Categories
ଅନ୍ତରାଷ୍ଟ୍ରୀୟ ଆଜିର ଖବର ଜାତୀୟ ଖବର

ଆସନ୍ତା 26 ତାରିଖରେ ହେବ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଭର୍ଚୁଆଲ ଦ୍ଵିପାଖିକ ଶିଖର ବୈଠକ

ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପକ୍ଷଙ୍କ ମଧ୍ୟରେ ସେପ୍ଟେମ୍ବର 26, 2020 ତାରିଖ ଦିନ ଭର୍ଚୁଆଲ ମୋଡ଼ରେ ଶିଖର ସମ୍ମିଳନୀ ଅନୁଷ୍ଠିତ ହେବ।ଏହି ଭର୍ଚୁଆଲ ଦ୍ୱିପାକ୍ଷିକ ଶିଖର ବୈଠକ ଉଭୟ ନେତାଙ୍କୁ ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସଂପର୍କ ବିଷୟରେ ଭାବ ବିନିମୟ କରିବାର ସୁଯୋଗ ପ୍ରଦାନ କରିବ।

ଉଭୟ ନେତା ଏହି ବୈଠକରେ ଦ୍ୱିପାକ୍ଷିକ ସଂପର୍କର ବିସ୍ତୃତ ସମୀକ୍ଷା କରିବେ । ବିଶେଷ କରି ଶ୍ରୀଲଙ୍କାରେ ସଂସଦୀୟ ନିର୍ବାଚନ ଅନୁଷ୍ଠିତ ହେବା ପରେ ଉଭୟ ନେତାଙ୍କ ମଧ୍ୟରେ ଏହା ପ୍ରଥମ ଦ୍ୱିପାକ୍ଷିକ ଆଲୋଚନା ହେବ । ଉଭୟ ରାଷ୍ଟ୍ର ପରସ୍ପରର ବହୁ ପରୀକ୍ଷିତ ବନ୍ଧୁ ରାଷ୍ଟ୍ର ଭାବେ ଦୀର୍ଘ ଦିନରୁ ରହି ଆସିଛନ୍ତି ।