Categories
ଆଜିର ଖବର ରାଜ୍ୟ ଖବର

ଏମ୍ସ ଭୁବନେଶ୍ୱର ପକ୍ଷରୁ ପୁଣ୍ୟତିଥିରେ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱର ପକ୍ଷରୁ ଏହାର ପ୍ରତିଷ୍ଠାତା ପୂର୍ବତନ ପ୍ରଧାନମନ୍ତ୍ରୀ, କିମ୍ବଦନ୍ତୀ ପୁରୁଷ, ବିଶିଷ୍ଟ ଜନନେତା ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କୁ ତାଙ୍କ ପୁଣ୍ୟତିଥି ଅବସରରେ ଆଜି ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି।

ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ୱାସ ଶ୍ରୀ ବାଜପେୟୀଙ୍କ ସ୍ମୃତିଚାରଣ କରି କହିଥିଲେ ଯେ ତାଙ୍କ ଅସୀମ ଦୂରଦୃଷ୍ଟି କାରଣରୁ ହିଁ ଏମ୍ସ ଓଡ଼ିଶାରେ ପ୍ରତିଷ୍ଠା ହୋଇପାରିଥିଲା। ଆଜି ଏମ୍ସ ଭୁବନେଶ୍ୱର ପୂର୍ବ ଭାରତର ଏକ ବିଶ୍ୱସନୀୟ ସ୍ୱାସ୍ଥ୍ୟ ସେବା ପ୍ରତିଷ୍ଠାନରେ ପରିଣତ ହୋଇପାରିଛି। ଏହି ଜାତୀୟ ପ୍ରତିଷ୍ଠାନର ସମସ୍ତ ଅଧ୍ୟାପକ, ଡାକ୍ତର, ନର୍ସିଂ ଅଧିକାରୀ, ଛାତ୍ରଛାତ୍ରୀ ଏବଂ କର୍ମଚାରୀମାନେ ଏହାକୁ ଦେଶ ତଥା ବିଶ୍ୱର ଏକ ପ୍ରମୁଖ ଅନୁଷ୍ଠାନ ଭାବେ ପ୍ରତିଷ୍ଠା କରିବା ଏବଂ ଗରିବ ଅସହାୟ ଲୋକଙ୍କ ସେବା କରିବା ପାଇଁ ପ୍ରତିବଦ୍ଧ ବୋଲି ଡ. ବିଶ୍ବାସ ପ୍ରକାଶ କରିଛନ୍ତି।

ମେଡିକାଲ୍ ଅଧୀକ୍ଷକ ଡ. ଦିଲ୍ଲୀପ କୁମାର ପରିଡ଼ା, ଡିନ୍ ଡ. ପି ଆର୍ ମହାପାତ୍ର, ଡ. ସତ୍ୟଜିତ ମିଶ୍ର, ଡ. ସୌଭାଗ୍ୟ ଜେନା, ଡ. ପ୍ରଭାସ ରଂଜନ ତ୍ରିପାଠୀ, ଭାରପ୍ରାପ୍ତ ଡିଡିଏ ରଶ୍ମିରଂଜନ ସେଠୀଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ସମାଜର ବିଭିନ୍ନ ବର୍ଗରୁ ଆସିଥିବା ପ୍ରମୁଖ ବ୍ୟକ୍ତିବିଶେଷ ଏମ୍ସ ପରିସରରେ ଥିବା ଶ୍ରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।

ଉଲ୍ଲେଖଯୋଗ୍ୟ ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ବାଜପେୟୀ ୧୫ ଜୁଲାଇ ୨୦୦୩ ରେ ଏମ୍ସ ଭୁବନେଶ୍ୱରର ମୂଳଦୁଆ ପକାଇଥିଲେ। ଏହା ହେଉଛି ଦେଶର ଦ୍ୱିତୀୟ ଏବଂ ଏକମାତ୍ର ଏମ୍ସ ଯାହାର ଭିତ୍ତିପ୍ରସ୍ଥର ସ୍ଥାପନ ଶ୍ରୀ ବାଜପେୟୀଙ୍କ ଦ୍ୱାରା ସମ୍ପାଦିତ ହୋଇଥିଲା।

