Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ସମ୍ କୋଭିଡ ହସ୍ପିଟାଲ୍‌ରୁ ସୁସ୍ଥ ହୋଇ ଘରକୁ ଫେରିଲେ ୯୬ ବର୍ଷୀୟ ବୟୋଜ୍ୟେଷ୍ଠ

ଭୁବନେଶ୍ୱର: କୋଭିଡର ନୂଆ ଭାରିଆଂଟ ଓମିକ୍ରନ୍ ସଂକ୍ରମଣର ଭୟ ଏବଂ ତୃତୀୟ ଲହରର ଆଶଙ୍କା ମଧ୍ୟରେ ସମ୍ କୋଭିଡ୍ ହସ୍ପିଟାଲ୍‌ରୁ ଆସିଛି ଆସ୍ୱସ୍ତିକର ଖବର। କୋଭିଡ ସଂକ୍ରମିତ ୯୬ ବର୍ଷୀୟ ଜଣେ ବୃଦ୍ଧ ହସ୍ପିଟାଲ୍‌ରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଭୁବନେଶ୍ୱର ଉପକଣ୍ଠ ଡୁମ୍‌ଡୁମା ଅଂଚଳର ବୟୋଜ୍ୟେଷ୍ଠ ବ୍ୟକ୍ତି ଗଦାଧର ଦାସ କରୋନା ସଂକ୍ରମିତ ହେବା ପରେ ସମ୍ କୋଭିଡ୍ ହସ୍ପିଟାଲ୍‌ରେ ଗତ ଡିସେମ୍ବର ୨୦ ତାରିଖରେ ଭର୍ତି ହୋଇଥିଲେ। ହସ୍ପିଟାଲ୍‌ରେ ଭର୍ତ୍ତି ହେବା ସମୟରେ ତାଙ୍କୁ ଜ୍ୱର, ଛାତିରେ କଫ ଜମିବା ସହ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ ହେଉଥିଲା। ତାଙ୍କୁ ସୁସ୍ଥ କରିବା ନିମନ୍ତେ ଆଇସିୟୁରେ ରଖାଯାଇ ଅକ୍ସିଜେନ୍ ମଧ୍ୟ ଦିଆଯାଇଥିଲା।

ଦୀର୍ଘ ୯ ଦିନ ଧରି ସମ୍ କୋଭିଡ୍ ହସ୍ପିଟାଲ୍‌ର ଡାକ୍ତର, ନର୍ସ ଓ ଅନ୍ୟାନ୍ୟ ସ୍ୱାସ୍ଥ୍ୟକର୍ମୀ ମାନେ ତାଙ୍କର ଉତ୍ତମ ଚିକିତ୍ସା, ସେବା, ଯତ୍ନ କରିବା ଫଳରେ ସେ ସୁସ୍ଥ ହୋଇ ମଙ୍ଗଳବାର ଘରକୁ ଫେରିଛନ୍ତି।

ତାଙ୍କ ପୁଅ ଧର୍ମାନନ୍ଦ ଦାସ ମଧ୍ୟ କୋଭିଡ୍ ସଂକ୍ରମିତ ହୋଇ ସମ୍ କୋଭିଡ୍‌ରେ ଭର୍ତ୍ତି ହୋଇଥିଲେ। ବାପା ପୁଅ ଉଭୟ ଚିକିତ୍ସିତ ହୋଇ ଘରକୁ ଫେରିଛନ୍ତି। ବୃଦ୍ଧ ବାପା କୋଭିଡ୍‌ରୁ ସୁସ୍ଥ ହୋଇ ଘରକୁ ଫେରିବା ପରେ ସମ୍ କୋଭିଡ୍ ହସ୍ପିଟାଲ୍‌କୁ ଅଶେଷ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି ପୁଅ ଧର୍ମାନନ୍ଦ।

କେବଳ ଗଦାଧର ନୁହଁନ୍ତି କରୋନାର ପ୍ରଥମ ଏବଂ ଦ୍ୱିତୀୟ ଲହରୀରେ ଅନେକ ବୟୋଜ୍ୟେଷ୍ଠ ଓ ବୟୋଜ୍ୟେଷ୍ଠା କୋଭିଡ୍ ସଂକ୍ରମିତ ହୋଇ ସମ୍ କୋଭିଡ୍‌ରେ ଭର୍ତ୍ତି ହୋଇଥିବା ବେଳେ ସମ୍ କୋଭିଡ୍ ଯୋଦ୍ଧାଙ୍କ ଚିକିତ୍ସା, ସେବା ଶୁଶୃଷା ଓ ଆପ୍ରାଣ ଉଦ୍ୟମ ଯୋଗୁଁ ବହୁ ସଂଖ୍ୟାରେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

