Categories
ଆଜିର ଖବର ରାଜ୍ୟ ଖବର

କାର୍ଯ୍ୟକ୍ଷମ ହେଲା ହରିଦାସପୁର ଏବଂ ବୈରୀ ରେଳ ଷ୍ଟେସନ ମଧ୍ୟରେ ତୃତୀୟ ଲାଇନ

ଭୁବନେଶ୍ଵର: ଭଦ୍ରକ-ନିର୍ଗୁଣ୍ଡି ତୃତୀୟ ଲାଇନ ପ୍ରକଳ୍ପର କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଚାଲୁରହିଥିବାବେଳେ ହରିଦାସପୁର ଏବଂ ବୈରୀ ରେଳ ଷ୍ଟେସନ (16.80 କିମି) ମଧ୍ୟରେ ତୃତୀୟ ଲାଇନ କାର୍ଯ୍ୟ ସମାପ୍ତ କରାଯାଇ କାର୍ଯ୍ୟକ୍ଷମ କରାଯାଇଅଛି।

କୋଲକାତାର ଦକ୍ଷିଣ ପୂର୍ବ ସର୍କଲ, ରେଳ ନିରାପତ୍ତା ଆୟୁକ୍ତ (ସିଆରଏସ) ନିକଟରେ ଏହି ରେଳ ସେକ୍ସନ ନୀରିକ୍ଷଣ କରିଥିଲେ। ନୀରିକ୍ଷଣ ସମୟରେ, ସମସ୍ତ ନିରାପତ୍ତା ଦିଗଗୁଡିକ ପୁଙ୍ଖାନୁପୁଙ୍ଖ ଭାବେ ଯାଞ୍ଚ କରାଯାଇଥିଲା ଏବଂ ଟ୍ରେନ୍ ଯାତାୟାତର ସମ୍ଭାବ୍ୟତା ମାପିବା ପାଇଁ ଏକ ସ୍ପିଡ୍ ଟ୍ରାଏଲ୍ ମଧ୍ୟ କରାଯାଇଥିଲା।

ପୂର୍ବ ତଟ ରେଳପଥର ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳ ଅନ୍ତର୍ଗତ ଭଦ୍ରକ ଏବଂ କଟକ ରେଳ ଷ୍ଟେସନ ମଧ୍ୟରେ ଥିବା ହାଓଡ଼ା-ଚେନ୍ନାଇ ମୁଖ୍ୟ ରେଳ ଲାଇନରେ ଭଦ୍ରକ-ନିର୍ଗୁଣ୍ଡି ତୃତୀୟ-ଲାଇନ ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଜୋରସୋରରେ ଚାଲୁ ରହିଛି।  ଏହି ପ୍ରକଳ୍ପ ପାଇଁ 60% ରୁ ଅଧିକ ନିର୍ମାଣ କାର୍ଯ୍ୟ ମଧ୍ୟ ସମାପ୍ତ ହୋଇଛି।

ମାନ୍ୟବର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପ୍ରକଳ୍ପ କାର୍ଯ୍ୟର ନିରନ୍ତର ସମୀକ୍ଷା ଯୋଗୁଁ ଏହା ସମ୍ଭବ ହୋଇଛି। ଓଡ଼ିଶାରେ ଚାଲିଥିବା ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ସହିତ ଶ୍ରୀ ବୈଷ୍ଣବ ଏହି ଅଞ୍ଚଳର ରେଳ ଭିତ୍ତିଭୂମି ବିକାଶକୁ ପ୍ରାଥମିକତା ଦେଉଛନ୍ତି ଏବଂ ବିକାଶମୂଳକ କାର୍ଯ୍ୟ ଉପରେ ମଧ୍ୟ ନଜର ରଖିଛନ୍ତି। ଭଦ୍ରକ-ନିର୍ଗୁଣ୍ଡି ତୃତୀୟ ଲାଇନ କାର୍ଯ୍ୟ ଏହି ଅଞ୍ଚଳର ଅର୍ଥନୀତିକୁ ବୃଦ୍ଧି କରିବ ଏବଂ ହାଓଡ଼ା-ଚେନ୍ନାଇ ମୁଖ୍ୟ ରେଳ ମାର୍ଗରେ ଅସୁବିଧାମୁକ୍ତ ଟ୍ରେନ୍ ଚଳାଚଳ ଯୋଗାଇଦେବ।