Categories
ଆଜିର ଖବର ରାଜ୍ୟ ଖବର

ପଣ୍ଡିତ ରଘୁନାଥ ମୁର୍ମୁଙ୍କୁ ଜୟନ୍ତୀ ଅବସରରେ ସଂସ୍କୃତି ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଅଲଚିକି ଲିପିର ଉଦ୍‌ଭାବକ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ୧୧୮ତମ ଜୟନ୍ତୀ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ନିର୍ଦ୍ଦେଶକ ଦିଲ୍ଲୀପ ରାଉତରାୟଙ୍କ ଅଧ୍ୟକ୍ଷତାରେ ଆଜି ପ୍ରତ୍ୟୁଷରେ ଭୁବନେଶ୍ୱର ନିଳାଦ୍ରୀବିହାର ସୀତାନାଥ ବସ୍ତିସ୍ଥିତ ତାଙ୍କ ପ୍ରତିମୂର୍ତ୍ତିସ୍ଥଳୀରେ ଭାବପୂର୍ଣ୍ଣ ପରିବେଶରେ ଅନୁଷ୍ଠିତ ହୋଇ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ଦୀପଦାନ କରାଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଧାୟକ ପ୍ରଫୁଲ୍ଲ ସାମଲ, ଖୋର୍ଦ୍ଧା ଜିଲ୍ଲା ଗ୍ରାମ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଦିଗନ୍ତ ରାଉତରାୟ, ପ୍ରାଧ୍ୟାପକ ଡଃ ରଙ୍ଗାଧର ସାହୁ, ପ୍ରାଧ୍ୟାପକ ରମେଶ ଚନ୍ଦ୍ର ପାତାଳସିଂହ, ଗାୟକ ଆହ୍ଲାଦ ସୁରେନ୍ଦ୍ରନାଥ ଛୋଟରାୟ, କର୍ପୋରେଟର ମୋନାଲିସା ସାହୁ, ଜୟ ଓଡ଼ିଶା, ଉଇ ଫର ଭୁବନେଶ୍ୱର, ବିଜେଡ଼ି ସାଂସ୍କୃତିକ ସମନ୍ୱୟ ସାମ୍ମୁଖ୍ୟ, ବହୁ ଆଦିବାସୀ ସଂଗଠନର କର୍ମକର୍ତ୍ତାମାନେ ଯୋଗଦେଇ ନିଜ ବକ୍ତବ୍ୟରେ ସାନ୍ତାଳି ଭାଷାର ଅଲଚିକି ଲିପି ଉଦ୍‌ଭାବନ କରି ପଣ୍ଡିତ ରଘୁନାଥ ମୁର୍ମୁ ଭାଷାର ବିକାଶ ଦିଗରେ ଯେଉଁ ଭୂମିକା ଗ୍ରହଣ କରିଛନ୍ତି ତାହା ତାଙ୍କୁ ଚିରସ୍ମରଣୀୟ କରି ରଖିବ।

ବିଶ୍ୱରେ ଦିନକୁ ଦିନ ବହୁ ଭାଷା ଅସ୍ତିତ୍ୱ ହରାଉଥିଲା ବେଳେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଅଲଚିକି ଲିପି ମାଧ୍ୟମରେ ସାନ୍ତାଳି ଭାଷା ଓଡ଼ିଶା, ବିହାର, ଝାଡଖଣ୍ଡ, ପଶ୍ଚିମବଙ୍ଗ ସହ ସମଗ୍ର ଦେଶରେ ଆଦୃତ ହୋଇପାରିଛି। ସାନ୍ତାଳି ଭାଷା ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମଧ୍ୟ ସ୍ଥାନିତ ହୋଇଅଛି ବୋଲି ମତ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ଏହି ଅବସରରେ ନବ ନିଯୁକ୍ତ ନିର୍ଦ୍ଦେଶକ ଶ୍ରୀ ରାଉତରାୟଙ୍କୁ ମା’ମାନଙ୍କ ଦ୍ୱାରା ବନ୍ଦାବନା କରାଯାଇ ଉତ୍ତରୀୟ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା। ନିର୍ଦ୍ଦେଶକ ଶ୍ରୀ ରାଉତରାୟ ନିଜ ବକ୍ତବ୍ୟରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ଭାଷାର ସୁରକ୍ଷା ସହିତ ତାହାର ବିକାଶ ନିମନ୍ତେ ଉଦ୍ୟମ କରାଯିବ ଏବଂ ମାତୃଭାଷାରେ ଯେପରି ଲୋକେ ଲେଖିବା, ପଢିବା ଓ କହିବା ପାଇଁ ଆଗ୍ରହ ପ୍ରକାଶ କରିବେ, ସେଥିପାଇଁ ଉଦ୍ୟମ କରାଯିବ। ଓଡ଼ିଶାର କଳା, ସାହିତ୍ୟ ଓ ସଂସ୍କୃତି ବିକାଶ ଦିଗରେ ବିଭାଗ ନିରନ୍ତର ଉଦ୍ୟମ କରିବା ସହ ସେଥିପାଇଁ ଆକ୍ସନପ୍ଲାନ୍ ମଧ୍ୟ ପ୍ରସ୍ତୁତ କରିବ।