କରୋନାକୁ ହରେଇଲେ ୯୪ ବର୍ଷୀୟ ବୃଦ୍ଧ: ସମ୍ ହସ୍ପିଟାଲରୁ ସୁସ୍ଥ ହୋଇ ଘରକୁ ଫେରିଲେ

ଭୁବନେଶ୍ୱର: ସମ୍ କୋଭିଡ ହସ୍ପିଟାଲ୍‌ରେ କୋଭିଡ୍‌-୧୯ କୁ ପୁଣି ପରାସ୍ତ କଲେ ଜଣେ ବୟୋଜ୍ୟେଷ୍ଠ।

ପୁରୀ ଅଂଚଳର ୯୪ ବର୍ଷୀୟ ବୃଦ୍ଧ ସୁରଥ ରାଉତରାୟ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। କୋଭିଡ ସଂକ୍ରମିତ ହେବା ପରେ ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ୱର ସମ୍ କୋଭିଡ ହସ୍ପିଟାଲ୍‌ରେ ଗତ ଜୁଲାଇ ୧୩ ତାରିଖରେ ଭର୍ତି କରାଯାଇଥିଲା। ମଙ୍ଗଳବାର ସୁରଥ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ସମ୍ କୋଭିଡ୍ ହସ୍ପିଟାଲ୍‌ରେ ଭର୍ତ୍ତି ହେବା ସମୟରେ ତାଙ୍କୁ ଅଧିକ ମାତ୍ରାରେ ଅକ୍ସିଜେନ୍ ର ଆବଶ୍ୟକତା ଥିଲା। ନିଃଶ୍ୱାସ ନେବାରେ ସେ କଷ୍ଟ ଅନୁଭବ କରିବା ସହ ଉଚ୍ଚ ରକ୍ତଚାପ ଏବଂ ମଧୁମେହ ଭଳି ରୋଗ ସମେତ ଅନେକ ବାର୍ଦ୍ଧକ୍ୟଜନିତ ଅସୁସ୍ଥତା ମଧ୍ୟ ରହିଥିଲା। ହସ୍ପିଟାଲ୍‌ରେ ଭର୍ତି ହେବା ପରେ ତାଙ୍କୁ ତୁରନ୍ତ ଆଇସିୟୁରେ ରଖାଯାଇ ଚିକିତ୍ସା କରାଯାଇଥିଲା।

ତେବେ ସମ୍ କୋଭିଡ ହସ୍ପିଟାଲ୍‌ର ଡାକ୍ତର, ନର୍ସ ଏବଂ ଅନ୍ୟାନ୍ୟ ସ୍ୱାସ୍ଥ୍ୟସେବା କର୍ମୀମାନଙ୍କର ସେବା, ଯତ୍ନ ଓ ଉତମ ଚିକିତ୍ସା ଯୋଗୁଁ ସେ ଘରକୁ ଫେରିପାରିଛନ୍ତି।

ସମ୍ କୋଭିଡ୍ ହସ୍ପିଟାଲ୍‌ରେ ସୁରଥଙ୍କ ଚିକିତ୍ସାକୁ ନେଇ ଖୁସି ବ୍ୟକ୍ତ କରିଛନ୍ତି ତାଙ୍କ ବୋହୁ ଶ୍ରୀମତି ସୁଲୋଚନା ସାହୁ। ତାଙ୍କ ଶ୍ୱଶୁରଙ୍କ ଚିକିତ୍ସା ଠିକ୍ କରାଯାଉଥିଲା ଏବଂ ସ୍ୱାସ୍ଥ୍ୟ ସମ୍ପର୍କିତ ସମସ୍ତ ସୂଚନା ଠିକ୍ ଭାବେ ପରିବାରକୁ ଜଣାଇ ଦିଆଯାଉଥିଲା ବୋଲି ସେ କହିଛନ୍ତି।

କରୋନା ମହାମାରୀର ଦ୍ୱିତୀୟ ଲହରୀରେ ମଧ୍ୟ ସମ୍ କୋଭିଡ୍ ହସ୍ପିଟାଲ୍‌ରୁ ଅନେକ ବୟୋଜ୍ୟେଷ୍ଠ ସୁସ୍ଥ ହୋଇ ଘରକୁ ଫେରିବା ଦେଖିବାକୁ ମିଳିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