ପୂର୍ବତଟ ରେଳପଥ ଅଧୀନରେ ଚାଲିଥିବା ବିଭିନ୍ନ ପ୍ରକଳ୍ପର ଶୀଘ୍ର ସମାପ୍ତି ଉପରେ ଧ୍ୟାନ ଦେବାକୁ ମହାପ୍ରବନ୍ଧକ ମନୋଜ ଶର୍ମା ନିୟୋଜିତ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହି ପ୍ରକଳ୍ପର ଶୀଘ୍ର ସମାପ୍ତି ପାଇଁ ରାଜ୍ୟ ସରକାରଙ୍କ ଅଧିକାରୀଙ୍କ ସମେତ ହିତାଧିକାରୀଙ୍କ ସହ ସମନ୍ୱୟ ରକ୍ଷା କରିବାକୁ ଶ୍ରୀ ଶର୍ମା ଅଧିକାରୀମାନଙ୍କୁ ମଧ୍ୟ ପରାମର୍ଶ ଦେଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଭଦ୍ରକ-ନିର୍ଗୁଣ୍ଡି ତୃତୀୟ ରେଳ ଲାଇନ ପ୍ରକଳ୍ପ ନୀରିକ୍ଷଣ କଲେ ରେଳ ନିରାପତ୍ତା ଆୟୁକ୍ତ

ଭୁବନେଶ୍ଵର: କୋଲକାତା ସ୍ଥିତ ଦକ୍ଷିଣ ପୂର୍ବ ସର୍କଲ, ରେଳ ନିରାପତ୍ତା ଆୟୁକ୍ତ (ସିଆରଏସ) ଆଜି ନିର୍ମାଣାଧୀନ ଭଦ୍ରକ-ନର୍ଗୁଣ୍ଡି ତୃତୀୟ ଲାଇନ ପ୍ରକଳ୍ପର ହରିଦାସପୁର ଏବଂ ବୈରୀ ଷ୍ଟେସନ୍ ମଧ୍ୟରେ 16.80 କିଲୋମିଟର ଦୈର୍ଘ୍ୟ ରେଳ ଲାଇନ କାର୍ଯ୍ୟ ନୀରିକ୍ଷଣ କରିଛନ୍ତି।

ବହୁ ପ୍ରତୀକ୍ଷିତ ତୃତୀୟ ଲାଇନ ପ୍ରକଳ୍ପର ଏହି ରେଳ ସେକ୍ସନର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି ଏବଂ ରେଳ ନିରାପତ୍ତା ଆୟୁକ୍ତଙ୍କ ଅନୁମୋଦନ ପରେ କାର୍ଯ୍ୟକ୍ଷମ ହେବ।  ଟ୍ରେନ୍ ଟ୍ରାଫିକ୍ ଯାତାୟାତ ପାଇଁ ସିଆରଏସଙ୍କ ଠାରୁ ସମ୍ମତି ପାଇବା ପରେ ଏହି ମାର୍ଗରେ ଟ୍ରେନ୍ ଚଳାଚଳ ପାଇଁ ଅନୁମତି ଦିଆଯିବ।

ରେଳ ନିରାପତ୍ତା ଆୟୁକ୍ତ ହରିଦାସପୁର ଏବଂ ବୈରୀ ଷ୍ଟେସନ ମଧ୍ୟରେ ଥିବା ସମସ୍ତ ନିରାପତ୍ତା ସମ୍ବନ୍ଧୀୟ କାର୍ଯ୍ୟକୁ ପୁଙ୍ଖାନୁପୁଙ୍ଖ ଭାବରେ ଯାଞ୍ଚ କରିଛନ୍ତି। ଟ୍ରେନ୍ ଯାତାୟାତ ପାଇଁ ଟ୍ରେନ୍ ଲାଇନର ସମ୍ଭାବ୍ୟତା ମାପିବା ପାଇଁ ଦୁଇଟି ଷ୍ଟେସନ୍ ମଧ୍ୟରେ ପରୀକ୍ଷାମୂଳକ ଭାବେ ଏକ ଲାଇଟ ଇଞ୍ଜିନ୍ ଚଳାଚଳ କରାଯାଇଥିଲା।