ଦେଶ, ଜାତି ଓ ସମାଜ ପାଇଁ ସମର୍ପିତ ଭାବେ କାର୍ଯ୍ୟ କରିଥିବା ବରପୁତ୍ରମାନଙ୍କୁ ମନେପକାଇ ତାଙ୍କ ଜୟନ୍ତୀ ଓ ଶ୍ରାଦ୍ଧୋତ୍ସବରେ ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ପାଇଁ ପଲ୍ଲୀଗ୍ରାମଠାରୁ ଆରମ୍ଭ କରି ରାଜଧାନୀ ଭୁବନେଶ୍ୱର ପର୍ଯ୍ୟନ୍ତ ବ୍ୟବସ୍ଥା କରାଯିବ ଓ ପୂଜ୍ୟପୂଜାକୁ ଅଧିକ ବ୍ୟାପକ କରିବା ପାଇଁ ସରକାର ଯୋଜନା ପ୍ରସ୍ତୁତ କରୁଛନ୍ତି। ରାଜ୍ୟରେ ପାଠାଗାର ଆନ୍ଦୋଳନକୁ ମଧ୍ୟ ସକ୍ରିୟ କରାଯିବ। ରାଜ୍ୟରେ ପଠନ ପ୍ରବୃତ୍ତି ବୃଦ୍ଧି ପାଇଁ ସମସ୍ତେ ସମ୍ମିଳିତ ଭାବରେ ଉଦ୍ୟମ କରିବା ସହିତ ଶୁଦ୍ଧ ଓଡ଼ିଆ କହିବା, ଲେଖିବା ଓ ପଢିବା ପାଇଁ ଆଜି ପବିତ୍ର ବୁଦ୍ଧ ପୂର୍ଣ୍ଣିମାରେ ସମସ୍ତେ ଶପଥ ନେବା ଆବଶ୍ୟକ ବୋଲି ଆହ୍ୱାନ ଜଣାଇଥିଲେ।

ଏହି ଅବସରରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିରେ ପ୍ରତିଦିନ ସକାଳ ଓ ସନ୍ଧ୍ୟାରେ ପୂଜାର୍ଚ୍ଚନା କରି ଦୀପଦାନ କରୁଥିବା ମା’ ମାନଙ୍କ ସହିତ ସ୍ଥାନୀୟ କର୍ପୋରେଟର, ବିଭିନ୍ନ ଆଦିବାସୀ ମୁରବୀମାନଙ୍କୁ ନିର୍ଦ୍ଦେଶକ ଶ୍ରୀ ରାଉତରାୟ କୃତଜ୍ଞତା ଜଣାଇ ସେମାନଙ୍କୁ ସମ୍ମାନିତ କରିଥିଲେ। ଅନୁଶାସନ ସଚିବ ଲକ୍ଷ୍ମୀଧର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଏମ୍ସ ଭୁବନେଶ୍ୱର ପକ୍ଷରୁ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ପୂର୍ବତନ ପ୍ରଧାନମନ୍ତ୍ରୀ, କିମ୍ବଦନ୍ତୀ ପୁରୁଷ, ବିଶିଷ୍ଟ ରାଜନେତା ଭାରତରତ୍ନ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କର ୯୮ତମ ଜନ୍ମବାର୍ଷିକୀ ଅବସରରେ ଏମ୍ସ ଭୁବନେଶ୍ବର ପକ୍ଷରୁ ଗତକାଲି ସୁଶାସନ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଯୁଗଦ୍ରଷ୍ଟା ଅଟଳ ବିହାରୀଙ୍କୁ ଏମ୍ସ ଭୁବନେଶ୍ବର ପକ୍ଷରୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରାଯାଇଛି।

ଏନେଇ ଗତକାଲି ଏମ୍ସ ଭୁବନେଶ୍ବର ପରିସରରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଉପସ୍ଥିତ ଅତିଥିମାନେ ଭାରତରତ୍ନ ଅଟଳ ବିହାରୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହିତ ଏମ୍ସ ଭଳି ଏକ ବିଶ୍ବସ୍ତରୀୟ ସ୍ବାସ୍ଥ୍ୟସେବା ଅନୁଷ୍ଠାନ ପ୍ରତିଷ୍ଠା ନିମନ୍ତେ ଶ୍ରୀ ବାଜପେୟୀଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