କରୋନାକୁ ପରାସ୍ତ କରି ସମ୍ କୋଭିଡ୍ ହସ୍ପିଟାଲରୁ ସୁସ୍ଥ ହେଲେ ୯୭ ବର୍ଷୀୟ ବୟୋଜ୍ୟେଷ୍ଠ

ଭୁବନେଶ୍ୱର: କରୋନାକୁ ପରାସ୍ତ କରୁଛନ୍ତି ବୟୋଜ୍ୟେଷ୍ଠ ଏବଂ ହାର ମାନୁଛି କରୋନା। ଉପଯୁକ୍ତ ଚିକିତ୍ସା ଓ ଯତ୍ନ ମିଳିଲେ ପରିଣତ ବୟସରେ ପହଂଚିଥିବା ବ୍ୟକ୍ତିମାନେ ଯେ କରୋନାରୁ ସୁସ୍ଥ ହୋଇପାରିବେ ଏକଥା ପୁଣି ଥରେ ପ୍ରମାଣିତ ହୋଇଛି ସମ୍ କୋଭିଡ ହସ୍ପିଟାଲ୍‌ରେ। ସମ୍ କୋଭିଡ୍ ହସ୍ପିଟାଲ୍‌ରୁ କୋଭିଡ୍‌ରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୯୭ ବର୍ଷୀୟ ବୃଦ୍ଧ ଶ୍ରୀ ନଟବର ଦାଶ।

କଟକ ଜିଲ୍ଲା କିଶୋର ନଗର ଅଂଚଳର ୯୭ ବର୍ଷୀୟ ଶ୍ରୀ ନଟବର ଦାସ କୋଭିଡ ପଜିଟିଭ ଚିହ୍ନଟ ହେବା ପରେ ସମ୍ କୋଭିଡ ହସ୍ପିଟାଲ୍‌ରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲେ।  ନଟବରଙ୍କର ଶ୍ୱାସ ଜନିତ ସମସ୍ୟା, ଉଚ୍ଚ ରକ୍ତଚାପ ଓ ମଧୁମେହ ଭଳି ବ୍ୟାଧି ମଧ୍ୟ ରହିଥିଲା। କୋଭିଡ ପଜିଟିଭ୍ ହେବା ପରେ ସେ ନିମୋନିଆରେ ମଧ୍ୟ ଆକ୍ରାନ୍ତ ହୋଇଥିଲେ। ସମ୍ କୋଭିଡରେ ଭର୍ତି ହେବା ପରେ ତାଙ୍କୁ ତୁରନ୍ତ ଆଇସିୟୁରେ ରଖାଯାଇ ଚିକିତ୍ସା ଆରମ୍ଭ କରାଯାଇଥିଲା।

ତେବେ ସମ୍ କୋଭିଡ ଟିମ୍‌ର ଅପ୍ରାଣ ଉଦ୍ୟମ, ଉତମ ଚିକିତ୍ସା ଓ ଯତ୍ନ ଫଳରେ କରୋନାରୁ ସୁସ୍ଥ ହୋଇଛନ୍ତି ଏହି ୯୭ ବର୍ଷୀୟ ବୟସ୍କ ବ୍ୟକ୍ତି ଜଣକ। ଗତ ନଭେମ୍ବର ୧୮ ତାରିଖରେ ସେ କରୋନା ସଂକ୍ରମିତ ହୋଇ ସମ୍ କୋଭିଡ୍‌ରେ ଭର୍ତ୍ତି ହୋଇଥିବା ବେଳେ ମଙ୍ଗଳବାର ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଘରକୁ ଫେରିବା ସମୟରେ ନଟବର ସମ୍ କୋଭିଡ୍ ଟିମ୍‌କୁ ଉଚ୍ଚ ପ୍ରଶଂସା କରିଥିବା ବେଳେ ତାଙ୍କ ପୁଅ କିଶୋର ଚନ୍ଦ୍ର ଦାଶ ଧନ୍ୟବାଦ ଓ କୃତଜ୍ଞତା ଜ୍ଞାପନ କରିଛନ୍ତି। ନଟବରଙ୍କ ଭଳି ଅନେକ ବୟୋଜ୍ୟେଷ୍ଠ ବ୍ୟକ୍ତି କରୋନା ଆକ୍ରାନ୍ତ ହୋଇ ସମ୍ କୋଭିଡ ହସ୍ପିଟାଲ୍‌ରେ ଚିକିତ୍ସିତ ହେବା ସହ ସୁସ୍ଥ ହୋଇ ଘରକୁ ଫେରିବାର ନଜିର ରହିଛି।