ଏହି ପ୍ରକଳ୍ପ ର ନିର୍ମାଣ କାର୍ଯ୍ୟକୁ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଦ୍ୱାରା ନିରନ୍ତର ସମୀକ୍ଷା ଏବଂ ସମ୍ପୃକ୍ତ ଅଧିକାରୀଙ୍କ ସହ ପ୍ରକଳ୍ପ କାର୍ଯ୍ୟର ସ୍ଥିତି ସମ୍ବନ୍ଧରେ ତର୍ଜମା କରିବା ଦ୍ୱାରା ସମ୍ଭବ ହୋଇଛି। ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପଗୁଡିକ କାର୍ଯ୍ୟର ଶୀଘ୍ର ସମାପ୍ତି ପାଇଁ ବିଶେଷ ଧ୍ୟାନ ଦେବାକୁ ରେଳପଥର ମହାପ୍ରବନ୍ଧକ ମନୋଜ ଶର୍ମା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ପ୍ରକଳ୍ପର ଶୀଘ୍ର ସମାପ୍ତି ପାଇଁ ରାଜ୍ୟ ସରକାରଙ୍କ ସଂସ୍ଥା ସମେତ ସହଭାଗୀ ମାନଙ୍କ ସହ ସମନ୍ୱୟ ରକ୍ଷା କରିବାକୁ ଶ୍ରୀ ଶର୍ମା ଅଧିକାରୀମାନଙ୍କୁ ମଧ୍ୟ ପରାମର୍ଶ ଦେଇଛନ୍ତି।

ଓଡିଶାରେ ଚାଲୁରହିଥିବା ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ସହିତ ଏହି ଅଞ୍ଚଳର ରେଳ ଭିତ୍ତିଭୂମି ବିକାଶ ପାଇଁ ମାନ୍ୟବର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରାଥମିକତା ଦେଉଛନ୍ତି ଏବଂ ବିକାଶମୂଳକ କାର୍ଯ୍ୟ ଉପରେ ମଧ୍ୟ ନିରନ୍ତର ଭାବେ ନଜର ରଖିଛନ୍ତି। ଭଦ୍ରକ-ନିର୍ଗୁଣ୍ଡି ତୃତୀୟ ରେଳ ଲାଇନ କାର୍ଯ୍ୟ ଏହି ଅଞ୍ଚଳର ଅର୍ଥନୀତିକୁ ବୃଦ୍ଧି କରିବ ଏବଂ ହାଓଡ଼ା-ଚେନ୍ନାଇ ମୁଖ୍ୟ ରେଳ ମାର୍ଗରେ ଅସୁବିଧାଜନକ ଟ୍ରେନ୍ ଚଳାଚଳକୁ ଏଡାଇ ଦେଇ ପାରିବ।

ଭଦ୍ରକ-ନିର୍ଗୁଣ୍ଡି ତୃତୀୟ ରେଳ ଲାଇନ (92.19 କିମି) ପ୍ରକଳ୍ପ 2012-13 ରେ ଅନ୍ତର୍ଭୁକ୍ତ ହୋଇଥିଲା ଏବଂ ଅକ୍ଟୋବର 2015 ରେ ଅନ୍ତିମ ମଞ୍ଜୁରୀ ଦିଆଯାଇଥିଲା। ଜଖପୁରା ଏବଂ ହରିଦାସପୁର ମଧ୍ୟରେ 23.53କିମି ରେଳ ମାର୍ଗ ଏପ୍ରିଲ 2016 ରେ, କପିଳାସ ରୋଡ୍ ଠାରୁ ଶାଳଗାଁ ପର୍ଯ୍ୟନ୍ତ 4.30 କିମି ରେଳ ମାର୍ଗ ମଇ 2019 ରେ ଏବଂ କପିଳାସ ରୋଡ୍ ଠାରୁ ନିର୍ଗୁଣ୍ଡି ପର୍ଯ୍ୟନ୍ତ 4.20 କିମି ରେଳ ମାର୍ଗ ଅକ୍ଟୋବର 2022 ରେ ପର୍ଯ୍ୟାୟକ୍ରମେ କାର୍ଯ୍ୟକ୍ଷମ ହୋଇଛି।