କାର୍ଯ୍ୟକ୍ରମରେ ଏମ୍ସ ଭୁବନେଶ୍ବର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପ୍ରଫେସର ଆଶୁତୋଷ ବିଶ୍ୱାସ ଶ୍ରୀ ବାଜପେୟୀଙ୍କ ମହାନ ଜୀବନୀ ବାବଦରେ ମତ ରଖିବା ସହିତ ସଚେତନତା, ପ୍ରତିବଦ୍ଧତା, କର୍ତ୍ତବ୍ୟବୋଧତା, ସ୍ବଚ୍ଛତା ଏବଂ ସାଧୁତା ହିଁ ସୁଶାସନ ଦିବସ ପାଳନର ମୌଳିକ ଆଧାର ବୋଲି ଗୁରୁତ୍ୱାରୋପ କରିଥିଲେ।

ଅତିରିକ୍ତ ପ୍ରଫେସର (ଆନାଟୋମି) ଡ. ପ୍ରଭାସ ରଂଜନ ତ୍ରିପାଠୀଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଡିନ ଡ. ପି ଆର୍ ମହାପାତ୍ର, ମେଡିକାଲ୍ ଅଧିକ୍ଷକ ଡ. ସଚ୍ଚିଦାନନ୍ଦ ମହାନ୍ତି, ଭାରପ୍ରାପ୍ତ ଡିଡିଏ ରଶ୍ମି ରଞ୍ଜନ ସେଠୀ, କୁଳସଚିବ ବି ବି ମିଶ୍ର ପ୍ରମୁଖଙ୍କ ସମେତ ଅତିଥି, ଅଧ୍ୟାପକ/ଅଧ୍ୟାପିକା, ଛାତ୍ର ଏବଂ କର୍ମଚାରୀ ଉପସ୍ଥିତ ଥିଲେ।

ସମାଜର ବିଭିନ୍ନ ବର୍ଗରୁ ଆସିଥିବା ବିଶିଷ୍ଟ ବ୍ୟକ୍ତିବିଶେଷ ଭାରତରତ୍ନ ଅଟଳ ବିହାରୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହିତ ଏମ୍ସ ଭୁବନେଶ୍ବର ଭଳି ଏକ ବିଶ୍ବସ୍ତରୀୟ ସ୍ବାସ୍ଥ୍ୟସେବା ଅନୁଷ୍ଠାନ ପ୍ରତିଷ୍ଠା ଫଳରେ ରାଜ୍ୟରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବିରାଟ ପରିବର୍ତ୍ତନ ଆସିଥିବା ମତପ୍ରକାଶ ପାଇଥିଲା। ଉଲ୍ଲେଖଯୋଗ୍ୟଯେ ଏମ୍ସ ଭୁବନେଶ୍ୱର ପରିସରରେ ସ୍ୱର୍ଗତ ବାଜପେୟୀଙ୍କ ଏକ ପୂର୍ଣ୍ଣାୟବ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ୧୫ ଜୁଲାଇ ୨୦୦୩ ରେ ଏମ୍ସ ଭୁବନେଶ୍ୱରର ଭିତ୍ତିପ୍ରସ୍ଥର ସ୍ଥାପନ କରିଥିଲେ। ଏହା ଦେଶର ଦ୍ୱିତୀୟ ଏବଂ ଏକମାତ୍ର ଏମ୍ସ ଯାହାର ଭିତ୍ତିପ୍ରସ୍ଥର ଶ୍ରୀ ବାଜପେୟୀଙ୍କ ଦ୍ୱାରା ସ୍ଥାପିତ ହୋଇଥିଲା। ଉଲ୍ଲେଖଯୋଗ୍ୟଯେ ଏମ୍ସ ଭୁବନେଶ୍ୱର ପୂର୍ବ ଭାରତର ଏକ ପ୍ରମୁଖ ସ୍ୱାସ୍ଥ୍ୟ ସେବା ପ୍ରତିଷ୍ଠାନରେ ପରିଣତ ହେବା ସହିତ ସାଧାରଣ ଲୋକଙ୍କ ଆସ୍ଥାଭାଜନ ହୋଇପାରିଛି।

