହେଉଛି ।

ଏତଦ୍‌ବ୍ୟତୀତ ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲା ଉତ୍ପାଦିତ ବସ୍ତ୍ର ପ୍ରଦର୍ଶିତ କରାଯାଇଛି । ମନ୍ତ୍ରୀ ଶ୍ରୀମତୀ ଦିଆନ୍‌ ଓ ବିଭାଗୀୟ ଶାସନ ସଚିବ ପ୍ରତ୍ୟେକ ଷ୍ଟଲ ବୁଲି ବୁଣାକାରମାନେ ପ୍ରସ୍ତୁତ କରିଥିବା ନୂତନ ଡିଜାଇନ୍‌ର ବସ୍ତ୍ରଗୁଡ଼ିକ ଦେଖିବା ସହିତ ନୂତନ ଡିଜାଇନ୍‌ର ବସ୍ତ୍ର ବୁଣି ବୁଣାକାରମାନେ ଅଧିକ ଉପାର୍ଜନ କରିବା ପାଇଁ ପ୍ରୋତ୍ସାହିତ କରିଥିଲେ ।

ଉପରୋକ୍ତ ୩୩ଟି ସମିତି ବ୍ୟତୀତ ଏକାମ୍ର କୁଟୀରରେ ଅନ୍ୟ ୪୪ଟି ପ୍ରାଥମିକ ସମିତି/ସ୍ୱୟଂ ସହାୟକ ଗୋଷ୍ଠୀଗୁଡ଼ିକ ବଜାରରେ ଚଳିତ ମାସ ୧୫ ତାରିଖ ପର୍ଯ୍ୟନ୍ତ ଅଂଶଗ୍ରହଣ କରିବାର ବ୍ୟବସ୍ଥା କରାଯାଇଛି । ପ୍ରତ୍ୟହ ଏହି ହସ୍ତତନ୍ତ ବଜାରକୁ ଦର୍ଶକ ଓ ଗ୍ରାହକମାନେ ଆସି ସେମାନଙ୍କର ଆବଶ୍ୟକୀୟ ବସ୍ତ୍ର କ୍ରୟ କରୁଛନ୍ତି । ଡିସେମ୍ବର ୧ ତାରିଖ ସୁଦ୍ଧା ହସ୍ତତନ୍ତ ବଜାରରେ ୨୦ ଲକ୍ଷ ଟଙ୍କାରୁ ଊଦ୍ଧ୍ୱର୍ ବିକ୍ରୟ ହୋଇଛି ।

କରୋନା ପରବର୍ତ୍ତୀ ସମୟରେ ଆୟୋଜିତ ହୋଇଥିବା ଏହି ହସ୍ତତନ୍ତ ବଜାର ବୁଣାକାରମାନଙ୍କର ଗଚ୍ଛିତ ଲୁଗା ବିକ୍ରିର ହେବାରେ ସହାୟକ ହୋଇଛି ବୋଲି ଅଂଶଗ୍ରହଣକାରୀ ବୁଣାକାରମାନେ ମତ ଦେଇଛନ୍ତି ।