ଭଦ୍ରକ-ନିର୍ଗୁଣ୍ଡି ତୃତୀୟ ରେଳ ମାର୍ଗ ବଳକା 83.69 କିମି କାର୍ଯ୍ୟ ସମାପ୍ତ କରିବାକୁ 2023-24 ଆର୍ଥିକ ବର୍ଷ ଧାର୍ଯ୍ୟ କରାଯାଇଅଛି। ପ୍ରକଳ୍ପର ସର୍ବଶେଷ ଆନୁମାନିକ ମୂଲ୍ୟ ବର୍ତମାନ 1284.39 କୋଟି ଧାର୍ଯ୍ୟ କରାଯାଇଅଛି। ପୂର୍ଣ୍ଣ ପ୍ରକଳ୍ପ ନିର୍ମାଣ ପାଇଁ ଭୌତିକ ପ୍ରଗତି ହେଉଛି ପ୍ରାୟ 60%।

Categories
ଆଜିର ଖବର ରାଜ୍ୟ ଖବର

ଭଦ୍ରକ-ନିର୍ଗୁଣ୍ଡି ତୃତୀୟ ରେଳ ଲାଇନ ପ୍ରକଳ୍ପ: ସମାପ୍ତ ହେଲାଣି 50% ନିର୍ମାଣ କାର୍ଯ୍ୟ

ଭୁବନେଶ୍ଵର: ପୂର୍ବ ତଟ ରେଳପଥ ଖୋର୍ଦ୍ଧା ରୋଡ୍ ରେଳ ମଣ୍ଡଳ ଅନ୍ତର୍ଗତ ହାଓଡ଼ା-ଚେନ୍ନାଇ ମୁଖ୍ୟ ରେଳ ମାର୍ଗରେ ଭଦ୍ରକ ଏବଂ କଟକ ରେଳ ଷ୍ଟେସନ ମଧ୍ୟରେ ତୃତୀୟ ଲାଇନ ପ୍ରକଳ୍ପ ପାଇଁ ନିର୍ମାଣ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଚାଲୁରହିଅଛି। ଏହି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ 50% ରୁ ଅଧିକ ସମାପ୍ତ ହୋଇଛି।

ହରିଦାସପୁର ଏବଂ ବୈରୀ ମଧ୍ୟରେ 16.80 କିଲୋମିଟର ଦୈର୍ଘ୍ୟ ରେଳ ମାର୍ଗ ଯାହା ଜୁନ୍ 2023 ର ଶେଷ ସପ୍ତାହ ସୁଦ୍ଧା ଶେଷ ହେବାର ଥିଲା ତାହା ମଇ 2023 ର ପ୍ରଥମ ସପ୍ତାହ ପୂର୍ବରୁ ସମାପ୍ତ ହୋଇଛି।

ଏହି ପ୍ରକଳ୍ପ ର ନିର୍ମାଣ କାର୍ଯ୍ୟକୁ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଦ୍ୱାରା ନିରନ୍ତର ସମୀକ୍ଷା ଏବଂ ସମ୍ପୃକ୍ତ ଅଧିକାରୀଙ୍କ ସହ ପ୍ରକଳ୍ପ କାର୍ଯ୍ୟର ସ୍ଥିତି ସମ୍ବନ୍ଧରେ ତର୍ଜମା କରିବା ଦ୍ୱାରା ସମ୍ଭବ ହୋଇଛି। ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପଗୁଡିକ କାର୍ଯ୍ୟର ଶୀଘ୍ର ସମାପ୍ତି ପାଇଁ ବିଶେଷ ଧ୍ୟାନ ଦେବାକୁ ରେଳପଥର ମହାପ୍ରବନ୍ଧକ ମନୋଜ ଶର୍ମା ଅଧିକାରୀମାନଙ୍କୁ ନିର୍ଦେଶ ଦେଇଛନ୍ତି। ଏହି ପ୍ରକଳ୍ପର ଶୀଘ୍ର ସମାପ୍ତି ପାଇଁ ରାଜ୍ୟ ସରକାରଙ୍କ ସଂସ୍ଥା ସମେତ ସହଭାଗୀ ମାନଙ୍କ ସହ ସମନ୍ୱୟ ରକ୍ଷା କରିବାକୁ ଶ୍ରୀ ଶର୍ମା ଅଧିକାରୀମାନଙ୍କୁ ମଧ୍ୟ ପରାମର୍ଶ ଦେଇଛନ୍ତି।