Categories
ଆଜିର ଖବର ରାଜ୍ୟ ଖବର

ଏମ୍ସ ଭୁବନେଶ୍ୱର ପକ୍ଷରୁ ପୁଣ୍ୟତିଥିରେ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱର ପକ୍ଷରୁ ଏହାର ପ୍ରତିଷ୍ଠାତା ପୂର୍ବତନ ପ୍ରଧାନମନ୍ତ୍ରୀ, କିମ୍ବଦନ୍ତୀ ପୁରୁଷ, ବିଶିଷ୍ଟ ଜନନେତା ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କୁ ତାଙ୍କ ଚତୁର୍ଥ ପୁଣ୍ୟତିଥି ଅବସରରେ ଆଜି ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି।

ଏମ୍ସ ଭୁବନେଶ୍ୱର ଡିନ୍ (ଏକାଡେମିକ୍ସ) ଡ. ଦେବାଶିଷ ହୋତା, ପିଆର ସେଲ ମୁଖ୍ୟ ଡ. ପ୍ରଭାସ ରଂଜନ ତ୍ରିପାଠୀ, ଭାରପ୍ରାପ୍ତ ଡିଡିଏ ରଶ୍ମିରଂଜନ ସେଠୀଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ସମାଜର ବିଭିନ୍ନ ବର୍ଗରୁ ଆସିଥିବା ପ୍ରମୁଖ ବ୍ୟକ୍ତିବିଶେଷ ଏମ୍ସ ପରିସରରେ ଥିବା ଶ୍ରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।

ଉଲ୍ଲେଖଯୋଗ୍ୟ ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ବାଜପେୟୀ ୧୫ ଜୁଲାଇ ୨୦୦୩ ରେ ଏମ୍ସ ଭୁବନେଶ୍ୱରର ମୂଳଦୁଆ ପକାଇଥିଲେ। ଏହା ହେଉଛି ଦେଶର ଦ୍ୱିତୀୟ ଏବଂ ଏକମାତ୍ର ଏମ୍ସ ଯାହାର ଭିତ୍ତିପ୍ରସ୍ଥର ସ୍ଥାପନ ଶ୍ରୀ ବାଜପେୟୀଙ୍କ ଦ୍ୱାରା ସମ୍ପାଦିତ ହୋଇଥିଲା।

ପୁଣ୍ୟତିଥି ଅବସରରେ ଏକ ବାର୍ତ୍ତା ମାଧ୍ୟମରେ ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ୱାସ କହିଛନ୍ତି ଯେ ଏମ୍ସ ଭୁବନେଶ୍ୱରର ପ୍ରତିଷ୍ଠା କରି ଅସୀମ ଦୂରଦୃଷ୍ଟିସମ୍ପନ୍ନ ପ୍ରଧାନମନ୍ତ୍ରୀ ଶ୍ରୀ ବାଜପେୟୀ ଓଡ଼ିଶାର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବ୍ୟାପକ ପରିବର୍ତ୍ତନ ଆଣିଛନ୍ତି। ଆଜି ଏମ୍ସ ଭୁବନେଶ୍ୱର ପୂର୍ବ ଭାରତର ଏକ ବିଶ୍ୱସନୀୟ ସ୍ୱାସ୍ଥ୍ୟ ସେବା ପ୍ରତିଷ୍ଠାନରେ ପରିଣତ ହୋଇପାରିଛି।

ଏହି ଜାତୀୟ ପ୍ରତିଷ୍ଠାନର ସମସ୍ତ ଅଧ୍ୟାପକ, ଡାକ୍ତର, ନର୍ସିଂ ଅଧିକାରୀ, ଛାତ୍ର ଏବଂ କର୍ମଚାରୀମାନେ ଏହାକୁ ଦେଶ ତଥା ବିଶ୍ୱର ଏକ ପ୍ରମୁଖ ଅନୁଷ୍ଠାନ ଭାବେ ପ୍ରତିଷ୍ଠା କରିବା ଏବଂ ଗରିବ ଅସହାୟ ଲୋକଙ୍କ ସେବା କରିବା ପାଇଁ ପ୍ରତିବଦ୍ଧ। ଏଥିସହିତ ଶ୍ରୀ ବାଜପେୟୀ ଜୀ’ଙ୍କର ରାଷ୍ଟ୍ର ପ୍ରତି ରହିଥବା ଅଙ୍ଗୀକାରବଦ୍ଧତାକୁ ଅନୁସରଣ କରି ତାଙ୍କ ମହନୀୟ ଲକ୍ଷ୍ୟକୁ ପୂରଣ କରିବାକୁ ଶପଥ ନେଇଥିବା ଡ. ବିଶ୍ୱାସ ପ୍ରକାଶ କରିଛନ୍ତି।