ଓଡିଶାରେ ଚାଲୁରହିଥିବା ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ସହିତ ଏହି ଅଞ୍ଚଳର ରେଳ ଭିତ୍ତିଭୂମି ବିକାଶ ପାଇଁ ମାନ୍ୟବର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରାଥମିକତା ଦେଉଛନ୍ତି ଏବଂ ବିକାଶମୂଳକ କାର୍ଯ୍ୟ ଉପରେ ମଧ୍ୟ ନିରନ୍ତର ଭାବେ ନଜର ରଖିଛନ୍ତି। ଭଦ୍ରକ-ନିର୍ଗୁଣ୍ଡି ତୃତୀୟ ରେଳ ଲାଇନ କାର୍ଯ୍ୟ ଏହି ଅଞ୍ଚଳର ଅର୍ଥନୀତିକୁ ବୃଦ୍ଧି କରିବ ଏବଂ ହାଓଡ଼ା-ଚେନ୍ନାଇ ମୁଖ୍ୟ ରେଳ ମାର୍ଗରେ ଅସୁବିଧାଜନକ ଟ୍ରେନ୍ ଚଳାଚଳକୁ ଏଡାଇ ଦେଇ ପାରିବ।

ଭଦ୍ରକ-ନିର୍ଗୁଣ୍ଡି ତୃତୀୟ ରେଳ ଲାଇନ (92.19 କିମି) ପ୍ରକଳ୍ପ 2012-13 ରେ ଅନ୍ତର୍ଭୁକ୍ତ ହୋଇଥିଲା ଏବଂ ଅକ୍ଟୋବର 2015 ରେ ଅନ୍ତିମ ମଞ୍ଜୁରୀ ଦିଆଯାଇଥିଲା। ଜଖପୁରା ଏବଂ ହରିଦାସପୁର ମଧ୍ୟରେ 23.53କିମି ରେଳ ମାର୍ଗ ଏପ୍ରିଲ 2016 ରେ , କପିଳାସ ରୋଡ୍ ଠାରୁ ଶାଳଗାଁ ପର୍ଯ୍ୟନ୍ତ 4.30 କିମି ରେଳ ମାର୍ଗ ମଇ 2019 ରେ ଏବଂ କପିଳାସ ରୋଡ୍ ଠାରୁ ନିର୍ଗୁଣ୍ଡି ପର୍ଯ୍ୟନ୍ତ 4.20 କିମି ରେଳ ମାର୍ଗ ଅକ୍ଟୋବର 2022 ରେ ପର୍ଯ୍ୟାୟକ୍ରମେ କାର୍ଯ୍ୟକ୍ଷମ ହୋଇଛି।

ଭଦ୍ରକ-ନିର୍ଗୁଣ୍ଡି ତୃତୀୟ ରେଳ ମାର୍ଗ ବଳକା 83.69 କିମି କାର୍ଯ୍ୟ ସମାପ୍ତ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ 2023-24। ପ୍ରକଳ୍ପର ସର୍ବଶେଷ ଆନୁମାନିକ ମୂଲ୍ୟ ବର୍ତମାନ 1284.39 କୋଟି ଥିବାବେଳେ ଏବେ ସୁଦ୍ଧା 648.68 କୋଟି ଟଙ୍କା ଖର୍ଚ୍ଚ ହୋଇସାରିଛି। ପୂର୍ଣ୍ଣ ପ୍ରକଳ୍ପ ନିର୍ମାଣ ପାଇଁ ଭୌତିକ ପ୍ରଗତି ହେଉଛି ପ୍ରାୟ 54% ଏବଂ ଖର୍ଚ୍ଚ ପ୍ରାୟ 50.5%।